3 | GEN 1:3 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା। |
6 | GEN 1:6 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।” |
9 | GEN 1:9 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା। |
11 | GEN 1:11 | ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା। |
14 | GEN 1:14 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ। |
15 | GEN 1:15 | ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା। |
20 | GEN 1:20 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।” |
22 | GEN 1:22 | ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।” |
24 | GEN 1:24 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା। |
26 | GEN 1:26 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।” |
28 | GEN 1:28 | ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।” |
29 | GEN 1:29 | ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ। |
30 | GEN 1:30 | ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା। |
47 | GEN 2:16 | ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରି ପାର, |
48 | GEN 2:17 | ମାତ୍ର, ସଦସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।” |
49 | GEN 2:18 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।” |
54 | GEN 2:23 | ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।” |
57 | GEN 3:1 | ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?” |
58 | GEN 3:2 | ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ; |
59 | GEN 3:3 | କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।” |
60 | GEN 3:4 | ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ; |
61 | GEN 3:5 | ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।” |
65 | GEN 3:9 | ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ ?” |
66 | GEN 3:10 | ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।” |
67 | GEN 3:11 | ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?” |
68 | GEN 3:12 | ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।” |
69 | GEN 3:13 | ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।” |
70 | GEN 3:14 | ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ। |
71 | GEN 3:15 | ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।” |
72 | GEN 3:16 | ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।” |
73 | GEN 3:17 | ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ। |
75 | GEN 3:19 | ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।” |
78 | GEN 3:22 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ, |
81 | GEN 4:1 | ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।” |
86 | GEN 4:6 | ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ ? ଆଉ କାହିଁକି ଦୁଃଖିତ ହେଉଅଛ ? |
87 | GEN 4:7 | ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।” |
89 | GEN 4:9 | ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?” |
90 | GEN 4:10 | ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି। |
92 | GEN 4:12 | ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।” |
93 | GEN 4:13 | କୟିନ ସଦାପ୍ରଭୁଙ୍କୁ କହିଲେ, “ମୋହର ଦଣ୍ଡ ଅସହ୍ୟ। |
94 | GEN 4:14 | ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।” |
95 | GEN 4:15 | ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ। |
