Wildebeest analysis examples for:   ory-ory   -    February 25, 2023 at 00:57    Script wb_pprint_html.py   by Ulf Hermjakob

102  GEN 4:22  ସିଲ୍ଲାର ଗର୍ଭରେ ତୁବଲ୍‍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍‍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।
272  GEN 11:5  ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ।
343  GEN 14:6  ଓ ପ୍ରାନ୍ତର ନିକଟସ୍ଥ ଏଲ-ପାରଣ ପର୍ଯ୍ୟନ୍ତ ସେୟୀର ପର୍ବତନିବାସୀ ହୋରୀୟ ଲୋକମାନଙ୍କୁ ଜୟ କଲେ।
344  GEN 14:7  ପୁଣି, ସେମାନେ ସେହି ସ୍ଥାନରୁ ବାହୁଡ଼ି ଐଣ୍‍ମିସ୍‍ପଟ୍‍, ଅର୍ଥାତ୍‍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ୍‍-ସସୋନ୍‍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।
396  GEN 16:14  ଏଣୁ ସେହି କୂପର ନାମ ବେର-ଲହୟ-ରୋୟୀ ରଖାଗଲା। ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି।
405  GEN 17:7  ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।
466  GEN 19:8  ଦେଖ, ପୁରୁଷ-ଅସ୍ପୃଷ୍ଟା ମୋହର ଦୁଇଟି କନ୍ୟା ଅଛନ୍ତି, ସେମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ଆଣୁଅଛି, ତୁମ୍ଭମାନଙ୍କ ଦୃଷ୍ଟିରେ ଯାହା ଭଲ, ତାହା ସେମାନଙ୍କ ପ୍ରତି କର, ମାତ୍ର ସେହି ମନୁଷ୍ୟମାନଙ୍କ ପ୍ରତି କିଛି କର ନାହିଁ, କାରଣ ଏଥିନିମନ୍ତେ ସେମାନେ ମୋ’ ଛାତ ତଳେ ଆଶ୍ରୟ ନେଇ ଅଛନ୍ତି।”
496  GEN 19:38  ପୁଣି, କନିଷ୍ଠା କନ୍ୟା ପୁତ୍ର ପ୍ରସବ କରି ତାହାର ନାମ ବିନ-ଅମ୍ମି ଦେଲା; ସେ ବର୍ତ୍ତମାନ କାଳର ଅମ୍ମୋନୀୟ ଲୋକମାନଙ୍କର ଆଦିପିତା।
545  GEN 21:31  ଏଣୁ ସେହି ସ୍ଥାନର ନାମ ବେର୍‍ଶେବା (ଶପଥ-କୂପ) ହେଲା, ଯେହେତୁ ସେହିଠାରେ ସେ ଦୁହେଁ ଶପଥ କଲେ।
562  GEN 22:14  ପୁଣି, ଅବ୍ରହାମ ସେହି ସ୍ଥାନର ନାମ ଯିହୋବା-ଯିରି ରଖିଲେ। ଏଥିପାଇଁ ଆଜି ପର୍ଯ୍ୟନ୍ତ ଲୋକେ କହନ୍ତି, ପର୍ବତରେ ସଦାପ୍ରଭୁ ଯୋଗାଇବେ।
565  GEN 22:17  ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।
574  GEN 23:2  ଏଥିଉତ୍ତାରେ ସାରା କିଣାନ ଦେଶସ୍ଥ କିରୀୟଥ୍‍-ଅର୍ବରେ, ଅର୍ଥାତ୍‍, ହିବ୍ରୋଣରେ ମଲା। ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ।
582  GEN 23:10  ସେତେବେଳେ ଇଫ୍ରୋଣ ହେତ୍‌ର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ, ହିତ୍ତୀୟ ଇଫ୍ରୋଣ ଆପଣା ନଗର-ଦ୍ୱାରରେ ପ୍ରବେଶକାରୀ ହେତ୍‌ର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା,
590  GEN 23:18  ଏହି ସବୁରେ ହେତ୍‌ର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍‍, ତାହାର ନଗର-ଦ୍ୱାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ୱତ୍ୱାଧିକାର ସ୍ଥିର କରାଗଲା।
