283 | GEN 11:16 | ପୁଣି, ଏବର ଚୌତ୍ରିଶି ବର୍ଷ ବୟସରେ ପେଲଗ୍କୁ ଜାତ କଲା। |
284 | GEN 11:17 | ପେଲଗ୍ର ଜନ୍ମ ଉତ୍ତାରେ ଏବର ଚାରିଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା। |
458 | GEN 18:33 | ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ଏପ୍ରକାର କଥୋପକଥନ ସମାପନ କରି ପ୍ରସ୍ଥାନ କଲେ, ପୁଣି, ଅବ୍ରହାମ ମଧ୍ୟ ସ୍ୱସ୍ଥାନକୁ ଫେରିଗଲେ। |
577 | GEN 23:5 | ତହୁଁ ହେତ୍ର ସନ୍ତାନମାନେ ଅବ୍ରହାମଙ୍କୁ ଉତ୍ତର ଦେଲେ, “ହେ ପ୍ରଭୁ, ଆମ୍ଭମାନଙ୍କ କଥା ଶୁଣନ୍ତୁ; |
579 | GEN 23:7 | ସେତେବେଳେ ଅବ୍ରହାମ ଉଠି ତଦ୍ଦେଶୀୟ ଲୋକମାନଙ୍କୁ, ଅର୍ଥାତ୍, ହେତ୍ର ସନ୍ତାନମାନଙ୍କୁ ପ୍ରଣାମ କଲେ। |
582 | GEN 23:10 | ସେତେବେଳେ ଇଫ୍ରୋଣ ହେତ୍ର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ, ହିତ୍ତୀୟ ଇଫ୍ରୋଣ ଆପଣା ନଗର-ଦ୍ୱାରରେ ପ୍ରବେଶକାରୀ ହେତ୍ର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା, |
590 | GEN 23:18 | ଏହି ସବୁରେ ହେତ୍ର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍, ତାହାର ନଗର-ଦ୍ୱାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ୱତ୍ୱାଧିକାର ସ୍ଥିର କରାଗଲା। |
592 | GEN 23:20 | ଏହିରୂପେ କବର ସ୍ଥାନର ଅଧିକାର ନିମନ୍ତେ ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହାରେ ଅବ୍ରହାମଙ୍କର ଅଧିକାର ହେତ୍ର ସନ୍ତାନମାନଙ୍କ ଦ୍ୱାରା ସ୍ଥିରୀକୃତ ହେଲା। |
825 | GEN 29:29 | ପୁଣି, ରାହେଲର ଦାସୀ ହେବା ନିମନ୍ତେ ସେ ଆପଣାର ବିଲ୍ହା ନାମ୍ନୀ ଦାସୀକି ଦେଲା। |
834 | GEN 30:3 | ସେତେବେଳେ ରାହେଲ କହିଲା, “ଏହି ଦେଖ, ମୋହର ଦାସୀ ବିଲ୍ହା ଅଛି, ତାହାର ସହବାସ କର; ସେ ପୁତ୍ର ପ୍ରସବ କରି ମୋ’ କୋଳରେ ଦେଲେ ତାହା ଯୋଗୁଁ ମୁଁ ମଧ୍ୟ ପୁତ୍ରବତୀ ହେବି।” |
835 | GEN 30:4 | ପୁଣି, ସେ ଆପଣା ଦାସୀ ବିଲ୍ହାକୁ ତାହା ସହିତ ବିବାହ ଦେଲା। |
836 | GEN 30:5 | ତହୁଁ ଯାକୁବ ତାହାର ସହବାସ କରନ୍ତେ, ବିଲ୍ହା ଗର୍ଭବତୀ ହୋଇ ଯାକୁବର ଗୋଟିଏ ପୁତ୍ର ପ୍ରସବ କଲା। |
838 | GEN 30:7 | ଏଥିଉତ୍ତାରେ ରାହେଲର ଦାସୀ ବିଲ୍ହା ପୁନର୍ବାର ଗର୍ଭଧାରଣ କରି ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା। |
1018 | GEN 35:6 | ଏଥିଉତ୍ତାରେ ଯାକୁବ ଓ ତାଙ୍କର ସଙ୍ଗୀସମୂହ କିଣାନ ଦେଶସ୍ଥ ଲୂସ୍ରେ, ଅର୍ଥାତ୍, ବେଥେଲ୍ରେ ଉପସ୍ଥିତ ହେଲେ। |
1034 | GEN 35:22 | ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍ ଯାଇ ଆପଣା ପିତାଙ୍କର ବିଲ୍ହା ନାମ୍ନୀ ଉପପତ୍ନୀ ସଙ୍ଗରେ ଶୟନ କଲା, ପୁଣି, ଇସ୍ରାଏଲ ତାହା ଶୁଣିଲେ। |
