Wildebeest analysis examples for:   ory-ory   !    February 11, 2023 at 19:20    Script wb_pprint_html.py   by Ulf Hermjakob

395  GEN 16:13  ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, ମଦ୍ଦର୍ଶକ ପରମେଶ୍ୱର, (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି !
559  GEN 22:11  ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ !ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।”
791  GEN 28:17  ପୁଣି, ସେ ଭୀତ ହୋଇ ଆହୁରି କହିଲା, “ଏ କିପରି ଭୟାନକ ସ୍ଥାନ ! ଏ ତ ନିତାନ୍ତ ପରମେଶ୍ୱରଙ୍କର ଗୃହ, ଏହି ତ ସ୍ୱର୍ଗର ଦ୍ୱାର।”
821  GEN 29:25  ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା ! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋ’ ସହିତ ଏ କି ବ୍ୟବହାର କରିଅଛ ? ମୁଁ କ’ଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ ?”
842  GEN 30:11  ତହୁଁ ଲେୟା କହିଲା, “ଏ କି ସୌଭାଗ୍ୟ !ଏଥିପାଇଁ ତାହାର ନାମ ଗାଦ୍‍ (ସୌଭାଗ୍ୟ) ରଖିଲା।
844  GEN 30:13  ତହିଁରେ ଲେୟା କହିଲା, “ମୋହର କି ଆନନ୍ଦ ! ଯୁବତୀଗଣ ମୋତେ ଆନନ୍ଦିନୀ ବୋଲିବେ,” ଏଥିପାଇଁ ସେ ତାହାର ନାମ ଆଶେର (ଆନନ୍ଦ) ରଖିଲା।
887  GEN 31:13  ଯେଉଁଠାରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଅଭିଷେକ କରିଅଛ ଓ ଆମ୍ଭ ନିକଟରେ ମାନତ କରିଅଛ, ସେହି ବେଥେଲ୍‍ର ପରମେଶ୍ୱର ଆମ୍ଭେ; ଏବେ ଉଠି ଏହି ଦେଶ ପରିତ୍ୟାଗ କରି ଆପଣା ଜ୍ଞାତିମାନଙ୍କ ଦେଶକୁ ଫେରି ଯାଅ !
1149  GEN 38:29  ମାତ୍ର ସେ ଆପଣା ହସ୍ତ ଟାଣି ନିଅନ୍ତେ, ଦେଖ, ତାହାର ଭ୍ରାତା ଭୂମିଷ୍ଠ ହେଲା; ତହିଁରେ ଧାତ୍ରୀ କହିଲା, “ତୁମ୍ଭେ କି ପ୍ରକାରେ ଆପଣା ନିମନ୍ତେ ଭେଦ କରି ଆସିଲ !ତୁମ୍ଭଠାରେ ଏହି ଭେଦ ହେଉ। ତେଣୁ ତାହାର ନାମ ପେରସ ହେଲା।
3762  NUM 4:18  “ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ ବଂଶୀୟ ଗୋଷ୍ଠୀକୁ ଉଚ୍ଛିନ୍ନ କର ନାହିଁ” !
4054  NUM 11:29  ତେବେ ମୋଶା କହିଲେ, “ତୁମ୍ଭେ ମୋ’ ସକାଶୁ କ’ଣ ଈର୍ଷା କରୁଅଛ ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍‍ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ !
4111  NUM 14:2  ପୁଣି, ଇସ୍ରାଏଲ ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ଡଳୀ ସେମାନଙ୍କ ଆଗରେ କହିଲେ, “ଆହା, ଆମ୍ଭେମାନେ ମିସର ଦେଶରେ ନଚେତ୍ ଏହି ପ୍ରାନ୍ତରରେ ମରିଥା’ନ୍ତୁ ! ଆହା, ଆମ୍ଭେମାନେ ଯଦି ଏହି ପ୍ରାନ୍ତରରେ ମରିଥା’ନ୍ତୁ !
4370  NUM 21:29  ହେ ମୋୟାବ, ତୁମ୍ଭର ସନ୍ତାପ ହେଲା ! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି;
4440  NUM 23:23  ନିତାନ୍ତ ଯାକୁବ ପାଇଁ କୌଣସି ଗଣକତା ନାହିଁ, କିଅବା ଇସ୍ରାଏଲ ପାଇଁ କୌଣସି ମନ୍ତ୍ର ନାହିଁ; ଏହିକ୍ଷଣି ଯାକୁବ ଓ ଇସ୍ରାଏଲ ବିଷୟରେ କୁହାଯିବ, ପରମେଶ୍ୱର କି କର୍ମ କରିଅଛନ୍ତି !
