3610 | NUM 1:5 | ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି: ଯଥା, ରୁବେନ୍ ବଂଶର ଶଦେୟରର ପୁତ୍ର ଇଲୀଷୂର। |
4529 | NUM 26:38 | ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍ର ସନ୍ତାନ; ବେଲାଠାରୁ ବେଲାୟୀୟ ବଂଶ: ଅସ୍ବେଲଠାରୁ ଅସ୍ବେଲୀୟ ବଂଶ; ଅହୀରାମଠାରୁ ଅହୀରାମୀୟ ବଂଶ; |
5601 | DEU 27:14 | ଆଉ ଲେବୀୟମାନେ ଉଚ୍ଚ ସ୍ୱରରେ ସମସ୍ତ ଇସ୍ରାଏଲୀୟ ଲୋକଙ୍କୁ ଉତ୍ତର ଦେଇ କହିବେ: |
6626 | JDG 5:1 | ସେହି ଦିନ ଦବୋରା ଓ ଅବୀନୋୟମର ପୁତ୍ର ବାରକ୍ ଗାୟନ କରି କହିଲେ: |
7685 | 1SA 18:7 | ଆଉ ସେହି ସ୍ତ୍ରୀମାନେ ବାଦ୍ୟ କରୁ କରୁ ଉତ୍ତର ପ୍ରତ୍ୟୁତ୍ତର କ୍ରମେ ଗାୟନ କରି କହିଲେ: ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ। |
8149 | 2SA 5:14 | ଯିରୂଶାଲମରେ ତାଙ୍କର ଔରସରେ ଯେଉଁମାନେ ଜନ୍ମିଲେ, ସେମାନଙ୍କର ନାମ ଏହି: ଯଥା :- ଶମ୍ମୂୟ ଓ ଶୋବବ୍ ଓ ନାଥନ ଓ ଶଲୋମନ |
9177 | 1KI 12:23 | ଯିହୁଦାର ରାଜା ଶଲୋମନର ପୁତ୍ର ରିହବୀୟାମକୁ, ପୁଣି, ଯିହୁଦା ଓ ବିନ୍ୟାମୀନ୍ର ସମସ୍ତ ବଂଶକୁ ଓ ଅବଶିଷ୍ଟ ସମସ୍ତ ଲୋକଙ୍କୁ କୁହ: |
9785 | 2KI 9:25 | ତେବେ ଯେହୂ ଆପଣା ସେନାପତି ବିଦ୍କରକୁ କହିଲେ, “ତାହାକୁ ଉଠାଇ ନେଇ ଯିଷ୍ରିୟେଲୀୟ ନାବୋତର କ୍ଷେତ୍ର ଭୂମିରେ ପକାଇଦିଅ; କାରଣ ମୁଁ ଓ ତୁମ୍ଭେ ଆରୋହଣ କରି ଏକତ୍ର ତାହାର ପିତା ଆହାବର ପଶ୍ଚାତ୍ଗମନ କରିବା ବେଳେ ସଦାପ୍ରଭୁ କିପ୍ରକାରେ ତାହା ଉପରେ ଏହି ଭାରୋକ୍ତି ଥୋଇ ଥିଲେ, ଏହା ସ୍ମରଣ କର: |
10086 | 2KI 19:21 | ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି: “ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି, ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ଡ ହଲାଇଅଛି। |
10094 | 2KI 19:29 | ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ: ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ, ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ। ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ, ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର। |
10097 | 2KI 19:32 | ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି: “ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ। କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ। |
10118 | 2KI 20:16 | ଏଥିରେ ଯିଶାଇୟ ହିଜକୀୟଙ୍କୁ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ଶୁଣ: |
17355 | PRO 31:1 | ଲମୂୟେଲ ରାଜାର କଥା: ଅର୍ଥାତ୍, ତାହାର ମାତା ତାହାକୁ ଯାହା ଶିଖାଇଥିଲା, ସେହି ଭାରୋକ୍ତି। |
