23233 | MAT 1:20 | କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, "ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରିୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି । |
23234 | MAT 1:21 | ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ ।" |
23236 | MAT 1:23 | "ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ", ଏହି ନାମର ଅର୍ଥ "ଆମ୍ଭମାନଙ୍କ ସହିତ ଈଶ୍ୱର" । |
23240 | MAT 2:2 | "ଯିହୂଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ ? କାରଣ ଆମ୍ଭେମାନେ ପୂର୍ବଦେଶରେ ତାହାଙ୍କ ତାରା ଦେଖି ତାହାଙ୍କୁ ପ୍ରଣାମ କରିବାକୁ ଆସିଅଛୁ ।" |
23243 | MAT 2:5 | ସେମାନେ ତାହାଙ୍କୁ କହିଲେ, "ଯିହୂଦା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ୱାରା ଏପରି ଲେଖା ଅଛି, |
23244 | MAT 2:6 | 'ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋ'ଠାରୁ ଆସିବେ ।'" |
23246 | MAT 2:8 | ପୁଣି, ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ, "ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ବନ୍ଧରେ ଠିକ୍ ଭାବରେ ଅନୁସନ୍ଧାନ କରନ୍ତୁ, ଆଉ ସନ୍ଧାନ ପାଇଲାକ୍ଷଣି ଆମ୍ଭକୁ ସମ୍ବାଦ ଦିଅନ୍ତୁ, ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା ।" |
23251 | MAT 2:13 | ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, "ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ ।" |
23256 | MAT 2:18 | "ରାମାରେ ସ୍ୱର ଶୁଣାଗଲା, ରୋଦନ ଓ ଅତିଶୟ ବିଳାପ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଥିଲେ; ଆଉ ସେମାନେ ନାହାଁନ୍ତି ବୋଲି ସେ ସାନ୍ତ୍ୱନାର କଥା ମାନିବାକୁ ଇଚ୍ଛା କରୁ ନ ଥିଲେ ।" |
23258 | MAT 2:20 | "ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଯାଅ, କାରଣ ଯେଉଁମାନେ ଶିଶୁଙ୍କ ପ୍ରାଣ ବିନାଶ କରିବା ନିମନ୍ତେ ଚେଷ୍ଟା କରୁଥିଲେ, ସେମାନଙ୍କର ମୃତ୍ୟୁ ଘଟିଅଛି ।" |
23261 | MAT 2:23 | ଓ ନାଜରିତ ନାମକ ନଗରରେ ଯାଇ ବାସ କଲେ, ଯେପରି ଭାବବାଦୀମାନଙ୍କ ଦ୍ୱାରା ଉକ୍ତ ବାକ୍ୟ ସଫଳ ହୁଏ ଯେ, "ସେ ନାଜରିତୀୟ ବୋଲି ଖ୍ୟାତ ହେବେ" । |
23263 | MAT 3:2 | "ମନପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ ।" |
23264 | MAT 3:3 | ଯିଶାଇୟ ଭାବବାଦୀ ଯାହାଙ୍କ ବିଷୟରେ ଏହି ବାକ୍ୟ କହିଥିଲେ, "ଏ ସେହି ବ୍ୟକ୍ତି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର ।" |
23268 | MAT 3:7 | କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, "ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ? |
23273 | MAT 3:12 | ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ସଫା କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ ।" |
