Wildebeest analysis examples for:   ory-ory   ‍    February 25, 2023 at 00:57    Script wb_pprint_html.py   by Ulf Hermjakob

12  GEN 1:12  ଅର୍ଥାତ୍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।
14  GEN 1:14  ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।
18  GEN 1:18  ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
24  GEN 1:24  ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।
40  GEN 2:9  ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।
45  GEN 2:14  ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍
48  GEN 2:17  ମାତ୍ର, ସଦସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”
81  GEN 4:1  ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।”
82  GEN 4:2  ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।
102  GEN 4:22  ସିଲ୍ଲାର ଗର୍ଭରେ ତୁବଲ୍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।
105  GEN 4:25  ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
138  GEN 5:32  ଆଉ ନୋହଙ୍କୁ ପାଞ୍ଚଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍କୁ ଜାତ କଲେ।
148  GEN 6:10  ନୋହ, ଶେମ ଓ ହାମ ଓ ଯେଫତ୍, ଏହି ତିନି ପୁତ୍ରଙ୍କୁ ଜାତ କଲେ।
173  GEN 7:13  ସେହି ଦିନରେ ନୋହ, ପୁଣି, ଶେମ ଓ ହାମ ଓ ଯେଫତ୍ ନାମକ ନୋହଙ୍କର ପୁତ୍ରମାନେ, ଆଉ ସେମାନଙ୍କ ସହିତ ନୋହଙ୍କର ଭାର୍ଯ୍ୟା ଓ ତିନି ପୁତ୍ରବଧୂ ଜାହାଜରେ ପ୍ରବେଶ କଲେ।
175  GEN 7:15  ଅର୍ଥାତ୍, ପ୍ରାଣବାୟୁ ବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।
181  GEN 7:21  ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ,
183  GEN 7:23  ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।
188  GEN 8:4  ଏଥିଉତ୍ତାରେ ସପ୍ତମ ମାସର ସପ୍ତଦଶ ଦିନରେ ଆରାରାଟ୍ ପର୍ବତ ଉପରେ ଜାହାଜ ଲାଗି ରହିଲା।
209  GEN 9:3  ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ।
210  GEN 9:4  ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍) ସରକ୍ତ ମାଂସ ଖାଇବ ନାହିଁ।
216  GEN 9:10  ଅର୍ଥାତ୍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ।
224  GEN 9:18  ନୋହଙ୍କର ଯେଉଁ ପୁତ୍ରମାନେ ଜାହାଜରୁ ବହିର୍ଗତ ହେଲେ, ସେମାନଙ୍କ ନାମ ଶେମ ଓ ହାମ ଓ ଯେଫତ୍; ହାମ କିଣାନର ପିତା।
229  GEN 9:23  ସେତେବେଳେ ଶେମ ଓ ଯେଫତ୍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ।
