14 | GEN 1:14 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ। |
435 | GEN 18:10 | ତହୁଁ ସେ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଆମ୍ଭେ ଅବଶ୍ୟ ଫେରି ଆସିବା; ଦେଖ, ସେହି ସମୟରେ ତୁମ୍ଭ ଭାର୍ଯ୍ୟା ସାରାର (କୋଳରେ) ଗୋଟିଏ ପୁତ୍ର ଥିବ। ଏହି କଥା ସାରା ତମ୍ବୁ ଦ୍ୱାରରେ ତାଙ୍କ ପଛେ ଥାଇ ଶୁଣିଲେ।” |
439 | GEN 18:14 | ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ। |
2139 | EXO 22:24 | ତୁମ୍ଭେ ଯଦି ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକଙ୍କୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ। |
5322 | DEU 15:1 | ପ୍ରତି ସାତ ବର୍ଷର ଶେଷରେ ତୁମ୍ଭେ ଋଣ କ୍ଷମା କରିବ। |
5323 | DEU 15:2 | ଋଣକ୍ଷମାର ବ୍ୟବସ୍ଥା ଏହି ଯେ ପ୍ରତ୍ୟେକ ମହାଜନ ଆପଣା ପ୍ରତିବାସୀକୁୁ ଯେଉଁ ଋଣ ଦେଇଥାଏ, ତାହା ସେ କ୍ଷମା କରିବ; ସେ ଆପଣା ପ୍ରତିବାସୀ ଓ ଆପଣା ଭାଇଠାରୁ ଋଣ ଆଦାୟ କରିବ ନାହିଁ; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଋଣକ୍ଷମାର ଘୋଷଣା ହୋଇଅଛି। |
5327 | DEU 15:6 | ପୁଣି ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ କରିବ ନାହିଁ; ଆଉ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ମାତ୍ର ସେମାନେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବେ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭକୁ ଆଶୀର୍ବାଦ କରିବେ। |
5329 | DEU 15:8 | ମାତ୍ର ତୁମ୍ଭେ ତାହା ପ୍ରତି ନିଶ୍ଚୟ ଆପଣା ହସ୍ତ ମୁକ୍ତ କରିବ, ପୁଣି ଯାହା ସେ ଚାହେଁ, ତାହାର ପ୍ରୟୋଜନାନୁସାରେ ତୁମ୍ଭେ ତାହା ଯଥେଷ୍ଟ ରୂପେ ତାହାକୁ ନିଶ୍ଚୟ ଋଣ ଦେବ। |
5330 | DEU 15:9 | ସପ୍ତମ ବର୍ଷ, ଋଣକ୍ଷମାର ବର୍ଷ ନିକଟବର୍ତ୍ତୀ, ଏହା କହି ଯେପରି ତୁମ୍ଭ ହୃଦୟରେ ମନ୍ଦ ଚିନ୍ତା ନ ହୁଏ ଓ ତୁମ୍ଭ ଦରିଦ୍ର ଭାଇ ପ୍ରତି ତୁମ୍ଭର କୁଦୃଷ୍ଟି ହେବା ସକାଶୁ ତୁମ୍ଭେ ତାହାକୁ କିଛି ନ ଦିଅ, ଏ ବିଷୟରେ ସାବଧାନ ହୁଅ; କାରଣ ସେ ତୁମ୍ଭ ପ୍ରତିକୂଳରେ ସଦାପ୍ରଭୁଙ୍କୁ ଡାକ ପକାଇଲେ, ତୁମ୍ଭର ପାପ ହେବ। |
5350 | DEU 16:6 | ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସନ୍ଧ୍ୟା ସମୟରେ, ସୂର୍ଯ୍ୟାସ୍ତ ବେଳେ ତୁମ୍ଭେ ମିସରରୁ ବାହାରିବା ଋତୁରେ ନିସ୍ତାରପର୍ବୀୟ ବଳିଦାନ କରିବ। |
