23244 | MAT 2:6 | 'ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋ'ଠାରୁ ଆସିବେ ।'" |
23245 | MAT 2:7 | ତା'ପରେ ହେରୋଦ ପଣ୍ଡିତମାନଙ୍କୁ ଗୋପନରେ ଡାକି, ସେହି ତାରା କେଉଁ ସମୟରେ ଦେଖାଗଲା, ଏହା ସେମାନଙ୍କଠାରୁ ଠିକ୍ ଭାବରେ ବୁଝିନେଲେ । |
23349 | MAT 5:46 | ଆଉ ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର ? କରଗ୍ରାହୀମାନେ ସୁଦ୍ଧା କ'ଣ ତାହା କରନ୍ତି ନାହିଁ ? |
23350 | MAT 5:47 | ଆଉ ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର ? ଅଣଯିହୂଦୀମାନେ ସୁଦ୍ଧା କ'ଣ ତାହା କରନ୍ତି ନାହିଁ ? |
23354 | MAT 6:3 | କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କ'ଣ କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ, |
23359 | MAT 6:8 | ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କ'ଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ୱର ତାହା ଜାଣନ୍ତି । |
23376 | MAT 6:25 | ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କ'ଣ ଖାଇବ ବା କ'ଣ ପିଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କ'ଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ । ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ ? |
23377 | MAT 6:26 | ଆକାଶର ପକ୍ଷୀଙ୍କୁ ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି । ତୁମ୍ଭମାନେ କ'ଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ ? |
23382 | MAT 6:31 | ଏଣୁ କ'ଣ ଖାଇବା ? ଅବା କ'ଣ ପିଇବା ? କିଅବା କ'ଣ ପିନ୍ଧିବା ? ଏହା କହି ଚିନ୍ତିତ ହୁଅ ନାହିଁ । |
23443 | MAT 8:29 | ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ୱରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କ'ଣ ଅଛି ? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ ? |
23453 | MAT 9:5 | କାରଣ କ'ଣ ସହଜ ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା ? |
23505 | MAT 10:19 | କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବାକି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କ'ଣ କହିବ, ତାହା ସେହି ସମୟରେ ତୁମ୍ଭମାନଙ୍କୁ ଦିଆଯିବ । |
23515 | MAT 10:29 | ଦୁଇଟି ଘରଚଟିଆ କ'ଣ ଗୋଟିଏ ପଇସାରେ ବିକାଯାଆନ୍ତି ନାହିଁ ? ଆଉ ତୁମ୍ଭମାନଙ୍କର ପିତାଙ୍କର ଅନୁମତି ବିନା ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ତଳେ ପଡ଼େ ନାହିଁ; |
