52 | GEN 2:21 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ। |
63 | GEN 3:7 | ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ। |
71 | GEN 3:15 | ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।” |
80 | GEN 3:24 | ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ। |
103 | GEN 4:23 | ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋ’ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି; |
153 | GEN 6:15 | ତାହା ଏହି ପ୍ରକାରେ ନିର୍ମାଣ କରିବ; ଦୀର୍ଘରେ ତିନିଶହ ହାତ, ପ୍ରସ୍ଥରେ ପଚାଶ ହାତ, ଉଚ୍ଚରେ ତିରିଶ ହାତ ହେବ। |
156 | GEN 6:18 | ମାତ୍ର ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ତୁମ୍ଭେ ଆପଣା ପୁତ୍ରମାନଙ୍କୁ ଓ ଭାର୍ଯ୍ୟା ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ। |
157 | GEN 6:19 | ପୁଣି, ପ୍ରାଣରକ୍ଷାର୍ଥେ ସର୍ବପ୍ରକାର ଜୀବଜନ୍ତୁର ଏକ ଏକ ଦମ୍ପତି ଆପଣା ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ। |
200 | GEN 8:16 | “ତୁମ୍ଭେ ଆପଣା ଭାର୍ଯ୍ୟା ଓ ପୁତ୍ରଗଣ ଓ ପୁତ୍ରବଧୂଗଣଙ୍କୁ ସଙ୍ଗେ ଘେନି ଜାହାଜରୁ ବାହାର ହୋଇ ଯାଅ। |
201 | GEN 8:17 | ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନି ଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।” |
202 | GEN 8:18 | ତହୁଁ ନୋହ ଆପଣା ଭାର୍ଯ୍ୟା, ପୁତ୍ର ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ; |
205 | GEN 8:21 | ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ। |
219 | GEN 9:13 | ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ। |
220 | GEN 9:14 | ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ; |
222 | GEN 9:16 | ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।” |
229 | GEN 9:23 | ସେତେବେଳେ ଶେମ ଓ ଯେଫତ୍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ। |
254 | GEN 10:19 | ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି, ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ (ବସତିର) ସୀମା ଥିଲା। |