4452  NUM 24:5  ହେ ଯାକୁବ, ତୁମ୍ଭର ତମ୍ବୁସବୁ, ହେ ଇସ୍ରାଏଲ, ତୁମ୍ଭର ଆବାସ ସବୁ କିପରି ମନୋହର !
4926  DEU 1:32  ତଥାପି ଏହି ବିଷୟ ସକାଶେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲ ନାହିଁ !
5084  DEU 5:29  ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତା !
5680  DEU 28:67  ତୁମ୍ଭେ ଯେଉଁ ଆଶଙ୍କା କରିବ, ତୁମ୍ଭ ହୃଦୟର ସେହି ଆଶଙ୍କା ସକାଶୁ ଓ ତୁମ୍ଭେ ଯାହା ଦେଖିବ, ତୁମ୍ଭ ଚକ୍ଷୁର ସେହି ଦର୍ଶନ ସକାଶୁ ସକାଳ ହେଲେ ତୁମ୍ଭେ କହିବ, ଆହା, ସନ୍ଧ୍ୟା ହୁଅନ୍ତା କି ! ପୁଣି ସନ୍ଧ୍ୟା ହେଲେ ତୁମ୍ଭେ କହିବ, ଆହା, ସକାଳ ହୁଅନ୍ତା କି !
5841  DEU 33:29  ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି ? ତୁମ୍ଭେ ସଦାପ୍ରଭୁଙ୍କ ଦ୍ୱାରା ଉଦ୍ଧାରପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ୍ଗ ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।”
5985  JOS 7:7  ପୁଣି ଯିହୋଶୂୟ କହିଲେ, ହାୟ ହାୟ ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଏହି ଲୋକମାନଙ୍କୁ ଯର୍ଦ୍ଦନ ପାର କରାଇ ଆଣିଲ କାହିଁକି, କି ଆମ୍ଭମାନଙ୍କୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବାକୁ? ଆହା, ଯେବେ ଆମ୍ଭେମାନେ ସନ୍ତୁଷ୍ଟ ହୋଇ ଯର୍ଦ୍ଦନ ସେପାରିରେ ରହିଥା’ନ୍ତୁ !
6627  JDG 5:2  “ଇସ୍ରାଏଲ ମଧ୍ୟରେ ଅଗ୍ରଗାମୀମାନେ ଅଗ୍ରସର ହେଲେ, ଲୋକମାନେ ସ୍ୱେଚ୍ଛାରେ ଆପଣା ଆପଣାକୁ ଉତ୍ସର୍ଗ କଲେ, ଏଥିପାଇଁ ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର!
6678  JDG 6:22  ତହିଁରେ ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ଗିଦିୟୋନ୍‍ ବୁଝିଲେ; ପୁଣି ଗିଦିୟୋନ୍‍ କହିଲେ, ହାୟ ହାୟ ! ହେ ପ୍ରଭୁ, ସଦାପ୍ରଭୁ, ମୁଁ ସମ୍ମୁଖାସମ୍ମୁଖୀ ହୋଇ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖିଲି।
6785  JDG 9:29  ଆଃ, ଏହି ଲୋକମାନେ ଯେବେ ମୋର ହସ୍ତଗତ ହୁଅନ୍ତେ ! ତେବେ ଆମ୍ଭେ ଅବୀମେଲକ୍‍କୁ ଦୂର କରି ଦିଅନ୍ତୁ। ପୁଣି ସେ ଅବୀମେଲକ୍‍କୁ ଲକ୍ଷ୍ୟ କରି କହିଲା, ତୁମ୍ଭେ ଆପଣା ସୈନ୍ୟ ବଢ଼ାଇ ବାହାରକୁ ଆସ।
6866  JDG 11:35  ସେତେବେଳେ ସେ ଆପଣା କନ୍ୟାକୁ ଦେଖି ଆପଣା ବସ୍ତ୍ର ଚିରି କହିଲେ, “ହାୟ, ହାୟ, ଆମ୍ଭର କନ୍ୟେ ! ତୁମ୍ଭେ ମୋତେ ଘୋର ସନ୍ତାପରେ ପକାଇଲ, ତୁମ୍ଭେ ମୋହର ଦୁଃଖଦାୟୀମାନଙ୍କ ମଧ୍ୟରେ ଜଣେ ହେଲ; କାରଣ ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛି, ଆଉ ପଛକୁ ହଟି ନ ପାରେ।”
