102 | GEN 4:22 | ସିଲ୍ଲାର ଗର୍ଭରେ ତୁବଲ୍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା। |
1241 | GEN 41:45 | ପୁଣି, ଫାରୋ ଯୋଷେଫଙ୍କର ନାମ ସାଫନତ୍-ପାନେହ ରଖିଲେ; ପୁଣି, ଓନ୍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ। ଏଥିଉତ୍ତାରେ ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ। |
3626 | NUM 1:21 | ରୁବେନ୍-ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ ହେଲା। |
3629 | NUM 1:24 | ଗାଦ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ; |
3669 | NUM 2:10 | ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ-ଛାଉଣିର ଧ୍ୱଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ୍-ସନ୍ତାନଗଣର ଅଧିପତି ହେବ; |
3675 | NUM 2:16 | ରୁବେନ୍-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ। ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ। |
3881 | NUM 7:30 | ଚତୁର୍ଥ ଦିନ ରୁବେନ୍-ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆଣିଲା; |
3893 | NUM 7:42 | ଷଷ୍ଠ ଦିନ ଗାଦ୍-ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ ଆଣିଲା; |
4007 | NUM 10:18 | ତହୁଁ ରୁବେନ୍-ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା। |
4059 | NUM 11:34 | ତହିଁରେ ସେହି ସ୍ଥାନର ନାମ କିବ୍ରୋତ୍-ହତ୍ତାବା ହେଲା; ଯେହେତୁ ସେମାନେ ସେହି ସ୍ଥାନରେ ଲୋକମାନଙ୍କୁ କବର ଦେଲେ। |
4060 | NUM 11:35 | ଲୋକମାନେ କିବ୍ରୋତ୍-ହତ୍ତାବାଠାରୁ ହତ୍ସେରୋତକୁ ଯାତ୍ରା କରି ସେହିଠାରେ ରହିଲେ। |
4415 | NUM 22:39 | ଏଉତ୍ତାରେ ବିଲୀୟମ୍ ବାଲାକ ସହିତ ଗମନ କରି କିରୀୟଥ୍-ହୁଷୋତରେ ଉପସ୍ଥିତ ହେଲା। |
4475 | NUM 25:3 | ଆଉ ଇସ୍ରାଏଲ ଆପେ ବାଲ୍-ପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ୱଳିତ ହେଲା। |
4477 | NUM 25:5 | ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ବାଲ୍-ପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର।” |
4721 | NUM 32:1 | ରୁବେନ୍-ସନ୍ତାନଗଣର ଓ ଗାଦ୍-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେଉଁ ସ୍ଥାନ ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଥିଲା। |
4745 | NUM 32:25 | ତେବେ ଗାଦ୍-ସନ୍ତାନଗଣ ଓ ରୁବେନ୍-ସନ୍ତାନଗଣ ମୋଶାଙ୍କୁ କହିଲେ, “ଆମ୍ଭମାନଙ୍କର ପ୍ରଭୁ ଯାହା ଆଜ୍ଞା କଲେ, ତଦନୁସାରେ ତୁମ୍ଭର ଦାସମାନେ କର୍ମ କରିବେ। |
4751 | NUM 32:31 | ତହିଁରେ ଗାଦ୍-ସନ୍ତାନଗଣ ଓ ରୁବେନ୍-ସନ୍ତାନଗଣ ଉତ୍ତର ଦେଇ କହିଲେ, “ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା କହିଅଛନ୍ତି, ତଦନୁସାରେ ଆମ୍ଭେମାନେ କର୍ମ କରିବୁ। |
