4013 | NUM 10:24 | ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ୍ ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା। |
6516 | JDG 1:5 | ପୁଣି ସେମାନେ ବେଷକରେ ଅଦୋନୀବେଷକ୍ ରାଜାଙ୍କୁ ପାଇ ତାହା ସଙ୍ଗେ ଯୁଦ୍ଧ କରି କିଣାନୀୟ ଓ ପରିଷୀୟମାନଙ୍କୁ ବଧ କଲେ। |
6517 | JDG 1:6 | ମାତ୍ର ଅଦୋନୀବେଷକ୍ ପଳାଇଗଲା; ତହୁଁ ସେମାନେ ତାହା ପଛେ ଗୋଡ଼ାଇ ତାକୁ ଧରିଲେ ଏବଂ ତାହାର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛେଦନ କଲେ। |
6518 | JDG 1:7 | ଏଥିରେ ଅଦୋନୀବେଷକ୍ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା। |
9967 | 2KI 15:38 | ଏଥିଉତ୍ତାରେ ଯୋଥମ୍ ମୃତ୍ୟୁବରଣ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଗଣ ସହିତ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ। |
9968 | 2KI 16:1 | ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ସତର ବର୍ଷରେ ଯିହୁଦାର ରାଜା ଯୋଥମ୍ଙ୍କର ପୁତ୍ର ଆହସ୍ ରାଜତ୍ଵ କରିବାକୁ ଆରମ୍ଭ କଲେ। |
9969 | 2KI 16:2 | ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ। |
9974 | 2KI 16:7 | ଏଥିରେ ଆହସ୍ ଅଶୂରର ରାଜା ତିଗ୍ଲାତ୍-ପିଲେସର୍ ନିକଟକୁ ଦୂତଗଣ ପଠାଇ କହିଲେ, “ମୁଁ ତୁମ୍ଭର ଦାସ ଓ ତୁମ୍ଭର ପୁତ୍ର; ଆସ, ଅରାମର ରାଜା ହସ୍ତରୁ ଓ ଇସ୍ରାଏଲର ରାଜା ହସ୍ତରୁ ମୋତେ ଉଦ୍ଧାର କର, ଏମାନେ ମୋ’ ବିରୁଦ୍ଧରେ ଉଠୁଅଛନ୍ତି।” |
9975 | 2KI 16:8 | ପୁଣି ଆହସ୍ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସୁନା ଓ ରୂପା ନେଇ ଅଶୂରର ରାଜା ନିକଟକୁ ଦର୍ଶନୀ ରୂପେ ପଠାଇଲେ। |
9977 | 2KI 16:10 | ଏଥିଉତ୍ତାରେ ଆହସ୍ ରାଜା ଅଶୂରର ରାଜା ତିଗ୍ଲାତ୍-ପିଲେସର୍କୁ ସାକ୍ଷାତ କରିବା ପାଇଁ ଦମ୍ମେଶକକୁ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ; ତହିଁରେ ଆହସ ରାଜା ସେହି ଯଜ୍ଞବେଦିର ସକଳ ଶିଳ୍ପକର୍ମାନୁସାରେ ତହିଁର ଆକୃତି ଓ ନମୁନା ଊରୀୟ ଯାଜକ ନିକଟକୁ ପଠାଇଲେ। |
9978 | 2KI 16:11 | ତହୁଁ ଊରୀୟ ଯାଜକ ଏକ ଯଜ୍ଞବେଦି ନିର୍ମାଣ କଲା; ଆହସ୍ ରାଜା ଦମ୍ମେଶକରୁ ଯାହା ଯାହା ପଠାଇଥିଲେ, ତଦନୁସାରେ ଆହସ ରାଜା ଦମ୍ମେଶକରୁ ଆସିବା ପୂର୍ବେ ଊରୀୟ ଯାଜକ ସକଳ କର୍ମ କଲା। |