7306  1SA 4:7  ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, ପରମେଶ୍ୱର ଛାଉଣିକୁ ଆସିଅଛନ୍ତି। ଆହୁରି ସେମାନେ କହିଲେ, ହାୟ ହାୟ ! ପୂର୍ବରେ ଏପରି କେବେ ହୋଇ ନାହିଁ।
7307  1SA 4:8  ହାୟ ହାୟ ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ ? ଏହି ଦେବଗଣ ପ୍ରାନ୍ତରରେ ସର୍ବ ପ୍ରକାର ଆଘାତ ଦ୍ୱାରା ମିସ୍ରୀୟମାନଙ୍କୁ ଆଘାତ କରିଥିଲେ।
7410  1SA 9:17  ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକି ଦେଖ ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ।
7417  1SA 9:24  ତହିଁରେ ପାଚକ ଚଟୁଆ ଓ ତହିଁ ଉପରେ ଯାହା ଥିଲା, ତାହା ଆଣି ଶାଉଲଙ୍କ ଆଗରେ ଥୋଇଲା। ତହୁଁ ଶାମୁୟେଲ କହିଲେ, ଦେଖ ! ଏହା ରଖାଯାଇଥିଲା, ଆପଣା ଆଗରେ ରଖି ଭୋଜନ କର; ଯେହେତୁ ନିରୂପିତ ସମୟ ଅପେକ୍ଷାରେ ଏହା ତୁମ୍ଭ ପାଇଁ ରଖାଯାଇଅଛି, କାରଣ ମୁଁ ଲୋକମାନଙ୍କୁ ନିମନ୍ତ୍ରଣ କରିଅଛି ବୋଲି କହିଥିଲି। ତହିଁରେ ସେହି ଦିନ ଶାଉଲ ଶାମୁୟେଲଙ୍କ ସଙ୍ଗେ ଭୋଜନ କଲେ।
7539  1SA 14:29  ତହିଁରେ ଯୋନାଥନ କହିଲା, ମୋ’ ପିତା ଦେଶକୁ ଦୁଃଖ ଦେଇଅଛନ୍ତି; ଦେଖିଲ, ଏହି ମହୁରୁ ଟିକିଏ ଆସ୍ୱାଦ କରିବାରୁ ମୋର ଚକ୍ଷୁ କିପରି ସତେଜ ହୋଇଅଛି !
7930  1SA 26:22  ତହିଁରେ ଦାଉଦ ଉତ୍ତର ଦେଇ କହିଲେ, ମହାରାଜ, ଏ ବର୍ଚ୍ଛା ଦେଖନ୍ତୁ ! ଯୁବାମାନଙ୍କ ମଧ୍ୟରୁ ଜଣେ ପାର ହୋଇ ଆସି ଏହା ନେଇ ଯାଉ।
7959  1SA 28:14  ଏଥିରେ ଶାଉଲ ତାହାକୁ ପଚାରିଲେ, ତାହାର ରୂପ କି ପ୍ରକାର ? ସେ କହିଲା, ଜଣେ ବୃଦ୍ଧ ଲୋକ ଉଠି ଆସୁଅଛି; ସେ ଚୋଗାରେ ଆଚ୍ଛନ୍ନ ! ତହୁଁ ଶାଉଲ ଜାଣିଲେ ଯେ, ସେ ଶାମୁୟେଲ, ଏଣୁ ସେ ଭୂମିଷ୍ଠ ପ୍ରଣାମ କଲେ।
8044  2SA 1:19  “ହେ ଇସ୍ରାଏଲ, ତୁମ୍ଭର ଭୂଷଣ ସ୍ୱରୂପ, ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ ! ବୀରମାନେ କିପରି ପତିତ ହେଲେ !
8180  2SA 6:20  ଏଥିଉତ୍ତାରେ ଦାଉଦ ଆପଣା ପରିବାରକୁ ଆଶୀର୍ବାଦ କରିବା ପାଇଁ ଫେରି ଗଲେ। ତହିଁରେ ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ଭେଟିବା ପାଇଁ ବାହାରେ ଆସି କହିଲା, “ଆଜି ଇସ୍ରାଏଲର ରାଜା କେଡ଼େ ଗୌରବ ପାଇଲେ, ସେ ଆଜି ଆପଣା ଦାସଗଣର ଦାସୀମାନଙ୍କ ସାକ୍ଷାତରେ ବିବସ୍ତ୍ର ହୋଇଥିଲେ, ଯେପରି କୌଣସି ଅଗାଡ଼ି ଲୋକ ନିର୍ଲଜ୍ଜ ରୂପେ ବିବସ୍ତ୍ର ହୁଏ !
8332  2SA 13:12  ତହିଁରେ ସେ ଉତ୍ତର କଲା, “ନା ନା, ମୋର ଭାଇ, ମୋତେ ଭ୍ରଷ୍ଟ ନ କର; “କାରଣ ଇସ୍ରାଏଲ ମଧ୍ୟରେ ଏହିପରି କର୍ମ ନ କରାଯିବା ଉଚିତ୍।” ତୁମ୍ଭେ ଏହି ମୂଢ଼କର୍ମ ନ କର !