233  GEN 9:27  ପରମେଶ୍ୱର ଯେଫତ୍କୁ ବର୍ଦ୍ଧିଷ୍ଣୁ କରନ୍ତୁ; ପୁଣି, ସେ ଶେମର ତମ୍ବୁରେ ବାସ କରୁ; ଆଉ କିଣାନ ତାହାର ଦାସ ହେଉ।”
236  GEN 10:1  ଶେମ, ହାମ, ଯେଫତ୍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି। ଜଳପ୍ଳାବନ ପରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ।
237  GEN 10:2  ଗୋମର, ମାଗୋଗ୍, ମାଦୟ, ଯବନ, ତୁବଲ୍, ମେଶକ୍ ତୀରସ୍, ଏମାନେ ଯେଫତ୍ସନ୍ତାନ।
238  GEN 10:3  ଅସ୍କିନସ୍ ରୀଫତ୍ ଓ ତୋଗର୍ମା, ଏମାନେ ଗୋମରର ସନ୍ତାନ।
241  GEN 10:6  କୂଶ, ମିସର, ପୂଟ୍ ଓ କିଣାନ, ଏମାନେ ହାମର ସନ୍ତାନ।
243  GEN 10:8  ନିମ୍ରୋଦ୍ କୂଶର ପୁତ୍ର; ସେ ପୃଥିବୀ ମଧ୍ୟରେ ପରାକ୍ରମୀ ହେବାକୁ ଲାଗିଲା।
244  GEN 10:9  ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍ ତୁଲ୍ୟ।”
245  GEN 10:10  ପୁଣି, ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍କଦ୍ ଓ କଲନେ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା।
246  GEN 10:11  ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍ ପୁରୀ ଓ କେଲହ,
247  GEN 10:12  ପୁଣି, ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ୍ ନଗର ସ୍ଥାପନ କଲା; ଏହି ରେଷନ୍ ମହାନଗର।
249  GEN 10:14  ଓ ପଥ୍ରୋଷୀୟ ଓ ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନେ ମିସରର ସନ୍ତାନ।
256  GEN 10:21  ଯେଫତ୍ଜ୍ୟେଷ୍ଠ ଭ୍ରାତା ଶେମର ମଧ୍ୟ ସନ୍ତାନସନ୍ତତି ଥିଲେ, ଅର୍ଥାତ୍, ସେ ଏବରର ସନ୍ତାନମାନଙ୍କ ଆଦିପୁରୁଷ ଥିଲା।
257  GEN 10:22  ଶେମର ଏହିସବୁ ସନ୍ତାନ, ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଲୁଦ୍ ଓ ଅରାମ।
258  GEN 10:23  ଏହି ଅରାମର ସନ୍ତାନ ଊଷ୍ ଓ ହୂଲ ଓ ଗେଥର ଓ ମଶ୍
259  GEN 10:24  ପୁଣି, ଅର୍ଫକ୍ଷଦର ସନ୍ତାନ ଶେଲହ ଓ ଶେଲହର ସନ୍ତାନ ଏବର।
260  GEN 10:25  ଏହି ଏବରର ଦୁଇ ପୁତ୍ର; ଏକର ନାମ ପେଲଗ୍ (ବିଭାଗ), କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା; ତାହାର ଭ୍ରାତାର ନାମ ଯକ୍ତନ୍
261  GEN 10:26  ପୁଣି, ଯକ୍ତନ୍ପୁତ୍ର ଅଲ୍ମୋଦଦ ଶେଲଫ୍ ହତ୍ସର୍ମାବତ୍ ଓ ଯେରହ
264  GEN 10:29  ଓ ଓଫୀର ଓ ହବୀଲା ଓ ଯୋବବ୍, ଏହି ସମସ୍ତ ଯକ୍ତନ୍ସନ୍ତାନ।
277  GEN 11:10  ଶେମର ବଂଶାବଳୀ ଏହି। ଜଳପ୍ଳାବନର ଦୁଇ ବର୍ଷ ଉତ୍ତାରେ ଶେମ ଶହେ ବର୍ଷ ବୟସରେ ଅର୍ଫକ୍ଷଦକୁ ଜାତ କଲା।
278  GEN 11:11  ଅର୍ଫକ୍ଷଦ ଜନ୍ମିଲା ଉତ୍ତାରେ ଶେମ ପାଞ୍ଚଶହ ବର୍ଷ ବଞ୍ଚି ଆଉ ସନ୍ତାନସନ୍ତତି ଜାତ କଲା।
279  GEN 11:12  ପୁଣି, ଅର୍ଫକ୍ଷଦ ପଞ୍ଚତିରିଶ ବର୍ଷ ବୟସରେ ଶେଲହକୁ ଜାତ କଲା।
