737 | GEN 27:9 | ତୁମ୍ଭେ ଏବେ ଗୋଠକୁ ଯାଇ ସେଠାରୁ ଦୁଇଗୋଟି ଉତ୍ତମ ଛେଳିଛୁଆ ଆଣ; ତହିଁରେ ତୁମ୍ଭର ପିତା ଯେପରି ଭଲ ପା’ନ୍ତି, ସେହିପରି ସୁସ୍ୱାଦୁ ଖାଦ୍ୟ ମୁଁ ରାନ୍ଧିଦେବି। |
750 | GEN 27:22 | ତହୁଁ ଯାକୁବ ଆପଣା ପିତା ଇସ୍ହାକଙ୍କ ନିକଟକୁ ଯା’ନ୍ତେ, ସେ ତାହା ସ୍ପର୍ଶ କରି କହିଲେ, “ଏହି ସ୍ୱର ଯାକୁବର ସ୍ୱର, ମାତ୍ର ଏହି ହସ୍ତ ଏଷୌର ହସ୍ତ ଅଟଇ।” |
916 | GEN 31:42 | ମୋର ପୈତୃକ ପରମେଶ୍ୱର, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ଭୟସ୍ଥାନ ଯଦି ମୋହର ସହାୟ ହୋଇ ନ ଥା’ନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ତୁଚ୍ଛା ହାତରେ ବିଦାୟ କରିଥାଆନ୍ତ। ପରମେଶ୍ୱର ମୋହର ଦୁଃଖ ଓ ହସ୍ତର ପରିଶ୍ରମ ଦେଖିଅଛନ୍ତି; ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ।” |
1145 | GEN 38:25 | ଏଥିଉତ୍ତାରେ ସେ ବାହାରକୁ ଅଣାଯା’ନ୍ତେ, ଆପଣା ଶ୍ୱଶୁର ନିକଟକୁ କହି ପଠାଇଲା, ଏହି ସମସ୍ତ ବସ୍ତୁ ଯାହାର, ସେହି ପୁରୁଷ ଦ୍ୱାରା ଆମ୍ଭର ଗର୍ଭ ହୋଇଅଛି। ଆହୁରି କହିଲା, “ଏହି ମୋହର ଓ ସୂତ୍ର ଆଉ ଯଷ୍ଟି କାହାର ? ତାହା ଚିହ୍ନି ଦେଖ।” |
1151 | GEN 39:1 | ଯୋଷେଫ ମିସର ଦେଶକୁ ଅଣାଯା’ନ୍ତେ, ଫାରୋଙ୍କର ଜଣେ ଭୃତ୍ୟ ଅର୍ଥାତ୍, ମିସ୍ରୀୟ ପୋଟୀଫର ନାମକ ରକ୍ଷକ ସେନାପତି, ତାଙ୍କର ଆନୟନକାରୀ ଇଶ୍ମାୟେଲୀୟମାନଙ୍କଠାରୁ ଯୋଷେଫଙ୍କୁ କିଣି ଥିଲା। |
1301 | GEN 43:10 | ଯଦି ଆମ୍ଭମାନଙ୍କର ଏତେ ବିଳମ୍ବ ହୋଇ ନ ଥା’ନ୍ତା, ତେବେ ଆମ୍ଭେମାନେ ଦ୍ୱିତୀୟ ଥର ବାହୁଡ଼ି ଆସନ୍ତୁଣି। |
1588 | EXO 3:8 | ଏହେତୁ ମିସ୍ରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥା’ନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଯିବାକୁ ଓହ୍ଲାଇ ଆସିଲୁ। |
2049 | EXO 19:22 | ଆଉ ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥା’ନ୍ତି, ସେମାନେ ମଧ୍ୟ ଆପଣାମାନଙ୍କୁ ପବିତ୍ର କରନ୍ତୁ, ନୋହିଲେ ସେ ସେମାନଙ୍କୁ ଆକ୍ରମଣ କରିବେ।” |
