4 | GEN 1:4 | ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ। |
10 | GEN 1:10 | ପୁଣି, ପରମେଶ୍ୱର ସ୍ଥଳର ନାମ ପୃଥିବୀ ଓ ଜଳରାଶିର ନାମ ସମୁଦ୍ର ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ। |
12 | GEN 1:12 | ଅର୍ଥାତ୍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ। |
18 | GEN 1:18 | ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ। |
21 | GEN 1:21 | ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ। |
22 | GEN 1:22 | ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।” |
25 | GEN 1:25 | ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ। |
26 | GEN 1:26 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।” |
28 | GEN 1:28 | ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।” |
29 | GEN 1:29 | ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ। |
30 | GEN 1:30 | ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା। |
31 | GEN 1:31 | ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା। |
39 | GEN 2:8 | ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ। |
40 | GEN 2:9 | ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ। |
45 | GEN 2:14 | ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍। |
48 | GEN 2:17 | ମାତ୍ର, ସଦସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।” |
50 | GEN 2:19 | ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା। |
51 | GEN 2:20 | ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ। |
52 | GEN 2:21 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ। |
53 | GEN 2:22 | ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ। |
57 | GEN 3:1 | ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?” |
58 | GEN 3:2 | ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ; |
59 | GEN 3:3 | କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।” |
61 | GEN 3:5 | ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।” |
62 | GEN 3:6 | ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ। |
67 | GEN 3:11 | ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?” |
68 | GEN 3:12 | ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।” |
69 | GEN 3:13 | ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।” |
70 | GEN 3:14 | ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ। |
73 | GEN 3:17 | ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ। |
74 | GEN 3:18 | ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ। |
75 | GEN 3:19 | ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।” |
78 | GEN 3:22 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ, |
80 | GEN 3:24 | ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ। |
85 | GEN 4:5 | ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ। |
86 | GEN 4:6 | ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ ? ଆଉ କାହିଁକି ଦୁଃଖିତ ହେଉଅଛ ? |
87 | GEN 4:7 | ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।” |
91 | GEN 4:11 | ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ; |
94 | GEN 4:14 | ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।” |
95 | GEN 4:15 | ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ। |
96 | GEN 4:16 | ଏଥିଉତ୍ତାରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ସ୍ଥାନରେ ବାସ କଲେ। |
139 | GEN 6:1 | ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ; |
140 | GEN 6:2 | ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ। |
143 | GEN 6:5 | ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର। |
145 | GEN 6:7 | ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।” |
150 | GEN 6:12 | ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି। |
151 | GEN 6:13 | ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା। |
154 | GEN 6:16 | ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ। |
155 | GEN 6:17 | ପୁଣି, ଆକାଶ ତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ। |
159 | GEN 6:21 | ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସର୍ବପ୍ରକାର ଖାଦ୍ୟସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।” |
