Wildebeest analysis examples for:   ory-ory   ;    February 25, 2023 at 00:57    Script wb_pprint_html.py   by Ulf Hermjakob

2  GEN 1:2  ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।
4  GEN 1:4  ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ।
7  GEN 1:7  ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।
10  GEN 1:10  ପୁଣି, ପରମେଶ୍ୱର ସ୍ଥଳର ନାମ ପୃଥିବୀ ଓ ଜଳରାଶିର ନାମ ସମୁଦ୍ର ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।
12  GEN 1:12  ଅର୍ଥାତ୍‍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।
14  GEN 1:14  ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍‍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।
18  GEN 1:18  ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍‍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
25  GEN 1:25  ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ।
27  GEN 1:27  ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
28  GEN 1:28  ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
36  GEN 2:5  ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।
38  GEN 2:7  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
42  GEN 2:11  ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବୀଲା ଦେଶସମୂହକୁ ବେଷ୍ଟନ କରେ।
44  GEN 2:13  ଦ୍ୱିତୀୟ ନଦୀର ନାମ ଗୀହୋନ; ଏହା ସମସ୍ତ କୂଶ ଦେଶ ବେଷ୍ଟନ କରେ।
51  GEN 2:20  ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ।
54  GEN 2:23  ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”
58  GEN 3:2  ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ;
60  GEN 3:4  ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ;
71  GEN 3:15  ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
72  GEN 3:16  ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”
73  GEN 3:17  ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।
75  GEN 3:19  ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”
80  GEN 3:24  ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।
87  GEN 4:7  ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”
91  GEN 4:11  ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;
92  GEN 4:12  ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।”
94  GEN 4:14  ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”
97  GEN 4:17  ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି, ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ।
102  GEN 4:22  ସିଲ୍ଲାର ଗର୍ଭରେ ତୁବଲ୍‍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍‍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।
103  GEN 4:23  ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋ’ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;
105  GEN 4:25  ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍‍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
106  GEN 4:26  ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।
107  GEN 5:1  ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;
108  GEN 5:2  ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।
111  GEN 5:5  ଆଦମଙ୍କର ବୟସ ସର୍ବସୁଦ୍ଧା ନଅଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ।
112  GEN 5:6  ଶେଥ ଶହେ ପାଞ୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା;
114  GEN 5:8  ଶେଥର ବୟସ ସର୍ବସୁଦ୍ଧା ନଅଶହ ବାର ବର୍ଷ ଥିଲା; ତହୁଁ ସେ ମଲା।
115  GEN 5:9  ଈନୋଶ ନବେ ବର୍ଷ ବୟସରେ କୟିନାନକୁ ଜାତ କଲା;
116  GEN 5:10  ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
117  GEN 5:11  ଈନୋଶର ବୟସ ସର୍ବସୁଦ୍ଧା ନଅଶହ ପାଞ୍ଚ ବର୍ଷ ଥିଲା; ତହୁଁ ସେ ମଲା।
118  GEN 5:12  କୟିନାନ ସତୁରି ବର୍ଷ ବୟସରେ ମହଲଲେଲକୁ ଜାତ କଲା;
119  GEN 5:13  ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା;
120  GEN 5:14  ଆଉ କୟିନାନର ବୟସ ସର୍ବସୁଦ୍ଧା ନଅଶହ ଦଶ ବର୍ଷ ଥିଲା; ତହୁଁ ସେ ମଲା।
121  GEN 5:15  ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦକୁ ଜାତ କଲା;
122  GEN 5:16  ଯେରଦ ଜନ୍ମିଲା ଉତ୍ତାରେ ସେ ଆଠଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
123  GEN 5:17  ମହଲଲେଲର ବୟସ ସର୍ବସୁଦ୍ଧା ଆଠଶହ ପଞ୍ଚାନବେ ବର୍ଷ ଥିଲା; ତହୁଁ ସେ ମଲା।
124  GEN 5:18  ଯେରଦ ଶହେ ବାଷଠି ବର୍ଷ ବୟସରେ ହନୋକଙ୍କୁ ଜାତ କଲା;
125  GEN 5:19  ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
126  GEN 5:20  ଯେରଦର ବୟସ ସର୍ବସୁଦ୍ଧା ନଅଶହ ବାଷଠି ବର୍ଷ ଥିଲା; ତହୁଁ ସେ ମଲା।
127  GEN 5:21  ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ;
128  GEN 5:22  ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
129  GEN 5:23  ହନୋକଙ୍କର ବୟସ ସର୍ବସୁଦ୍ଧା ତିନିଶହ ପଞ୍ଚଷଠି ବର୍ଷ ଥିଲା;
130  GEN 5:24  ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।