5521 | DEU 23:20 | ତୁମ୍ଭେ ସୁଧ ନିମନ୍ତେ, ଅର୍ଥାତ୍, ରୂପାର ସୁଧ, ଖାଦ୍ୟସାମଗ୍ରୀର ସୁଧ, କିଅବା ଯେ କୌଣସି ଦ୍ରବ୍ୟ ସୁଧ ନିମନ୍ତେ ଦିଆଯାଏ, ତହିଁର ସୁଧ ପାଇବା ନିମନ୍ତେ ଆପଣା ଭାଇକୁୁ ଋଣ ଦେବ ନାହିଁ। |
5522 | DEU 23:21 | ତୁମ୍ଭେ ସୁଧ ନିମନ୍ତେ ବିଦେଶୀକୁ ଋଣ ଦେଇ ପାର; ମାତ୍ର ସୁଧ ପାଇବା ନିମନ୍ତେ ଆପଣା ଭାଇକୁୁ ଋଣ ଦେବ ନାହିଁ; ତହିଁରେ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ। |
5537 | DEU 24:10 | ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ପ୍ରକାର ଋଣ ଦେଲେ, ତାହାର ବନ୍ଧକି ଦ୍ରବ୍ୟ ଆଣିବା ପାଇଁ ତୁମ୍ଭେ ତାହା ଘର ଭିତରକୁ ଯିବ ନାହିଁ। |
5538 | DEU 24:11 | ତୁମ୍ଭେ ବାହାରେ ଠିଆ ହୋଇ ରହିବ, ଆଉ ତୁମ୍ଭେ ଯାହାକୁ ଋଣ ଦେଇଅଛ, ସେ ବ୍ୟକ୍ତି ଆପଣା ବନ୍ଧକି ଦ୍ରବ୍ୟ ବାହାର କରି ତୁମ୍ଭ ନିକଟକୁ ଆଣିବ। |
5625 | DEU 28:12 | ସଦାପ୍ରଭୁ ଯଥା ସମୟରେ ତୁମ୍ଭ ଭୂମିରେ ବୃଷ୍ଟି ଦେବାକୁ ଓ ତୁମ୍ଭ ହସ୍ତର ସମସ୍ତ କର୍ମରେ ଆଶୀର୍ବାଦ କରିବାକୁ ଆପଣା ଆକାଶ ରୂପ ଉତ୍ତମ ଭଣ୍ଡାର ତୁମ୍ଭ ପ୍ରତି ମୁକ୍ତ କରିବେ; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ ନେବ ନାହିଁ। |
5657 | DEU 28:44 | ସେ ତୁମ୍ଭକୁ ଋଣ ଦେବ, ମାତ୍ର ତୁମ୍ଭେ ତାହାକୁ ଋଣ ଦେଇ ପାରିବ ନାହିଁ; ସେ ମସ୍ତକ ହେବ, ତୁମ୍ଭେ ଲାଙ୍ଗୁଳ ହେବ। |
5740 | DEU 31:10 | ପୁଣି, ମୋଶା ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ପ୍ରତ୍ୟେକ ସାତ ବର୍ଷ ଶେଷରେ ଋଣକ୍ଷମା ବର୍ଷର ନିରୂପିତ ସମୟରେ, ପତ୍ରକୁଟୀର ପର୍ବରେ, |
7792 | 1SA 22:2 | ଆଉ ପ୍ରତ୍ୟେକ କ୍ଳିଷ୍ଟ ଓ ପ୍ରତ୍ୟେକ ଋଣଗ୍ରସ୍ତ ଓ ପ୍ରତ୍ୟେକ ତିକ୍ତମନା ଲୋକ ତାଙ୍କ ନିକଟରେ ଏକତ୍ର ହେଲେ; ତହିଁରେ ସେ ସେମାନଙ୍କର ସେନାପତି ହେଲେ; ଏହିରୂପେ ଊଣାଧିକ ଚାରି ଶହ ଲୋକ ତାଙ୍କର ସଙ୍ଗୀ ହେଲେ। |
8266 | 2SA 11:4 | ତହୁଁ ଦାଉଦ ଦୂତ ପଠାଇ ତାହାକୁ ଆଣିଲେ, ପୁଣି ସେ ତାଙ୍କ ନିକଟକୁ ଆସନ୍ତେ, ଦାଉଦ ତାହା ସହିତ ଶୟନ କଲେ; ସେସମୟରେ ସେହି ସ୍ତ୍ରୀ ଋତୁସ୍ନାନ କରିଥିଲା। ଏଉତ୍ତାରେ ସେ ଆପଣା ଗୃହକୁ ଫେରିଗଲା। |
9614 | 2KI 4:7 | ତେବେ ସେହି ବିଧବା ଆସି ପରମେଶ୍ୱରଙ୍କ ଲୋକଙ୍କୁ ତାହା ଜଣାଇଲା। ଏଥିରେ ସେ କହିଲେ, “ଯାଅ, ତୈଳ ବିକ୍ରୟ କରି ଆପଣା ଋଣ ପରିଶୋଧ କର, ପୁଣି ଅବଶିଷ୍ଟରେ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଜୀବନଯାପନ କର।” |