23534 | MAT 11:6 | ଆଉ, ଯେ କେହି ମୋ'ଠାରେ ବିଘ୍ନର କାରଣ ନ ପାଏ, ସେ ଧନ୍ୟ । |
23535 | MAT 11:7 | ସେମାନେ ଚାଲିଯାଉଥିବା ସମୟରେ ଯୀଶୁ ଯୋହନଙ୍କ ସମ୍ବନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ, ତୁମ୍ଭେମାନେ କ'ଣ ଦେଖିବା ପାଇଁ ପ୍ରାନ୍ତରକୁ ବାହାରିଯାଇଥିଲ ? କ'ଣ ପବନରେ ଦୋହଲୁଥିବା ଗୋଟିଏ ନଳ ? |
23536 | MAT 11:8 | ତାହାହେଲେ ତୁମ୍ଭେମାନେ କ'ଣ ଦେଖିବା ପାଇଁ ବାହାରିଯାଇଥିଲ ? କ'ଣ ସୂକ୍ଷ୍ମ ପୋଷାକ ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ ? ଦେଖ, ଯେଉଁମାନେ ସୂକ୍ଷ୍ମ ପୋଷାକ ପିନ୍ଧନ୍ତି, ସେମାନେ ରାଜାଙ୍କ ଘରରେ ଥାଆନ୍ତି । |
23537 | MAT 11:9 | ତାହା ନ ହେଲେ କି ନିମନ୍ତେ ବାହାରିଯାଇଥିଲ ? କ'ଣ ଜଣେ ଭାବବାଦୀଙ୍କୁ ଦେଖିବାକୁ ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କି; |
23551 | MAT 11:23 | ଆଉ ରେ କଫର୍ନାହୂମ, ତୁ କ'ଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋ'ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସଦୋମରେ କରାଯାଇଥାନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାନ୍ତା | |
23555 | MAT 11:27 | ମୋର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋ'ବିଷୟ ମୋଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ । |
23557 | MAT 11:29 | ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋ'ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ; |
23561 | MAT 12:3 | ମାତ୍ର ସେ ସେମାନଙ୍କୁ କହିଲେ, ଦାଉଦ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କ'ଣ କରୁଥିଲେ, ତାହା କି ତୁମ୍ଭେମାନେ ପାଠ କରି ନାହଁ ? |
23563 | MAT 12:5 | କିମ୍ବା ବିଶ୍ରାମବାରରେ ଯାଜକମାନେ ମନ୍ଦିର ମଧ୍ୟରେ ବିଶ୍ରାମବାରକୁ ଅପବିତ୍ର କଲେ ହେଁ ନିର୍ଦ୍ଦୋଶ ଅଟନ୍ତି, ମୋଶାଙ୍କ ବ୍ୟବସ୍ଥାରେ ତୁମ୍ଭେମାନେ କ'ଣ ଏହା ପାଠ କରି ନାହଁ ? |
23568 | MAT 12:10 | ଆଉ ଦେଖ, ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା । ପୁଣି, ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିବା ଉଦ୍ଦେଶ୍ୟରେ ତାହାଙ୍କୁ ପଚାରିଲେ, ବିଶ୍ରାମବାରରେ ସୁସ୍ଥ କରିବା କ'ଣ ବିଧିସଙ୍ଗତ ? |
23581 | MAT 12:23 | ପୁଣି, ଲୋକସମୂହ ଆଚମ୍ଭିତ ହୋଇ କହିବାକୁ ଲାଗିଲେ ଏ କ'ଣ ଦାଉଦ ସନ୍ତାନ ନୁହଁନ୍ତି ? |
23588 | MAT 12:30 | ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ, ପୁଣି, ଯେ ମୋ'ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ । |
23635 | MAT 13:27 | ସେଥିରେ ଘରମାଲିକଙ୍କ ଦାସମାନେ ତାହାଙ୍କ ପାଖକୁ ଆସି କହିଲେ, ସାଆନ୍ତେ, ଆପଣ କ'ଣ ନିଜ କ୍ଷେତରେ ଭଲ ବିହନ ବୁଣି ନ ଥିଲେ ? ତେବେ ବାଳୁଙ୍ଗାଗୁଡ଼ିକ କେଉଁଠାରୁ ହେଲା ? |
23636 | MAT 13:28 | ସେ ସେମାନଙ୍କୁ କହିଲେ, ଜଣେ ଶତ୍ରୁ ଏହା କରିଅଛି । ପୁଣି, ଦାସମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ଯାଇ ସେଗୁଡ଼ାକ ଉପାଡ଼ି ଏକାଠି କରୁ, ଏହା କ'ଣ ଆପଣଙ୍କର ଇଚ୍ଛା ? |
23659 | MAT 13:51 | ତୁମ୍ଭେମାନେ କ'ଣ ଏହି ସବୁ କଥା ବୁଝିଲ ସେମାନେ ତାହାଙ୍କୁ କହିଲେ ହଁ । |
23663 | MAT 13:55 | ଏ କି ସେହି ବଢ଼େଇର ପୁଅ ନୁହେଁ ? ଏହାର ମାଁ ନାମ କ'ଣ ମରିୟମ ନୁହେଁ ? ପୁଣି, ଏହାର ଭାଇମାନଙ୍କ ନାଁ କ'ଣ ଯାକୁବ, ଯୋଷେଫ, ଶିମୋନ ଓ ଯିହୂଦା ନୁହେଁ ? |
23664 | MAT 13:56 | ଆଉ, ଏହାର ଭଉଣୀମାନେ କ'ଣ ସମସ୍ତେ ଆମ୍ଭମାନଙ୍କ ସାଙ୍ଗରେ ନାହାଁନ୍ତି ? ତେବେ ସେ ଏହି ସବୁ କେଉଁଠୁ ପାଇଲା ? |
23674 | MAT 14:8 | ଆଉ, ସେ ଆପଣା ମାଁ'ର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ । |
23707 | MAT 15:5 | କିନ୍ତୁ ତୁମ୍ଭେମାନେ କହୁଥାଅ, ଯେ କେହି ପିତା କି ମାତାକୁ କହେ, ମୋ'ଠାରୁ ଯାହା କିଛି ସାହାଯ୍ୟ ତୁମ୍ଭେ ପାଇଥାନ୍ତ, ସେ ସବୁ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇଅଛି, |
23714 | MAT 15:12 | ସେତେବେଳେ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଫାରୂଶୀମାନେ ଏହି କଥା ଶୁଣି ଯେ ଅପମାନିତ ହୋଇଛନ୍ତି, ଆପଣ କ'ଣ ଏହା ଜାଣନ୍ତି ? |
23718 | MAT 15:16 | ଯୀଶୁ କହିଲେ, ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ଅବୋଧ ? |
23719 | MAT 15:17 | ଯାହା କିଛି ମୁଖରେ ପ୍ରବେଶ କରେ, ତାହା ପେଟକୁ ଯାଇ ବାହାରେ ଯେ ପକାଯାଏ, ଏହା କ'ଣ ବୁଝୁ ନାହଁ ? |
23750 | MAT 16:9 | ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ବୁଝୁ ନାହଁ ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୁଟି, ଆଉ କେତେ ଟୋକାଇ ଉଠାଇଲ, |
23754 | MAT 16:13 | ପରେ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମନୁଷ୍ୟପୁତ୍ର କିଏ ବୋଲି ଲୋକେ କ'ଣ କହନ୍ତି ? |
23756 | MAT 16:15 | ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କ'ଣ କହୁଅଛ ? |
23767 | MAT 16:26 | ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କ'ଣ ଦେବ ? |
23793 | MAT 17:24 | ଏଥିମଧ୍ୟରେ ସେମାନେ କଫର୍ନାହୂମକୁ ଆସନ୍ତେ ମନ୍ଦିରର କର ଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭମାନଙ୍କର ଗୁରୁ କ'ଣ ମନ୍ଦିରର କର ଦିଅନ୍ତି ନାହିଁ ? |