2997 | LEV 10:19 | ତେବେ ହାରୋଣ ମୋଶାଙ୍କୁ କହିଲେ, “ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ପାପାର୍ଥକ ବଳି ଓ ଆପଣାମାନଙ୍କର ହୋମାର୍ଥକ ବଳି ଉତ୍ସର୍ଗ କଲେ, ତଥାପି ମୋ’ ପ୍ରତି ଏପରି ଘଟିଲା; ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥା’ନ୍ତି, ତେବେ ତାହା କି ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥା’ନ୍ତା ?” |
3515 | LEV 25:45 | ଆହୁରି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ସନ୍ତାନଗଣଠାରୁ ଓ ତୁମ୍ଭମାନଙ୍କ ଦେଶରେ ସେମାନଙ୍କଠାରୁ ଉତ୍ପନ୍ନ ଯେଉଁ ଯେଉଁ ବଂଶ ତୁମ୍ଭମାନଙ୍କର ସହବର୍ତ୍ତୀ ଥା’ନ୍ତି, ସେମାନଙ୍କଠାରୁ କ୍ରୟ କରିବ, ପୁଣି, ସେମାନେ ତୁମ୍ଭମାନଙ୍କର ଅଧିକାର ହେବେ। |
3784 | NUM 4:40 | ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯା’ନ୍ତେ, ଦୁଇ ହଜାର ଛଅ ଶହ ତିରିଶ ଜଣ ହେଲେ। |
3788 | NUM 4:44 | ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯା’ନ୍ତେ, ତିନି ହଜାର ଦୁଇ ଶହ ଜଣ ହେଲେ। |
3792 | NUM 4:48 | ସେମାନେ ଗଣାଯା’ନ୍ତେ, ଆଠ ହଜାର ପାଞ୍ଚ ଶହ ଅଶୀ ଜଣ ହେଲେ। |
3987 | NUM 9:21 | ଆଉ କେବେ କେବେ ମେଘ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ରହିଲା ଓ ପ୍ରଭାତରେ ମେଘ ଉପରକୁ ନିଆଯା’ନ୍ତେ, ସେମାନେ ଯାତ୍ରା କଲେ; ଅବା ଯଦି ତାହା ଦିବାରାତ୍ର ରହିଲା, ତେବେ ମେଘ ଉପରକୁ ନିଆଯା’ନ୍ତେ, ସେମାନେ ଯାତ୍ରା କଲେ। |
3988 | NUM 9:22 | ଦୁଇ ଦିନ କିମ୍ବା ଏକ ମାସ କିମ୍ବା ଏକ ବର୍ଷ ହେଉ, ଆବାସ ଉପରେ ମେଘ ଯେତେ କାଳ ବିଳମ୍ବ କରି ଅବସ୍ଥିତି କଲା, ସେତେ କାଳ ଇସ୍ରାଏଲ ସନ୍ତାନଗଣ ଯାତ୍ରା ନ କରି ଛାଉଣିରେ ରହିଲେ; ମାତ୍ର ତାହା ନିଆଯା’ନ୍ତେ, ସେମାନେ ଯାତ୍ରା କଲେ। |
4006 | NUM 10:17 | ଏଉତ୍ତାରେ ଆବାସ ଭଙ୍ଗାଯା’ନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବୋହି ଅଗ୍ରସର ହେଲେ। |
4074 | NUM 12:14 | ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯଦି ତାହାର ପିତା ତାହାର ମୁଖରେ କେବଳ ଛେପ ପକାଇଥା’ନ୍ତା, ତେବେ ସେ କି ସାତ ଦିନ ଲଜ୍ଜିତା ହୁଅନ୍ତା ନାହିଁ ? ସେ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ ରୁଦ୍ଧା ହୋଇ ରହୁ; ତହିଁ ଉତ୍ତାରେ ସେ ଭିତରକୁ ଅଣାଯିବ।” |
