| 272 | GEN 11:5 | ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ। | 
| 343 | GEN 14:6 | ଓ ପ୍ରାନ୍ତର ନିକଟସ୍ଥ ଏଲ-ପାରଣ ପର୍ଯ୍ୟନ୍ତ ସେୟୀର ପର୍ବତନିବାସୀ ହୋରୀୟ ଲୋକମାନଙ୍କୁ ଜୟ କଲେ। | 
| 405 | GEN 17:7 | ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା। | 
| 466 | GEN 19:8 | ଦେଖ, ପୁରୁଷ-ଅସ୍ପୃଷ୍ଟା ମୋହର ଦୁଇଟି କନ୍ୟା ଅଛନ୍ତି, ସେମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ଆଣୁଅଛି, ତୁମ୍ଭମାନଙ୍କ ଦୃଷ୍ଟିରେ ଯାହା ଭଲ, ତାହା ସେମାନଙ୍କ ପ୍ରତି କର, ମାତ୍ର ସେହି ମନୁଷ୍ୟମାନଙ୍କ ପ୍ରତି କିଛି କର ନାହିଁ, କାରଣ ଏଥିନିମନ୍ତେ ସେମାନେ ମୋ’ ଛାତ ତଳେ ଆଶ୍ରୟ ନେଇ ଅଛନ୍ତି।” | 
| 496 | GEN 19:38 | ପୁଣି, କନିଷ୍ଠା କନ୍ୟା ପୁତ୍ର ପ୍ରସବ କରି ତାହାର ନାମ ବିନ-ଅମ୍ମି ଦେଲା; ସେ ବର୍ତ୍ତମାନ କାଳର ଅମ୍ମୋନୀୟ ଲୋକମାନଙ୍କର ଆଦିପିତା। | 
| 562 | GEN 22:14 | ପୁଣି, ଅବ୍ରହାମ ସେହି ସ୍ଥାନର ନାମ ଯିହୋବା-ଯିରି ରଖିଲେ। ଏଥିପାଇଁ ଆଜି ପର୍ଯ୍ୟନ୍ତ ଲୋକେ କହନ୍ତି, ପର୍ବତରେ ସଦାପ୍ରଭୁ ଯୋଗାଇବେ। | 
| 565 | GEN 22:17 | ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ। | 
| 582 | GEN 23:10 | ସେତେବେଳେ ଇଫ୍ରୋଣ ହେତ୍ର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ, ହିତ୍ତୀୟ ଇଫ୍ରୋଣ ଆପଣା ନଗର-ଦ୍ୱାରରେ ପ୍ରବେଶକାରୀ ହେତ୍ର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା, | 
| 590 | GEN 23:18 | ଏହି ସବୁରେ ହେତ୍ର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍, ତାହାର ନଗର-ଦ୍ୱାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ୱତ୍ୱାଧିକାର ସ୍ଥିର କରାଗଲା। | 
| 767 | GEN 27:39 | ତହୁଁ ତାହାର ପିତା ଇସ୍ହାକ ଉତ୍ତର ଦେଇ କହିଲେ, “ଦେଖ, ତୁମ୍ଭର ବସତି ପୃଥିବୀର ଉର୍ବରତାବିହୀନ ଓ ଉପରିସ୍ଥ ଆକାଶର କାକର-ବିହୀନ ହେବ। | 
| 921 | GEN 31:47 | ଏଥିଉତ୍ତାରେ ଲାବନ ତାହାର ନାମ ଯିଗର-ସାହଦୂଥା ରଖିଲା, ମାତ୍ର ଯାକୁବ ତାହାର ନାମ ଗଲୟଦ୍ (ସାକ୍ଷୀ ରାଶୀ) ରଖିଲା।” | 
| 997 | GEN 34:16 | ଆମ୍ଭେମାନେ ତୁମ୍ଭମାନଙ୍କୁ କନ୍ୟା ଦାନ କରିବା ଓ ତୁମ୍ଭମାନଙ୍କ କନ୍ୟା ଗ୍ରହଣ କରିବା, ପୁଣି, ତୁମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବା। | 
| 1003 | GEN 34:22 | ମାତ୍ର ସେମାନଙ୍କର ଏହି ଏକ ପଣ ଅଛି, କି ଆମ୍ଭମାନଙ୍କ ମଧ୍ୟରେ ପ୍ରତ୍ୟେକ ପୁରୁଷ ଯଦି ସେମାନଙ୍କ ପରି ସୁନ୍ନତ ହେବ, ତେବେ ସେମାନେ ଆମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବାକୁ ସମ୍ମତ ହେବେ। | 
| 1032 | GEN 35:20 | ଏଥିଉତ୍ତାରେ ଯାକୁବ ସେହି କବର ଉପରେ ଏକ ସ୍ତମ୍ଭ ସ୍ଥାପନ କଲେ; ରାହେଲ-କବରସ୍ଥ ସେହି ସ୍ତମ୍ଭ ଆଜି ପର୍ଯ୍ୟନ୍ତ ଅଛି। | 