103 | GEN 4:23 | ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋ’ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି; |
104 | GEN 4:24 | ଯଦି କୟିନର ବଧର ପ୍ରତିଫଳ ସାତଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।” |
105 | GEN 4:25 | ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।” |
141 | GEN 6:3 | ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।” |
145 | GEN 6:7 | ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।” |
151 | GEN 6:13 | ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା। |
159 | GEN 6:21 | ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସର୍ବପ୍ରକାର ଖାଦ୍ୟସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।” |
161 | GEN 7:1 | ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ। |
164 | GEN 7:4 | ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।” |
200 | GEN 8:16 | “ତୁମ୍ଭେ ଆପଣା ଭାର୍ଯ୍ୟା ଓ ପୁତ୍ରଗଣ ଓ ପୁତ୍ରବଧୂଗଣଙ୍କୁ ସଙ୍ଗେ ଘେନି ଜାହାଜରୁ ବାହାର ହୋଇ ଯାଅ। |
201 | GEN 8:17 | ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନି ଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।” |
205 | GEN 8:21 | ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ। |
206 | GEN 8:22 | ପୁଣି, ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି, ଗ୍ରୀଷ୍ମ ଓ ଶୀତ କାଳ, ଆଉ ଦିବସ ଓ ରାତ୍ରି, ଏହିସବୁର ନିବୃତ୍ତି ହେବ ନାହିଁ।” |
207 | GEN 9:1 | ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର। |
213 | GEN 9:7 | ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ।” |
215 | GEN 9:9 | “ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ, |
217 | GEN 9:11 | ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।” |
218 | GEN 9:12 | ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି; |
222 | GEN 9:16 | ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।” |
223 | GEN 9:17 | ପରମେଶ୍ୱର ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।” |
231 | GEN 9:25 | ପୁଣି, ସେ କହିଲେ, “କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ।” |
232 | GEN 9:26 | ଆଉ ସେ କହିଲେ, “ଶେମର ପରମେଶ୍ୱର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ। |
233 | GEN 9:27 | ପରମେଶ୍ୱର ଯେଫତ୍କୁ ବର୍ଦ୍ଧିଷ୍ଣୁ କରନ୍ତୁ; ପୁଣି, ସେ ଶେମର ତମ୍ବୁରେ ବାସ କରୁ; ଆଉ କିଣାନ ତାହାର ଦାସ ହେଉ।” |
244 | GEN 10:9 | ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍ ତୁଲ୍ୟ।” |
270 | GEN 11:3 | ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା। |
271 | GEN 11:4 | ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।” |
273 | GEN 11:6 | ପୁଣି, ସଦାପ୍ରଭୁ କହିଲେ, “ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରେ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ। |
274 | GEN 11:7 | ଏଥିପାଇଁ ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେହି ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।” |
300 | GEN 12:1 | ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ। |
302 | GEN 12:3 | ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।” |
310 | GEN 12:11 | ଏଥିଉତ୍ତାରେ ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, “ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ। |
312 | GEN 12:13 | ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋ’ ପ୍ରାଣ ରକ୍ଷା ପାଇବ।” |
317 | GEN 12:18 | ଏହେତୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭ ସହିତ ଏ କି ବ୍ୟବହାର କଲ ? |
