| 1 |   GEN 1:1  |  ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ। | 
| 2 |   GEN 1:2  |  ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ। | 
| 3 |   GEN 1:3  |  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା। | 
| 4 |   GEN 1:4  |  ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ। | 
| 5 |   GEN 1:5  |  ପୁଣି, ପରମେଶ୍ୱର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା। | 
| 6 |   GEN 1:6  |  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।” | 
| 7 |   GEN 1:7  |  ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା। | 
| 8 |   GEN 1:8  |  ଆଉ ପରମେଶ୍ୱର ସେହି ଶୂନ୍ୟର ନାମ ଆକାଶମଣ୍ଡଳ ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା। | 
| 9 |   GEN 1:9  |  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା। | 
| 10 |   GEN 1:10  |  ପୁଣି, ପରମେଶ୍ୱର ସ୍ଥଳର ନାମ ପୃଥିବୀ ଓ ଜଳରାଶିର ନାମ ସମୁଦ୍ର ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ। | 
| 11 |   GEN 1:11  |  ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା। | 
| 12 |   GEN 1:12  |  ଅର୍ଥାତ୍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ। | 
| 13 |   GEN 1:13  |  ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା। | 
| 14 |   GEN 1:14  |  ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ। | 
| 15 |   GEN 1:15  |  ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା। | 
| 16 |   GEN 1:16  |  ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତି, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ। | 
| 17 |   GEN 1:17  |  ତହୁଁ ପୃଥିବୀରେ ଦୀପ୍ତି ଦେବା ପାଇଁ ଓ ଦିବା ଓ ରାତ୍ରି ଉପରେ କର୍ତ୍ତୃତ୍ୱ କରିବା ପାଇଁ, | 
| 18 |   GEN 1:18  |  ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ। |