269 | GEN 11:2 | ଆଉ ଘଟଣା କ୍ରମେ ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ଶିନୀୟର ଦେଶରେ ଏକ ପ୍ରାନ୍ତର ପାଇ ସେଠାରେ ବସତି କଲେ। |
304 | GEN 12:5 | ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ। |
316 | GEN 12:17 | ମାତ୍ର ଅବ୍ରାମଙ୍କର ଭାର୍ଯ୍ୟା ସାରୀଙ୍କ ସକାଶୁ ସଦାପ୍ରଭୁ ଫାରୋ ଓ ତାଙ୍କର ପରିବାର ଉପରେ ମହାମାରୀ ଘଟାଇଲେ। |
318 | GEN 12:19 | ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏକଥା ଆମ୍ଭକୁ କାହିଁକି କହିଲ ନାହିଁ ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ ? ତହିଁରେ ଅାମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ।” |
320 | GEN 13:1 | ଏଥିଉତ୍ତାରେ ଅବ୍ରାମ ଆପଣାର ଭାର୍ଯ୍ୟା ଓ ସବୁ ସମ୍ପତ୍ତି ଘେନି ଲୋଟ ସହିତ ମିସର ଦେଶରୁ ବାହାରି ଦକ୍ଷିଣାଞ୍ଚଳକୁ ଯାତ୍ରା କଲେ। |
336 | GEN 13:17 | ଉଠ, ଏହି ଦେଶର ଦୀର୍ଘ ପ୍ରସ୍ଥରେ ଭ୍ରମଣ କର; ଯେଣୁ ଆମ୍ଭେ ତୁମ୍ଭକୁ ତାହା ଦେବା। |
351 | GEN 14:14 | ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନିଶହ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ୍ ନଗର ପର୍ଯ୍ୟନ୍ତ ଗଲେ। |
355 | GEN 14:18 | ପୁଣି, ଶାଲେମ୍ର ରାଜା ମଲ୍କୀଷେଦକ ରୁଟି ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ; |
362 | GEN 15:1 | ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।” |
370 | GEN 15:9 | ସଦାପ୍ରଭୁ କହିଲେ, “ତୁମ୍ଭେ ତିନି ବର୍ଷର ଗୋଟିଏ ଗାଭୀ ଓ ତିନି ବର୍ଷର ଗୋଟିଏ ଛାଗୀ ଓ ତିନି ବର୍ଷର ଗୋଟିଏ ମେଷ ଓ ଗୋଟିଏ ଘୁଘୁ ଓ ଗୋଟିଏ କପୋତ ଛୁଆ ଆମ୍ଭ ନିକଟକୁ ଆଣ।” |
373 | GEN 15:12 | ପୁଣି, ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ। |
375 | GEN 15:14 | ମାତ୍ର ସେମାନେ ଯେଉଁ ଦେଶୀୟ ଲୋକମାନଙ୍କର ଦାସ୍ୟକର୍ମ କରିବେ, ଆମ୍ଭେ ସେମାନଙ୍କର ବିଚାର କରିବା; ତହିଁ ଉତ୍ତାରେ ସେମାନେ ବହୁତ ଧନ ଘେନି ସେହି ଦେଶରୁ ବାହାର ହେବେ। |
412 | GEN 17:14 | ମାତ୍ର ଯାହାର ଲିଙ୍ଗାଗ୍ର ଚର୍ମର ଛେଦନ ହେବ ନାହିଁ, ଏପରି ଯେ ଅସୁନ୍ନତ ପୁରୁଷ, ସେ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ଆମ୍ଭର ନିୟମ ଲଙ୍ଘନ କଲା।” |