654  GEN 24:62  ସେହି ସମୟରେ ଇସ୍‍ହାକ ଦକ୍ଷିଣ ଦେଶରେ ବାସ କରିବାରୁ ବେର-ଲହୟ-ରୋୟୀ ନାମକ ସ୍ଥାନକୁ ଯାଇ ଫେରି ଆସିଥିଲା।
670  GEN 25:11  ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପରମେଶ୍ୱର ତାଙ୍କର ପୁତ୍ର ଇସ୍‍ହାକଙ୍କୁ ଆଶୀର୍ବାଦ କଲେ; ପୁଣି, ଇସ୍‍ହାକ ବେର-ଲହୟ-ରୋୟୀ ନାମକ ସ୍ଥାନରେ ବସତି କଲେ।
722  GEN 26:29  ଆମ୍ଭେମାନେ ଯେପରି ତୁମ୍ଭକୁ ସ୍ପର୍ଶ କରିନାହୁଁ ଓ ତୁମ୍ଭର ମଙ୍ଗଳ ବିନୁ ଆଉ କିଛି କରିନାହୁଁ, ବରଞ୍ଚ ତୁମ୍ଭକୁ ଶାନ୍ତିରେ ବିଦାୟ କରିଅଛୁ, ସେପରି ତୁମ୍ଭେ ଆମ୍ଭମାନଙ୍କୁ ହିଂସା କରିବ ନାହିଁ; ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର।”
767  GEN 27:39  ତହୁଁ ତାହାର ପିତା ଇସ୍‍ହାକ ଉତ୍ତର ଦେଇ କହିଲେ, “ଦେଖ, ତୁମ୍ଭର ବସତି ପୃଥିବୀର ଉର୍ବରତାବିହୀନ ଓ ଉପରିସ୍ଥ ଆକାଶର କାକର-ବିହୀନ ହେବ।
921  GEN 31:47  ଏଥିଉତ୍ତାରେ ଲାବନ ତାହାର ନାମ ଯିଗର-ସାହଦୂଥା ରଖିଲା, ମାତ୍ର ଯାକୁବ ତାହାର ନାମ ଗଲୟଦ୍‍ (ସାକ୍ଷୀ ରାଶୀ) ରଖିଲା।”
922  GEN 31:48  ସେତେବେଳେ ଲାବନ କହିଲା, “ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହୋଇ ରହିଲା; ଏଥିପାଇଁ ତାହାର ନାମ ଗଲୟଦ୍‍ ଓ ମିସ୍ପା (ପ୍ରହରୀ-ସ୍ଥାନ) ରଖିଲା,”
981  GEN 33:20  ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା।
997  GEN 34:16  ଆମ୍ଭେମାନେ ତୁମ୍ଭମାନଙ୍କୁ କନ୍ୟା ଦାନ କରିବା ଓ ତୁମ୍ଭମାନଙ୍କ କନ୍ୟା ଗ୍ରହଣ କରିବା, ପୁଣି, ତୁମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବା।
1003  GEN 34:22  ମାତ୍ର ସେମାନଙ୍କର ଏହି ଏକ ପଣ ଅଛି, କି ଆମ୍ଭମାନଙ୍କ ମଧ୍ୟରେ ପ୍ରତ୍ୟେକ ପୁରୁଷ ଯଦି ସେମାନଙ୍କ ପରି ସୁନ୍ନତ ହେବ, ତେବେ ସେମାନେ ଆମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବାକୁ ସମ୍ମତ ହେବେ।
1019  GEN 35:7  ସେଠାରେ ସେ ଏକ ଯଜ୍ଞବେଦି ନିର୍ମାଣ କରି ସେହି ସ୍ଥାନର ନାମ ଏଲ-ବେଥେଲ୍‍ ରଖିଲେ; କାରଣ ଯାକୁବ ଭ୍ରାତୃଭୟରେ ପଳାଇବା ବେଳେ ପରମେଶ୍ୱର ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଇଥିଲେ।
1020  GEN 35:8  ଆଉ ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁୁ ହୁଅନ୍ତେ, ବେଥେଲ୍‍ର ଅଧଃସ୍ଥିତ ଅଲୋନ ବୃକ୍ଷମୂଳେ ତାହାର କବର ହେଲା, ପୁଣି, ସେହି ସ୍ଥାନର ନାମ ଅଲୋନ-ବାଖୁତ୍‍ ହେଲା।
1032  GEN 35:20  ଏଥିଉତ୍ତାରେ ଯାକୁବ ସେହି କବର ଉପରେ ଏକ ସ୍ତମ୍ଭ ସ୍ଥାପନ କଲେ; ରାହେଲ-କବରସ୍ଥ ସେହି ସ୍ତମ୍ଭ ଆଜି ପର୍ଯ୍ୟନ୍ତ ଅଛି।