8336  2SA 13:16  ତହିଁରେ ସେ କହିଲା, “ସେପରି ନ ହେଉ! କାରଣ ତୁମ୍ଭେ ମୋ’ ପ୍ରତି ଯାହା କରିଅଛ, ତା ଅପେକ୍ଷା ମୋତେ ଏପରି ବାହାର କରିଦେବା ଅଧିକ ଅନ୍ୟାୟ !ମାତ୍ର ସେ ତାହା କଥା ଶୁଣିବାକୁ ଅସମ୍ମତ ହେଲା।
8436  2SA 16:7  ପୁଣି ଶିମୀୟି ଅଭିଶାପ ଦେଉ ଦେଉ ଏପରି କହିଲା, “ଆରେ ରକ୍ତପାତୀ ମନୁଷ୍ୟ, ଆରେ ପାପାଧମ ଲୋକ, ଦୁର୍ ହୁଅ, ଚାଲି ଯାଅ!
8445  2SA 16:16  ପୁଣି ଦାଉଦଙ୍କର ମିତ୍ର ଅର୍କୀୟ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ହୂଶୟ ଅବଶାଲୋମଙ୍କୁ କହିଲା, “ମହାରାଜ ଚିରଜୀବୀ ହେଉନ୍ତୁ, ମହାରାଜ ଚିରଜୀବୀ ହେଉନ୍ତୁ !
8447  2SA 16:18  ହୂଶୟ ଅବଶାଲୋମଙ୍କୁ କହିଲା, “ତାହା ନୁହେଁ! ମାତ୍ର ସଦାପ୍ରଭୁ ଓ ଏହି ଲୋକମାନେ ଓ ସମୁଦାୟ ଇସ୍ରାଏଲ ଲୋକ ଯାହାଙ୍କୁ ମନୋନୀତ କଲେ, ମୁଁ ତାଙ୍କରି ହେବି ଓ ତାଙ୍କ ସଙ୍ଗେ ମୁଁ ରହିବି।
8491  2SA 18:10  ସେତେବେଳେ ଜଣେ ତାହା ଦେଖି ଯୋୟାବକୁ କହିଲା, “ଦେଖ, ମୁଁ ଅବଶାଲୋମଙ୍କୁ ଅଲୋନ ବୃକ୍ଷରେ ଟଙ୍ଗାଥିବାର ଦେଖିଲି !
8492  2SA 18:11  ତହୁଁ ଯୋୟାବ ତାହା ଜଣାଇବା ଲୋକଙ୍କୁ କହିଲା, “ଦେଖ ! ତୁମ୍ଭେ ଏହା ଦେଖିଲ, ମାତ୍ର କାହିଁକି ତୁମ୍ଭେ ସେଠାରେ ତାଙ୍କୁ ମାରି ଭୂମିରେ ପକାଇ ନ ଦେଲ ? ତାହା କରିଥିଲେ, ମୁଁ ତୁମ୍ଭକୁ ଦଶ ଖଣ୍ଡ ରୂପା ଓ ଏକ କଟିବନ୍ଧନ ଦେଇଥା’ନ୍ତି।”
8514  2SA 19:1  ତହିଁରେ ରାଜା ଅତି କମ୍ପିତ ହୋଇ ନଗରଦ୍ୱାର-ଉପରିସ୍ଥ କୋଠରିକୁ ଯାଇ ରୋଦନ କଲେ; ପୁଣି ସେ ଯାଉ ଯାଉ ଏପରି କହିଲେ, “ହାୟ ଆମ୍ଭର ପୁତ୍ର ଅବଶାଲୋମ ! ଆମ୍ଭର ପୁତ୍ର, ଆମ୍ଭ ପୁତ୍ର ଅବଶାଲୋମ ! ହୁଏତ ତୁମ୍ଭ ବଦଳେ ଆମ୍ଭେ ମରିଥା’ନ୍ତୁ, ହାୟ ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭର ପୁତ୍ର!
8573  2SA 20:16  ସେତେବେଳେ ନଗର ମଧ୍ୟରୁ ଏକ ବୁଦ୍ଧିମତୀ ସ୍ତ୍ରୀ ଡାକି କହିଲା, “ଶୁଣ, ଶୁଣ ! ମୁଁ ବିନୟ କରୁଅଛି, ଯୋୟାବକୁ ଏହି ସ୍ଥାନକୁ ଆସିବାକୁ କୁହ, ଯେପରି ମୁଁ ତାଙ୍କ ସହିତ କଥାବାର୍ତ୍ତା କରିପାରେ।”
8671  2SA 23:15  ଏଉତ୍ତାରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପ-ଜଳ ପାନ କରିବାକୁ ମୋତେ ଦିଅନ୍ତା କି !