421 | GEN 17:23 | ଏଥିଉତ୍ତାରେ ଅବ୍ରହାମ ଆପଣା ପୁତ୍ର ଇଶ୍ମାୟେଲକୁ ଓ ଆପଣା ଗୃହଜାତ ଓ ମୂଲ୍ୟକ୍ରୀତ ସମସ୍ତ ଲୋକଙ୍କୁ, ଅର୍ଥାତ୍ ଅବ୍ରହାମଙ୍କର ଗୃହସ୍ଥିତ ପ୍ରତ୍ୟେକ ପୁରୁଷକୁ ଘେନି ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେହି ଦିନ ସମସ୍ତଙ୍କ ଲିଙ୍ଗାଗ୍ର ଚର୍ମ ଛେଦନ କଲେ। |
431 | GEN 18:6 | ତହିଁରେ ଅବ୍ରହାମ ଶୀଘ୍ର ତମ୍ବୁ ଗୃହକୁ ସାରା ନିକଟକୁ ଯାଇ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୁଟି ପ୍ରସ୍ତୁତ କର।” |
432 | GEN 18:7 | ଏଥିଉତ୍ତାରେ ଅବ୍ରହାମ ଗୋଠକୁ ଶୀଘ୍ର ଯାଇ ଉତ୍ତମ କୋମଳ ଗୋବତ୍ସ ଆଣି ଦାସକୁ ଦିଅନ୍ତେ, ସେ ତାହା ଶୀଘ୍ର ରାନ୍ଧିଲା। |
461 | GEN 19:3 | ମାତ୍ର ଲୋଟ ଅତିଶୟ ବଳାଇବାରୁ ସେମାନେ ତାହା ସହିତ ଯାଇ ତାହାର ଘରେ ପ୍ରବେଶ କଲେ; ତହୁଁ ସେ ସେମାନଙ୍କର ପାଇଁ ତାଡ଼ିଶୂନ୍ୟ ରୁଟି ଆଦି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନ କଲେ। |
462 | GEN 19:4 | ମାତ୍ର ସେମାନେ ଶୟନ କରିବା ପୂର୍ବେ ସେହି ନଗରର ଲୋକମାନେ, ଅର୍ଥାତ୍, ସଦୋମର ଯୁବାବୃଦ୍ଧାଦି ସମସ୍ତ ଲୋକ ଚାରିଆଡ଼ୁ ଆସି ତାହାର ଘର ଘେରିଲେ। |
463 | GEN 19:5 | ପୁଣି, ଲୋଟକୁ ଡାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି ? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।” |
467 | GEN 19:9 | ସେତେବେଳେ ସେମାନେ କହିଲେ, “ଘୁଞ୍ଚି ଯା।” ପୁଣି କହିଲେ, “ଏ ଲୋକଟା ଆମ୍ଭମାନଙ୍କ ମଧ୍ୟରେ ପ୍ରବାସ କରିବାକୁ ଆସି ଆମ୍ଭମାନଙ୍କର ବିଚାରକର୍ତ୍ତା ହେବାକୁ ଚାହେଁ; ଏବେ ସେମାନଙ୍କଠାରୁ ତୋ’ ପ୍ରତି ଆହୁରି କୁବ୍ୟବହାର କରିବା।” ତହୁଁ ସେମାନେ ସେହି ମନୁଷ୍ୟ, ଅର୍ଥାତ୍, ଲୋଟ ପ୍ରତି ବଳ ପ୍ରୟୋଗ କରି କବାଟ ଭାଙ୍ଗିବାକୁ ଗଲେ। |
473 | GEN 19:15 | ଆରଦିନ ପ୍ରଭାତ ହୁଅନ୍ତେ, ଦୂତମାନେ ଲୋଟକୁ ଚଞ୍ଚଳ କରାଇ କହିଲେ, “ଉଠ, ଆପଣାର ଭାର୍ଯ୍ୟା ଓ ଏହି ଯେଉଁ ଦୁଇ କନ୍ୟା ଏଠାରେ ଅଛନ୍ତି, ସେମାନଙ୍କୁ ଘେନିଯାଅ; ନୋହିଲେ ନଗରର ଦଣ୍ଡରେ ବିନଷ୍ଟ ହେବ।” |
477 | GEN 19:19 | ଏବେ ଏହି ଦାସ ପ୍ରତି ଅନୁଗ୍ରହ ଓ ମହା ଦୟା କରି ପ୍ରାଣରକ୍ଷା କଲେ; ମୁଁ ପର୍ବତକୁ ପଳାଇ ଯାଇ ନ ପାରେ; କେଜାଣି ବିପଦ ଘଟିଲେ ମରିଯିବି। |
480 | GEN 19:22 | ତୁମ୍ଭେ ଶୀଘ୍ର ସେହି ସ୍ଥାନକୁ ପଳାଅ, ଯେହେତୁ ତୁମ୍ଭେ ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେ କିଛି କରି ନ ପାରୁ।” ଏଣୁ ସେହି ସ୍ଥାନର ନାମ ସୋୟର ହେଲା। |