| 1134 | GEN 38:14 | ତହିଁରେ ତାମର ବିଧବା-ବସ୍ତ୍ର ପରିତ୍ୟାଗ କରି ଆବରକ ବସ୍ତ୍ର ପିନ୍ଧି ଆପଣାକୁ ଆଚ୍ଛାଦନ କରି ତିମ୍ନାର ପଥପାର୍ଶ୍ଵସ୍ଥିତ ଐନମର ପ୍ରବେଶ-ସ୍ଥାନରେ ବସି ରହିଲା; କାରଣ ସେ ଦେଖିଲା, ଶେଲା ବଡ଼ ହେଲେ ହେଁ ତାହା ସହିତ ଆପଣାର ବିବାହ ହେଲା ନାହିଁ। | 
| 1150 | GEN 38:30 | ଏଥିଉତ୍ତାରେ ହସ୍ତରେ ସିନ୍ଦୂରବର୍ଣ୍ଣ-ସୂତ୍ରବଦ୍ଧ ତାହାର ଭ୍ରାତା ଭୂମିଷ୍ଠ ହୁଅନ୍ତେ, ତାହାର ନାମ ସେରହ ହେଲା। | 
| 1198 | GEN 41:2 | ଆଉ ଦେଖ, ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ। | 
| 1214 | GEN 41:18 | ତହିଁରେ ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ। | 
| 1224 | GEN 41:28 | ମୁଁ ଫାରୋଙ୍କୁ କହିଅଛି-ପରମେଶ୍ୱର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କୁ ଦେଖାଇଛନ୍ତି। | 
| 1238 | GEN 41:42 | ଏଥିଉତ୍ତାରେ ଫାରୋ ଆପଣା ହସ୍ତରୁ ନିଜ ସନ୍ତକ-ଅଙ୍ଗୁରୀୟ କାଢ଼ି ଯୋଷେଫଙ୍କ ହସ୍ତରେ ଦେଇ ତାଙ୍କୁ ସୂକ୍ଷ୍ମବସ୍ତ୍ର ପିନ୍ଧାଇ ତାଙ୍କ ଗଳାରେ ସୁବର୍ଣ୍ଣ ହାର ଦେଲେ। | 
| 1303 | GEN 43:12 | ପୁଣି, ଆପଣା ଆପଣା ହସ୍ତରେ ଦ୍ୱିଗୁଣ ଟଙ୍କା ନିଅ ଓ ତୁମ୍ଭମାନଙ୍କ ପଟ-ମୁଖରେ ଯେଉଁ ଟଙ୍କା ଫେରି ଆସିଅଛି, ତାହା ମଧ୍ୟ ହସ୍ତରେ ନେଇ ଯାଅ; କେଜାଣି ତାହା ଭୁଲ ହୋଇଥିବ। | 
| 1312 | GEN 43:21 | ପୁଣି, ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ। | 
| 1511 | GEN 50:4 | ସେହି ଶୋକ ଦିନ ଗତ ହୁଅନ୍ତେ, ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, “ଯଦି ମୁଁ ତୁମ୍ଭମାନଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ବିନୟ କରୁଅଛି, ଫାରୋଙ୍କ କର୍ଣ୍ଣ-ଗୋଚରେ ଏହି କଥା କୁହ,” | 
| 1618 | EXO 4:16 | ସେ ଲୋକମାନଙ୍କ ନିକଟରେ ତୁମ୍ଭର ପ୍ରତିନିଧି-ବକ୍ତା ହେବ; ସେ ତୁମ୍ଭର ମୁଖ ସ୍ୱରୂପ ହେବ ଓ ତୁମ୍ଭେ ତାହାର ପରମେଶ୍ୱର ତୁଲ୍ୟ ହେବ। | 
| 1660 | EXO 6:4 | ପୁଣି, କିଣାନ ଦେଶ, ଅର୍ଥାତ୍, ଯହିଁରେ ସେମାନେ ପ୍ରବାସ କଲେ, ସେହି ପ୍ରବାସ-ଦେଶ ମଧ୍ୟ ସେମାନଙ୍କୁ ଦେବା ବୋଲି ସେମାନଙ୍କ ସହିତ ନିୟମ ସ୍ଥିର କରିଥିଲୁ। | 
| 1798 | EXO 10:20 | ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ। | 
| 1809 | EXO 11:2 | ଏହେତୁ ଏବେ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ପ୍ରତ୍ୟେକ ପୁରୁଷ ଆପଣା ଆପଣା ପ୍ରତିବାସୀଠାରୁ ଓ ପ୍ରତ୍ୟେକ ସ୍ତ୍ରୀ ଆପଣା ଆପଣା ପ୍ରତିବାସିନୀଠାରୁ ରୌପ୍ୟ-ଅଳଙ୍କାର ଓ ସ୍ୱର୍ଣ୍ଣ-ଅଳଙ୍କାର ମାଗି ନିଅନ୍ତୁ।” | 
| 1821 | EXO 12:4 | ଆଉ, ଗୋଟିଏ ମେଷଶାବକ ନେବା ନିମନ୍ତେ ଯଦି କୌଣସି ପରିଜନ ଅଳ୍ପ ହେବ, ତେବେ ସେ ଓ ତାହାର ଗୃହ ନିକଟବର୍ତ୍ତୀ ପ୍ରତିବାସୀ, ପ୍ରାଣୀଗଣର ସଂଖ୍ୟାନୁସାରେ ଏକ ମେଷଶାବକ ନେବେ; ତୁମ୍ଭେମାନେ ପ୍ରତ୍ୟେକ ଜଣର ଭୋଜନ-ଶକ୍ତି ଅନୁସାରେ ମେଷଶାବକର ଅଟକଳ କରିବ। | 