18446 | ISA 37:24 | ତୁମ୍ଭେ ଆପଣା ଦାସଗଣ ଦ୍ୱାରା ପ୍ରଭୁଙ୍କୁ ଧିକ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ଅପାର ରଥରେ ପର୍ବତଗଣର ଉର୍ଦ୍ଧ୍ୱକୁ ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ: ଆଉ, ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି, ଆମ୍ଭେ ତାହାର ଦୂରବର୍ତ୍ତୀ ଉଚ୍ଚ ସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା। |
18558 | ISA 42:8 | ଆମ୍ଭେ ସଦାପ୍ରଭୁ: ଏହି ଆମ୍ଭର ନାମ; ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ, କିଅବା ଆପଣା ପ୍ରଶଂସା ଖୋଦିତ ପ୍ରତିମାଗଣକୁ ଦେବୁ ନାହିଁ। |
18744 | ISA 51:1 | ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର। |
18747 | ISA 51:4 | “ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ମନୋଯୋଗ କର; ହେ ଆମ୍ଭର ଦେଶୀୟ ଲୋକେ, ଆମ୍ଭ କଥାରେ କର୍ଣ୍ଣପାତ କର: କାରଣ ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା। |
18869 | ISA 58:13 | ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ: |
18885 | ISA 59:15 | ହଁ, ସତ୍ୟତାର ଅଭାବ ହୋଇଅଛି ଓ ଯେ ଦୁଷ୍କର୍ମ ତ୍ୟାଗ କରେ, ସେ ଆପଣାକୁ ଲୁଟିତ ସ୍ୱରୂପ କରେ; ପୁଣି, ସଦାପ୍ରଭୁ ଏହା ଦେଖିଲେ: ଆଉ, ନ୍ୟାୟବିଚାର ନ ଥିବାରୁ ଅସନ୍ତୁଷ୍ଟ ହେଲେ। |
19655 | JER 26:14 | ମାତ୍ର ଦେଖ, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି: ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋ’ ପ୍ରତି କର। |
19783 | JER 31:23 | ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: “ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, ‘ହେ ଧର୍ମନିବାସ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।’ |
19797 | JER 31:37 | ସଦାପ୍ରଭୁ ଏହି କଥା କହନ୍ତି: “ଯଦି ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ପରିମିତ ହୋଇ ପାରେ ଓ ଅଧଃସ୍ଥ ପୃଥିବୀର ମୂଳ ଅନୁସନ୍ଧାନ କରାଯାଇ ପାରେ, ତେବେ ଆମ୍ଭେ ମଧ୍ୟ ଇସ୍ରାଏଲ ବଂଶର କୃତ ସକଳ କ୍ରିୟା ସକାଶୁ ସେମାନଙ୍କୁ ଦୂର କରି ଦେବା,” ଏହା ସଦାପ୍ରଭୁ କହନ୍ତି। |
19861 | JER 33:17 | କାରଣ ସଦାପ୍ରଭୁ ଏହି କଥା କହନ୍ତି: “ଇସ୍ରାଏଲ ବଂଶୀୟ ସିଂହାସନରେ ଉପବିଷ୍ଟ ହେବା ପାଇଁ ଦାଉଦ ସମ୍ପର୍କୀୟ ପୁରୁଷର ଅଭାବ କଦାପି ହେବ ନାହିଁ, |
19940 | JER 36:29 | ପୁଣି, ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ତୁମ୍ଭେ କହିବ, ସଦାପ୍ରଭୁ ଏହି କଥା କହନ୍ତି: ‘ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ ? ଏହା କହି ତୁମ୍ଭେ ଏହି ନଳାକାର ପୁସ୍ତକ ଦଗ୍ଧ କରିଅଛ।’ |
