Wildebeest analysis examples for:   ory-ory   Word’Word;    February 25, 2023 at 00:57    Script wb_pprint_html.py   by Ulf Hermjakob

1642  EXO 5:9  ଏହେତୁ ଏମାନେ କାର୍ଯ୍ୟ ଭାରରେ ଭାରାକ୍ରାନ୍ତ ହୋଇ ତହିଁରେ ବ୍ୟସ୍ତ ଥା’ନ୍ତୁ; ମିଥ୍ୟା କଥାରେ ଅବଧାନ ନ କରନ୍ତୁ।”
4538  NUM 26:47  ଆଶେରର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯା’ନ୍ତେ; ତେପନ ହଜାର ଚାରି ଶହ ଲୋକ ହେଲେ।
8391  2SA 14:32  ତହୁଁ ଅବଶାଲୋମ ଯୋୟାବଙ୍କୁ ଉତ୍ତର କଲା, “ଦେଖ ମୁଁ ତୁମ୍ଭ ନିକଟକୁ ଲୋକ ପଠାଇ କହିଲି, ‘ତୁମ୍ଭେ ଏଠାକୁ ଆସ, “ମୁଁ କାହିଁକି ଗଶୂରରୁ ଆସିଲି ? ଏକଥା ପଚାରିବା ପାଇଁ ମୁଁ ରାଜାଙ୍କ ନିକଟକୁ ତୁମ୍ଭକୁ ପଠାଇବି। ଆଜି ପର୍ଯ୍ୟନ୍ତ ସେଠାରେ ଥିଲେ, ମୋହର ଭଲ ହୋଇଥା’ନ୍ତା; ଏବେ ମୋତେ ରାଜାଙ୍କ ମୁଖ ଦେଖିବାକୁ ଦିଅ, ଯେବେ ମୋ’ଠାରେ ଅପରାଧ ଥାଏ, ତେବେ ସେ ମୋତେ ବଧ କରନ୍ତୁ।’”
8494  2SA 18:13  ଯଦି ମୁଁ ତାହାର ପ୍ରାଣ ବିରୁଦ୍ଧରେ ବିଶ୍ୱାସଘାତକତା କରିଥା’ନ୍ତି, ତେବେ ତୁମ୍ଭେ ନିଜେ ତ ଅଲଗା ହୋଇ ଠିଆ ହୋଇଥା’ନ୍ତ; କାରଣ ରାଜାଙ୍କଠାରୁ କୌଣସି ବିଷୟ ଗୁପ୍ତ ରହେ ନାହିଁ।”
9034  1KI 8:46  ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, କାରଣ ଯେ ପାପ ନ କରେ, ଏପରି କୌଣସି ମନୁଷ୍ୟ ନାହିଁ, ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲେ ଯେବେ ଶତ୍ରୁଗଣ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ ଅବା ନିକଟସ୍ଥ ଶତ୍ରୁଦେଶକୁ ନେଇ ଯା’ନ୍ତି;
11323  2CH 6:36  ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି (କାରଣ ଏପରି କୌଣସି ମନୁଷ୍ୟ ନାହିଁ ଯେ ପାପ କରେ ନାହିଁ), ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁର ହସ୍ତରେ ସମର୍ପଣ କଲେ, ଯେବେ ସେମାନେ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ କିମ୍ବା ନିକଟସ୍ଥ ଦେଶକୁ ନେଇଯା’ନ୍ତି;
12921  JOB 3:13  ତାହା ହୋଇ ନ ଥିଲେ, ମୁଁ ଏବେ ଶୟନ କରି ଶାନ୍ତିରେ ଥା’ନ୍ତି ମୁଁ ନିଦ୍ରିତ ହୋଇ ବିଶ୍ରାମରେ ଥା’ନ୍ତି;
12922  JOB 3:14  ଯେଉଁମାନେ ଆପଣାମାନଙ୍କ ନିମନ୍ତେ ଉଜାଡ଼ ସ୍ଥାନ ନିର୍ମାଣ କରିଥିଲେ, ଏପରି ରାଜା ଓ ପୃଥିବୀର ମନ୍ତ୍ରୀଗଣ ସହିତ ଥା’ନ୍ତି;
12923  JOB 3:15  ଯେଉଁମାନେ ରୂପାରେ ଆପଣାମାନଙ୍କ ଗୃହ ପରିପୂର୍ଣ୍ଣ କରିଥିଲେ, ଏପରି ସ୍ୱର୍ଣ୍ଣାଧିକାରୀ ଅଧିପତିମାନଙ୍କ ସଙ୍ଗେ ଥା’ନ୍ତି;
12924  JOB 3:16  ଅବା ମୁଁ ଗୁପ୍ତ ଗର୍ଭସ୍ରାବ ତୁଲ୍ୟ ପ୍ରାଣହୀନ ହୋଇ ଥା’ନ୍ତି; ଯେଉଁମାନେ କେବେ ଆଲୁଅ ଦର୍ଶନ କଲେ ନାହିଁ, ଏପରି ଶିଶୁ ତୁଲ୍ୟ ହୋଇଥା’ନ୍ତି।
13109  JOB 10:19  ମୁଁ ଅଜାତର ତୁଲ୍ୟ ହୋଇଥା’ନ୍ତି; ମୁଁ ଗର୍ଭରୁ କବରକୁ ଘେନା ଯାଇଥା’ନ୍ତି।
13538  JOB 29:2  “ଆହା, ମୁଁ ପୂର୍ବବର୍ତ୍ତୀ ମାସସବୁରେ, ପରମେଶ୍ୱର ମୋତେ ଜଗି ରଖିଥିବା ଦିନସମୂହରେ ଯେପରି ଥିଲି, ସେପରି ଯେବେ ଥା’ନ୍ତି;
16173  PSA 124:3  ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ;
16860  PRO 14:18  ଅସତର୍କ ଲୋକମାନେ ଅଜ୍ଞାନତାରୂପ ଅଧିକାର ପା’ନ୍ତି; ମାତ୍ର ଚତୁର ଲୋକେ ଜ୍ଞାନରୂପ ମୁକୁଟରେ ବିଭୂଷିତ ହୁଅନ୍ତି।
18592  ISA 43:17  ଯେ ରଥ ଓ ଅଶ୍ୱ, ସୈନ୍ୟ ଓ ବୀରଗଣକୁ ବାହାର କରି ଆଣନ୍ତି; ସେମାନେ ଏକତ୍ର ତଳେ ଶୋଇ ଆଉ ଉଠିବେ ନାହିଁ, ସେମାନେ ଲୁପ୍ତ ଓ ଛଣପଟ ପରି ନିଭିଯା’ନ୍ତି; ସେହି ସଦାପ୍ରଭୁ ଏହି କଥା କହନ୍ତି;
18702  ISA 48:18  ଆଃ, ତୁମ୍ଭେ ଯଦି ଆମ୍ଭ ଆଜ୍ଞାରେ ମନୋଯୋଗ କରିଥା’ନ୍ତ ! ତେବେ ତୁମ୍ଭର ଶାନ୍ତି ନଦୀ ତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ହୋଇଥା’ନ୍ତା;
18703  ISA 48:19  ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥା’ନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥା’ନ୍ତା।
22758  NAM 1:5  ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯା’ନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।