13642 | JOB 32:10 | ଏଥିପାଇଁ ମୁଁ କହିଲି, ‘ମୋ’ କଥା ଶୁଣ; ମୁଁ ମଧ୍ୟ ଆପଣା ମତ ପ୍ରକାଶ କରିବି।’ |
20316 | JER 51:35 | ସିୟୋନ ନିବାସିନୀ କହିବ, ‘ମୋ’ ପ୍ରତି ଓ ମୋ’ ମାଂସ ପ୍ରତି କୃତ ଦୌରାତ୍ମ୍ୟ ବାବିଲ ଉପରେ ବର୍ତ୍ତୁ’ ଓ ଯିରୂଶାଲମ କହିବ, ‘ମୋ’ ରକ୍ତର ଦାୟ କଲ୍ଦୀୟ ନିବାସୀମାନଙ୍କ ଉପରେ ବର୍ତ୍ତୁ।’” |
23107 | ZEC 11:10 | ପୁଣି, ମୁଁ ଆପଣା ‘ଶୋଭା’ ନାମକ ଯଷ୍ଟି ନେଲି ଓ ସବୁ ଗୋଷ୍ଠୀ ସଙ୍ଗରେ ମୁଁ ଯେଉଁ ନିୟମ କରିଥିଲି, ତାହା ଭାଙ୍ଗିବା ନିମନ୍ତେ ସେହି ଯଷ୍ଟିକୁ ଖଣ୍ଡ ଖଣ୍ଡ କରି କାଟିଲି। |
23111 | ZEC 11:14 | ଏଉତ୍ତାରେ ମୁଁ ‘ବନ୍ଧନୀ’ ନାମକ ମୋହର ଅନ୍ୟ ଯଷ୍ଟି ନେଇ ଯିହୁଦାର ଓ ଇସ୍ରାଏଲର ମଧ୍ୟରେ ଭ୍ରାତୃଭାବ ଭଗ୍ନ କରିବା ନିମନ୍ତେ ତାହା ଖଣ୍ଡ ଖଣ୍ଡ କରି କାଟିଲି। |