| 1823 | EXO 12:6 | ସେହି ମାସର ଚତୁର୍ଦ୍ଦଶ ଦିନଯାଏ ତାକୁ ବନ୍ଦ କରି ରଖିବ; ଏଥିଉତ୍ତାରେ ଇସ୍ରାଏଲ-ମଣ୍ଡଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ। | 
| 1836 | EXO 12:19 | ସପ୍ତାହ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗୃହରେ ଲେଶମାତ୍ର ତାଡ଼ି ନ ରହୁ, କାରଣ ବିଦେଶୀ ଅବା ସ୍ୱଦେଶୀ ଯେଉଁ ଜନ ଏଥିମଧ୍ୟରେ ତାଡ଼ି ମିଶ୍ରିତ ଦ୍ରବ୍ୟ ଖାଇବ, ସେ ପ୍ରାଣୀ ଇସ୍ରାଏଲ-ମଣ୍ଡଳୀରୁ ଉଚ୍ଛିନ୍ନ ହେବ। | 
| 1852 | EXO 12:35 | ପୁଣି, ଇସ୍ରାଏଲ ସନ୍ତାନଗଣ ମୋଶାଙ୍କର ବାକ୍ୟାନୁସାରେ ମିସ୍ରୀୟମାନଙ୍କୁ ରୌପ୍ୟ-ଅଳଙ୍କାର, ସୁବର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗିଲେ। | 
| 1888 | EXO 13:20 | ଏଥିଉତ୍ତାରେ ସେମାନେ ସୁକ୍କୋତଠାରୁ ଯାତ୍ରା କରି ପ୍ରାନ୍ତର-ଧାରସ୍ଥିତ ଏଥମରେ ଛାଉଣି କଲେ। | 
| 1892 | EXO 14:2 | “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଫେରି ପୀହହୀରୋତର ପୂର୍ବ ଦିଗରେ ମିଗ୍ଦୋଲ ଓ ସମୁଦ୍ର ମଧ୍ୟରେ ଛାଉଣି ସ୍ଥାପନ କର; ତୁମ୍ଭେମାନେ ବାଲ-ସଫୋନ ଆଗରେ, ଅର୍ଥାତ୍, ତାହାର ସମ୍ମୁଖରେ ସମୁଦ୍ର ନିକଟରେ ଛାଉଣି ସ୍ଥାପନ କର। | 
| 1899 | EXO 14:9 | ତହୁଁ ମିସ୍ରୀୟମାନେ, ଅର୍ଥାତ୍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲ-ସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ। | 
| 1905 | EXO 14:15 | ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭଙ୍କୁ କାହିଁକି ଡାକୁଅଛ ? ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ସେମାନେ ଅଗ୍ରସର ହେଉନ୍ତୁ। | 
| 1922 | EXO 15:1 | ସେତେବେଳେ ମୋଶା ଓ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା-ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି। | 
| 1938 | EXO 15:17 | ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିବାସ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛ, ପ୍ରଭୁ, ତୁମ୍ଭର ହସ୍ତ ଯେଉଁ ଧର୍ମଧାମ ସ୍ଥାପନ କରିଅଛି, ତୁମ୍ଭେ ସେମାନଙ୍କୁ ଆଣି ଆପଣାର ସେହି ଅଧିକାର-ପର୍ବତରେ ରୋପଣ କରିବ। | 
| 1943 | EXO 15:22 | ଏଥିଉତ୍ତାରେ ମୋଶା ଇସ୍ରାଏଲଙ୍କୁ ସୂଫ ସାଗରଠାରୁ ଯାତ୍ରା କରାଇଲେ, ପୁଣି, ସେମାନେ ଶୂର-ପ୍ରାନ୍ତର ଆଡ଼କୁ ଯାତ୍ରା କଲେ, ସେମାନେ ପ୍ରାନ୍ତରରେ ତିନି ଦିନ ଯାତ୍ରା କରି ଜଳ ପାଇଲେ ନାହିଁ। | 
| 1961 | EXO 16:13 | ଏଥିଉତ୍ତାରେ ସନ୍ଧ୍ୟା ସମୟରେ ଭାଟୋଇ ପକ୍ଷୀଗଣ ଆସି ଛାଉଣି-ସ୍ଥାନ ଆଚ୍ଛାଦନ କଲେ, ପୁଣି, ପ୍ରାତଃ କାଳରେ ଛାଉଣି ସ୍ଥାନର ଚାରିଆଡ଼େ କାକର ପଡ଼ିଲା। | 