318 | GEN 12:19 | ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏକଥା ଆମ୍ଭକୁ କାହିଁକି କହିଲ ନାହିଁ ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ ? ତହିଁରେ ଅାମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ।” |
328 | GEN 13:9 | ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋ’ଠାରୁ ପୃଥକ୍ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଡାହାଣକୁ ଯାଏ; ନୋହିଲେ ତୁମ୍ଭେ ଡାହାଣକୁ ଯାଅ, ମୁଁ ବାମକୁ ଯିବି। |
356 | GEN 14:19 | ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, “ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦପାତ୍ର ହେଉନ୍ତୁ; |
357 | GEN 14:20 | ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ। |
358 | GEN 14:21 | ଏଥିଉତ୍ତାରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, “ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ, ମାତ୍ର ମନୁଷ୍ୟ ସକଳ ଆମ୍ଭଙ୍କୁ ଦିଅ।” |
359 | GEN 14:22 | ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ, |
361 | GEN 14:24 | କେବଳ ମୋହର ଯୁବା ଲୋକମାନେ ଯାହା ଭୋଜନ କରିଅଛନ୍ତି, ତାହା ନେବି, ପୁଣି, ମୋହର ଯେଉଁ ସହାୟଗଣ ସଙ୍ଗରେ ଯାଇଥିଲେ, ସେମାନେ, ଅର୍ଥାତ୍, ଆନେର୍ ଓ ଇଷ୍କୋଲ ଓ ମମ୍ରି ଆପଣା ଆପଣା ପ୍ରାପ୍ତବ୍ୟ ଭାଗ ଗ୍ରହଣ କରନ୍ତୁ।” |
362 | GEN 15:1 | ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।” |
363 | GEN 15:2 | ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୁ ସଦାପ୍ରଭୁ, ତୁମ୍ଭେ ମୋତେ କ’ଣ ଦେବ ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋ’ ଗୃହର ଧନାଧିକାରୀ ଅଟେ।” |
364 | GEN 15:3 | ପୁଣି, ଅବ୍ରାମ କହିଲେ, “ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋ’ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ।” |
365 | GEN 15:4 | ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।” |
366 | GEN 15:5 | ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।” |
368 | GEN 15:7 | ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।” |
369 | GEN 15:8 | ତହୁଁ ଅବ୍ରାମ କହିଲେ, “ହେ ପ୍ରଭୁ, ସଦାପ୍ରଭୁ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି ?” |
370 | GEN 15:9 | ସଦାପ୍ରଭୁ କହିଲେ, “ତୁମ୍ଭେ ତିନି ବର୍ଷର ଗୋଟିଏ ଗାଭୀ ଓ ତିନି ବର୍ଷର ଗୋଟିଏ ଛାଗୀ ଓ ତିନି ବର୍ଷର ଗୋଟିଏ ମେଷ ଓ ଗୋଟିଏ ଘୁଘୁ ଓ ଗୋଟିଏ କପୋତ ଛୁଆ ଆମ୍ଭ ନିକଟକୁ ଆଣ।” |
374 | GEN 15:13 | ସେତେବେଳେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ସନ୍ତାନଗଣ ଚାରିଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ; |
377 | GEN 15:16 | ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।” |
379 | GEN 15:18 | ପୁଣି, ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ, |
382 | GEN 15:21 | ଇମୋରୀୟ, କିଣାନୀୟ, ଗିର୍ଗାଶୀୟ ଓ ଯିବୂଷୀୟମାନଙ୍କର ଦେଶ ଦେଲୁ।” |
384 | GEN 16:2 | ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ଦେଖ, ସଦାପ୍ରଭୁ ମୋତେ ବନ୍ଧ୍ୟା କରିଅଛନ୍ତି; ଏଣୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଏହି ଦାସୀର ସହବାସ କର; କେଜାଣି ମୁଁ ଏହା ଯୋଗୁଁ ପୁତ୍ର ପାଇ ପାରିବି।” ତେବେ ଅବ୍ରାମ ସାରୀଙ୍କର ବାକ୍ୟରେ ସମ୍ମତ ହେଲେ। |
387 | GEN 16:5 | ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋ’ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛ ଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।” |
388 | GEN 16:6 | ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, “ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତା’ ପ୍ରତି କର।” ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା। |
390 | GEN 16:8 | “ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ ? ପୁଣି, କେଉଁଠାକୁ ଯିବ ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।” |