488 | GEN 19:30 | ଏଥିଉତ୍ତାରେ ଲୋଟ ସୋୟରରେ ବାସ କରିବାକୁ ଭୟ କରି ସେଠାରୁ ବାହାରି ଆପଣାର ଦୁଇ କନ୍ୟାଙ୍କୁ ଘେନି ପର୍ବତରେ ବାସ କଲା; ତହିଁରେ ସେ ଓ ତାହାର ଦୁଇ କନ୍ୟା ଗିରି କନ୍ଦରରେ ବାସ କଲେ। |
512 | GEN 20:16 | ପୁଣି, ସେ ସାରାକୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ଭ୍ରାତାକୁ ସହସ୍ର ଖଣ୍ଡ ରୂପା ଦେଲୁ; ଦେଖ, ତାହା ତୁମ୍ଭ ପ୍ରତି ଘଟିଥିବା ସକଳ ବିଷୟ ନିମନ୍ତେ ସମସ୍ତଙ୍କ ସାକ୍ଷାତରେ ଚକ୍ଷୁର ଆବରଣ ସ୍ୱରୂପ; ଆଉ ସମସ୍ତ ବିଷୟରେ ତୁମ୍ଭ ପ୍ରତି ନ୍ୟାୟ ବିଚାର କରାଗଲା।” |
528 | GEN 21:14 | ଏଥିଉତ୍ତାରେ ଅବ୍ରହାମ ପ୍ରଭାତରେ ଉଠି ରୁଟି ଓ ଜଳପୂର୍ଣ୍ଣ କୁମ୍ପା ଘେନି ହାଗାରର ସ୍କନ୍ଧରେ ଦେଇ ବାଳକଙ୍କୁ ସମର୍ପଣ କରି ତାହାଙ୍କୁ ବିଦାୟ କଲେ; ତହିଁରେ ସେ ପ୍ରସ୍ଥାନ କରି ବେର୍ଶେବା ନାମକ ପ୍ରାନ୍ତରରେ ପଥ ହରାଇଲା। |
537 | GEN 21:23 | ଏଥିପାଇଁ ତୁମ୍ଭେ ଆମ୍ଭ ପ୍ରତି ଓ ଆମ୍ଭର ପୁତ୍ରପୌତ୍ର ପ୍ରତି ବିଶ୍ୱାସଘାତକତା କରିବ ନାହିଁ; ପୁଣି, ଆମ୍ଭେ ତୁମ୍ଭ ପ୍ରତି ଯେପରି ଅନୁଗ୍ରହ କରିଅଛୁ, ତଦନୁସାରେ ତୁମ୍ଭେ ଆମ୍ଭ ପ୍ରତି ଓ ତୁମ୍ଭର ପ୍ରବାସ ସ୍ଥାନ ଏହି ଦେଶ ପ୍ରତି ଅନୁଗ୍ରହ କରିବ, ଆମ୍ଭ ଆଗରେ ପରମେଶ୍ୱରଙ୍କ ଶପଥ କରି ଏହି କଥା କୁହ।” |
541 | GEN 21:27 | ଏଥିଉତ୍ତାରେ ଅବ୍ରହାମ ମେଷ ଓ ଗୋରୁ ଘେନି ଅବିମେଲକଙ୍କୁ ଦେଲେ, ପୁଣି, ଦୁହେଁ ଗୋଟିଏ ନିୟମ ସ୍ଥିର କଲେ। |
549 | GEN 22:1 | ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, “ହେ ଅବ୍ରହାମ। ତହିଁରେ ସେ ଉତ୍ତର କଲେ, ଦେଖନ୍ତୁ, ମୁଁ ଏଠାରେ ଅଛି।” |
550 | GEN 22:2 | ସେତେବେଳେ ସେ କହିଲେ, “ତୁମ୍ଭେ ଏବେ ଆପଣା ପୁତ୍ରକୁ, ତୁମ୍ଭର ଅଦ୍ୱିତୀୟ ପୁତ୍ରକୁ, ଅର୍ଥାତ୍, ତୁମ୍ଭେ ଯାହାକୁ ସ୍ନେହ କର, ସେହି ଇସ୍ହାକକୁ ଘେନି ମୋରୀୟା ଦେଶକୁ ଯାଅ; ପୁଣି, ଆମ୍ଭେ ସେହି ଦେଶରେ ଯେଉଁ ପର୍ବତ କହିବା, ସେହି ପର୍ବତ ଉପରେ ତାହାକୁ ହୋମାର୍ଥେ ବଳିଦାନ କର।” |
554 | GEN 22:6 | ତହୁଁ ଅବ୍ରହାମ ଯଜ୍ଞକାଷ୍ଠ ଘେନି ଆପଣା ପୁତ୍ର ଇସ୍ହାକର ସ୍କନ୍ଧରେ ଦେଇ ନିଜ ହସ୍ତରେ ଅଗ୍ନି ଓ ଛୁରିକା ଘେନିଲେ, ପୁଣି, ଦୁହେଁ ଏକତ୍ର ଚାଲିଗଲେ। |
568 | GEN 22:20 | ସେହି ଘଟଣା ଉତ୍ତାରେ ଅବ୍ରହାମଙ୍କୁ ଏହି ସମ୍ବାଦ ଦିଆଗଲା, “ଶୁଣ, ମିଲ୍କା ମଧ୍ୟ ତୁମ୍ଭ ଭ୍ରାତା ନାହୋର ନିମନ୍ତେ ସନ୍ତାନସନ୍ତତି ପ୍ରସବ କରିଅଛି। |
594 | GEN 24:2 | ଏଣୁ ସେ ଆପଣା ଗୃହର ସର୍ବକାର୍ଯ୍ୟାଧ୍ୟକ୍ଷ ବୃଦ୍ଧ ଦାସକୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ମୋ’ ଜଙ୍ଘରେ ହସ୍ତ ଦିଅ; |
