12720 | EST 1:14 | ଆଉ, [ଏହି ସମୟରେ] କର୍ଶନା, ଶେଥର, ଅଦ୍ମାଥା, ତର୍ଶୀଶ, ମେରସ୍, ମେର୍ସନା ଓ ମମୁଖନ୍ ରାଜାଙ୍କ ନିକଟବର୍ତ୍ତୀ ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାଙ୍କ ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେ;) |
13964 | PSA 3:3 | ଅନେକେ ମୋ’ ପ୍ରାଣ ବିଷୟରେ କହନ୍ତି, “ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ।” [ସେଲା] |
13966 | PSA 3:5 | ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [ସେଲା] |
13970 | PSA 3:9 | ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ। [ସେଲା] |
13973 | PSA 4:3 | ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ ? [ସେଲା] |
13975 | PSA 4:5 | ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। [ସେଲା] |
14009 | PSA 7:6 | ତେବେ ଶତ୍ରୁ ମୋହର ପ୍ରାଣ ପଛେ ଦୌଡ଼ି ତାହାକୁ ଧରୁ; ଆହୁରି, ସେ ମୋ’ ଜୀବନକୁ ଭୂମିରେ ଦଳି ପକାଉ, ପୁଣି, ମୋ’ ଗୌରବକୁ ଧୂଳିସାତ୍ କରୁ। [ସେଲା] |
14048 | PSA 9:17 | ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍, ସେଲା ] |
14052 | PSA 9:21 | ହେ ସଦାପ୍ରଭୁ, ସେମାନଙ୍କୁ ଭୟଗ୍ରସ୍ତ କର; ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟ ମାତ୍ର ବୋଲି ଜାଣନ୍ତୁ। [ସେଲା] |
14200 | PSA 20:4 | ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ, ପୁଣି, ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ; [ସେଲା] |
14209 | PSA 21:3 | ତୁମ୍ଭେ ତାଙ୍କୁ ତାଙ୍କ ମନର ବାଞ୍ଛା ପ୍ରଦାନ କରିଅଛ, ଓ ତାଙ୍କ ମୁଖର ନିବେଦନ ଅସ୍ୱୀକାର କରି ନାହଁ। [ସେଲା] |
14264 | PSA 24:6 | ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। [ସେଲା] |
14268 | PSA 24:10 | ଏହି ଗୌରବମୟ ରାଜା କିଏ ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି। [ସେଲା] |
14378 | PSA 32:4 | କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋ’ ଉପରେ ଭାରୀ ଥିଲା; ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା। [ସେଲା] |
14379 | PSA 32:5 | ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା] |
14381 | PSA 32:7 | ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। [ସେଲା] |
14540 | PSA 39:6 | ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ; ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ ହିଁ ନିତାନ୍ତ ଅସାର। [ସେଲା] |
14546 | PSA 39:12 | ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। [ସେଲା] |
14606 | PSA 44:9 | ଆମ୍ଭେମାନେ ସାରାଦିନ ପରମେଶ୍ୱରଙ୍କଠାରେ ଦର୍ପ କରିଅଛୁ ଓ ଅନନ୍ତକାଳ ତୁମ୍ଭ ନାମର ଧନ୍ୟବାଦ କରିବା। [ସେଲା] |
14646 | PSA 46:4 | ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ। [ସେଲା] |
14654 | PSA 46:12 | ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। [ସେଲା] |
14659 | PSA 47:5 | ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟ ପାତ୍ର ଯାକୁବର ଗୌରବ ସ୍ୱରୂପ। [ସେଲା] |