391 | GEN 16:9 | ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆପଣା ସାଆନ୍ତାଣୀ ନିକଟକୁ ଫେରି ଯାଇ ନମ୍ର ଭାବରେ ତାଙ୍କର ହସ୍ତର ବଶୀଭୂତା ହୁଅ।” |
392 | GEN 16:10 | ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଆମ୍ଭେ ତୁମ୍ଭ ବଂଶ ଏପରି ବୃଦ୍ଧି କରିବା, ଯେ ବାହୁଲ୍ୟ ସକାଶୁ ତାହା ଅଗଣ୍ୟ ହେବ।” |
393 | GEN 16:11 | ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାୟେଲ ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ। |
394 | GEN 16:12 | ପୁଣି, ସେ ମନୁଷ୍ୟମାନଙ୍କ ମଧ୍ୟରେ ବନ ଗର୍ଦ୍ଦଭ ସ୍ୱରୂପ ହେବ, ତାହାର ହସ୍ତ ସମସ୍ତଙ୍କ ବିରୁଦ୍ଧରେ ଓ ସମସ୍ତଙ୍କ ହସ୍ତ ତାହାର ବିରୁଦ୍ଧରେ ଥିବ, ପୁଣି, ସେ ଆପଣା ଭାଇମାନଙ୍କ ସମ୍ମୁଖରେ ବାସ କରିବ।” |
395 | GEN 16:13 | ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, ମଦ୍ଦର୍ଶକ ପରମେଶ୍ୱର, (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି !” |
399 | GEN 17:1 | ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ। |
400 | GEN 17:2 | ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରି ତୁମ୍ଭକୁ ଅତିଶୟ ବୃଦ୍ଧି କରିବା।” |
402 | GEN 17:4 | “ଦେଖ, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରୁଅଛୁ, ତୁମ୍ଭେ ଅନେକ ଗୋଷ୍ଠୀର ଆଦିପୁରୁଷ ହେବ। |
406 | GEN 17:8 | ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।” |
407 | GEN 17:9 | ପରମେଶ୍ୱର ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ ଆମ୍ଭର ନିୟମ ପାଳନ କରିବ; ତୁମ୍ଭେ ଓ ତୁମ୍ଭର ଭବିଷ୍ୟତ ବଂଶ ପୁରୁଷାନୁକ୍ରମେ ତାହା ପାଳନ କରିବେ। |
412 | GEN 17:14 | ମାତ୍ର ଯାହାର ଲିଙ୍ଗାଗ୍ର ଚର୍ମର ଛେଦନ ହେବ ନାହିଁ, ଏପରି ଯେ ଅସୁନ୍ନତ ପୁରୁଷ, ସେ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ଆମ୍ଭର ନିୟମ ଲଙ୍ଘନ କଲା।” |
413 | GEN 17:15 | ତହିଁ ଉତ୍ତାରୁ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକୁ ଆଉ ସାରୀ ବୋଲି ଡାକ ନାହିଁ; ତାହାର ନାମ ସାରା ହେଲା। |
414 | GEN 17:16 | ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନାଦେଶୀୟ ରାଜାଗଣ ଉତ୍ପନ୍ନ ହେବେ।” |
415 | GEN 17:17 | ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ ?” |
416 | GEN 17:18 | ତହିଁରେ ଅବ୍ରହାମ ପରମେଶ୍ୱରଙ୍କୁ କହିଲେ, “ଇଶ୍ମାୟେଲ ତୁମ୍ଭ ଛାମୁରେ ବଞ୍ଚି ଥାଉ।” |
417 | GEN 17:19 | ସେତେବେଳେ ପରମେଶ୍ୱର କହିଲେ, “ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି, ତୁମ୍ଭେ ତାହାର ନାମ ଇସ୍ହାକ ରଖିବ, ପୁଣି, ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ। |
419 | GEN 17:21 | ମାତ୍ର ଆଗାମୀ ବର୍ଷର ଏହି ସମୟରେ ସାରାର ଗର୍ଭରୁ ଯେଉଁ ଇସ୍ହାକ ଜନ୍ମିବ, ତାହା ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରିବା।” |
428 | GEN 18:3 | “ହେ ପ୍ରଭୁ, ନିବେଦନ କରୁଅଛି, ମହାଶୟଗଣ, ଯଦି ତୁମ୍ଭେମାନେ ମୋ ଉପରେ ସନ୍ତୁଷ୍ଟ ଅଛନ୍ତି, ତେବେ ଏହି ଦାସର ସ୍ଥାନରେ (ଏଠାରେ) କିଛି ସମୟ ରୁହନ୍ତୁ। |
430 | GEN 18:5 | ଯେହେତୁ ଆପଣମାନେ ଆପଣଙ୍କ ଦାସଙ୍କ ନିକଟକୁ ଆସିଅଛନ୍ତି, ଏଥିପାଇଁ ମୋତେ କିଛି ଖାଦ୍ୟଦ୍ରବ୍ୟ ଆଣିବାକୁ ଦିଅନ୍ତୁ, ପୁଣି ଭୋଜନ କଲାପରେ ଆପଣମାନେ ଗମନ କରିବେ।” ସେତେବେଳେ ସେମାନେ କହିଲେ, “ଯାହା କହୁଅଛ, ତାହା କର।” |
431 | GEN 18:6 | ତହିଁରେ ଅବ୍ରହାମ ଶୀଘ୍ର ତମ୍ବୁ ଗୃହକୁ ସାରା ନିକଟକୁ ଯାଇ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୁଟି ପ୍ରସ୍ତୁତ କର।” |
434 | GEN 18:9 | ତହିଁ ଉତ୍ତାରୁ ସେମାନେ ତାଙ୍କୁ ପଚାରିଲେ, “ତୁମ୍ଭର ଭାର୍ଯ୍ୟା ସାରା କେଉଁଠାରେ ?” ସେ କହିଲେ, “ଦେଖନ୍ତୁ, ସେ ତମ୍ବୁରେ ଅଛନ୍ତି।” |
435 | GEN 18:10 | ତହୁଁ ସେ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଆମ୍ଭେ ଅବଶ୍ୟ ଫେରି ଆସିବା; ଦେଖ, ସେହି ସମୟରେ ତୁମ୍ଭ ଭାର୍ଯ୍ୟା ସାରାର (କୋଳରେ) ଗୋଟିଏ ପୁତ୍ର ଥିବ। ଏହି କଥା ସାରା ତମ୍ବୁ ଦ୍ୱାରରେ ତାଙ୍କ ପଛେ ଥାଇ ଶୁଣିଲେ।” |