1037 | GEN 35:25 | ପୁଣି, ଦାନ୍ ଓ ନପ୍ତାଲି ରାହେଲର ଦାସୀ ବିଲ୍ହାର ସନ୍ତାନ; |
1063 | GEN 36:22 | ଲୋଟନ୍ର ପୁତ୍ର ହୋରି ଓ ହେମମ୍, ପୁଣି, ଲୋଟନ୍ର ତିମ୍ନା ନାମ୍ନୀ ଭଗିନୀ ଥିଲା। |
1065 | GEN 36:24 | ପୁଣି, ସିବୀୟୋନ୍ର ପୁତ୍ର ଅୟା ଓ ଅନା; ଏହି ଅନା ଆପଣା ପିତା ସିବୀୟୋନ୍ର ଗଧ ଚରାଇବା ସମୟରେ ପ୍ରାନ୍ତରରେ ଉଷ୍ଣ ଜଳର ଝର ଆବିଷ୍କାର କଲା। |
1076 | GEN 36:35 | ହୂଶମ୍ର ମରଣ ଉତ୍ତାରେ, ବଦଦର ପୁତ୍ର ଯେ ହଦଦ୍ ମୋୟାବ କ୍ଷେତ୍ରରେ ମିଦୀୟନକୁ ଜୟ କଲା, ସେ ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ଅବୀତ୍। |
1086 | GEN 37:2 | ଯାକୁବଙ୍କର ବୃତ୍ତାନ୍ତ ଏହି। ଯୋଷେଫ, ସତର ବର୍ଷ ବୟସ ସମୟରେ, ଆପଣା ଭାଇମାନଙ୍କ ସହିତ ପଶୁପଲ ଚରାଉଥିଲେ; ସେ ଆପଣା ପିତୃଭାର୍ଯ୍ୟା ବିଲ୍ହା ଓ ସିଳ୍ପାର ପୁତ୍ରମାନଙ୍କର ସଙ୍ଗୀ ବାଳକ ଥିଲା; ପୁଣି, ଯୋଷେଫ ସେହି ଭାଇମାନଙ୍କ କୁବ୍ୟବହାରର ବାର୍ତ୍ତା ପିତା ନିକଟକୁ ଆଣୁଥାଏ। |
1396 | GEN 46:9 | ରୁବେନ୍ର ପୁତ୍ର ହନୋକ, ପଲ୍ଲୂ, ହିଷ୍ରୋଣ ଓ କର୍ମି। |
1410 | GEN 46:23 | ଆଉ ଦାନ୍ର ପୁତ୍ର ହୂଶୀମ୍। |
1412 | GEN 46:25 | ଲାବନ ଆପଣା କନ୍ୟା ରାହେଲକୁ ବିଲ୍ହା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା; ଏମାନେ ସର୍ବସୁଦ୍ଧା ସାତ ଜଣ। |
1670 | EXO 6:14 | ଏହି ସମସ୍ତ ଲୋକ ଆପଣା ଆପଣା ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ। ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍ର ସନ୍ତାନ ହନୋକ, ପଲ୍ଲୂ, ହିଷ୍ରୋଣ ଓ କର୍ମି; ଏମାନେ ରୁବେନ୍ର ବଂଶ। |
4013 | NUM 10:24 | ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ୍ ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା। |
6516 | JDG 1:5 | ପୁଣି ସେମାନେ ବେଷକରେ ଅଦୋନୀବେଷକ୍ ରାଜାଙ୍କୁ ପାଇ ତାହା ସଙ୍ଗେ ଯୁଦ୍ଧ କରି କିଣାନୀୟ ଓ ପରିଷୀୟମାନଙ୍କୁ ବଧ କଲେ। |
6517 | JDG 1:6 | ମାତ୍ର ଅଦୋନୀବେଷକ୍ ପଳାଇଗଲା; ତହୁଁ ସେମାନେ ତାହା ପଛେ ଗୋଡ଼ାଇ ତାକୁ ଧରିଲେ ଏବଂ ତାହାର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛେଦନ କଲେ। |
6518 | JDG 1:7 | ଏଥିରେ ଅଦୋନୀବେଷକ୍ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା। |
6563 | JDG 2:16 | ତହୁଁ ସଦାପ୍ରଭୁ ବିଚାରକର୍ତ୍ତାଗଣଙ୍କୁ ଉତ୍ଥାପନ କରି ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ। |