| 1980 | EXO 16:32 | ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି, ସେ ତୁମ୍ଭମାନଙ୍କୁ ମିସର ଦେଶଠାରୁ ଆଣିବା ସମୟରେ ପ୍ରାନ୍ତର ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେପରି ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି, ଏହେତୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣ ମାନ୍ନା ରଖ।” | 
| 1981 | EXO 16:33 | ସେତେବେଳେ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଗୋଟିଏ ପାତ୍ର ନେଇ ଏକ ଓମର ପରିମାଣ ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ; ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।” | 
| 1985 | EXO 17:1 | ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା। | 
| 1989 | EXO 17:5 | ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯଦ୍ଵାରା ନୀଳ ନଦୀକୁ ଆଘାତ କରିଥିଲ, ସେହି ଯଷ୍ଟି ହସ୍ତରେ ଘେନି ଇସ୍ରାଏଲର କେତେକ ପ୍ରାଚୀନଙ୍କ ସଙ୍ଗେ ଇସ୍ରାଏଲ-ଲୋକମାନଙ୍କ ଆଗେ ଆଗେ ଯାଅ। | 
| 1999 | EXO 17:15 | ତହିଁରେ ମୋଶା ଗୋଟିଏ ବେଦି ନିର୍ମାଣ କରି ତହିଁର ନାମ ଯିହୋବାଃ-ନିଃଷି ରଖିଲେ। | 
| 2030 | EXO 19:3 | ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, “ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହା ଜଣାଅ।” | 
| 2057 | EXO 20:5 | ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା; | 
| 2074 | EXO 20:22 | ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ଆମ୍ଭେ ଆକାଶରେ ଥାଇ ତୁମ୍ଭମାନଙ୍କ ସହିତ କଥା କହିଲୁ, ଏହା ତୁମ୍ଭେମାନେ ନିଜେ ଦେଖିଅଛ। | 
| 2082 | EXO 21:4 | ପୁଣି, ଯଦି ତାହାର ପ୍ରଭୁ ତାହାକୁ ବିବାହ କରି ଦେଇଥାଏ ଓ ସେହି ସ୍ତ୍ରୀଠାରୁ ପୁତ୍ର-କନ୍ୟାର ଜନ୍ମ ହୋଇଥାଏ, ତେବେ ସେହି ସ୍ତ୍ରୀ ଓ ତାହାର ସନ୍ତାନମାନଙ୍କ ଉପରେ ତାହାର ପ୍ରଭୁର ଅଧିକାର ହେବ ଓ ସେ ଏକାକୀ ବାହାରି ଯିବ। | 
| 2097 | EXO 21:19 | ଓ ପଶ୍ଚାତ୍ ଉଠି ଯଷ୍ଟି ଧରି ବାହାରେ ବୁଲେ, ତେବେ ସେହି ପ୍ରହାରକ ନିର୍ଦ୍ଦୋଷ ହେବ; କେବଳ ତାହାକୁ ତାହାର କର୍ମ-କ୍ଷତିର ଓ ଚିକିତ୍ସାର ବ୍ୟୟ ଦେବାକୁ ପଡ଼ିବ। | 
| 2163 | EXO 23:18 | ତୁମ୍ଭେ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଆମ୍ଭ ବଳିର ରକ୍ତ ଉତ୍ସର୍ଗ କରିବ ନାହିଁ; ପୁଣି, ଆମ୍ଭ ଉତ୍ସବ-ସମ୍ପର୍କୀୟ ମେଦ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ରଖିବ ନାହିଁ। | 
| 2185 | EXO 24:7 | ପୁଣି, ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣ-ଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, “ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହା ସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା।” | 