1039  GEN 35:27  ଏଥିଉତ୍ତାରେ କିରୀୟଥ୍‍-ଅର୍ବ, ଅର୍ଥାତ୍‍, ହିବ୍ରୋଣ ନଗରର ନିକଟବର୍ତ୍ତୀ ମମ୍ରି ନାମକ ଯେଉଁ ସ୍ଥାନରେ ଅବ୍ରହାମ ଓ ଇସ୍‍ହାକ ପ୍ରବାସ କରିଥିଲେ, ସେହି ସ୍ଥାନରେ ଯାକୁବ ଆପଣା ପିତା ଇସ୍‍ହାକ ନିକଟରେ ଉପସ୍ଥିତ ହେଲେ।
1134  GEN 38:14  ତହିଁରେ ତାମର ବିଧବା-ବସ୍ତ୍ର ପରିତ୍ୟାଗ କରି ଆବରକ ବସ୍ତ୍ର ପିନ୍ଧି ଆପଣାକୁ ଆଚ୍ଛାଦନ କରି ତିମ୍ନାର ପଥପାର୍ଶ୍ଵସ୍ଥିତ ଐନମର ପ୍ରବେଶ-ସ୍ଥାନରେ ବସି ରହିଲା; କାରଣ ସେ ଦେଖିଲା, ଶେଲା ବଡ଼ ହେଲେ ହେଁ ତାହା ସହିତ ଆପଣାର ବିବାହ ହେଲା ନାହିଁ।
1150  GEN 38:30  ଏଥିଉତ୍ତାରେ ହସ୍ତରେ ସିନ୍ଦୂରବର୍ଣ୍ଣ-ସୂତ୍ରବଦ୍ଧ ତାହାର ଭ୍ରାତା ଭୂମିଷ୍ଠ ହୁଅନ୍ତେ, ତାହାର ନାମ ସେରହ ହେଲା।
1198  GEN 41:2  ଆଉ ଦେଖ, ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ।
1214  GEN 41:18  ତହିଁରେ ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ।
1224  GEN 41:28  ମୁଁ ଫାରୋଙ୍କୁ କହିଅଛି-ପରମେଶ୍ୱର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କୁ ଦେଖାଇଛନ୍ତି।
1238  GEN 41:42  ଏଥିଉତ୍ତାରେ ଫାରୋ ଆପଣା ହସ୍ତରୁ ନିଜ ସନ୍ତକ-ଅଙ୍ଗୁରୀୟ କାଢ଼ି ଯୋଷେଫଙ୍କ ହସ୍ତରେ ଦେଇ ତାଙ୍କୁ ସୂକ୍ଷ୍ମବସ୍ତ୍ର ପିନ୍ଧାଇ ତାଙ୍କ ଗଳାରେ ସୁବର୍ଣ୍ଣ ହାର ଦେଲେ।
1241  GEN 41:45  ପୁଣି, ଫାରୋ ଯୋଷେଫଙ୍କର ନାମ ସାଫନତ୍‍-ପାନେହ ରଖିଲେ; ପୁଣି, ଓନ୍‍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍‍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ। ଏଥିଉତ୍ତାରେ ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ।
1303  GEN 43:12  ପୁଣି, ଆପଣା ଆପଣା ହସ୍ତରେ ଦ୍ୱିଗୁଣ ଟଙ୍କା ନିଅ ଓ ତୁମ୍ଭମାନଙ୍କ ପଟ-ମୁଖରେ ଯେଉଁ ଟଙ୍କା ଫେରି ଆସିଅଛି, ତାହା ମଧ୍ୟ ହସ୍ତରେ ନେଇ ଯାଅ; କେଜାଣି ତାହା ଭୁଲ ହୋଇଥିବ।
1312  GEN 43:21  ପୁଣି, ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍‍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ।
1511  GEN 50:4  ସେହି ଶୋକ ଦିନ ଗତ ହୁଅନ୍ତେ, ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, “ଯଦି ମୁଁ ତୁମ୍ଭମାନଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ବିନୟ କରୁଅଛି, ଫାରୋଙ୍କ କର୍ଣ୍ଣ-ଗୋଚରେ ଏହି କଥା କୁହ,”
1618  EXO 4:16  ସେ ଲୋକମାନଙ୍କ ନିକଟରେ ତୁମ୍ଭର ପ୍ରତିନିଧି-ବକ୍ତା ହେବ; ସେ ତୁମ୍ଭର ମୁଖ ସ୍ୱରୂପ ହେବ ଓ ତୁମ୍ଭେ ତାହାର ପରମେଶ୍ୱର ତୁଲ୍ୟ ହେବ।
1660  EXO 6:4  ପୁଣି, କିଣାନ ଦେଶ, ଅର୍ଥାତ୍‍, ଯହିଁରେ ସେମାନେ ପ୍ରବାସ କଲେ, ସେହି ପ୍ରବାସ-ଦେଶ ମଧ୍ୟ ସେମାନଙ୍କୁ ଦେବା ବୋଲି ସେମାନଙ୍କ ସହିତ ନିୟମ ସ୍ଥିର କରିଥିଲୁ।
