Wildebeest analysis examples for:   ory-ory   )    February 11, 2023 at 19:20    Script wb_pprint_html.py   by Ulf Hermjakob

24  GEN 1:24  ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍‍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।
81  GEN 4:1  ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍‍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।”
82  GEN 4:2  ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍‍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।
105  GEN 4:25  ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍‍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
108  GEN 5:2  ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।
134  GEN 5:28  ଲେମକ ଶହେ ବୟାଅଶୀ ବର୍ଷ ବୟସରେ ଏକ ପୁତ୍ର ଜାତ କରି ତାହାର ନାମ ନୋହ (ସାନ୍ତ୍ୱନା) ଦେଲେ,
197  GEN 8:13  (ନୋହଙ୍କ ବୟସର) ଛଅଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ।
210  GEN 9:4  ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍‍) ସରକ୍ତ ମାଂସ ଖାଇବ ନାହିଁ।
254  GEN 10:19  ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି, ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ (ବସତିର) ସୀମା ଥିଲା।
260  GEN 10:25  ଏହି ଏବରର ଦୁଇ ପୁତ୍ର; ଏକର ନାମ ପେଲଗ୍‍ (ବିଭାଗ), କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା; ତାହାର ଭ୍ରାତାର ନାମ ଯକ୍ତନ୍‍।
276  GEN 11:9  ସେଥିପାଇଁ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେହି ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି, ସେହି ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ।
351  GEN 14:14  ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନିଶହ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ୍‍ ନଗର ପର୍ଯ୍ୟନ୍ତ ଗଲେ।
357  GEN 14:20  ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ।
395  GEN 16:13  ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, ମଦ୍ଦର୍ଶକ ପରମେଶ୍ୱର, (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି !”
428  GEN 18:3  “ହେ ପ୍ରଭୁ, ନିବେଦନ କରୁଅଛି, ମହାଶୟଗଣ, ଯଦି ତୁମ୍ଭେମାନେ ମୋ ଉପରେ ସନ୍ତୁଷ୍ଟ ଅଛନ୍ତି, ତେବେ ଏହି ଦାସର ସ୍ଥାନରେ (ଏଠାରେ) କିଛି ସମୟ ରୁହନ୍ତୁ।