437 | GEN 18:12 | ଏନିମନ୍ତେ ସାରା ହସି ମନେ ମନେ କହିଲେ, “ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ।” |
440 | GEN 18:15 | ତହିଁରେ ସାରା ଅସ୍ୱୀକାର କରି କହିଲେ, “ମୁଁ ହସି ନାହିଁ,” ଯେହେତୁ ସେ ଭୟ କଲେ। ମାତ୍ର ସଦାପ୍ରଭୁ କହିଲେ, “ତୁମ୍ଭେ ଅବଶ୍ୟ ହସିଲ।” |
442 | GEN 18:17 | ତହୁଁ ସଦାପ୍ରଭୁ କହିଲେ, “ଆମ୍ଭେ ଯାହା କରିବାକୁ ଉଦ୍ୟତ ଅଟୁ, ତାହା କି ଅବ୍ରହାମଠାରୁ ଲୁଚାଇବା ? |
444 | GEN 18:19 | ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।” |
445 | GEN 18:20 | ସଦାପ୍ରଭୁ ଆହୁରି କହିଲେ, “ସଦୋମ ଓ ହମୋରାର ବିରୁଦ୍ଧରେ ମହାଧ୍ୱନି ଉଠୁଅଛି, ସେମାନଙ୍କର ପାପ ଅତିଶୟ ଗୁରୁତର; |
446 | GEN 18:21 | ଏଣୁ ଆମ୍ଭେ ତଳକୁ ଦେଖିବାକୁ ଯାଇ ଆମ୍ଭ ନିକଟକୁ ଆଗତ କ୍ରନ୍ଦନ ଅନୁସାରେ ସେମାନେ ସର୍ବତୋଭାବେ କରିଅଛନ୍ତି କି ନାହିଁ, ତାହା ଜାଣିବା।” |
448 | GEN 18:23 | ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ ? |
450 | GEN 18:25 | ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟ ବିଚାର କରିବେ ନାହିଁ ?” |
451 | GEN 18:26 | ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଯଦି ସଦୋମ ନଗରରେ ପଚାଶ ଜଣ ଧାର୍ମିକ ଦେଖିବା, ତେବେ ସେମାନଙ୍କ ସକାଶେ ସମସ୍ତ ସ୍ଥାନ ରକ୍ଷା କରିବା।” |
452 | GEN 18:27 | ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, “ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେ ହେଁ ମୋ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି। |
453 | GEN 18:28 | ହୋଇପାରେ, ପଚାଶ ଜଣ ଧାର୍ମିକ ମଧ୍ୟରୁ ପାଞ୍ଚ ଜଣ ଊଣା ଥିବେ; ସେହି ପାଞ୍ଚ ଜଣ ଊଣା ହେବା ସକାଶୁ କି ଆପଣ ସମସ୍ତ ନଗର ବିନଷ୍ଟ କରିବେ ?” ସଦାପ୍ରଭୁ କହିଲେ, “ଆମ୍ଭେ ପଞ୍ଚଚାଳିଶ ଜଣ ପାଇଲେ, ତାହା ବିନଷ୍ଟ କରିବା ନାହିଁ।” |
454 | GEN 18:29 | ଅବ୍ରହାମ ତାହାଙ୍କୁ ପୁନର୍ବାର କହିଲେ, “ହୋଇପାରେ, ସେଠାରେ ଚାଳିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଚାଳିଶ ଜଣ ସକାଶୁ ତାହା କରିବା ନାହିଁ।” |
455 | GEN 18:30 | ପୁନର୍ବାର ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆହୁରି କଥାଟିଏ କହିବି; ହୋଇପାରେ, ସେଠାରେ ତିରିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ତିରିଶ ଜଣ ପାଇଲେ, ତାହା କରିବା ନାହିଁ।” |
456 | GEN 18:31 | ଅବ୍ରହାମ କହିଲେ, “ଦେଖନ୍ତୁ, ପ୍ରଭୁଙ୍କ ଛାମୁରେ ମୁଁ ପୁନର୍ବାର କଥା କହିବାକୁ ପ୍ରବୃତ୍ତ ହୋଇଅଛି; ହୋଇପାରେ, ସେଠାରେ କୋଡ଼ିଏ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି କୋଡ଼ିଏ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।” |
457 | GEN 18:32 | ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆଉ ଥରେ ମାତ୍ର କହିବି; ହୋଇପାରେ, ସେଠାରେ ଦଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଦଶ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।” |
460 | GEN 19:2 | “ହେ ମୋହର ପ୍ରଭୁମାନେ, ମୁଁ ବିନୟ କରୁଅଛି, ଆଜି ରାତ୍ର ଆପଣମାନଙ୍କ ଏହି ଦାସର ଗୃହରେ ପଦାର୍ପଣ କରି ବାସ କରନ୍ତୁ ଓ ପାଦ ପ୍ରକ୍ଷାଳନ କରନ୍ତୁ; ତହୁଁ ସକାଳୁ ଉଠି ଯାତ୍ରା କରିବେ।” ତହିଁରେ ସେମାନେ କହିଲେ, “ନା; ଆମ୍ଭେମାନେ ଦାଣ୍ଡରେ ସମସ୍ତ ରାତ୍ରି କ୍ଷେପଣ କରିବୁ।” |
463 | GEN 19:5 | ପୁଣି, ଲୋଟକୁ ଡାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି ? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।” |
465 | GEN 19:7 | “ହେ ଭାଇମାନେ, ମୁଁ ବିନୟ କରୁଅଛି, ଏପରି କୁବ୍ୟବହାର କର ନାହିଁ। |
466 | GEN 19:8 | ଦେଖ, ପୁରୁଷ-ଅସ୍ପୃଷ୍ଟା ମୋହର ଦୁଇଟି କନ୍ୟା ଅଛନ୍ତି, ସେମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ଆଣୁଅଛି, ତୁମ୍ଭମାନଙ୍କ ଦୃଷ୍ଟିରେ ଯାହା ଭଲ, ତାହା ସେମାନଙ୍କ ପ୍ରତି କର, ମାତ୍ର ସେହି ମନୁଷ୍ୟମାନଙ୍କ ପ୍ରତି କିଛି କର ନାହିଁ, କାରଣ ଏଥିନିମନ୍ତେ ସେମାନେ ମୋ’ ଛାତ ତଳେ ଆଶ୍ରୟ ନେଇ ଅଛନ୍ତି।” |
467 | GEN 19:9 | ସେତେବେଳେ ସେମାନେ କହିଲେ, “ଘୁଞ୍ଚି ଯା।” ପୁଣି କହିଲେ, “ଏ ଲୋକଟା ଆମ୍ଭମାନଙ୍କ ମଧ୍ୟରେ ପ୍ରବାସ କରିବାକୁ ଆସି ଆମ୍ଭମାନଙ୍କର ବିଚାରକର୍ତ୍ତା ହେବାକୁ ଚାହେଁ; ଏବେ ସେମାନଙ୍କଠାରୁ ତୋ’ ପ୍ରତି ଆହୁରି କୁବ୍ୟବହାର କରିବା।” ତହୁଁ ସେମାନେ ସେହି ମନୁଷ୍ୟ, ଅର୍ଥାତ୍, ଲୋଟ ପ୍ରତି ବଳ ପ୍ରୟୋଗ କରି କବାଟ ଭାଙ୍ଗିବାକୁ ଗଲେ। |
