57 | GEN 3:1 | ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?” |
65 | GEN 3:9 | ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ ?” |
67 | GEN 3:11 | ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?” |
69 | GEN 3:13 | ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।” |
86 | GEN 4:6 | ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ ? ଆଉ କାହିଁକି ଦୁଃଖିତ ହେଉଅଛ ? |
87 | GEN 4:7 | ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।” |
89 | GEN 4:9 | ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?” |
90 | GEN 4:10 | ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି। |
317 | GEN 12:18 | ଏହେତୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭ ସହିତ ଏ କି ବ୍ୟବହାର କଲ ? |
318 | GEN 12:19 | ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏକଥା ଆମ୍ଭକୁ କାହିଁକି କହିଲ ନାହିଁ ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ ? ତହିଁରେ ଅାମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ।” |
328 | GEN 13:9 | ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋ’ଠାରୁ ପୃଥକ୍ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଡାହାଣକୁ ଯାଏ; ନୋହିଲେ ତୁମ୍ଭେ ଡାହାଣକୁ ଯାଅ, ମୁଁ ବାମକୁ ଯିବି। |
363 | GEN 15:2 | ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୁ ସଦାପ୍ରଭୁ, ତୁମ୍ଭେ ମୋତେ କ’ଣ ଦେବ ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋ’ ଗୃହର ଧନାଧିକାରୀ ଅଟେ।” |
369 | GEN 15:8 | ତହୁଁ ଅବ୍ରାମ କହିଲେ, “ହେ ପ୍ରଭୁ, ସଦାପ୍ରଭୁ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି ?” |
390 | GEN 16:8 | “ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ ? ପୁଣି, କେଉଁଠାକୁ ଯିବ ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।” |
415 | GEN 17:17 | ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ ?” |
434 | GEN 18:9 | ତହିଁ ଉତ୍ତାରୁ ସେମାନେ ତାଙ୍କୁ ପଚାରିଲେ, “ତୁମ୍ଭର ଭାର୍ଯ୍ୟା ସାରା କେଉଁଠାରେ ?” ସେ କହିଲେ, “ଦେଖନ୍ତୁ, ସେ ତମ୍ବୁରେ ଅଛନ୍ତି।” |
437 | GEN 18:12 | ଏନିମନ୍ତେ ସାରା ହସି ମନେ ମନେ କହିଲେ, “ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ।” |
