3 | GEN 1:3 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା। |
6 | GEN 1:6 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।” |
9 | GEN 1:9 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା। |
11 | GEN 1:11 | ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା। |
14 | GEN 1:14 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ। |
20 | GEN 1:20 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।” |
22 | GEN 1:22 | ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।” |
24 | GEN 1:24 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା। |
26 | GEN 1:26 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।” |
28 | GEN 1:28 | ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।” |
29 | GEN 1:29 | ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ। |
47 | GEN 2:16 | ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରି ପାର, |
49 | GEN 2:18 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।” |
54 | GEN 2:23 | ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।” |
57 | GEN 3:1 | ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?” |
58 | GEN 3:2 | ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ; |
60 | GEN 3:4 | ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ; |
65 | GEN 3:9 | ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ ?” |
66 | GEN 3:10 | ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।” |
67 | GEN 3:11 | ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?” |
68 | GEN 3:12 | ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।” |
69 | GEN 3:13 | ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।” |
70 | GEN 3:14 | ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ। |
72 | GEN 3:16 | ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।” |
73 | GEN 3:17 | ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ। |
78 | GEN 3:22 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ, |
81 | GEN 4:1 | ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।” |
86 | GEN 4:6 | ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ ? ଆଉ କାହିଁକି ଦୁଃଖିତ ହେଉଅଛ ? |
89 | GEN 4:9 | ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?” |
90 | GEN 4:10 | ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି। |
93 | GEN 4:13 | କୟିନ ସଦାପ୍ରଭୁଙ୍କୁ କହିଲେ, “ମୋହର ଦଣ୍ଡ ଅସହ୍ୟ। |
95 | GEN 4:15 | ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ। |
103 | GEN 4:23 | ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋ’ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି; |
105 | GEN 4:25 | ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।” |
141 | GEN 6:3 | ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।” |
145 | GEN 6:7 | ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।” |
151 | GEN 6:13 | ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା। |