4409 | NUM 22:33 | ପୁଣି, ଗର୍ଦ୍ଦଭୀ ଆମ୍ଭକୁ ଦେଖି ଏହି ତିନିଥର ଆମ୍ଭ ସମ୍ମୁଖରୁ ଫେରିଲା; ସେ ଯଦି ଆମ୍ଭ ସମ୍ମୁଖରୁ ଫେରି ନ ଥା’ନ୍ତା, ତେବେ ନିଶ୍ଚୟ ଆମ୍ଭେ ତୁମ୍ଭକୁ ବଧ କରିଥା’ନ୍ତୁ, ଆଉ ତାହାକୁ ଜୀଅନ୍ତା ରଖିଥା’ନ୍ତୁ।” |
4498 | NUM 26:7 | ଏମାନେ ରୁବେନ୍ର ବଂଶ; ପୁଣି, ଏମାନେ ଗଣାଯା’ନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ। |
4509 | NUM 26:18 | ଗାଦ୍ ସନ୍ତାନମାନଙ୍କର ଏହି ସକଳ ବଂଶ ଗଣାଯା’ନ୍ତେ, ଚାଳିଶ ହଜାର ପାଞ୍ଚ ଶହ ଲୋକ ହେଲେ। |
4513 | NUM 26:22 | ଯିହୁଦାର ଏହିସବୁ ବଂଶ ଗଣାଯା’ନ୍ତେ, ଛସ୍ତରି ହଜାର ପାଞ୍ଚ ଶହ ଲୋକ ହେଲେ। |
4516 | NUM 26:25 | ଇଷାଖରର ଏହି ସକଳ ବଂଶ ଗଣାଯା’ନ୍ତେ, ଚଉଷଠି ହଜାର ତିନି ଶହ ଲୋକ ହେଲେ। |
4518 | NUM 26:27 | ସବୂଲୂନର ଏହି ସକଳ ବଂଶ ଗଣାଯା’ନ୍ତେ, ଷାଠିଏ ହଜାର ପାଞ୍ଚ ଶହ ଲୋକ ହେଲେ। |
4528 | NUM 26:37 | ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯା’ନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷେଫର ସନ୍ତାନ। |
4534 | NUM 26:43 | ଶୂହମୀୟ ସମସ୍ତ ବଂଶ ଗଣାଯା’ନ୍ତେ, ଚଉଷଠି ହଜାର ଚାରି ଶହ ଲୋକ ହେଲେ। |
4553 | NUM 26:62 | ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଲୋକ ଗଣାଯା’ନ୍ତେ, ତେଇଶ ହଜାର ଜଣ ହେଲେ; କାରଣ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦତ୍ତ ନୋହିବାରୁ ସେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ। |
5790 | DEU 32:30 | ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥା’ନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରି ଦେଇ ନ ଥା’ନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ ? |
6083 | JOS 10:17 | ତହୁଁ ସେହି ପାଞ୍ଚ ରାଜା ମକ୍କେଦା ଗୁମ୍ଫାରେ ଲୁଚି ରହିଅଛନ୍ତି, ଏ କଥା ଯିହୋଶୂୟଙ୍କୁ କୁହାଯା’ନ୍ତେ, |
7651 | 1SA 17:31 | ଦାଉଦଙ୍କର ଏହିସବୁ କଥା ଶୁଣାଯା’ନ୍ତେ, ଲୋକମାନେ ଶାଉଲଙ୍କ ସମ୍ମୁଖରେ ତାହା କହିଲେ, ତେଣୁ ସେ ତାଙ୍କୁ ଡକାଇଲେ। |
7669 | 1SA 17:49 | ପୁଣି, ଦାଉଦ ଆପଣା ଝୁଲିରେ ହାତ ପୂରାଇ ତହିଁରୁ ଗୋଟିଏ ପଥର କାଢ଼ି ଛାଟିଣୀରେ ମାରି ସେହି ପଲେଷ୍ଟୀୟର କପାଳକୁ ଆଘାତ କଲେ; ତହିଁରେ ସେ ପଥର ତାହା କପାଳରେ ପଶିଯା’ନ୍ତେ, ସେ ମୁହଁ ମାଡ଼ି ଭୂମିରେ ପଡ଼ିଲା। |