6565 | JDG 2:18 | ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍ଥାପନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ। |
6579 | JDG 3:9 | ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ପାଇଁ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲଙ୍କୁ ଉଦ୍ଧାରକର୍ତ୍ତା ରୂପେ ଉତ୍ଥାପନ କଲେ ଓ ସେ ସେମାନଙ୍କୁ ଉଦ୍ଧାର କଲେ। |
6722 | JDG 8:1 | ଏଥିଉତ୍ତାରେ ଇଫ୍ରୟିମର ଲୋକମାନେ ଗିଦିୟୋନ୍ଙ୍କୁ କହିଲେ, ତୁମ୍ଭେ ମିଦୀୟନ ସଙ୍ଗେ ଯୁଦ୍ଧ କରିବାକୁ ଗଲା ବେଳେ ଆମ୍ଭମାନଙ୍କୁ ଯେ ଡାକିଲ ନାହିଁ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କଥା କଲ ? ପୁଣି ସେମାନେ ତାଙ୍କ ସଙ୍ଗରେ ଅତ୍ୟନ୍ତ ବିବାଦ କଲେ। |
6808 | JDG 9:52 | ତହୁଁ ଅବୀମେଲକ୍ ସେହି ଗଡ଼କୁ ଆସି ତହିଁ ବିରୁଦ୍ଧରେ ଯୁଦ୍ଧ କଲା ଓ ତାହା ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ଗଡ଼ଦ୍ୱାରର ଅତି ନିକଟକୁ ଗଲା। |
6813 | JDG 9:57 | ପୁଣି ପରମେଶ୍ୱର ଶିଖିମ ନିବାସୀ ଲୋକମାନଙ୍କୁ ସମସ୍ତ ଦୁଷ୍କର୍ମର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇଲେ ଓ ଯିରୁବ୍ବାଲ୍ଙ୍କ ପୁତ୍ର ଯୋଥମ୍ର ଅଭିଶାପ ସେମାନଙ୍କ ଉପରେ ଫଳିଲା। |
7866 | 1SA 25:2 | ସେହି ସମୟରେ ମାୟୋନ୍ସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି, ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା। |
8987 | 1KI 7:50 | ନିର୍ମଳ ସୁବର୍ଣ୍ଣର ପାତ୍ର, କତୁରୀ, କୁଣ୍ଡ, ଚାମର ଓ ଅଙ୍ଗାରଧାନୀ; ପୁଣି, ଅନ୍ତରାଗାରର, ଅର୍ଥାତ୍, ମହାପବିତ୍ର ସ୍ଥାନର କବାଟ ପାଇଁ ଓ ଗୃହର, ଅର୍ଥାତ୍, ମନ୍ଦିରର କବାଟ ପାଇଁ ସୁବର୍ଣ୍ଣର କବ୍ଜା କଲେ। |
9967 | 2KI 15:38 | ଏଥିଉତ୍ତାରେ ଯୋଥମ୍ ମୃତ୍ୟୁବରଣ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଗଣ ସହିତ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ। |
9968 | 2KI 16:1 | ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ସତର ବର୍ଷରେ ଯିହୁଦାର ରାଜା ଯୋଥମ୍ଙ୍କର ପୁତ୍ର ଆହସ୍ ରାଜତ୍ଵ କରିବାକୁ ଆରମ୍ଭ କଲେ। |
9969 | 2KI 16:2 | ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ। |
9972 | 2KI 16:5 | ସେତେବେଳେ ଅରାମର ରାଜା ରତ୍ସୀନ ଓ ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହ ଯୁଦ୍ଧ କରିବା ପାଇଁ ଯିରୂଶାଲମକୁ ଆସିଲେ। ପୁଣି ସେମାନେ ଆହସ୍ଙ୍କୁ ଅବରୋଧ କଲେ, ମାତ୍ର ତାଙ୍କୁ ପରାସ୍ତ କରି ପାରିଲେ ନାହିଁ। |