23794 | MAT 17:25 | ସେ କହିଲେ, ହଁ, ଦିଅନ୍ତି । ଆଉ ସେ ଘରକୁ ଆସିଲା ପରେ ଯୀଶୁ ଆଗେ ତାହାକୁ କହିଲେ, ଶିମୋନ, ତୁମ୍ଭର ମତ କ'ଣ ? ପୃଥିବୀର ରାଜାମାନେ କାହା ପାଖରୁ କର ବା ରାଜସ୍ୱ ନିଅନ୍ତି ? ସେମାନଙ୍କ ସନ୍ତାନଗଣଙ୍କଠାରୁ କିମ୍ବା ବିଦେଶୀମାନଙ୍କଠାରୁ ? |
23808 | MAT 18:12 | ତୁମ୍ଭେମାନେ କ'ଣ ମନେ କଲ ? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ କ'ଣ ଅନେଶତକୁ ପର୍ବତରେ ଛାଡ଼ି ସେ ଯାଇ ହଜିଯାଇଥିବା ମେଣ୍ଢାଟି ଖୋଜେ ନାହିଁ ? |
23834 | MAT 19:3 | ଏହି ସମୟରେ ଫାରୂଶୀମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଯେକୌଣସି କାରଣରୁ ଆପଣା ସ୍ତ୍ରୀ କି ପରିତ୍ୟାଗ କରିବା କ'ଣ ନ୍ୟାୟସଙ୍ଗତ ? |
23835 | MAT 19:4 | ସେ ଉତ୍ତର ଦେଲେ, ତୁମ୍ଭେମାନେ କ'ଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ, |
23851 | MAT 19:20 | ସେହି ଯୁବକ ତାହାଙ୍କୁ କହିଲେ, ଏହି ସମସ୍ତ ମୁଁ ପାଳନ କରିଅଛି, ମୋହର ଆଉ କ'ଣ ଉଣା ଅଛି ? |
23858 | MAT 19:27 | ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ; ଆମ୍ଭେମାନେ ତେବେ କ'ଣ ପାଇବା ? |
23882 | MAT 20:21 | ସେଥିରେ ସେ ତାହାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଇଚ୍ଛା କରୁଅଛ ? ସେ ତାହାଙ୍କୁ କହିଲେ, ଆପଣଙ୍କ ରାଜ୍ୟରେ ଯେପରି ମୋହର ଏହି ଦୁଇ ପୁତ୍ରଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣେ ବାମ ପାର୍ଶ୍ୱରେ ବସନ୍ତି, ଏହା ଆଜ୍ଞା କରନ୍ତୁ । |
23883 | MAT 20:22 | କିନ୍ତୁ ଯୀଶୁ ଉତ୍ତର ଦେଲେ, ତୁମ୍ଭେମାନେ କ'ଣ ମାଗୁଅଛ, ତାହା ଜାଣୁ ନାହଁ । ମୁଁ ଯେଉଁ ପାତ୍ରରେ ପାନ କରିବାକୁ ଯାଉଅଛି, ସେଥିରେ କି ତୁମ୍ଭେମାନେ ପାନ କରି ପାର ? |
23893 | MAT 20:32 | ସେଥିରେ ଯୀଶୁ ଠିଆ ହୋଇ ସେମାନଙ୍କୁ ଡାକି ପଚାରିଲେ, ମୁଁ ତୁମ୍ଭମାନଙ୍କ ପାଇଁ କ'ଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ ? |
23911 | MAT 21:16 | ପୁଣି, ତାହାଙ୍କୁ ପଚାରିଲେ, ଏମାନେ କ'ଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ ? ଯୀଶୁ ସେମାନଙ୍କୁ କହିଲେ, ହଁ, ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ୱାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ, ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ ? |
23923 | MAT 21:28 | ମାତ୍ର ତୁମ୍ଭେମାନେ କ'ଣ ମନେ କର ? ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ । ସେ ପ୍ରଥମ ନିକଟକୁ ଆସି କହିଲେ, ପୁଅ, ଯା, ଆଜି ଦ୍ରାକ୍ଷାକ୍ଷେତ୍ରରେ କାମ କର । |
