10050 | 2KI 18:22 | ମାତ୍ର ଯେବେ ତୁମ୍ଭେମାନେ ମୋତେ କୁହ, ‘ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ;’ ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ‘ତୁମ୍ଭେମାନେ ଯିରୂଶାଲମରେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କି ସେହି ନୁହଁନ୍ତି ?’ |
19083 | JER 3:12 | ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମୀନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ‘ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ;’ କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ।’” |
19175 | JER 6:17 | ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;’ ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବା ନାହିଁ।’ |
19210 | JER 7:22 | କାରଣ ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ, ସେହି ଦିନ ଆମ୍ଭେ ହୋମ କିଅବା ବଳିଦାନ ବିଷୟରେ କହିଲୁ ନାହିଁ କି ଆଜ୍ଞା ଦେଲୁ ନାହିଁ;’ |
19347 | JER 13:12 | ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ପ୍ରତ୍ୟେକ କଳଶ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ;’ ତହିଁରେ ସେମାନେ ତୁମ୍ଭକୁ କହିବେ, ‘ପ୍ରତ୍ୟେକ କଳଶ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କ’ଣ ଆମ୍ଭେମାନେ ଜାଣୁ ନାହୁଁ ?’ |
19570 | JER 23:17 | ସେମାନେ ଆମ୍ଭର ଅବଜ୍ଞାକାରୀମାନଙ୍କୁ ଅନୁକ୍ଷଣେ କହନ୍ତି, ସଦାପ୍ରଭୁ କହିଅଛନ୍ତି, ‘ତୁମ୍ଭମାନଙ୍କର ଶାନ୍ତି ହେବ;’ ପୁଣି, ଯେଉଁମାନେ ଆପଣା ଆପଣା ହୃଦୟର ଅବାଧ୍ୟତାନୁସାରେ ଆଚରଣ କରନ୍ତି, ସେହି ପ୍ରତ୍ୟେକ ଲୋକଙ୍କୁ ସେମାନେ କହନ୍ତି, ‘ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ଘଟିବ ନାହିଁ।’ |
19668 | JER 27:3 | ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ୱାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ;’ |
19825 | JER 32:25 | ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ;’ ମାତ୍ର ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି।” |