9974 | 2KI 16:7 | ଏଥିରେ ଆହସ୍ ଅଶୂରର ରାଜା ତିଗ୍ଲାତ୍-ପିଲେସର୍ ନିକଟକୁ ଦୂତଗଣ ପଠାଇ କହିଲେ, “ମୁଁ ତୁମ୍ଭର ଦାସ ଓ ତୁମ୍ଭର ପୁତ୍ର; ଆସ, ଅରାମର ରାଜା ହସ୍ତରୁ ଓ ଇସ୍ରାଏଲର ରାଜା ହସ୍ତରୁ ମୋତେ ଉଦ୍ଧାର କର, ଏମାନେ ମୋ’ ବିରୁଦ୍ଧରେ ଉଠୁଅଛନ୍ତି।” |
9975 | 2KI 16:8 | ପୁଣି ଆହସ୍ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସୁନା ଓ ରୂପା ନେଇ ଅଶୂରର ରାଜା ନିକଟକୁ ଦର୍ଶନୀ ରୂପେ ପଠାଇଲେ। |
9977 | 2KI 16:10 | ଏଥିଉତ୍ତାରେ ଆହସ୍ ରାଜା ଅଶୂରର ରାଜା ତିଗ୍ଲାତ୍-ପିଲେସର୍କୁ ସାକ୍ଷାତ କରିବା ପାଇଁ ଦମ୍ମେଶକକୁ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ; ତହିଁରେ ଆହସ ରାଜା ସେହି ଯଜ୍ଞବେଦିର ସକଳ ଶିଳ୍ପକର୍ମାନୁସାରେ ତହିଁର ଆକୃତି ଓ ନମୁନା ଊରୀୟ ଯାଜକ ନିକଟକୁ ପଠାଇଲେ। |
9978 | 2KI 16:11 | ତହୁଁ ଊରୀୟ ଯାଜକ ଏକ ଯଜ୍ଞବେଦି ନିର୍ମାଣ କଲା; ଆହସ୍ ରାଜା ଦମ୍ମେଶକରୁ ଯାହା ଯାହା ପଠାଇଥିଲେ, ତଦନୁସାରେ ଆହସ ରାଜା ଦମ୍ମେଶକରୁ ଆସିବା ପୂର୍ବେ ଊରୀୟ ଯାଜକ ସକଳ କର୍ମ କଲା। |
9982 | 2KI 16:15 | ଆହୁରି ଆହସ୍ ରାଜା ଊରୀୟ ଯାଜକକୁ ଆଜ୍ଞା ଦେଇ କହିଲେ, “ପ୍ରଭାତୀୟ ହୋମବଳି ଓ ସାୟଂକାଳୀନ ଭକ୍ଷ୍ୟ ନୈବେଦ୍ୟ ଓ ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ ନୈବେଦ୍ୟ, ପୁଣି ଦେଶସ୍ଥ ସମଗ୍ର ଲୋକଙ୍କ ହୋମବଳି ଓ ସେମାନଙ୍କର ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ଦଗ୍ଧ କର ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ବଳିଦାନର ସବୁ ରକ୍ତ ଛିଞ୍ଚି ଦିଅ; ମାତ୍ର ପ୍ରଶ୍ନକରଣାର୍ଥେ ପିତ୍ତଳ ଯଜ୍ଞବେଦି ମୋ’ ପାଇଁ ରହିବ।” |
9983 | 2KI 16:16 | ଏହିରୂପେ ଊରୀୟ ଯାଜକ ଆହସ୍ ରାଜାଙ୍କର ଆଜ୍ଞା ପ୍ରମାଣେ ସବୁ କର୍ମ କଲା। |
9984 | 2KI 16:17 | ପୁଣି ଆହସ୍ ରାଜା ବୈଠିକିମାନର ମଧ୍ୟଦେଶ କାଟି ତହିଁରୁ ପ୍ରକ୍ଷାଳନପାତ୍ର ସ୍ଥାନାନ୍ତର କଲେ; ଆଉ ସମୁଦ୍ର ରୂପ ପାତ୍ର ତଳେ ଯେଉଁ ଯେଉଁ ପିତ୍ତଳମୟ ଗୋରୁ ଥିଲା, ସେ ସବୁର ଉପରୁ ତାହା ନେଇ ପଥର ଚଟାଣ ଉପରେ ରଖିଲେ। |
9986 | 2KI 16:19 | ଏହି ଆହସ୍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କ’ଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ? |
9987 | 2KI 16:20 | ଏଥିଉତ୍ତାରେ ଆହସ୍ ମୃତ୍ୟୁବରଣ କଲେ ଓ ଦାଉଦ ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ। ତହୁଁ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ। |
9988 | 2KI 17:1 | ଯିହୁଦାର ରାଜା ଆହସ୍ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ନଅ ବର୍ଷ ରାଜ୍ୟ କଲେ। |