435  GEN 18:10  ତହୁଁ ସେ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଆମ୍ଭେ ଅବଶ୍ୟ ଫେରି ଆସିବା; ଦେଖ, ସେହି ସମୟରେ ତୁମ୍ଭ ଭାର୍ଯ୍ୟା ସାରାର (କୋଳରେ) ଗୋଟିଏ ପୁତ୍ର ଥିବ। ଏହି କଥା ସାରା ତମ୍ବୁ ଦ୍ୱାରରେ ତାଙ୍କ ପଛେ ଥାଇ ଶୁଣିଲେ।”
439  GEN 18:14  ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।
545  GEN 21:31  ଏଣୁ ସେହି ସ୍ଥାନର ନାମ ବେର୍‍ଶେବା (ଶପଥ-କୂପ) ହେଲା, ଯେହେତୁ ସେହିଠାରେ ସେ ଦୁହେଁ ଶପଥ କଲେ।
575  GEN 23:3  ଏଥିଉତ୍ତାରେ ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠି ଯାଇ ହେତ୍‍ର ସନ୍ତାନମାନଙ୍କୁ କହିଲେ,
689  GEN 25:30  ତହୁଁ ସେ ଯାକୁବକୁ କହିଲା, “ମୁଁ କ୍ଳାନ୍ତ ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ,” ଏହି ନିମନ୍ତେ ତାହାର ନାମ ଇଦୋମ୍‍ (ରଙ୍ଗା) ଖ୍ୟାତ ହେଲା।
713  GEN 26:20  ତହିଁରେ ଗରାରଦେଶୀୟ ପଶୁପାଳକମାନେ ଇସ୍‍ହାକଙ୍କର ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, “ଏହି ଜଳ ଆମ୍ଭମାନଙ୍କର,” ଏଣୁ ସେ ସେହି କୂପର ନାମ ଏଷକ (ବିବାଦ) ରଖିଲେ, ଯେହେତୁ ସେମାନେ ତାଙ୍କ ସହିତ ବିବାଦ କଲେ।
714  GEN 26:21  ଏଥିଉତ୍ତାରେ ତାଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ, ସେମାନେ ତହିଁ ପାଇଁ ମଧ୍ୟ ବିବାଦ କଲେ; ତହୁଁ ଇସ୍‍ହାକ ତହିଁର ନାମ ସିଟ୍‍ନା (ଶତ୍ରୁତା) ରଖିଲେ।
715  GEN 26:22  ପୁଣି, ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରହୋବୋତ୍‍ (ପ୍ରଶସ୍ତ ସ୍ଥାନ) ରଖିଲେ; କାରଣ ସେ କହିଲେ, ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ଥାନ ଦେଲେ, ଆମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ହେବା।
756  GEN 27:28  ପରମେଶ୍ୱର ଆକାଶର କାକରରୁ ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଫଳ) ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ;
763  GEN 27:35  ତହିଁରେ ଇସ୍‍ହାକ କହିଲେ, “ତୁମ୍ଭର ଭ୍ରାତା ଆସି ପ୍ରବଞ୍ଚନା କରି ତୁମ୍ଭର (ପ୍ରାପ୍ତବ୍ୟ) ଆଶୀର୍ବାଦ ହରଣ କରିଅଛି।”
764  GEN 27:36  ତହିଁରେ ଏଷୌ କହିଲା, “ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ ? ଯେହେତୁ ସେ ଦୁଇଥର ମୋତେ ପ୍ରବଞ୍ଚନା କରିଅଛି, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି, ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ମଧ୍ୟ ହରଣ କରିଅଛି।” ସେ ପୁନର୍ବାର କହିଲା, “ଆପଣ କି ମୋ’ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି ?”