23276 | MAT 3:15 | ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ, "ଏବେ ରାଜି ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ ।" ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ । |
23278 | MAT 3:17 | ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, "ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ।" |
23281 | MAT 4:3 | ଆଉ ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, "ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଏହି ପଥରଗୁଡିକୁ ରୁଟି ହେବା ପାଇଁ ଆଜ୍ଞା ଦିଅ ।" |
23282 | MAT 4:4 | କିନ୍ତୁ ଯୀଶୁ ଉତ୍ତର ଦେଲେ, "ଲେଖା ଅଛି, 'ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ୱରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ ।'" |
23295 | MAT 4:17 | ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, "ମନପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ ।" |
23297 | MAT 4:19 | ସେ ସେମାନଙ୍କୁ କହିଲେ, "ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି ।" |
23457 | MAT 9:9 | ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, "ମୋହର ଅନୁଗମନ କର" । ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ । |
23459 | MAT 9:11 | ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, "ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି" ? |
23774 | MAT 17:5 | ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, "ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ" ଏହାଙ୍କ ବାକ୍ୟ ଶୁଣ । |
23926 | MAT 21:31 | ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା ? ସେମାନେ କହିଲେ, "ପ୍ରଥମ ଜଣକ" । ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି । |
24324 | MRK 1:40 | ଏଥିମଧ୍ୟରେ ଜଣେ କୁଷ୍ଠୀ ତାହାଙ୍କ ନିକଟକୁ ଆସି ଆଣ୍ଠୁପାତି ତାହାଙ୍କୁ ବିନତି କରି କହିଲା, "ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି ।" |
24334 | MRK 2:5 | ଯୀଶୁ ସେମାନଙ୍କର ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକି କହିଲେ, "ବତ୍ସ, ତୁମ୍ଭର ପାପସବୁ କ୍ଷମା କରାଗଲା ।" |
24348 | MRK 2:19 | ଯୀଶୁ ସେମାନଙ୍କୁ କହିଲେ, "ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ସେମାନେ କି ଉପବାସ କରି ପାରନ୍ତି ? ବର ଯେପର୍ଯ୍ୟନ୍ତ ସେମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ ଉପବାସ କରି ପାରନ୍ତି ନାହିଁ ।" |
24353 | MRK 2:24 | ଏଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, "ଦେଖ, ବିଶ୍ରାମବାରରେ ଯାହା କରିବା ବିଧିସଙ୍ଗତ ନୁହେଁ, |