7697 | 1SA 18:19 | ମାତ୍ର ଯେଉଁ ସମୟରେ ଦାଉଦଙ୍କୁ ଶାଉଲଙ୍କର କନ୍ୟା ମେରବ୍ ଦତ୍ତ ହୋଇଥା’ନ୍ତା, ସେସମୟରେ ଏପରି ଘଟିଲା ଯେ, ସେ ମହୋଲାତୀୟ ଅଦ୍ରୀୟେଲକୁ ଭାର୍ଯ୍ୟା ରୂପେ ଦତ୍ତ ହେଲା। |
7927 | 1SA 26:19 | ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାଆନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ଯାଅ ଅନ୍ୟ ଦେବଗଣର ସେବା କର। |
8260 | 2SA 10:17 | ଏଉତ୍ତାରେ ଦାଉଦଙ୍କୁ ଏହା ଜ୍ଞାତ କରାଯା’ନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହୋଇ ହେଲମକୁ ଆସିଲେ। ତହିଁରେ ଅରାମୀୟମାନେ ଦାଉଦଙ୍କ ସମ୍ମୁଖରେ ସୈନ୍ୟ ସଜାଇ ତାଙ୍କ ସଙ୍ଗେ ଯୁଦ୍ଧ କଲେ। |
8297 | 2SA 12:8 | ପୁଣି ଆମ୍ଭେ ତୁମ୍ଭକୁ ତୁମ୍ଭ ପ୍ରଭୁର ଗୃହ ଓ ତୁମ୍ଭ କୋଳରେ ତୁମ୍ଭ ପ୍ରଭୁର ଭାର୍ଯ୍ୟାମାନଙ୍କୁ ଦେଲୁ, ପୁଣି ଇସ୍ରାଏଲ ଓ ଯିହୁଦା ବଂଶ ମଧ୍ୟ ତୁମ୍ଭକୁ ଦେଲୁ; ଆଉ ଯଦି ଏହା ଅଳ୍ପ ହୋଇଥା’ନ୍ତା, ତେବେ ଆମ୍ଭେ ତୁମ୍ଭକୁ ଆହୁରି ଅନ୍ୟାନ୍ୟ ବିଷୟ ଦେଇଥା’ନ୍ତୁ। |
8494 | 2SA 18:13 | ଯଦି ମୁଁ ତାହାର ପ୍ରାଣ ବିରୁଦ୍ଧରେ ବିଶ୍ୱାସଘାତକତା କରିଥା’ନ୍ତି, ତେବେ ତୁମ୍ଭେ ନିଜେ ତ ଅଲଗା ହୋଇ ଠିଆ ହୋଇଥା’ନ୍ତ; କାରଣ ରାଜାଙ୍କଠାରୁ କୌଣସି ବିଷୟ ଗୁପ୍ତ ରହେ ନାହିଁ।” |
8514 | 2SA 19:1 | ତହିଁରେ ରାଜା ଅତି କମ୍ପିତ ହୋଇ ନଗରଦ୍ୱାର-ଉପରିସ୍ଥ କୋଠରିକୁ ଯାଇ ରୋଦନ କଲେ; ପୁଣି ସେ ଯାଉ ଯାଉ ଏପରି କହିଲେ, “ହାୟ ଆମ୍ଭର ପୁତ୍ର ଅବଶାଲୋମ ! ଆମ୍ଭର ପୁତ୍ର, ଆମ୍ଭ ପୁତ୍ର ଅବଶାଲୋମ ! ହୁଏତ ତୁମ୍ଭ ବଦଳେ ଆମ୍ଭେ ମରିଥା’ନ୍ତୁ, ହାୟ ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭର ପୁତ୍ର!” |
8520 | 2SA 19:7 | କାରଣ ଯେଉଁମାନେ ଆପଣଙ୍କୁ ଘୃଣା କରୁଅଛନ୍ତି, ଆପଣ ସେମାନଙ୍କୁ ପ୍ରେମ କରୁଅଛନ୍ତି ଓ ଯେଉଁମାନେ ଆପଣଙ୍କୁ ପ୍ରେମ କରୁଅଛନ୍ତି, ଆପଣ ସେମାନଙ୍କୁ ଘୃଣା କରୁଅଛନ୍ତି। ଯେହେତୁ ଆପଣ ଆଜି ଜଣାଇ ଅଛନ୍ତି ଯେ, ଅଧିପତିମାନେ ଓ ଦାସମାନେ ଆପଣଙ୍କ ପ୍ରତି କିଛି ନୁହନ୍ତି; କାରଣ ମୁଁ ଆଜି ଦେଖୁଅଛି ଯେ, ଯଦି ଅବଶାଲୋମ ବଞ୍ଚିଥା’ନ୍ତା ଓ ଆମ୍ଭେ ସମସ୍ତେ ଆଜି ମରିଥା’ନ୍ତୁ, ତେବେ ଆପଣଙ୍କ ଦୃଷ୍ଟିରେ ଭଲ ହୋଇଥା’ନ୍ତା। |