14673 | PSA 48:9 | ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ ଦେଖିଅଛୁ; ପରମେଶ୍ୱର ଅନନ୍ତକାଳ ତାହା ସୁସ୍ଥିର କରିବେ। [ସେଲା] |
14693 | PSA 49:14 | ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି। [ସେଲା] |
14695 | PSA 49:16 | ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ। [ସେଲା] |
14706 | PSA 50:6 | ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। [ସେଲା] |
14749 | PSA 52:5 | ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ। [ସେଲା] |
14751 | PSA 52:7 | ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। [ସେଲା] |
14767 | PSA 54:5 | କାରଣ ଅପରିଚିତ ଲୋକମାନେ ମୋ’ ବିରୁଦ୍ଧରେ ଉଠିଅଛନ୍ତି, ପୁଣି, ଦୁରନ୍ତ ଲୋକମାନେ ମୋ’ ପ୍ରାଣ ଖୋଜି ଅଛନ୍ତି। ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି। [ସେଲା] |
14779 | PSA 55:8 | ଦେଖ, ତେବେ ମୁଁ ଦୂରରେ ଭ୍ରମଣ କରନ୍ତି, ମୁଁ ପ୍ରାନ୍ତରରେ ବାସ କରନ୍ତି। [ସେଲା] |
14791 | PSA 55:20 | ପରମେଶ୍ୱର ଶୁଣିବେ ଓ ସେମାନଙ୍କୁ ଉତ୍ତର ଦେବେ, ସେ ଚିରକାଳ ବିଦ୍ୟମାନ, [ସେଲା] ସେହି ଲୋକମାନଙ୍କ କୌଣସି ପରିବର୍ତ୍ତନ ଘଟି ନାହିଁ, ପୁଣି, ସେମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନାହିଁ। |
14813 | PSA 57:4 | ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; [ସେଲା] ପରମେଶ୍ୱର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ। |
14816 | PSA 57:7 | ସେମାନେ ମୋ’ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋ’ ପ୍ରାଣ ଅବନତ ହୋଇଅଛି; ସେମାନେ ମୋ’ ସମ୍ମୁଖରେ ଗର୍ତ୍ତ ଖୋଳି ଅଛନ୍ତି; ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। [ସେଲା] |
14839 | PSA 59:6 | ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ। [ସେଲା] |
14847 | PSA 59:14 | ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ୱର ଯେ ଯାକୁବ ମଧ୍ୟରେ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ। [ସେଲା] |
14857 | PSA 60:6 | ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ। [ସେଲା] |
14879 | PSA 62:5 | ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। [ସେଲା] |
14883 | PSA 62:9 | ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା] |
14931 | PSA 66:7 | ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। [ସେଲା] |
14939 | PSA 66:15 | ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। [ସେଲା] |
14946 | PSA 67:2 | ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ। [ସେଲା] |
14949 | PSA 67:5 | ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ। [ସେଲା] |
14960 | PSA 68:8 | ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ଆଗରେ ଯିବା ବେଳେ, ତୁମ୍ଭେ ପ୍ରାନ୍ତର ଦେଇ ଯାତ୍ରା କରିବା ବେଳେ, [ସେଲା] |