9217  1KI 13:30  ପୁଣି, ସେ ଆପଣା କବରରେ ତାହାର ଶବ ଥୋଇଲା; ତହୁଁ ସେମାନେ, “ହାୟ, ମୋହର ଭାଇ !ବୋଲି ତାହା ଲାଗି ବିଳାପ କଲେ।
9338  1KI 17:18  ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି ? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋ’ ପୁତ୍ରକୁ ବଧ କରିବାକୁ ଆସିଅଛ !
9567  2KI 2:12  ଆଉ ଇଲୀଶାୟ ତାହା ଦେଖି ଉଚ୍ଚୈଃସ୍ୱରରେ କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ !ଏଉତ୍ତାରେ ସେ ଏଲୀୟଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ଡ କରି ଚିରିଲେ।
9590  2KI 3:10  ଏଥିରେ ଇସ୍ରାଏଲର ରାଜା କହିଲେ, “ହାୟ ! କାରଣ ମୋୟାବର ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏହି ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”
9683  2KI 6:5  ମାତ୍ର ଜଣେ କଡ଼ିକାଠ କାଟୁ କାଟୁ କୁହ୍ରାଡ଼ି-ଲୁହା ଜଳରେ ପଡ଼ିଗଲା; ତହିଁରେ ସେ ଡକା ଛାଡ଼ି କହିଲା, “ହାୟ, ମୋ’ ପ୍ରଭୁ ! ତାହା ତ ଉଧାରି-ବସ୍ତୁ।”
9693  2KI 6:15  ଏଥିରେ ପରମେଶ୍ୱରଙ୍କ ଲୋକଙ୍କ ସେବକ ପ୍ରଭାତରେ ଉଠି ବାହାରକୁ ଯାଆନ୍ତେ, ଦେଖ, ଏକ ସୈନ୍ୟଦଳ ଅଶ୍ୱ ଓ ରଥ ସହିତ ନଗରର ଚତୁର୍ଦ୍ଦିଗ ବେଷ୍ଟନ କରିଅଛନ୍ତି। ତହୁଁ ତାଙ୍କର ଦାସ ତାଙ୍କୁ କହିଲା, “ହାୟ, ମୋହର ପ୍ରଭୁ ! ଆମ୍ଭେମାନେ କଅଣ କରିବା ?”
9847  2KI 11:14  ପୁଣି ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ବିଧି ଅନୁସାରେ ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଓ ତୂରୀବାଦକମାନେ ଅଛନ୍ତି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି “ରାଜଦ୍ରୋହ ରାଜଦ୍ରୋହ !ବୋଲି ଡାକ ପକାଇଲା।
9889  2KI 13:14  ଇଲୀଶାୟ ଯେଉଁ ପୀଡ଼ାରେ ମଲେ, ସେହି ପୀଡ଼ାରେ ପୀଡ଼ିତ ହୁଅନ୍ତେ, ଇସ୍ରାଏଲର ରାଜା ଯୋୟାଶ୍‍ ତାଙ୍କ ନିକଟକୁ ଆସି ତାଙ୍କ ଉପରେ ରୋଦନ କରି କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ !
10087  2KI 19:22  ତୁମ୍ଭେ କାହାକୁ ତିରସ୍କାର ଓ ନିନ୍ଦା କରିଅଛ ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଉର୍ଦ୍ଧ୍ୱକୁ ଉଠାଇଅଛ ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ !
10694  1CH 11:17  ଏଥିରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର-ନିକଟସ୍ଥ କୂପର ଜଳ ପାନ କରିବାକୁ ମୋତେ ଦିଅନ୍ତା କି !
10855  1CH 16:30  ସମୁଦାୟ ପୃଥିବୀ ! ତାହାଙ୍କ ଛାମୁରେ କମ୍ପମାନ ହୁଅ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ନୋହିବ।
10884  1CH 17:16  ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, “ହେ ସଦାପ୍ରଭୁ ପରମେଶ୍ୱର ! ମୁଁ କିଏ ଓ ମୋହର ବଂଶ ଅବା କି ଯେ, ତୁମ୍ଭେ ମୋତେ ଏପର୍ଯ୍ୟନ୍ତ ଆଣିଅଛ ?