19950 | JER 37:7 | ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭ ନିକଟରେ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇ ଅଛି ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ ଏହି କଥା କହିବ: ‘ଦେଖ, ତୁମ୍ଭମାନଙ୍କର ସାହାଯ୍ୟ ପାଇଁ ଫାରୋର ଯେଉଁ ସୈନ୍ୟ ବାହାରି ଆସିଅଛନ୍ତି, ସେମାନେ ଆପଣାମାନଙ୍କର ନିଜ ଦେଶ ମିସରକୁ ଫେରିଯିବେ। |
19985 | JER 38:21 | ମାତ୍ର ଯଦି ଆପଣ ବାହାରି ଯିବା ପାଇଁ ଅସମ୍ମତ ହୁଅନ୍ତି, ତେବେ ସଦାପ୍ରଭୁ ଯେଉଁ କଥା ମୋତେ ଜଣାଇ ଅଛନ୍ତି, ତାହା ଏହି: |
20010 | JER 39:18 | କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ୍ଗରେ ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରିଅଛ,’ ଏହା ସଦାପ୍ରଭୁ କହନ୍ତି।” |
20093 | JER 44:14 | ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରି ଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରି ଯିବେ ନାହିଁ।” |
20139 | JER 46:25 | ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି: “ଦେଖ, ଆମ୍ଭେ ନୋ ଦେଶୀୟ ଆମୋନ୍କୁ, ଆଉ ଫାରୋ, ମିସର ଓ ତାହାର ଦେବଗଣ ଓ ରାଜାଗଣଙ୍କୁ; ହଁ, ଫାରୋ ଓ ତାହାର ଶରଣାପନ୍ନ ସମସ୍ତଙ୍କୁ ଦଣ୍ଡ ଦେବା; |
20141 | JER 46:27 | ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରି ଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ। |
20142 | JER 46:28 | ସଦାପ୍ରଭୁ କହନ୍ତି, “ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହିସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।” |
20293 | JER 51:12 | ବାବିଲର ପ୍ରାଚୀର ବିରୁଦ୍ଧରେ ଧ୍ୱଜା ସ୍ଥାପନ କର, ରକ୍ଷକଦଳ ଦୃଢ଼ କର, ପ୍ରହରୀଗଣ ନିଯୁକ୍ତ କର, ଗୋପନ ସ୍ଥାନରେ ସୈନ୍ୟ ରଖ: କାରଣ ସଦାପ୍ରଭୁ ବାବିଲର ନିବାସୀମାନଙ୍କ ବିଷୟରେ ଯାହା କହିଲେ, ତାହା ସଂକଳ୍ପ କରି ସିଦ୍ଧ କରିଅଛନ୍ତି। |
20587 | EZK 3:16 | ଏଥିଉତ୍ତାରେ ସାତ ଦିନ ସମାପ୍ତ ହେଲା ପରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା: |
20620 | EZK 5:5 | ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: “ଏ ଯିରୂଶାଲମ; ଆମ୍ଭେ ଏହାକୁ ଗୋଷ୍ଠୀଗଣ ମଧ୍ୟରେ ସ୍ଥାପନ କରିଅଛୁ ଓ ତାହାର ଚତୁର୍ଦ୍ଦିଗରେ ନାନା ଦେଶ ଅଛି। |
20718 | EZK 10:16 | କିରୂବମାନେ ଗମନ କରିବା ବେଳେ ଚକ୍ରସବୁ ସେମାନଙ୍କର ପାର୍ଶ୍ୱରେ ଗମନ କଲେ: ପୁଣି, କିରୂବମାନେ ଭୂମିରୁ ଊର୍ଦ୍ଧ୍ୱକୁ ଯିବା ପାଇଁ ଯେତେବେଳେ ଆପଣା ଆପଣା ପକ୍ଷ ଉଠାଇଲେ, ସେତେବେଳେ ଚକ୍ରସବୁ ହିଁ ସେମାନଙ୍କ ପାର୍ଶ୍ଵ ଛାଡ଼ିଲେ ନାହିଁ। |
20760 | EZK 12:11 | ତୁମ୍ଭେ କୁହ, ମୁଁ ତୁମ୍ଭମାନଙ୍କର ଚିହ୍ନ ସ୍ୱରୂପ ଅଟେ: ମୁଁ ଯେପରି କଲି, ସେମାନଙ୍କ ପ୍ରତି ସେହିପରି କରାଯିବ; ସେମାନେ ନିର୍ବାସିତ ହୋଇ ବନ୍ଦୀତ୍ଵ ସ୍ଥାନକୁ ଯିବେ। |