24354 | MRK 2:25 | ଏମାନେ କାହିଁକି ତାହା କରୁଅଛନ୍ତି ?" ସେ ସେମାନଙ୍କୁ କହିଲେ, "ଦାଉଦଙ୍କର ଅଭାବ ସମୟରେ ଯେତେବେଳେ ସେ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହୋଇଥିଲେ, ସେତେବେଳେ ସେ କ'ଣ କରିଥିଲେ, ତାହା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ ? |
24355 | MRK 2:26 | ଅବିୟାଥର ମହାଯାଜକଙ୍କ ସମୟରେ ସେ କିପରି ଈଶ୍ୱରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି ବିନା ଆଉ କାହାରି ଭୋଜନ କରିବା ବିଧିସଙ୍ଗତ ନୁହେଁ, ତାହା ଭୋଜନ କରିଥିଲେ, ପୁଣି, ଆପଣା ସଙ୍ଗୀମମାନଙ୍କୁ ମଧ୍ୟ ଦେଇଥିଲେ ।" |
24696 | MRK 10:39 | ସେମାନେ ତାହାଙ୍କୁ କହିଲେ, "ଆମ୍ଭେମାନେ ପାରୁ" । ଯୀଶୁ ସେମାନଙ୍କୁ କହିଲେ, ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ତୁମ୍ଭେମାନେ ସେଥିରେ ପାନ କରିବ, ପୁଣି, ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ତୁମ୍ଭେମାନେ ସେଥିରେ ବାପ୍ତିଜିତ ହେବ; |
25390 | LUK 9:20 | ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କ'ଣ କହୁଅଛ ? ପିତର ଉତ୍ତର ଦେଲେ, ଆପଣ ଈଶ୍ୱରଙ୍କ ଖ୍ରୀଷ୍ଟ" । |
25944 | LUK 22:11 | 'ଗୁରୁ ଆପଣଙ୍କୁ ପଚାରୁଅଛନ୍ତି, ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି, ସେହି ଅତିଥିଶାଳା କାହିଁ"? |
25948 | LUK 22:15 | ଆଉ ସେ ସେମାନଙ୍କୁ କହିଲେ, "ମୋହର ଦୁଃଖଭୋଗ ପୂର୍ବେ ମୁଁ ତୁମ୍ଭମାନଙ୍କ ସହିତ ଏହି ନିସ୍ତାରଭୋଜ ପାଳନ କରିବାକୁ ଏକାନ୍ତ ବାଞ୍ଛା କଲି । |
25949 | LUK 22:16 | କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱରଙ୍କ ରାଜ୍ୟରେ ଏହା ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ମୁଁ ଆଉ କେବେ ହେଁ ତାହା ଭୋଜନ କରିବି ନାହିଁ ।" |
26042 | LUK 23:38 | ପୁଣି, ତାହାଙ୍କ ଊର୍ଦ୍ଧ୍ୱରେ ଏହି ଲିପି ମଧ୍ୟ ଲେଖା ଥିଲା, "ଏ ଯିହୂଦୀମାନଙ୍କର ରାଜା ।" |
26907 | JHN 19:13 | ଅତଏବ, ପୀଲାତ ଏହି ସମସ୍ତ କଥା ଶୁଣି ଯୀଶୁଙ୍କୁ ବାହାର କରି ଆଣି "ପ୍ରସ୍ତରମଣ୍ଡପ', ଯାହାକୁ ଏବ୍ରୀ ଭାଷାରେ "ଗବ୍ବଥା' ବୋଲି କହନ୍ତି, ସେହି ସ୍ଥାନରେ ବିଚାରାସନରେ ଉପବିଷ୍ଟ ହେଲେ । |
26998 | ACT 1:6 | ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ; "ହେ ପ୍ରଭୁ, ଆପଣ କଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁଅଛନ୍ତି ?" |
27000 | ACT 1:8 | କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ ।" |
27016 | ACT 1:24 | "ହେ ପ୍ରତ୍ୟେକ ହୃଦୟକୁ ଜାଣିବାର ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି, |
27017 | ACT 1:25 | ସେହି ପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ ।" |
27053 | ACT 2:35 | ଅାମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ "ଆମ୍ଭର ଦକ୍ଷିଣରେ ବସିଥାଅ" । |
27058 | ACT 2:40 | ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, "ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ" । |