470 | GEN 19:12 | ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ଲୋଟକୁ କହିଲେ, “ଏସ୍ଥାନରେ ତୁମ୍ଭର ଆଉ କିଏ କିଏ ଅଛନ୍ତି ? ଜୁଆଁଇ ଓ ତୁମ୍ଭର ପୁତ୍ରକନ୍ୟାଦି ଯେତେ ଲୋକ ଏ ନଗରରେ ଅଛନ୍ତି, ସେ ସମସ୍ତଙ୍କୁ ଏସ୍ଥାନରୁ ନେଇଯାଅ; |
471 | GEN 19:13 | ଯେହେତୁ ଆମ୍ଭେମାନେ ଏ ସ୍ଥାନ ଉଚ୍ଛିନ୍ନ କରିବା। ସଦାପ୍ରଭୁଙ୍କ ଛାମୁରେ ଏ ନଗର ବିରୁଦ୍ଧରେ ମହାକ୍ରନ୍ଦନ ଉଠିଅଛି, ଏଣୁ ସଦାପ୍ରଭୁ ଏହି ନଗର ଉଚ୍ଛିନ୍ନ କରିବା ପାଇଁ ଆମ୍ଭମାନଙ୍କୁ ପଠାଇ ଅଛନ୍ତି।” |
472 | GEN 19:14 | ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, “ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏ ନଗର ଉଚ୍ଛିନ୍ନ କରିବେ,” ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ। |
473 | GEN 19:15 | ଆରଦିନ ପ୍ରଭାତ ହୁଅନ୍ତେ, ଦୂତମାନେ ଲୋଟକୁ ଚଞ୍ଚଳ କରାଇ କହିଲେ, “ଉଠ, ଆପଣାର ଭାର୍ଯ୍ୟା ଓ ଏହି ଯେଉଁ ଦୁଇ କନ୍ୟା ଏଠାରେ ଅଛନ୍ତି, ସେମାନଙ୍କୁ ଘେନିଯାଅ; ନୋହିଲେ ନଗରର ଦଣ୍ଡରେ ବିନଷ୍ଟ ହେବ।” |
475 | GEN 19:17 | ଏହିରୂପେ ସେମାନଙ୍କୁ ବାହାର କରି ଆଣିଲା ଉତ୍ତାରେ ସେମାନଙ୍କ ମଧ୍ୟରୁ ଜଣେ ଲୋଟକୁ କହିଲା, “ପ୍ରାଣରକ୍ଷା ନିମନ୍ତେ ପଳାଅ; ପଛଆଡ଼କୁ ଦୃଷ୍ଟି କର ନାହିଁ ଓ ଏହି ସମସ୍ତ ପ୍ରାନ୍ତର ମଧ୍ୟରେ ହେଁ ରୁହ ନାହିଁ; ପର୍ବତକୁ ପଳାଇ ଯାଅ; ନୋହିଲେ ବିନଷ୍ଟ ହେବ।” |
476 | GEN 19:18 | ତହିଁରେ ଲୋଟ ଉତ୍ତର କଲା, “ହେ ମୋହର ପ୍ରଭୁ, ଏପରି ନ ହେଉ; |
478 | GEN 19:20 | ଦେଖନ୍ତୁ, ପଳାଇ ଯିବାକୁ ସେହି ନଗର ନିକଟବର୍ତ୍ତୀ, ତାହା କ୍ଷୁଦ୍ର; ସେହି ସ୍ଥାନକୁ ପଳାଇବାକୁ ଆଜ୍ଞା କରନ୍ତୁ, ତହିଁରେ ମୋହର ପ୍ରାଣ ବଞ୍ଚିବ; ତାହା କି କ୍ଷୁଦ୍ର ନୁହେଁ ?” |
479 | GEN 19:21 | ତହୁଁ ସେ କହିଲେ, “ଭଲ, ଆମ୍ଭେ ଏ ବିଷୟରେ ତୁମ୍ଭ ପ୍ରତି ଅନୁଗ୍ରହ କରି, ସେହି ଯେଉଁ ନଗରର କଥା ତୁମ୍ଭେ କହିଲ, ତାହା ଉତ୍ପାଟନ କରିବା ନାହିଁ। |
480 | GEN 19:22 | ତୁମ୍ଭେ ଶୀଘ୍ର ସେହି ସ୍ଥାନକୁ ପଳାଅ, ଯେହେତୁ ତୁମ୍ଭେ ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେ କିଛି କରି ନ ପାରୁ।” ଏଣୁ ସେହି ସ୍ଥାନର ନାମ ସୋୟର ହେଲା। |
489 | GEN 19:31 | ଏଥିଉତ୍ତାରେ ତାହାର ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, “ଆମ୍ଭମାନଙ୍କର ପିତା ବୃଦ୍ଧ, ପୁଣି, ସଂସାରର ବ୍ୟବହାରାନୁସାରେ ଆମ୍ଭମାନଙ୍କର ସହବାସ କରିବାକୁ ଏ ଦେଶରେ ତ କୌଣସି ପୁରୁଷ ନାହିଁ। |
490 | GEN 19:32 | ଆସ, ଆମ୍ଭେମାନେ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଇ ପିତାଙ୍କ ବଂଶ ରକ୍ଷା ନିମିତ୍ତ ତାଙ୍କ ସଙ୍ଗେ ଶୟନ କରିବା।” |
492 | GEN 19:34 | ଆର ଦିନ ସେହି ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, “ଦେଖ, ମୁଁ ଗତ ରାତ୍ର ପିତାଙ୍କ ସଙ୍ଗରେ ଶୟନ କଲି, ଆସ, ଆଜ ରାତ୍ର ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଉ; ତହୁଁ ତୁମ୍ଭେ ଯାଇ ପିତାଙ୍କ ବଂଶ ରକ୍ଷାର୍ଥେ ତାଙ୍କ ସଙ୍ଗେ ଶୟନ କର।” |
498 | GEN 20:2 | ପୁଣି, ଅବ୍ରହାମ ଆପଣା ଭାର୍ଯ୍ୟା ସାରା ବିଷୟରେ କହିଲେ, “ସେ ମୋହର ଭଗିନୀ; ଏହେତୁ ଗରାରର ରାଜା ଅବିମେଲକ ଲୋକ ପଠାଇ ସାରାକୁ ନେଇଗଲେ।” |
499 | GEN 20:3 | ତହୁଁ ରାତ୍ରିକାଳରେ ପରମେଶ୍ୱର ସ୍ୱପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, “ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକୁ ତୁମ୍ଭେ ନେଇଅଛ, ତାହାର ସ୍ୱାମୀ ଅଛି।” |
500 | GEN 20:4 | ମାତ୍ର ଅବିମେଲକ ତାହାର ସହବାସ କରି ନ ଥିବାରୁ କହିଲେ, “ହେ ପ୍ରଭୁ, ଯେଉଁ ଦେଶୀୟ ଲୋକେ ନିର୍ଦ୍ଦୋଷ, ସେମାନଙ୍କୁ ହିଁ କି ଆପଣ ବଧ କରିବେ ? |
501 | GEN 20:5 | ସେହି ବ୍ୟକ୍ତି କି ନିଜେ ମୋତେ କହି ନ ଥିଲା ଯେ, ସେ ମୋହର ଭଗିନୀ ? ପୁଣି, ସେହି ସ୍ତ୍ରୀ ନିଜେ କହିଲା କି ସେ ମୋହର ଭ୍ରାତା; ଏଣୁ ମନର ସରଳତା ଓ ହସ୍ତର ନିର୍ଦ୍ଦୋଷତାରେ ମୁଁ ଏହି କାର୍ଯ୍ୟ କରିଅଛି।” |
502 | GEN 20:6 | ତେବେ ପରମେଶ୍ୱର ସ୍ୱପ୍ନ ଯୋଗେ ତାହାକୁ କହିଲେ, “ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି, ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏ ନିମନ୍ତେ ତାଙ୍କୁ ସ୍ପର୍ଶ କରିବାକୁ ତୁମ୍ଭଙ୍କୁ ଦେଲୁ ନାହିଁ। |