8521 | 2SA 19:8 | ଏଣୁ ଏବେ ଉଠି ବାହାରକୁ ଯାଇ ଆପଣା ଦାସମାନଙ୍କୁ ଦୟାରେ କଥା କହନ୍ତୁ; କାରଣ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛି, ଯଦି ଆପଣ ବାହାରକୁ ନ ଯା’ନ୍ତି, ତେବେ ଏହି ରାତ୍ରି ଆପଣଙ୍କ ସହିତ ଜଣେ ହେଁ ରହିବ ନାହିଁ; ଆଉ ଆପଣଙ୍କ ଯୌବନକାଳ ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଯେତେ ଅମଙ୍ଗଳ ଆପଣଙ୍କୁ ଘଟିଅଛି, ସେ ସବୁରୁ ହିଁ ଏହି ଅମଙ୍ଗଳ ଆପଣଙ୍କ ପ୍ରତି ଅଧିକ ହେବ।” |
8570 | 2SA 20:13 | ଅମାସା ରାସ୍ତାରୁ ବାହର କରାଯା’ନ୍ତେ, ସମସ୍ତ ଲୋକ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇବା ପାଇଁ ଯୋୟାବର ଅନୁଗାମୀ ହେଲେ। |
8575 | 2SA 20:18 | ତହୁଁ ସେ କହିଲା, “ପୂର୍ବକାଳରେ ଲୋକମାନେ କହୁଥା’ନ୍ତି, ‘ଲୋକେ ଆବେଲ୍ରେ ଅବଶ୍ୟ ପରାମର୍ଶ ପଚାରିବେ,’ ଆଉ ଏହିରୂପେ କାର୍ଯ୍ୟ ସମାପ୍ତ ହେବ। |
8802 | 1KI 2:29 | ଏଉତ୍ତାରେ ଦେଖ, ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ବେଦି ନିକଟରେ ଅଛି, ଏହି ସମ୍ବାଦ ଶଲୋମନ ରାଜାଙ୍କୁ ଦିଆଯା’ନ୍ତେ, ସେ ଯିହୋୟାଦାର ପୁତ୍ର ବନାୟକୁ ପଠାଇ କହିଲେ, “ଯାଅ, ତାକୁ ଆକ୍ରମଣ କର।” |
9140 | 1KI 11:29 | ଘଟଣାକ୍ରମେ ସେହି ସମୟରେ ଯାରବୀୟାମ ଯିରୂଶାଲମର ବାହାରକୁ ଯା’ନ୍ତେ, ପଥରେ ଶୀଲୋନୀୟ ଅହୀୟ ଭବିଷ୍ୟଦ୍ବକ୍ତା ତାଙ୍କର ଦେଖା ପାଇଲା; ଅହୀୟ ଆପଣାକୁ ନୂତନ ବସ୍ତ୍ରରେ ଆଚ୍ଛାଦନ କରିଥିଲା ଓ କ୍ଷେତ୍ରରେ କେବଳ ସେ ଦୁହେଁ ଥିଲେ। |
10929 | 1CH 19:17 | ତହୁଁ ଦାଉଦଙ୍କୁ ଏହା ଜ୍ଞାତ କରାଯା’ନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହେଲେ, ଆଉ ସେମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲେ। ତହିଁରେ ଦାଉଦ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାନ୍ତେ, ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କଲେ। |
11113 | 1CH 26:31 | ହିବ୍ରୋଣୀୟମାନଙ୍କ ପିତୃବଂଶାନୁଯାୟୀ ବଂଶାବଳୀରେ ଯିରୀୟ ହିବ୍ରୋଣୀୟମାନଙ୍କ ମଧ୍ୟରେ ପ୍ରଧାନ ଥିଲା। ଦାଉଦଙ୍କ ରାଜତ୍ଵର ଚାଳିଶ ବର୍ଷରେ ସେମାନଙ୍କର ଅନୁସନ୍ଧାନ କରାଯା’ନ୍ତେ, ସେମାନଙ୍କ ମଧ୍ୟରେ ଗିଲୀୟଦସ୍ଥ ଯାସେରରେ ମହାବିକ୍ରମଶାଳୀ ଲୋକମାନେ ଦେଖାଗଲେ। |