4753 | NUM 32:33 | ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍, ଗାଦ୍-ସନ୍ତାନଗଣକୁ, ରୁବେନ୍-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗ୍ର ରାଜ୍ୟ, ଅର୍ଥାତ୍, ସ୍ୱ ସ୍ୱ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ। |
4754 | NUM 32:34 | ତହିଁରେ ଗାଦ୍-ସନ୍ତାନଗଣ ଦୀବୋନ୍, ଅଟାରୋତ୍ ଓ ଅରୋୟେର; |
4757 | NUM 32:37 | ପୁଣି, ରୁବେନ୍-ସନ୍ତାନଗଣ ହିଷ୍ବୋନ, ଇଲୀୟାଲୀ ଓ କିରୀୟାଥୟିମ୍; |
4761 | NUM 32:41 | ପୁଣି, ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କ ଗ୍ରାମସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍-ଯାୟୀର ରଖିଲା। |
4778 | NUM 33:16 | ଓ ସେମାନେ ସୀନୟ ପ୍ରାନ୍ତରରୁ ଯାତ୍ରା କରି କିବ୍ରୋତ୍-ହତ୍ତାବାରେ ଛାଉଣି ସ୍ଥାପନ କଲେ। |
4779 | NUM 33:17 | ପୁଣି, ସେମାନେ କିବ୍ରୋତ୍-ହତ୍ତାବାରୁ ଯାତ୍ରା କରି ହତ୍ସେରୋତରେ ଛାଉଣି ସ୍ଥାପନ କଲେ। |
4781 | NUM 33:19 | ଓ ସେମାନେ ରିତ୍ମାରୁ ଯାତ୍ରା କରି ରିମ୍ମୋନ୍-ପେରସରେ ଛାଉଣି ସ୍ଥାପନ କଲେ। |
4782 | NUM 33:20 | ପୁଣି, ସେମାନେ ରିମ୍ମୋନ୍-ପେରସରୁ ଯାତ୍ରା କରି ଲିବ୍ନାରେ ଛାଉଣି ସ୍ଥାପନ କଲେ। |
4832 | NUM 34:14 | କାରଣ ରୁବେନ୍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ୍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି; |
4991 | DEU 3:14 | ମନଃଶିର ପୁତ୍ର ଯାୟୀର, ଗଶୂରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର ସମସ୍ତ ଅଞ୍ଚଳ ହସ୍ତଗତ କରି ଆପଣା ନାମାନୁସାରେ ଆଜି ପର୍ଯ୍ୟନ୍ତ ବାଶନ ଦେଶର ସେହି ସମସ୍ତ ସ୍ଥାନର ନାମ ହବୋତ୍-ଯାୟୀର ରଖିଲା)। |
5009 | DEU 4:3 | ବାଲ୍-ପିୟୋର ବିଷୟରେ ସଦାପ୍ରଭୁ ଯାହା କଲେ, ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଅଛି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବାଲପିୟୋରର ପଶ୍ଚାଦ୍ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭ ମଧ୍ୟରୁ ବିନଷ୍ଟ କରିଅଛନ୍ତି। |
5181 | DEU 9:22 | ପୁଣି ତୁମ୍ଭେମାନେ ତବୀୟେରାରେ, ମଃସାରେ ଓ କିବ୍ରୋତ୍-ହତ୍ତାବାରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ। |
5939 | JOS 5:3 | ଏଥିରେ ଯିହୋଶୂୟ ଶିଳା-ଛୁରୀମାନ ନିର୍ମାଣ କରି ତ୍ୱକ୍-ପର୍ବତ ନିକଟରେ ଇସ୍ରାଏଲ ସନ୍ତାନଗଣର ସୁନ୍ନତ କରାଇଲେ। |
6179 | JOS 13:23 | ଆଉ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ୍-ସନ୍ତାନଗଣର ସୀମା ଥିଲା, ରୁବେନ୍-ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା। |