9982 | 2KI 16:15 | ଆହୁରି ଆହସ୍ ରାଜା ଊରୀୟ ଯାଜକକୁ ଆଜ୍ଞା ଦେଇ କହିଲେ, “ପ୍ରଭାତୀୟ ହୋମବଳି ଓ ସାୟଂକାଳୀନ ଭକ୍ଷ୍ୟ ନୈବେଦ୍ୟ ଓ ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ ନୈବେଦ୍ୟ, ପୁଣି ଦେଶସ୍ଥ ସମଗ୍ର ଲୋକଙ୍କ ହୋମବଳି ଓ ସେମାନଙ୍କର ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ଦଗ୍ଧ କର ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ବଳିଦାନର ସବୁ ରକ୍ତ ଛିଞ୍ଚି ଦିଅ; ମାତ୍ର ପ୍ରଶ୍ନକରଣାର୍ଥେ ପିତ୍ତଳ ଯଜ୍ଞବେଦି ମୋ’ ପାଇଁ ରହିବ।” |
9983 | 2KI 16:16 | ଏହିରୂପେ ଊରୀୟ ଯାଜକ ଆହସ୍ ରାଜାଙ୍କର ଆଜ୍ଞା ପ୍ରମାଣେ ସବୁ କର୍ମ କଲା। |
9984 | 2KI 16:17 | ପୁଣି ଆହସ୍ ରାଜା ବୈଠିକିମାନର ମଧ୍ୟଦେଶ କାଟି ତହିଁରୁ ପ୍ରକ୍ଷାଳନପାତ୍ର ସ୍ଥାନାନ୍ତର କଲେ; ଆଉ ସମୁଦ୍ର ରୂପ ପାତ୍ର ତଳେ ଯେଉଁ ଯେଉଁ ପିତ୍ତଳମୟ ଗୋରୁ ଥିଲା, ସେ ସବୁର ଉପରୁ ତାହା ନେଇ ପଥର ଚଟାଣ ଉପରେ ରଖିଲେ। |
9987 | 2KI 16:20 | ଏଥିଉତ୍ତାରେ ଆହସ୍ ମୃତ୍ୟୁବରଣ କଲେ ଓ ଦାଉଦ ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ। ତହୁଁ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ। |
10200 | 2KI 23:31 | ଯିହୋୟାହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ହମୁଟଲ୍, ସେ ଲିବ୍ନା ନିବାସୀ ଯିରିମୀୟର କନ୍ୟା ଥିଲେ। |
10615 | 1CH 8:36 | ଆଉ, ଆହସ୍ ଯିହୋୟାଦାକୁ ଜାତ କଲା, ପୁଣି, ଯିହୋୟାଦା ଆଲେମତ୍, ଅସ୍ମାବତ୍, ସିମ୍ରିକୁ ଜାତ କଲା ଓ ସିମ୍ରି ମୋତ୍ସାକୁ ଜାତ କଲା। |
10661 | 1CH 9:42 | ଆହସ୍ ଯାରହକୁ ଜାତ କଲା, ଯାରହ ଆଲେମତ୍, ଅସ୍ମାବତ୍ ଓ ସିମ୍ରିକୁ ଜାତ କଲା; ସିମ୍ରି ମୋତ୍ସାକୁ ଜାତ କଲା |
11769 | 2CH 27:9 | ପୁଣି, ଯୋଥମ୍ଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ। |
11770 | 2CH 28:1 | ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ପୁଣି, ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ। |
11785 | 2CH 28:16 | ସେହି ସମୟରେ ଆହସ୍ ରାଜା ଆପଣାର ସାହାଯ୍ୟ ପାଇଁ ଅଶୂରୀୟ ରାଜାମାନଙ୍କ ନିକଟକୁ ଲୋକ ପଠାଇଲେ। |