280  GEN 11:13  ଶେଲହର ଜନ୍ମ ଉତ୍ତାରେ ଅର୍ଫକ୍ଷଦ ଚାରିଶହ ତିନି ବର୍ଷ ଜୀବିତ ରହି ଆଉ ପୁତ୍ରକନ୍ୟା ଜାତ କଲା।
295  GEN 11:28  ମାତ୍ର ହାରଣ ଆପଣା ପିତା ତେରହର ସାକ୍ଷାତରେ କଲ୍ଦୀୟମାନଙ୍କ ଊର ନାମକ ଆପଣା ଜନ୍ମ ଦେଶରେ ମଲା।
296  GEN 11:29  ଏଥିଉତ୍ତାରେ ଅବ୍ରାମ ଓ ନାହୋର ବିବାହ କଲେ; ଅବ୍ରାମଙ୍କ ଭାର୍ଯ୍ୟାଙ୍କର ନାମ ସାରୀ ଓ ନାହୋରର ଭାର୍ଯ୍ୟାର ନାମ ମିଲ୍କା, ସେ ହାରଣର କନ୍ୟା ଥିଲା; ସେହି ହାରଣ ମିଲ୍କା ଓ ଯିସ୍କାର ପିତା।
298  GEN 11:31  ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।
307  GEN 12:8  ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
322  GEN 13:3  ପୁଣି, ସେ ପୂର୍ବଯାତ୍ରାନୁସାରେ ଦକ୍ଷିଣରୁ ବେଥେଲ୍ ଆଡ଼କୁ ଯାଉ ଯାଉ ବେଥେଲ୍ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ବୁ ସ୍ଥାପିତ ହୋଇଥିଲା,
338  GEN 14:1  ଏଥିଉତ୍ତାରେ ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ୍ ରାଜା ଓ ଏଲମ୍କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜାଙ୍କର ଅଧିକାର ସମୟରେ,
339  GEN 14:2  ଏମାନେ ସଦୋମର ରାଜା ବିରା ଓ ହମୋରାର ରାଜା ବିର୍ଶା ଓ ଅଦ୍ମାର ରାଜା ଶିନାବ୍ ଓ ସବୋୟୀମର ରାଜା ଶିମେବର ଓ ବିଲାର, ଅର୍ଥାତ୍, ସୋୟରର ରାଜା ସହିତ ଯୁଦ୍ଧ କଲେ।
340  GEN 14:3  ଏସମସ୍ତେ ସୀଦ୍ଦୀମ ପଦାରେ, ଅର୍ଥାତ୍, ଲବଣ ସମୁଦ୍ର ନିକଟରେ ଏକତ୍ର ହୋଇଥିଲେ।
342  GEN 14:5  ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜାଗଣ ଆସି ଅଷ୍ଟରୋତ୍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବୀ କିରୀୟାଥୟିମରେ ଏମୀୟ ଲୋକମାନଙ୍କୁ,
344  GEN 14:7  ପୁଣି, ସେମାନେ ସେହି ସ୍ଥାନରୁ ବାହୁଡ଼ି ଐଣ୍ମିସ୍ପଟ୍, ଅର୍ଥାତ୍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ୍-ସସୋନ୍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।
345  GEN 14:8  ଏହେତୁ ସଦୋମର ରାଜା ଓ ହମୋରାର ରାଜା ଓ ଅଦ୍ମାର ରାଜା ଓ ସବୋୟୀମର ରାଜା ଓ ବିଲାର, ଅର୍ଥାତ୍, ସୋୟରର ରାଜା, ଏହି ପାଞ୍ଚ ରାଜା ମିଳିତ ହୋଇ,
346  GEN 14:9  ଏଲମ୍କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜା ଓ ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ୍ ରାଜା, ଏହି ଚାରି ରାଜାଙ୍କ ସହିତ ସୀଦ୍ଦୀମ ପଦାରେ ଯୁଦ୍ଧ କରିବାକୁ ଲାଗିଲେ।
351  GEN 14:14  ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନିଶହ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ୍ ନଗର ପର୍ଯ୍ୟନ୍ତ ଗଲେ।