161 | GEN 7:1 | ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ। |
163 | GEN 7:3 | ପ୍ରତ୍ୟେକ ଖେଚର ପକ୍ଷୀଜାତିର ସାତ ସାତ ଦମ୍ପତି ଆପଣା ସଙ୍ଗରେ ନିଅ। |
174 | GEN 7:14 | ପୁଣି, ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ; |
183 | GEN 7:23 | ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ। |
189 | GEN 8:5 | ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା। |
193 | GEN 8:9 | ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ। |
195 | GEN 8:11 | ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତ ବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ। |
197 | GEN 8:13 | (ନୋହଙ୍କ ବୟସର) ଛଅଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ। |
208 | GEN 9:2 | ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି। |
209 | GEN 9:3 | ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ। |
210 | GEN 9:4 | ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍) ସରକ୍ତ ମାଂସ ଖାଇବ ନାହିଁ। |
215 | GEN 9:9 | “ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ, |
220 | GEN 9:14 | ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ; |
228 | GEN 9:22 | ଏପରି ସମୟରେ କିଣାନର ପିତା ହାମ ଆପଣା ପିତାଙ୍କର ଉଲଙ୍ଗତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଚାର ଦେଲା। |
229 | GEN 9:23 | ସେତେବେଳେ ଶେମ ଓ ଯେଫତ୍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ। |
271 | GEN 11:4 | ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।” |
272 | GEN 11:5 | ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ। |
273 | GEN 11:6 | ପୁଣି, ସଦାପ୍ରଭୁ କହିଲେ, “ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରେ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ। |
300 | GEN 12:1 | ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ। |
305 | GEN 12:6 | ଅବ୍ରାମ ସେହି ଦେଶ ଦେଇ ଭ୍ରମଣ କରୁ କରୁ ଶିଖିମ ନିକଟସ୍ଥ ମୋରିର ଅଲୋନ ବୃକ୍ଷ ମୂଳରେ ପହଞ୍ଚିଲେ। ସେହି ସମୟରେ କିଣାନୀୟମାନେ ସେହି ଦେଶରେ ବାସ କରୁଥିଲେ। |
310 | GEN 12:11 | ଏଥିଉତ୍ତାରେ ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, “ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ। |
311 | GEN 12:12 | ଏଥିପାଇଁ ମିସର ଦେଶୀୟ ଲୋକମାନେ ତୁମ୍ଭକୁ ଦେଖି ମୋହର ଭାର୍ଯ୍ୟା ବୋଲି ଜାଣିଲେ, ମୋତେ ବଧ କରି ତୁମ୍ଭକୁ ଜୀବିତା ରଖିବେ। |
313 | GEN 12:14 | ଏଥିଉତ୍ତାରେ ଅବ୍ରାମ ମିସର ଦେଶରେ ପ୍ରବେଶ କରନ୍ତେ, ମିସରୀୟ ଲୋକମାନେ ସେହି ସ୍ତ୍ରୀଙ୍କୁ ପରମ ସୁନ୍ଦରୀ ଦେଖିଲେ। |
314 | GEN 12:15 | ପୁଣି, ଫାରୋଙ୍କର ଅଧିପତିମାନେ ତାଙ୍କୁ ଦେଖି ଫାରୋଙ୍କ ଛାମୁରେ ତାଙ୍କର ପ୍ରଶଂସା କରନ୍ତେ, ସେହି ସ୍ତ୍ରୀ ଫାରୋଙ୍କର ଗୃହକୁ ଅଣାଗଲେ। |
318 | GEN 12:19 | ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏକଥା ଆମ୍ଭକୁ କାହିଁକି କହିଲ ନାହିଁ ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ ? ତହିଁରେ ଅାମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ।” |
328 | GEN 13:9 | ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋ’ଠାରୁ ପୃଥକ୍ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଡାହାଣକୁ ଯାଏ; ନୋହିଲେ ତୁମ୍ଭେ ଡାହାଣକୁ ଯାଅ, ମୁଁ ବାମକୁ ଯିବି। |
329 | GEN 13:10 | ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା। |
334 | GEN 13:15 | କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା। |
347 | GEN 14:10 | ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜାଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି, ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇ ଗଲେ। |
360 | GEN 14:23 | ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ଡିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ଆମ୍ଭେ ଅବ୍ରାମକୁ ଧନବାନ କରିଅଛୁ। |
364 | GEN 15:3 | ପୁଣି, ଅବ୍ରାମ କହିଲେ, “ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋ’ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ।” |
365 | GEN 15:4 | ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।” |
371 | GEN 15:10 | ତହିଁରେ ଅବ୍ରାମ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ଡ କରି ଖଣ୍ଡକ ଆଗରେ ଅନ୍ୟ ଖଣ୍ଡ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ। |
378 | GEN 15:17 | ଆଉ ଯହୁଁ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲ୍ଲୀ ଓ ପ୍ରଜ୍ଜ୍ୱଳିତ ଦିହୁଡ଼ି ସେହି ଦୁଇ ଖଣ୍ଡ ଶ୍ରେଣୀର ମଧ୍ୟ ଦେଇ ଚାଲିଗଲା। |