11818 | 2CH 29:22 | ତେଣୁ ବୃଷସବୁ ବଧ କରାଯା’ନ୍ତେ, ଯାଜକମାନେ ରକ୍ତ ଗ୍ରହଣ କରି ବେଦି ଉପରେ ସେଚନ କଲେ; ପୁଣି ମେଷ ବଧ କରାଯା’ନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ; ଆହୁରି, ମେଷଶାବକ ବଧ କରାଯା’ନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ। |
11982 | 2CH 35:11 | ପୁଣି, ନିସ୍ତାର ପର୍ବର ବଳିସବୁ ବଧ କରାଯା’ନ୍ତେ, ଯାଜକମାନେ ସେମାନଙ୍କ ହସ୍ତରୁ ରକ୍ତ ନେଇ ସେଚନ କଲେ ଓ ଲେବୀୟମାନେ ସେସବୁର ଚର୍ମ କାଢ଼ିଲେ। |
12592 | NEH 10:40 | କାରଣ ପବିତ୍ର ସ୍ଥାନର ପାତ୍ରସବୁ ଓ ପରିଚାରକ ଯାଜକମାନେ, ଆଉ ଦ୍ୱାରପାଳ ଓ ଗାୟକମାନେ ଯେଉଁସବୁ କୋଠରିରେ ଥା’ନ୍ତି, ସେଠାକୁ ଇସ୍ରାଏଲ ସନ୍ତାନଗଣ ଓ ଲେବୀୟ ସନ୍ତାନଗଣ ଶସ୍ୟର, ଦ୍ରାକ୍ଷାରସର ଓ ତୈଳର ଉତ୍ତୋଳନୀୟ ଉପହାର ଆଣିବେ; ପୁଣି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରିବୁ ନାହିଁ। |
12815 | EST 7:4 | କାରଣ ଆମ୍ଭେମାନେ, ମୁଁ ଓ ମୋହର ଲୋକମାନେ ସଂହାରିତ ଓ ହତ ଓ ବିନଷ୍ଟ ହେବା ନିମନ୍ତେ ବିକ୍ରିତ ହୋଇଅଛୁ। ଯଦି ଆମ୍ଭେମାନେ କେବଳ ଦାସ ଓ ଦାସୀ ହେବା ପାଇଁ ବିକ୍ରିତ ହୋଇଥା’ନ୍ତୁ, ତେବେ ଶତ୍ରୁ ମହାରାଜାଙ୍କର ଏହି କ୍ଷତି ପରିଶୋଧ କରି ନ ପାରିଲେ ହେଁ ମୁଁ ନୀରବ ହୋଇ ରହନ୍ତି।” |
12960 | JOB 5:5 | କ୍ଷୁଧିତ ଲୋକ ସେମାନଙ୍କର ଶସ୍ୟ ଖାଇଯା’ନ୍ତି ଓ କଣ୍ଟା ମଧ୍ୟରୁ ହିଁ ତାହା ନେଇଯା’ନ୍ତି, ଆଉ ଜାଲ ସେମାନଙ୍କ ସମ୍ପତ୍ତିକୁ ଚାହିଁକରି ଥାଏ। |
13039 | JOB 8:6 | ଯଦି ତୁମ୍ଭେ ନିର୍ମଳ ଓ ସରଳ ଥା’ନ୍ତ, ତେବେ ସେ ନିଶ୍ଚୟ ଏକ୍ଷଣେ ତୁମ୍ଭ ପକ୍ଷରେ ଜାଗ୍ରତ ହୁଅନ୍ତେ, ଆଉ ତୁମ୍ଭର ଧର୍ମନିବାସକୁ ସମୃଦ୍ଧିଶାଳୀ କରନ୍ତେ। |
13071 | JOB 9:16 | ଯଦି ମୁଁ ଡାକିଥା’ନ୍ତି ଓ ସେ ମୋତେ ଉତ୍ତର ଦେଇଥା’ନ୍ତେ, ତେବେ ହେଁ ସେ ମୋ’ ରବରେ ମନୋଯୋଗ କଲେ ବୋଲି ମୁଁ ବିଶ୍ୱାସ କରନ୍ତି ନାହିଁ। |
13108 | JOB 10:18 | ତେବେ ତୁମ୍ଭେ କାହିଁକି ମୋତେ ଗର୍ଭରୁ ବାହାର କରି ଆଣିଅଛ ? ମୁଁ ପ୍ରାଣତ୍ୟାଗ କରିଥା’ନ୍ତି ଓ କୌଣସି ଚକ୍ଷୁ ମୋତେ ଦେଖି ନ ଥା’ନ୍ତା, |