161 | GEN 7:1 | ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ। |
200 | GEN 8:16 | “ତୁମ୍ଭେ ଆପଣା ଭାର୍ଯ୍ୟା ଓ ପୁତ୍ରଗଣ ଓ ପୁତ୍ରବଧୂଗଣଙ୍କୁ ସଙ୍ଗେ ଘେନି ଜାହାଜରୁ ବାହାର ହୋଇ ଯାଅ। |
205 | GEN 8:21 | ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ। |
207 | GEN 9:1 | ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର। |
215 | GEN 9:9 | “ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ, |
218 | GEN 9:12 | ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି; |
223 | GEN 9:17 | ପରମେଶ୍ୱର ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।” |
231 | GEN 9:25 | ପୁଣି, ସେ କହିଲେ, “କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ।” |
232 | GEN 9:26 | ଆଉ ସେ କହିଲେ, “ଶେମର ପରମେଶ୍ୱର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ। |
244 | GEN 10:9 | ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍ ତୁଲ୍ୟ।” |
270 | GEN 11:3 | ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା। |
271 | GEN 11:4 | ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।” |
273 | GEN 11:6 | ପୁଣି, ସଦାପ୍ରଭୁ କହିଲେ, “ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରେ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ। |
300 | GEN 12:1 | ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ। |
310 | GEN 12:11 | ଏଥିଉତ୍ତାରେ ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, “ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ। |
317 | GEN 12:18 | ଏହେତୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭ ସହିତ ଏ କି ବ୍ୟବହାର କଲ ? |
356 | GEN 14:19 | ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, “ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦପାତ୍ର ହେଉନ୍ତୁ; |
358 | GEN 14:21 | ଏଥିଉତ୍ତାରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, “ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ, ମାତ୍ର ମନୁଷ୍ୟ ସକଳ ଆମ୍ଭଙ୍କୁ ଦିଅ।” |
359 | GEN 14:22 | ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ, |
362 | GEN 15:1 | ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।” |
363 | GEN 15:2 | ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୁ ସଦାପ୍ରଭୁ, ତୁମ୍ଭେ ମୋତେ କ’ଣ ଦେବ ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋ’ ଗୃହର ଧନାଧିକାରୀ ଅଟେ।” |
364 | GEN 15:3 | ପୁଣି, ଅବ୍ରାମ କହିଲେ, “ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋ’ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ।” |
365 | GEN 15:4 | ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।” |
366 | GEN 15:5 | ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।” |
368 | GEN 15:7 | ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।” |
369 | GEN 15:8 | ତହୁଁ ଅବ୍ରାମ କହିଲେ, “ହେ ପ୍ରଭୁ, ସଦାପ୍ରଭୁ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି ?” |
370 | GEN 15:9 | ସଦାପ୍ରଭୁ କହିଲେ, “ତୁମ୍ଭେ ତିନି ବର୍ଷର ଗୋଟିଏ ଗାଭୀ ଓ ତିନି ବର୍ଷର ଗୋଟିଏ ଛାଗୀ ଓ ତିନି ବର୍ଷର ଗୋଟିଏ ମେଷ ଓ ଗୋଟିଏ ଘୁଘୁ ଓ ଗୋଟିଏ କପୋତ ଛୁଆ ଆମ୍ଭ ନିକଟକୁ ଆଣ।” |
