30996 | REV 14:1 | ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ୧୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି । |
30998 | REV 14:3 | ସେମାନେ ସିହାଂସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି ୧୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ । |
31015 | REV 14:20 | ନଗରର ବାହାରେ ସେହି ଦ୍ରାକ୍ଷାକୁଣ୍ଡ ଦଳିତ ହେଲା, ଆଉ ସେଥିରୁ ରକ୍ତ ବାହାର ହୋଇ ଅଶ୍ୱମାନଙ୍କ ଲଗାମ ପର୍ଯ୍ୟନ୍ତ ଉଠି ଏକ ଶହ କୋଶ (୩୦୦ କି.ମି.) ପର୍ଯ୍ୟନ୍ତ ବ୍ୟାପ୍ତ ହେଲା । |
31044 | REV 16:21 | ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ (୪୦ କେ.ଜି) ଓଜନର, ଆଉ ଶିଳାବୃଷ୍ଟିର କ୍ଲେଶ ସକାଶୁ ମନୁଷ୍ୟମାନେ ଈଶ୍ୱରଙ୍କର ନିନ୍ଦା କଲେ, କାରଣ ସେହି କ୍ଲେଶ ଅତି ଭୟଙ୍କର । |