788  GEN 28:14  ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ।
828  GEN 29:32  ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍‍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋ’ ସ୍ୱାମୀ ମୋତେ ଭଲ ପାଇବେ।”
829  GEN 29:33  ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ,” ଏଣୁ ସେ ତାହାର ନାମ ଶିମୀୟୋନ (ଶ୍ରବଣ) ଦେଲା।
830  GEN 29:34  ପୁନର୍ବାର ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ଏଥର ସ୍ୱାମୀ ମୋ’ଠାରେ ଆସକ୍ତ ହେବେ, ଯେହେତୁ ମୁଁ ତାଙ୍କର ତିନି ପୁତ୍ର ପ୍ରସବ କରିଅଛି,” ଏହେତୁ ତାହାର ନାମ ଲେବୀ (ଆସକ୍ତ) ଦେଲା।
831  GEN 29:35  ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, “ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି,” ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା। ଏଥିଉତ୍ତାରେ ତାହାର ଗର୍ଭ ନିବୃତ୍ତି ହେଲା।
837  GEN 30:6  ସେତେବେଳେ ରାହେଲ କହିଲା, “ପରମେଶ୍ୱର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ,” ଏଥିପାଇଁ ସେ ତାହାର ନାମ ଦାନ୍ (ବିଚାର) ରଖିଲା।
839  GEN 30:8  ସେତେବେଳେ ରାହେଲ କହିଲା, “ମୁଁ ଭଗିନୀ ସହିତ ପରମେଶ୍ୱର ସମ୍ବନ୍ଧୀୟ ମଲ୍ଲଯୁଦ୍ଧ କରି ଜୟ କଲି,” ଏଥିପାଇଁ ସେ ତାହାର ନାମ ନପ୍ତାଲି (ମଲ୍ଲଯୁଦ୍ଧ) ରଖିଲା।
842  GEN 30:11  ତହୁଁ ଲେୟା କହିଲା, “ଏ କି ସୌଭାଗ୍ୟ !” ଏଥିପାଇଁ ତାହାର ନାମ ଗାଦ୍‍ (ସୌଭାଗ୍ୟ) ରଖିଲା।
844  GEN 30:13  ତହିଁରେ ଲେୟା କହିଲା, “ମୋହର କି ଆନନ୍ଦ ! ଯୁବତୀଗଣ ମୋତେ ଆନନ୍ଦିନୀ ବୋଲିବେ,” ଏଥିପାଇଁ ସେ ତାହାର ନାମ ଆଶେର (ଆନନ୍ଦ) ରଖିଲା।
895  GEN 31:21  ଏହି ପ୍ରକାରେ ସେ ଆପଣା ସର୍ବସ୍ୱ ଘେନି ପଳାୟନ କଲା, ପୁଣି, ଉଠି (ଫରାତ୍‍) ନଦୀ ପାର ହୋଇ ଗିଲୀୟଦ ପର୍ବତ ଆଡ଼େ ଦୃଷ୍ଟି କରି ଚାଲିଲା।
921  GEN 31:47  ଏଥିଉତ୍ତାରେ ଲାବନ ତାହାର ନାମ ଯିଗର-ସାହଦୂଥା ରଖିଲା, ମାତ୍ର ଯାକୁବ ତାହାର ନାମ ଗଲୟଦ୍‍ (ସାକ୍ଷୀ ରାଶୀ) ରଖିଲା।”
922  GEN 31:48  ସେତେବେଳେ ଲାବନ କହିଲା, “ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହୋଇ ରହିଲା; ଏଥିପାଇଁ ତାହାର ନାମ ଗଲୟଦ୍‍ ଓ ମିସ୍ପା (ପ୍ରହରୀ-ସ୍ଥାନ) ରଖିଲା,”
931  GEN 32:3  ସେଥିପାଇଁ ଯାକୁବ ସେମାନଙ୍କୁ ଦେଖି କହିଲା, “ଏମାନେ ପରମେଶ୍ୱରଙ୍କ ଦଳ; ଏଥିପାଇଁ ସେହି ସ୍ଥାନର ନାମ ମହନୟିମ (ଦୁଇ ଦଳ) ରଖିଲା।”
961  GEN 32:33  ଏହେତୁ ଇସ୍ରାଏଲର ସନ୍ତାନମାନେ ଆଜି ପର୍ଯ୍ୟନ୍ତ (କୌଣସି) ଊରୁଦେଶର ଉପରିସ୍ଥ ସନ୍ଧିଶିରା ଭୋଜନ କରନ୍ତି ନାହିଁ, କାରଣ ସେ ଯାକୁବର ଊରୁଦେଶର ସନ୍ଧିଶିରା ସ୍ପର୍ଶ କରିଥିଲେ।
