Wildebeest analysis examples for:   ory-ory   Word’Word।    February 25, 2023 at 00:57    Script wb_pprint_html.py   by Ulf Hermjakob

1951  EXO 16:3  ପୁଣି, ଇସ୍ରାଏଲ ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥା’ନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।”
2481  EXO 33:7  ଏସମୟରେ ଏପରି ଥିଲା ଯେ, ମୋଶା ଆପଣା ତମ୍ବୁ ନେଇ ଛାଉଣିର ବାହାରେ ଓ ଛାଉଣିଠାରୁ ଦୂରରେ ସ୍ଥାପନ କଲେ ଓ ତାହାର ନାମ ସମାଗମ-ତମ୍ବୁ ଦେଲେ। ସଦାପ୍ରଭୁଙ୍କ ଅନ୍ୱେଷଣକାରୀ ପ୍ରତ୍ୟେକ ଲୋକ ଛାଉଣିର ବାହାରସ୍ଥିତ ସେହି ସମାଗମ-ତମ୍ବୁ ନିକଟକୁ ଯା’ନ୍ତି।
4315  NUM 20:3  ପୁଣି, ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, “ହାୟ, ଆମ୍ଭମାନଙ୍କ ଭାଇମାନେ ଯେତେବେଳେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ, ସେହି ସମୟରେ ଯଦି ଆମ୍ଭେମାନେ ମରିଥା’ନ୍ତୁ।
8297  2SA 12:8  ପୁଣି ଆମ୍ଭେ ତୁମ୍ଭକୁ ତୁମ୍ଭ ପ୍ରଭୁର ଗୃହ ଓ ତୁମ୍ଭ କୋଳରେ ତୁମ୍ଭ ପ୍ରଭୁର ଭାର୍ଯ୍ୟାମାନଙ୍କୁ ଦେଲୁ, ପୁଣି ଇସ୍ରାଏଲ ଓ ଯିହୁଦା ବଂଶ ମଧ୍ୟ ତୁମ୍ଭକୁ ଦେଲୁ; ଆଉ ଯଦି ଏହା ଅଳ୍ପ ହୋଇଥା’ନ୍ତା, ତେବେ ଆମ୍ଭେ ତୁମ୍ଭକୁ ଆହୁରି ଅନ୍ୟାନ୍ୟ ବିଷୟ ଦେଇଥା’ନ୍ତୁ।
8469  2SA 17:17  ସେହି ସମୟରେ ଯୋନାଥନ ଓ ଅହୀମାସ୍‍ ଐନ୍‍-ରୋଗେଲରେ ରହିଥିଲେ; ଆଉ ସେମାନେ ଯେପରି ନଗରକୁ ଆସିବାର ଦେଖା ନ ଯିବେ, ଏଥିପାଇଁ ଏକ ଦାସୀ ଯାଇ ସେମାନଙ୍କୁ ସମ୍ବାଦ ଦେଉଥାଏ; ଆଉ ସେମାନେ ଯାଇ ଦାଉଦ ରାଜାଙ୍କୁ ସମ୍ବାଦ ଦେଉଥା’ନ୍ତି।
8520  2SA 19:7  କାରଣ ଯେଉଁମାନେ ଆପଣଙ୍କୁ ଘୃଣା କରୁଅଛନ୍ତି, ଆପଣ ସେମାନଙ୍କୁ ପ୍ରେମ କରୁଅଛନ୍ତି ଓ ଯେଉଁମାନେ ଆପଣଙ୍କୁ ପ୍ରେମ କରୁଅଛନ୍ତି, ଆପଣ ସେମାନଙ୍କୁ ଘୃଣା କରୁଅଛନ୍ତି। ଯେହେତୁ ଆପଣ ଆଜି ଜଣାଇ ଅଛନ୍ତି ଯେ, ଅଧିପତିମାନେ ଓ ଦାସମାନେ ଆପଣଙ୍କ ପ୍ରତି କିଛି ନୁହନ୍ତି; କାରଣ ମୁଁ ଆଜି ଦେଖୁଅଛି ଯେ, ଯଦି ଅବଶାଲୋମ ବଞ୍ଚିଥା’ନ୍ତା ଓ ଆମ୍ଭେ ସମସ୍ତେ ଆଜି ମରିଥା’ନ୍ତୁ, ତେବେ ଆପଣଙ୍କ ଦୃଷ୍ଟିରେ ଭଲ ହୋଇଥା’ନ୍ତା।