9623 | 2KI 4:16 | ତହୁଁ ଇଲୀଶାୟ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ତୁମ୍ଭେ ପୁତ୍ରକୁ କୋଳ କରିବ।” ଏଥିରେ ସେ ସ୍ତ୍ରୀ କହିଲା, “ନା, ହେ ମୋର ପ୍ରଭୁ, ହେ ପରମେଶ୍ୱରଙ୍କ ଲୋକ, ଆପଣା ଦାସୀକୁ ଆପଣ ମିଥ୍ୟା ନ କହନ୍ତୁ।” |
9624 | 2KI 4:17 | ଏଥିଉତ୍ତାରେ ଇଲୀଶାୟଙ୍କର ବାକ୍ୟାନୁସାରେ ସେହି ସ୍ତ୍ରୀ ଗର୍ଭଧାରଣ କରି ଉକ୍ତ ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଏକ ପୁତ୍ର ପ୍ରସବ କଲା। |
12091 | EZR 2:59 | ପୁଣି ତେଲ୍-ମେଲହ, ତେଲ୍-ହର୍ଶା, କଋବ୍, ଅଦ୍ଦନ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା, |
12391 | NEH 5:4 | ଆହୁରି, କେତେକ କହିଲେ, “ଆମ୍ଭେମାନେ ରାଜ-କର ପୈଠ କରିବା ନିମନ୍ତେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରା ଋଣ କରିଅଛୁ।” |
12397 | NEH 5:10 | ମଧ୍ୟ ମୁଁ, ମୋ’ ଭାଇମାନେ ଓ ମୋହର ଦାସମାନେ ସୁଧରେ ସେମାନଙ୍କୁ ମୁଦ୍ରା ଓ ଶସ୍ୟ ଋଣ ଦେଉଅଛୁ। ମାତ୍ର ଆମ୍ଭେମାନେ ଏହି ଋଣ ଉପରେ ସୁଧ ନେବା ବନ୍ଦ କରିବା ଉଚିତ୍। |
12486 | NEH 7:61 | ପୁଣି, ତେଲ୍-ମେଲହ, ତେଲ୍-ହର୍ଶା, କଋବ୍, ଅଦ୍ଦନ୍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ; ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା, |
12584 | NEH 10:32 | ଆଉ, ଦେଶସ୍ଥ ଲୋକମାନେ ବିଶ୍ରାମବାରରେ କୌଣସି ପଦାର୍ଥ କି ଖାଦ୍ୟଦ୍ରବ୍ୟ ବିକ୍ରି କରିବାକୁ ଆଣିଲେ, ଆମ୍ଭେମାନେ ବିଶ୍ରାମଦିନରେ କି ଅନ୍ୟ କୌଣସି ପବିତ୍ର ଦିନରେ ସେମାନଙ୍କଠାରୁ ତାହା କିଣିବୁ ନାହିଁ; ଆଉ, ସପ୍ତମ ବର୍ଷ ସର୍ବପ୍ରକାର ଋଣ ଆଦାୟ କରିବାର ଛାଡ଼ି ଦେବୁ। |
13829 | JOB 38:32 | ତୁମ୍ଭେ କି ରାଶିଗଣକୁ ସ୍ୱ ସ୍ୱ ଋତୁରେ ଚଳାଇପାର ? ଅବା ତୁମ୍ଭେ କି ସ୍ୱାତୀ ଓ ତହିଁର ସହଚରଗଣକୁ ପଥ ଦେଖାଇପାର ? |
14104 | PSA 15:5 | ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ। |
14492 | PSA 37:21 | ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ। ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ। |
15657 | PSA 104:19 | ସେ ଋତୁ ନିମନ୍ତେ ଚନ୍ଦ୍ର ନିରୂପଣ କରିଅଛନ୍ତି; ସୂର୍ଯ୍ୟ ଆପଣା ଅସ୍ତଗମନ ଜାଣେ। |
15876 | PSA 112:5 | ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ। |
17012 | PRO 19:17 | ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ। |