1798  EXO 10:20  ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।
1809  EXO 11:2  ଏହେତୁ ଏବେ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ପ୍ରତ୍ୟେକ ପୁରୁଷ ଆପଣା ଆପଣା ପ୍ରତିବାସୀଠାରୁ ଓ ପ୍ରତ୍ୟେକ ସ୍ତ୍ରୀ ଆପଣା ଆପଣା ପ୍ରତିବାସିନୀଠାରୁ ରୌପ୍ୟ-ଅଳଙ୍କାର ସ୍ୱର୍ଣ୍ଣ-ଅଳଙ୍କାର ମାଗି ନିଅନ୍ତୁ।”
1821  EXO 12:4  ଆଉ, ଗୋଟିଏ ମେଷଶାବକ ନେବା ନିମନ୍ତେ ଯଦି କୌଣସି ପରିଜନ ଅଳ୍ପ ହେବ, ତେବେ ସେ ଓ ତାହାର ଗୃହ ନିକଟବର୍ତ୍ତୀ ପ୍ରତିବାସୀ, ପ୍ରାଣୀଗଣର ସଂଖ୍ୟାନୁସାରେ ଏକ ମେଷଶାବକ ନେବେ; ତୁମ୍ଭେମାନେ ପ୍ରତ୍ୟେକ ଜଣର ଭୋଜନ-ଶକ୍ତି ଅନୁସାରେ ମେଷଶାବକର ଅଟକଳ କରିବ।
1823  EXO 12:6  ସେହି ମାସର ଚତୁର୍ଦ୍ଦଶ ଦିନଯାଏ ତାକୁ ବନ୍ଦ କରି ରଖିବ; ଏଥିଉତ୍ତାରେ ଇସ୍ରାଏଲ-ମଣ୍ଡଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ।
1836  EXO 12:19  ସପ୍ତାହ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗୃହରେ ଲେଶମାତ୍ର ତାଡ଼ି ନ ରହୁ, କାରଣ ବିଦେଶୀ ଅବା ସ୍ୱଦେଶୀ ଯେଉଁ ଜନ ଏଥିମଧ୍ୟରେ ତାଡ଼ି ମିଶ୍ରିତ ଦ୍ରବ୍ୟ ଖାଇବ, ସେ ପ୍ରାଣୀ ଇସ୍ରାଏଲ-ମଣ୍ଡଳୀରୁ ଉଚ୍ଛିନ୍ନ ହେବ।
1852  EXO 12:35  ପୁଣି, ଇସ୍ରାଏଲ ସନ୍ତାନଗଣ ମୋଶାଙ୍କର ବାକ୍ୟାନୁସାରେ ମିସ୍ରୀୟମାନଙ୍କୁ ରୌପ୍ୟ-ଅଳଙ୍କାର, ସୁବର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗିଲେ।
1888  EXO 13:20  ଏଥିଉତ୍ତାରେ ସେମାନେ ସୁକ୍‍କୋତଠାରୁ ଯାତ୍ରା କରି ପ୍ରାନ୍ତର-ଧାରସ୍ଥିତ ଏଥମରେ ଛାଉଣି କଲେ।
1892  EXO 14:2  “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଫେରି ପୀହହୀରୋତର ପୂର୍ବ ଦିଗରେ ମିଗ୍‍ଦୋଲ ଓ ସମୁଦ୍ର ମଧ୍ୟରେ ଛାଉଣି ସ୍ଥାପନ କର; ତୁମ୍ଭେମାନେ ବାଲ-ସଫୋନ ଆଗରେ, ଅର୍ଥାତ୍‍, ତାହାର ସମ୍ମୁଖରେ ସମୁଦ୍ର ନିକଟରେ ଛାଉଣି ସ୍ଥାପନ କର।
1899  EXO 14:9  ତହୁଁ ମିସ୍ରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲ-ସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।
1905  EXO 14:15  ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭଙ୍କୁ କାହିଁକି ଡାକୁଅଛ ? ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ସେମାନେ ଅଗ୍ରସର ହେଉନ୍ତୁ।
1922  EXO 15:1  ସେତେବେଳେ ମୋଶା ଓ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା-ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।
1938  EXO 15:17  ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିବାସ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛ, ପ୍ରଭୁ, ତୁମ୍ଭର ହସ୍ତ ଯେଉଁ ଧର୍ମଧାମ ସ୍ଥାପନ କରିଅଛି, ତୁମ୍ଭେ ସେମାନଙ୍କୁ ଆଣି ଆପଣାର ସେହି ଅଧିକାର-ପର୍ବତରେ ରୋପଣ କରିବ।