6180 | JOS 13:24 | ଆଉ ମୋଶା ଗାଦ୍ ବଂଶୀୟ ଗାଦ୍-ସନ୍ତାନମାନଙ୍କୁ ସେମାନଙ୍କ ବଂଶାନୁସାରେ ଅଧିକାର ଦେଲେ। |
6182 | JOS 13:26 | ପୁଣି ହିଷ୍ବୋନଠାରୁ ରାମତ୍-ମିସ୍ପେ ଓ ବଟନୀମ୍ ପର୍ଯ୍ୟନ୍ତ ଓ ମହନୟିମଠାରୁ ଦବୀର ସୀମା ପର୍ଯ୍ୟନ୍ତ |
6204 | JOS 14:15 | ପୂର୍ବକାଳରେ ଏହି ହିବ୍ରୋଣର ନାମ କିରୀୟଥ୍-ଅର୍ବ (ଅର୍ବର ନଗର) ଥିଲା; ସେହି ଅର୍ବ ଅନାକୀୟମାନଙ୍କ ମଧ୍ୟରେ ସର୍ବପ୍ରଧାନ ଲୋକ ଥିଲା। ଏଉତ୍ତାରୁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା। |
6211 | JOS 15:7 | ଏଉତ୍ତାରେ ସେହି ସୀମା ଆଖୋର୍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍ ଘାଟୀ ସମ୍ମୁଖସ୍ଥ ଗିଲ୍ଗଲ୍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍-ଶେମଶ୍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍-ରୋଗେଲ ନିକଟରେ ଥିଲା। |
6217 | JOS 15:13 | ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା। |
6219 | JOS 15:15 | ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍-ସେଫର ନାମରେ ବିଖ୍ୟାତ ଥିଲା। |
6220 | JOS 15:16 | ସେହି ସମୟରେ କାଲେବ କହିଲେ, ଯେଉଁ ଜନ କିରୀୟଥ୍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍ଷାର ବିବାହ ଦେବି। |
6229 | JOS 15:25 | ଓ ହାସୋର-ହଦତ୍ତା ଓ କରିୟୋଥ୍-ହିଷ୍ରୋଣ (ଅବା ହାସୋର;) |
6238 | JOS 15:34 | ଓ ସାନୋହ ଓ ଐନ୍-ଗନ୍ନୀମ ଓ ତପୂହ ଓ ଐନମ୍; |
6253 | JOS 15:49 | ପୁଣି ଦନ୍ନା ଓ କିରୀୟଥ୍-ସନ୍ନା (ଏହାକୁ ଦବୀର କହନ୍ତି) |
6258 | JOS 15:54 | ଓ ହୁମ୍ଟା ଓ କିରୀୟଥ୍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ଓ ସୀୟୋର, ଏସବୁ ଗ୍ରାମ ସମେତ ନଅ ନଗର। |
6264 | JOS 15:60 | କିରୀୟଥ୍-ବାଲ (ଏହାକୁ କିରୀୟଥ୍-ଯିୟାରୀମ୍ କହନ୍ତି) ଓ ରବ୍ବା; ଏଥିର ଗ୍ରାମ ସମେତ ଦୁଇ ନଗର। |
6272 | JOS 16:5 | ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବଦିଗରେ ଉଚ୍ଚତର ବେଥ୍-ହୋରଣ ପର୍ଯ୍ୟନ୍ତ ଅଟାରୋତ୍-ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା। |
6284 | JOS 17:7 | ମନଃଶିର ସୀମା ଆଶେରଠାରୁ ଶିଖିମ ସମ୍ମୁଖସ୍ଥିତ ମିକ୍ମଥତ୍ ପର୍ଯ୍ୟନ୍ତ ଥିଲା; ତହୁଁ ସେ ସୀମା ଦକ୍ଷିଣ ଦିଗ ହୋଇ ଐନ୍-ତପୂହ ନିବାସୀମାନଙ୍କ ନିକଟ ପର୍ଯ୍ୟନ୍ତ ଗଲା। |
6288 | JOS 17:11 | ପୁଣି ଇଷାଖର ଓ ଆଶେର ମଧ୍ୟରେ ବେଥ୍-ଶାନ ଓ ତହିଁର ଉପନଗର, ଯିବ୍ଲିୟିମ ଓ ତହିଁର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ, ଐନ୍-ଦୋର ଓ ତହିଁର ଉପନଗର ନିବାସୀଗଣ, ତାନକ୍ ଓ ତହିଁର ଉପନଗର ନିବାସୀଗଣ, ମଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲା। |