23935 | MAT 21:40 | ଅତଏବ ଯତେବେଳେ ସେହି ଦ୍ରାକ୍ଷାକ୍ଷେତ୍ରର ମାଲିକ ଆସିବେ, ସେତେବେଳେ ସେହି କୃଷକମାନଙ୍କ ପ୍ରତି ସେ କ'ଣ କରିବେ ? |
23958 | MAT 22:17 | ଅତଏବ ଆମ୍ଭମାନଙ୍କୁ କୁହନ୍ତୁ, ଆପଣଙ୍କର ମତ କ'ଣ ? କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ ? |
23983 | MAT 22:42 | ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ମତ କ'ଣ ? ସେ କାହାର ସନ୍ତାନ ? ସେମାନେ ତାହାଙ୍କୁ କହିଲେ, ଦାଉଦଙ୍କର । |
24004 | MAT 23:17 | ରେ ମୂଢ଼ ଓ ଅନ୍ଧମାନେ, ସ୍ୱର୍ଣ୍ଣ କିମ୍ବା ସେହି ସ୍ୱର୍ଣ୍ଣକୁ ପବିତ୍ର କରିଅଛି ଯେଉଁ ମନ୍ଦିର, ଏହି ଦୁଇ ମଧ୍ୟରେ କ'ଣ ଶ୍ରେଷ୍ଠ ? |
24028 | MAT 24:2 | ତୁମ୍ଭେମାନେ କ'ଣ ଏହି ସମସ୍ତ ଦେଖୁ ନାହଁ ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ । |
24103 | MAT 25:26 | କିନ୍ତୁ ତାହାର ପ୍ରଭୁ ତାହାକୁ ଉତ୍ତର ଦେଲେ, ରେ ଦୁଷ୍ଟ ଓ ଅଳସ ଦାସ, ମୁଁ ଯେଉଁଠାରେ ବୁଣି ନ ଥାଏ, ସେଠାରେ କାଟେ, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଏ, ସେଠାରେ ସଂଗ୍ରହ କରେ, ଏହା କ'ଣ ଜାଣିଥିଲୁ ? |
24138 | MAT 26:15 | ମୋତେ କ'ଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି । ସେଥିରେ ସେମାନେ ତାହାକୁ ତିରିଶିଗୋଟି ରୌପ୍ୟମୁଦ୍ରା ତୌଲି କରିଦେଲେ । |
24145 | MAT 26:22 | ସେଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହୋଇ ପ୍ରତ୍ୟେକେ ତାହାଙ୍କୁ ପଚାରିବାକୁ ଲାଗିଲେ, ପ୍ରଭୁ, ସେ କ'ଣ ମୁଁ ? |
24148 | MAT 26:25 | ଏଥିରେ ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ଉତ୍ତର ଦେଲା, ହେ ଗୁରୁ, ସେ କ'ଣ ମୁଁ ? ସେ ତାହାକୁ କହିଲେ, ତୁମ୍ଭେ କହିଅଛ । |
24162 | MAT 26:39 | ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଉବୁଡ଼ ହୋଇ ପ୍ରାର୍ଥନା କରୁ କରୁ କହିଲେ, ହେ ମୋହର ପିତା, ଯଦି ହୋଇପାରେ, ତେବେ ଏହି ପାନପାତ୍ର ମୋ'ଠାରୁ ଦୂର ହେଉ; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା । |
24176 | MAT 26:53 | ଅଥବା ତୁମ୍ଭେ କ'ଣ ମନେ କରୁଅଛ ଯେ, ମୁଁ ମୋହର ପିତାଙ୍କୁ ବିନତି କରି ପାରେ ନାହିଁ ଓ ସେ ଏହିକ୍ଷଣି ମୋ ନିମନ୍ତେ ଦ୍ୱାଦଶ ବାହିନୀ ଅପେକ୍ଷା ଅଧିକ ଦୂତଙ୍କୁ ପଠାଇଦେବେ ନାହିଁ ? |
24178 | MAT 26:55 | ସେହି ସମୟରେ ଯୀଶୁ ଲୋକସମୂହକୁ କହିଲେ, ଡକଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ନେଇ ତୁମ୍ଭେମାନେ କ'ଣ ମୋତେ ଧରିବାକୁ ଆସିଲ ? ମୁଁ ପ୍ରତିଦିନ ମନ୍ଦିରରେ ବସି ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ; |