1943  EXO 15:22  ଏଥିଉତ୍ତାରେ ମୋଶା ଇସ୍ରାଏଲଙ୍କୁ ସୂଫ ସାଗରଠାରୁ ଯାତ୍ରା କରାଇଲେ, ପୁଣି, ସେମାନେ ଶୂର-ପ୍ରାନ୍ତର ଆଡ଼କୁ ଯାତ୍ରା କଲେ, ସେମାନେ ପ୍ରାନ୍ତରରେ ତିନି ଦିନ ଯାତ୍ରା କରି ଜଳ ପାଇଲେ ନାହିଁ।
1961  EXO 16:13  ଏଥିଉତ୍ତାରେ ସନ୍ଧ୍ୟା ସମୟରେ ଭାଟୋଇ ପକ୍ଷୀଗଣ ଆସି ଛାଉଣି-ସ୍ଥାନ ଆଚ୍ଛାଦନ କଲେ, ପୁଣି, ପ୍ରାତଃ କାଳରେ ଛାଉଣି ସ୍ଥାନର ଚାରିଆଡ଼େ କାକର ପଡ଼ିଲା।
1980  EXO 16:32  ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି, ସେ ତୁମ୍ଭମାନଙ୍କୁ ମିସର ଦେଶଠାରୁ ଆଣିବା ସମୟରେ ପ୍ରାନ୍ତର ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେପରି ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି, ଏହେତୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣ ମାନ୍ନା ରଖ।”
1981  EXO 16:33  ସେତେବେଳେ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଗୋଟିଏ ପାତ୍ର ନେଇ ଏକ ଓମର ପରିମାଣ ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ; ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।”
1985  EXO 17:1  ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା।
1989  EXO 17:5  ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯଦ୍ଵାରା ନୀଳ ନଦୀକୁ ଆଘାତ କରିଥିଲ, ସେହି ଯଷ୍ଟି ହସ୍ତରେ ଘେନି ଇସ୍ରାଏଲର କେତେକ ପ୍ରାଚୀନଙ୍କ ସଙ୍ଗେ ଇସ୍ରାଏଲ-ଲୋକମାନଙ୍କ ଆଗେ ଆଗେ ଯାଅ।
1999  EXO 17:15  ତହିଁରେ ମୋଶା ଗୋଟିଏ ବେଦି ନିର୍ମାଣ କରି ତହିଁର ନାମ ଯିହୋବାଃ-ନିଃଷି ରଖିଲେ।
2030  EXO 19:3  ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, “ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହା ଜଣାଅ।”
2053  EXO 20:1  ଏଥିଉତ୍ତାରେ ପରମେଶ୍ୱର ଏହିସବୁ କଥା କହିଲେ, ଯଥା-
2057  EXO 20:5  ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
2074  EXO 20:22  ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ଆମ୍ଭେ ଆକାଶରେ ଥାଇ ତୁମ୍ଭମାନଙ୍କ ସହିତ କଥା କହିଲୁ, ଏହା ତୁମ୍ଭେମାନେ ନିଜେ ଦେଖିଅଛ।
2079  EXO 21:1  ଆଉ ତୁମ୍ଭେ ଏହିସବୁ ନିୟମ ସେମାନଙ୍କୁ ଜ୍ଞାତ କରାଇବ। ଯଥା-
2082  EXO 21:4  ପୁଣି, ଯଦି ତାହାର ପ୍ରଭୁ ତାହାକୁ ବିବାହ କରି ଦେଇଥାଏ ଓ ସେହି ସ୍ତ୍ରୀଠାରୁ ପୁତ୍ର-କନ୍ୟାର ଜନ୍ମ ହୋଇଥାଏ, ତେବେ ସେହି ସ୍ତ୍ରୀ ଓ ତାହାର ସନ୍ତାନମାନଙ୍କ ଉପରେ ତାହାର ପ୍ରଭୁର ଅଧିକାର ହେବ ଓ ସେ ଏକାକୀ ବାହାରି ଯିବ।