969  GEN 33:8  ତହିଁରେ ଏଷୌ ପଚାରିଲା, “ମୁଁ ଆଗେ ଯେଉଁ ସବୁ (ପଶ୍ୱାଦି) ଦଳ ସହିତ ଭେଟିଲି; ତାହା କି ନିମନ୍ତେ ?” ଯାକୁବ କହିଲା, “ମୋ’ ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ।”
1061  GEN 36:20  (ପୂର୍ବକାଳର) ସେହି ଦେଶନିବାସୀ ହୋରୀୟ ସେୟୀରର ସନ୍ତାନ ଲୋଟନ୍‍ ଓ ଶୋବଲ୍‍ ଓ ସିବୀୟୋନ୍‍ ଓ ଅନା
1078  GEN 36:37  ପୁଣି, ସମ୍ଳର ମରଣ ଉତ୍ତାରେ (ଫରାତ୍‍) ନଦୀର ନିକଟସ୍ଥ ରହୋବୋତ୍‍ ନିବାସୀ ଶୌଲ ତାହା ପଦରେ ରାଜତ୍ୱ କଲା।
1341  GEN 44:16  ତହିଁରେ ଯିହୁଦା କହିଲା, “ଆମ୍ଭେମାନେ ପ୍ରଭୁଙ୍କ ଛାମୁରେ ଆଉ କି ଉତ୍ତର ଦେବୁ ? ଆଉ କି କଥା କହିବୁ ? ଅବା କିପରି ଆପଣାମାନଙ୍କୁ ନିର୍ଦ୍ଦୋଷ କରିବୁ ? ପରମେଶ୍ୱର ଆପଣଙ୍କ ଦାସମାନଙ୍କର ଅପରାଧ ପ୍ରକାଶ କରିଅଛନ୍ତି; ଦେଖନ୍ତୁ, ଆମ୍ଭେମାନେ ଓ ଯାହାଠାରୁ ତାଟିଆ ମିଳିଅଛି ସେ, ପୁଣି ଆମ୍ଭେ ସମସ୍ତେ ଆପଣଙ୍କ (ପ୍ରଭୁଙ୍କର) ଦାସ ହେବୁ।”
1477  GEN 49:3  ହେ ରୁବେନ୍‍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋ’ ଶକ୍ତିର ପ୍ରଥମ ଫଳ; ପୁଣି, ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ।
1498  GEN 49:24  ମାତ୍ର ତାହାର ଧନ ଦୃଢ଼ ହୋଇ ରହିଲା, ପୁଣି, ଯେ ଯାକୁବର ବଳଦାତା (ତହିଁ ସକାଶୁ ଇସ୍ରାଏଲର ପାଳକ ଓ ଶୈଳ ବୋଲି ବିଖ୍ୟାତ),
1594  EXO 3:14  ତହିଁରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଆମ୍ଭେ ଯେ ଅଛୁ, ସେ ଅଛୁ,” ପୁଣି, ସେ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିବ, ସ୍ୱୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି।”
1595  EXO 3:15  ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଏହି କଥା କହିବ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।
1658  EXO 6:2  ପରମେଶ୍ୱର ମୋଶାଙ୍କ ସହିତ ଆଳାପ କରି ଆହୁରି କହିଲେ, “ଆମ୍ଭେ ଯିହୋବାଃ (ସଦାପ୍ରଭୁ);
1977  EXO 16:29  ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦେବା ସକାଶୁ ସେ (ସଦାପ୍ରଭୁ) ତୁମ୍ଭମାନଙ୍କୁ ଷଷ୍ଠ ଦିନରେ ଦୁଇ ଦିନର ଖାଦ୍ୟ ଦିଅନ୍ତି; ତୁମ୍ଭେମାନେ ପ୍ରତି ଜଣ ସପ୍ତମ ଦିନରେ ଆପଣା ଆପଣା ସ୍ଥାନରୁ ବାହାରକୁ ନ ଯାଇ ସ୍ୱ ସ୍ୱ ସ୍ଥାନରେ ଥାଅ।”
2011  EXO 18:11  ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ୍, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ୍।”)
2108  EXO 21:30  ଯଦ୍ୟପି ତାହାର (ପ୍ରାଣ) ନିମନ୍ତେ ପ୍ରାୟଶ୍ଚିତ୍ତ ନିରୂପିତ ହୁଏ, ତେବେ ସେ ପ୍ରାଣମୁକ୍ତି ନିମନ୍ତେ ସମୁଦାୟ ନିରୂପିତ ମୂଲ୍ୟ ଦେବ।
