395 | GEN 16:13 | ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, ମଦ୍ଦର୍ଶକ ପରମେଶ୍ୱର, (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି !” |
559 | GEN 22:11 | ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ !” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।” |
842 | GEN 30:11 | ତହୁଁ ଲେୟା କହିଲା, “ଏ କି ସୌଭାଗ୍ୟ !” ଏଥିପାଇଁ ତାହାର ନାମ ଗାଦ୍ (ସୌଭାଗ୍ୟ) ରଖିଲା। |
887 | GEN 31:13 | ଯେଉଁଠାରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଅଭିଷେକ କରିଅଛ ଓ ଆମ୍ଭ ନିକଟରେ ମାନତ କରିଅଛ, ସେହି ବେଥେଲ୍ର ପରମେଶ୍ୱର ଆମ୍ଭେ; ଏବେ ଉଠି ଏହି ଦେଶ ପରିତ୍ୟାଗ କରି ଆପଣା ଜ୍ଞାତିମାନଙ୍କ ଦେଶକୁ ଫେରି ଯାଅ !” |
1149 | GEN 38:29 | ମାତ୍ର ସେ ଆପଣା ହସ୍ତ ଟାଣି ନିଅନ୍ତେ, ଦେଖ, ତାହାର ଭ୍ରାତା ଭୂମିଷ୍ଠ ହେଲା; ତହିଁରେ ଧାତ୍ରୀ କହିଲା, “ତୁମ୍ଭେ କି ପ୍ରକାରେ ଆପଣା ନିମନ୍ତେ ଭେଦ କରି ଆସିଲ !” ତୁମ୍ଭଠାରେ ଏହି ଭେଦ ହେଉ। ତେଣୁ ତାହାର ନାମ ପେରସ ହେଲା। |
4054 | NUM 11:29 | ତେବେ ମୋଶା କହିଲେ, “ତୁମ୍ଭେ ମୋ’ ସକାଶୁ କ’ଣ ଈର୍ଷା କରୁଅଛ ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ !” |
8180 | 2SA 6:20 | ଏଥିଉତ୍ତାରେ ଦାଉଦ ଆପଣା ପରିବାରକୁ ଆଶୀର୍ବାଦ କରିବା ପାଇଁ ଫେରି ଗଲେ। ତହିଁରେ ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ଭେଟିବା ପାଇଁ ବାହାରେ ଆସି କହିଲା, “ଆଜି ଇସ୍ରାଏଲର ରାଜା କେଡ଼େ ଗୌରବ ପାଇଲେ, ସେ ଆଜି ଆପଣା ଦାସଗଣର ଦାସୀମାନଙ୍କ ସାକ୍ଷାତରେ ବିବସ୍ତ୍ର ହୋଇଥିଲେ, ଯେପରି କୌଣସି ଅଗାଡ଼ି ଲୋକ ନିର୍ଲଜ୍ଜ ରୂପେ ବିବସ୍ତ୍ର ହୁଏ !” |
8336 | 2SA 13:16 | ତହିଁରେ ସେ କହିଲା, “ସେପରି ନ ହେଉ! କାରଣ ତୁମ୍ଭେ ମୋ’ ପ୍ରତି ଯାହା କରିଅଛ, ତା ଅପେକ୍ଷା ମୋତେ ଏପରି ବାହାର କରିଦେବା ଅଧିକ ଅନ୍ୟାୟ !” ମାତ୍ର ସେ ତାହା କଥା ଶୁଣିବାକୁ ଅସମ୍ମତ ହେଲା। |
8445 | 2SA 16:16 | ପୁଣି ଦାଉଦଙ୍କର ମିତ୍ର ଅର୍କୀୟ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ହୂଶୟ ଅବଶାଲୋମଙ୍କୁ କହିଲା, “ମହାରାଜ ଚିରଜୀବୀ ହେଉନ୍ତୁ, ମହାରାଜ ଚିରଜୀବୀ ହେଉନ୍ତୁ !” |
8491 | 2SA 18:10 | ସେତେବେଳେ ଜଣେ ତାହା ଦେଖି ଯୋୟାବକୁ କହିଲା, “ଦେଖ, ମୁଁ ଅବଶାଲୋମଙ୍କୁ ଅଲୋନ ବୃକ୍ଷରେ ଟଙ୍ଗାଥିବାର ଦେଖିଲି !” |