10017 | 2KI 17:30 | ପୁଣି ବାବିଲୀୟ ଲୋକମାନେ ସୁକ୍କୋତ୍ ବନୋତ୍ ନିର୍ମାଣ କଲେ, ଓ କୂଥୀୟ ଲୋକମାନେ ନେର୍ଗଲ ନିର୍ମାଣ କଲେ, ଓ ହମାତୀୟ ଲୋକମାନେ ଅଶୀମା ନିର୍ମାଣ କଲେ, |
10029 | 2KI 18:1 | ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର ହୋଶେୟଙ୍କ ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ରାଜା ଆହସ୍ଙ୍କର ପୁତ୍ର ହିଜକୀୟ ରାଜତ୍ଵ କରିବାକୁ ଆରମ୍ଭ କଲେ। |
10041 | 2KI 18:13 | ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚଉଦ ବର୍ଷରେ ଅଶୂରର ରାଜା ସନ୍ହେରୀବ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା। |
10081 | 2KI 19:16 | ହେ ସଦାପ୍ରଭୁ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୁ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ। |
10085 | 2KI 19:20 | ଏଥିଉତ୍ତାରେ ଆମୋସର ପୁତ୍ର ଯିଶାଇୟ ହିଜକୀୟଙ୍କ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେ ଅଶୂରର ରାଜା ସନ୍ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛ, ତାହା ଆମ୍ଭେ ଶୁଣିଲୁ।’” |
10101 | 2KI 19:36 | ତହିଁରେ ଅଶୂରର ରାଜା ସନ୍ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା। |
10113 | 2KI 20:11 | ତହୁଁ ଯିଶାଇୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ। ଏଥିରେ ଆହସ୍ଙ୍କର ସୂର୍ଯ୍ୟଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ। |
10161 | 2KI 22:12 | ପୁଣି ରାଜା ଯୋଶୀୟ ହିଲ୍କିୟ ଯାଜକକୁ ଓ ଶାଫନ୍ର ପୁତ୍ର ଅହୀକାମ୍କୁ ଓ ମୀଖାୟର ପୁତ୍ର ଅକ୍ବୋରକୁ ଓ ଶାଫନ୍ ଲେଖକଙ୍କୁ ଓ ଅସାୟ ନାମକ ରାଜଭୃତ୍ୟକୁ ଏହି ଆଜ୍ଞା ଦେଇ କହିଲେ, |
10163 | 2KI 22:14 | ତହିଁରେ ହିଲ୍କୀୟ ଯାଜକ ଓ ଅହୀକାମ୍ ଓ ଅକ୍ବୋର ଓ ଶାଫନ୍ ଓ ଅସାୟ, ବସ୍ତ୍ରାଗାରର ରକ୍ଷକ ହର୍ହସର ପୌତ୍ର ତିକ୍ବର ପୁତ୍ର ଶଲ୍ଲୁମ୍ର ଭାର୍ଯ୍ୟା ହୁଲ୍ଦା ଭବିଷ୍ୟଦ୍ବକ୍ତ୍ରୀ ନିକଟକୁ ଗଲେ। ସେ ଯିରୂଶାଲମର ଦ୍ୱିତୀୟ ବିଭାଗରେ ବାସ କରୁଥିଲା, ଆଉ ସେମାନେ ତାହା ସଙ୍ଗେ କଥୋପକଥନ କଲେ। |
10181 | 2KI 23:12 | ଆଉ ଯିହୁଦାର ରାଜାମାନେ ଆହସ୍ର ଉପରିସ୍ଥ କୋଠରି ଛାତ ଉପରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ ଓ ମନଃଶି ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ, ରାଜା ସେସବୁକୁ ସେସ୍ଥାନରୁ ଭାଙ୍ଗି ପକାଇ ଚୂର୍ଣ୍ଣ କଲେ ଓ ତହିଁର ଧୂଳି କିଦ୍ରୋଣ ନଦୀରେ ଫୋପାଡି ଦେଲେ। |