| 2190 | EXO 24:12 | ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍, ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧୀୟ ଦୁଇ ଖଣ୍ଡ ପ୍ରସ୍ତର-ଫଳକ ତୁମ୍ଭକୁ ଦେବା।” | 
| 2198 | EXO 25:2 | “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ। | 
| 2218 | EXO 25:22 | ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ, ଅର୍ଥାତ୍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବ ଦ୍ୱୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା। | 
| 2223 | EXO 25:27 | ମେଜ ବହନାର୍ଥେ ସାଙ୍ଗୀର ଘରା ନିମନ୍ତେ ସେହି କଡ଼ା ବେଷ୍ଟନ-ପାର୍ଶ୍ୱରେ ଥିବ। | 
| 2241 | EXO 26:5 | ଅର୍ଥାତ୍, ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କରିବ; ସେହି ଦୁଇ ଫାଶ-ଶ୍ରେଣୀ ପରସ୍ପର ସମ୍ମୁଖୀନ ରହିବ। | 
| 2278 | EXO 27:5 | ଏହି ଝାଞ୍ଜିରୀ ବେଦି-ବେଢ଼ ତଳେ ନିମ୍ନ ଭାଗରେ ରଖିବ ଓ ଝାଞ୍ଜିରୀ ବେଦିର ମଧ୍ୟ ପର୍ଯ୍ୟନ୍ତ ପାଇବ। | 
| 2294 | EXO 27:21 | ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ। | 
| 2323 | EXO 28:29 | ଯେଉଁ ସମୟରେ ହାରୋଣ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେହି ସମୟରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟାରେ ଇସ୍ରାଏଲ-ପୁତ୍ରଗଣର ନାମସକଳ ଆପଣା ହୃଦୟ ଉପରେ ବହନ କରିବ। | 
| 2332 | EXO 28:38 | ତାହା ହାରୋଣର କପାଳ ଉପରେ ରହିବ, ତହିଁରେ ପବିତ୍ର ଦ୍ରବ୍ୟ-ଘଟିତ ଅପରାଧ, ଅର୍ଥାତ୍, ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କର ପବିତ୍ରୀକୃତ ପବିତ୍ର ଦାନାଦି ସକଳ ଦ୍ରବ୍ୟ ସମ୍ବନ୍ଧରେ ଯେଉଁ ଅପରାଧ କରିବେ, ତାହା ହାରୋଣ ବୋହିବ ଓ ସଦାପ୍ରଭୁଙ୍କ ଛାମୁରେ ସେମାନେ ଯେପରି ଗ୍ରାହ୍ୟ ହୁଅନ୍ତି, ଏଥିପାଇଁ ତାହା ନିତ୍ୟ ନିତ୍ୟ ତାହାର କପାଳରେ ରହିବ। | 
| 2337 | EXO 28:43 | ପୁଣି, ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ। | 
| 2347 | EXO 29:10 | ଏଥିଉତ୍ତାରେ ତୁମ୍ଭେ ସମାଗମ-ତମ୍ବୁ ସମ୍ମୁଖକୁ ସେହି ଗୋବତ୍ସ ଅଣାଇବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ଗୋବତ୍ସର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ। | 
| 2348 | EXO 29:11 | ତହୁଁ ତୁମ୍ଭେ ସମାଗମ-ତମ୍ବୁର ଦ୍ୱାର ସମୀପରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସକୁ ବଧ କରିବ। | 
| 2357 | EXO 29:20 | ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ, ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଲଗାଇବ, ପୁଣି, ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ। | 
