4749 | NUM 32:29 | ପୁଣି, ମୋଶା ସେମାନଙ୍କୁ କହିଲେ, “ଗାଦ୍-ସନ୍ତାନଗଣର ଓ ରୁବେନ୍-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯଦି ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ। |
9486 | 1KI 22:3 | ଏଥିରେ ଇସ୍ରାଏଲର ରାଜା ଆପଣା ଦାସମାନଙ୍କୁ କହିଲେ, “ରାମୋତ୍-ଗିଲୀୟଦ ଯେ ଆମ୍ଭମାନଙ୍କର ଅଟେ, ଏହା କ’ଣ ତୁମ୍ଭେମାନେ ଜାଣ ନାହିଁ ? ତଥାପି ଆମ୍ଭେମାନେ ନୀରବ ହୋଇ ରହି ଅରାମର ରାଜା ହସ୍ତରୁ ତାହା ନେଉ ନାହୁଁ।” |
9495 | 1KI 22:12 | ତହିଁରେ ସବୁ ଭବିଷ୍ୟଦ୍ବକ୍ତା ତଦ୍ରୁପ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍-ଗିଲୀୟଦକୁ ଯାଇ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।” |
11558 | 2CH 18:11 | ତହିଁରେ ସବୁ ଭବିଷ୍ୟଦ୍ବକ୍ତା ତଦ୍ରୂପ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍-ଗିଲୀୟଦକୁ ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜାଙ୍କ ହସ୍ତରେ ସମର୍ପଣ କରିବେ।” |