354  GEN 14:17  ଏହିରୂପେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣକୁ ଜୟ କରି ବାହୁଡ଼ିଲା ଉତ୍ତାରେ, ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍, ରାଜାର ପଦାକୁ ଗମନ କଲେ।
355  GEN 14:18  ପୁଣି, ଶାଲେମ୍ରାଜା ମଲ୍କୀଷେଦକ ରୁଟି ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ;
361  GEN 14:24  କେବଳ ମୋହର ଯୁବା ଲୋକମାନେ ଯାହା ଭୋଜନ କରିଅଛନ୍ତି, ତାହା ନେବି, ପୁଣି, ମୋହର ଯେଉଁ ସହାୟଗଣ ସଙ୍ଗରେ ଯାଇଥିଲେ, ସେମାନେ, ଅର୍ଥାତ୍, ଆନେର୍ ଓ ଇଷ୍କୋଲ ଓ ମମ୍ରି ଆପଣା ଆପଣା ପ୍ରାପ୍ତବ୍ୟ ଭାଗ ଗ୍ରହଣ କରନ୍ତୁ।”
368  GEN 15:7  ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।”
379  GEN 15:18  ପୁଣି, ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,
380  GEN 15:19  ଅର୍ଥାତ୍, କେନୀୟ, କନଜୀୟ, କଦ୍ମୋନୀୟ,
389  GEN 16:7  ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ପ୍ରାନ୍ତର ମଧ୍ୟରେ ଗୋଟିଏ ନିର୍ଝର ନିକଟରେ, ଅର୍ଥାତ୍, ଶୂରର ପଥରେ ଯେଉଁ ନିର୍ଝର ଅଛି, ତହିଁ ନିକଟରେ ତାହାକୁ ଦେଖି କହିଲେ,
417  GEN 17:19  ସେତେବେଳେ ପରମେଶ୍ୱର କହିଲେ, “ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି, ତୁମ୍ଭେ ତାହାର ନାମ ଇସ୍ହାକ ରଖିବ, ପୁଣି, ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ।
419  GEN 17:21  ମାତ୍ର ଆଗାମୀ ବର୍ଷର ଏହି ସମୟରେ ସାରାର ଗର୍ଭରୁ ଯେଉଁ ଇସ୍ହାକ ଜନ୍ମିବ, ତାହା ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରିବା।”
421  GEN 17:23  ଏଥିଉତ୍ତାରେ ଅବ୍ରହାମ ଆପଣା ପୁତ୍ର ଇଶ୍ମାୟେଲକୁ ଓ ଆପଣା ଗୃହଜାତ ଓ ମୂଲ୍ୟକ୍ରୀତ ସମସ୍ତ ଲୋକଙ୍କୁ, ଅର୍ଥାତ୍ ଅବ୍ରହାମଙ୍କର ଗୃହସ୍ଥିତ ପ୍ରତ୍ୟେକ ପୁରୁଷକୁ ଘେନି ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେହି ଦିନ ସମସ୍ତଙ୍କ ଲିଙ୍ଗାଗ୍ର ଚର୍ମ ଛେଦନ କଲେ।
462  GEN 19:4  ମାତ୍ର ସେମାନେ ଶୟନ କରିବା ପୂର୍ବେ ସେହି ନଗରର ଲୋକମାନେ, ଅର୍ଥାତ୍, ସଦୋମର ଯୁବାବୃଦ୍ଧାଦି ସମସ୍ତ ଲୋକ ଚାରିଆଡ଼ୁ ଆସି ତାହାର ଘର ଘେରିଲେ।
467  GEN 19:9  ସେତେବେଳେ ସେମାନେ କହିଲେ, “ଘୁଞ୍ଚି ଯା।” ପୁଣି କହିଲେ, “ଏ ଲୋକଟା ଆମ୍ଭମାନଙ୍କ ମଧ୍ୟରେ ପ୍ରବାସ କରିବାକୁ ଆସି ଆମ୍ଭମାନଙ୍କର ବିଚାରକର୍ତ୍ତା ହେବାକୁ ଚାହେଁ; ଏବେ ସେମାନଙ୍କଠାରୁ ତୋ’ ପ୍ରତି ଆହୁରି କୁବ୍ୟବହାର କରିବା।” ତହୁଁ ସେମାନେ ସେହି ମନୁଷ୍ୟ, ଅର୍ଥାତ୍, ଲୋଟ ପ୍ରତି ବଳ ପ୍ରୟୋଗ କରି କବାଟ ଭାଙ୍ଗିବାକୁ ଗଲେ।
503  GEN 20:7  ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”
517  GEN 21:3  ସେତେବେଳେ ଅବ୍ରହାମ ସାରାର ଗର୍ଭଜାତ ନିଜ ପୁତ୍ରର ନାମ ଇସ୍ହାକ ରଖିଲେ।