| 2367 | EXO 29:30 | ତାହାର ପୁତ୍ରମାନଙ୍କ ମଧ୍ୟରୁ ଯେଉଁ ଲୋକ ତାହା ପଦରେ ଯାଜକ ହୋଇ ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସମାଗମ-ତମ୍ବୁକୁ ଆସିବ, ସେ ସେହି ବସ୍ତ୍ର ସାତ ଦିନ ପରିଧାନ କରିବ। | 
| 2369 | EXO 29:32 | ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁର ଦ୍ୱାର ନିକଟରେ ସେହି ମେଷ ମାଂସ ଓ ଡାଲାସ୍ଥିତ ସେହି ରୁଟି ଭୋଜନ କରିବେ। | 
| 2371 | EXO 29:34 | ଆଉ ସେହି ପଦ-ନିଯୋଗାର୍ଥକ ମାଂସ ଓ ରୁଟିରୁ ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତେବେ ସେହି ଅବଶିଷ୍ଟାଂଶ ଅଗ୍ନିରେ ଭସ୍ମସାତ୍ କରିବ, କେହି ତାହା ଖାଇବ ନାହିଁ; କାରଣ ତାହା ପବିତ୍ର ବସ୍ତୁ ଅଟେ। | 
| 2379 | EXO 29:42 | ଏହା ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେହି ସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା। | 
| 2381 | EXO 29:44 | ଆଉ, ଆମ୍ଭେ ସମାଗମ-ତମ୍ବୁ ଓ ବେଦିକୁ ପବିତ୍ର କରିବା, ପୁଣି, ଆମ୍ଭର ଯାଜକ କର୍ମ କରଣାର୍ଥେ ହାରୋଣକୁ ଓ ତାହାର ପୁତ୍ରଗଣକୁ ପବିତ୍ର କରିବା। | 
| 2389 | EXO 30:6 | ପୁଣି, ଆମ୍ଭେ ଯେଉଁ ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା, ସେହି ସ୍ଥାନରେ, ଅର୍ଥାତ୍, ସାକ୍ଷ୍ୟ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖରେ ସାକ୍ଷ୍ୟ ସିନ୍ଦୁକର ଅଗ୍ରସ୍ଥିତ ବିଚ୍ଛେଦ-ବସ୍ତ୍ରର ଆଗରେ ତାହା ରଖିବ। | 
| 2391 | EXO 30:8 | ପୁଣି, ସନ୍ଧ୍ୟା କାଳେ ହାରୋଣ ପ୍ରଦୀପ ଜ୍ୱଳାଇବା ସମୟରେ ଧୂପ ଜ୍ୱଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପ-ଦାହ ହେବ। | 
| 2399 | EXO 30:16 | ତହୁଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ସେହି ପ୍ରାୟଶ୍ଚିତ୍ତ-ରୂପା ନେଇ ସମାଗମ-ତମ୍ବୁର କାର୍ଯ୍ୟାର୍ଥେ ନିରୂପଣ କରିବ; ତାହା ତୁମ୍ଭମାନଙ୍କ ପ୍ରାଣର ପ୍ରାୟଶ୍ଚିତ୍ତ ନିମନ୍ତେ ଇସ୍ରାଏଲ ସନ୍ତାନଗଣର ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ରହିବ।” | 
| 2401 | EXO 30:18 | “ତୁମ୍ଭେ ପ୍ରକ୍ଷାଳନ ନିମନ୍ତେ ପିତ୍ତଳର କୁଣ୍ଡ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି, ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ। | 
| 2403 | EXO 30:20 | ସେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବା ସମୟରେ ଯେପରି ନ ମରନ୍ତି, ଏଥିପାଇଁ ଜଳରେ ଆପଣାମାନଙ୍କୁ ଧୌତ କରିବେ; କିଅବା ସଦାପ୍ରଭୁଙ୍କର ସେବା ନିମନ୍ତେ, ଅର୍ଥାତ୍, ଅଗ୍ନିକୃତ ଉପହାର ଧୂପନ୍ୟାୟ ଦଗ୍ଧ କରିବା ନିମନ୍ତେ ବେଦି ନିକଟକୁ ଆସିବା ସମୟରେ ଯେପରି ନ ମରନ୍ତି, | 
| 2409 | EXO 30:26 | ତାହା ତୁମ୍ଭେ ନେଇ ସମାଗମ-ତମ୍ବୁ ଓ ସାକ୍ଷ୍ୟ ସିନ୍ଦୁକ, | 
