81 | GEN 4:1 | ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।” |
82 | GEN 4:2 | ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ। |
105 | GEN 4:25 | ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।” |
6630 | JDG 5:5 | ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତମାନ କମ୍ପମାନ୍ ହେଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସମ୍ମୁଖରେ ସୀନୟ ମଧ୍ୟ (କମ୍ପମାନ୍ ହେଲା) |
6688 | JDG 6:32 | ଏହେତୁ ସେ ବାଲ୍ର ଯଜ୍ଞବେଦି ଭାଙ୍ଗିବାରୁ ସେ ତାହା ପ୍ରତିକୂଳରେ ବିବାଦ କରୁ, ଏହା କହି ତାହାର ପିତା ସେହି ଦିନ ଗିଦିୟୋନ୍ଙ୍କ ନାମ ଯିରୁବ୍ବାଲ୍ (ବାଲ୍ ବିବାଦ କରୁ) ରଖିଲା। |