2143  EXO 22:28  ତୁମ୍ଭେ ଆପଣା ଶସ୍ୟର ପୂର୍ଣ୍ଣତାରୁ ଓ (ଫଳାଦିର) ରସରୁ ଉତ୍ସର୍ଗ କରିବାକୁ ବିଳମ୍ବ କରିବ ନାହିଁ। ତୁମ୍ଭେ ଆପଣା ପ୍ରଥମଜାତ ପୁତ୍ରମାନଙ୍କୁ ଆମ୍ଭଙ୍କୁ ଦେବ।
2287  EXO 27:14  (ଦ୍ୱାରର) ଏକ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ।
2324  EXO 28:30  ସେହି ବିଚାରାର୍ଥକ ବୁକୁପଟାରେ ତୁମ୍ଭେ ଉରୀମ୍‍ ଓ ତୁମ୍ମୀମ୍‍ (ଦୀପ୍ତି ଓ ସିଦ୍ଧି) ରଖିବ; ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରଭୁଙ୍କ ଛାମୁରେ ପ୍ରବେଶ କରିବ, ସେହି ସମୟରେ ହାରୋଣର ହୃଦୟ ଉପରେ ତାହା ରହିବ, ପୁଣି, ହାରୋଣ ସଦାପ୍ରଭୁଙ୍କ ଛାମୁରେ ନିତ୍ୟ ନିତ୍ୟ ଇସ୍ରାଏଲ ସନ୍ତାନଗଣର ବିଚାର ଆପଣା ହୃଦୟ ଉପରେ ବହିବ।
2366  EXO 29:29  ପୁଣି, ହାରୋଣର (ମୁତ୍ୟୁ) ଉତ୍ତାରେ ତାହାର ପବିତ୍ର ବସ୍ତ୍ରସକଳ ତାହାର ପୁତ୍ରଗଣର ହେବ; ଅଭିଷେକ ଓ ପଦ ନିଯୁକ୍ତି ସମୟରେ ସେମାନେ ତାହା ପରିଧାନ କରିବେ।
2379  EXO 29:42  ଏହା ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେହି ସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା।
2380  EXO 29:43  ଆଉ ସେହି ସ୍ଥାନରେ ଆମ୍ଭେ ଇସ୍ରାଏଲ ସନ୍ତାନଗଣ ସହିତ ସାକ୍ଷାତ କରିବା; ପୁଣି, ଆମ୍ଭ ପ୍ରତାପରେ (ତମ୍ବୁ) ପବିତ୍ରୀକୃତ ହେବ।
2396  EXO 30:13  ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଅର୍ଦ୍ଧ ଶେକଲ ଦେବ; (କୋଡ଼ିଏ ଗେରାରେ ଏକ ଶେକଲ); ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପ୍ରାପ୍ୟ ଉପହାର ହେବ।
2511  EXO 34:14  ଯେହେତୁ ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ, କାରଣ ସଦାପ୍ରଭୁଙ୍କ ନାମ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ, ସେ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ ପରମେଶ୍ୱର ଅଟନ୍ତି।
2749  LEV 1:3  ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂ ପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।
3003  LEV 11:5  ପୁଣି ଶାଫନ୍‍ (ଓଧ) ପଶୁ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।
3027  LEV 11:29  ଆଉ, ଭୂଚର ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସବୁ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ଖୋଲେଦ (ଗୋଧି) ଓ ମୂଷା; ପୁଣି, ଆପଣା ଆପଣା ଜାତି ଅନୁସାରେ ବଡ଼ ଏଣ୍ଡୁଅ;
3028  LEV 11:30  ଆଉ, ଏଣ୍ଡୁଅ ଓ ସ୍ଥଳ କୁମ୍ଭୀର, ଝିଟିପିଟି, ବାଲିଏଣ୍ଡୁଅ ଓ ବହୁରୂପୀ (ପୋହଳା ଏଣ୍ଡୁଅ)
3100  LEV 13:47  ମଧ୍ୟ ଯେଉଁ ବସ୍ତ୍ରରେ କୁଷ୍ଠରୋଗର ଦାଗ ହୁଏ, ତାହା ଲୋମ ବସ୍ତ୍ର ହେଉ କି ମସିନା(ସୂତା) ବସ୍ତ୍ର ହେଉ,