20768 | EZK 12:19 | ପୁଣି, ଦେଶର ଲୋକମାନଙ୍କୁ କୁହ, ଯିରୂଶାଲମ ନିବାସୀମାନଙ୍କର ଓ ଇସ୍ରାଏଲ ଦେଶର ବିଷୟରେ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ସେମାନେ ଚିନ୍ତିତ ହୋଇ ଆପଣା ଆପଣା ଆହାର ଭୋଜନ କରିବେ ଓ ବିସ୍ମିତ ହୋଇ ଆପଣା ଆପଣାର ଜଳ ପାନ କରିବେ, କାରଣ ନିବାସୀମାନଙ୍କର ଦୌରାତ୍ମ୍ୟ ସକାଶୁ ସେମାନଙ୍କ ଦେଶ ଓ ତନ୍ମଧ୍ୟସ୍ଥିତ ସର୍ବସ୍ୱରୁ ଶୂନ୍ୟ ହେବ। |
20772 | EZK 12:23 | ଏହେତୁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଏହି ପ୍ରବାଦ ଲୋପ କରିବା ଓ ଇସ୍ରାଏଲ ମଧ୍ୟରେ ଲୋକମାନେ ପ୍ରବାଦ ରୂପେ ଆଉ ତାହା ବ୍ୟବହାର କରିବେ ନାହିଁ; ମାତ୍ର ସେମାନଙ୍କୁ କୁହ, ସମୟ ଓ ପ୍ରତ୍ୟେକ ଦର୍ଶନର ସଫଳତା ସନ୍ନିକଟ।” |
20777 | EZK 12:28 | ଏହେତୁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭ ବାକ୍ୟର କୌଣସି କଥା ଆଉ ବିଳମ୍ବ ନୋହିବ, ମାତ୍ର ଆମ୍ଭେ ଯେଉଁ ବାକ୍ୟ କହିବା, ତାହା ସଫଳ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।” |
20834 | EZK 16:3 | ଆଉ କୁହ, ପ୍ରଭୁ, ସଦାପ୍ରଭୁ ଯିରୂଶାଲମକୁ ଏହି କଥା କହନ୍ତି: ତୁମ୍ଭର ଉତ୍ପତ୍ତି ଓ ଜନ୍ମସ୍ଥାନ କିଣାନୀୟ ଦେଶ ଅଟେ; ପୁଣି ତୁମ୍ଭର ପିତା ଇମୋରୀୟ ଓ ମାତା ଜଣେ ହିତ୍ତୀୟା ଥିଲା। |
20897 | EZK 17:3 | ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଗୋଟିଏ ବଡ଼ ଉତ୍କ୍ରୋଶ ପକ୍ଷୀର ପକ୍ଷ ଥିଲା, ତାହାର ପକ୍ଷ ବଡ଼, ଡେଣା ଦୀର୍ଘ ଓ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ, ସେ ଲିବାନୋନକୁ ଆସି ଏରସ ବୃକ୍ଷର ଅଗ୍ରଭାଗ ନେଇଗଲା: |
21011 | EZK 21:3 | ପୁଣି, ଦକ୍ଷିଣ ଦିଗର ଅରଣ୍ୟକୁ କୁହ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭ ମଧ୍ୟରେ ଅଗ୍ନି ଜ୍ୱଳାଇବା, ତାହା ତୁମ୍ଭ ମଧ୍ୟସ୍ଥିତ ପ୍ରତ୍ୟେକ ସତେଜ ଓ ଶୁଷ୍କ ବୃକ୍ଷକୁ ଗ୍ରାସ କରିବ; ସେହି ଜ୍ୱଳନ୍ତ ଅଗ୍ନିଶିଖା ନିର୍ବାପିତ ହେବ ନାହିଁ ଓ ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ମୁଖ ତଦ୍ଦ୍ୱାରା ଦଗ୍ଧ ହେବ। |
21228 | EZK 28:2 | “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, “ମୁଁ ଈଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ୱରଙ୍କ ଆସନରେ ବସିଅଛି,” ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ୱର ନୁହଁ, ମନୁଷ୍ୟ ମାତ୍ର ଅଟ। |
21265 | EZK 29:13 | କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ମିସ୍ରୀୟମାନେ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଚାଳିଶ ବର୍ଷର ଶେଷରେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା; |
21273 | EZK 29:21 | “ସେହି ଦିନ ଆମ୍ଭେ ଇସ୍ରାଏଲ ବଂଶ ନିମନ୍ତେ ଗୋଟିଏ ଶୃଙ୍ଗ ଅଙ୍କୁରିତ କରାଇବା, ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭର ମୁଖ ମୁକ୍ତ କରିବା: ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ,” ଏହା ସେମାନେ ଜାଣିବେ। |
