6877 | JDG 12:6 | ତେବେ ସେମାନେ ତାହାକୁ କହିଲେ, କହ ତ “ଶିବ୍ବୋଲେତ୍” ତହିଁରେ ସେ କହିଲା, “ସିବ୍ବୋଲେତ୍”, କାରଣ ସେ ତାହା ଶୁଦ୍ଧ ରୂପେ ଉଚ୍ଚାରଣ କରି ପାରିଲା ନାହିଁ; ତେବେ ସେମାନେ ତାହାକୁ ଧରି ଯର୍ଦ୍ଦନ ଘାଟରେ ବଧ କଲେ; ଆଉ ସେହି ସମୟରେ ଇଫ୍ରୟିମର ବୟାଳିଶ ହଜାର ଲୋକ ମାରା ପଡ଼ିଲେ। |
10861 | 1CH 16:36 | ଅନାଦି କାଳରୁ ଅନନ୍ତ କାଳ ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ। ଏଥିରେ ସମଗ୍ର ଲୋକ କହିଲେ, “ଆମେନ୍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ। |
12400 | NEH 5:13 | ମଧ୍ୟ ମୁଁ ଆପଣା ଅଣ୍ଟି ଝାଡ଼ି ଦେଇ କହିଲି, “ଯେକେହି ଏହି ପ୍ରତିଜ୍ଞା ପ୍ରତିପାଳନ କରିବ ନାହିଁ, ପରମେଶ୍ୱର ତାହାର ଗୃହ ଓ ପରିଶ୍ରମର ଫଳରୁ ତାହାକୁ ଏହିପରି ଝାଡ଼ି ଦେଉନ୍ତୁ; ସେ ଏହିରୂପେ ଝଡ଼ା ଯାଉ ଓ ଶୂନ୍ୟ ହେଉ।” ତହିଁରେ ସମସ୍ତ ସମାଜ କହିଲେ “ଆମେନ୍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ। ଏଥିଉତ୍ତାରେ ଲୋକମାନେ ଏହି ପ୍ରତିଜ୍ଞାନୁସାରେ କର୍ମ କଲେ। |
12503 | NEH 8:6 | ତହୁଁ ଏଜ୍ରା ମହାନ୍ ପରମେଶ୍ୱର ସଦାପ୍ରଭୁଙ୍କର ଧନ୍ୟବାଦ କଲେ। ପୁଣି, ସମସ୍ତ ଲୋକ ଆପଣା ଆପଣା ହସ୍ତ ଉଠାଇ “ଆମେନ୍,” “ଆମେନ୍” ବୋଲି ଉତ୍ତର କଲେ; ଆଉ, ସେମାନେ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ। |