6308 | JOS 18:13 | ସେଠାରୁ ସେ ସୀମା ଲୂସ୍କୁ ବା ଦକ୍ଷିଣ ଆଡ଼େ ଲୂସ୍ର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା, (ଏହାକୁ ବେଥେଲ୍ କହନ୍ତି); ପୁଣି ନୀଚସ୍ଥ ବେଥ୍-ହୋରଣର ଦକ୍ଷିଣସ୍ଥିତ ପର୍ବତ ଦେଇ ଅଟାରୋତ୍-ଅଦ୍ଦର ଆଡ଼କୁ ଗଡ଼ିଗଲା। |
6309 | JOS 18:14 | ସେଠାରୁ ସେ ସୀମା ଫେରି ପଶ୍ଚିମାଭିମୁଖ ହୋଇ ବେଥ୍-ହୋରଣ ଦକ୍ଷିଣସ୍ଥିତ ପର୍ବତଠାରୁ ଦକ୍ଷିଣଆଡ଼େ ଯାଇ ଯିହୁଦା ସନ୍ତାନଗଣର କିରୀୟଥ୍-ବାଲବା କିରୀୟଥ୍-ଯିୟାରୀମ୍ ନାମକ ନଗର ପର୍ଯ୍ୟନ୍ତ ଗଲା; ଏ ପଶ୍ଚିମ ସୀମା। |
6311 | JOS 18:16 | ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାଶ୍ୱକୁ ଗଡ଼ିଆସି ଐନ୍-ରୋଗେଲକୁ ଗଲା। |
6331 | JOS 19:8 | ଓ ବାଲତ୍-ବେର ଓ ଦକ୍ଷିଣ ଦିଗସ୍ଥିତ ରାମତ୍ ପର୍ଯ୍ୟନ୍ତ ଏହିସବୁ ନଗରର ଚତୁର୍ଦ୍ଦିଗସ୍ଥିତ ଗ୍ରାମ ସମସ୍ତ। ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ଥିଲା। |
6335 | JOS 19:12 | ପୁଣି ସାରୀଦରୁ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଫେରି କିଶ୍ଲୋତ୍-ତାବୋରର ସୀମା ପର୍ଯ୍ୟନ୍ତ ଗଲା; ତହୁଁ ଦାବରତ୍ରେ ବାହାରି ଯାଫୀୟକୁ ଉଠିଗଲା। |
6336 | JOS 19:13 | ପୁଣି ସେଠାରୁ ପୂର୍ବ ଦିଗ ହୋଇ ଗାଥ୍-ହେଫର ଦେଇ ଏତ୍କାତ୍ସୀନ ପର୍ଯ୍ୟନ୍ତ ଯାଇ ନେୟ ଆଡ଼େ ବିସ୍ତୃତ ରିମ୍ମୋନ୍କୁ ଗଲା। |
6344 | JOS 19:21 | ଓ ରେମତ୍ ଓ ଐନ୍-ଗନ୍ନୀମ୍ ଓ ଐନ୍-ହଦ୍ଦା ଓ ବେଥ୍-ପତ୍ସେସ ପର୍ଯ୍ୟନ୍ତ ଗଲା। |
6368 | JOS 19:45 | ଓ ଯିହୂଦ୍ ଓ ବନେବରକ୍ ଓ ଗାଥ୍-ରିମ୍ମୋନ |
6381 | JOS 20:7 | ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ। |
6394 | JOS 21:11 | ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍-ଅର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥିତ ତଳିଭୂମି ଦେଲେ, (ଏହାକୁ ହିବ୍ରୋଣ କହନ୍ତି); ଅର୍ବ ଅନାକର ପିତା ଥିଲା। |
6407 | JOS 21:24 | ଅୟାଲୋନ ଓ ତହିଁ ତଳିଭୂମି, ଗାଥ୍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ। |
6408 | JOS 21:25 | ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍ ଓ ତହିଁ ତଳିଭୂମି, ଗାଥ୍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ। |
6415 | JOS 21:32 | ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତହିଁ ତଳିଭୂମି, ହମୋତ୍-ଦୋର ଓ ତହିଁ ତଳିଭୂମି, କର୍ତ୍ତନ ଓ ତହିଁ ତଳିଭୂମି, ଏହି ତିନି ନଗର ଦେଲେ। |
6437 | JOS 22:9 | ତହିଁରେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଶୀଲୋଠାରେ ଇସ୍ରାଏଲ ସନ୍ତାନଗଣ ନିକଟରୁ ବିଦାୟ ନେଇ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଦତ୍ତ ଆଜ୍ଞାନୁସାରେ ସେମାନେ ଯହିଁର ଅଧିକାରୀ ହୋଇଥିଲେ, ଆପଣାମାନଙ୍କ ସେହି ଅଧିକୃତ ଗିଲୀୟଦ ଦେଶକୁ ଫେରିଗଲେ। |