13246 | JOB 16:4 | ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି; ଯଦି ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥା’ନ୍ତା, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତି ଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ଡ ହଲାଇ ପାରନ୍ତି। |
13366 | JOB 21:7 | ଦୁଷ୍ଟମାନେ କାହିଁକି ଜୀବିତ ଥା’ନ୍ତି, ବୃଦ୍ଧ ହୁଅନ୍ତି ଓ ପରାକ୍ରମରେ ବର୍ଦ୍ଧିଷ୍ଣୁ ହୁଅନ୍ତି ? |
13464 | JOB 24:24 | ସେମାନେ ଉନ୍ନତ ହୁଅନ୍ତି; ତଥାପି ଅଳ୍ପ କାଳରେ ଅନ୍ତର୍ହିତ ହୁଅନ୍ତି; ହଁ, ସେମାନେ ଅବନତ ହୁଅନ୍ତି, ସେମାନେ ଅନ୍ୟ ସମସ୍ତଙ୍କ ପରି ପଥରୁ ଘେନାଯା’ନ୍ତି, ଆଉ ଶସ୍ୟଶିଁଷାର ଅଗ୍ରଭାଗ ପରି କଟାଯା’ନ୍ତି। |
13623 | JOB 31:31 | ମୋ’ ତମ୍ବୁସ୍ଥିତ ଲୋକେ କି କହି ନ ଥା’ନ୍ତି, ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇପାରେ ? |
16174 | PSA 124:4 | ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥା’ନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା |
16726 | PRO 9:18 | ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥା’ନ୍ତି, ପୁଣି, ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି। |
16789 | PRO 11:31 | ଦେଖ, ପୃଥିବୀରେ ଧାର୍ମିକଗଣ ହିଁ ପ୍ରତିଫଳ ପା’ନ୍ତି, ତେବେ ଦୁଷ୍ଟ ଓ ପାପୀଗଣ କ’ଣ ତତୋଧିକ ପାଇବେ ନାହିଁ ? |
17144 | PRO 23:30 | ଯେଉଁମାନେ ଦ୍ରାକ୍ଷାରସ ପାନରେ ବହୁ କାଳ ବସିଥା’ନ୍ତି, ଯେଉଁମାନେ ମିଶ୍ରିତ ସୁରା ଖୋଜି ବୁଲନ୍ତି, ସେମାନଙ୍କର। |
17733 | ISA 1:9 | ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥା’ନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥା’ନ୍ତୁ। |
17915 | ISA 9:15 | କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି, ଯେଉଁମାନେ ସେମାନଙ୍କ ଦ୍ୱାରା ପଥ କଢ଼ାଯା’ନ୍ତି, ସେମାନେ ବିନଷ୍ଟ ହୁଅନ୍ତି। |
19246 | JER 9:1 | ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥା’ନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି ! କାରଣ ସେମାନେ ସମସ୍ତେ ବ୍ୟଭିଚାରୀ, ବିଶ୍ୱାସଘାତକ ଲୋକଙ୍କର ସମାଜ। |