2097  EXO 21:19  ଓ ପଶ୍ଚାତ୍‍ ଉଠି ଯଷ୍ଟି ଧରି ବାହାରେ ବୁଲେ, ତେବେ ସେହି ପ୍ରହାରକ ନିର୍ଦ୍ଦୋଷ ହେବ; କେବଳ ତାହାକୁ ତାହାର କର୍ମ-କ୍ଷତିର ଓ ଚିକିତ୍ସାର ବ୍ୟୟ ଦେବାକୁ ପଡ଼ିବ।
2163  EXO 23:18  ତୁମ୍ଭେ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଆମ୍ଭ ବଳିର ରକ୍ତ ଉତ୍ସର୍ଗ କରିବ ନାହିଁ; ପୁଣି, ଆମ୍ଭ ଉତ୍ସବ-ସମ୍ପର୍କୀୟ ମେଦ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ରଖିବ ନାହିଁ।
2185  EXO 24:7  ପୁଣି, ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣ-ଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, “ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହା ସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା।”
2190  EXO 24:12  ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍‍, ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧୀୟ ଦୁଇ ଖଣ୍ଡ ପ୍ରସ୍ତର-ଫଳକ ତୁମ୍ଭକୁ ଦେବା।”
2198  EXO 25:2  “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ।
2218  EXO 25:22  ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ, ଅର୍ଥାତ୍‍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବ ଦ୍ୱୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।
2223  EXO 25:27  ମେଜ ବହନାର୍ଥେ ସାଙ୍ଗୀର ଘରା ନିମନ୍ତେ ସେହି କଡ଼ା ବେଷ୍ଟନ-ପାର୍ଶ୍ୱରେ ଥିବ।
2241  EXO 26:5  ଅର୍ଥାତ୍‍, ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କରିବ; ସେହି ଦୁଇ ଫାଶ-ଶ୍ରେଣୀ ପରସ୍ପର ସମ୍ମୁଖୀନ ରହିବ।
2278  EXO 27:5  ଏହି ଝାଞ୍ଜିରୀ ବେଦି-ବେଢ଼ ତଳେ ନିମ୍ନ ଭାଗରେ ରଖିବ ଓ ଝାଞ୍ଜିରୀ ବେଦିର ମଧ୍ୟ ପର୍ଯ୍ୟନ୍ତ ପାଇବ।
2294  EXO 27:21  ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
2323  EXO 28:29  ଯେଉଁ ସମୟରେ ହାରୋଣ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେହି ସମୟରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟାରେ ଇସ୍ରାଏଲ-ପୁତ୍ରଗଣର ନାମସକଳ ଆପଣା ହୃଦୟ ଉପରେ ବହନ କରିବ।
2332  EXO 28:38  ତାହା ହାରୋଣର କପାଳ ଉପରେ ରହିବ, ତହିଁରେ ପବିତ୍ର ଦ୍ରବ୍ୟ-ଘଟିତ ଅପରାଧ, ଅର୍ଥାତ୍‍, ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କର ପବିତ୍ରୀକୃତ ପବିତ୍ର ଦାନାଦି ସକଳ ଦ୍ରବ୍ୟ ସମ୍ବନ୍ଧରେ ଯେଉଁ ଅପରାଧ କରିବେ, ତାହା ହାରୋଣ ବୋହିବ ଓ ସଦାପ୍ରଭୁଙ୍କ ଛାମୁରେ ସେମାନେ ଯେପରି ଗ୍ରାହ୍ୟ ହୁଅନ୍ତି, ଏଥିପାଇଁ ତାହା ନିତ୍ୟ ନିତ୍ୟ ତାହାର କପାଳରେ ରହିବ।
2337  EXO 28:43  ପୁଣି, ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ।
