2 | GEN 1:2 | ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ। |
5 | GEN 1:5 | ପୁଣି, ପରମେଶ୍ୱର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା। |
7 | GEN 1:7 | ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା। |
8 | GEN 1:8 | ଆଉ ପରମେଶ୍ୱର ସେହି ଶୂନ୍ୟର ନାମ ଆକାଶମଣ୍ଡଳ ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା। |
9 | GEN 1:9 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା। |
10 | GEN 1:10 | ପୁଣି, ପରମେଶ୍ୱର ସ୍ଥଳର ନାମ ପୃଥିବୀ ଓ ଜଳରାଶିର ନାମ ସମୁଦ୍ର ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ। |
11 | GEN 1:11 | ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା। |
12 | GEN 1:12 | ଅର୍ଥାତ୍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ। |
14 | GEN 1:14 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ। |
15 | GEN 1:15 | ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା। |
16 | GEN 1:16 | ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତି, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ। |
18 | GEN 1:18 | ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ। |
20 | GEN 1:20 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।” |
21 | GEN 1:21 | ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ। |
22 | GEN 1:22 | ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।” |
24 | GEN 1:24 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା। |
25 | GEN 1:25 | ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ। |
26 | GEN 1:26 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।” |
27 | GEN 1:27 | ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ। |
28 | GEN 1:28 | ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।” |
30 | GEN 1:30 | ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା। |
31 | GEN 1:31 | ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା। |
32 | GEN 2:1 | ଏହିରୂପେ ଆକାଶମଣ୍ଡଳ ଓ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା। |
33 | GEN 2:2 | ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ। |
34 | GEN 2:3 | ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ। |
35 | GEN 2:4 | ସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ, |
36 | GEN 2:5 | ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା। |
37 | GEN 2:6 | ପୁଣି, ପୃଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା। |
38 | GEN 2:7 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା। |
40 | GEN 2:9 | ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ। |
42 | GEN 2:11 | ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବୀଲା ଦେଶସମୂହକୁ ବେଷ୍ଟନ କରେ। |
43 | GEN 2:12 | ସେହି ଦେଶର ସୁବର୍ଣ୍ଣ ଉତ୍ତମ, ପୁଣି, ସେଠାରେ ମୁକ୍ତା ଓ ଗୋମେଦକ ମଣି ଜନ୍ମଇ। |
46 | GEN 2:15 | ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ। |
49 | GEN 2:18 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।” |
50 | GEN 2:19 | ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା। |
51 | GEN 2:20 | ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ। |
52 | GEN 2:21 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ। |
53 | GEN 2:22 | ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ। |
55 | GEN 2:24 | ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ। |
57 | GEN 3:1 | ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?” |
60 | GEN 3:4 | ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ; |
61 | GEN 3:5 | ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।” |
62 | GEN 3:6 | ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ। |
64 | GEN 3:8 | ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ। |
66 | GEN 3:10 | ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।” |
67 | GEN 3:11 | ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?” |
70 | GEN 3:14 | ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ। |
71 | GEN 3:15 | ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।” |
72 | GEN 3:16 | ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।” |
73 | GEN 3:17 | ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ। |