10199 | 2KI 23:30 | ଏଥିଉତ୍ତାରେ ଯୋଶୀୟଙ୍କ ଦାସମାନେ ମଗିଦ୍ଦୋରୁ ଯିରୂଶାଲମକୁ ତାଙ୍କର ମୃତ ଶରୀର ରଥରେ ଆଣି ତାଙ୍କର ନିଜ କବରରେ କବର ଦେଲେ। ତହୁଁ ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସ୍ଙ୍କୁ ନେଇ ତାଙ୍କୁ ଅଭିଷେକ କରି ତାଙ୍କ ପିତାଙ୍କ ପଦରେ ତାଙ୍କୁ ରାଜା କଲେ। |
10200 | 2KI 23:31 | ଯିହୋୟାହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ହମୁଟଲ୍, ସେ ଲିବ୍ନା ନିବାସୀ ଯିରିମୀୟର କନ୍ୟା ଥିଲେ। |
10203 | 2KI 23:34 | ତହୁଁ ଫାରୋ-ନଖୋ ଯୋଶୀୟଙ୍କର ପୁତ୍ର ଇଲିୟାକୀମ୍ଙ୍କୁ ତାଙ୍କର ପିତା ଯୋଶୀୟଙ୍କର ପଦରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍ ରଖିଲା; ମାତ୍ର ସେ ଯିହୋୟାହସ୍ଙ୍କୁ ନେଇ ଗଲା; ଆଉ ସେ ମିସରରେ ଉପସ୍ଥିତ ହୋଇ ସେଠାରେ ମଲେ। |
10320 | 1CH 2:10 | ପୁଣି, ରାମ୍ ଅମ୍ମୀନାଦବକୁ ଜାତ କଲା; ପୁଣି, ଅମ୍ମୀନାଦବ ଯିହୁଦା-ସନ୍ତାନଗଣର ଅଧିପତି ନହଶୋନ୍କୁ ଜାତ କଲା। |
10378 | 1CH 3:13 | ତାହାର ପୁତ୍ର ଆହସ୍, ତାହାର ପୁତ୍ର ହିଜକୀୟ, ତାହାର ପୁତ୍ର ମନଃଶି; |
10418 | 1CH 4:29 | ବିଲ୍ହାରେ, ଏତ୍ସମ୍ରେ, ତୋଲଦରେ, |
10552 | 1CH 7:13 | ନପ୍ତାଲିର ପୁତ୍ରଗଣ; ଯହସୀୟେଲ, ଗୂନି, ଯେତ୍ସର ଓ ଶଲ୍ଲୁମ୍, ଏମାନେ ବିଲ୍ହାର ବଂଶ। |
10614 | 1CH 8:35 | ମୀଖାର ପୁତ୍ର ପିଥୋନ୍, ମେଲକ୍, ତରେୟ ଓ ଆହସ୍। |
10615 | 1CH 8:36 | ଆଉ, ଆହସ୍ ଯିହୋୟାଦାକୁ ଜାତ କଲା, ପୁଣି, ଯିହୋୟାଦା ଆଲେମତ୍, ଅସ୍ମାବତ୍, ସିମ୍ରିକୁ ଜାତ କଲା ଓ ସିମ୍ରି ମୋତ୍ସାକୁ ଜାତ କଲା। |
10661 | 1CH 9:42 | ଆହସ୍ ଯାରହକୁ ଜାତ କଲା, ଯାରହ ଆଲେମତ୍, ଅସ୍ମାବତ୍ ଓ ସିମ୍ରିକୁ ଜାତ କଲା; ସିମ୍ରି ମୋତ୍ସାକୁ ଜାତ କଲା |
11769 | 2CH 27:9 | ପୁଣି, ଯୋଥମ୍ଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ। |
11770 | 2CH 28:1 | ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ପୁଣି, ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ। |
11785 | 2CH 28:16 | ସେହି ସମୟରେ ଆହସ୍ ରାଜା ଆପଣାର ସାହାଯ୍ୟ ପାଇଁ ଅଶୂରୀୟ ରାଜାମାନଙ୍କ ନିକଟକୁ ଲୋକ ପଠାଇଲେ। |
11788 | 2CH 28:19 | କାରଣ ଇସ୍ରାଏଲର ରାଜା ଆହସ୍ଙ୍କ ସକାଶୁ ସଦାପ୍ରଭୁ ଯିହୁଦାକୁ ଖର୍ବ କଲେ; ଯେଣୁ ସେ ଯିହୁଦା ମଧ୍ୟରେ ସ୍ୱେଚ୍ଛାଚାର କରି ସଦାପ୍ରଭୁଙ୍କ ବିରୁଦ୍ଧରେ ନିତାନ୍ତ ସତ୍ୟ-ଲଙ୍ଘନ କରିଥିଲେ। |
11790 | 2CH 28:21 | କାରଣ ଆହସ୍ ସଦାପ୍ରଭୁଙ୍କ ଗୃହରୁ ଓ ରାଜାଙ୍କର ଓ ଅଧିପତିମାନଙ୍କ ଗୃହରୁ ଧନ ହରଣ କରି ଅଶୂରର ରାଜାଙ୍କୁ ଦେଲେ; ମାତ୍ର ତଦ୍ଦ୍ୱାରା ତାଙ୍କର ସାହାଯ୍ୟ ହେଲା ନାହିଁ। |
11791 | 2CH 28:22 | ପୁଣି, ସେହି ଆହସ୍ ରାଜା ଆପଣାର କ୍ଳେଶ ସମୟରେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆହୁରି ସତ୍ୟ-ଲଙ୍ଘନ କଲେ। |