24181 | MAT 26:58 | କିନ୍ତୁ ପିତର ଦୂରରେ ରହି ମହାଯାଜକଙ୍କ ପ୍ରାଙ୍ଗଣ ପର୍ଯ୍ୟନ୍ତ ତାହାଙ୍କ ପଛେ ପଛେ ଗଲେ, ଆଉ ଶେଷରେ କ'ଣ ଘଟିବ, ତାହା ଦେଖିବା ନିମନ୍ତେ ସେ ଭିତରକୁ ଯାଇ ପଦାତିକମାନଙ୍କ ସହିତ ବସି ରହିଲେ । |
24185 | MAT 26:62 | ସେଥିରେ ମହାଯାଜକ ଉଠି ତାହାଙ୍କୁ କହିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ ? ତୁମ୍ଭ ବିରୁଦ୍ଧରେ ଏମାନେ ଏ ଯେଉଁ ସାକ୍ଷ୍ୟ ଦେଉଅଛନ୍ତି, ଏହା କ'ଣ ? |
24188 | MAT 26:65 | ସେଥିରେ ମହାଯାଜକ ଆପଣା ବସ୍ତ୍ର ଚିରି କହିଲେ, ଏ ଈଶ୍ୱର ନିନ୍ଦା କଲା, ସାକ୍ଷୀରେ ଆମ୍ଭମାନଙ୍କର ଆଉ କ'ଣ ଆବଶ୍ୟକ ? ଦେଖନ୍ତୁ, ଆପଣମାନେ ଏବେ ହେଁ ଈଶ୍ୱର ନିନ୍ଦା ଶୁଣିଲେ, |
24189 | MAT 26:66 | ଆପଣମାନଙ୍କର ମତ କ'ଣ ? ଏଥିରେ ସେମାନେ ଉତ୍ତର ଦେଲେ, ସେ ପ୍ରାଣଦଣ୍ଡର ଯୋଗ୍ୟ । |
24193 | MAT 26:70 | କିନ୍ତୁ ସେ ସମସ୍ତଙ୍କ ଆଗରେ ଅସ୍ୱୀକାର କରି କହିଲେ, ତୁମ୍ଭେ କ'ଣ କହୁଛ, ମୁଁ ଜାଣେ ନାହିଁ । |
24220 | MAT 27:22 | ପୀଲାତ ସେମାନଙ୍କୁ ପଚାରିଲେ, ତେବେ କାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି କ'ଣ କରିବା ? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ । |
24260 | MAT 27:62 | ତା'ପର ଦିନ, ଅର୍ଥାତ୍ ଆୟୋଜନ-ଦିବସର ପରବର୍ତ୍ତୀ ଦିନ ପ୍ରଧାନ ଯାଜକ ଓ ଫାରୂଶୀମାନେ ପୀଲାତଙ୍କ ପାଖରେ ଏକତ୍ର ହୋଇ କହିଲେ, |
24291 | MRK 1:7 | ସେ ଘୋଷଣା କରି କହିବାକୁ ଲାଗିଲେ, ମୋ'ଠାରୁ ଯେ ଅଧିକ ଶକ୍ତିମାନ, ସେ ମୋ' ଉତ୍ତାରେ ଆସୁଅଛନ୍ତି; ମୁଁ ଅବନତ ହୋଇ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ଯୋଗ୍ୟ ନୁହେଁ । |
24311 | MRK 1:27 | ଏଥିରେ ସମସ୍ତେ ଏତେ ବିସ୍ମୟାନ୍ୱିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କ'ଣ ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା ! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି । |
24338 | MRK 2:9 | କ'ଣ ସହଜ ? ପକ୍ଷାଘାତ ରୋଗୀକି ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, କିଅବା, ଉଠ, ତୁମ୍ଭର ଖଟିଆ ଘେନି ଚାଲ ବୋଲି କହିବା ? |
24354 | MRK 2:25 | ଏମାନେ କାହିଁକି ତାହା କରୁଅଛନ୍ତି ?" ସେ ସେମାନଙ୍କୁ କହିଲେ, "ଦାଉଦଙ୍କର ଅଭାବ ସମୟରେ ଯେତେବେଳେ ସେ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହୋଇଥିଲେ, ସେତେବେଳେ ସେ କ'ଣ କରିଥିଲେ, ତାହା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ ? |
24413 | MRK 4:21 | ପୁନଶ୍ଚ ସେ ସେମାନଙ୍କୁ କହିଲେ, ଦୀପ କ'ଣ ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ ? |