11790 | 2CH 28:21 | କାରଣ ଆହସ୍ ସଦାପ୍ରଭୁଙ୍କ ଗୃହରୁ ଓ ରାଜାଙ୍କର ଓ ଅଧିପତିମାନଙ୍କ ଗୃହରୁ ଧନ ହରଣ କରି ଅଶୂରର ରାଜାଙ୍କୁ ଦେଲେ; ମାତ୍ର ତଦ୍ଦ୍ୱାରା ତାଙ୍କର ସାହାଯ୍ୟ ହେଲା ନାହିଁ। |
11791 | 2CH 28:22 | ପୁଣି, ସେହି ଆହସ୍ ରାଜା ଆପଣାର କ୍ଳେଶ ସମୟରେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆହୁରି ସତ୍ୟ-ଲଙ୍ଘନ କଲେ। |
11793 | 2CH 28:24 | ଏଉତ୍ତାରେ ଆହସ୍ ପରମେଶ୍ୱରଙ୍କ ଗୃହର ପାତ୍ରସକଳ ଏକତ୍ର କଲେ ଓ ପରମେଶ୍ୱରଙ୍କ ଗୃହର ସେହି ପାତ୍ରସବୁ କାଟି ଖଣ୍ଡ ଖଣ୍ଡ କଲେ ଓ ସଦାପ୍ରଭୁଙ୍କ ଗୃହର କବାଟସବୁ ବନ୍ଦ କଲେ; ପୁଣି ସେ ଯିରୂଶାଲମର ପ୍ରତ୍ୟେକ କୋଣରେ ଆପଣା ପାଇଁ ଯଜ୍ଞବେଦି ନିର୍ମାଣ କଲେ। |
11815 | 2CH 29:19 | ଆହୁରି, ଆହସ୍ ରାଜା ଆପଣା ରାଜତ୍ୱ ସମୟରେ ସତ୍ୟ-ଲଙ୍ଘନ କରି ଯେ ଯେ ପାତ୍ର ପକାଇ ଦେଇଥିଲେ, ତାହାସବୁ ଆମ୍ଭେମାନେ ପ୍ରସ୍ତୁତ କରି ପବିତ୍ର କରିଅଛୁ; ଆଉ ଦେଖନ୍ତୁ, ତାହାସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଅଛି। |
17725 | ISA 1:1 | ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା ରାଜାଗଣ ଉଷୀୟ, ଯୋଥମ୍, ଆହସ୍ ଓ ହିଜକୀୟର ରାଜତ୍ଵ ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ। |
17864 | ISA 7:12 | ମାତ୍ର ଆହସ୍ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।” |
18026 | ISA 14:28 | ଯେଉଁ ବର୍ଷରେ ଆହସ୍ ରାଜାଙ୍କର ମୃତ୍ୟୁୁ ହେଲା, ସେହି ବର୍ଷର ଏହି ଭାବବାଣୀ। |
22164 | HOS 1:1 | ଯିହୁଦାର ରାଜାଗଣ ଉଷୀୟ, ଯୋଥମ୍, ଆହସ୍ ଓ ହିଜକୀୟର ରାଜତ୍ୱ ସମୟରେ ଯୋୟାଶ୍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ସମୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ବେରିଙ୍କ ପୁତ୍ର ହୋଶେୟଙ୍କର ନିକଟରେ ଉପସ୍ଥିତ ହେଲା। |
22649 | MIC 1:1 | ଯିହୁଦା ଦେଶୀୟ ଯୋଥମ୍, ଆହସ୍ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ। |
30869 | REV 6:8 | ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ପାଣ୍ଡୁ ବର୍ଣ୍ଣ ଅଶ୍ୱ, ତାହାର ଆରୋହୀ ନାମ ମୃତ୍ୟୁ, ପୁଣି, ପାତାଳ ତାହାର ପଶ୍ଚାଦ୍ଗମନ କରୁଥିଲା; ଖଡ଼୍ଗ, ଦୁର୍ଭିକ୍ଷ, ମହାମାରୀ ଓ ପୃଥିବୀର ବନ୍ୟ ପଶୁମାନଙ୍କ ଦ୍ୱାରା ବିନାଶ କରିବାକୁ ପୃଥିବୀର ଚାରି ଭାଗ ଉପରେ ସେମାନଙ୍କୁ କ୍ଷମତା ଦିଆଗଲା । |