3101  LEV 13:48  ଅବା ତାହା ଲୋମ କି ମସିନା(ସୂତା)ଟାଣୀରେ କି ପଡୀୟାଣରେ ହେଉ; କିଅବା ଚର୍ମରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ହେଉ;
3116  LEV 14:4  ତେବେ ଯେଉଁ ଲୋକ ଶୁଚି ହେବାକୁ ଅଛି, ଯାଜକ ସେହି ଲୋକ ନିମନ୍ତେ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବା ପାଇଁ ଆଜ୍ଞା ଦେବ।
3118  LEV 14:6  ତହିଁ ଉତ୍ତାରେ ସେ ସେହି ଜୀଅନ୍ତା ପକ୍ଷୀକୁ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେଇ ସେହି ସ୍ରୋତଜଳ ଉପରେ ହତ ପକ୍ଷୀର ରକ୍ତରେ ଜୀଅନ୍ତା ପକ୍ଷୀକୁ ଓ ସେହି ସବୁ ଡୁବାଇବ;
3161  LEV 14:49  ତହୁଁ ସେ ସେହି ଗୃହକୁ ଶୁଚି କରିବା ପାଇଁ ଦୁଇ ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବ;
3163  LEV 14:51  ତହୁଁ ସେ ସେହି ଏରସ କାଠ, ଏସୋବ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଜୀଅନ୍ତା ପକ୍ଷୀକୁ ନେଇ ହତ ପକ୍ଷୀର ରକ୍ତରେ ଓ ସେହି ସ୍ରୋତଜଳରେ ଡୁବାଇବ ଓ ସେହି ଗୃହରେ ସାତ ଥର ଛିଞ୍ଚିବ।
3164  LEV 14:52  ଏହି ପ୍ରକାରେ ପକ୍ଷୀର ରକ୍ତ ଦ୍ୱାରା, ସ୍ରୋତଜଳ ଦ୍ୱାରା, ଜୀଅନ୍ତା ପକ୍ଷୀ ଦ୍ୱାରା, ଏରସ କାଠ ଦ୍ୱାରା, ଏସୋବ ଦ୍ୱାରା ଓ ସିନ୍ଦୂର ବର୍ଣ୍ଣ (ଲୋମ) ଦ୍ୱାରା ସେହି ଗୃହକୁ ଶୁଚି କରିବ।
3252  LEV 17:16  ମାତ୍ର ଯଦି ସେ (ବସ୍ତ୍ର) ଧୌତ ନ କରେ କି ସ୍ନାନ ନ କରେ, ତେବେ ସେ ଆପଣା ଅପରାଧ ବୋହିବ।”
3391  LEV 22:21  ଆଉ, କୌଣସି ଲୋକ ଯଦି ମାନତ ସିଦ୍ଧି ନିମନ୍ତେ ଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ (ଗାଈଗୋରୁ ପଲ) ଅବା ପଲରୁ (ମେଷ, ଛାଗ ପଲ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁନ୍ତ ହେବ; ତାହାଠାରେ କୌଣସି ଖୁଣ ନ ଥିବ।
3394  LEV 22:24  ଆଉ, ଯାହାର କୋଷ ମଳା, ଛେଚା, ଭଙ୍ଗା, କଟା, ଏପରି (ପଶୁ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ; କିଅବା ତୁମ୍ଭେମାନେ ଆପଣା ଦେଶରେ ଏପରି ବଳି ଉତ୍ସର୍ଗ କରିବ ନାହିଁ।
3424  LEV 23:21  ଆଉ, ତୁମ୍ଭେମାନେ ସେହି ଦିନ (ସଭାର) ଘୋଷଣା କରିବ; ତହିଁରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।
3458  LEV 24:11  ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଅଭିଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ; ତାହାର ମାତାର ନାମ ଶଲୋମୀତ୍‍, ସେ ଦାନ୍ ବଂଶୀୟ ଦିବ୍ରିର କନ୍ୟା ଥିଲା।
3480  LEV 25:10  ପୁଣି, ତୁମ୍ଭେମାନେ ପଚାଶତମ ବର୍ଷକୁ ପବିତ୍ର ରୂପେ ମାନ୍ୟ କରିବ, ଆଉ ସମୁଦାୟ ଦେଶରେ ତହିଁର ସମସ୍ତ ନିବାସୀମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ; ତାହା ତୁମ୍ଭମାନଙ୍କ ନିମନ୍ତେ ଯୁବ୍‍ଲୀ (ମହା ଉଲ୍ଲାସ ଉତ୍ସବ) ହେବ ଓ ତୁମ୍ଭେମାନେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ଓ ପ୍ରତି ଜଣ ଆପଣା ଆପଣା ବଂଶ ନିକଟକୁ ଫେରିଯିବ।