12924  JOB 3:16  ଅବା ମୁଁ ଗୁପ୍ତ ଗର୍ଭସ୍ରାବ ତୁଲ୍ୟ ପ୍ରାଣହୀନ ହୋଇ ଥା’ନ୍ତି; ଯେଉଁମାନେ କେବେ ଆଲୁଅ ଦର୍ଶନ କଲେ ନାହିଁ, ଏପରି ଶିଶୁ ତୁଲ୍ୟ ହୋଇଥା’ନ୍ତି।
12945  JOB 4:11  ବୃଦ୍ଧ ସିଂହ ଶିକାର ଅଭାବରେ ବିନଷ୍ଟ ହୁଏ ଏବଂ ସିଂହୀର ଶାବକଗଣ ଛିନ୍ନଭିନ୍ନ ହୋଇଯା’ନ୍ତି।
13109  JOB 10:19  ମୁଁ ଅଜାତର ତୁଲ୍ୟ ହୋଇଥା’ନ୍ତି; ମୁଁ ଗର୍ଭରୁ କବରକୁ ଘେନା ଯାଇଥା’ନ୍ତି।
13372  JOB 21:13  ସେହି ଦୁଷ୍ଟମାନେ ସମୃଦ୍ଧିରେ ଆପଣା ଆପଣା ଦିନ କ୍ଷେପଣ କରନ୍ତି ଓ ଏକ ନିମିଷରେ ପାତାଳକୁ ଓହ୍ଲାଇ ଯା’ନ୍ତି।
13464  JOB 24:24  ସେମାନେ ଉନ୍ନତ ହୁଅନ୍ତି; ତଥାପି ଅଳ୍ପ କାଳରେ ଅନ୍ତର୍ହିତ ହୁଅନ୍ତି; ହଁ, ସେମାନେ ଅବନତ ହୁଅନ୍ତି, ସେମାନେ ଅନ୍ୟ ସମସ୍ତଙ୍କ ପରି ପଥରୁ ଘେନାଯା’ନ୍ତି, ଆଉ ଶସ୍ୟଶିଁଷାର ଅଗ୍ରଭାଗ ପରି କଟାଯା’ନ୍ତି।
14126  PSA 17:11  ଏବେ ସେମାନେ ଆମ୍ଭମାନଙ୍କ ଗମନ ସମୟରେ ଆମ୍ଭମାନଙ୍କୁ ଘେରନ୍ତି; ସେମାନେ ଆମ୍ଭମାନଙ୍କୁ ଭୂମିସାତ୍‍ କରିବାକୁ ଚାହିଁ ରହିଥା’ନ୍ତି।
14129  PSA 17:14  ହେ ସଦାପ୍ରଭୁ, ଆପଣା ହସ୍ତ ଦ୍ୱାରା ଲୋକମାନଙ୍କଠାରୁ, ଯେଉଁମାନଙ୍କର ଅଂଶ ଇହଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯା’ନ୍ତି।
14238  PSA 22:18  ମୁଁ ଆପଣା ଅସ୍ଥିସବୁ ଗଣିପାରେ; ସେମାନେ ମୋତେ ଅନାଇ ଚାହିଁ ରହିଥା’ନ୍ତି।
14315  PSA 27:13  ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳ ଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥା’ନ୍ତି।
14690  PSA 49:11  ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯା’ନ୍ତି।
15090  PSA 73:15  ଏରୂପ କହିବି ବୋଲି ଯଦି ମୁଁ କହିଥା’ନ୍ତି ତେବେ ଦେଖ, ମୁଁ ତୁମ୍ଭ ସନ୍ତାନଗଣର ବଂଶ ପ୍ରତି ବିଶ୍ୱାସଘାତକତା କରିଥା’ନ୍ତି।
15270  PSA 80:14  ବନରୁ ବରାହ ଆସି ତାହା ଉଜାଡ଼ି ପକାଏ ଓ ବିଲର ପଶୁଗଣ ତାହା ଖାଇଯା’ନ୍ତି।
15514  PSA 94:17  ସଦାପ୍ରଭୁ ମୋହର ସହାୟ ହୋଇ ନ ଥିଲେ ମୋହର ପ୍ରାଣ ଶୀଘ୍ର ନୀରବ ସ୍ଥାନରେ ବାସ କରିଥା’ନ୍ତା।
15667  PSA 104:29  ତୁମ୍ଭେ ଆପଣା ମୁଖ ଲୁଚାଇଲେ, ସେମାନେ ବ୍ୟାକୁଳ ହୁଅନ୍ତି; ତୁମ୍ଭେ ସେମାନଙ୍କ ନିଃଶ୍ୱାସ ହରଣ କଲେ, ସେମାନେ ମରନ୍ତି ଓ ପୁନର୍ବାର ଧୂଳିରେ ମିଶିଯା’ନ୍ତି।