131  GEN 5:25  ମଥୂଶେଲହ ଶହେ ଶତାଅଶୀ ବର୍ଷ ବୟସରେ ଲେମକକୁ ଜାତ କଲା;
132  GEN 5:26  ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତଶହ ବୟାଅଶୀ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
133  GEN 5:27  ମଥୂଶେଲହର ବୟସ ସର୍ବସୁଦ୍ଧା ନଅଶହ ଊଣସ୍ତରି ବର୍ଷ ଥିଲା; ତହୁଁ ସେ ମଲା।
136  GEN 5:30  ନୋହଙ୍କର ଜନ୍ମ ଉତ୍ତାରେ ଲେମକ ପାଞ୍ଚଶହ ପଞ୍ଚାନବେ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
137  GEN 5:31  ତାଙ୍କର ବୟସ ସର୍ବସୁଦ୍ଧା ସାତଶହ ସତସ୍ତରି ବର୍ଷ ଥିଲା; ତହୁଁ ସେ ମଲେ।
138  GEN 5:32  ଆଉ ନୋହଙ୍କୁ ପାଞ୍ଚଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍‍କୁ ଜାତ କଲେ।
139  GEN 6:1  ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ;
141  GEN 6:3  ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”
142  GEN 6:4  ସେହି ସମୟରେ ପୃଥିବୀରେ ମହା ବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।
145  GEN 6:7  ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”
147  GEN 6:9  ନୋହଙ୍କର ବଂଶାବଳୀ ଏହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ।
150  GEN 6:12  ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି।
151  GEN 6:13  ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।
152  GEN 6:14  ତୁମ୍ଭେ ଆପଣା ନିମନ୍ତେ ଦେବଦାରୁ ଜାତୀୟ ବୃକ୍ଷର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର।
153  GEN 6:15  ତାହା ଏହି ପ୍ରକାରେ ନିର୍ମାଣ କରିବ; ଦୀର୍ଘରେ ତିନିଶହ ହାତ, ପ୍ରସ୍ଥରେ ପଚାଶ ହାତ, ଉଚ୍ଚରେ ତିରିଶ ହାତ ହେବ।
154  GEN 6:16  ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ।
156  GEN 6:18  ମାତ୍ର ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ତୁମ୍ଭେ ଆପଣା ପୁତ୍ରମାନଙ୍କୁ ଓ ଭାର୍ଯ୍ୟା ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।
160  GEN 6:22  ତହିଁରେ ନୋହ ସେରୂପ କଲେ; ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେ ସମସ୍ତ କର୍ମ କଲେ।
161  GEN 7:1  ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।
162  GEN 7:2  ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି;
174  GEN 7:14  ପୁଣି, ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ;
176  GEN 7:16  ପରମେଶ୍ୱରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ୱଦ୍ୱାର ବନ୍ଦ କଲେ।
177  GEN 7:17  ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା।
180  GEN 7:20  ତହିଁ ଉପରେ ପନ୍ଦର କିଉବିଟ୍ସ ପର୍ଯ୍ୟନ୍ତ ଜଳ ଉଠିଲା; ତହୁଁ ପର୍ବତମାନ ମଗ୍ନ ହେଲେ।
183  GEN 7:23  ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍‍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।
185  GEN 8:1  ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ୱାଦି ସମସ୍ତ ପ୍ରାଣୀଙ୍କୁ ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ, ତହୁଁ ଜଳ ଥମିଲା;
189  GEN 8:5  ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।
190  GEN 8:6  ଏଥିଉତ୍ତାରେ ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ୱନିର୍ମିତ ଜାହାଜର ଝରକା ଫିଟାଇ ଗୋଟାଏ ଡାମରା କାଉକୁ ଉଡ଼ାଇ ଦେଲେ;
192  GEN 8:8  ପୁନଶ୍ଚ, ନୋହ ଭୂମିରେ ଜଳର ହ୍ରାସ ବୁଝିବା ପାଇଁ ଗୋଟିଏ କାପ୍ତା ଉଡ଼ାଇ ଦେଲେ;
193  GEN 8:9  ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ।
194  GEN 8:10  ଆଉ ସାତ ଦିନ ବିଳମ୍ବ କଲା ଉତ୍ତାରେ ସେ ସେହି କାପ୍ତାକୁ ପୁନର୍ବାର ଜାହାଜରୁ ଉଡ଼ାଇ ଦେଲେ;
195  GEN 8:11  ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତ ବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ।
197  GEN 8:13  (ନୋହଙ୍କ ବୟସର) ଛଅଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ।
201  GEN 8:17  ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନି ଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।”
202  GEN 8:18  ତହୁଁ ନୋହ ଆପଣା ଭାର୍ଯ୍ୟା, ପୁତ୍ର ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ;
205  GEN 8:21  ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।
208  GEN 9:2  ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି।
211  GEN 9:5  ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା।
212  GEN 9:6  ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।
217  GEN 9:11  ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।”
218  GEN 9:12  ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;
220  GEN 9:14  ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ;
224  GEN 9:18  ନୋହଙ୍କର ଯେଉଁ ପୁତ୍ରମାନେ ଜାହାଜରୁ ବହିର୍ଗତ ହେଲେ, ସେମାନଙ୍କ ନାମ ଶେମ ଓ ହାମ ଓ ଯେଫତ୍‍; ହାମ କିଣାନର ପିତା।
225  GEN 9:19  ଏହି ତିନିଜଣ ନୋହଙ୍କର ପୁତ୍ର; ଏମାନଙ୍କ ବଂଶସବୁ ପୃଥିବୀରେ ବ୍ୟାପ୍ତ ହେଲା।
229  GEN 9:23  ସେତେବେଳେ ଶେମ ଓ ଯେଫତ୍‍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍‍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ।
231  GEN 9:25  ପୁଣି, ସେ କହିଲେ, “କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ।”
232  GEN 9:26  ଆଉ ସେ କହିଲେ, “ଶେମର ପରମେଶ୍ୱର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ।