| 36 | GEN 2:5 | ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା। |
| 57 | GEN 3:1 | ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?” |
| 60 | GEN 3:4 | ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ; |
| 94 | GEN 4:14 | ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।” |
| 102 | GEN 4:22 | ସିଲ୍ଲାର ଗର୍ଭରେ ତୁବଲ୍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା। |
| 149 | GEN 6:11 | ସେହି ସମୟରେ ପୃଥିବୀ ପରମେଶ୍ୱରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା। |
| 151 | GEN 6:13 | ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା। |
| 283 | GEN 11:16 | ପୁଣି, ଏବର ଚୌତ୍ରିଶି ବର୍ଷ ବୟସରେ ପେଲଗ୍କୁ ଜାତ କଲା। |
| 297 | GEN 11:30 | ସେହି ସାରୀ ବନ୍ଧ୍ୟା ଥିଲେ, ତାଙ୍କର କୌଣସି ସନ୍ତାନ ନ ଥିଲା। |
| 298 | GEN 11:31 | ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ। |
| 351 | GEN 14:14 | ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନିଶହ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ୍ ନଗର ପର୍ଯ୍ୟନ୍ତ ଗଲେ। |
| 364 | GEN 15:3 | ପୁଣି, ଅବ୍ରାମ କହିଲେ, “ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋ’ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ।” |
| 439 | GEN 18:14 | ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ। |
| 489 | GEN 19:31 | ଏଥିଉତ୍ତାରେ ତାହାର ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, “ଆମ୍ଭମାନଙ୍କର ପିତା ବୃଦ୍ଧ, ପୁଣି, ସଂସାରର ବ୍ୟବହାରାନୁସାରେ ଆମ୍ଭମାନଙ୍କର ସହବାସ କରିବାକୁ ଏ ଦେଶରେ ତ କୌଣସି ପୁରୁଷ ନାହିଁ। |
| 537 | GEN 21:23 | ଏଥିପାଇଁ ତୁମ୍ଭେ ଆମ୍ଭ ପ୍ରତି ଓ ଆମ୍ଭର ପୁତ୍ରପୌତ୍ର ପ୍ରତି ବିଶ୍ୱାସଘାତକତା କରିବ ନାହିଁ; ପୁଣି, ଆମ୍ଭେ ତୁମ୍ଭ ପ୍ରତି ଯେପରି ଅନୁଗ୍ରହ କରିଅଛୁ, ତଦନୁସାରେ ତୁମ୍ଭେ ଆମ୍ଭ ପ୍ରତି ଓ ତୁମ୍ଭର ପ୍ରବାସ ସ୍ଥାନ ଏହି ଦେଶ ପ୍ରତି ଅନୁଗ୍ରହ କରିବ, ଆମ୍ଭ ଆଗରେ ପରମେଶ୍ୱରଙ୍କ ଶପଥ କରି ଏହି କଥା କୁହ।” |
| 588 | GEN 23:16 | ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ୱାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରିଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ। |
| 595 | GEN 24:3 | ମୁଁ ସ୍ୱର୍ଗ ମର୍ତ୍ତ୍ୟର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ତୁମ୍ଭକୁ ଶପଥ କରାଇବି ଯେ, ଯେଉଁ କିଣାନୀୟ ଲୋକମାନଙ୍କ ମଧ୍ୟରେ ମୁଁ ବାସ କରୁଅଛି, ତୁମ୍ଭେ ସେମାନଙ୍କ ମଧ୍ୟରୁ ମୋ’ ପୁତ୍ରର ବିବାହାର୍ଥେ କୌଣସି କନ୍ୟା ଗ୍ରହଣ କରିବ ନାହିଁ; |
| 597 | GEN 24:5 | ସେତେବେଳେ ସେହି ଦାସ ତାଙ୍କୁ କହିଲା, “ଯଦି କୌଣସି କନ୍ୟା ମୋ’ ସହିତ ଏ ଦେଶକୁ ଆସିବା ପାଇଁ ସମ୍ମତ ନୋହିବ, ତେବେ ଯେଉଁ ଦେଶରୁ ତୁମ୍ଭେ ଆସିଅଛ, ସେହି ଦେଶକୁ କି ତୁମ୍ଭ ପୁତ୍ରଙ୍କୁ ନେଇଯିବି ?” |
| 600 | GEN 24:8 | ଯଦି ସେହି ଦେଶରୁ କୌଣସି କନ୍ୟା ଆସିବାକୁ ସମ୍ମତ ହେବେ ନାହିଁ, ତେବେ ତୁମ୍ଭେ ମୋହର ଏହି ଶପଥରୁ ମୁକ୍ତ ହେବ; ମାତ୍ର ତୁମ୍ଭେ ମୋ’ ପୁତ୍ରକୁ ସେହି ଦେଶକୁ ନେଇ ଯିବ ନାହିଁ। |
| 606 | GEN 24:14 | ସେମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ, ତୁମ୍ଭେ ଆପଣା କଳସ ନୁଆଁଇ ମୋତେ ଜଳ ପାନ କରାଅ, ଏହି କଥା କହିଲେ ସେହି କନ୍ୟା ଯଦି କହିବ, ପାନ କର, ମୁଁ ତୁମ୍ଭର ଓଟମାନଙ୍କୁ ହିଁ ପାନ କରାଇବି, ତେବେ ସେ ତୁମ୍ଭ ଦାସ ଇସ୍ହାକ ନିମନ୍ତେ ତୁମ୍ଭର ନିରୂପିତା କନ୍ୟା ହେଉ; ତହିଁରେ ତୁମ୍ଭେ ମୋ’ ପ୍ରଭୁଙ୍କ ପ୍ରତି ଅନୁଗ୍ରହ କରିଅଛ, ଏହା ମୁଁ ଜାଣିବି।” |
| 608 | GEN 24:16 | ସେହି କନ୍ୟା ପରମ ସୁନ୍ଦରୀ ଓ ଅବିବାହିତା, ଆଉ କୌଣସି ପୁରୁଷର ଉପଭୁକ୍ତା ନ ଥିଲା। ସେ କୂପ ଭିତରକୁ ଯାଇ କଳସ ପୂର୍ଣ୍ଣ କରି ଉଠି ଆସୁଅଛି, |
| 609 | GEN 24:17 | ଏପରି ସମୟରେ ସେହି ଦାସ ଦୌଡ଼ି ଯାଇ ତାହା ସଙ୍ଗେ ଦେଖା କରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭ କଳସରୁ ମୋତେ କିଛି ଜଳ ପାନ କରିବାକୁ ଦିଅ।” |
| 620 | GEN 24:28 | ଆଉ ସେହି କନ୍ୟା ଦୌଡ଼ିଯାଇ ଆପଣା ମାତାର ଗୃହସ୍ଥିତ ଲୋକମାନଙ୍କୁ ଏହି କଥା ଜଣାଇଲା। |
| 621 | GEN 24:29 | ଆଉ ରିବିକାର ଏକ ଭ୍ରାତା ଥିଲା, ତାହାର ନାମ ଲାବନ; ସେହି ଲାବନ ସେହି ମନୁଷ୍ୟ ଉଦ୍ଦେଶ୍ୟରେ କୂପ ନିକଟକୁ ଦୌଡ଼ିଗଲା। |
| 629 | GEN 24:37 | ପୁଣି, ମୋହର ପ୍ରଭୁ ମୋତେ ଶପଥ କରାଇ କହିଲେ, “ଆମ୍ଭେ ଯେଉଁମାନଙ୍କ ମଧ୍ୟରେ ବାସ କରୁଅଛୁ, ତୁମ୍ଭେ ଆମ୍ଭ ପୁତ୍ରର ବିବାହ ନିମନ୍ତେ ସେହି କିଣାନ ଦେଶୀୟ ଲୋକମାନଙ୍କ ମଧ୍ୟରୁ କୌଣସି କନ୍ୟା ଗ୍ରହଣ କରିବ ନାହିଁ; |
| 631 | GEN 24:39 | ସେତେବେଳେ ମୁଁ ପ୍ରଭୁଙ୍କୁ କହିଲି, “କେଜାଣି କୌଣସି କନ୍ୟା ମୋ’ ସଙ୍ଗରେ ନ ଆସିବ।” |
| 635 | GEN 24:43 | ତେବେ ଦେଖ, ମୁଁ ଏବେ ଏହି ସଜଳ କୂପ ନିକଟରେ ଛିଡ଼ା ହୋଇଅଛି। ତହିଁରେ ଜଳ କାଢ଼ିବାକୁ ଆଗତା କୌଣସି କନ୍ୟାକୁ ଯଦି ମୁଁ କହେ, ତୁମ୍ଭ କଳସରୁ ମୋତେ କିଛି ଜଳ ପାନ କରିବାକୁ ଦିଅ; |
| 684 | GEN 25:25 | ତାହାର ଜ୍ୟେଷ୍ଠ ରକ୍ତବର୍ଣ୍ଣ ଓ ସର୍ବାଙ୍ଗ ଲୋମଶ ବସ୍ତ୍ର ପରି ଥିଲା; ଏହେତୁ ତାହାର ନାମ ଏଷୌ ଦିଆଗଲା। |
| 685 | GEN 25:26 | ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଥିପାଇଁ ତାହାର ନାମ ଯାକୁବ ଦିଆଗଲା। ଇସ୍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ। |
| 686 | GEN 25:27 | ଏଥିଉତ୍ତାରେ ବାଳକମାନେ ବଢ଼ିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି, ଯାକୁବ ମୃଦୁମନୁଷ୍ୟ ଓ ତମ୍ବୁବାସୀ ହେଲା। |
| 687 | GEN 25:28 | ଇସ୍ହାକ ମୃଗୟା ମାଂସ ଅତି ସୁସ୍ୱାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ। ମାତ୍ର ରିବିକା ଯାକୁବକୁ ଭଲ ପାଇଲା। |
| 688 | GEN 25:29 | ଏକ ଦିନ ଯାକୁବ ଡାଲି ରାନ୍ଧୁଥିଲା, ସେହି ସମୟରେ ଏଷୌ କ୍ଳାନ୍ତ ହୋଇ କ୍ଷେତ୍ରରୁ ଆସିଲା; |
| 691 | GEN 25:32 | ଏଷୌ ଉତ୍ତର କଲା, “ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ ?” |
| 693 | GEN 25:34 | ତହୁଁ ଯାକୁବ ଏଷୌକୁ ରୁଟି ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନ ପାନ କରି ଉଠିଗଲା। ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା। |
| 701 | GEN 26:8 | ପୁଣି, ସେହି ସ୍ଥାନରେ ବହୁ କାଳ ବାସ କଲା ଉତ୍ତାରେ ଏକ ସମୟରେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ବାଟେ ନିରୀକ୍ଷଣ କରି ଇସ୍ହାକଙ୍କୁ ଆପଣା ଭାର୍ଯ୍ୟା ରିବିକା ସହିତ କୌତୁକ କରୁଥିବାର ଦେଖିଲେ। |
| 703 | GEN 26:10 | ତହିଁରେ ଅବିମେଲକ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ।” |
| 727 | GEN 26:34 | ଏଥିଉତ୍ତାରେ ଏଷୌ ଚାଳିଶ ବର୍ଷ ବୟସରେ ହିତ୍ତୀୟ ବେରିର ଯିହୁଦୀତ୍ ନାମ୍ନୀ କନ୍ୟାକୁ ଓ ହିତ୍ତୀୟ ଏଲୋନର ବାସମତ୍ ନାମ୍ନୀ କନ୍ୟାକୁ ବିବାହ କଲେ। |
| 729 | GEN 27:1 | ଏଥିଉତ୍ତାରେ ଇସ୍ହାକ ବୃଦ୍ଧ ହୁଅନ୍ତେ, ଚକ୍ଷୁ ନିସ୍ତେଜ ହେବାରୁ ଆଉ ଦେଖି ପାରିଲେ ନାହିଁ; ସେତେବେଳେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଏଷୌକୁ ଡାକି କହିଲେ, “ପୁଅରେ,” ତହିଁରେ ସେ ଉତ୍ତର କଲା, “ଦେଖନ୍ତୁ, ମୁଁ ଏଠାରେ।” |
| 733 | GEN 27:5 | ଇସ୍ହାକ ଆପଣା ପୁତ୍ର ଏଷୌକୁ ଏହି କଥା କହିବା ସମୟରେ ରିବିକା ଶୁଣିଲା। ଏହେତୁ ଏଷୌ ମୃଗୟା ମାଂସ ଆଣିବା ନିମନ୍ତେ କ୍ଷେତ୍ରକୁ ଗଲା ଉତ୍ତାରେ, |
| 734 | GEN 27:6 | ରିବିକା ଆପଣା ପୁତ୍ର ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ସହିତ ତୁମ୍ଭ ପିତାଙ୍କର କଥୋପକଥନ ମୁଁ ଶୁଣିଲି, |
| 739 | GEN 27:11 | ସେତେବେଳେ ଯାକୁବ ଆପଣା ମାତା ରିବିକାକୁ କହିଲା, “ଦେଖ, ମୋହର ଭ୍ରାତା ଏଷୌ ଲୋମଶ, ମାତ୍ର ମୁଁ ନିର୍ଲୋମ। |
| 743 | GEN 27:15 | ତହିଁରେ ରିବିକା ଘରେ ଆପଣା ନିକଟରେ ଜ୍ୟେଷ୍ଠ ପୁତ୍ର ଏଷୌର ଥିବା ଉତ୍ତମ ବସ୍ତ୍ର ଆଣି କନିଷ୍ଠ ପୁତ୍ର ଯାକୁବକୁ ପିନ୍ଧାଇଲା। |
| 747 | GEN 27:19 | ଯାକୁବ ଆପଣା ପିତାଙ୍କୁ କହିଲା, “ମୁଁ ଆପଣଙ୍କ ଜ୍ୟେଷ୍ଠ ପୁତ୍ର ଏଷୌ; ଆପଣ ଯାହା ଆଜ୍ଞା କରିଥିଲେ, ମୁଁ ତାହା କରିଅଛି,” ଏବେ ନିବେଦନ କରୁଅଛି, “ଆପଣ ଉଠନ୍ତୁ, ପୁଣି, ବସି ମୋହର ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।” |
| 749 | GEN 27:21 | ଇସ୍ହାକ ଯାକୁବଙ୍କୁ ଆହୁରି କହିଲେ, “ପୁତ୍ର, ମୋ’ ପାଖକୁ ଆସ, ତୁମ୍ଭେ ପ୍ରକୃତରେ ମୋହର ପୁତ୍ର ଏଷୌ କି ନାହିଁ, ତୁମ୍ଭକୁ ସ୍ପର୍ଶ କରି ଜାଣିବି।” |
| 750 | GEN 27:22 | ତହୁଁ ଯାକୁବ ଆପଣା ପିତା ଇସ୍ହାକଙ୍କ ନିକଟକୁ ଯା’ନ୍ତେ, ସେ ତାହା ସ୍ପର୍ଶ କରି କହିଲେ, “ଏହି ସ୍ୱର ଯାକୁବର ସ୍ୱର, ମାତ୍ର ଏହି ହସ୍ତ ଏଷୌର ହସ୍ତ ଅଟଇ।” |
| 751 | GEN 27:23 | ଏହିରୂପେ ସେ ତାହାକୁ ଚିହ୍ନି ପାରିଲେ ନାହିଁ, ଯେହେତୁ ସେ ଆପଣା ଭ୍ରାତା ଏଷୌର ହସ୍ତ ନ୍ୟାୟ ଆପଣା ହସ୍ତ ଲୋମଯୁକ୍ତ କରିଥିଲା; ଏଣୁ ସେ ତାହାକୁ ଆଶୀର୍ବାଦ କଲେ। |
| 752 | GEN 27:24 | ଏଥିଉତ୍ତାରେ ସେ କହିଲେ, “ତୁମ୍ଭେ କି ନିତାନ୍ତ ମୋହର ପୁତ୍ର ଏଷୌ ?” ସେ କହିଲା, “ହଁ, ମୁଁ ସେହି।” |
| 758 | GEN 27:30 | ଏହି ପ୍ରକାରେ ଇସ୍ହାକ ଯାକୁବଙ୍କୁ ଆଶୀର୍ବାଦ କଲା ଉତ୍ତାରେ ଯାକୁବ ଆପଣା ପିତା ଇସ୍ହାକଙ୍କ ନିକଟରୁ ବାହାର ହେବାମାତ୍ରେ ତାହାର ଭ୍ରାତା ଏଷୌ ଶିକାରରୁ ଆସିଲା। |
| 760 | GEN 27:32 | ତହିଁରେ ତାହାର ପିତା ଇସ୍ହାକ କହିଲେ, “ତୁମ୍ଭେ କିଏ ?” ସେ କହିଲା, “ମୁଁ ଆପଣଙ୍କ ପୁତ୍ର, ଆପଣଙ୍କ ପ୍ରଥମଜାତ ଏଷୌ।” |
| 762 | GEN 27:34 | ଏଷୌ ପିତାଙ୍କର ଏହି କଥା ଶୁଣିବାମାତ୍ରେ ଅତ୍ୟନ୍ତ ବ୍ୟାକୁଳ ଚିତ୍ତରେ ମହାଚିତ୍କାର କଲା, ପୁଣି, ଆପଣା ପିତାଙ୍କୁ କହିଲା, “ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।” |
| 764 | GEN 27:36 | ତହିଁରେ ଏଷୌ କହିଲା, “ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ ? ଯେହେତୁ ସେ ଦୁଇଥର ମୋତେ ପ୍ରବଞ୍ଚନା କରିଅଛି, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି, ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ମଧ୍ୟ ହରଣ କରିଅଛି।” ସେ ପୁନର୍ବାର କହିଲା, “ଆପଣ କି ମୋ’ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି ?” |
| 765 | GEN 27:37 | ତହୁଁ ଇସ୍ହାକ ଏଷୌକୁ କହିଲେ, “ଦେଖ, ମୁଁ ତାହାକୁ ତୁମ୍ଭର କର୍ତ୍ତା କଲି, ପୁଣି, ତାହାର ଜ୍ଞାତି ସମସ୍ତଙ୍କୁ ତାହାର ଅଧୀନ କଲି, ଆଉ ଶସ୍ୟ ଓ ଦ୍ରାକ୍ଷାରସ ଦ୍ୱାରା ତାହାକୁ ସବଳ କଲି; ଏହେତୁ ପୁତ୍ର, ଏବେ ତୁମ୍ଭ ନିମନ୍ତେ ଆଉ କଅଣ କରିପାରେ ?” |
| 766 | GEN 27:38 | ତହିଁରେ ଏଷୌ ପୁନର୍ବାର ଆପଣା ପିତାଙ୍କୁ କହିଲା, “ପିତଃ, ଆପଣଙ୍କର କି କେବଳ ଗୋଟିଏ ଆଶୀର୍ବାଦ ଥିଲା ? ହେ ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।” ଏହା କହି ଏଷୌ ଉଚ୍ଚସ୍ୱରରେ କାନ୍ଦିବାକୁ ଲାଗିଲା। |
| 769 | GEN 27:41 | ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ସକାଶୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, “ମୋହର ପିତାଙ୍କ ଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।” |
| 770 | GEN 27:42 | ମାତ୍ର, ଜ୍ୟେଷ୍ଠ ପୁତ୍ର ଏଷୌର ଏରୂପ କଥା ରିବିକାର କର୍ଣ୍ଣଗୋଚର ହେଲା; ତହୁଁ ସେ ଲୋକ ପଠାଇ କନିଷ୍ଠ ପୁତ୍ର ଯାକୁବଙ୍କୁ ଡକାଇ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ତୁମ୍ଭକୁ ବଧ କରିବା ମାନସରେ ଆପଣାକୁ ପ୍ରବୋଧିତ କରୁଅଛି। |
| 774 | GEN 27:46 | ଏଥିଉତ୍ତାରେ ରିବିକା ଇସ୍ହାକଙ୍କୁ କହିଲା, “ଏହି ହିତ୍ତୀୟ କନ୍ୟାମାନଙ୍କ ସକାଶୁ ମୁଁ ଆପଣା ପ୍ରାଣରେ ବିରକ୍ତ ହେଉଅଛି; ଯଦି ଯାକୁବ ଏମାନଙ୍କ ତୁଲ୍ୟ କୌଣସି ହିତ୍ତୀୟ କନ୍ୟାକୁ, ଅର୍ଥାତ୍, ଏହି ଦେଶର କନ୍ୟାମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ ବିବାହ କରେ, ତେବେ ମୋହର ପ୍ରାଣଧାରଣରେ କି ସୁଖ ?” |
| 775 | GEN 28:1 | ଏଥିଉତ୍ତାରେ ଇସ୍ହାକ ଯାକୁବଙ୍କୁ ଡକାଇ ଆଶୀର୍ବାଦ କଲେ ଏବଂ ଏହି ଆଜ୍ଞା ଦେଇ ତାହାଙ୍କୁ କହିଲେ, “ତୁମ୍ଭେ କିଣାନ ଦେଶର କୌଣସି କନ୍ୟାକୁ ବିବାହ କରିବ ନାହିଁ। |
| 776 | GEN 28:2 | ଉଠ, ପଦ୍ଦନ୍ ଅରାମରେ ଆପଣା ମାତାର ପିତା ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର। |
| 779 | GEN 28:5 | ଏଥିଉତ୍ତାରେ ଇସ୍ହାକ ଯାକୁବଙ୍କୁ ବିଦାୟ କରନ୍ତେ, ସେ ପଦ୍ଦନ୍ ଅରାମରେ ଅରାମୀୟ ବଥୂୟେଲର ପୁତ୍ର ଲାବନର, ଅର୍ଥାତ୍, ଯାକୁବ ଓ ଏଷୌର ମାତା ରିବିକାର ଭ୍ରାତା ନିକଟକୁ ଯାତ୍ରା କଲା। |
| 780 | GEN 28:6 | ଏଥିଉତ୍ତାରେ ଇସ୍ହାକ ଯାକୁବଙ୍କୁ ଆଶୀର୍ବାଦ କରି ବିବାହ ନିମନ୍ତେ ପଦ୍ଦନ୍ ଅରାମକୁ ବିଦାୟ କଲେ, ପୁଣି, ଯାକୁବଙ୍କୁ ଆଶୀର୍ବାଦ କରିବା ସମୟରେ ତାହାଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ କିଣାନ ଦେଶର କୌଣସି କନ୍ୟା ବିବାହ କର ନାହିଁ।” |
| 782 | GEN 28:8 | ଏହା ଦେଖି ଏଷୌ ଆପଣା ପିତା ଇସ୍ହାକଙ୍କର କିଣାନ ଦେଶୀୟ କନ୍ୟାମାନଙ୍କ ପ୍ରତି ଅସନ୍ତୋଷ ଥିବାର ଜାଣି |
| 783 | GEN 28:9 | ଆପଣାର ଭାର୍ଯ୍ୟାଗଣ ଥିଲେ ହେଁ ଇଶ୍ମାୟେଲ ନିକଟକୁ ଯାଇ ଅବ୍ରହାମଙ୍କର ପୌତ୍ରୀ ଇଶ୍ମାୟେଲର ପୁତ୍ରୀ ନବାୟୋତ୍ର ଭଗିନୀ ମହଲତ୍ ନାମ୍ନୀ କନ୍ୟାକୁ ବିବାହ କଲା। |
| 785 | GEN 28:11 | ପୁଣି, ସୂର୍ଯ୍ୟାସ୍ତ ହେବାରୁ ସେ କୌଣସି ଏକ ସ୍ଥାନରେ ରାତ୍ରି କ୍ଷେପଣ କଲା; ପୁଣି, ସେ ସେହି ସ୍ଥାନର ଖଣ୍ଡିଏ ପ୍ରସ୍ତର ନେଇ ମସ୍ତକ ତଳେ ଦେଇ ନିଦ୍ରା ଯିବା ନିମନ୍ତେ ସେହି ସ୍ଥାନରେ ଶୟନ କଲା। |
| 801 | GEN 29:5 | ତେବେ ଯାକୁବ ପଚାରିଲା, “ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି ? ସେମାନେ କହିଲେ, ଆମ୍ଭେମାନେ ତାକୁ ଚିହ୍ନୁ।” |
| 808 | GEN 29:12 | ପୁଣି, ଆପେ ଯେ ତାହାର ପିତାଙ୍କର କୁଟୁମ୍ବ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା। |
| 809 | GEN 29:13 | ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି, ତାହାକୁ ଆଲିଙ୍ଗନ ଓ ଚୁମ୍ବନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା। |
| 842 | GEN 30:11 | ତହୁଁ ଲେୟା କହିଲା, “ଏ କି ସୌଭାଗ୍ୟ !” ଏଥିପାଇଁ ତାହାର ନାମ ଗାଦ୍ (ସୌଭାଗ୍ୟ) ରଖିଲା। |
| 851 | GEN 30:20 | ତହୁଁ ଲେୟା କହିଲା, “ପରମେଶ୍ୱର ମୋତେ ଉତ୍ତମ ଯୌତୁକ ଦେଲେ; ଏବେ ମୋ’ ସ୍ୱାମୀ ମୋ’ ସଙ୍ଗେ ବାସ କରିବେ, ଯେହେତୁ ମୁଁ ତାଙ୍କର ଛଅ ପୁତ୍ର ଜନ୍ମ କରିଅଛି,” ଏହେତୁ ସେ ତାହାର ନାମ ସବୂଲୂନ ରଖିଲା। |
| 861 | GEN 30:30 | କାରଣ, ମୋହର ଆସିବା ପୂର୍ବରେ ତୁମ୍ଭର ଅଳ୍ପ ସମ୍ପତ୍ତି ଥିଲା, ମାତ୍ର ଏବେ ବୃଦ୍ଧି ପାଇ ପ୍ରଚୁର ହୋଇଅଛି; ପୁଣି, ମୁଁ ଯେକୌଣସି ଜାଗାକୁ ତୁମ୍ଭର ମେଷପଲକୁ ଚରାଇବାକୁ ନେଲି ସଦାପ୍ରଭୁ ତୁମ୍ଭର ମଙ୍ଗଳ କରିଅଛନ୍ତି; ମାତ୍ର ମୁଁ ଆପଣା ପରିବାର ନିମନ୍ତେ କେବେ ସଞ୍ଚୟ କରିବି ?” |
| 894 | GEN 31:20 | ଆଉ ଯାକୁବ ଆପଣା ପଳାୟନର କୌଣସି ସମ୍ବାଦ ନ ଦେଇ ଅରାମୀୟ ଲାବନକୁ ପ୍ରବଞ୍ଚନା କଲା। |
| 897 | GEN 31:23 | ତହିଁରେ ସେ ଆପଣା କୁଟୁମ୍ବମାନଙ୍କୁ ସଙ୍ଗେ ଘେନି ତାହାର ପଛେ ପଛେ ସାତ ଦିନର ବାଟ ଦୌଡ଼ି ଯାଇ ଗିଲୀୟଦ ପର୍ବତ ନିକଟରେ ତାହାର ସଙ୍ଗ ଧରିଲା। |
| 910 | GEN 31:36 | ତହୁଁ ଯାକୁବ କ୍ରୋଧ ହୋଇ ଲାବନକୁ ଭର୍ତ୍ସନା କଲା; ପୁଣି, ଯାକୁବ ଲାବନକୁ ଉତ୍ତର କରି କହିଲା, “ମୋହର କି ଦୋଷ ଓ କି ପାପ ହେଲା ଯେ, ତୁମ୍ଭେ ପ୍ରଜ୍ଜ୍ୱଳିତ ହୋଇ ମୋ’ ପଛେ ପଛେ ଦୌଡ଼ି ଆସିଲ ? |
| 911 | GEN 31:37 | ତୁମ୍ଭେ ତ ମୋର ସବୁ ଦ୍ରବ୍ୟ ଖୋଜିଲ, ଆଉ ତୁମ୍ଭ ଗୃହର କୌଣସି ଦ୍ରବ୍ୟ ପାଇଲ କି ? ତାହା ମୋହର ଓ ତୁମ୍ଭର ଏହି କୁଟୁମ୍ବମାନଙ୍କ ସାକ୍ଷାତରେ ରଖିଦିଅ, ଏମାନେ ଆମ୍ଭ ଦୁହିଁଙ୍କର ବିଚାର କରନ୍ତୁ। |
| 924 | GEN 31:50 | ତୁମ୍ଭେ ଯଦି ମୋ’ କନ୍ୟାମାନଙ୍କୁ ଦୁଃଖ ଦେବ, ଅଥବା ମୋହର କନ୍ୟାମାନେ ଥାଉ ଥାଉ ଅନ୍ୟ ସ୍ତ୍ରୀମାନଙ୍କୁ ବିବାହ କରିବ, ତେବେ ସେହି ସମୟରେ କୌଣସି ମନୁଷ୍ୟ ଆମ୍ଭମାନଙ୍କ ନିକଟରେ ନ ଥିବ, ମାତ୍ର ଦେଖ, ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ସାକ୍ଷୀ ହେବେ।” |
| 932 | GEN 32:4 | ତହିଁ ଉତ୍ତାରୁ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷୌ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା। |
| 933 | GEN 32:5 | ପୁଣି, ସେ ସେମାନଙ୍କୁ ଏହି ଆଜ୍ଞା ଦେଲା, “ତୁମ୍ଭେମାନେ ଆମ୍ଭର ପ୍ରଭୁ ଏଷୌଙ୍କୁ କହିବ, ଆପଣଙ୍କ ଦାସ ଯାକୁବ ଆପଣଙ୍କୁ ଜଣାଇଲା, ମୁଁ ଲାବନ ପାଖରେ ପ୍ରବାସ କରୁଥିଲି, ଆଜି ପର୍ଯ୍ୟନ୍ତ ମୋହର ବିଳମ୍ବ ହେଲା। |
| 935 | GEN 32:7 | ଏଥିଉତ୍ତାରେ ଦୂତମାନେ ଫେରି ଆସି ଯାକୁବକୁ କହିଲେ, “ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରିଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।” |
| 937 | GEN 32:9 | “ଏଷୌ ଆସି ଯଦି ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇ ଯିବେ,” |
| 940 | GEN 32:12 | ବିନୟ କରୁଅଛି, ମୋ’ ଭ୍ରାତାର ହସ୍ତରୁ, ଏଷୌର ହସ୍ତରୁ ମୋତେ ରକ୍ଷା କର; କାରଣ ମୁଁ ତାହାକୁ ଭୟ କରୁଅଛି, କେଜାଣି ସେ ଆସି ମୋତେ ଓ ମାତା ଓ ବାଳକମାନଙ୍କୁ ବଧ କରିବ। |
| 942 | GEN 32:14 | ଆଉ ଯାକୁବ ସେହି ସ୍ଥାନରେ ସେହି ରାତ୍ରି କ୍ଷେପଣ କଲା; ଆଉ ତାହା ନିକଟରେ ଯାହା ଥିଲା, ତହିଁରୁ ଆପଣା ଭ୍ରାତା ଏଷୌ ନିମନ୍ତେ ଭେଟି ପ୍ରସ୍ତୁତ କଲା; |
| 946 | GEN 32:18 | ପୁଣି, ସେ ସର୍ବାଗ୍ରଗାମୀ ଦାସକୁ ଏହି ଆଜ୍ଞା ଦେଲା, “ମୋହର ଭ୍ରାତା ଏଷୌ ସହିତ ସାକ୍ଷାତ ହେଲେ, ସେ ଯଦି ପଚାରିବେ, ତୁମ୍ଭେ କାହାର ଦାସ ? କେଉଁଠାକୁ ଯାଉଅଛ ? ପୁଣି, ତୁମ୍ଭର ଅଗ୍ରସ୍ଥିତ ଏହି ସମସ୍ତ କାହାର ? |
| 947 | GEN 32:19 | ତେବେ ତୁମ୍ଭେ ଉତ୍ତର ଦେବ, ଏହି ସମସ୍ତ ଆପଣଙ୍କ ଦାସ ଯାକୁବଙ୍କର, ଏହିସବୁ ଭେଟି ଆମ୍ଭ ପ୍ରଭୁ ଏଷୌଙ୍କ ନିମନ୍ତେ ପ୍ରେରିତ; ଦେଖନ୍ତୁ, ସେ ମଧ୍ୟ ପଛେ ପଛେ ଆସୁଅଛନ୍ତି।” |
| 948 | GEN 32:20 | ଏହି ପ୍ରକାରେ ସେ ଦ୍ୱିତୀୟ ଓ ତୃତୀୟ ପଲର ପଶ୍ଚାଦ୍ଗାମୀ ସବୁ ଦାସମାନଙ୍କୁ ଆଜ୍ଞା ଦେଇ କହିଲା, “ଏଷୌ ସଙ୍ଗରେ ସାକ୍ଷାତ ହେଲେ, ତୁମ୍ଭେମାନେ ଏହି ପ୍ରକାର କଥା କହିବ।” |
| 961 | GEN 32:33 | ଏହେତୁ ଇସ୍ରାଏଲର ସନ୍ତାନମାନେ ଆଜି ପର୍ଯ୍ୟନ୍ତ (କୌଣସି) ଊରୁଦେଶର ଉପରିସ୍ଥ ସନ୍ଧିଶିରା ଭୋଜନ କରନ୍ତି ନାହିଁ, କାରଣ ସେ ଯାକୁବର ଊରୁଦେଶର ସନ୍ଧିଶିରା ସ୍ପର୍ଶ କରିଥିଲେ। |
| 962 | GEN 33:1 | ଏଥିଉତ୍ତାରେ ଯାକୁବ ଅନାଇ ଦେଖିଲା, ଆଉ ଦେଖ, ଏଷୌ ଉପସ୍ଥିତ, ପୁଣି, ତାହା ସଙ୍ଗେ ଚାରିଶହ ପୁରୁଷ। ତହିଁରେ ସେ ଆପଣା ସନ୍ତାନମାନଙ୍କୁ ବିଭାଗ କରି ଲେୟା ଓ ରାହେଲ ଓ ଦୁଇ ଦାସୀଙ୍କ ନିକଟରେ ସମର୍ପଣ କଲା, |
| 965 | GEN 33:4 | ସେତେବେଳେ ଏଷୌ ତାହାକୁ ଭେଟିବାକୁ ଧାଇଁ ଆସି ତାହାର ଗଳା ଧରି ଆଲିଙ୍ଗନ ଓ ଚୁମ୍ବନ କଲା, ପୁଣି, ଦୁହେଁ ରୋଦନ କଲେ। |
| 969 | GEN 33:8 | ତହିଁରେ ଏଷୌ ପଚାରିଲା, “ମୁଁ ଆଗେ ଯେଉଁ ସବୁ (ପଶ୍ୱାଦି) ଦଳ ସହିତ ଭେଟିଲି; ତାହା କି ନିମନ୍ତେ ?” ଯାକୁବ କହିଲା, “ମୋ’ ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ।” |
| 970 | GEN 33:9 | ତହୁଁ ଏଷୌ କହିଲା, “ମୋହର ଯଥେଷ୍ଟ ଅଛି; ଭାଇ, ତୁମ୍ଭର ଯାହା ଅଛି, ତାହା ତୁମ୍ଭର ଥାଉ।” |
| 972 | GEN 33:11 | ଏଣୁ ନିବେଦନ କରୁଅଛି, ଆପଣଙ୍କ ନିକଟକୁ ଆନୀତ ଏହି ଆଶୀର୍ବାଦ ଗ୍ରହଣ କରନ୍ତୁ; କାରଣ ପରମେଶ୍ୱର ମୋତେ ଅନୁଗ୍ରହ କରିଅଛନ୍ତି, ପୁଣି, ମୋହର ସବୁ ଅଛି।” ଏହିରୂପେ ଅତ୍ୟନ୍ତ ଆଗ୍ରହ ସହିତ ପ୍ରାର୍ଥନା କରନ୍ତେ, ଏଷୌ ତାହା ଗ୍ରହଣ କଲା। |
| 973 | GEN 33:12 | ଏଥିଉତ୍ତାରେ ଏଷୌ କହିଲା, “ଆସ, ଆମ୍ଭେମାନେ ଯିବା, ମୁଁ ତୁମ୍ଭମାନଙ୍କ ଆଗେ ଆଗେ ଯାଉଅଛି।” |
| 976 | GEN 33:15 | ଏଷୌ କହିଲା, “ତେବେ ମୋ’ ସଙ୍ଗୀ କେତେକ ଲୋକଙ୍କୁ ତୁମ୍ଭ ନିକଟରେ ରଖି ଯାଉଅଛି।” ଯାକୁବ କହିଲା, “କି ପ୍ରୟୋଜନ ? ମୋ’ ପ୍ରତି କେବଳ ପ୍ରଭୁଙ୍କର ଅନୁଗ୍ରହ ଦୃଷ୍ଟି ଥାଉ।” |
| 977 | GEN 33:16 | ତହଁରେ ଏଷୌ ସେହି ଦିନ ସେୟୀର ପଥ ଦେଇ ବାହୁଡ଼ି ଗଲା। |
| 980 | GEN 33:19 | ଏଥିଉତ୍ତାରେ ଶିଖିମର ପିତା ହମୋରର ସନ୍ତାନମାନଙ୍କୁ ଏକଶହ କସୀତା ରୌପ୍ୟ ମୁଦ୍ରା ଦେଇ ସେହି ତମ୍ବୁ ସ୍ଥାପନର ଭୂମିଖଣ୍ଡ କିଣିଲା। |
| 993 | GEN 34:12 | ଯୌତୁକ ଓ ଦାନ ଯେତେ ଅଧିକ ମାଗିବ, ତୁମ୍ଭମାନଙ୍କ କଥାନୁସାରେ ତାହା ଦେବି; ମାତ୍ର କୌଣସିମତେ ମୋ’ ସଙ୍ଗେ ଏହି କନ୍ୟାକୁ ବିବାହ କରିଦିଅ।” |
| 1013 | GEN 35:1 | ଏଥିଉତ୍ତାରେ ପରମେଶ୍ୱର ଯାକୁବଙ୍କୁ କହିଲେ, “ତୁମ୍ଭେ ଉଠି ବେଥେଲ୍କୁ ଯାଇ ସେଠାରେ ବାସ କର; ପୁଣି, ତୁମ୍ଭ ଭ୍ରାତା ଏଷୌ ସମ୍ମୁଖରୁ ପଳାଇବା ସମୟରେ ଯେଉଁ ପରମେଶ୍ୱର ଦର୍ଶନ ଦେଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କର।” |
| 1041 | GEN 35:29 | ଏଥିଉତ୍ତାରେ ଇସ୍ହାକ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କରନ୍ତେ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ; ପୁଣି, ତାଙ୍କର ପୁତ୍ର ଏଷୌ ଓ ଯାକୁବ ତାଙ୍କୁ କବର ଦେଲେ। |