14972 | PSA 68:20 | ଯେଉଁ ପ୍ରଭୁ ଦିନକୁ ଦିନ ଆମ୍ଭମାନଙ୍କ ଭାର ବହନ୍ତି, ସେ ଧନ୍ୟ ହେଉନ୍ତୁ; ସେହି ପରମେଶ୍ୱର ଆମ୍ଭମାନଙ୍କର ପରିତ୍ରାଣ। [ସେଲା] |
14985 | PSA 68:33 | ହେ ପୃଥିବୀସ୍ଥ ରାଜ୍ୟସମୂହ, ତୁମ୍ଭେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର; ପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; [ସେଲା] |
15130 | PSA 75:4 | ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ। [ସେଲା] |
15141 | PSA 76:4 | ସେଠାରେ ସେ ଧନୁତୀରସବୁ, ଢାଲ, ଖଡ୍ଗ ଓ ଯୁଦ୍ଧ ଭଙ୍ଗ କଲେ। [ସେଲା] |
15147 | PSA 76:10 | ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ଓ ନୀରବ ହେଲା। [ସେଲା] |
15154 | PSA 77:4 | ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। [ସେଲା] |
15160 | PSA 77:10 | ପରମେଶ୍ୱର କ’ଣ କୃପାମୟ ହେବାକୁ ପାସୋରି ଅଛନ୍ତି ? ସେ କ’ଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି ? [ସେଲା] |
15284 | PSA 81:8 | ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ। [ସେଲା] |
15295 | PSA 82:2 | ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ ? [ସେଲା] |
15310 | PSA 83:9 | ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; ସେମାନେ ଲୋଟର ବଂଶକୁ ସାହାଯ୍ୟ କରିଅଛନ୍ତି। [ସେଲା] |
15325 | PSA 84:5 | ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। [ସେଲା] |
15329 | PSA 84:9 | ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ୱର, କର୍ଣ୍ଣପାତ କର। [ସେଲା] |
15336 | PSA 85:3 | ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ। [ସେଲା] |
15367 | PSA 87:3 | ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। [ସେଲା] |
15370 | PSA 87:6 | ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, “ଏଜଣ ସେଠାରେ ଜାତ ହେଲା ବୋଲି ଗଣନା କରିବେ।” [ସେଲା] |
15379 | PSA 88:8 | ତୁମ୍ଭର କୋପ ମୋ’ ଉପରେ ପ୍ରବଳ ହୋଇ ରହୁଅଛି ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ। [ସେଲା] |
15382 | PSA 88:11 | ତୁମ୍ଭେ କି ମୃତ ଲୋକମାନଙ୍କୁ ଆଶ୍ଚର୍ଯ୍ୟକ୍ରିୟା ଦେଖାଇବ ? ଯେଉଁମାନେ ମରିଯାଇଅଛନ୍ତି, ସେମାନେ ଉଠି କି ତୁମ୍ଭର ପ୍ରଶଂସା କରିବେ ? [ସେଲା] |
15395 | PSA 89:5 | ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା ଓ ପୁରୁଷ-ପରମ୍ପରା ପର୍ଯ୍ୟନ୍ତ ତୁମ୍ଭର ସିଂହାସନ ଗଢ଼ିବା।” [ସେଲା] |
15428 | PSA 89:38 | ତାହା ସଦାକାଳ ଚନ୍ଦ୍ର ତୁଲ୍ୟ ଓ ଆକାଶସ୍ଥ ବିଶ୍ୱସ୍ତ ସାକ୍ଷୀ ତୁଲ୍ୟ ସ୍ଥିରୀକୃତ ହେବ।” [ସେଲା] |
15436 | PSA 89:46 | ତୁମ୍ଭେ ତାହାର ଯୌବନ ଦିନ ହ୍ରାସ କରିଅଛ; ତୁମ୍ଭେ ଲଜ୍ଜାରେ ତାହାକୁ ଆଚ୍ଛନ୍ନ କରିଅଛ। [ସେଲା] |
16335 | PSA 140:4 | ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ। [ସେଲା] |
16337 | PSA 140:6 | ଅହଙ୍କାରୀମାନେ ଗୋପନରେ ମୋ’ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋ’ ପାଇଁ ଯନ୍ତା ବସାଇ ଅଛନ୍ତି। [ସେଲା] |
16340 | PSA 140:9 | ହେ ସଦାପ୍ରଭୁ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। [ସେଲା] |