6438 | JOS 22:10 | ପୁଣି ଯେତେବେଳେ ରୁବେନ୍-ସନ୍ତାନଗଣ ଓ ଗାଦ୍ ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଯର୍ଦ୍ଦନ ସୀମାରେ ଉପସ୍ଥିତ ହେଲେ, ସେତେବେଳେ ସେମାନେ ସେଠାରେ ଯର୍ଦ୍ଦନ ନିକଟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ, ସେହି ବେଦି ଦେଖିବାକୁ ବଡ଼। |
6439 | JOS 22:11 | ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଏହି କଥା ଶୁଣିଲେ, ଦେଖ, ରୁବେନ୍-ସନ୍ତାନଗଣ ଓ ଗାଦ୍ ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲ ସନ୍ତାନମାନଙ୍କ ଅଧିକୃତ ପାର୍ଶ୍ୱରେ ଯର୍ଦ୍ଦନ ସୀମାନ୍ତର୍ଗତ କିଣାନ ଦେଶ ଆଗରେ ଏକ ଯଜ୍ଞବେଦି ନିର୍ମାଣ କରିଅଛନ୍ତି। |
6441 | JOS 22:13 | ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ରୁବେନ୍ ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଇଲୀୟାସର ଯାଜକର ପୁତ୍ର ପୀନହସ୍କୁ |
6443 | JOS 22:15 | ତହୁଁ ସେମାନେ ଗିଲୀୟଦ ଦେଶରେ ରୁବେନ୍ ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଆସି ସେମାନଙ୍କୁ କହିଲେ, |
6449 | JOS 22:21 | ତହିଁରେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲୀୟ ସହସ୍ର ସହସ୍ରର ପ୍ରଧାନମାନଙ୍କୁ ଉତ୍ତର ଦେଇ କହିଲେ, |
6458 | JOS 22:30 | ସେତେବେଳେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶି-ସନ୍ତାନଗଣ ଯାହା କହିଲେ, ତାହା ଶୁଣି ପୀନହସ୍ ଯାଜକ ଓ ତାହାର ସଙ୍ଗୀ ମଣ୍ଡଳୀର ଅଧିପତିମାନେ ଓ ଇସ୍ରାଏଲୀୟ ସହସ୍ର ସହସ୍ରର ପ୍ରଧାନମାନେ ସନ୍ତୁଷ୍ଟ ହେଲେ। |
6459 | JOS 22:31 | ପୁଣି ଇଲୀୟାସର ଯାଜକର ପୁତ୍ର ପୀନହସ୍ ରୁବେନ୍-ସନ୍ତାନଗଣକୁ ଓ ଗାଦ୍-ସନ୍ତାନଗଣକୁ ଓ ମନଃଶି-ସନ୍ତାନଗଣକୁ କହିଲା, “ସଦାପ୍ରଭୁ ଯେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ଆମ୍ଭେମାନେ ଆଜି ଜାଣିଲୁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ସତ୍ୟ-ଲଙ୍ଘନ କରି ନାହଁ; ଏବେ ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣକୁ ସଦାପ୍ରଭୁଙ୍କ ହସ୍ତରୁ ଉଦ୍ଧାର କଲ।” |
6460 | JOS 22:32 | ତହୁଁ ଇଲୀୟାସର ଯାଜକର ପୁତ୍ର ପୀନହସ୍ ଓ ଅଧିପତିମାନେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ନିକଟରୁ ଗିଲୀୟଦ ଦେଶରୁ ବାହାରି କିଣାନ ଦେଶକୁ ଇସ୍ରାଏଲ ସନ୍ତାନଗଣ ନିକଟକୁ ଫେରିଯାଇ ସେମାନଙ୍କୁ ସମ୍ବାଦ ଦେଲେ। |
6461 | JOS 22:33 | ତହିଁରେ ଇସ୍ରାଏଲ ସନ୍ତାନଗଣ ସେହି କଥାରେ ସନ୍ତୁଷ୍ଟ ହେଲେ; ପୁଣି ଇସ୍ରାଏଲ ସନ୍ତାନଗଣ ପରମେଶ୍ୱରଙ୍କର ଧନ୍ୟବାଦ କଲେ, ଆଉ ରୁବେନ୍-ସନ୍ତାନଗଣର ଓ ଗାଦ୍ ସନ୍ତାନଗଣର ବସତି-ଦେଶ ବିନାଶ କରିବା ପାଇଁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧକୁ ଯିବା କଥା ଆଉ କହିଲେ ନାହିଁ। |