| 2419 | EXO 30:36 | ତହିଁରୁ କିଛି ଚୂର୍ଣ୍ଣ କରି ଯେଉଁ ସମାଗମ-ତମ୍ବୁରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧ୍ୟରେ ସାକ୍ଷ୍ୟ ସିନ୍ଦୁକ ସମ୍ମୁଖରେ ରଖିବ; ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହେବ। | 
| 2424 | EXO 31:3 | ପୁଣି, ଶିଳ୍ପକର୍ମ, ଅର୍ଥାତ୍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ-ଖୋଦନ ପ୍ରଭୃତି | 
| 2428 | EXO 31:7 | ଅର୍ଥାତ୍, ସମାଗମ-ତମ୍ବୁ ଓ ସାକ୍ଷ୍ୟ ସିନ୍ଦୁକ ଓ ତହିଁର ଉପରିସ୍ଥ ପାପାଚ୍ଛାଦନ ଓ ତମ୍ବୁର ସମସ୍ତ ପାତ୍ର, | 
| 2474 | EXO 32:35 | ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଆଘାତ କଲେ, ଯେହେତୁ ହାରୋଣ-ନିର୍ମିତ ବାଛୁରି ସେମାନେ ନିର୍ମାଣ କରିଥିଲେ। | 
| 2479 | EXO 33:5 | କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ; ଯଦି ଆମ୍ଭେ ଏକ ନିମିଷ ତୁମ୍ଭ ମଧ୍ୟକୁ ଯିବା, ତେବେ ତୁମ୍ଭଙ୍କୁ ସଂହାର କରିବା; ତୁମ୍ଭେ ଏବେ ଆପଣା ଶରୀରରୁ ଆଭରଣ ଦୂର କର, ତହିଁରେ ତୁମ୍ଭ ପ୍ରତି କି କର୍ତ୍ତବ୍ୟ ତାହା ଜାଣିବା।” | 
| 2481 | EXO 33:7 | ଏସମୟରେ ଏପରି ଥିଲା ଯେ, ମୋଶା ଆପଣା ତମ୍ବୁ ନେଇ ଛାଉଣିର ବାହାରେ ଓ ଛାଉଣିଠାରୁ ଦୂରରେ ସ୍ଥାପନ କଲେ ଓ ତାହାର ନାମ ସମାଗମ-ତମ୍ବୁ ଦେଲେ। ସଦାପ୍ରଭୁଙ୍କ ଅନ୍ୱେଷଣକାରୀ ପ୍ରତ୍ୟେକ ଲୋକ ଛାଉଣିର ବାହାରସ୍ଥିତ ସେହି ସମାଗମ-ତମ୍ବୁ ନିକଟକୁ ଯା’ନ୍ତି। | 
| 2504 | EXO 34:7 | ସହସ୍ର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାରକ୍ଷାକାରୀ, ଅପରାଧ ଓ ଆଜ୍ଞା-ଲଙ୍ଘନ ଓ ପାପ କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ପୁତ୍ରପୌତ୍ରାଦି ଉପରେ ପିତୃଗଣର ଅପରାଧର ପ୍ରତିଫଳଦାତା।” | 
| 2553 | EXO 35:21 | ପୁଣି, ଯାହାର ମନ ଯାହାକୁ ପ୍ରବର୍ତ୍ତାଇଲା ଓ ଯାହାର ଆତ୍ମା ଯାହାକୁ ଇଚ୍ଛୁକ କଲା, ସେମାନେ ସମାଗମ-ତମ୍ବୁ ନିର୍ମାଣ ନିମନ୍ତେ ଓ ତତ୍ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ ଓ ପବିତ୍ର ବସ୍ତ୍ର ନିମନ୍ତେ ସଦାପ୍ରଭୁଙ୍କର ଉପହାର ଆଣିଲେ। | 
| 2562 | EXO 35:30 | ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆହୁରି କହିଲେ, “ଦେଖ, ସଦାପ୍ରଭୁ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଡାକିଅଛନ୍ତି।” | 
| 2563 | EXO 35:31 | ପୁଣି, ତାହାକୁ ଜ୍ଞାନ, ବୁଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରି | 
| 2602 | EXO 36:35 | ଏଥିଉତ୍ତାରେ ସେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ର-ନିର୍ମିତ ଓ କିରୂବାକୃତିରେ ଚିତ୍ରିତ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କଲେ। | 
| 2619 | EXO 37:14 | ସେହି କଡ଼ା ପାର୍ଶ୍ୱ-କାଷ୍ଠର ସନ୍ନିକଟ ଓ ମେଜ ବହିବା ନିମନ୍ତେ ସାଙ୍ଗୀର ଘରା ଥିଲା। | 