438 | GEN 18:13 | ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, ଆପଣାର ବୃଦ୍ଧାବସ୍ଥାରେ କି ନିଶ୍ଚୟ ସନ୍ତାନ ଜନ୍ମିବ, ଏହା ଭାବି ସାରା କାହିଁକି ହସିଲା ? |
439 | GEN 18:14 | ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ। |
442 | GEN 18:17 | ତହୁଁ ସଦାପ୍ରଭୁ କହିଲେ, “ଆମ୍ଭେ ଯାହା କରିବାକୁ ଉଦ୍ୟତ ଅଟୁ, ତାହା କି ଅବ୍ରହାମଠାରୁ ଲୁଚାଇବା ? |
448 | GEN 18:23 | ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ ? |
449 | GEN 18:24 | ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ ? |
450 | GEN 18:25 | ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟ ବିଚାର କରିବେ ନାହିଁ ?” |
453 | GEN 18:28 | ହୋଇପାରେ, ପଚାଶ ଜଣ ଧାର୍ମିକ ମଧ୍ୟରୁ ପାଞ୍ଚ ଜଣ ଊଣା ଥିବେ; ସେହି ପାଞ୍ଚ ଜଣ ଊଣା ହେବା ସକାଶୁ କି ଆପଣ ସମସ୍ତ ନଗର ବିନଷ୍ଟ କରିବେ ?” ସଦାପ୍ରଭୁ କହିଲେ, “ଆମ୍ଭେ ପଞ୍ଚଚାଳିଶ ଜଣ ପାଇଲେ, ତାହା ବିନଷ୍ଟ କରିବା ନାହିଁ।” |
463 | GEN 19:5 | ପୁଣି, ଲୋଟକୁ ଡାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି ? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।” |
470 | GEN 19:12 | ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ଲୋଟକୁ କହିଲେ, “ଏସ୍ଥାନରେ ତୁମ୍ଭର ଆଉ କିଏ କିଏ ଅଛନ୍ତି ? ଜୁଆଁଇ ଓ ତୁମ୍ଭର ପୁତ୍ରକନ୍ୟାଦି ଯେତେ ଲୋକ ଏ ନଗରରେ ଅଛନ୍ତି, ସେ ସମସ୍ତଙ୍କୁ ଏସ୍ଥାନରୁ ନେଇଯାଅ; |
478 | GEN 19:20 | ଦେଖନ୍ତୁ, ପଳାଇ ଯିବାକୁ ସେହି ନଗର ନିକଟବର୍ତ୍ତୀ, ତାହା କ୍ଷୁଦ୍ର; ସେହି ସ୍ଥାନକୁ ପଳାଇବାକୁ ଆଜ୍ଞା କରନ୍ତୁ, ତହିଁରେ ମୋହର ପ୍ରାଣ ବଞ୍ଚିବ; ତାହା କି କ୍ଷୁଦ୍ର ନୁହେଁ ?” |
500 | GEN 20:4 | ମାତ୍ର ଅବିମେଲକ ତାହାର ସହବାସ କରି ନ ଥିବାରୁ କହିଲେ, “ହେ ପ୍ରଭୁ, ଯେଉଁ ଦେଶୀୟ ଲୋକେ ନିର୍ଦ୍ଦୋଷ, ସେମାନଙ୍କୁ ହିଁ କି ଆପଣ ବଧ କରିବେ ? |
501 | GEN 20:5 | ସେହି ବ୍ୟକ୍ତି କି ନିଜେ ମୋତେ କହି ନ ଥିଲା ଯେ, ସେ ମୋହର ଭଗିନୀ ? ପୁଣି, ସେହି ସ୍ତ୍ରୀ ନିଜେ କହିଲା କି ସେ ମୋହର ଭ୍ରାତା; ଏଣୁ ମନର ସରଳତା ଓ ହସ୍ତର ନିର୍ଦ୍ଦୋଷତାରେ ମୁଁ ଏହି କାର୍ଯ୍ୟ କରିଅଛି।” |
505 | GEN 20:9 | ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ।” |
506 | GEN 20:10 | ଅବିମେଲକ ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ କ’ଣ ଦେଖି ଏରୂପ କର୍ମ କଲ ?” |
521 | GEN 21:7 | ସେ ଆହୁରି କହିଲେ, “ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏକଥା ଅବ୍ରହାମଙ୍କୁ କିଏ କହିପାରନ୍ତା ? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି।” |