503 | GEN 20:7 | ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।” |
505 | GEN 20:9 | ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ।” |
506 | GEN 20:10 | ଅବିମେଲକ ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ କ’ଣ ଦେଖି ଏରୂପ କର୍ମ କଲ ?” |
507 | GEN 20:11 | ସେତେବେଳେ ଅବ୍ରହାମ କହିଲେ, “ଏ ଦେଶରେ ପରମେଶ୍ୱରଙ୍କ ପ୍ରତି କିଛି ଭୟ ନାହିଁ; ଏ ନିମନ୍ତେ ମୁଁ ଭାବିଲି, ଏମାନେ ଅବା ମୋହର ଭାର୍ଯ୍ୟା ଲୋଭରେ ମୋତେ ବଧ କରିବେ। |
509 | GEN 20:13 | ଯେତେବେଳେ ପରମେଶ୍ୱର ମୋତେ ପୈତୃକ ଗୃହରୁ ଭ୍ରମଣ କରାଇଲେ, ସେତେବେଳେ ମୁଁ ତାହାକୁ କହିଲି, ତୁମ୍ଭେ ମୋ’ ପ୍ରତି ଏହି ଅନୁଗ୍ରହ କରିବ, ଆମ୍ଭେମାନେ ଯେଉଁ ଯେଉଁ ସ୍ଥାନକୁ ଯିବୁ, ସେହି ସେହି ସ୍ଥାନରେ ତୁମ୍ଭେ ମୋତେ ଭାଇ ବୋଲି ପରିଚୟ ଦେବ।” |
511 | GEN 20:15 | ଏଥିଉତ୍ତାରେ ଅବିମେଲକ କହିଲେ, “ଦେଖ, ଆମ୍ଭର ଏହି ସମସ୍ତ ଦେଶ ତୁମ୍ଭ ସମ୍ମୁଖରେ ଅଛି, ତୁମ୍ଭର ଯେଉଁଠାରେ ଇଚ୍ଛା, ସେହିଠାରେ ବାସ କର।” |
512 | GEN 20:16 | ପୁଣି, ସେ ସାରାକୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ଭ୍ରାତାକୁ ସହସ୍ର ଖଣ୍ଡ ରୂପା ଦେଲୁ; ଦେଖ, ତାହା ତୁମ୍ଭ ପ୍ରତି ଘଟିଥିବା ସକଳ ବିଷୟ ନିମନ୍ତେ ସମସ୍ତଙ୍କ ସାକ୍ଷାତରେ ଚକ୍ଷୁର ଆବରଣ ସ୍ୱରୂପ; ଆଉ ସମସ୍ତ ବିଷୟରେ ତୁମ୍ଭ ପ୍ରତି ନ୍ୟାୟ ବିଚାର କରାଗଲା।” |
520 | GEN 21:6 | ଆଉ ସାରା କହିଲେ, “ପରମେଶ୍ୱର ମୋତେ ହସାଇଲେ, ଏହା ଶୁଣି ସମସ୍ତେ ମୋ’ ସହିତ ହସିବେ।” |
521 | GEN 21:7 | ସେ ଆହୁରି କହିଲେ, “ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏକଥା ଅବ୍ରହାମଙ୍କୁ କିଏ କହିପାରନ୍ତା ? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି।” |
524 | GEN 21:10 | ଏହେତୁ ସେ ଅବ୍ରହାମଙ୍କୁ କହିଲା, “ତୁମ୍ଭେ ଏହି ଦାସୀକି ଓ ଏହାର ପୁତ୍ରକୁ ଦୂର କରି ଦିଅ; କାରଣ ଏହି ଦାସୀର ପୁତ୍ର ମୋହର ପୁତ୍ର ଇସ୍ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ।” |
526 | GEN 21:12 | ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ। |
527 | GEN 21:13 | ଆଉ ଏହି ଦାସୀର ପୁତ୍ର ତୁମ୍ଭର ବଂଶ, ଏଣୁ ଆମ୍ଭେ ତାହାଠାରୁ ଏକ ଗୋଷ୍ଠୀ ଉତ୍ପନ୍ନ କରିବା।” |
530 | GEN 21:16 | ପୁଣି, ସେ ତାହା ଆଗରୁ ଦୂରକୁ ତୀରେକ ପରିମାଣ ଯାଇ ବସିଲା; କାରଣ ସେ କହିଲା, “ବାଳକର ମରଣ ମୁଁ ଦେଖିବି ନାହିଁ।” ପୁଣି, ସେ ତାହା ଆଗରେ ବସି ଉଚ୍ଚ ସ୍ୱରରେ ରୋଦନ କଲା। |
531 | GEN 21:17 | ସେତେବେଳେ ପରମେଶ୍ୱର ବାଳକର ରବ ଶୁଣିଲେ; ପୁଣି, ପରମେଶ୍ୱରଙ୍କ ଦୂତ ଆକାଶରୁ ଡାକି ହାଗାରଙ୍କୁ କହିଲେ, “ଆଗୋ ହାଗାର, ତୁମ୍ଭର କଅଣ ହେଲା ? ଭୟ କର ନାହିଁ; କାରଣ, ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ୱର ତାହାର ରବ ଶୁଣିଅଛନ୍ତି। |
532 | GEN 21:18 | ତୁମ୍ଭେ ଠିଆ ହୋଇ ବାଳକଙ୍କୁ ଉଠାଇ ହସ୍ତରେ ଧର; ଆମ୍ଭେ ତାହାଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା।” |
536 | GEN 21:22 | ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି। |
537 | GEN 21:23 | ଏଥିପାଇଁ ତୁମ୍ଭେ ଆମ୍ଭ ପ୍ରତି ଓ ଆମ୍ଭର ପୁତ୍ରପୌତ୍ର ପ୍ରତି ବିଶ୍ୱାସଘାତକତା କରିବ ନାହିଁ; ପୁଣି, ଆମ୍ଭେ ତୁମ୍ଭ ପ୍ରତି ଯେପରି ଅନୁଗ୍ରହ କରିଅଛୁ, ତଦନୁସାରେ ତୁମ୍ଭେ ଆମ୍ଭ ପ୍ରତି ଓ ତୁମ୍ଭର ପ୍ରବାସ ସ୍ଥାନ ଏହି ଦେଶ ପ୍ରତି ଅନୁଗ୍ରହ କରିବ, ଆମ୍ଭ ଆଗରେ ପରମେଶ୍ୱରଙ୍କ ଶପଥ କରି ଏହି କଥା କୁହ।” |
538 | GEN 21:24 | ତହିଁରେ ଅବ୍ରହାମ କହିଲେ, “ମୁଁ ଶପଥ କରିବି।” |
540 | GEN 21:26 | ତହିଁରେ ଅବିମେଲକ କହିଲେ, “ଏ କର୍ମ କିଏ କଲା, ତାହା ଆମ୍ଭେ ଜାଣି ନାହୁଁ; ପୁଣି, ତୁମ୍ଭେ ହିଁ ଆମ୍ଭକୁ ଜଣାଇ ନାହଁ; ଆମ୍ଭେ କେବଳ ଆଜି ଏ କଥା ଶୁଣିଲୁ।” |
543 | GEN 21:29 | ତହିଁରେ ଅବିମେଲକ ଅବ୍ରହାମଙ୍କୁ ପଚାରିଲେ, “ତୁମ୍ଭେ କି ଅଭିପ୍ରାୟରେ ଏହି ସାତଗୋଟି ମେଷବତ୍ସା ପୃଥକ କରି ରଖିଲ ?” |
544 | GEN 21:30 | ଅବ୍ରହାମ କହିଲେ, “ମୁଁ ଯେ ଏହି କୂପ ଖୋଳିଅଛି, ତହିଁର ପ୍ରମାଣ ନିମନ୍ତେ ମୋ’ଠାରୁ ଏହି ସାତଗୋଟି ମେଷବତ୍ସା ନେବାକୁ ହେବ।” |
549 | GEN 22:1 | ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, “ହେ ଅବ୍ରହାମ। ତହିଁରେ ସେ ଉତ୍ତର କଲେ, ଦେଖନ୍ତୁ, ମୁଁ ଏଠାରେ ଅଛି।” |