518  GEN 21:4  ପୁଣି, ଅବ୍ରହାମ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍ହାକକୁ ଅଷ୍ଟମ ଦିନରେ ସୁନ୍ନତ କଲେ।
519  GEN 21:5  ଅବ୍ରହାମଙ୍କର ଶହେ ବର୍ଷ ବୟସରେ ତାଙ୍କର ପୁତ୍ର ଇସ୍ହାକ ଜାତ ହେଲା।
522  GEN 21:8  ଆଉ ବାଳକ ବଡ଼ ହୁଅନ୍ତେ, ସେମାନେ ତାକୁ ସ୍ତନପାନ ତ୍ୟାଗ କରାଇଲେ; ପୁଣି, ଯେଉଁ ଦିନ ଇସ୍ହାକକୁ ସ୍ତନପାନ ତ୍ୟାଗ କରାଇଲେ, ସେହି ଦିନ ଅବ୍ରହାମ ମହାଭୋଜ ପ୍ରସ୍ତୁତ କଲେ।
524  GEN 21:10  ଏହେତୁ ସେ ଅବ୍ରହାମଙ୍କୁ କହିଲା, “ତୁମ୍ଭେ ଏହି ଦାସୀକି ଓ ଏହାର ପୁତ୍ରକୁ ଦୂର କରି ଦିଅ; କାରଣ ଏହି ଦାସୀର ପୁତ୍ର ମୋହର ପୁତ୍ର ଇସ୍ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ।”
526  GEN 21:12  ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ।
528  GEN 21:14  ଏଥିଉତ୍ତାରେ ଅବ୍ରହାମ ପ୍ରଭାତରେ ଉଠି ରୁଟି ଓ ଜଳପୂର୍ଣ୍ଣ କୁମ୍ପା ଘେନି ହାଗାରର ସ୍କନ୍ଧରେ ଦେଇ ବାଳକଙ୍କୁ ସମର୍ପଣ କରି ତାହାଙ୍କୁ ବିଦାୟ କଲେ; ତହିଁରେ ସେ ପ୍ରସ୍ଥାନ କରି ବେର୍ଶେବା ନାମକ ପ୍ରାନ୍ତରରେ ପଥ ହରାଇଲା।
545  GEN 21:31  ଏଣୁ ସେହି ସ୍ଥାନର ନାମ ବେର୍ଶେବା (ଶପଥ-କୂପ) ହେଲା, ଯେହେତୁ ସେହିଠାରେ ସେ ଦୁହେଁ ଶପଥ କଲେ।
546  GEN 21:32  ଏହିରୂପେ ସେମାନେ ବେର୍ଶେବା ନିକଟରେ ନିୟମ ସ୍ଥିର କରନ୍ତେ, ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଉଠି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ।
547  GEN 21:33  ଏଥିଉତ୍ତାରେ ଅବ୍ରହାମ ସେହି ବେର୍ଶେବା ନିକଟରେ ଏକ ଝାଉଁ ବୃକ୍ଷ ରୋପଣ କରି ସେହି ସ୍ଥାନରେ ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
550  GEN 22:2  ସେତେବେଳେ ସେ କହିଲେ, “ତୁମ୍ଭେ ଏବେ ଆପଣା ପୁତ୍ରକୁ, ତୁମ୍ଭର ଅଦ୍ୱିତୀୟ ପୁତ୍ରକୁ, ଅର୍ଥାତ୍, ତୁମ୍ଭେ ଯାହାକୁ ସ୍ନେହ କର, ସେହି ଇସ୍ହାକକୁ ଘେନି ମୋରୀୟା ଦେଶକୁ ଯାଅ; ପୁଣି, ଆମ୍ଭେ ସେହି ଦେଶରେ ଯେଉଁ ପର୍ବତ କହିବା, ସେହି ପର୍ବତ ଉପରେ ତାହାକୁ ହୋମାର୍ଥେ ବଳିଦାନ କର।”
551  GEN 22:3  ତହିଁରେ ଅବ୍ରହାମ ପ୍ରଭାତରେ ଉଠି ଗଧ ସଜାଇ ଦୁଇଜଣ ଦାସ ଓ ଆପଣା ପୁତ୍ର ଇସ୍ହାକକୁ ସଙ୍ଗରେ ନେଲେ, ଆଉ ହୋମ ନିମନ୍ତେ କାଠ କାଟି ପରମେଶ୍ୱରଙ୍କ ନିର୍ଦ୍ଦିଷ୍ଟ ସ୍ଥାନକୁ ଯାତ୍ରା କଲେ।
554  GEN 22:6  ତହୁଁ ଅବ୍ରହାମ ଯଜ୍ଞକାଷ୍ଠ ଘେନି ଆପଣା ପୁତ୍ର ଇସ୍ହାକର ସ୍କନ୍ଧରେ ଦେଇ ନିଜ ହସ୍ତରେ ଅଗ୍ନି ଓ ଛୁରିକା ଘେନିଲେ, ପୁଣି, ଦୁହେଁ ଏକତ୍ର ଚାଲିଗଲେ।
555  GEN 22:7  ଆଉ ଇସ୍ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, “ହେ ମୋହର ପିତଃ।” ତହିଁରେ ସେ ଉତ୍ତର କଲେ, “ପୁତ୍ର, ଦେଖ, ମୁଁ ଏଠାରେ।” ସେତେବେଳେ ସେ ପଚାରିଲା, “ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢା ଛୁଆ କାହିଁ ?”