24432 | MRK 4:40 | ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ ? ଏ କ'ଣ ! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ ? |
24440 | MRK 5:7 | ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ୱରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋର କ'ଣ ଅଛି ? ତୁମ୍ଭକୁ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ । |
24442 | MRK 5:9 | ଆଉ ଯୀଶୁ ତାହାକୁ ପଚାରିଲେ, ତୋର ନାଁ କ'ଣ ? ସେ ତାହାକୁ କହିଲା, ମୋର ନାଁ ବାହିନୀ, ଯେଣୁ ଆମେ ଅନେକ । |
24500 | MRK 6:24 | ତହିଁରେ ସେ ବାହାରିଯାଇ ଆପଣା ମାତାଙ୍କୁ ପଚାରିଲା, ମୁଁ କ'ଣ ମାଗିବି ? ସେ କହିଲେ ବାପ୍ତିଜକ ଯୋହନର ମସ୍ତକ । |
24513 | MRK 6:37 | କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ । ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ କ'ଣ ଯାଇ ଶହେ ଟଙ୍କାର ରୁଟି କିଣି ଏମାନଙ୍କୁ ଭୋଜନ କରାଇବା ? |
24551 | MRK 7:19 | କାରଣ ତାହା ତାହାର ହୃଦୟରେ ପ୍ରବେଶ କରେ ନାହିଁ, ମାତ୍ର ଉଦରରେ ପ୍ରବେଶ କରି ବାହ୍ୟ ସ୍ଥାନରେ ବର୍ହିଗତ ହୁଏ ଓ ଏହି ପ୍ରକାରେ ସମସ୍ତ ଖାଦ୍ୟ ପରିଷ୍କୃତ ହୋଇଥାଏ, ଏହା କ'ଣ ବୁଝୁ ନାହଁ ? |
24586 | MRK 8:17 | ସେ ତାହା ଜାଣି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ ? ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ ? |
24587 | MRK 8:18 | ତୁମ୍ଭମାନଙ୍କ ହୃଦୟ କ'ଣ ଜଡ଼ ହୋଇ ରହିଅଛି ? ଚକ୍ଷୁ ଥାଉ ଥାଉ କି ଦେଖୁ ନାହଁ ? ପୁଣି, କର୍ଣ୍ଣ ଥାଉ ଥାଉ କି ଶୁଣୁ ନାହଁ ? |
24590 | MRK 8:21 | ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ବୁଝୁ ନାହଁ ? |
24593 | MRK 8:24 | ସେ ଚାହିଁଁ କହିଲା, ମୁଁ ମନୁଷ୍ୟମାନଙ୍କୁ ଦେଖୁଅଛି, କାରଣ ମୁଁ ଗଛ ପରି କ'ଣ ଚାଲୁଥିବା ଦେଖୁଅଛି । |
24598 | MRK 8:29 | ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କ'ଣ କହୁଅଛ ? ପିତର ତାହାଙ୍କୁ ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ । |
24630 | MRK 9:23 | ସେଥିରେ ଯୀଶୁ ତାହାକୁ କହିଲେ, କ'ଣ କହିଲ ? ଯଦି କରି ପାରନ୍ତି ! ଯିଏ ବିଶ୍ୱାସ କରେ, ତା' ପକ୍ଷରେ ସମସ୍ତ ସମ୍ଭବ । |
24674 | MRK 10:17 | ସେ ପୁନର୍ବାର ଯାତ୍ରା ଆରମ୍ଭ କରିବା ସମୟରେ ଜଣେ ଦୌଡ଼ିଆସି ତାହାଙ୍କ ଛାମୁରେ ଆଣ୍ଠୁପାତି ତାହାଙ୍କୁ ପଚାରିଲେ, ହେ ସଦ୍ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି ? |