6462 | JOS 22:34 | ଏଉତ୍ତାରେ ରୁବେନ୍-ସନ୍ତାନମାନେ ଓ ଗାଦ୍-ସନ୍ତାନମାନେ ସେହି ବେଦିର ନାମ ଏଦ୍ ରଖିଲେ, କାରଣ ସେମାନେ କହିଲେ, “ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଆମ୍ଭମାନଙ୍କ ମଧ୍ୟରେ ଏଥିର ସାକ୍ଷୀ ଏହି।” |
6521 | JDG 1:10 | ପୁଣି ଯିହୁଦା ହିବ୍ରୋଣବାସୀ କିଣାନୀୟମାନଙ୍କ ବିରୁଦ୍ଧରେ ଯାଇ ଶେଶୟକୁ ଓ ଅହୀମାନକୁ ଓ ତଲ୍ମୟକୁ ବଧ କଲା; ପୂର୍ବେ ଏହି ହିବ୍ରୋଣର ନାମ କିରୀୟଥ୍-ଅର୍ବ ଥିଲା। |
6522 | JDG 1:11 | ଆଉ ସେ ସେଠାରୁ ଦବୀର-ନିବାସୀମାନଙ୍କ ବିରୁଦ୍ଧରେ ଗଲା। ପୂର୍ବେ ଏହି ଦବୀରର ନାମ କିରୀୟଥ୍-ସେଫର ଥିଲା। |
6523 | JDG 1:12 | ପୁଣି କାଲେବ କହିଲେ, ଯେ କେହି କିରୀୟଥ୍-ସେଫରକୁ ଆଘାତ କରି ହସ୍ତଗତ କରିବ, ମୁଁ ତାହା ସହିତ ମୋ’ କନ୍ୟା ଅକ୍ଷାର ବିବାହ ଦେବି। |
6556 | JDG 2:9 | ତହୁଁ ଲୋକମାନେ ଗାଶ୍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନତ୍-ହେରସରେ ତାଙ୍କର ଅଧିକାର ସୀମା ମଧ୍ୟରେ ତାଙ୍କୁ କବର ଦେଲେ। |
6603 | JDG 4:2 | ତହିଁରେ ସଦାପ୍ରଭୁ ହାସୋରରେ ରାଜତ୍ୱକାରୀ କିଣାନୀୟ ରାଜା ଯାବୀନ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍-ନିବାସୀ ସୀଷରା ତାହାର ସେନାପତି ଥିଲା। |
6646 | JDG 5:21 | କିଶୋନ୍-ନଦୀ, ସେ ପୁରାତନ ନଦୀ, ସେହି କୀଶୋନ୍-ନଦୀ ସୀଷରାକୁ ଓ ତାହାର ରଥ ଓ ଜନତାକୁ ଭସାଇ ନେଲା। ହେ ମୋହର ପ୍ରାଣ, ତୁମ୍ଭେ ବଳରେ ଅଗ୍ରସର ହୁଅ। |
6718 | JDG 7:22 | ପୁଣି ସେମାନେ ସେହି ତିନି ଶହ ତୂରୀ ବଜାନ୍ତେ, ସଦାପ୍ରଭୁ ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ଓ ସମୁଦାୟ ସୈନ୍ୟଦଳ ବିରୁଦ୍ଧରେ ଚଳାଇଲେ; ତହିଁରେ ସୈନ୍ୟଦଳ ସରୋଦା ଆଡ଼େ ବେଥ୍-ଶିଟା ପର୍ଯ୍ୟନ୍ତ, ଟବ୍ବତ ନିକଟସ୍ଥ ଆବେଲ୍-ମହୋଲାର ସୀମା ପର୍ଯ୍ୟନ୍ତ ପଳାୟନ କଲେ। |
6721 | JDG 7:25 | ଏଥିରେ ସେମାନେ ଓରେବ୍ ଓ ସେବ୍ ନାମକ ମିଦୀୟନର ଦୁଇ ଅଧିପତିଙ୍କୁ ଧରିଲେ; ପୁଣି ସେମାନେ ଓରେବ୍କୁ ଓରେବ୍-ଶୈଳ ନିକଟରେ ବଧ କଲେ, ଆଉ ସେବ୍କୁ ସେମାନେ ସେବ୍-ଦ୍ରାକ୍ଷାଯନ୍ତ୍ର ନିକଟରେ ବଧ କରି ମିଦୀୟନର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଓରେବ୍ ଓ ସେବ୍ର ମସ୍ତକ ଯର୍ଦ୍ଦନ ସେପାରିକି ଗିଦିୟୋନ୍ଙ୍କ ନିକଟକୁ ଆଣିଲେ। |
6754 | JDG 8:33 | ଏଥିଉତ୍ତାରେ ଗିଦିୟୋନ୍ ମଲା କ୍ଷଣି ଇସ୍ରାଏଲ ଲୋକମାନେ ଫେରି ବାଲ୍-ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ବ୍ୟଭିଚାରୀ ହେଲେ, ପୁଣି ବାଲ୍-ବରୀତକୁ ଆପଣାମାନଙ୍କର ଦେବତା ମାନିଲେ। |