17092 | PRO 22:7 | ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଋଣୀ ମହାଜନର ଦାସ ହୁଏ। |
17111 | PRO 22:26 | ଯେଉଁମାନେ ହାତରେ ତାଳି ଦିଅନ୍ତି ଅବା ଋଣୀର ଲଗା ହୁଅନ୍ତି, ସେମାନଙ୍କ ମଧ୍ୟରେ ତୁମ୍ଭେ ଜଣେ ହୁଅ ନାହିଁ। |
19058 | JER 2:24 | ତୁମ୍ଭେ ପ୍ରାନ୍ତର ପରିଚିତା ବନ୍ୟ ଗର୍ଦ୍ଦଭୀ ଅଟ; ସେ ଆପଣା ଅଭିଳାଷକ୍ରମେ ବାୟୁ ଆଘ୍ରାଣ କରେ, ତାହାର ଋତୁ ସମୟରେ କିଏ ତାହାକୁ ଫେରାଇ ପାରଇ ? ତାହାର ଅନ୍ବେଷଣକାରୀମାନଙ୍କର ଆପଣାମାନଙ୍କୁ କ୍ଳାନ୍ତ କରିବାର ପ୍ରୟୋଜନ ନାହିଁ; ସେମାନେ ତାହାର ନିୟମିତ ମାସରେ ତାହାକୁ ପାଇବେ। |
19394 | JER 15:10 | ଗୋ ଆମ୍ଭର ମାତା, ମୁଁ ସନ୍ତାପର ପାତ୍ର, ତୁମ୍ଭେ ମୋତେ ସମୁଦାୟ ପୃଥିବୀର ବିରୋଧ ଓ ବିବାଦର ପାତ୍ର କରି ଜାତ କରିଅଛ ! ମୁଁ ସୁଧ ନିମନ୍ତେ ଋଣ ଦେଇ ନାହିଁ; କିଅବା ଲୋକେ ମୋତେ ସୁଧ ଲାଗି ଋଣ ଦେଇ ନାହାନ୍ତି; ତଥାପି ସେମାନଙ୍କର ପ୍ରତ୍ୟେକ ଜଣ ମୋତେ ଅଭିଶାପ ଦିଅନ୍ତି। |
20924 | EZK 18:6 | ପୁଣି, ଯେ ପର୍ବତଗଣର ଉପରେ ଭୋଜନ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଅଥବା ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ, କିଅବା ଋତୁମତୀ ସ୍ତ୍ରୀର ନିକଟକୁ ଆସି ନାହିଁ; |
20925 | EZK 18:7 | ପୁଣି, ଯେ କାହାରି ପ୍ରତି ଅନ୍ୟାୟ କରି ନାହିଁ, ମାତ୍ର ଋଣୀକୁ ତାହାର ବନ୍ଧକି ଦ୍ରବ୍ୟ ଫେରାଇ ଦେଇଅଛି, ଉପଦ୍ରବ କରି କାହାରି କିଛି ଅପହରଣ କରି ନାହିଁ, ଆପଣାର ଭକ୍ଷ୍ୟ କ୍ଷୁଧିତକୁ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି; |
20926 | EZK 18:8 | ଯେ ସୁଧ ପାଇଁ ଋଣ ଦେଇ ନାହିଁ, କିଅବା କିଛି ବୃଦ୍ଧି ନେଇ ନାହିଁ, ଯେ ଅଧର୍ମରୁ ଆପଣା ହସ୍ତ ଫେରାଇଅଛି, ମନୁଷ୍ୟ ମନୁଷ୍ୟର ମଧ୍ୟରେ ଯଥାର୍ଥ ବିଚାର କରିଅଛି, |
20931 | EZK 18:13 | ଘୃଣାଯୋଗ୍ୟ କ୍ରିୟା କରିଅଛି, ସୁଧ ପାଇଁ ଋଣ ଦେଇଅଛି ଓ ବୃଦ୍ଧି ଗ୍ରହଣ କରିଅଛି, ସେ କି ବଞ୍ଚିବ ? ସେ ବଞ୍ଚିବ ନାହିଁ, ସେ ଏହିସବୁ ଘୃଣାଯୋଗ୍ୟ କ୍ରିୟା କରିଅଛି; ସେ ନିଶ୍ଚୟ ମରିବ, ତାହାର ରକ୍ତ ତାହାର ଉପରେ ବର୍ତ୍ତିବ। |
21055 | EZK 22:10 | ତୁମ୍ଭ ମଧ୍ୟରେ ଲୋକମାନେ ଆପଣା ଆପଣା ପିତାର ଆବରଣୀୟ ଅନାବୃତ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଋତୁ ସମୟରେ ଅଶୁଚି ଥିବା ସ୍ତ୍ରୀକୁ ବଳାତ୍କାର କରିଅଛନ୍ତି। |