27069 | ACT 3:4 | ପିତର ଓ ଯୋହନ ତାହା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ପୁଣି, ପିତର କହିଲେ, "ଆମ୍ଭମାନଙ୍କ ଆଡ଼଼କୁ ଚାହଁ ।" |
27071 | ACT 3:6 | କିନ୍ତୁ ପିତର କହିଲେ, "ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମରେ ଚାଲ ।" |
27136 | ACT 5:8 | ଆଉ, ପିତର ତାହାକୁ ଉତ୍ତର ଦେଲେ, "କୁହ ତ, ତୁମ୍ଭେମାନେ କଅଣ ଏତିକି ଟଙ୍କାରେ ଭୂମି ବିକ୍ରୟ କଲ" ? ସେ କହିଲା, ହଁ, ସେତିକିରେ । |
27137 | ACT 5:9 | ସେଥିରେ ପିତର ତାହାକୁ କହିଲେ, "ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକମତ ହେଲ" ? ଦେଖ, ଯେଉଁମାନେ ତୁମ୍ଭ ସ୍ୱାମୀକୁ ସମାଧି ଦେଇଛନ୍ତି, ସେମାନେ ଦ୍ୱାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ । |
27148 | ACT 5:20 | "ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ବନ୍ଧୀୟ ସମସ୍ତ କଥା କୁହ" । |
27151 | ACT 5:23 | "ଆମ୍ଭେମାନେ ଦେଖିଲୁ, କାରାଗାର ଦୃଢ଼ରୂପେ ରୁଦ୍ଧ ହୋଇଅଛି ଓ ଦ୍ୱାରଗୁଡ଼ିକରେ ରକ୍ଷକମାନେ ଠିଆ ହୋଇଅଛନ୍ତି, କିନ୍ତୁ ଦ୍ୱାର ଫିଟାନ୍ତେ ଭିତରେ ଆମ୍ଭେମାନେ କାହାକୁ ପାଇଲୁ ନାହିଁ ।" |
27156 | ACT 5:28 | "ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁୁ", ତଥାପି "ଦେଖ, ତୁମ୍ଭେମାନେ ତୁମ୍ଭମାନଙ୍କ ଶିକ୍ଷାରେ ଯିରୂୂଶାଲମ ପୂୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ ।" |
27464 | ACT 13:33 | ଈଶ୍ୱର ଯୀଶୁଙ୍କୁ ଉତ୍ଥାପନ କରି ସେମାନଙ୍କର ସନ୍ତାନ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପ୍ରତି ସେହି ପ୍ରତିଜ୍ଞା ସଫଳ କରିଅଛନ୍ତି, ଯେପରି ଗୀତସଂହିତା ଦୁଇ ଅଧ୍ୟାୟରେ ମଧ୍ୟ ଲେଖା ଅଛି, "ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ" । |
27472 | ACT 13:41 | "ହେ ଅବଜ୍ଞାକାରୀମାନେ, ତୁମ୍ଭେମାନେ ଦେଖି ପୁଣି, ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ୱାସ କରିବ ନାହିଁ"। |
27478 | ACT 13:47 | କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି, "ଆମ୍ଭେ ତୁମ୍ଭକୁ ଅଣଯିହୂଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ" । |
27620 | ACT 17:28 | କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, "କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ ।" |
27635 | ACT 18:9 | ପୁଣି, ପ୍ରଭୁ ରାତ୍ରିରେ ଦର୍ଶନ ଦ୍ୱାରା ପାଉଲଙ୍କୁ କହିଲେ, "ଭୟ କର ନାହିଁ, ନୀରବ ନ ରହି କଥା କୁହ, |
27636 | ACT 18:10 | କାରଣ ଆମ୍ଭେ ତୁମ୍ଭ ସାଙ୍ଗରେ ଅଛୁ, କୌଣସି ଲୋକ ତୁମ୍ଭର କ୍ଷତି କରିବାକୁ ତୁମ୍ଭକୁ ଆକ୍ରମଣ କରିବ ନାହିଁ, ଯେଣୁ ଆମ୍ଭର ଅନେକ ଲୋକ ଏହି ନଗରରେ ଅଛନ୍ତି ।" |