21320 | EZK 32:3 | ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: “ଆମ୍ଭେ ଅନେକ ଗୋଷ୍ଠୀର ଏକ ସମାଜ ନେଇ ତୁମ୍ଭ ଉପରେ ଆମ୍ଭ ଜାଲ ପ୍ରସାରିବା ଓ ସେମାନେ ଆମ୍ଭ ଜାଲରେ ତୁମ୍ଭକୁ ଉପରକୁ ଆଣିବେ। |
21431 | EZK 36:3 | ଏଥିପାଇଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭମାନଙ୍କୁ ଗୋଷ୍ଠୀୟମାନଙ୍କ ଅବଶିଷ୍ଟାଂଶ ଅଧିକାର କରିବା ପାଇଁ ଲୋକମାନେ ତୁମ୍ଭମାନଙ୍କୁ ଧ୍ୱଂସ ଓ ଚତୁର୍ଦ୍ଦିଗରେ ଗ୍ରାସ କରିଅଛନ୍ତି, ଆଉ ତୁମ୍ଭେମାନେ ବକୁଆମାନଙ୍କ ଓଷ୍ଠଗତ ଓ ଲୋକମାନଙ୍କ ନିନ୍ଦାର ପାତ୍ର ହୋଇଅଛ; |
21508 | EZK 38:14 | ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରି ଗୋଗ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ସେହି ଦିନ ଯେତେବେଳେ ଆମ୍ଭ ଇସ୍ରାଏଲର ଲୋକମାନେ ନିରାପଦରେ ବାସ କରିବେ, ସେତେବେଳେ ତୁମ୍ଭେ କି ତାହା ଜାଣିବ ନାହିଁ ? |
21674 | EZK 44:6 | ପୁଣି, ତୁମ୍ଭେ ବିଦ୍ରୋହୀମାନଙ୍କୁ, ଅର୍ଥାତ୍, ଇସ୍ରାଏଲ ବଂଶକୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ହେ ଇସ୍ରାଏଲ ବଂଶ, ତୁମ୍ଭମାନଙ୍କ କୃତ ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ହେଉ, |
22422 | JOL 4:10 | ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ୍ଗ ଗଢ଼ାଅ ଓ ଆପଣା ଆପଣା ଦାଆ ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, “ମୁଁ ବଳବାନ।” |
22678 | MIC 3:1 | ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ୍ ନୁହେଁ ? |
22682 | MIC 3:5 | ଯେଉଁ ଭବିଷ୍ୟଦ୍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, ଶାନ୍ତି ଶାନ୍ତି ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି: |
22851 | HAB 3:14 | ତୁମ୍ଭେ ତାହାର ନିଜ ଯଷ୍ଟି ଦ୍ୱାରା ତାହାର ଯୋଦ୍ଧାମାନଙ୍କର ମସ୍ତକ ବିଦ୍ଧ କଲ: ସେମାନେ ମୋତେ ଛିନ୍ନଭିନ୍ନ କରିବା ପାଇଁ ଘୂର୍ଣ୍ଣବାୟୁର ନ୍ୟାୟ ଆସିଲେ; ଦରିଦ୍ରକୁ ଗୋପନରେ ଗ୍ରାସ କରିବା ପାଇଁ ସେମାନଙ୍କର ଆନନ୍ଦ ଥିଲା। |
22988 | ZEC 3:7 | “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଯଦି ତୁମ୍ଭେ ଆମ୍ଭ ପଥରେ ଚାଲିବ ଓ ତୁମ୍ଭେ ଆମ୍ଭର ଆଜ୍ଞା ରକ୍ଷା କରିବ, ତେବେ ତୁମ୍ଭେ ମଧ୍ୟ ଆମ୍ଭ ଗୃହର ବିଚାର କରିବ ଓ ଆମ୍ଭ ପ୍ରାଙ୍ଗଣର ରକ୍ଷକ ହେବ, ଆଉ ନିକଟରେ ଠିଆ ହେବାର ଏହି ବ୍ୟକ୍ତିମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ପ୍ରବେଶର ଓ ପ୍ରସ୍ଥାନର ଅଧିକାର ଦେବା। |
29248 | GAL 5:19 | ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟରୂପେ ଜଣା: ବ୍ୟଭିଚାର, ଅଶୁଚିତା |
30015 | PHM 1:10 | ମୋହର ଏପରି ବନ୍ଧନ ଅବସ୍ଥାରେ ମୋହର ବତ୍ସ ଅନୀସିମ ନିମନ୍ତେ ତୁମ୍ଭକୁ ଅନୁରୋଧ କରୁଅଛି: |