2341  EXO 29:4  ଆଉ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁ-ଦ୍ୱାର ନିକଟକୁ ଆଣି ଜଳରେ ସେମାନଙ୍କୁ ସ୍ନାନ କରାଇବ।
2347  EXO 29:10  ଏଥିଉତ୍ତାରେ ତୁମ୍ଭେ ସମାଗମ-ତମ୍ବୁ ସମ୍ମୁଖକୁ ସେହି ଗୋବତ୍ସ ଅଣାଇବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ଗୋବତ୍ସର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।
2348  EXO 29:11  ତହୁଁ ତୁମ୍ଭେ ସମାଗମ-ତମ୍ବୁର ଦ୍ୱାର ସମୀପରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସକୁ ବଧ କରିବ।
2357  EXO 29:20  ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ, ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଲଗାଇବ, ପୁଣି, ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ।
2367  EXO 29:30  ତାହାର ପୁତ୍ରମାନଙ୍କ ମଧ୍ୟରୁ ଯେଉଁ ଲୋକ ତାହା ପଦରେ ଯାଜକ ହୋଇ ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସମାଗମ-ତମ୍ବୁକୁ ଆସିବ, ସେ ସେହି ବସ୍ତ୍ର ସାତ ଦିନ ପରିଧାନ କରିବ।
2369  EXO 29:32  ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁର ଦ୍ୱାର ନିକଟରେ ସେହି ମେଷ ମାଂସ ଓ ଡାଲାସ୍ଥିତ ସେହି ରୁଟି ଭୋଜନ କରିବେ।
2371  EXO 29:34  ଆଉ ସେହି ପଦ-ନିଯୋଗାର୍ଥକ ମାଂସ ଓ ରୁଟିରୁ ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତେବେ ସେହି ଅବଶିଷ୍ଟାଂଶ ଅଗ୍ନିରେ ଭସ୍ମସାତ୍‍ କରିବ, କେହି ତାହା ଖାଇବ ନାହିଁ; କାରଣ ତାହା ପବିତ୍ର ବସ୍ତୁ ଅଟେ।
2379  EXO 29:42  ଏହା ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେହି ସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା।
2381  EXO 29:44  ଆଉ, ଆମ୍ଭେ ସମାଗମ-ତମ୍ବୁ ଓ ବେଦିକୁ ପବିତ୍ର କରିବା, ପୁଣି, ଆମ୍ଭର ଯାଜକ କର୍ମ କରଣାର୍ଥେ ହାରୋଣକୁ ଓ ତାହାର ପୁତ୍ରଗଣକୁ ପବିତ୍ର କରିବା।
2389  EXO 30:6  ପୁଣି, ଆମ୍ଭେ ଯେଉଁ ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା, ସେହି ସ୍ଥାନରେ, ଅର୍ଥାତ୍‍, ସାକ୍ଷ୍ୟ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖରେ ସାକ୍ଷ୍ୟ ସିନ୍ଦୁକର ଅଗ୍ରସ୍ଥିତ ବିଚ୍ଛେଦ-ବସ୍ତ୍ରର ଆଗରେ ତାହା ରଖିବ।
2391  EXO 30:8  ପୁଣି, ସନ୍ଧ୍ୟା କାଳେ ହାରୋଣ ପ୍ରଦୀପ ଜ୍ୱଳାଇବା ସମୟରେ ଧୂପ ଜ୍ୱଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପ-ଦାହ ହେବ।