10885  1CH 17:17  ତଥାପି ହେ ପରମେଶ୍ୱର ! ଏହା ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘ କାଳର କଥା କହିଅଛ, ଆଉ ହେ ସଦାପ୍ରଭୁ ପରମେଶ୍ୱର ! ତୁମ୍ଭେ ମୋତେ ଉଚ୍ଚପଦସ୍ଥ ମନୁଷ୍ୟର ଶ୍ରେଣୀଭୁକ୍ତ ବୋଲି ଜ୍ଞାନ କରିଅଛ।
10887  1CH 17:19  ହେ ସଦାପ୍ରଭୁ ! ତୁମ୍ଭେ ଏହି ସକଳ ମହତ୍‍ ବିଷୟ ଜଣାଇବା ପାଇଁ ଆପଣା ଦାସ ସକାଶେ ଓ ଆପଣା ହୃଦୟାନୁସାରେ ଏହି ସକଳ ମହତ୍‍ କର୍ମ ସାଧନ କରିଅଛ।
10888  1CH 17:20  ହେ ସଦାପ୍ରଭୁ ! ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ।
10890  1CH 17:22  ତୁମ୍ଭେ ଆପଣା ଲୋକ ଇସ୍ରାଏଲକୁ ଅନନ୍ତ କାଳ ଆପଣାର ଲୋକ କରିଅଛ, ଆଉ ହେ ସଦାପ୍ରଭୁ ! ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ।
10891  1CH 17:23  ଏବେ ହେ ସଦାପ୍ରଭୁ ! ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ କଥା କହିଅଛ; ତାହା ଅନନ୍ତ କାଳ ସ୍ଥିରୀକୃତ ହେଉ ଓ ତୁମ୍ଭେ ଯେପରି କହିଅଛ, ସେପରି କର।
10893  1CH 17:25  କାରଣ, ହେ ମୋହର ପରମେଶ୍ୱର ! ତୁମ୍ଭେ ମୋ’ ପାଇଁ ଏକ ବଂଶ ସ୍ଥାପନ କରିବ ବୋଲି ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବାକୁ ତୁମ୍ଭ ଦାସ ସାହସ ପାଇଅଛି।
10894  1CH 17:26  ଏବେ ହେ ସଦାପ୍ରଭୁ ! ତୁମ୍ଭେ ହିଁ ପରମେଶ୍ୱର, ପୁଣି, ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ।
10895  1CH 17:27  ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନନ୍ତ କାଳସ୍ଥାୟୀ ହେବା ପାଇଁ ତୁମ୍ଭେ ଅନୁଗ୍ରହ କରି ତାହାକୁ ଆଶୀର୍ବାଦ କରିଅଛ; କାରଣ, ହେ ସଦାପ୍ରଭୁ ! ତୁମ୍ଭେ ଆଶୀର୍ବାଦ କରିଅଛ, ଏଣୁ ତାହା ଅନନ୍ତକାଳ ଆଶୀର୍ବାଦଯୁକ୍ତ ଅଟେ।”
10954  1CH 21:15  ଏଉତ୍ତାରେ ପରମେଶ୍ୱର ଯିରୂଶାଲମ ବିନାଶ କରିବା ପାଇଁ ସେଠାକୁ ଦୂତ ପଠାଇଲେ; ଆଉ ସେ ବିନାଶ କରିବାକୁ ଉଦ୍ୟତ ହେବା ସମୟରେ ସଦାପ୍ରଭୁ ଦୃଷ୍ଟିପାତ କଲେ ଓ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା ! ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ତେବେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଠିଆ ହେଲା।
11725  2CH 25:16  ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, ଆମ୍ଭେମାନେ କ’ଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ ? କ୍ଷାନ୍ତ ହୁଅ ! କାହିଁକି ମାଡ଼ ଖାଇବ ? ଏଥିରେ ଭବିଷ୍ୟଦ୍‍ବକ୍ତା କ୍ଷାନ୍ତ ହୋଇ କହିଲା, ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋ’ ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।
12508  NEH 8:11  ଏହିରୂପେ ଲେବୀୟମାନେ ସମସ୍ତ ଲୋକଙ୍କୁ ତୁନି କରାଇ କହିଲେ, “ନୀରବ ହୁଅ, ଆଜି ପବିତ୍ର ଦିନ ! ତୁମ୍ଭେମାନେ ଦୁଃଖିତ ନ ହୁଅ।”
12551  NEH 9:36  ଦେଖ, ଆଜି ଆମ୍ଭେମାନେ ଦାସ ହୋଇଅଛୁ! ପୁଣି ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶର ଫଳ ଓ ଉତ୍ତମ ଦ୍ରବ୍ୟ ଭୋଗ କରିବାକୁ ଦେଇଥିଲ, ଦେଖ, ସେହି ଦେଶରେ ଆମ୍ଭେମାନେ ଦାସ ହୋଇଅଛୁ।
12850  EST 9:12  ରାଜା ଏଷ୍ଟର ରାଣୀଙ୍କୁ କହିଲେ, “ଯିହୁଦୀୟମାନେ ଶୂଶନ୍‍ ରାଜଧାନୀରେ ପାଞ୍ଚ ଶତ ଲୋକ ଓ ହାମନ୍‍ର ଦଶ ପୁତ୍ରଙ୍କୁ ବଧ ଓ ବିନାଶ କରିଅଛନ୍ତି; ତେବେ ସେମାନେ ରାଜାଙ୍କ ଅବଶିଷ୍ଟ ପ୍ରଦେଶ ସକଳରେ କଅଣ କରି ନ ଥିବେ ! ଏବେ ତୁମ୍ଭର ନିବେଦନ କଅଣ ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ଆଉ ପ୍ରାର୍ଥନା କଅଣ ? ତାହା ସିଦ୍ଧ ହେବ।”