8671 | 2SA 23:15 | ଏଉତ୍ତାରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପ-ଜଳ ପାନ କରିବାକୁ ମୋତେ ଦିଅନ୍ତା କି !” |
9217 | 1KI 13:30 | ପୁଣି, ସେ ଆପଣା କବରରେ ତାହାର ଶବ ଥୋଇଲା; ତହୁଁ ସେମାନେ, “ହାୟ, ମୋହର ଭାଇ !” ବୋଲି ତାହା ଲାଗି ବିଳାପ କଲେ। |
9338 | 1KI 17:18 | ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି ? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋ’ ପୁତ୍ରକୁ ବଧ କରିବାକୁ ଆସିଅଛ !” |
9567 | 2KI 2:12 | ଆଉ ଇଲୀଶାୟ ତାହା ଦେଖି ଉଚ୍ଚୈଃସ୍ୱରରେ କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ !” ଏଉତ୍ତାରେ ସେ ଏଲୀୟଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ଡ କରି ଚିରିଲେ। |
9847 | 2KI 11:14 | ପୁଣି ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ବିଧି ଅନୁସାରେ ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଓ ତୂରୀବାଦକମାନେ ଅଛନ୍ତି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି “ରାଜଦ୍ରୋହ ରାଜଦ୍ରୋହ !” ବୋଲି ଡାକ ପକାଇଲା। |
9889 | 2KI 13:14 | ଇଲୀଶାୟ ଯେଉଁ ପୀଡ଼ାରେ ମଲେ, ସେହି ପୀଡ଼ାରେ ପୀଡ଼ିତ ହୁଅନ୍ତେ, ଇସ୍ରାଏଲର ରାଜା ଯୋୟାଶ୍ ତାଙ୍କ ନିକଟକୁ ଆସି ତାଙ୍କ ଉପରେ ରୋଦନ କରି କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ !” |
10087 | 2KI 19:22 | ତୁମ୍ଭେ କାହାକୁ ତିରସ୍କାର ଓ ନିନ୍ଦା କରିଅଛ ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଉର୍ଦ୍ଧ୍ୱକୁ ଉଠାଇଅଛ ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ !” |
10694 | 1CH 11:17 | ଏଥିରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର-ନିକଟସ୍ଥ କୂପର ଜଳ ପାନ କରିବାକୁ ମୋତେ ଦିଅନ୍ତା କି !” |
13474 | JOB 26:3 | ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ !” |
17844 | ISA 6:5 | ତେବେ ମୁଁ କହିଲି, “ହାୟ ହାୟ ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି !” |
18181 | ISA 24:16 | ଧାର୍ମିକମାନେ ଶୋଭା ପାଆନ୍ତି, ଏହି ଗାନ ଆମ୍ଭେମାନେ ପୃଥିବୀର ପ୍ରାନ୍ତ ସୀମାରୁ ଶୁଣିଅଛୁ। ମାତ୍ର ମୁଁ କହିଲି, “ମୁଁ କ୍ଷୀଣ ହେଉଅଛି, ମୁଁ କ୍ଷୀଣ ହେଉଅଛି ! ମୁଁ ସନ୍ତାପର ପାତ୍ର !” ବିଶ୍ୱାସଘାତକମାନେ ବିଶ୍ୱାସଘାତକତା କରିଅଛନ୍ତି; ହଁ, ବିଶ୍ୱାସଘାତକମାନେ ଅତିଶୟ ବିଶ୍ୱାସଘାତକତା କରିଅଛନ୍ତି।” |