374 | GEN 15:13 | ସେତେବେଳେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ସନ୍ତାନଗଣ ଚାରିଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ; |
379 | GEN 15:18 | ପୁଣି, ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ, |
384 | GEN 16:2 | ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ଦେଖ, ସଦାପ୍ରଭୁ ମୋତେ ବନ୍ଧ୍ୟା କରିଅଛନ୍ତି; ଏଣୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଏହି ଦାସୀର ସହବାସ କର; କେଜାଣି ମୁଁ ଏହା ଯୋଗୁଁ ପୁତ୍ର ପାଇ ପାରିବି।” ତେବେ ଅବ୍ରାମ ସାରୀଙ୍କର ବାକ୍ୟରେ ସମ୍ମତ ହେଲେ। |
387 | GEN 16:5 | ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋ’ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛ ଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।” |
388 | GEN 16:6 | ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, “ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତା’ ପ୍ରତି କର।” ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା। |
390 | GEN 16:8 | “ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ ? ପୁଣି, କେଉଁଠାକୁ ଯିବ ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।” |
391 | GEN 16:9 | ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆପଣା ସାଆନ୍ତାଣୀ ନିକଟକୁ ଫେରି ଯାଇ ନମ୍ର ଭାବରେ ତାଙ୍କର ହସ୍ତର ବଶୀଭୂତା ହୁଅ।” |
392 | GEN 16:10 | ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଆମ୍ଭେ ତୁମ୍ଭ ବଂଶ ଏପରି ବୃଦ୍ଧି କରିବା, ଯେ ବାହୁଲ୍ୟ ସକାଶୁ ତାହା ଅଗଣ୍ୟ ହେବ।” |
393 | GEN 16:11 | ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାୟେଲ ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ। |
395 | GEN 16:13 | ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, ମଦ୍ଦର୍ଶକ ପରମେଶ୍ୱର, (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି !” |
399 | GEN 17:1 | ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ। |
402 | GEN 17:4 | “ଦେଖ, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରୁଅଛୁ, ତୁମ୍ଭେ ଅନେକ ଗୋଷ୍ଠୀର ଆଦିପୁରୁଷ ହେବ। |
407 | GEN 17:9 | ପରମେଶ୍ୱର ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ ଆମ୍ଭର ନିୟମ ପାଳନ କରିବ; ତୁମ୍ଭେ ଓ ତୁମ୍ଭର ଭବିଷ୍ୟତ ବଂଶ ପୁରୁଷାନୁକ୍ରମେ ତାହା ପାଳନ କରିବେ। |
413 | GEN 17:15 | ତହିଁ ଉତ୍ତାରୁ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକୁ ଆଉ ସାରୀ ବୋଲି ଡାକ ନାହିଁ; ତାହାର ନାମ ସାରା ହେଲା। |
415 | GEN 17:17 | ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ ?” |
416 | GEN 17:18 | ତହିଁରେ ଅବ୍ରହାମ ପରମେଶ୍ୱରଙ୍କୁ କହିଲେ, “ଇଶ୍ମାୟେଲ ତୁମ୍ଭ ଛାମୁରେ ବଞ୍ଚି ଥାଉ।” |
417 | GEN 17:19 | ସେତେବେଳେ ପରମେଶ୍ୱର କହିଲେ, “ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି, ତୁମ୍ଭେ ତାହାର ନାମ ଇସ୍ହାକ ରଖିବ, ପୁଣି, ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ। |
428 | GEN 18:3 | “ହେ ପ୍ରଭୁ, ନିବେଦନ କରୁଅଛି, ମହାଶୟଗଣ, ଯଦି ତୁମ୍ଭେମାନେ ମୋ ଉପରେ ସନ୍ତୁଷ୍ଟ ଅଛନ୍ତି, ତେବେ ଏହି ଦାସର ସ୍ଥାନରେ (ଏଠାରେ) କିଛି ସମୟ ରୁହନ୍ତୁ। |
430 | GEN 18:5 | ଯେହେତୁ ଆପଣମାନେ ଆପଣଙ୍କ ଦାସଙ୍କ ନିକଟକୁ ଆସିଅଛନ୍ତି, ଏଥିପାଇଁ ମୋତେ କିଛି ଖାଦ୍ୟଦ୍ରବ୍ୟ ଆଣିବାକୁ ଦିଅନ୍ତୁ, ପୁଣି ଭୋଜନ କଲାପରେ ଆପଣମାନେ ଗମନ କରିବେ।” ସେତେବେଳେ ସେମାନେ କହିଲେ, “ଯାହା କହୁଅଛ, ତାହା କର।” |