11793 | 2CH 28:24 | ଏଉତ୍ତାରେ ଆହସ୍ ପରମେଶ୍ୱରଙ୍କ ଗୃହର ପାତ୍ରସକଳ ଏକତ୍ର କଲେ ଓ ପରମେଶ୍ୱରଙ୍କ ଗୃହର ସେହି ପାତ୍ରସବୁ କାଟି ଖଣ୍ଡ ଖଣ୍ଡ କଲେ ଓ ସଦାପ୍ରଭୁଙ୍କ ଗୃହର କବାଟସବୁ ବନ୍ଦ କଲେ; ପୁଣି ସେ ଯିରୂଶାଲମର ପ୍ରତ୍ୟେକ କୋଣରେ ଆପଣା ପାଇଁ ଯଜ୍ଞବେଦି ନିର୍ମାଣ କଲେ। |
11796 | 2CH 28:27 | ଏଉତ୍ତାରେ ଆହସ୍ଙ୍କ ମୃତ୍ୟୁ ପରେ, ଲୋକମାନେ ଯିରୂଶାଲମରେ, ନଗର ମଧ୍ୟରେ ତାଙ୍କୁ କବର ଦେଲେ; କାରଣ ସେମାନେ ତାଙ୍କୁ ଇସ୍ରାଏଲର ରାଜାମାନଙ୍କ କବରକୁ ଆଣିଲେ ନାହିଁ; ତହିଁ ଉତ୍ତାରେ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ। |
11815 | 2CH 29:19 | ଆହୁରି, ଆହସ୍ ରାଜା ଆପଣା ରାଜତ୍ୱ ସମୟରେ ସତ୍ୟ-ଲଙ୍ଘନ କରି ଯେ ଯେ ପାତ୍ର ପକାଇ ଦେଇଥିଲେ, ତାହାସବୁ ଆମ୍ଭେମାନେ ପ୍ରସ୍ତୁତ କରି ପବିତ୍ର କରିଅଛୁ; ଆଉ ଦେଖନ୍ତୁ, ତାହାସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଅଛି। |
11881 | 2CH 32:1 | ଏହି ସକଳ ଘଟଣା ଓ ଏହି ବିଶ୍ୱସ୍ତତାର କର୍ମ ଉତ୍ତାରେ ଅଶୂରର ରାଜା ସନ୍ହେରୀବ ଆସି ଯିହୁଦାରେ ପ୍ରବେଶ କଲା ଓ ପ୍ରାଚୀରବେଷ୍ଟିତ ନଗର ବିରୁଦ୍ଧରେ ଛାଉଣି ସ୍ଥାପନ କରି ତାହାସବୁ ଆପଣା ପାଇଁ ଲାଭ କରିବାକୁ ବିଚାର କଲା। |
11882 | 2CH 32:2 | ପୁଣି, ସନ୍ହେରୀବ ଆସିଅଛି ଓ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିବାକୁ ମନସ୍ଥ କରିଅଛି, ହିଜକୀୟ ଏହା ଦେଖନ୍ତେ, |
11889 | 2CH 32:9 | ଏଥିଉତ୍ତାରେ ଅଶୂରର ରାଜା ସନ୍ହେରୀବ ଓ ତାହା ସଙ୍ଗେ ତାହାର ସୈନ୍ୟସାମନ୍ତ ଲାଖୀଶ୍ ନଗର ସମ୍ମୁଖରେ ଥିବା ବେଳେ ସେ ଯିରୂଶାଲମକୁ ଯିହୁଦାର ରାଜା ହିଜକୀୟଙ୍କ ନିକଟକୁ ଓ ଯିରୂଶାଲମରେ ଉପସ୍ଥିତ ସମଗ୍ର ଯିହୁଦା ନିକଟକୁ ଆପଣା ଦାସଗଣ ପଠାଇ କହିଲା, |
11890 | 2CH 32:10 | ଅଶୂରର ରାଜା ସନ୍ହେରୀବ ଏହି କଥା କହନ୍ତି, ତୁମ୍ଭେମାନେ କାହିଁରେ ନିର୍ଭର ରଖି ଅବରୋଧ କାଳରେ ଯିରୂଶାଲମରେ ରହୁଅଛ ? |
11902 | 2CH 32:22 | ଏହିରୂପେ ସଦାପ୍ରଭୁ ହିଜକୀୟଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ ଅଶୂରର ରାଜା ସନ୍ହେରୀବ ହସ୍ତରୁ ଓ ଅନ୍ୟ ସମସ୍ତଙ୍କ ହସ୍ତରୁ ଉଦ୍ଧାର କଲେ, ପୁଣି ଚତୁର୍ଦ୍ଦିଗରୁ ସେମାନଙ୍କୁ ପଥ ଦେଖାଇଲେ। |
11999 | 2CH 36:1 | ଏଥିଉତ୍ତାରେ ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସ୍ଙ୍କୁ ନେଇ ତାଙ୍କର ପିତାଙ୍କ ପଦରେ ତାଙ୍କୁ ଯିରୂଶାଲମରେ ରାଜା କଲେ। |
12101 | EZR 2:69 | ସେମାନେ ଆପଣା ଆପଣା ଶକ୍ତି ଅନୁସାରେ ସେହି କର୍ମର ଭଣ୍ଡାରରେ ଏକଷଠି ହଜାର ଡ୍ରାକ୍ମା ସ୍ୱର୍ଣ୍ଣମୁଦ୍ରା ଓ ପାଞ୍ଚ ହଜାର ପାଉଣ୍ଡ ରୂପା ଓ ଯାଜକମାନଙ୍କ ନିମନ୍ତେ ଏକ ଶହ ବସ୍ତ୍ର ଦେଲେ। |