6760 | JDG 9:4 | ପୁଣି ସେମାନେ ତାହାକୁ ବାଲ୍-ବରୀତର ମନ୍ଦିରରୁ ସତୁରି ଖଣ୍ଡ ରୂପା ଦେଲେ, ତହିଁରେ ଅବୀମେଲକ୍ ବେତନ ଦେଇ ଅଦରକାରୀ ଓ ଦୁଃସାହସୀ ଲୋକମାନଙ୍କୁ ରଖିଲା, ସେମାନେ ତାହାର ପଶ୍ଚାଦ୍ଗାମୀ ହେଲେ। |
6817 | JDG 10:4 | ପୁଣି ତାଙ୍କର ତିରିଶ ପୁତ୍ର ଥିଲେ, ସେମାନେ ତିରିଶ ଗର୍ଦ୍ଦଭରେ ଚଢ଼ିଲେ ଓ ସେମାନଙ୍କର ତିରିଶ ନଗର ଥିଲା, ସେହିସବୁକୁ ଆଜି ପର୍ଯ୍ୟନ୍ତ ହବୋତ୍-ଯାୟୀର (ଯାୟୀର ଗ୍ରାମ) ବୋଲାଯାଏ; ତାହାସବୁ ଗିଲୀୟଦ ଦେଶରେ ଅଛି। |
6948 | JDG 15:17 | ଏହା କହିବାର ଶେଷ କଲା ଉତ୍ତାରେ ସେ ଆପଣା ହସ୍ତରୁ ଗଧ ଥୋମଣି ପକାଇଦେଲା; ପୁଣି ସେହି ସ୍ଥାନର ନାମ ରାମତ୍-ଲିହୀ ହେଲା। |
7007 | JDG 18:12 | ପୁଣି ସେମାନେ ଉଠି ଯାଇ ଯିହୁଦା-ଅନ୍ତର୍ଗତ କିରୀୟଥ୍-ଯିୟାରୀମ୍ରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ (ଦାନ୍ର ଛାଉଣି) କହନ୍ତି; ଦେଖ, ତାହା କିରୀୟତ୍-ଯିୟାରୀମର ପଛରେ ଅଛି। |
7300 | 1SA 4:1 | ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଥିଉତ୍ତାରେ ଇସ୍ରାଏଲ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ। |
7322 | 1SA 5:1 | ଏଥି ମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଏବନ୍-ଏଜରରୁ ଅସ୍ଦୋଦକୁ ଯାଇଥିଲେ। |
7354 | 1SA 6:21 | ତହୁଁ ସେମାନେ କିରୀୟଥ୍-ଯିୟାରୀମୀୟ ଲୋକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଫେରାଇ ଆଣିଅଛନ୍ତି; ତୁମ୍ଭେମାନେ ଆସି ଆପଣାମାନଙ୍କ ନିକଟକୁ ତାହା ନେଇଯାଅ। |
7355 | 1SA 7:1 | ଏଥିଉତ୍ତାରେ କିରୀୟଥ୍-ଯିୟାରୀମୀୟ ଲୋକମାନେ ଆସି ସଦାପ୍ରଭୁଙ୍କ ସିନ୍ଦୁକ ନେଇଯାଇ ପର୍ବତସ୍ଥିତ ଅବୀନାଦବର ଗୃହରେ ରଖିଲେ; ପୁଣି, ସଦାପ୍ରଭୁଙ୍କ ସିନ୍ଦୁକରକ୍ଷାର୍ଥେ ତାହାର ପୁତ୍ର ଇଲୀୟାସରକୁ ପବିତ୍ର କଲେ। |
7358 | 1SA 7:4 | ତେବେ ଇସ୍ରାଏଲ ସନ୍ତାନଗଣ ବାଲ୍-ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କଲେ ଓ କେବଳ ସଦାପ୍ରଭୁଙ୍କୁ ସେବା କଲେ। |
7366 | 1SA 7:12 | ତହିଁରେ ଶାମୁୟେଲ ଖଣ୍ଡେ ପଥର ନେଇ ମିସ୍ପା ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି। |
7431 | 1SA 10:11 | ଏଥିରେ ଯେଉଁମାନେ ପୂର୍ବାବଧି ତାଙ୍କୁ ଜାଣିଥିଲେ, ସେସମସ୍ତେ ଯେତେବେଳେ ଦେଖିଲେ ଯେ, ଦେଖ, ସେ ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଅଛନ୍ତି, ସେତେବେଳେ ଲୋକମାନେ ପରସ୍ପର କହିଲେ, କୀଶ୍ର ପୁତ୍ର ପ୍ରତି କଅଣ ଘଟିଲା ? ଶାଉଲ ହିଁ କି ଭବିଷ୍ୟଦ୍-ବକ୍ତାମାନଙ୍କ ମଧ୍ୟରେ ଜଣେ ? |
7621 | 1SA 17:1 | ଏଥିଉତ୍ତାରେ ପଲେଷ୍ଟୀୟମାନେ ଯୁଦ୍ଧ କରିବାକୁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ, ଆଉ ସେମାନେ ଯିହୁଦାର ଅଧିକାରସ୍ଥ ସୋଖୋରେ ସଂଗୃହୀତ ହୋଇ ସୋଖୋ ଓ ଅସେକା ମଧ୍ୟରେ ଏଫସ୍-ଦମ୍ମୀମରେ ଛାଉଣି ସ୍ଥାପନ କଲେ। |