601 | GEN 24:9 | ତହିଁରେ ସେହି ଦାସ ଆପଣା ପ୍ରଭୁ ଅବ୍ରହାମଙ୍କର ଜଙ୍ଘରେ ହସ୍ତ ଦେଇ ସେହି ବିଷୟରେ ଶପଥ କଲା। |
602 | GEN 24:10 | ଏଥିଉତ୍ତାରେ ସେହି ଦାସ ଆପଣା ପ୍ରଭୁର ଓଟମାନଙ୍କ ମଧ୍ୟରୁ ଦଶଟା ଓଟ ଓ ଆପଣା ପ୍ରଭୁର ସର୍ବପ୍ରକାର ଉତ୍ତମ ଦ୍ରବ୍ୟ ହସ୍ତରେ ଘେନି ପ୍ରସ୍ଥାନ କରି ଅରାମନହରୟିମ୍ ଦେଶର ନାହୋର ନଗରକୁ ଯାତ୍ରା କଲା। |
607 | GEN 24:15 | ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳସ ଘେନି ବାହାରି ଆସିଲା। |
610 | GEN 24:18 | ତହିଁରେ ସେ କହିଲା, “ମହାଶୟ, ପାନ କରନ୍ତୁ,” ଏହା କହି ସେ ଶୀଘ୍ର କଳସ ହାତକୁ ଓହ୍ଲାଇ ତାହାକୁ ପାନ କରିବାକୁ ଦେଲା। |
612 | GEN 24:20 | ତହିଁରେ ସେ ଶୀଘ୍ର କୁଣ୍ଡରେ କଳସରୁ ପାଣି ଢାଳି ପୁନଶ୍ଚ ପାଣି କାଢ଼ିବା ପାଇଁ କୂପ ନିକଟକୁ ଧାଇଁଯାଇ ସମସ୍ତ ଓଟ ନିମନ୍ତେ ଜଳ କାଢ଼ିଲା। |
623 | GEN 24:31 | “ହେ ସଦାପ୍ରଭୁଙ୍କ ଆଶୀର୍ବାଦପାତ୍ର, ଭିତରକୁ ଆସ, ତୁମ୍ଭେ କାହିଁକି ବାହାରେ ଛିଡ଼ା ହେଉଅଛ ? ମୁଁ ତ ଘର ଓ ଓଟମାନଙ୍କ ପାଇଁ ସ୍ଥାନ ପ୍ରସ୍ତୁତ କରିଅଛି।” |
637 | GEN 24:45 | ଏହି କଥା ମୁଁ ମନେ ମନେ କହୁଥଲି, ଏଥି ମଧ୍ୟରେ ରିବିକା ସ୍କନ୍ଧରେ କଳସ ଘେନି ବାହାରକୁ ଆସିଲା। ପୁଣି, ସେ କୂପ ଭିତରକୁ ଯାଇ ଜଳ କାଢ଼ନ୍ତେ ମୁଁ କହିଲି, “ବିନୟ କରୁଅଛି, ମୋତେ ଜଳ ପାନ କରାଅ।” |
638 | GEN 24:46 | ତହିଁରେ ସେ ଶୀଘ୍ର ସ୍କନ୍ଧରୁ କଳସ ନୁଆଁଇ କହିଲା, “ପାନ କର, ପୁଣି, ମୁଁ ତୁମ୍ଭ ଓଟମାନଙ୍କୁ ହିଁ ପାନ କରାଇବି; ତହୁଁ ମୁଁ ପାନ କଲି, ପୁଣି, ସେ ଓଟମାନଙ୍କୁ ପାନ କରାଇଲା।” |
642 | GEN 24:50 | ସେତେବେଳେ ଲାବନ ଓ ବଥୂୟେଲ ଉତ୍ତର କଲେ, “ସଦାପ୍ରଭୁଙ୍କଠାରୁ ଏହି ଘଟଣା ହୋଇଅଛି, ଏଥିରେ ଆମ୍ଭେମାନେ ଭଲ ଓ ମନ୍ଦ କିଛି କହି ନ ପାରୁ। |
643 | GEN 24:51 | ଦେଖ, ରିବିକା ତୁମ୍ଭ ସମ୍ମୁଖରେ ଅଛି, ତାହାକୁ ଘେନି ପ୍ରସ୍ଥାନ କର, ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ତୁମ୍ଭ କର୍ତ୍ତାଙ୍କ ପୁତ୍ରର ଭାର୍ଯ୍ୟା ହେଉ।” |
653 | GEN 24:61 | ଏଥିଉତ୍ତାରେ ରିବିକା ଓ ତାହାର ଦାସୀମାନେ ଉଠି ଓଟ ଉପରେ ଚଢ଼ି ସେହି ମନୁଷ୍ୟର ପଛେ ପଛେ ଯାତ୍ରା କଲେ। ଏହିରୂପେ ସେହି ଦାସ ରିବିକାକୁ ଘେନି ପ୍ରସ୍ଥାନ କଲା। |
657 | GEN 24:65 | ପୁଣି, ସେ ସେହି ଦାସକୁ ପଚାରିଲା, “ଆମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଯେ କ୍ଷେତ୍ର ମଧ୍ୟରେ ଆସୁଅଛି, ସେହି ପୁରୁଷ କିଏ ?” ତହିଁରେ ଦାସ ଉତ୍ତର କଲା, “ସେ ମୋହର ପ୍ରଭୁ,” ଏଣୁ ରିବିକା ଘୋଡ଼ଣୀ ନେଇ ଆପଣାକୁ ଆଚ୍ଛାଦନ କଲା। |