27729 | ACT 20:35 | ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳ ମାନଙ୍କୁ ସାହାଯ୍ୟ କରିବା, ପୁଣି, "ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ", ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି । |
28015 | ROM 1:17 | ସେଥିରେ ତ ଈଶ୍ୱରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ୱାସମୂଳକ ଓ ବିଶ୍ୱାସଜନକ, ଯେପରି ଲେଖାଅଛି, "ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ'' । |
28054 | ROM 2:24 | କାରଣ ଯେପରି ଲେଖା ଅଛି, "ତୁମ୍ଭମାନଙ୍କ ହେତୁ ଅଣଯିହୂଦୀମାନଙ୍କ ମଧ୍ୟରେ ଈଶ୍ୱରଙ୍କ ନାମ ନିନ୍ଦିତ ହେଉଅଛି ।'' |
28063 | ROM 3:4 | ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ୱର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖା ଅଛି, "ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ ।'' |
28097 | ROM 4:7 | "ଯେଉଁମାନଙ୍କର ଅପରାଧସବୁ କ୍ଷମା ହୋଇଅଛି, ଆଉ ଯେଉଁମାନଙ୍କର ପାପସବୁ ଆଚ୍ଛାଦିତ ହୋଇଅଛି, ସେମାନେ ଧନ୍ୟ । |
28108 | ROM 4:18 | "ଏହିପରି ତୁମ୍ଭର ବଂଶ ହେବ," ଏହି ଯେଉଁ କଥା କୁହାଯାଇଥିଲା, ତଦନୁସାରେ ସେ ଯେପରି ବହୁ ଜାତିର ପିତା ହୁଅନ୍ତି, ସେଥିନିମନ୍ତେ ଆଶା ନ ଥିଲେ ସୁଦ୍ଧା ଆଶା ରଖି ସେ ବିଶ୍ୱାସ କଲେ । |
28220 | ROM 8:36 | ଯେପରି ଲେଖା ଅଛି, "ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ; ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ ।'' |
28230 | ROM 9:7 | କିଅବା ଅବ୍ରହାମଙ୍କ ବଂଶ ବୋଲି ଯେ ସମସ୍ତେ ସନ୍ତାନ, ତାହା ନୁହେଁ; କିନ୍ତୁ "ଇସ୍ହାକଠାରେ ତୁମ୍ଭର ବଂଶ ଖ୍ୟାତ ହେବ" । |
28235 | ROM 9:12 | ଏଥି ନିମନ୍ତେ ଏହି କଥା ତାଙ୍କୁ କୁହାଯାଇଥିଲା, "ଜ୍ୟୋଷ୍ଠ କନିଷ୍ଠର ଦାସ ହେବ; |
28236 | ROM 9:13 | ଯେପରି ଲେଖା ଅଛି, "ଯାକୁବକୁ ଆମ୍ଭେ ପ୍ରେମ କଲୁ, କିନ୍ତୁ ଏଷୌକୁ ଘୃଣା କଲୁ ।' |
28248 | ROM 9:25 | ଯେପରି ସେ ହୋଶେୟଙ୍କ ପୁସ୍ତକରେ ମଧ୍ୟ କହନ୍ତି, "ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ ଆମ୍ଭର ଲୋକ ବୋଲି କହିବା; ଆଉ, ଯେ ଅପ୍ରିୟ ଥିଲା, ତାହାକୁ ପ୍ରିୟ ବୋଲି କହିବା ।' |
28249 | ROM 9:26 | "ପୁଣି, ଯେଉଁ ସ୍ଥାନରେ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ବୋଲି ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ସେମାନେ ଜୀବନ୍ତ ଈଶ୍ୱରଙ୍କ ପୁତ୍ରଗଣ ବୋଲି ଖ୍ୟାତ ହେବେ ।" |
28250 | ROM 9:27 | ପୁଣି, ଯିଶାଇୟ ଇସ୍ରାଏଲ ସମ୍ବନ୍ଧରେ ଉଚ୍ଚସ୍ୱରରେ କହନ୍ତି, "ଇସ୍ରାଏଲର ସନ୍ତାନମାନଙ୍କ ସଂଖ୍ୟା ସମୁଦ୍ରର ବାଲି ପରି ହେଲେ ସୁଦ୍ଧା କେବଳ ଅବଶିଷ୍ଟାଂଶ ପରିତ୍ରାଣ ପ୍ରାପ୍ତ ହେବେ;" |
28251 | ROM 9:28 | "ଯେଣୁ ପ୍ରଭୁ ପୃଥିବୀରେ ଆପଣା ବାକ୍ୟ ସାଧନ କରିବେ, ସେ ତାହା ସମ୍ପୂର୍ଣ୍ଣ ରୂପେ ସଂକ୍ଷିପ୍ତରେ କରିବେ ।' |
28252 | ROM 9:29 | ପୁଣି, ଯେପରି ଯିଶାଇୟ ପୂର୍ବେ କହିଅଛନ୍ତି, "ବାହିନୀମାନଙ୍କ ପ୍ରଭୁ ଯଦି ଆମ୍ଭମାନଙ୍କ ନିମନ୍ତେ ଗୋଟିଏ ଅବଶିଷ୍ଟାଂଶ ରଖି ନ ଥାଆନ୍ତେ, ତେବେ ଆମ୍ଭେମାନେ ସଦୋମ ପରି ହୋଇଥାଆନ୍ତୁ ଓ ଗମୋରା ତୁଲ୍ୟ କରାଯାଇଥାଆନ୍ତୁ ।" |