16058  PSA 119:92  ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ ହୋଇ ନ ଥିଲେ, ମୁଁ ଆପଣା ଦୁଃଖରେ ବିନଷ୍ଟ ହୋଇଥା’ନ୍ତି।
16862  PRO 14:20  ଦରିଦ୍ର ଆପଣା ପ୍ରତିବାସୀର ହିଁ ଘୃଣିତ ହୁଏ; ମାତ୍ର ଧନବାନର ଅନେକ ବନ୍ଧୁ ଥା’ନ୍ତି।
17733  ISA 1:9  ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥା’ନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥା’ନ୍ତୁ।
17823  ISA 5:14  ଏଥିପାଇଁ ପାତାଳ ଆପଣା ଉଦର ବିସ୍ତାର ଓ ଆପଣା ମୁଖ ଅପରିମିତ ରୂପେ ମେଲାଇଅଛି; ପୁଣି, ସେମାନଙ୍କର ଗୌରବ, ସେମାନଙ୍କର ଲୋକସମୂହ, ସେମାନଙ୍କର କଳହ ଓ ସେମାନଙ୍କ ମଧ୍ୟରେ ଉଲ୍ଲାସକାରୀ ଲୋକ ତହିଁ ମଧ୍ୟକୁ ଓହ୍ଲାଇଯା’ନ୍ତି।
18703  ISA 48:19  ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥା’ନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥା’ନ୍ତା।
18833  ISA 56:10  ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକ୍କୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ଭଲ ପା’ନ୍ତି।
19508  JER 20:17  କାରଣ ସେ ମୋତେ ଗର୍ଭରୁ ମାରି ପକାଇଲା ନାହିଁ; ତାହା କରିଥିଲେ, ମୋହର ମାତା ମୋର କବର ସ୍ୱରୂପ ହୋଇଥା’ନ୍ତେ ଓ ତାଙ୍କ ଗର୍ଭ ନିତ୍ୟ ଭାରୀ ଥା’ନ୍ତା।
19575  JER 23:22  ମାତ୍ର ଯେବେ ସେମାନେ ଆମ୍ଭ ସଭାରେ ଠିଆ ହୋଇଥା’ନ୍ତେ, ତେବେ ଆମ୍ଭ ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇଥା’ନ୍ତେ ଓ ସେମାନଙ୍କ କୁପଥରୁ, ସେମାନଙ୍କ କୁକ୍ରିୟାରୁ ସେମାନଙ୍କୁ ଫେରାଇଥା’ନ୍ତେ।
21354  EZK 33:5  ସେ ତୂରୀର ଶବ୍ଦ ଶୁଣି ସଚେତନ ହେଲା ନାହିଁ; ତାହାର ରକ୍ତ ତାହାରି ଉପରେ ବର୍ତ୍ତିବ; ଯେହେତୁ ସେ ସଚେତନ ହୋଇଥିଲେ, ଆପଣା ପ୍ରାଣ ବଞ୍ଚାଇ ଥା’ନ୍ତା।
22537  AMO 7:4  ପ୍ରଭୁ ସଦାପ୍ରଭୁ ମୋତେ ଏହିରୂପେ ଦେଖାଇଲେ; ଆଉ ଦେଖ, ପ୍ରଭୁ ସଦାପ୍ରଭୁ ଅଗ୍ନି ଦ୍ୱାରା ବିବାଦ କରିବା ପାଇଁ ଆହ୍ୱାନ କଲେ; ତହିଁରେ ତାହା ମହାସାଗରକୁ ଗ୍ରାସ କଲା, ଆଉ ଭୂମିକୁ ଗ୍ରାସ କରିଥା’ନ୍ତା।