3506  LEV 25:36  ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି (ଦେଢ଼ଗୁଣ ସୁଧହାର) ନିଅ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନଯାପନ କରିବ।
3507  LEV 25:37  ତୁମ୍ଭେ ସୁଧରେ ତାହାକୁ ଟଙ୍କା ଦେବ ନାହିଁ, କିଅବା ଦେଢ଼ି (ଦେଢ଼ଗୁଣ ସୁଧହାର) ପାଇଁ ତାହାକୁ ଆପଣା ଅନ୍ନ ଦେବ ନାହିଁ।
3556  LEV 26:31  ଆମ୍ଭେ ତୁମ୍ଭମାନଙ୍କ ନଗରସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ର ସ୍ଥାନସକଳ ଶୂନ୍ୟ କରିବା ଓ ଆମ୍ଭେ ତୁମ୍ଭମାନଙ୍କର (ଦତ୍ତ) ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ।
3561  LEV 26:36  ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେତେ ଅବଶିଷ୍ଟ ରହିବେ, ଆମ୍ଭେ ଶତ୍ରୁଗଣର ଦେଶରେ ସେମାନଙ୍କ ହୃଦୟରେ ଭୀରୁତା ପଠାଇବା ଯଦ୍ଦ୍ୱାରା (ବାୟୁରେ) ଚାଳିତ ପତ୍ରର ଶବ୍ଦ ମଧ୍ୟ ସେମାନଙ୍କୁ ଘଉଡ଼ାଇ ଦେବ; ପୁଣି ଖଡ୍ଗଧାରରୁ ପଳାଇଲା ଲୋକ ପରି ସେମାନେ ପଳାଇବେ ଓ କେହି ସେମାନଙ୍କୁ ନ ଗୋଡ଼ାଇଲେ ହେଁ ସେମାନେ ପତିତ ହେବେ।
3740  NUM 3:47  ତୁମ୍ଭେ ମୁଣ୍ଡ ପିଛା ପାଞ୍ଚ ଶେକଲ ଲେଖାଏଁ ନେବ; ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭେ ତାହା ନେବ, (କୋଡ଼ିଏ ଗେରାରେ ଏକ ଶେକଲ)
3748  NUM 4:4  ସମାଗମ-ତମ୍ବୁରେ ମହାପବିତ୍ର ଦ୍ରବ୍ୟାଦିର (ରକ୍ଷା) କହାତ-ସନ୍ତାନଗଣର ସେବା ଅଟେ।
4030  NUM 11:5  ଆମ୍ଭେମାନେ ମିସର ଦେଶରେ ବିନାମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନରେ ପଡ଼େ; ସେ କାକୁଡ଼ି, ସେ ଖରଭୁଜ, ସେ ପରୁ, ସେ ପିଆଜ ଓ ରସୁଣ (ମନରେ ପଡ଼େ);
4053  NUM 11:28  ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ।”
4100  NUM 13:24  ଇସ୍ରାଏଲ ସନ୍ତାନଗଣ ଯେଉଁ ଦ୍ରାକ୍ଷାପେଣ୍ଡା କାଟିଥିଲେ, ତହିଁ ସକାଶୁ ସେହି ସ୍ଥାନ ଇଷ୍କୋଲ (ପେଣ୍ଡା) ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା।
4169  NUM 15:15  ସମାଜ ନିମନ୍ତେ, (ଅର୍ଥାତ୍‍) ତୁମ୍ଭମାନଙ୍କ ନିମନ୍ତେ ଓ ପ୍ରବାସକାରୀ ବିଦେଶୀ ଲୋକ ନିମନ୍ତେ ଏକ ବ୍ୟବସ୍ଥା ହେବ, ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧି; ସଦାପ୍ରଭୁଙ୍କ ଛାମୁରେ ଯେପରି ତୁମ୍ଭେମାନେ ଅଟ, ସେପରି ବିଦେଶୀ ଲୋକମାନେ ହେବେ।
4184  NUM 15:30  ମାତ୍ର ଯେଉଁ ପ୍ରାଣୀ ଉର୍ଦ୍ଧ୍ୱ ହସ୍ତରେ କୌଣସି (ପାପ) କର୍ମ କରେ, ସେ ଗୃହଜାତ ହେଉ ବା ବିଦେଶୀ ହେଉ, ସଦାପ୍ରଭୁଙ୍କର ନିନ୍ଦା କରେ; ଏଣୁ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
