210 | GEN 9:4 | ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍) ସରକ୍ତ ମାଂସ ଖାଇବ ନାହିଁ। |
895 | GEN 31:21 | ଏହି ପ୍ରକାରେ ସେ ଆପଣା ସର୍ବସ୍ୱ ଘେନି ପଳାୟନ କଲା, ପୁଣି, ଉଠି (ଫରାତ୍) ନଦୀ ପାର ହୋଇ ଗିଲୀୟଦ ପର୍ବତ ଆଡ଼େ ଦୃଷ୍ଟି କରି ଚାଲିଲା। |
1078 | GEN 36:37 | ପୁଣି, ସମ୍ଳର ମରଣ ଉତ୍ତାରେ (ଫରାତ୍) ନଦୀର ନିକଟସ୍ଥ ରହୋବୋତ୍ ନିବାସୀ ଶୌଲ ତାହା ପଦରେ ରାଜତ୍ୱ କଲା। |
4169 | NUM 15:15 | ସମାଜ ନିମନ୍ତେ, (ଅର୍ଥାତ୍) ତୁମ୍ଭମାନଙ୍କ ନିମନ୍ତେ ଓ ପ୍ରବାସକାରୀ ବିଦେଶୀ ଲୋକ ନିମନ୍ତେ ଏକ ବ୍ୟବସ୍ଥା ହେବ, ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧି; ସଦାପ୍ରଭୁଙ୍କ ଛାମୁରେ ଯେପରି ତୁମ୍ଭେମାନେ ଅଟ, ସେପରି ବିଦେଶୀ ଲୋକମାନେ ହେବେ। |
8868 | 1KI 5:1 | ପୁଣି, ଶଲୋମନ (ଫରାତ୍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ୱ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟୀ ଆଣିଲେ ଓ ତାଙ୍କର ସେବା କଲେ। |
8871 | 1KI 5:4 | କାରଣ, ସେ ତିପ୍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କଲେ; ପୁଣି, ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା। |
10304 | 1CH 1:48 | ପୁଣି, ସମ୍ଳ ମରନ୍ତେ, (ଫରାତ୍) ନଦୀ ନିକଟସ୍ଥ ରହୋବୋତ୍ ନିବାସୀ ଶୌଲ ତାଙ୍କର ପଦରେ ରାଜ୍ୟ କଲେ। |
11395 | 2CH 9:26 | ଆଉ, ସେ (ଫରାତ୍) ନଦୀଠାରୁ ପଲେଷ୍ଟୀୟମାନଙ୍କର ଦେଶ ଓ ମିସରର ସୀମା ପର୍ଯ୍ୟନ୍ତ ସମସ୍ତ ରାଜା ଉପରେ ରାଜତ୍ୱ କଲେ। |
12125 | EZR 4:10 | ଆଉ, ମହାମହିମ ସମ୍ଭ୍ରାନ୍ତ ଅସ୍ନପ୍ପର ଦ୍ୱାରା ଆନୀତ, ପୁଣି ଶମରୀୟା ନଗରରେ ଓ (ଫରାତ୍) ନଦୀ ସେପାରିସ୍ଥ ଦେଶର ଅନ୍ୟାନ୍ୟ ସ୍ଥାନରେ ସ୍ଥାପିତ, ଇତ୍ୟାଦି ଗୋଷ୍ଠୀୟମାନେ ଲେଖିଲେ। |
12734 | EST 2:6 | ଯେଉଁ ଲୋକମାନେ ଯିହୁଦାର ରାଜା ଯିକନୀୟ ସହିତ ବାବିଲର ରାଜା ନବୂଖଦ୍ନିତ୍ସର ଦ୍ୱାରା ନିର୍ବାସିତ ହୋଇଥିଲେ, ସେମାନଙ୍କ ସହିତ (କୀଶ୍) ଯିରୂଶାଲମଠାରୁ ନିର୍ବାସିତ ହୋଇଥିଲେ। |