531 | GEN 21:17 | ସେତେବେଳେ ପରମେଶ୍ୱର ବାଳକର ରବ ଶୁଣିଲେ; ପୁଣି, ପରମେଶ୍ୱରଙ୍କ ଦୂତ ଆକାଶରୁ ଡାକି ହାଗାରଙ୍କୁ କହିଲେ, “ଆଗୋ ହାଗାର, ତୁମ୍ଭର କଅଣ ହେଲା ? ଭୟ କର ନାହିଁ; କାରଣ, ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ୱର ତାହାର ରବ ଶୁଣିଅଛନ୍ତି। |
543 | GEN 21:29 | ତହିଁରେ ଅବିମେଲକ ଅବ୍ରହାମଙ୍କୁ ପଚାରିଲେ, “ତୁମ୍ଭେ କି ଅଭିପ୍ରାୟରେ ଏହି ସାତଗୋଟି ମେଷବତ୍ସା ପୃଥକ କରି ରଖିଲ ?” |
555 | GEN 22:7 | ଆଉ ଇସ୍ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, “ହେ ମୋହର ପିତଃ।” ତହିଁରେ ସେ ଉତ୍ତର କଲେ, “ପୁତ୍ର, ଦେଖ, ମୁଁ ଏଠାରେ।” ସେତେବେଳେ ସେ ପଚାରିଲା, “ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢା ଛୁଆ କାହିଁ ?” |
587 | GEN 23:15 | “ପ୍ରଭୁ, ମୋ’ କଥା ଶୁଣନ୍ତୁ; ଭୂମି ଖଣ୍ଡକର ମୂଲ୍ୟ ତ ଚାରିଶହ ଶେକଲ ରୂପା, ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର ? ଏଥିପାଇଁ ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।” |
597 | GEN 24:5 | ସେତେବେଳେ ସେହି ଦାସ ତାଙ୍କୁ କହିଲା, “ଯଦି କୌଣସି କନ୍ୟା ମୋ’ ସହିତ ଏ ଦେଶକୁ ଆସିବା ପାଇଁ ସମ୍ମତ ନୋହିବ, ତେବେ ଯେଉଁ ଦେଶରୁ ତୁମ୍ଭେ ଆସିଅଛ, ସେହି ଦେଶକୁ କି ତୁମ୍ଭ ପୁତ୍ରଙ୍କୁ ନେଇଯିବି ?” |
615 | GEN 24:23 | “ନିବେଦନ କରୁଅଛି, ତୁମ୍ଭେ କାହାର କନ୍ୟା, ମୋତେ କୁହ। ତୁମ୍ଭ ପିତାଙ୍କ ଗୃହରେ ଆମ୍ଭମାନଙ୍କର ରାତ୍ରି କ୍ଷେପଣ କରିବାକୁ କି ସ୍ଥାନ ଅଛି ?” |
623 | GEN 24:31 | “ହେ ସଦାପ୍ରଭୁଙ୍କ ଆଶୀର୍ବାଦପାତ୍ର, ଭିତରକୁ ଆସ, ତୁମ୍ଭେ କାହିଁକି ବାହାରେ ଛିଡ଼ା ହେଉଅଛ ? ମୁଁ ତ ଘର ଓ ଓଟମାନଙ୍କ ପାଇଁ ସ୍ଥାନ ପ୍ରସ୍ତୁତ କରିଅଛି।” |
639 | GEN 24:47 | ଏଥିଉତ୍ତାରେ ମୁଁ ତାହାକୁ ପଚାରିଲି, “ତୁମ୍ଭେ କାହାର କନ୍ୟା ?” ତହିଁରେ ସେ କହିଲା, “ନାହୋରର ଔରସରେ ମିଲ୍କାର ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।” ତହୁଁ ମୁଁ ତାହାର ନାସିକାରେ ନଥ ଓ ହସ୍ତରେ ବଳା ପିନ୍ଧାଇଲି। |
650 | GEN 24:58 | ଏଥିଉତ୍ତାରେ ସେମାନେ ରିବିକାକୁ ଡାକି କହିଲେ, “ତୁମ୍ଭେ କି ଏହି ମନୁଷ୍ୟ ସଙ୍ଗରେ ଯିବ ?” ତହୁଁ ସେ କହିଲା, “ଯିବି।” |
657 | GEN 24:65 | ପୁଣି, ସେ ସେହି ଦାସକୁ ପଚାରିଲା, “ଆମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଯେ କ୍ଷେତ୍ର ମଧ୍ୟରେ ଆସୁଅଛି, ସେହି ପୁରୁଷ କିଏ ?” ତହିଁରେ ଦାସ ଉତ୍ତର କଲା, “ସେ ମୋହର ପ୍ରଭୁ,” ଏଣୁ ରିବିକା ଘୋଡ଼ଣୀ ନେଇ ଆପଣାକୁ ଆଚ୍ଛାଦନ କଲା। |
681 | GEN 25:22 | ଏଥିଉତ୍ତାରେ ତାହାର ଗର୍ଭ ମଧ୍ୟରେ ଶିଶୁମାନେ ଛନ୍ଦାଛନ୍ଦି ହେବାରୁ, ମୋହର ଏପରି କାହିଁକି ହେଲା ? ଏପରି କି ହୋଇଥାଏ ? ଏହା ଭାବି ସେ ସଦାପ୍ରଭୁଙ୍କ ନିକଟକୁ ପଚାରିବା ପାଇଁ ଗଲା। |