19575 | JER 23:22 | ମାତ୍ର ଯେବେ ସେମାନେ ଆମ୍ଭ ସଭାରେ ଠିଆ ହୋଇଥା’ନ୍ତେ, ତେବେ ଆମ୍ଭ ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇଥା’ନ୍ତେ ଓ ସେମାନଙ୍କ କୁପଥରୁ, ସେମାନଙ୍କ କୁକ୍ରିୟାରୁ ସେମାନଙ୍କୁ ଫେରାଇଥା’ନ୍ତେ। |
20814 | EZK 14:14 | ସେତେବେଳେ ନୋହ, ଦାନିୟେଲ ଓ ଆୟୁବ, ଏହି ତିନି ବ୍ୟକ୍ତି ଯଦି ତହିଁ ମଧ୍ୟରେ ଥା’ନ୍ତେ, ତେବେ ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା ଆପଣା ପ୍ରାଣ ମାତ୍ର ରକ୍ଷା କରନ୍ତେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। |
21376 | EZK 33:27 | ଏହି ପ୍ରକାରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଜୀବିତ ଥିବା ପ୍ରମାଣେ ଉତ୍ସନ୍ନ ସ୍ଥାନ ସକଳରେ ଥିବା ଲୋକମାନେ ନିଶ୍ଚୟ ଖଡ୍ଗ ଦ୍ୱାରା ପତିତ ହେବେ ଓ ଯେଉଁ ଜନ ପଡ଼ିଆରେ ଅଛି, ଆମ୍ଭେ ତାହାକୁ ଭକ୍ଷ୍ୟ ରୂପେ ପଶୁମାନଙ୍କୁ ଦେବା, ଆଉ ଯେଉଁମାନେ ଦୃଢ଼ ଦୁର୍ଗରେ ଓ ଗୁହାରେ ଥା’ନ୍ତି, ସେମାନେ ମହାମାରୀରେ ମରିବେ। |
21742 | EZK 46:18 | ଆହୁରି, ଅଧିପତି ଲୋକମାନଙ୍କୁ ସେମାନଙ୍କ ଅଧିକାରରୁ ଚ୍ୟୁତ କରିବା ନିମନ୍ତେ ସେମାନଙ୍କ ଉତ୍ତରାଧିକାର ହରଣ କରିବେ ନାହିଁ; ଆମ୍ଭର ଲୋକମାନେ ଆପଣା ଆପଣା ଅଧିକାରରୁ ଯେପରି ଛିନ୍ନଭିନ୍ନ ହୋଇ ନ ଯା’ନ୍ତି, ଏଥିପାଇଁ ସେ ଆପଣା ଅଧିକାର ମଧ୍ୟରୁ ଆପଣା ପୁତ୍ରମାନଙ୍କୁ ଉତ୍ତରାଧିକାର ଦାନ କରିବେ। |
21966 | DAN 5:23 | ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯା’ନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହିସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି। |
22798 | NAM 3:17 | ତୁମ୍ଭର ମୁକୁଟଧାରୀମାନେ ପଙ୍ଗପାଳ ପରି ଓ ତୁମ୍ଭର ପ୍ରଧାନ ସେନାପତିମାନେ ଫଡ଼ିଙ୍ଗର ଦଳ ପରି, ସେ ଫଡ଼ିଙ୍ଗମାନେ ଶୀତ ଦିନରେ ବାଡ଼ରେ ରହନ୍ତି, ମାତ୍ର ସୂର୍ଯ୍ୟ ଉଦୟ ହେଲେ ଉଡ଼ି ପଳାନ୍ତି, ଆଉ ସେମାନେ କେଉଁଠାରେ ଥା’ନ୍ତି, ତାହା ଜଣାଯାଏ ନାହିଁ। |
22865 | ZEP 1:9 | ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯା’ନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା। |