28256 | ROM 9:33 | ଯେପରି ଲେଖା ଅଛି, "ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ" । |
28262 | ROM 10:6 | କିନ୍ତୁ ବିଶ୍ୱାସମୂଳକ ଧାର୍ମିକତା ଏପରି କହେ, "ମନେ ମନେ କୁହ ନାହିଁ, "କିଏ ସ୍ୱର୍ଗାରୋହଣ କରିବ' (ଅର୍ଥାତ୍, ଖ୍ରୀଷ୍ଟଙ୍କୁ ଓହ୍ଲାଇଆଣିବା ନିମନ୍ତେ) ? |
28263 | ROM 10:7 | ଅବା "କିଏ ପାତାଳକୁ ଅବତରଣ କରିବ' (ଅର୍ଥାତ୍, ଖ୍ରୀଷ୍ଟଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଆଣିବା ନିମନ୍ତେ) ? |
28264 | ROM 10:8 | କିନ୍ତୁ ତାହା କ'ଣ କହେ ? "ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି', ଅର୍ଥାତ୍ ଯେଉଁ ବିଶ୍ୱାସ ସମ୍ବନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ ।" |
28271 | ROM 10:15 | ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ ? ଯେପରି ଲେଖା ଅଛି, "ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ । |
28272 | ROM 10:16 | କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ । କାରଣ ଯିଶାଇୟ କହନ୍ତି, "ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି ?' |
28275 | ROM 10:19 | କିନ୍ତୁ ମୁଁ କହେ, ଇସ୍ରାଏଲ କ'ଣ ଜାଣି ନାହାଁନ୍ତି ? ପ୍ରଥମରେ ମୋଶା କହନ୍ତି, "ଆମ୍ଭେ ନଗଣ୍ୟ ଜାତି ଦ୍ୱାରା ତୁମ୍ଭମାନଙ୍କର ଈର୍ଷା ଜନ୍ମାଇବା, ଗୋଟିଏ ନିର୍ବୋଧ ଜାତି ଦ୍ୱାରା ତୁମ୍ଭମାନଙ୍କୁ କ୍ରୋଧାନ୍ୱିତ କରିବା । |
28276 | ROM 10:20 | ତାହା ପରେ ଯିଶାଇୟ ସାହସରେ କହନ୍ତି, "ଯେଉଁମାନେ ଆମ୍ଭର ଅନ୍ୱେଷଣ କରୁ ନ ଥିଲେ, ସେମାନେ ଆମ୍ଭକୁ ପ୍ରାପ୍ତ ହେଲେ; ଯେଉଁମାନେ ଆମ୍ଭ ବିଷୟ ପଚାରୁ ନ ଥିଲେ, ସେମାନଙ୍କ ନିକଟରେ ଆମ୍ଭେ ପ୍ରକାଶିତ ହେଲୁ ।' |
28277 | ROM 10:21 | କିନ୍ତୁ ସେ ଇସ୍ରାଏଲ ବିଷୟରେ କହନ୍ତି, "ଆମ୍ଭେ ଅନାଜ୍ଞାବହ ଓ ପ୍ରତିକୂଳବାଦୀ ଲୋକମାନଙ୍କ ପ୍ରତି ଦିନଯାକ ହସ୍ତ ବିସ୍ତାର କରିଅଛୁ ।' |
28280 | ROM 11:3 | "ପ୍ରଭୁ, ସେମାନେ ତୁମ୍ଭର ଭାବବାଦୀମାନଙ୍କୁ ବଧ କରିଅଛନ୍ତି, ତୁମ୍ଭର ବେଦିଗୁଡ଼ିକ ଖୋଳି ପକାଇଅଛନ୍ତି, ଆଉ ମୁଁ ଏକାକୀ ଅବଶିଷ୍ଟ ରହିଅଛି, ପୁଣି, ସେମାନେ ମୋହର ପ୍ରାଣ ନେବାକୁ ଖୋଜୁଅଛନ୍ତି ।" |
28281 | ROM 11:4 | କିନ୍ତୁ ତାଙ୍କୁ ଈଶ୍ୱର କ'ଣ ଉତ୍ତର ଦିଅନ୍ତି ? "ଯେଉଁମାନେ ବାଆଲ୍ ସମ୍ମୁଖରେ ଆଣ୍ଠୁ ପକାଇ ନାହାଁନ୍ତି, ଏପରି ସାତ ହଜାର ଲୋକ ଆମ୍ଭେ ଆପଣା ନିମନ୍ତେ ଅବଶିଷ୍ଟ ରଖିଅଛୁ ।' |
28285 | ROM 11:8 | ଯେପରି ଲେଖା ଅଛି, "ଈଶ୍ୱର ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଜଡ଼ତାର ଆତ୍ମା ଦେଇଅଛନ୍ତି, ଏପରି ଚକ୍ଷୁ ଦେଇଅଛନ୍ତି, ଯେପରି ସେମାନେ ଦେଖିବେ ନାହିଁ, ଆଉ ଏପରି କର୍ଣ୍ଣ ଦେଇଅଛନ୍ତି, ଯେପରି ସେମାନେ ଶୁଣିବେ ନାହିଁ । |
28286 | ROM 11:9 | ପୁଣି, ଦାଉଦ କହନ୍ତି, "ସେମାନଙ୍କର ଭୋଜନ ଫାନ୍ଦ ଓ ଫାଶ ପରି ହେଉ, ପୁଣି, ସେମାନଙ୍କ ପ୍ରତି ତାହା ବିଘ୍ନ ଓ ପ୍ରତିଶୋଧସ୍ୱରୂପ ହେଉ ।' |