659 | GEN 24:67 | “ସେତେବେଳେ ଇସ୍ହାକ ରିବିକାକୁ ଗ୍ରହଣ କରି ଆପଣା ମାତା ସାରାର ତମ୍ବୁକୁ ଘେନି ଯାଇ ତାହାକୁ ବିବାହ କଲା; ପୁଣି, ସେ ତାହାକୁ ପ୍ରେମ କଲା।” ତହିଁରେ ଇସ୍ହାକ ମାତୃମରଣ ଶୋକରୁ ସାନ୍ତ୍ୱନା ପାଇଲା। |
719 | GEN 26:26 | ଏଥିଉତ୍ତାରେ ଅବିମେଲକ ଅହୁଷତ୍ ନାମକ ଆପଣା ମିତ୍ରକୁ ଓ ଫୀଖୋଲ ନାମକ ସେନାପତିକୁ ସଙ୍ଗରେ ଘେନି ଗରାରଠାରୁ ଇସ୍ହାକଙ୍କ ନିକଟକୁ ଗଲେ। |
720 | GEN 26:27 | ତହିଁରେ ଇସ୍ହାକ ସେମାନଙ୍କୁ କହିଲେ, “ତୁମ୍ଭେମାନେ ତ ମୋତେ ଘୃଣା କରୁଅଛ, ପୁଣି, ଆପଣାମାନଙ୍କ ମଧ୍ୟରୁ ମୋତେ ଦୂର କରି ଦେଇଥିଲ, ଏବେ ମୋ’ ନିକଟକୁ କାହିଁକି ଆସିଅଛ ?” |
724 | GEN 26:31 | ଏଥିଉତ୍ତାରେ ସେମାନେ ଶୀଘ୍ର ପ୍ରଭାତରେ ଉଠି ପରସ୍ପର ଶପଥ କଲେ। ପୁଣି, ଇସ୍ହାକ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ କୁଶଳରେ ତାଙ୍କ ନିକଟରୁ ପ୍ରସ୍ଥାନ କଲେ। |
731 | GEN 27:3 | ଏବେ ବିନୟ କରୁଅଛି, “ତୁମ୍ଭେ ଏତେବେଳେ ତୂଣ ଓ ଧନୁକାଦି ଶସ୍ତ୍ର ଘେନି ପ୍ରାନ୍ତରକୁ ଯାଇ ମୋ’ ନିମନ୍ତେ ମୃଗ ଆଣ। |
738 | GEN 27:10 | ତୁମ୍ଭେ ତାହା ଘେନି ପିତାଙ୍କ ନିକଟକୁ ଯାଅ; ତହିଁରେ ସେ ତାହା ଭୋଜନ କରି ମୃତ୍ୟୁୁ ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ କରିବେ।” |
741 | GEN 27:13 | ମାତ୍ର ତାହାର ମାତା କହିଲା, “ପୁଅ, ସେହି ଅଭିଶାପ ମୋତେ ଘଟୁ, କେବଳ ତୁମ୍ଭେ ମୋ’ କଥା ମାନ ଓ ଯାଇ ଛେଳିଛୁଆ ଆଣ।” |
742 | GEN 27:14 | ତହୁଁ ଯାକୁବ ଯାଇ ତାହା ଘେନି ମାତା ନିକଟକୁ ଆଣନ୍ତେ, ମାତା ତାହାର ପିତାଙ୍କର ରୁଚି ଅନୁସାରେ ସୁସ୍ୱାଦୁ ଖାଦ୍ୟ ରନ୍ଧନ କଲା। |
743 | GEN 27:15 | ତହିଁରେ ରିବିକା ଘରେ ଆପଣା ନିକଟରେ ଜ୍ୟେଷ୍ଠ ପୁତ୍ର ଏଷୌର ଥିବା ଉତ୍ତମ ବସ୍ତ୍ର ଆଣି କନିଷ୍ଠ ପୁତ୍ର ଯାକୁବକୁ ପିନ୍ଧାଇଲା। |
744 | GEN 27:16 | ପୁଣି, ଛେଳିଛୁଆର ଛାଲ ଘେନି ତାହା ହସ୍ତରେ ଓ ଗଳଦେଶର ନିର୍ଲୋମ ସ୍ଥାନରେ ଗୁଡ଼ାଇ ଦେଲା। |
748 | GEN 27:20 | ତହିଁରେ ଇସ୍ହାକ ଆପଣା ପୁତ୍ରକୁ କହିଲେ, “ପୁତ୍ର, ତୁମ୍ଭେ ଏତେ ଶୀଘ୍ର ତାହା କିପରି ପାଇଲ ?” ସେ କହିଲା, “ଆପଣଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତାହା ଭେଟାଇ ଦେଲେ।” |