24695 | MRK 10:38 | କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କ'ଣ ମାଗୁଅଛ, ତାହା ଜାଣୁ ନାହଁ । ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ସେଥିରେ କି ତୁମ୍ଭେମାନେ ପାନ କରି ପାର ? ଅବା ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ସେଥିରେ କି ତୁମ୍ଭେମାନେ ବାପ୍ତିଜିତ ହୋଇ ପାର ? |
24714 | MRK 11:5 | ସେଥିରେ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି ସେମାନଙ୍କୁ ପଚାରିଲେ, ଗଧଛୁଆକୁ ଫିଟାଇ କ'ଣ କରୁଅଛ ? |
24726 | MRK 11:17 | ପୁଣି, ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, ଏହା କ'ଣ ଲେଖା ନାହିଁ, ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି କୁହାଯିବ ? କିନ୍ତୁ ତୁମ୍ଭେମାନେ ତାହାକୁ 'ଡକାୟତମାନଙ୍କ ଗହ୍ୱର' କରିଅଛ । |
24751 | MRK 12:9 | ତେବେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା କ'ଣ କରିବେ ? ସେ ଆସି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ । |
24788 | MRK 13:2 | ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭେ କ'ଣ ଏହି ସମସ୍ତ ବୃହତ୍ ପ୍ରାସାଦ ଦେଖୁଅଛ ? ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ । |
24797 | MRK 13:11 | ଏଣୁ ଯେତେବେଳେ ଲୋକେ ତୁମ୍ଭମାନଙ୍କୁ ଘେନିଯାଇ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କ'ଣ କହିବ, ସେ ବିଷୟରେ ପୂର୍ବରୁ ଚିନ୍ତିତ ହୁଅ ନାହିଁ; କିନ୍ତୁ ସେହି ସମୟରେ ତୁମ୍ଭମାନଙ୍କୁ ଯାହା ଦିଆଯିବ, ତାହା କୁହ; କାରଣ ତୁମ୍ଭେମାନେ ବକ୍ତା ନୁହଁ, ମାତ୍ର ପବିତ୍ର ଆତ୍ମା ବକ୍ତା ଅଟନ୍ତି । |
24828 | MRK 14:5 | ଏହି ତୈଳ ତ ଦେଢ଼ଶହ ଟଙ୍କାରୁ ଅଧିକ ମୂଲ୍ୟରେ ବିକ୍ରୟ କରାଯାଇ ଦରିଦ୍ରମାନଙ୍କୁ ଦିଆଯାଇ ପାରିଥା'ନ୍ତା । ତେଣୁ ସେମାନେ ସେହି ସ୍ତ୍ରୀଲୋକକୁ ଗାଳି କରିବାକୁ ଲାଗିଲେ । |
24842 | MRK 14:19 | ସେଥିରେ ଶିଷ୍ୟମାନେ ଦୁଃଖିତ ହୋଇ ଜଣ ଜଣ କରି ତାହାଙ୍କୁ ପଚାରିବାକୁ ଲାଗିଲେ, ସେ କ'ଣ ମୁଁ ? |
24860 | MRK 14:37 | ପୁଣି, ସେ ଆସି ଶିଷ୍ୟମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, ଶିମୋନ, ତୁମ୍ଭେ କ'ଣ ଶୋଇପଡ଼ିଲ ? ଘଣ୍ଟାଏ ହେଲେ ଜାଗି ପାରିଲ ନାହିଁ ? |
24886 | MRK 14:63 | ସେଥିରେ ମହାଯାଜକ ଆପଣା ଅଙ୍ଗରଖା ଚିରି କହିଲେ, ସାକ୍ଷୀରେ ଆମ୍ଭମାନଙ୍କର ଆଉ କ'ଣ ପ୍ରୟୋଜନ ? |
24887 | MRK 14:64 | ଆପଣମାନେ ତ ଈଶ୍ୱର ନିନ୍ଦା ଶୁଣିଲେ; ଆପଣମାନଙ୍କର ବିଚାର କ'ଣ ? ଏଥିରେ ସେମାନେ ସମସ୍ତେ ସେ ପ୍ରାଣଦଣ୍ଡ ଯୋଗ୍ୟ ବୋଲି ମତ ଦେଲେ । |
24904 | MRK 15:9 | ସେଥିରେ ପୀଲାତ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ କ'ଣ ଇଚ୍ଛା କରୁଅଛ ? ଆମ୍ଭେ କ'ଣ ତୁମ୍ଭମାନଙ୍କ ନିମନ୍ତେ ଯିହୂଦୀମାନଙ୍କ ରାଜାଙ୍କୁ ମୁକ୍ତ କରିଦେବା ? |