16369 | PSA 143:6 | ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁ ଅଛି; ଶୁଷ୍କ ଭୂମି ତୁଲ୍ୟ ମୋ’ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି। [ସେଲା] |
23364 | MAT 6:13 | ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର । [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର । ଆମେନ୍ ।] |
23790 | MAT 17:21 | [କିନ୍ତୁ ପ୍ରାର୍ଥନା ଓ ଉପବାସ ବିନା ଅନ୍ୟ କୌଣସି ଉପାୟରେ ଏପ୍ରକାର ଭୂତ ବାହାରିଯାଏ ନାହିଁ ।] |
23807 | MAT 18:11 | [କାରଣ ଯାହା ହଜିଅଛି, ତାହା ରକ୍ଷା କରିବା ନିମନ୍ତେ ମନୁଷ୍ୟପୁତ୍ର ଆସିଅଛନ୍ତି ।] |
24001 | MAT 23:14 | [ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତର ଦଣ୍ଡ ପାଇବ ।] |
24548 | MRK 7:16 | [ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ ।] |
24651 | MRK 9:44 | [କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।] |
24653 | MRK 9:46 | [କାରଣ ନରକରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।] |
24735 | MRK 11:26 | [କିନ୍ତୁ ତୁମ୍ଭେମାନେ ଯଦି କ୍ଷମା ନ କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ ।] |
24923 | MRK 15:28 | [ସେଥିରେ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ ।] |
24951 | MRK 16:9 | [ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍ଦଲୀନୀ ମରିୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ]। |
25424 | LUK 9:54 | ଏହା ଦେଖି ଯାକୁବ ଓ ଯୋହନ, ଏହି ଦୁଇ ଶିଷ୍ୟ କହିଲେ, ପ୍ରଭୁ, [ଏଲିୟ ମଧ୍ୟ ଯେପରି କରିଥିଲେ, ସେହିପରି] ଆକାଶରୁ ଅଗ୍ନି ପଡ଼ି ସେମାନଙ୍କୁ ବିନାଶ କରୁ, ଏହା ଆମ୍ଭେମାନେ କହିବୁ ବୋଲି କ'ଣ ଆପଣଙ୍କର ଇଚ୍ଛା ? |
25756 | LUK 17:36 | [ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ ।] |
26021 | LUK 23:17 | [ପର୍ବ ସମୟରେ ସେମାନଙ୍କ ନିମନ୍ତେ ତାହାଙ୍କୁ ଜଣେ ବନ୍ଦୀକୁ ମୁକ୍ତ କରିବାକୁ ହେଉଥିଲା ।] |
26072 | LUK 24:12 | [କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ ।] |
26100 | LUK 24:40 | [ଆଉ ସେ ଏହା କହି ସେମାନଙ୍କୁ ଆପଣା ହାତ ଓ ପାଦ ଦେଖାଇଲେ ।] |
26283 | JHN 5:4 | କାରଣ କୌଣସି କୌଣସି ସମୟରେ ପ୍ରଭୁଙ୍କର ଜଣେ ଦୂତ ପୁଷ୍କରିଣୀରେ ଅବତରଣ କରି ଜଳ କମ୍ପାଉଥିଲେ, ଆଉ ଜଳ କମ୍ପିଲା ପରେ ଯେ କେହି ପ୍ରଥମରେ ସେଥିରେ ପ୍ରବେଶ କରୁଥିଲା, ସେ ଯେକୌଣସି ରୋଗରେ ଆକ୍ରାନ୍ତ ହୋଇଥିଲେ ସୁଦ୍ଧା ସୁସ୍ଥ ହେଉଥିଲା ।] |
26461 | JHN 8:11 | ସେ କହିଲା, କେହି ନାହିଁ, ପ୍ରଭୁ । ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ ।] |
27282 | ACT 8:37 | [ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ୱାସ କରନ୍ତି, ତାହାହେଲେ ହୋଇ ପାରେ । ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ୱରଙ୍କ ପୁତ୍ର, ଏହା ମୁଁ ବିଶ୍ୱାସ କରୁଅଛି ।] |
27996 | ACT 28:29 | [ଆଉ ସେ ଏହି ସବୁ କଥା କହନ୍ତେ ଯିହୂଦୀମାନେ ନିଜ ନିଜ ମଧ୍ୟରେ ବାଦାନୁବାଦ କରୁ କରୁ ପ୍ରସ୍ଥାନ କଲେ ।] |
28428 | ROM 16:24 | [ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ । ଆମେନ୍ ।] |