12233 | EZR 8:27 | ଏକ ହଜାର ଡ୍ରାକ୍ମା (ଗ୍ରୀସ୍ଦେଶୀୟ ମୁଦ୍ରା) ମୂଲ୍ୟର କୋଡ଼ିଏ ସ୍ୱର୍ଣ୍ଣମୟ ପାତ୍ର, ପୁଣି ସ୍ୱର୍ଣ୍ଣ ତୁଲ୍ୟ ବହୁମୂଲ୍ୟ, ଉତ୍ତମ ଉଜ୍ଜ୍ୱଳ ପିତ୍ତଳର ଦୁଇ ପାତ୍ର ତୌଲି ଦେଲି। |
12239 | EZR 8:33 | ତହୁଁ ଚତୁର୍ଥ ଦିନ ସେହି ରୂପା ଓ ସୁନା ଓ ପାତ୍ରସକଳ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ତୌଲା ଯାଇ ଊରୀୟ ଯାଜକର ପୁତ୍ର ମରେମୋତ୍ ହସ୍ତରେ ଦିଆଗଲା; ତାହା ସଙ୍ଗେ ପୀନ୍ହସ୍ର ପୁତ୍ର ଇଲୀୟାସର ଥିଲା; ଆଉ, ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍ ଓ ବିନ୍ନୁୟିର ପୁତ୍ର ନୋୟଦୀୟ, ଏହି ଲେବୀୟମାନେ ଥିଲେ; |
12606 | NEH 11:14 | ଆଉ, ସେମାନଙ୍କ ଭ୍ରାତୃଗଣ ଏକ ଶହ ଅଠାଇଶ ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହଗ୍ଦୋଲୀମ୍ର ପୁତ୍ର ସବ୍ଦୀୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା। |
16831 | PRO 13:14 | ମୃତ୍ୟୁୁର ଫାନ୍ଦରୁ ଫେରାଇବା ପାଇଁ ଜ୍ଞାନବାନର ବ୍ୟବସ୍ଥା ଜୀବନ-ଝର ସ୍ୱରୂପ ଅଟେ। |
16884 | PRO 15:7 | ଜ୍ଞାନବାନର ଓଷ୍ଠାଧର ବିଦ୍ୟା ବିତରଣ କରେ; ମାତ୍ର ମୂର୍ଖର ମନ ସେପରି କରେ ନାହିଁ। |
16933 | PRO 16:23 | ଜ୍ଞାନବାନର ହୃଦୟ ଆପଣା ମୁଖକୁ ଶିକ୍ଷା ଦିଏ, ପୁଣି, ତାହାର ବାକ୍ୟ ପାଣ୍ଡିତ୍ୟ ବଢ଼ାଏ। |
16967 | PRO 17:24 | ବୁଦ୍ଧିମାନର ସମ୍ମୁଖରେ ଜ୍ଞାନ ଥାଏ, ମାତ୍ର ମୂର୍ଖର ଦୃଷ୍ଟି ପୃଥିବୀର ପ୍ରାନ୍ତରେ ଥାଏ। |
17725 | ISA 1:1 | ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା ରାଜାଗଣ ଉଷୀୟ, ଯୋଥମ୍, ଆହସ୍ ଓ ହିଜକୀୟର ରାଜତ୍ଵ ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ। |
17853 | ISA 7:1 | ଯିହୁଦା-ରାଜା ଉଷୀୟର ପୌତ୍ର ଯୋଥମ୍ର ପୁତ୍ର ଆହସ୍ର ସମୟରେ ଅରାମର ରତ୍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ। |
17855 | ISA 7:3 | ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ଡରେ ଆହସ୍ର ସଙ୍ଗେ ସାକ୍ଷାତ କରିବାକୁ ଯାଅ। |
17862 | ISA 7:10 | ଏଥିଉତ୍ତାରେ ସଦାପ୍ରଭୁ ଆହସ୍କୁ ଆହୁରି କହିଲେ, |
17864 | ISA 7:12 | ମାତ୍ର ଆହସ୍ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।” |
18026 | ISA 14:28 | ଯେଉଁ ବର୍ଷରେ ଆହସ୍ ରାଜାଙ୍କର ମୃତ୍ୟୁୁ ହେଲା, ସେହି ବର୍ଷର ଏହି ଭାବବାଣୀ। |
18153 | ISA 23:6 | ତୁମ୍ଭେମାନେ ପାର ହୋଇ ତର୍ଶୀଶ୍କୁ ଯାଅ; ହେ ଦ୍ୱୀପନିବାସୀମାନେ, ହାହାକାର କର। |