691 | GEN 25:32 | ଏଷୌ ଉତ୍ତର କଲା, “ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ ?” |
702 | GEN 26:9 | ତେଣୁ ଅବିମେଲକ ଇସ୍ହାକଙ୍କୁ ଡକାଇ କହିଲେ, “ସେ ସ୍ତ୍ରୀ ଅବଶ୍ୟ ତୁମ୍ଭର ଭାର୍ଯ୍ୟା; ତେବେ ତୁମ୍ଭେ ତାହାକୁ ଆପଣା ଭଗିନୀ ବୋଲି କିପରି କହିଲ ?” ସେତେବେଳେ ଇସ୍ହାକ ଉତ୍ତର କଲେ, “ମୁଁ ଭାବିଲି, କେଜାଣି ତାହା ଲାଗି ମୋହର ମୃତ୍ୟୁୁ ହେବ।” |
703 | GEN 26:10 | ତହିଁରେ ଅବିମେଲକ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ।” |
720 | GEN 26:27 | ତହିଁରେ ଇସ୍ହାକ ସେମାନଙ୍କୁ କହିଲେ, “ତୁମ୍ଭେମାନେ ତ ମୋତେ ଘୃଣା କରୁଅଛ, ପୁଣି, ଆପଣାମାନଙ୍କ ମଧ୍ୟରୁ ମୋତେ ଦୂର କରି ଦେଇଥିଲ, ଏବେ ମୋ’ ନିକଟକୁ କାହିଁକି ଆସିଅଛ ?” |
746 | GEN 27:18 | ତହୁଁ ଯାକୁବ ଆପଣା ପିତା ନିକଟକୁ ଯାଇ କହିଲା, “ପିତଃ,” ସେ ଉତ୍ତର କଲେ, “ଦେଖ, ମୁଁ ଏଠାରେ ପୁତ୍ର, ତୁମ୍ଭେ କିଏ ?” |
748 | GEN 27:20 | ତହିଁରେ ଇସ୍ହାକ ଆପଣା ପୁତ୍ରକୁ କହିଲେ, “ପୁତ୍ର, ତୁମ୍ଭେ ଏତେ ଶୀଘ୍ର ତାହା କିପରି ପାଇଲ ?” ସେ କହିଲା, “ଆପଣଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତାହା ଭେଟାଇ ଦେଲେ।” |
752 | GEN 27:24 | ଏଥିଉତ୍ତାରେ ସେ କହିଲେ, “ତୁମ୍ଭେ କି ନିତାନ୍ତ ମୋହର ପୁତ୍ର ଏଷୌ ?” ସେ କହିଲା, “ହଁ, ମୁଁ ସେହି।” |
760 | GEN 27:32 | ତହିଁରେ ତାହାର ପିତା ଇସ୍ହାକ କହିଲେ, “ତୁମ୍ଭେ କିଏ ?” ସେ କହିଲା, “ମୁଁ ଆପଣଙ୍କ ପୁତ୍ର, ଆପଣଙ୍କ ପ୍ରଥମଜାତ ଏଷୌ।” |
761 | GEN 27:33 | ସେତେବେଳେ ଇସ୍ହାକ ଅତିଶୟ କମ୍ପିତ ହୋଇ କହିଲେ, “ତେବେ ଯେ ମୋ’ ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ।” |
764 | GEN 27:36 | ତହିଁରେ ଏଷୌ କହିଲା, “ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ ? ଯେହେତୁ ସେ ଦୁଇଥର ମୋତେ ପ୍ରବଞ୍ଚନା କରିଅଛି, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି, ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ମଧ୍ୟ ହରଣ କରିଅଛି।” ସେ ପୁନର୍ବାର କହିଲା, “ଆପଣ କି ମୋ’ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି ?” |
765 | GEN 27:37 | ତହୁଁ ଇସ୍ହାକ ଏଷୌକୁ କହିଲେ, “ଦେଖ, ମୁଁ ତାହାକୁ ତୁମ୍ଭର କର୍ତ୍ତା କଲି, ପୁଣି, ତାହାର ଜ୍ଞାତି ସମସ୍ତଙ୍କୁ ତାହାର ଅଧୀନ କଲି, ଆଉ ଶସ୍ୟ ଓ ଦ୍ରାକ୍ଷାରସ ଦ୍ୱାରା ତାହାକୁ ସବଳ କଲି; ଏହେତୁ ପୁତ୍ର, ଏବେ ତୁମ୍ଭ ନିମନ୍ତେ ଆଉ କଅଣ କରିପାରେ ?” |
766 | GEN 27:38 | ତହିଁରେ ଏଷୌ ପୁନର୍ବାର ଆପଣା ପିତାଙ୍କୁ କହିଲା, “ପିତଃ, ଆପଣଙ୍କର କି କେବଳ ଗୋଟିଏ ଆଶୀର୍ବାଦ ଥିଲା ? ହେ ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।” ଏହା କହି ଏଷୌ ଉଚ୍ଚସ୍ୱରରେ କାନ୍ଦିବାକୁ ଲାଗିଲା। |
773 | GEN 27:45 | ଏଥିଉତ୍ତାରେ ତୁମ୍ଭ ପ୍ରତି ତୁମ୍ଭ ଭ୍ରାତାର କ୍ରୋଧ ନିବୃତ୍ତ ହେଲେ ଓ ତୁମ୍ଭେ ତାହା ପ୍ରତି ଯାହା କରିଅଛ, ତାହା ସେ ପାସୋରି ଗଲେ, ମୁଁ ଲୋକ ପଠାଇ ସେଠାରୁ ତୁମ୍ଭକୁ ଅଣାଇବି; ଗୋଟିଏ ଦିନରେ ତୁମ୍ଭ ଦୁଇ ଜଣଙ୍କୁ କାହିଁକି ହରାଇବି ?” |
774 | GEN 27:46 | ଏଥିଉତ୍ତାରେ ରିବିକା ଇସ୍ହାକଙ୍କୁ କହିଲା, “ଏହି ହିତ୍ତୀୟ କନ୍ୟାମାନଙ୍କ ସକାଶୁ ମୁଁ ଆପଣା ପ୍ରାଣରେ ବିରକ୍ତ ହେଉଅଛି; ଯଦି ଯାକୁବ ଏମାନଙ୍କ ତୁଲ୍ୟ କୌଣସି ହିତ୍ତୀୟ କନ୍ୟାକୁ, ଅର୍ଥାତ୍, ଏହି ଦେଶର କନ୍ୟାମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ ବିବାହ କରେ, ତେବେ ମୋହର ପ୍ରାଣଧାରଣରେ କି ସୁଖ ?” |
800 | GEN 29:4 | ଯାକୁବ ସେମାନଙ୍କୁ ପଚାରିଲା, “ହେ ଭାଇମାନେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ ?” ସେମାନେ କହିଲେ, “ଆମ୍ଭେମାନେ ହାରଣ ନଗରର ଲୋକ।” |
801 | GEN 29:5 | ତେବେ ଯାକୁବ ପଚାରିଲା, “ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି ? ସେମାନେ କହିଲେ, ଆମ୍ଭେମାନେ ତାକୁ ଚିହ୍ନୁ।” |
802 | GEN 29:6 | ଯାକୁବ ପଚାରିଲା, “ସେ କୁଶଳରେ ଅଛନ୍ତି ତ ?” ସେମାନେ କହିଲେ, “କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି।” |
811 | GEN 29:15 | ଏଥିଉତ୍ତାରେ ଲାବନ ଯାକୁବଙ୍କୁ କହିଲା, “ତୁମ୍ଭେ ମୋହର କୁଟୁମ୍ବ ବୋଲି କି ବିନା ବେତନରେ ମୋହର ଦାସ୍ୟକର୍ମ କରିବ ? ଏଣୁ କି ବେତନ ନେବ ? ତାହା କୁହ।” |
821 | GEN 29:25 | ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା ! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋ’ ସହିତ ଏ କି ବ୍ୟବହାର କରିଅଛ ? ମୁଁ କ’ଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ ?” |
833 | GEN 30:2 | ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କ’ଣ ପରମେଶ୍ୱରଙ୍କର ପ୍ରତିନିଧି ? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାନ୍ତି।” |
846 | GEN 30:15 | ତହିଁରେ ସେ କହିଲା, “ତୁମ୍ଭେ ମୋ’ ସ୍ୱାମୀକୁ ହରଣ କରିଅଛ, ଏ କି ଅଳ୍ପ ବିଷୟ ? ତୁମ୍ଭେ ମୋ’ ପୁତ୍ରର ଦୂଦାଫଳ ମଧ୍ୟ କି ହରଣ କରିବ ?” ତେବେ ରାହେଲ କହିଲା, “ତୁମ୍ଭର ପୁତ୍ରର ଦୂଦାଫଳ ପରିବର୍ତ୍ତରେ ସେ ଆଜି ରାତ୍ର ତୁମ୍ଭ ସଙ୍ଗେ ଶୟନ କରିବେ।” |
861 | GEN 30:30 | କାରଣ, ମୋହର ଆସିବା ପୂର୍ବରେ ତୁମ୍ଭର ଅଳ୍ପ ସମ୍ପତ୍ତି ଥିଲା, ମାତ୍ର ଏବେ ବୃଦ୍ଧି ପାଇ ପ୍ରଚୁର ହୋଇଅଛି; ପୁଣି, ମୁଁ ଯେକୌଣସି ଜାଗାକୁ ତୁମ୍ଭର ମେଷପଲକୁ ଚରାଇବାକୁ ନେଲି ସଦାପ୍ରଭୁ ତୁମ୍ଭର ମଙ୍ଗଳ କରିଅଛନ୍ତି; ମାତ୍ର ମୁଁ ଆପଣା ପରିବାର ନିମନ୍ତେ କେବେ ସଞ୍ଚୟ କରିବି ?” |