431 | GEN 18:6 | ତହିଁରେ ଅବ୍ରହାମ ଶୀଘ୍ର ତମ୍ବୁ ଗୃହକୁ ସାରା ନିକଟକୁ ଯାଇ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୁଟି ପ୍ରସ୍ତୁତ କର।” |
434 | GEN 18:9 | ତହିଁ ଉତ୍ତାରୁ ସେମାନେ ତାଙ୍କୁ ପଚାରିଲେ, “ତୁମ୍ଭର ଭାର୍ଯ୍ୟା ସାରା କେଉଁଠାରେ ?” ସେ କହିଲେ, “ଦେଖନ୍ତୁ, ସେ ତମ୍ବୁରେ ଅଛନ୍ତି।” |
435 | GEN 18:10 | ତହୁଁ ସେ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଆମ୍ଭେ ଅବଶ୍ୟ ଫେରି ଆସିବା; ଦେଖ, ସେହି ସମୟରେ ତୁମ୍ଭ ଭାର୍ଯ୍ୟା ସାରାର (କୋଳରେ) ଗୋଟିଏ ପୁତ୍ର ଥିବ। ଏହି କଥା ସାରା ତମ୍ବୁ ଦ୍ୱାରରେ ତାଙ୍କ ପଛେ ଥାଇ ଶୁଣିଲେ।” |
437 | GEN 18:12 | ଏନିମନ୍ତେ ସାରା ହସି ମନେ ମନେ କହିଲେ, “ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ।” |
440 | GEN 18:15 | ତହିଁରେ ସାରା ଅସ୍ୱୀକାର କରି କହିଲେ, “ମୁଁ ହସି ନାହିଁ,” ଯେହେତୁ ସେ ଭୟ କଲେ। ମାତ୍ର ସଦାପ୍ରଭୁ କହିଲେ, “ତୁମ୍ଭେ ଅବଶ୍ୟ ହସିଲ।” |
442 | GEN 18:17 | ତହୁଁ ସଦାପ୍ରଭୁ କହିଲେ, “ଆମ୍ଭେ ଯାହା କରିବାକୁ ଉଦ୍ୟତ ଅଟୁ, ତାହା କି ଅବ୍ରହାମଠାରୁ ଲୁଚାଇବା ? |
445 | GEN 18:20 | ସଦାପ୍ରଭୁ ଆହୁରି କହିଲେ, “ସଦୋମ ଓ ହମୋରାର ବିରୁଦ୍ଧରେ ମହାଧ୍ୱନି ଉଠୁଅଛି, ସେମାନଙ୍କର ପାପ ଅତିଶୟ ଗୁରୁତର; |
448 | GEN 18:23 | ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ ? |
451 | GEN 18:26 | ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଯଦି ସଦୋମ ନଗରରେ ପଚାଶ ଜଣ ଧାର୍ମିକ ଦେଖିବା, ତେବେ ସେମାନଙ୍କ ସକାଶେ ସମସ୍ତ ସ୍ଥାନ ରକ୍ଷା କରିବା।” |
452 | GEN 18:27 | ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, “ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେ ହେଁ ମୋ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି। |
453 | GEN 18:28 | ହୋଇପାରେ, ପଚାଶ ଜଣ ଧାର୍ମିକ ମଧ୍ୟରୁ ପାଞ୍ଚ ଜଣ ଊଣା ଥିବେ; ସେହି ପାଞ୍ଚ ଜଣ ଊଣା ହେବା ସକାଶୁ କି ଆପଣ ସମସ୍ତ ନଗର ବିନଷ୍ଟ କରିବେ ?” ସଦାପ୍ରଭୁ କହିଲେ, “ଆମ୍ଭେ ପଞ୍ଚଚାଳିଶ ଜଣ ପାଇଲେ, ତାହା ବିନଷ୍ଟ କରିବା ନାହିଁ।” |
454 | GEN 18:29 | ଅବ୍ରହାମ ତାହାଙ୍କୁ ପୁନର୍ବାର କହିଲେ, “ହୋଇପାରେ, ସେଠାରେ ଚାଳିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଚାଳିଶ ଜଣ ସକାଶୁ ତାହା କରିବା ନାହିଁ।” |
455 | GEN 18:30 | ପୁନର୍ବାର ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆହୁରି କଥାଟିଏ କହିବି; ହୋଇପାରେ, ସେଠାରେ ତିରିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ତିରିଶ ଜଣ ପାଇଲେ, ତାହା କରିବା ନାହିଁ।” |
456 | GEN 18:31 | ଅବ୍ରହାମ କହିଲେ, “ଦେଖନ୍ତୁ, ପ୍ରଭୁଙ୍କ ଛାମୁରେ ମୁଁ ପୁନର୍ବାର କଥା କହିବାକୁ ପ୍ରବୃତ୍ତ ହୋଇଅଛି; ହୋଇପାରେ, ସେଠାରେ କୋଡ଼ିଏ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି କୋଡ଼ିଏ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।” |
457 | GEN 18:32 | ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆଉ ଥରେ ମାତ୍ର କହିବି; ହୋଇପାରେ, ସେଠାରେ ଦଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଦଶ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।” |
460 | GEN 19:2 | “ହେ ମୋହର ପ୍ରଭୁମାନେ, ମୁଁ ବିନୟ କରୁଅଛି, ଆଜି ରାତ୍ର ଆପଣମାନଙ୍କ ଏହି ଦାସର ଗୃହରେ ପଦାର୍ପଣ କରି ବାସ କରନ୍ତୁ ଓ ପାଦ ପ୍ରକ୍ଷାଳନ କରନ୍ତୁ; ତହୁଁ ସକାଳୁ ଉଠି ଯାତ୍ରା କରିବେ।” ତହିଁରେ ସେମାନେ କହିଲେ, “ନା; ଆମ୍ଭେମାନେ ଦାଣ୍ଡରେ ସମସ୍ତ ରାତ୍ରି କ୍ଷେପଣ କରିବୁ।” |
463 | GEN 19:5 | ପୁଣି, ଲୋଟକୁ ଡାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି ? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।” |