7952 | 1SA 28:7 | ତେବେ ଶାଉଲ ଆପଣା ଦାସମାନଙ୍କୁ କହିଲେ, ମୋ’ ପାଇଁ ଗୋଟିଏ ଭୂତୁଡ଼ିଆ ସ୍ତ୍ରୀ ଖୋଜ, ମୁଁ ତାହା କତିକି ଯାଇ ତାହାଠାରୁ ବୁଝିବି। ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, ଦେଖନ୍ତୁ, ଐନ୍-ଦୋରରେ ଏକ ଭୂତୁଡ଼ିଆ ସ୍ତ୍ରୀ ଅଛି। |
8057 | 2SA 2:5 | ତହିଁରେ ଦାଉଦ ଯାବେଶ୍-ଗିଲୀୟଦର ଲୋକମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦପାତ୍ର, କାରଣ ତୁମ୍ଭେମାନେ ଆପଣା ରାଜା ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦେଇଅଛ। |
8068 | 2SA 2:16 | ତହୁଁ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାର ମସ୍ତକ ଧରି ଏକଆରେକ ବକ୍ଷରେ ଖଡ୍ଗ ଭୁସିଲେ; ତହୁଁ ସେମାନେ ସମସ୍ତେ ଏକତ୍ର ମଲେ; ଏହେତୁ ଗିବୀୟୋନ୍-ମଧ୍ୟବର୍ତ୍ତୀ ସେହି ସ୍ଥାନର ନାମ ହିଲ୍କତ୍ ହତ୍ସୂରୀମ୍ ହେଲା। |
8155 | 2SA 5:20 | ତହୁଁ ଦାଉଦ ବାଲ୍-ପରାସୀମକୁ ଆସିଲେ ଓ ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ପୁଣି ସେ କହିଲେ, “ସଦାପ୍ରଭୁ ମୋ’ ସମ୍ମୁଖରେ ମୋ’ ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେ ସେହି ସ୍ଥାନର ନାମ ବାଲ୍-ପରାସୀମ (ଭଗ୍ନ-ସ୍ଥାନ) ରଖିଲେ। |
8170 | 2SA 6:10 | ତହୁଁ ଦାଉଦ ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରକୁ ଆପଣା କତିକି ଆଣିବାକୁ ଅନିଚ୍ଛୁକ ହେଲେ; ମାତ୍ର ଦାଉଦ ତାହା ନେଇ ପଥପାର୍ଶ୍ଵସ୍ଥ ଗାଥୀୟ ଓବେଦ୍-ଇଦୋମର ଗୃହରେ ରଖିଲେ, |
8171 | 2SA 6:11 | ତହିଁରେ ସଦାପ୍ରଭୁଙ୍କ ସିନ୍ଦୁକ ଗାଥୀୟ ଓବେଦ୍-ଇଦୋମର ଗୃହରେ ତିନି ମାସ ରହିଲା; ପୁଣି ସଦାପ୍ରଭୁ ଓବେଦ୍-ଇଦୋମକୁ ଓ ତାହାର ସମସ୍ତ ପରିବାରକୁ ଆଶୀର୍ବାଦ କଲେ। |
8172 | 2SA 6:12 | ଏଉତ୍ତାରେ ପରମେଶ୍ୱରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ୍-ଇଦୋମର ପରିବାରକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ୍-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ୱରଙ୍କ ସିନ୍ଦୁକକୁ ଦାଉଦ-ନଗରକୁ ଆଣିଲେ। |
8469 | 2SA 17:17 | ସେହି ସମୟରେ ଯୋନାଥନ ଓ ଅହୀମାସ୍ ଐନ୍-ରୋଗେଲରେ ରହିଥିଲେ; ଆଉ ସେମାନେ ଯେପରି ନଗରକୁ ଆସିବାର ଦେଖା ନ ଯିବେ, ଏଥିପାଇଁ ଏକ ଦାସୀ ଯାଇ ସେମାନଙ୍କୁ ସମ୍ବାଦ ଦେଉଥାଏ; ଆଉ ସେମାନେ ଯାଇ ଦାଉଦ ରାଜାଙ୍କୁ ସମ୍ବାଦ ଦେଉଥା’ନ୍ତି। |
8595 | 2SA 21:12 | ସେତେବେଳେ ଦାଉଦ ଯାଇ ଯାବେଶ୍-ଗିଲୀୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାହାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ, କାରଣ ଗିଲ୍ବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ୱାର ବେଥ୍-ଶାନ୍ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେଶ୍-ଗିଲୀୟଦୀୟମାନେ ସେହି ସ୍ଥାନରୁ ତାହା ଚୋରି କରି ନେଇଥିଲେ। |