12984  JOB 6:2  “ଆହା, ଯଦି ମୋହର ଦୁଃଖ ତୌଲା ଯାଇଥା’ନ୍ତା ଓ ମୋହର ଦୁର୍ଗତି ତରାଜୁରେ ଏକତ୍ର ରଖା ଯାଇଥା’ନ୍ତା !
12991  JOB 6:9  ହଁ, ଯେବେ ପରମେଶ୍ୱର ଅନୁଗ୍ରହ କରି ମୋତେ ଚୂର୍ଣ୍ଣ କରନ୍ତେ; ଯେବେ ସେ ଆପଣା ହସ୍ତ ମୁକୁଳା କରି ମୋତେ ଛେଦନ କରି ପକାନ୍ତେ !
13007  JOB 6:25  ସରଳ ବାକ୍ୟ କିପରି ପ୍ରବଳ ! ମାତ୍ର ତୁମ୍ଭମାନଙ୍କ ତର୍କ କେଉଁ ଦୋଷ ବ୍ୟକ୍ତ କରେ ?
13074  JOB 9:19  ଆମ୍ଭେମାନେ ବିକ୍ରମୀର ବଳର କଥା କହିଲେ, ଦେଖ, ସେ ଅଛନ୍ତି ! ଓ ବିଚାରର କଥା କହିଲେ, କିଏ ମୋ’ ପାଇଁ ସମୟ ନିରୂପଣ କରିବ ?
13118  JOB 11:6  ପୁଣି, ଜ୍ଞାନର ନିଗୂଢ଼ ତତ୍ତ୍ୱ, ଅର୍ଥାତ୍‍, ତହିଁର ବହୁବିଧ ଫଳଦାୟକ କର୍ମଣ୍ୟତା ତୁମ୍ଭକୁ ଜ୍ଞାତ କରାନ୍ତେ ! ଏହେତୁ ଜାଣ ଯେ, ପରମେଶ୍ୱର ତୁମ୍ଭ ଅପରାଧ ଅପେକ୍ଷା ଊଣା ପରିଶୋଧ ତୁମ୍ଭଠାରୁ ନେଉଅଛନ୍ତି।
13162  JOB 13:5  ଆଃ, ତୁମ୍ଭେମାନେ ଯେବେ ସମ୍ପୂର୍ଣ୍ଣ ନୀରବ ହୋଇ ରହନ୍ତ ! ତାହା ତୁମ୍ଭମାନଙ୍କର ଜ୍ଞାନସୂଚକ ହୁଅନ୍ତା।
13198  JOB 14:13  ଆଃ, ତୁମ୍ଭେ ଯେବେ ପାତାଳରେ ମୋତେ ଲୁଚାଇ ରଖନ୍ତ, ତୁମ୍ଭର କୋପ ଅତୀତ ହେବା ପର୍ଯ୍ୟନ୍ତ ଯେବେ ମୋତେ ଗୋପନରେ ରଖନ୍ତ, ଯେବେ ମୋ’ ପାଇଁ ସମୟ ନିରୂପଣ କରି ମୋତେ ସ୍ମରଣ କରନ୍ତ !
13223  JOB 15:16  ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ !
13324  JOB 19:23  ଆହା, ଏବେ ମୋ’ କଥାସବୁ ଯେବେ ଲେଖା ଯା’ନ୍ତା ! ଆହା, ତାହାସବୁ ଯେବେ ପୁସ୍ତକରେ ଲିଖିତ ହୁଅନ୍ତା !
13325  JOB 19:24  ଯେବେ ଲୌହ ଲେଖନୀ ଓ ସୀସା ଦ୍ୱାରା ସଦାକାଳ ପାଇଁ ତାହାସବୁ ପାଷାଣରେ ଖୋଦିତ ହୁଅନ୍ତା !
13405  JOB 22:12  ପରମେଶ୍ୱର କ’ଣ ଉଚ୍ଚତମ ସ୍ୱର୍ଗରେ ନାହାନ୍ତି ? ଓ ତାରାଗଣର ଉଚ୍ଚତା ଦେଖ, ସେସବୁ କେଡ଼େ ଉଚ୍ଚ !
13426  JOB 23:3  ଆହା, ମୁଁ କେଉଁଠାରେ ତାହାଙ୍କର ଉଦ୍ଦେଶ୍ୟ ପାଇବି, ଯେବେ ଏହା ଜାଣନ୍ତି, ଯେବେ ତାହାଙ୍କ ଆସନ ନିକଟରେ ଉପସ୍ଥିତ ହୋଇ ପାରନ୍ତି !