4233  NUM 17:3  ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପ- କର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହା ସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ ସନ୍ତାନଗଣ ପ୍ରତି ଚିହ୍ନ ସ୍ୱରୂପ ହେବ।”
4265  NUM 18:7  ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।”
4296  NUM 19:6  ତହୁଁ ଯାଜକ ଏରସ କାଠ, ଏସୋବ ଓ ସିନ୍ଦୂରବର୍ଣ୍ଣ (ଲୋମ) ନେଇ ସେହି ଗାଭୀଦାହର ଅଗ୍ନି ମଧ୍ୟରେ ପକାଇବ।
4325  NUM 20:13  ଏହିସବୁ ମିରୀବାଃ-ଜଳ, (ବିବାଦର ଜଳ); ଯେହେତୁ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ସହିତ ବିବାଦ କଲେ ଓ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେଲେ।
4330  NUM 20:18  ତହିଁରେ ଇଦୋମ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ (ଦେଶର) ମଧ୍ୟଦେଇ ଯିବ ନାହିଁ, ଗଲେ ଆମ୍ଭେ ଖଡ୍ଗ ନେଇ ତୁମ୍ଭ ବିରୁଦ୍ଧରେ ବାହାର ହେବା।”
4331  NUM 20:19  ସେତେବେଳେ ଇସ୍ରାଏଲ ସନ୍ତାନଗଣ ତାଙ୍କୁ କହିଲେ, “ଆମ୍ଭେମାନେ କେବଳ ସଡ଼କ ଦେଇ ଯିବୁ ଯଦି ଆମ୍ଭେମାନେ, ଆମ୍ଭେ କି ଆମ୍ଭ ପଶୁମାନେ ତୁମ୍ଭ ଜଳ ପାନ କରିବୁ, ତେବେ ଆମ୍ଭେ ତହିଁର ମୂଲ୍ୟ ଦେବୁ; ଆଉ କିଛି କଥା ନାହିଁ, କେବଳ ଆମ୍ଭକୁ ଆପଣା ପାଦରେ (ଦେଶ) ଦେଇ ଯିବାକୁ ଦିଅ।”
4332  NUM 20:20  ତହୁଁ ସେ କହିଲେ, “ତୁମ୍ଭେ (ଦେଶ) ଦେଇ ଯିବ ନାହିଁ। ଏଉତ୍ତାରେ ଇଦୋମ ଅନେକ ଲୋକ ସଙ୍ଗରେ ନେଇ ମହାବଳରେ ତାଙ୍କ ବିରୁଦ୍ଧରେ ବାହାର ହେଲେ।”
4338  NUM 20:26  ପୁଣି, ହାରୋଣଠାରୁ ତାହାର ବସ୍ତ୍ର କାଢ଼ି ତାହାର ପୁତ୍ର ଇଲୀୟାସରକୁ ପିନ୍ଧାଅ; ଯେଣୁ ହାରୋଣ (ଆପଣା ଲୋକମାନଙ୍କ ନିକଟରେ) ସଂଗୃହୀତ ହେବ ଓ ସେ ସେହି ସ୍ଥାନରେ ମରିବ।
4356  NUM 21:15  ପୁଣି, ଆରର ବାସସ୍ଥାନଗାମୀ ଓ ମୋୟାବ-ସୀମାର ପାର୍ଶ୍ଵସ୍ଥିତ ଗଡ଼ନ୍ତି ଉପତ୍ୟକାସକଳକୁ (ସେ ଜୟ କଲେ।”)
4357  NUM 21:16  ସେଠାରୁ ସେମାନେ (ଯାତ୍ରା କରି) ବେର (କୂପ) ନାମକ ସ୍ଥାନକୁ ଆସିଲେ। ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର, ଆମ୍ଭେ ସେମାନଙ୍କୁ ଜଳ ଦେବା।”
4423  NUM 23:6  ତହିଁରେ ସେ ତାଙ୍କ ନିକଟକୁ ଫେରିଗଲା, ସେହି ସମୟରେ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ସେ ଓ ମୋୟାବର ଅଧିପତି ସମସ୍ତେ (ଠିଆ ହୋଇଥିଲେ)
4490  NUM 25:18  କାରଣ ପିୟୋର (ଦେବତା) ବିଷୟକ ଛଳରେ ଓ ସେହି ପିୟୋର ଲାଗି ମାରୀ ଦିନରେ ହତ ହେଲା ଯେ ସେମାନଙ୍କ ଆତ୍ମୀୟା କସ୍ୱୀ ନାମ୍ନୀ ମିଦୀୟନୀୟ ରାଜକୁମାରୀ, ତାହାରି ବିଷୟକ ଛଳରେ ସେମାନେ ତୁମ୍ଭମାନଙ୍କୁ ଛଳ କରି କ୍ଳେଶ ଦେଲେ।”