28303 | ROM 11:26 | ଆଉ, ଏହି ପ୍ରକାରେ ସମସ୍ତ ଇସ୍ରାଏଲ ପରିତ୍ରାଣ ପାଇବେ, ଯେପରି ଲେଖା ଅଛି, "ସିୟୋନରୁ ଉଦ୍ଧାରକର୍ତ୍ତା ଆଗମନ କରିବେ, ସେ ଯାକୁବଠାରୁ ଅଧର୍ମ ଦୂର କରିବେ ।" |
28332 | ROM 12:19 | ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ୱରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖା ଅଛି, "ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା' । |
28359 | ROM 14:11 | ଯେଣୁ ଲେଖା ଅଛି, "ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ପ୍ରତ୍ୟେକ ଆଣ୍ଠୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ୱା ଈଶ୍ୱରଙ୍କ ପ୍ରଶଂସା କରିବ ।" |
28380 | ROM 15:9 | ପୁଣି, ଯେପରି ଅଣଯିହୂଦୀମାନେ ଈଶ୍ୱରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖା ଅଛି, "ଏଥିପାଇଁ ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି ।" |
28382 | ROM 15:11 | ପୁନଶ୍ଚ, "ହେ ଅଣଯିହୂଦୀ ସମସ୍ତେ ପ୍ରଭୁଙ୍କ ପ୍ରଶଂସା କର, ଆଉ, ଲୋକ ସମସ୍ତେ ତାହାଙ୍କର ପ୍ରଶଂସା କରନ୍ତୁ ।" |
28383 | ROM 15:12 | ପୁନର୍ବାର ଯିଶାଇୟ କହନ୍ତି, "ଯିଶାଇୟଙ୍କ ମୂଳ ରହିବ, ଆଉ, ଯେ ଅଣଯିହୂଦୀଙ୍କ ଉପରେ ଶାସନ କରିବାକୁ ଉଠିବେ, ଅଣଯିହୂଦୀମାନେ ତାହାଙ୍କ ଉପରେ ଭରସା ରଖିବେ ।'' |
28392 | ROM 15:21 | ଯେପରି ଲେଖା ଅଛି, "ଯେଉଁମାନେ ତାହାଙ୍କ ସମ୍ବାଦ ପାଇ ନାହାଁନ୍ତି, ସେମାନେ ଦେଖିବେ, ଆଉ ଯେଉଁମାନେ ଶୁଣି ନାହାଁନ୍ତି, ସେମାନେ ବୁଝିବେ ।" |
28450 | 1CO 1:19 | ଯେଣୁ ଏହା ଲେଖା ଅଛି, "ଆମ୍ଭେ ଜ୍ଞାନୀମାନଙ୍କର ଜ୍ଞାନ ନଷ୍ଟ କରିବା, ଆଉ ବୁଦ୍ଧିମାନମାନଙ୍କର ବୁଦ୍ଧି ଅଗ୍ରାହ୍ୟ କରିବା "। |
28462 | 1CO 1:31 | ଅତଏବ, ଯେପରି ଲେଖା ଅଛି, "ଯେ ଦର୍ପ କରେ, ସେ ପ୍ରଭୁଙ୍କଠାରେ ଦର୍ପ କରୁ ।" |
28471 | 1CO 2:9 | କିନ୍ତୁ ଯେପରି ଲେଖା ଅଛି, "ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ୱର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି" । |
28497 | 1CO 3:19 | କାରଣ ଏହି ଜଗତର ଜ୍ଞାନ ଈଶ୍ୱରଙ୍କ ନିକଟରେ ମୂର୍ଖତା । ଯେଣୁ ଲେଖା ଅଛି," ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି"; |
28498 | 1CO 3:20 | ପୁନଶ୍ଚ, "ଜ୍ଞାନୀମାନଙ୍କର ତର୍କବିତର୍କ ଅସାର ବୋଲି ପ୍ରଭୁ ଜାଣନ୍ତି" । |
28551 | 1CO 6:16 | କିମ୍ବା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ ? କାରଣ ଉକ୍ତ ଅଛି, "ସେ ଦୁହେଁ ଏକାଙ୍ଗ ହେବେ"। |
28617 | 1CO 9:9 | କାରଣ ମୋଶାଙ୍କ ବ୍ୟବସ୍ଥାରେ ଏହା ଲେଖା ଅଛି, "ବେଙ୍ଗଳାରେ ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ"। ଈଶ୍ୱର କ'ଣ ବଳଦ ବିଷୟରେ ଚିନ୍ତା କରନ୍ତି ? |
28642 | 1CO 10:7 | ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରତିମାପୂଜକ ହେଲେ, ସେପରି ତୁମ୍ଭେମାନେ ପ୍ରତିମାପୂଜକ ହୁଅ ନାହିଁ; ଯେପରି ଲେଖା ଅଛି, "ଲୋକମାନେ ଭୋଜନପାନ କରିବାକୁ ବସିଲେ, ଆଉ ନୃତ୍ୟ କରିବାକୁ ଉଠିଲେ" । |