18499 | ISA 40:9 | ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, “ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର !” |
19554 | JER 23:1 | ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନର ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର !” |
19875 | JER 34:5 | ତୁମ୍ଭେ ଶାନ୍ତିରେ ମରିବ; ପୁଣି, ତୁମ୍ଭ ପିତୃଲୋକମାନଙ୍କ ନିମନ୍ତେ, ତୁମ୍ଭ ପୂର୍ବବର୍ତ୍ତୀ ରାଜାମାନଙ୍କ ନିମନ୍ତେ ଯେପରି ଦାହ ହୋଇଥିଲା, ସେପରି ଲୋକମାନେ ତୁମ୍ଭ ନିମନ୍ତେ ସୁଗନ୍ଧି ଧୂପ ଦାହ କରିବେ; ଆଉ, “ହାୟ ପ୍ରଭୁ ! ହାୟ ପ୍ରଭୁ !” ବୋଲି ତୁମ୍ଭ ନିମନ୍ତେ ବିଳାପ କରିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି କଥା କହିଅଛୁ।’” |
20574 | EZK 3:3 | ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର !” ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋ’ ମୁଖକୁ ମଧୁପରି ଲାଗିଲା। |
20612 | EZK 4:14 | ସେତେବେଳେ ମୁଁ କହିଲି, “ଆହା, ପ୍ରଭୁ, ସଦାପ୍ରଭୁ ! ଦେଖ, ମୋର ପ୍ରାଣ ଅଶୁଚି ହୋଇ ନାହିଁ, ମୁଁ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସ୍ୱୟଂମୃତ କିଅବା ପଶୁ ଦ୍ୱାରା ବିଦୀର୍ଣ୍ଣ କିଛି ହିଁ ଭୋଜନ କରି ନାହିଁ; ଅଥବା ଘୃଣାଯୋଗ୍ୟ ମାଂସ ମୋ’ ମୁଖରେ ପ୍ରବେଶ କରି ନାହିଁ !” |
20621 | EZK 5:6 | ଆଉ, ସେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶସମୂହର ଅପେକ୍ଷା ଆମ୍ଭ ବିଧିସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛି; କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିରୂପ ପଥରେ ଗମନ କରି ନାହାନ୍ତି !” |
22103 | DAN 10:19 | ପୁଣି, ସେ କହିଲେ, “ହେ ଅତ୍ୟନ୍ତ ପ୍ରିୟପାତ୍ର ମନୁଷ୍ୟ, ଭୟ କର ନାହିଁ; ତୁମ୍ଭର ଶାନ୍ତି ହେଉ, ସବଳ ହୁଅ, ସବଳ ହୁଅ !” ସେ ମୋତେ ଏହା କହନ୍ତେ, ମୁଁ ସବଳ ହୋଇ କହିଲି, “ମୋର ପ୍ରଭୁ କୁହନ୍ତୁ କାରଣ ତୁମ୍ଭେ ମୋତେ ସବଳ କରିଅଛ।” |
22986 | ZEC 3:5 | ସେତେବେଳେ ମୁଁ କହିଲି, “ଲୋକମାନେ ଏହାର ମସ୍ତକରେ ନିର୍ମଳ ପଗଡି ଦିଅନ୍ତୁ !” ତହିଁରେ ସେମାନେ ତାଙ୍କ ମସ୍ତକରେ ନିର୍ମଳ ପଗଡି ଦେଲେ ଓ ତାଙ୍କୁ ବସ୍ତ୍ର ପିନ୍ଧାଇଲେ; ପୁଣି, ନିକଟରେ ସଦାପ୍ରଭୁଙ୍କ ଦୂତ ଠିଆ ହୋଇଥିଲେ। |
23013 | ZEC 5:8 | ପୁଣି, ସେ ମୋତେ କହିଲେ, “ଏହା ଦୁଷ୍ଟତା !” ଆଉ, ସେ ସେହି ସ୍ତ୍ରୀକୁ ପାତ୍ର ମଧ୍ୟରେ ପକାଇ ଦେଲେ ଓ ତହିଁର ମୁହଁକୁ ବନ୍ଦ କରି ଦେଲେ। |