13471  JOB 25:6  ତେବେ କୀଟମାତ୍ର ମନୁଷ୍ୟ କ’ଣ ! ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କ’ଣ ?
13473  JOB 26:2  “ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛ !
13474  JOB 26:3  ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ !
13485  JOB 26:14  ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍‍ କ୍ଷୀଣ ସ୍ୱର ଶୁଣୁଥାଉ ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ ?”
13627  JOB 31:35  ଆଃ, କେହି ଯଦି ମୋ’ କଥା ଶୁଣିବାକୁ ଥା’ନ୍ତା ! (ଏହି ଦେଖ ମୋହର ସ୍ୱାକ୍ଷର, ସର୍ବଶକ୍ତିମାନ ପରମେଶ୍ଵର ମୋତେ ଉତ୍ତର ଦେଉନ୍ତୁ;) ଓ ମୋ’ ପ୍ରତିବାଦୀ ମୋହର ଯେଉଁ ଦୋଷପତ୍ର ଲେଖିଅଛି, ତାହା ଯଦି ମୁଁ ପାଆନ୍ତି !
13796  JOB 37:23  ସର୍ବଶକ୍ତିମାନ ପରମେଶ୍ଵର ! ଆମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇ ନ ପାରୁ; ସେ ପରାକ୍ରମରେ ଶ୍ରେଷ୍ଠ; ପୁଣି, ସେ ବିଚାର ଓ ପ୍ରଚୁର ନ୍ୟାୟଗୁଣ ହେତୁ କ୍ଳେଶ ଦେବେ ନାହିଁ।
13818  JOB 38:21  ସନ୍ଦେହ ନାହିଁ, ତୁମ୍ଭେ ଜାଣ, କାରଣ ସେତେବେଳେ ତୁମ୍ଭେ ଜନ୍ମ ହୋଇଥିଲ ଓ ତୁମ୍ଭ ଦିନର ସଂଖ୍ୟା ବହୁତ !
13863  JOB 39:25  ଯେତେ ଥର ତୂରୀ ବାଜେ, ସେତେଥର ସେ ହିଁ ହିଁ ଶବ୍ଦ କରେ ! ଓ ସେ ଦୂରରୁ ସଂଗ୍ରାମର, ସେନାପତିମାନଙ୍କର ହୁଙ୍କାର ଓ ସିଂହନାଦର ଗନ୍ଧ ପାଏ।
14023  PSA 8:2  ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ ! ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ।
14072  PSA 11:2  କାରଣ ଦେଖ ! ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, ସେମାନେ ଗୁଣରେ ତୀରଯୁକ୍ତ କରନ୍ତି।
14099  PSA 14:7  ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ ! ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦିତ୍ୱରୁ ଫେରାଇ ଆଣନ୍ତି ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ।
14208  PSA 21:2  ହେ ସଦାପ୍ରଭୁ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ ତୁମ୍ଭ ପରିତ୍ରାଣରେ ସେ କେଡ଼େ ମହାନନ୍ଦ କରିବେ !
14369  PSA 31:20  ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍‍ !
14466  PSA 36:8  ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି।
14651  PSA 46:9  ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କିପ୍ରକାର ଉଜାଡ଼ କରିଅଛନ୍ତି !
14762  PSA 53:7  ଆଃ, ଯଦି ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତା ! ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବେ, ସେତେବେଳେ ଯାକୁବ ଉଲ୍ଲସିତ ଓ ଇସ୍ରାଏଲ ଆନନ୍ଦିତ ହେବେ।
14778  PSA 55:7  ଯଦି କପୋତ ପରି ମୋହର ପକ୍ଷ ଥା’ନ୍ତା ! ଏଣୁ ମୁଁ କହିଲି, ଆଃ, ତେବେ ମୁଁ ଉଡ଼ିଯାଇ ବିଶ୍ରାମ ପାଆନ୍ତି।
14927  PSA 66:3  ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର ! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।”
15094  PSA 73:19  ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି ! ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି।
15124  PSA 74:21  ଉପଦ୍ରବଗ୍ରସ୍ତ ଲୋକ ଲଜ୍ଜିତ ହୋଇ ଫେରି ନ ଯାଉ ! ଦରିଦ୍ର ଓ ଦୀନହୀନ ତୁମ୍ଭ ନାମର ପ୍ରଶଂସା କରନ୍ତୁ।
15285  PSA 81:9  ହେ ଆମ୍ଭର ଲୋକ, ଶୁଣ, ଆମ୍ଭେ ତୁମ୍ଭ ନିକଟରେ ସାକ୍ଷ୍ୟ ଦେବା; ହେ ଇସ୍ରାଏଲ, ଯଦି ତୁମ୍ଭେ ଆମ୍ଭ କଥା ଶୁଣନ୍ତ !