798 | GEN 29:2 | ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି, ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ଡିଏ ବଡ଼ ପଥର ଘୋଡ଼ା ହୋଇଥାଏ। |
799 | GEN 29:3 | ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତା’ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି। |
802 | GEN 29:6 | ଯାକୁବ ପଚାରିଲା, “ସେ କୁଶଳରେ ଅଛନ୍ତି ତ ?” ସେମାନେ କହିଲେ, “କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି।” |
803 | GEN 29:7 | ସେତେବେଳେ ଯାକୁବ କହିଲା, “ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ।” |
804 | GEN 29:8 | ମାତ୍ର ସେମାନେ କହିଲେ, “ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ।” |
805 | GEN 29:9 | ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାଙ୍କର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା। |
806 | GEN 29:10 | ସେତେବେଳେ ଯାକୁବ ଆପଣା ମାମୁଁ ଲାବନର କନ୍ୟା ରାହେଲକୁ ଓ ମାମୁଁର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାମୁଁ ଲାବନର ପଲକୁ ଜଳ ପାନ କରାଇଲା। |
819 | GEN 29:23 | ସନ୍ଧ୍ୟାକାଳରେ ସେ ଆପଣା କନ୍ୟା ଲେୟାକୁ ଘେନି ଯାକୁବ ନିକଟକୁ ଆଣିଲା; ପୁଣି, ସେ ତାହାର ସହବାସ କଲା। |
840 | GEN 30:9 | ଏଥିଉତ୍ତାରେ ଲେୟା ଆପଣାର ଗର୍ଭନିବୃତ୍ତି ବୁଝି ଆପଣାର ସିଳ୍ପା ନାମ୍ନୀ ଦାସୀକୁ ଘେନି ଯାକୁବ ସହିତ ବିବାହ ଦେଲା। |
892 | GEN 31:18 | ପୁଣି, ଆପଣା ଉପାର୍ଜ୍ଜିତ ପଶ୍ୱାଦି ସକଳ ଧନ, ଅର୍ଥାତ୍, ପଦ୍ଦନ୍ ଅରାମରେ ଯେଉଁ ପଶୁ ଓ ଯେଉଁ ସମ୍ପତ୍ତି ଉପାର୍ଜ୍ଜନ କରିଥିଲା, ତାହା ଘେନି କିଣାନ ଦେଶରେ ଆପଣା ପିତା ଇସ୍ହାକ ନିକଟକୁ ପ୍ରସ୍ଥାନ କଲା। |
895 | GEN 31:21 | ଏହି ପ୍ରକାରେ ସେ ଆପଣା ସର୍ବସ୍ୱ ଘେନି ପଳାୟନ କଲା, ପୁଣି, ଉଠି (ଫରାତ୍) ନଦୀ ପାର ହୋଇ ଗିଲୀୟଦ ପର୍ବତ ଆଡ଼େ ଦୃଷ୍ଟି କରି ଚାଲିଲା। |
897 | GEN 31:23 | ତହିଁରେ ସେ ଆପଣା କୁଟୁମ୍ବମାନଙ୍କୁ ସଙ୍ଗେ ଘେନି ତାହାର ପଛେ ପଛେ ସାତ ଦିନର ବାଟ ଦୌଡ଼ି ଯାଇ ଗିଲୀୟଦ ପର୍ବତ ନିକଟରେ ତାହାର ସଙ୍ଗ ଧରିଲା। |
900 | GEN 31:26 | ପୁଣି, ଲାବନ ଯାକୁବକୁ କହିଲା, “ତୁମ୍ଭେ କାହିଁକି ଏହିପରି କର୍ମ କଲ ? ମୋତେ ପ୍ରବଞ୍ଚନା କଲ, ପୁଣି, ମୋ’ କନ୍ୟାମାନଙ୍କୁ ଖଡ୍ଗଧୃତ ବନ୍ଦୀ ଲୋକଙ୍କ ପରି ଘେନି ଆସିଲ। |