| 2634 | EXO 37:29 | ଏଉତ୍ତାରେ ସେ ଅଭିଷେକାର୍ଥକ ପବିତ୍ର ତୈଳ ଓ ଧୂପ ନିମନ୍ତେ ଗନ୍ଧ-ବଣିକର କ୍ରିୟାନୁଯାୟୀ ସୁଗନ୍ଧି ଦ୍ରବ୍ୟ ପ୍ରସ୍ତୁତ କଲେ। | 
| 2642 | EXO 38:8 | ଆଉ, ଯେଉଁ ସ୍ତ୍ରୀଗଣ ସମାଗମ-ତମ୍ବୁର ଦ୍ୱାର ସମୀପରେ ସେବା କଲେ, ସେହି ସେବାକାରିଣୀ ସ୍ତ୍ରୀଗଣର ପିତ୍ତଳ ନିର୍ମିତ ଦର୍ପଣ ଦ୍ୱାରା ସେ ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି ନିର୍ମାଣ କଲେ। | 
| 2649 | EXO 38:15 | ତଦ୍ରୂପେ ଅନ୍ୟ ପାର୍ଶ୍ୱ ନିମନ୍ତେ ଥିଲା। ପ୍ରାଙ୍ଗଣ-ଦ୍ୱାର ସନ୍ନିକଟ ଏ ପାର୍ଶ୍ୱରେ ଓ ସେ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା। | 
| 2651 | EXO 38:17 | ପୁଣି, ସ୍ତମ୍ଭର ଚୁଙ୍ଗୀସବୁ ପିତ୍ତଳର ଥିଲା; ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର; ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ; ପୁଣି, ରୂପା-ବନ୍ଧନୀରେ ପ୍ରାଙ୍ଗଣର ସକଳ ସ୍ତମ୍ଭ ସଂଯୁକ୍ତ ଥିଲା। | 
| 2652 | EXO 38:18 | ଆଉ, ପ୍ରାଙ୍ଗଣ-ଦ୍ୱାରର ଆଚ୍ଛାଦନ ବସ୍ତ୍ର ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ ଓ ପ୍ରାଙ୍ଗଣର ପରଦା ତୁଲ୍ୟ ତାହା ଦୀର୍ଘରେ କୋଡ଼ିଏ ହସ୍ତ ଓ ପ୍ରସ୍ଥରେ ପାଞ୍ଚ ହସ୍ତ ଉଚ୍ଚ ଥିଲା। | 
| 2653 | EXO 38:19 | ପୁଣି, ତହିଁର ପିତ୍ତଳର ଚାରି ସ୍ତମ୍ଭ, ଚାରି ଚୁଙ୍ଗୀ, ରୂପାର ଆଙ୍କୁଡ଼ା ଓ ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ ଓ ବନ୍ଧନୀ ରୂପାର ଥିଲା। | 
| 2664 | EXO 38:30 | ଏଣୁ ସେ ତାହା ଦ୍ୱାରା ସମାଗମ-ତମ୍ବୁ ଦ୍ୱାରର ଚୁଙ୍ଗୀ, ପିତ୍ତଳର ବେଦି, ତହିଁର ପିତ୍ତଳର ଝାଞ୍ଜିରୀ ଓ ବେଦିର ସମସ୍ତ ପାତ୍ର, | 
| 2667 | EXO 39:2 | ପୁଣି, ସେ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ଏଫୋଦ-ବସ୍ତ୍ର ପ୍ରସ୍ତୁତ କଲେ। | 
| 2671 | EXO 39:6 | ଆହୁରି ସେମାନେ ଇସ୍ରାଏଲ-ପୁତ୍ରଗଣର ନାମାନୁସାରେ ଖୋଦିତ ମୁଦ୍ରାନ୍ୟାୟ ଖୋଦିତ ଓ ସ୍ୱର୍ଣ୍ଣାଧାରରେ ଖଚିତ ଦୁଇ ଗୋମେଦକ ମଣି ପ୍ରସ୍ତୁତ କଲେ। | 
| 2679 | EXO 39:14 | ପୁଣି, ଇସ୍ରାଏଲ-ପୁତ୍ରମାନଙ୍କ ନାମାଙ୍କିତ ଏହି ସବୁ ମଣି ସେମାନଙ୍କ ନାମାନୁସାରେ ଦ୍ୱାଦଶ ହେଲା ଓ ମୁଦ୍ରାନ୍ୟାୟ ଏକ ଏକ ମଣିରେ ଦ୍ୱାଦଶ ବଂଶର ଏକ ଏକ ନାମ ରହିଲା। | 
| 2697 | EXO 39:32 | ଏହି ପ୍ରକାରେ ସମାଗମ-ତମ୍ବୁରୂପ ଆବାସର ସମସ୍ତ କାର୍ଯ୍ୟ ସମାପ୍ତ ହେଲା; ଇସ୍ରାଏଲ ସନ୍ତାନଗଣ ତାହା କଲେ, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ସମସ୍ତ କର୍ମ କଲେ। | 
| 2705 | EXO 39:40 | ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ ଓ ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ମେଖ ଓ ସମାଗମ-ତମ୍ବୁ ନିମନ୍ତେ ଆବାସର କାର୍ଯ୍ୟ ସମ୍ବନ୍ଧୀୟ ସକଳ ପାତ୍ର; | 
| 2710 | EXO 40:2 | “ତୁମ୍ଭେ ପ୍ରଥମ ମାସରେ ପ୍ରଥମ ଦିନରେ ସମାଗମ-ତମ୍ବୁର ଆବାସ ସ୍ଥାପନ କରିବ।” |