862 | GEN 30:31 | ତହିଁରେ ଲାବନ କହିଲା, “ମୁଁ ତୁମ୍ଭକୁ କଅଣ ଦେବି ?” ଯାକୁବ କହିଲା, “ତୁମ୍ଭକୁ କିଛି ଦେବାକୁ ପଡ଼ିବ ନାହିଁ; ଯଦି ତୁମ୍ଭେ ମୋ’ ପାଇଁ ଗୋଟିଏ କର୍ମ କରିବ, ତେବେ ମୁଁ ତୁମ୍ଭର ପଶୁମାନଙ୍କୁ ପୁନର୍ବାର ଚରାଇ ପ୍ରତିପାଳନ କରିବି। |
888 | GEN 31:14 | ତହିଁରେ ରାହେଲ ଓ ଲେୟା ଉତ୍ତର କଲେ, “ପିତାଙ୍କ ଗୃହରେ ଆମ୍ଭମାନଙ୍କର କି ଆଉ କିଛି ବାଣ୍ଟ ଓ ଅଧିକାର ଅଛି ? |
889 | GEN 31:15 | ଆମ୍ଭେମାନେ କି ତାଙ୍କ ନିକଟରେ ବିଦେଶିନୀ ରୂପେ ଗଣ୍ୟ ନୋହୁଁ ? ଯେହେତୁ ସେ ଆମ୍ଭମାନଙ୍କୁ ବିକ୍ରି କରି ଆମ୍ଭମାନଙ୍କର ମୂଲ୍ୟ ସମ୍ପୂର୍ଣ୍ଣ ରୂପେ ଭୋଗ କରିଅଛନ୍ତି। |
900 | GEN 31:26 | ପୁଣି, ଲାବନ ଯାକୁବକୁ କହିଲା, “ତୁମ୍ଭେ କାହିଁକି ଏହିପରି କର୍ମ କଲ ? ମୋତେ ପ୍ରବଞ୍ଚନା କଲ, ପୁଣି, ମୋ’ କନ୍ୟାମାନଙ୍କୁ ଖଡ୍ଗଧୃତ ବନ୍ଦୀ ଲୋକଙ୍କ ପରି ଘେନି ଆସିଲ। |
901 | GEN 31:27 | ତୁମ୍ଭେ ମୋତେ ପ୍ରବଞ୍ଚନା କରି କାହିଁକି ଗୋପନରେ ପଳାଇ ଆସିଲ ? କାହିଁକି ମୋତେ ସମ୍ବାଦ ଦେଲ ନାହିଁ ? ଦେଇଥିଲେ, ମୁଁ ତୁମ୍ଭକୁ ଆହ୍ଲାଦ ଓ ଗାୟନ, ପୁଣି, ତବଲା ଓ ବୀଣାବାଦ୍ୟ ସହିତ ବିଦାୟ କରିଥାଆନ୍ତି। |
904 | GEN 31:30 | ଆଉ ପିତୃଗୃହକୁ ଝୁରିବାରୁ ଯଦି ତୁମ୍ଭର ଯିବାର ଆବଶ୍ୟକ ହେଲା, ତେବେ ମୋହର ଦେବତାମାନଙ୍କୁ କାହିଁକି ଚୋରି କଲ ?” |
910 | GEN 31:36 | ତହୁଁ ଯାକୁବ କ୍ରୋଧ ହୋଇ ଲାବନକୁ ଭର୍ତ୍ସନା କଲା; ପୁଣି, ଯାକୁବ ଲାବନକୁ ଉତ୍ତର କରି କହିଲା, “ମୋହର କି ଦୋଷ ଓ କି ପାପ ହେଲା ଯେ, ତୁମ୍ଭେ ପ୍ରଜ୍ଜ୍ୱଳିତ ହୋଇ ମୋ’ ପଛେ ପଛେ ଦୌଡ଼ି ଆସିଲ ? |
911 | GEN 31:37 | ତୁମ୍ଭେ ତ ମୋର ସବୁ ଦ୍ରବ୍ୟ ଖୋଜିଲ, ଆଉ ତୁମ୍ଭ ଗୃହର କୌଣସି ଦ୍ରବ୍ୟ ପାଇଲ କି ? ତାହା ମୋହର ଓ ତୁମ୍ଭର ଏହି କୁଟୁମ୍ବମାନଙ୍କ ସାକ୍ଷାତରେ ରଖିଦିଅ, ଏମାନେ ଆମ୍ଭ ଦୁହିଁଙ୍କର ବିଚାର କରନ୍ତୁ। |
917 | GEN 31:43 | ତହିଁରେ ଲାବନ ଯାକୁବକୁ ଉତ୍ତର କଲା, “ଏହି କନ୍ୟାମାନେ ମୋହର କନ୍ୟା ଓ ଏହି ବାଳକମାନେ ମୋହର ବାଳକ ଓ ଏହି ପଶୁପଲ ମୋହର ପଶୁପଲ, ପୁଣି, ଯାହା ଯାହା ଦେଖୁଅଛ, ସେହି ସବୁ ମୋହର; ଏହେତୁ ମୋହର ଏହି କନ୍ୟାମାନଙ୍କୁ ଓ ଏମାନଙ୍କ ପ୍ରସୂତ ସନ୍ତାନମାନଙ୍କୁ ମୁଁ କଅଣ କରିବି ? |
946 | GEN 32:18 | ପୁଣି, ସେ ସର୍ବାଗ୍ରଗାମୀ ଦାସକୁ ଏହି ଆଜ୍ଞା ଦେଲା, “ମୋହର ଭ୍ରାତା ଏଷୌ ସହିତ ସାକ୍ଷାତ ହେଲେ, ସେ ଯଦି ପଚାରିବେ, ତୁମ୍ଭେ କାହାର ଦାସ ? କେଉଁଠାକୁ ଯାଉଅଛ ? ପୁଣି, ତୁମ୍ଭର ଅଗ୍ରସ୍ଥିତ ଏହି ସମସ୍ତ କାହାର ? |
956 | GEN 32:28 | ପୁନର୍ବାର ସେହି ମନୁଷ୍ୟ କହିଲେ, “ତୁମ୍ଭର ନାମ କଅଣ ?” ସେ କହିଲା, “ଯାକୁବ।” |
958 | GEN 32:30 | ସେତେବେଳେ ଯାକୁବ ପଚାରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭର ନାମ କୁହ।” ସେ କହିଲେ, “ତୁମ୍ଭେ କାହିଁକି ଆମ୍ଭର ନାମ ପଚାରୁ ଅଛ ?” ତହୁଁ ସେ ସେଠାରେ ଯାକୁବକୁ ଆଶୀର୍ବାଦ କଲେ। |
966 | GEN 33:5 | ଏଉତ୍ତାରେ ସେ ଅନାଇ ସ୍ତ୍ରୀଗଣକୁ ଓ ବାଳକଗଣକୁ ଦେଖି ପଚାରିଲା,” ତୁମ୍ଭ ସଙ୍ଗେ ଏମାନେ କିଏ ?” ତହିଁରେ ସେ କହିଲା, “ପରମେଶ୍ୱର କୃପା କରି ଆପଣଙ୍କ ଦାସକୁ ଏହି ସମସ୍ତ ସନ୍ତାନ ଦେଇଅଛନ୍ତି।” |
969 | GEN 33:8 | ତହିଁରେ ଏଷୌ ପଚାରିଲା, “ମୁଁ ଆଗେ ଯେଉଁ ସବୁ (ପଶ୍ୱାଦି) ଦଳ ସହିତ ଭେଟିଲି; ତାହା କି ନିମନ୍ତେ ?” ଯାକୁବ କହିଲା, “ମୋ’ ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ।” |
976 | GEN 33:15 | ଏଷୌ କହିଲା, “ତେବେ ମୋ’ ସଙ୍ଗୀ କେତେକ ଲୋକଙ୍କୁ ତୁମ୍ଭ ନିକଟରେ ରଖି ଯାଉଅଛି।” ଯାକୁବ କହିଲା, “କି ପ୍ରୟୋଜନ ? ମୋ’ ପ୍ରତି କେବଳ ପ୍ରଭୁଙ୍କର ଅନୁଗ୍ରହ ଦୃଷ୍ଟି ଥାଉ।” |
1004 | GEN 34:23 | ସେମାନଙ୍କ ଧନ, ସମ୍ପତ୍ତି ଓ ପଶୁଗଣ କି ଆମ୍ଭମାନଙ୍କର ହେବ ନାହିଁ ? କେବଳ ଆମ୍ଭେମାନେ ସେମାନଙ୍କ କଥା ଅଙ୍ଗୀକାର କରୁ, ତାହା କଲେ, ସେମାନେ ଆମ୍ଭମାନଙ୍କ ସଙ୍ଗେ ବାସ କରିବେ।” |
1012 | GEN 34:31 | ସେମାନେ ଉତ୍ତର କଲେ, “ବେଶ୍ୟା ପରି ଆମ୍ଭମାନଙ୍କ ଭଉଣୀ ସଙ୍ଗେ ବ୍ୟବହାର କରିବା କି ତାହାର କର୍ତ୍ତବ୍ୟ ?” |
1092 | GEN 37:8 | ଏଥିରେ ତାହାର ଭାଇମାନେ ତାକୁ କହିଲେ, “ତୁ କି ସତେ ଆମ୍ଭମାନଙ୍କର ରାଜା ହେବୁ ? ତୁ କି ସତେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବୁ ?” ତହୁଁ ସେମାନେ ତାହାର ସବୁ ସ୍ୱପ୍ନ ଓ କଥା ସକାଶୁ ତାକୁ ଆହୁରି ଅଧିକ ଘୃଣା କଲେ। |
1094 | GEN 37:10 | ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, “ତୁ ଏ କି ପ୍ରକାର ସ୍ୱପ୍ୱ ଦେଖିଲୁ ? ମୁଁ ଓ ତୋ’ ମାତା ଓ ତୋ’ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ ?” |
1097 | GEN 37:13 | ଇସ୍ରାଏଲ ଯୋଷେଫକୁ କହିଲେ, “ତୁମ୍ଭର ଭ୍ରାତୃଗଣ କି ଶିଖିମରେ ପଶୁପଲ ଚରାଉ ନାହାନ୍ତି ?” ଆସ, ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଇବି; ତହିଁରେ ସେ କହିଲା, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।” |
1099 | GEN 37:15 | ସେତେବେଳେ ଜଣେ ମନୁଷ୍ୟ ଯୋଷେଫକୁ କ୍ଷେତରେ ଏଣେତେଣେ ଭ୍ରମଣ କରିବାର ଦେଖି ପଚାରିଲା, “ତୁମ୍ଭେ କଅଣ ଖୋଜୁଅଛ ?” |
1110 | GEN 37:26 | ସେତେବେଳେ ଯିହୁଦା ଭାଇମାନଙ୍କୁ କହିଲା, “ଆମ୍ଭମାନଙ୍କ ଭାଇକୁ ବଧ କରି ତାହାର ରକ୍ତ ଗୋପନ କଲେ, ଆମ୍ଭମାନଙ୍କର ଲାଭ କଅଣ ? |
1114 | GEN 37:30 | ପୁଣି, ଭାଇମାନଙ୍କ ନିକଟକୁ ଫେରିଆସି କହିଲା, “ବାଳକଟି ନାହିଁ; ଆଉ ମୁଁ କେଉଁଠାକୁ ଯିବି ?” |
1136 | GEN 38:16 | ଏନିମନ୍ତେ ସେ ପଥପାଶ୍ୱର୍ରେ ତାହା ନିକଟକୁ ଯାଇ ପୁତ୍ରବଧୂକୁ ଚିହ୍ନି ନ ପାରି କହିଲା, “ନିବେଦନ କରୁଅଛି, ତୁମ୍ଭ କତିକି ମୋତେ ଯିବାକୁ ଦିଅ।” ତହୁଁ ତାମର କହିଲା, “ତୁମ୍ଭେ ମୋ’ କତିକି ଆସିବା ପାଇଁ କଅଣ ଦେବ ?” |
1137 | GEN 38:17 | ସେ କହିଲା, “ପଲରୁ ଗୋଟିଏ ଛେଳିଛୁଆ ପଠାଇ ଦେବି।” ତାମର କହିଲା, “ତାହା ପଠାଇବା ଯାଏ ମୋତେ କି କୌଣସି ବନ୍ଧକ ଦେବ ?” |
1138 | GEN 38:18 | ଯିହୁଦା କହିଲା, “କଅଣ ବନ୍ଧକ ଦେବା ?” ତାମର କହିଲା, “ତୁମ୍ଭର ଏହି ମୋହର ଓ ସୂତ୍ର, ଆଉ ହସ୍ତଯଷ୍ଟି।” ତହୁଁ ଯିହୁଦା ତାକୁ ସେହି ସବୁ ଦେଇ ତାହା କତିକି ଗମନ କଲା, ତହିଁରେ ସେ ତାହା ଦ୍ୱାରା ଗର୍ଭବତୀ ହେଲା। |
1141 | GEN 38:21 | ଏଣୁ ସେ ସେଠାର ଲୋକମାନଙ୍କୁ ପଚାରିଲା, ଐନମ ପଥପାର୍ଶ୍ୱରେ ଯେଉଁ ମାହାରୀ ଥିଲା, ସେ କାହିଁ ? ସେମାନେ କହିଲେ, “ଏଠାରେ କୌଣସି ମାହାରୀ ରହେ ନାହିଁ।” |
1143 | GEN 38:23 | ତେବେ ଯିହୁଦା କହିଲା, “ତାହାଠାରେ ଯାହା ଅଛି, ସେ ତାହା ରଖୁ, ଆମ୍ଭେମାନେ କାହିଁକି ଲଜ୍ଜାସ୍ପଦ ହେବା ? ଦେଖ, ମୁଁ ଏହି ଛେଳିଛୁଆ ପଠାଇଲି, ମାତ୍ର ତୁମ୍ଭେ ତା’ର ଦେଖା ପାଇଲ ନାହିଁ।” |
1145 | GEN 38:25 | ଏଥିଉତ୍ତାରେ ସେ ବାହାରକୁ ଅଣାଯା’ନ୍ତେ, ଆପଣା ଶ୍ୱଶୁର ନିକଟକୁ କହି ପଠାଇଲା, ଏହି ସମସ୍ତ ବସ୍ତୁ ଯାହାର, ସେହି ପୁରୁଷ ଦ୍ୱାରା ଆମ୍ଭର ଗର୍ଭ ହୋଇଅଛି। ଆହୁରି କହିଲା, “ଏହି ମୋହର ଓ ସୂତ୍ର ଆଉ ଯଷ୍ଟି କାହାର ? ତାହା ଚିହ୍ନି ଦେଖ।” |
1159 | GEN 39:9 | ଏହି ଗୃହରେ ମୋ’ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋ’ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ ?” |
1180 | GEN 40:7 | ତହୁଁ ଫାରୋଙ୍କର ଯେଉଁ ଭୃତ୍ୟମାନେ ତାଙ୍କ ସହିତ ତାଙ୍କ ପ୍ରଭୁର କାରାଗାରରେ ବନ୍ଦ ଥିଲେ, ସେମାନଙ୍କୁ ସେ ପଚାରିଲେ, “ଆଜି ତୁମ୍ଭମାନଙ୍କ ମୁଖ ବିଷଣ୍ଣ କାହିଁକି ?” |
1181 | GEN 40:8 | ସେମାନେ କହିଲେ, “ଆମ୍ଭେମାନେ ସ୍ୱପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ଅର୍ଥର ଜ୍ଞାନ କି ପରମେଶ୍ୱରଙ୍କର ଅଧୀନ ନୁହେଁ ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ୱପ୍ନ ମୋତେ କୁହ।” |
1234 | GEN 41:38 | ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, “ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା ? ଏହାଙ୍କଠାରେ ପରମେଶ୍ୱରଙ୍କ ଆତ୍ମା ଅଛନ୍ତି।” |
1254 | GEN 42:1 | ଆଉ ମିସର ଦେଶରେ ଶସ୍ୟ ଅଛି, ଏହି କଥା ଶୁଣି ଯାକୁବ ଆପଣା ପୁତ୍ରମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ପରସ୍ପର ପ୍ରତି ଅନାଇ ରହୁଅଛ ?” |
1260 | GEN 42:7 | ସେତେବେଳେ ଯୋଷେଫ ଆପଣା ଭାଇମାନଙ୍କୁ ଦେଖି ଚିହ୍ନିଲେ, ମାତ୍ର ସେମାନଙ୍କ ଆଗରେ ଅପରିଚିତ ଲୋକ ପରି ବ୍ୟବହାର କରି କଟୁ କଥାରେ କହିଲେ, “ତୁମ୍ଭେମାନେ କେଉଁଠାରୁ ଆସିଅଛ ?” ସେମାନେ କହିଲେ, “କିଣାନ ଦେଶରୁ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛୁ।” |