2399  EXO 30:16  ତହୁଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ସେହି ପ୍ରାୟଶ୍ଚିତ୍ତ-ରୂପା ନେଇ ସମାଗମ-ତମ୍ବୁର କାର୍ଯ୍ୟାର୍ଥେ ନିରୂପଣ କରିବ; ତାହା ତୁମ୍ଭମାନଙ୍କ ପ୍ରାଣର ପ୍ରାୟଶ୍ଚିତ୍ତ ନିମନ୍ତେ ଇସ୍ରାଏଲ ସନ୍ତାନଗଣର ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ରହିବ।”
2401  EXO 30:18  “ତୁମ୍ଭେ ପ୍ରକ୍ଷାଳନ ନିମନ୍ତେ ପିତ୍ତଳର କୁଣ୍ଡ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି, ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ।
2403  EXO 30:20  ସେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବା ସମୟରେ ଯେପରି ନ ମରନ୍ତି, ଏଥିପାଇଁ ଜଳରେ ଆପଣାମାନଙ୍କୁ ଧୌତ କରିବେ; କିଅବା ସଦାପ୍ରଭୁଙ୍କର ସେବା ନିମନ୍ତେ, ଅର୍ଥାତ୍‍, ଅଗ୍ନିକୃତ ଉପହାର ଧୂପନ୍ୟାୟ ଦଗ୍ଧ କରିବା ନିମନ୍ତେ ବେଦି ନିକଟକୁ ଆସିବା ସମୟରେ ଯେପରି ନ ମରନ୍ତି,
2409  EXO 30:26  ତାହା ତୁମ୍ଭେ ନେଇ ସମାଗମ-ତମ୍ବୁ ଓ ସାକ୍ଷ୍ୟ ସିନ୍ଦୁକ,
2419  EXO 30:36  ତହିଁରୁ କିଛି ଚୂର୍ଣ୍ଣ କରି ଯେଉଁ ସମାଗମ-ତମ୍ବୁରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧ୍ୟରେ ସାକ୍ଷ୍ୟ ସିନ୍ଦୁକ ସମ୍ମୁଖରେ ରଖିବ; ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହେବ।
2424  EXO 31:3  ପୁଣି, ଶିଳ୍ପକର୍ମ, ଅର୍ଥାତ୍‍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ କାଷ୍ଠ-ଖୋଦନ ପ୍ରଭୃତି
2428  EXO 31:7  ଅର୍ଥାତ୍‍, ସମାଗମ-ତମ୍ବୁ ଓ ସାକ୍ଷ୍ୟ ସିନ୍ଦୁକ ଓ ତହିଁର ଉପରିସ୍ଥ ପାପାଚ୍ଛାଦନ ଓ ତମ୍ବୁର ସମସ୍ତ ପାତ୍ର,
2455  EXO 32:16  ସେହି ପ୍ରସ୍ତର ପଟା ପରମେଶ୍ୱରଙ୍କ-ନିର୍ମିତ; ପୁଣି, ତହିଁରେ ଖୋଦିତ ଲିଖନ ହିଁ ପରମେଶ୍ୱରଙ୍କ ଲିଖନ ଥିଲା।
2474  EXO 32:35  ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଆଘାତ କଲେ, ଯେହେତୁ ହାରୋଣ-ନିର୍ମିତ ବାଛୁରି ସେମାନେ ନିର୍ମାଣ କରିଥିଲେ।
2479  EXO 33:5  କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ; ଯଦି ଆମ୍ଭେ ଏକ ନିମିଷ ତୁମ୍ଭ ମଧ୍ୟକୁ ଯିବା, ତେବେ ତୁମ୍ଭଙ୍କୁ ସଂହାର କରିବା; ତୁମ୍ଭେ ଏବେ ଆପଣା ଶରୀରରୁ ଆଭରଣ ଦୂର କର, ତହିଁରେ ତୁମ୍ଭ ପ୍ରତି କି କର୍ତ୍ତବ୍ୟ ତାହା ଜାଣିବା।”
2481  EXO 33:7  ଏସମୟରେ ଏପରି ଥିଲା ଯେ, ମୋଶା ଆପଣା ତମ୍ବୁ ନେଇ ଛାଉଣିର ବାହାରେ ଓ ଛାଉଣିଠାରୁ ଦୂରରେ ସ୍ଥାପନ କଲେ ଓ ତାହାର ନାମ ସମାଗମ-ତମ୍ବୁ ଦେଲେ। ସଦାପ୍ରଭୁଙ୍କ ଅନ୍ୱେଷଣକାରୀ ପ୍ରତ୍ୟେକ ଲୋକ ଛାଉଣିର ବାହାରସ୍ଥିତ ସେହି ସମାଗମ-ତମ୍ବୁ ନିକଟକୁ ଯା’ନ୍ତି।
2504  EXO 34:7  ସହସ୍ର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାରକ୍ଷାକାରୀ, ଅପରାଧ ଓ ଆଜ୍ଞା-ଲଙ୍ଘନ ଓ ପାପ କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ପୁତ୍ରପୌତ୍ରାଦି ଉପରେ ପିତୃଗଣର ଅପରାଧର ପ୍ରତିଫଳଦାତା।”