557  GEN 22:9  ଆଉ ପରମେଶ୍ୱରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ।
567  GEN 22:19  ଏଥିଉତ୍ତାରେ ଅବ୍ରହାମ ସେହି ଦାସମାନଙ୍କ ନିକଟକୁ ଫେରିଗଲେ; ଆଉ ସେମାନେ ଉଠି ଏକତ୍ର ବେର୍ଶେବାକୁ ଗଲେ ଓ ଅବ୍ରହାମ ବେର୍ଶେବାରେ ବାସ କଲେ।
568  GEN 22:20  ସେହି ଘଟଣା ଉତ୍ତାରେ ଅବ୍ରହାମଙ୍କୁ ଏହି ସମ୍ବାଦ ଦିଆଗଲା, “ଶୁଣ, ମିଲ୍କା ମଧ୍ୟ ତୁମ୍ଭ ଭ୍ରାତା ନାହୋର ନିମନ୍ତେ ସନ୍ତାନସନ୍ତତି ପ୍ରସବ କରିଅଛି।
569  GEN 22:21  ତାହାର ଜ୍ୟେଷ୍ଠ ପୁତ୍ର ଊଷ୍ ଓ ତାହାର ଭ୍ରାତା ବୂଷ୍ ଓ ଅରାମର ପିତା କମୂୟେଲ,
570  GEN 22:22  ପୁଣି, କେଷଦ୍ ଓ ହସୋ ଓ ପିଲଦଶ୍ ଯିଦ୍ଲଫ୍ ଓ ବଥୂୟେଲ।”
571  GEN 22:23  ସେହି ବଥୂୟେଲର କନ୍ୟା ରିବିକା। ମିଲ୍କା ଏହି ଆଠ ଜଣଙ୍କୁ ଅବ୍ରହାମଙ୍କର ଭ୍ରାତା ନାହୋର ନିମନ୍ତେ ଜନ୍ମ କଲା।
572  GEN 22:24  ପୁଣି, ନାହୋରର ରୂମା ନାମ୍ନୀ ଉପପତ୍ନୀଠାରୁ ଟେବହ, ଗହମ୍, ତହଶ୍ ଓ ମାଖା, ଏମାନେ ଜାତ ହେଲେ।
574  GEN 23:2  ଏଥିଉତ୍ତାରେ ସାରା କିଣାନ ଦେଶସ୍ଥ କିରୀୟଥ୍-ଅର୍ବରେ, ଅର୍ଥାତ୍, ହିବ୍ରୋଣରେ ମଲା। ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ।
575  GEN 23:3  ଏଥିଉତ୍ତାରେ ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠି ଯାଇ ହେତ୍ସନ୍ତାନମାନଙ୍କୁ କହିଲେ,
579  GEN 23:7  ସେତେବେଳେ ଅବ୍ରହାମ ଉଠି ତଦ୍ଦେଶୀୟ ଲୋକମାନଙ୍କୁ, ଅର୍ଥାତ୍, ହେତ୍‌ର ସନ୍ତାନମାନଙ୍କୁ ପ୍ରଣାମ କଲେ।
581  GEN 23:9  ସେ ଆପଣମାନଙ୍କ ମଧ୍ୟରେ ମୋହର କବର ସ୍ଥାନ ଅଧିକାର ନିମନ୍ତେ ମକ୍ପେଲାରେ ତାଙ୍କ କ୍ଷେତ୍ର ପ୍ରାନ୍ତରେ ଥିବା ଗୁହା ମୋତେ ଦିଅନ୍ତୁ; ତହିଁରେ ଯେତେ ମୂଲ୍ୟ ହୁଏ, ତାହା ନେଇ ଦିଅନ୍ତୁ।”
589  GEN 23:17  ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ,
590  GEN 23:18  ଏହି ସବୁରେ ହେତ୍‌ର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍, ତାହାର ନଗର-ଦ୍ୱାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ୱତ୍ୱାଧିକାର ସ୍ଥିର କରାଗଲା।
591  GEN 23:19  ଏଥିଉତ୍ତାରେ ଅବ୍ରହାମ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲା କ୍ଷେତ୍ରସ୍ଥିତ ଗୁହାରେ ଆପଣା ଭାର୍ଯ୍ୟା ସାରାକୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ହିବ୍ରୋଣ।
596  GEN 24:4  ମାତ୍ର, ତୁମ୍ଭେ ଆମ୍ଭ ଦେଶୀୟ ଜ୍ଞାତିମାନଙ୍କ ନିକଟକୁ ଯାଇ ମୋ’ ପୁତ୍ର ଇସ୍ହାକ ନିମନ୍ତେ କନ୍ୟା ଆଣିବ।”