550 | GEN 22:2 | ସେତେବେଳେ ସେ କହିଲେ, “ତୁମ୍ଭେ ଏବେ ଆପଣା ପୁତ୍ରକୁ, ତୁମ୍ଭର ଅଦ୍ୱିତୀୟ ପୁତ୍ରକୁ, ଅର୍ଥାତ୍, ତୁମ୍ଭେ ଯାହାକୁ ସ୍ନେହ କର, ସେହି ଇସ୍ହାକକୁ ଘେନି ମୋରୀୟା ଦେଶକୁ ଯାଅ; ପୁଣି, ଆମ୍ଭେ ସେହି ଦେଶରେ ଯେଉଁ ପର୍ବତ କହିବା, ସେହି ପର୍ବତ ଉପରେ ତାହାକୁ ହୋମାର୍ଥେ ବଳିଦାନ କର।” |
553 | GEN 22:5 | ସେତେବେଳେ ଅବ୍ରହାମ ସେହି ଦାସମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନରେ ଗଧ ସହିତ ଥାଅ, ମୁଁ ଓ ବାଳକ ଦୁହେଁ ସେ ସ୍ଥାନକୁ ଯାଇ ଆରାଧନା କରି ପଛେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା।” |
555 | GEN 22:7 | ଆଉ ଇସ୍ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, “ହେ ମୋହର ପିତଃ।” ତହିଁରେ ସେ ଉତ୍ତର କଲେ, “ପୁତ୍ର, ଦେଖ, ମୁଁ ଏଠାରେ।” ସେତେବେଳେ ସେ ପଚାରିଲା, “ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢା ଛୁଆ କାହିଁ ?” |
556 | GEN 22:8 | ତହିଁରେ ଅବ୍ରହାମ କହିଲେ, “ପୁତ୍ର, ପରମେଶ୍ୱର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ।” ତହୁଁ ଦୁହେଁ ଏକତ୍ର ଚାଲିଗଲେ। |
559 | GEN 22:11 | ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ !” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।” |
560 | GEN 22:12 | ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।” |
564 | GEN 22:16 | “ସଦାପ୍ରଭୁ କହୁଅଛନ୍ତି, ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ଅସମ୍ମତ ନୋହିଲ; |
566 | GEN 22:18 | ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।” |
568 | GEN 22:20 | ସେହି ଘଟଣା ଉତ୍ତାରେ ଅବ୍ରହାମଙ୍କୁ ଏହି ସମ୍ବାଦ ଦିଆଗଲା, “ଶୁଣ, ମିଲ୍କା ମଧ୍ୟ ତୁମ୍ଭ ଭ୍ରାତା ନାହୋର ନିମନ୍ତେ ସନ୍ତାନସନ୍ତତି ପ୍ରସବ କରିଅଛି। |
570 | GEN 22:22 | ପୁଣି, କେଷଦ୍ ଓ ହସୋ ଓ ପିଲଦଶ୍ ଓ ଯିଦ୍ଲଫ୍ ଓ ବଥୂୟେଲ।” |
576 | GEN 23:4 | “ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋ’ ଦୃଷ୍ଟିର ଅଗୋଚରରେ ମୋ’ ମୃତକୁ କବର ଦେବି।” |
577 | GEN 23:5 | ତହୁଁ ହେତ୍ର ସନ୍ତାନମାନେ ଅବ୍ରହାମଙ୍କୁ ଉତ୍ତର ଦେଲେ, “ହେ ପ୍ରଭୁ, ଆମ୍ଭମାନଙ୍କ କଥା ଶୁଣନ୍ତୁ; |
578 | GEN 23:6 | ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ।” |
580 | GEN 23:8 | ପୁଣି, କଥୋପକଥନ କରି କହିଲେ, “ମୋ’ ଦୃଷ୍ଟିର ବାହାରେ ମୋ’ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯଦି ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋ’ କଥା ଶୁଣନ୍ତୁ; ଆପଣମାନେ ମୋ’ ନିମନ୍ତେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କରନ୍ତୁ। |
581 | GEN 23:9 | ସେ ଆପଣମାନଙ୍କ ମଧ୍ୟରେ ମୋହର କବର ସ୍ଥାନ ଅଧିକାର ନିମନ୍ତେ ମକ୍ପେଲାରେ ତାଙ୍କ କ୍ଷେତ୍ର ପ୍ରାନ୍ତରେ ଥିବା ଗୁହା ମୋତେ ଦିଅନ୍ତୁ; ତହିଁରେ ଯେତେ ମୂଲ୍ୟ ହୁଏ, ତାହା ନେଇ ଦିଅନ୍ତୁ।” |
583 | GEN 23:11 | “ପ୍ରଭୁ, ସେପରି ନ ହେଉ, ମୋ’ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।” |
585 | GEN 23:13 | ପୁଣି, ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣକୁ କହିଲେ, “ଆପଣ ଯଦି ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋ’ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ଭାର୍ଯ୍ୟାର ମୃତ ଦେହକୁ କବର ଦେବି।” |
587 | GEN 23:15 | “ପ୍ରଭୁ, ମୋ’ କଥା ଶୁଣନ୍ତୁ; ଭୂମି ଖଣ୍ଡକର ମୂଲ୍ୟ ତ ଚାରିଶହ ଶେକଲ ରୂପା, ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର ? ଏଥିପାଇଁ ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।” |
594 | GEN 24:2 | ଏଣୁ ସେ ଆପଣା ଗୃହର ସର୍ବକାର୍ଯ୍ୟାଧ୍ୟକ୍ଷ ବୃଦ୍ଧ ଦାସକୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ମୋ’ ଜଙ୍ଘରେ ହସ୍ତ ଦିଅ; |
595 | GEN 24:3 | ମୁଁ ସ୍ୱର୍ଗ ମର୍ତ୍ତ୍ୟର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ତୁମ୍ଭକୁ ଶପଥ କରାଇବି ଯେ, ଯେଉଁ କିଣାନୀୟ ଲୋକମାନଙ୍କ ମଧ୍ୟରେ ମୁଁ ବାସ କରୁଅଛି, ତୁମ୍ଭେ ସେମାନଙ୍କ ମଧ୍ୟରୁ ମୋ’ ପୁତ୍ରର ବିବାହାର୍ଥେ କୌଣସି କନ୍ୟା ଗ୍ରହଣ କରିବ ନାହିଁ; |
596 | GEN 24:4 | ମାତ୍ର, ତୁମ୍ଭେ ଆମ୍ଭ ଦେଶୀୟ ଜ୍ଞାତିମାନଙ୍କ ନିକଟକୁ ଯାଇ ମୋ’ ପୁତ୍ର ଇସ୍ହାକ ନିମନ୍ତେ କନ୍ୟା ଆଣିବ।” |