915 | GEN 31:41 | ମୁଁ କୋଡ଼ିଏ ବର୍ଷ କାଳ ତୁମ୍ଭ ଘରେ ରହିଲି; ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉଦ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ ଦାସ୍ୟକର୍ମ କଲି; ଏଥିମଧ୍ୟରେ ତୁମ୍ଭେ ଦଶଥର ମୋହର ବେତନ ପରିବର୍ତ୍ତନ କରିଅଛ। |
919 | GEN 31:45 | ସେତେବେଳେ ଯାକୁବ ଖଣ୍ଡିଏ ପ୍ରସ୍ତର ଘେନି ସ୍ତମ୍ଭ ରୂପେ ସ୍ଥାପନ କଲା। |
935 | GEN 32:7 | ଏଥିଉତ୍ତାରେ ଦୂତମାନେ ଫେରି ଆସି ଯାକୁବକୁ କହିଲେ, “ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରିଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।” |
939 | GEN 32:11 | ତୁମ୍ଭେ ଏହି ଦାସ ପ୍ରତି ଯେଉଁ ସମସ୍ତ ଦୟା ଓ ଯେଉଁ ସମସ୍ତ ବିଶ୍ୱସ୍ତତା ପ୍ରକାଶ କରିଅଛ, ମୁଁ ତହିଁର ଅଳ୍ପ ମଧ୍ୟ ପାଇବାର ଯୋଗ୍ୟ ନୁହେଁ; ଯେହେତୁ ମୁଁ ନିଜର ଯଷ୍ଟିମାତ୍ର ଘେନି ଏହି ଯର୍ଦ୍ଦନ ପାର ହୋଇଥିଲି, ମାତ୍ର ଏବେ ମୁଁ ଦୁଇ ଦଳ ହୋଇଅଛି। |
951 | GEN 32:23 | ଏଥିଉତ୍ତାରେ ସେ ରାତ୍ରିରେ ଉଠି ଆପଣାର ଦୁଇ ଭାର୍ଯ୍ୟା ଓ ଦୁଇ ଦାସୀ ଓ ଏକାଦଶ ସନ୍ତାନଙ୍କୁ ଯବ୍ବୋକ୍ ଘାଟରେ ପାର କରାଇବା ପାଇଁ ସଙ୍ଗରେ ନେଲା। |
954 | GEN 32:26 | ମାତ୍ର ତାହାକୁ ଜୟ କରି ପାରିଲେ ନାହିଁ ଦେଖି ସେ ଯାକୁବର ଊରୁଦେଶର ସନ୍ଧି ସ୍ଥାନରେ ଆଘାତ କଲେ; ତାହାଙ୍କ ସହିତ ଏପ୍ରକାର ମଲ୍ଲଯୁଦ୍ଧ କରିବାରୁ ଯାକୁବର ଊରୁସନ୍ଧି ଖସିଗଲା। |
998 | GEN 34:17 | ମାତ୍ର ତୁମ୍ଭେମାନେ ଯଦି ସୁନ୍ନତ ବିଷୟରେ ଆମ୍ଭମାନଙ୍କ କଥା ନ ଶୁଣ, ତେବେ ଆମ୍ଭେମାନେ ସେହି କନ୍ୟାକୁ ଘେନି ଚାଲିଯିବା।” |
1000 | GEN 34:19 | ପୁଣି, ସେହି ଯୁବା ଅତିଶୀଘ୍ର ସେ କର୍ମ କଲା, କାରଣ ସେ ଯାକୁବର କନ୍ୟାଠାରେ ଅତିଶୟ ଆସକ୍ତ ଥିଲା। ସେହି ଶିଖିମ ଆପଣା ପିତୃପରିବାର ସମସ୍ତଙ୍କଠାରୁ ଅଧିକ ସମ୍ଭ୍ରାନ୍ତ ଥିଲା। |
1006 | GEN 34:25 | ଆଉ ତୃତୀୟ ଦିନରେ ସେମାନେ ପୀଡ଼ିତ ହୁଅନ୍ତେ, ଦୀଣାର ଭ୍ରାତା ଶିମୀୟୋନ ଓ ଲେବୀ, ଯାକୁବର ଏହି ଦୁଇ ପୁତ୍ର ଆପଣା ଖଡ୍ଗ ଘେନି ନିର୍ଭୟରେ ନଗର ଆକ୍ରମଣ କରି ସବୁ ପୁରୁଷମାନଙ୍କୁ ବଧ କଲେ। |
1007 | GEN 34:26 | ପୁଣି, ହମୋରକୁ ଓ ତାହାର ପୁତ୍ର ଶିଖିମକୁ ଖଡ୍ଗାଘାତରେ ବଧ କରି ଶିଖିମର ଗୃହରୁ ଦୀଣାକୁ ନେଇଗଲେ। |
1016 | GEN 35:4 | ତହିଁରେ ସେମାନେ ଆପଣାମାନଙ୍କ ନିକଟସ୍ଥ ବିଦେଶୀୟ ଦେବତା ଓ କର୍ଣ୍ଣକୁଣ୍ଡଳ ସକଳ ଘେନି ଯାକୁବଙ୍କୁ ଦେଲେ, ପୁଣି, ସେ ତାହା ସବୁ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷମୂଳେ ଲୁଚାଇ ରଖିଲେ। |