21848 | DAN 2:21 | ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି; |
22183 | HOS 2:11 | ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା। |
23345 | MAT 5:42 | ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି, ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ । |
23820 | MAT 18:24 | ସେ ହିସାବ ଆରମ୍ଭ କରନ୍ତେ ତିନି କୋଟି ଟଙ୍କା ଋଣ କରିଥିବା ଜଣେ ଦାସ ତାହାଙ୍କ ଛାମୁକୁ ଅଣାଗଲା । |
23823 | MAT 18:27 | ସେଥିରେ ସେହି ଦାସର ପ୍ରଭୁ ଦୟା କରି ତାହାକୁ ମୁକ୍ତ କରିଦେଲେ ଓ ତାହାର ଋଣ କ୍ଷମା କଲେ । |
23824 | MAT 18:28 | କିନ୍ତୁ ସେହି ଦାସ ବାହାରିଯାଇ ତାହାଠାରୁ ପଚାଶ ଟଙ୍କା ଋଣ କରିଥିବା ଜଣେ ସହଦାସର ଦେଖା ପାଇ ତାହାକୁ ଧରି ତାହାର ଗଳା ଚିପି କହିବାକୁ ଲାଗିଲା, ତୁ ଯାହା ଧାରୁ, ଶୁଝିଦେ । |
23826 | MAT 18:30 | ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା । |
23828 | MAT 18:32 | ସେଥିରେ ତାହାର ପ୍ରଭୁ ତାହାକୁ ପାଖକୁ ଡ଼କାଇ କହିଲେ ରେ ଦୁଷ୍ଟ ଦାସ, ତୁ ମୋତେ ବିନତି କରିବାରୁ ମୁଁ ତୋର ସେହି ସମସ୍ତ ଋଣ କ୍ଷମା କଲି; |
23830 | MAT 18:34 | ଆଉ, ତାହାର ପ୍ରଭୁ ରାଗିଯାଇ ସମସ୍ତ ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାହାକୁ ଯନ୍ତ୍ରଣା ଦେବା ଲୋକମାନଙ୍କ ହାତରେ ସମର୍ପଣ କଲେ । |
25249 | LUK 6:34 | ପୁଣି, ଯେଉଁମାନଙ୍କଠାରୁ ତୁମ୍ଭମାନଙ୍କର ପାଇବାର ଆଶା ଥାଏ, ସେମାନଙ୍କୁ ଋଣ ଦେଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ ? ପାପୀମାନେ ସୁଦ୍ଧା ସମାନ ପରିମାଣରେ ପରିଶୋଧ ପାଇବା ନିମନ୍ତେ ପାପୀମାନଙ୍କୁ ଋଣ ଦିଅନ୍ତି । |
25250 | LUK 6:35 | ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ୱରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି । |
25305 | LUK 7:41 | ଜଣେ ମହାଜନଙ୍କର ଦୁଇ ଜଣ ଋଣୀ ଥିଲେ; ଜଣେ ପାଞ୍ଚଶହ ଓ ଆଉ ଜଣେ ପଚାଶ ଟଙ୍କା ଋଣ କରିଥିଲା । |
25306 | LUK 7:42 | ଋଣ ସୁଝିବାକୁ ସେମାନଙ୍କର କିଛି ନ ଥିବାରୁ ସେ ଉଭୟଙ୍କର ଋଣ କ୍ଷମା କଲେ । ଏଣୁ ସେମାନଙ୍କ ମଧ୍ୟରୁ କିଏ ତାହାଙ୍କୁ ଅଧିକ ପ୍ରେମ କରିବ ? |
25307 | LUK 7:43 | ଶିମୋନ ଉତ୍ତର ଦେଲେ, ମୁଁ ଜାଣିବାରେ, ସେ ଯାହାର ଅଧିକ ଋଣ କ୍ଷମା କଲେ, ସେ । ସେ ତାହାଙ୍କୁ କହିଲେ, ତୁମ୍ଭେ ଠିକ୍ ବିଚାର କଲ । |
27500 | ACT 14:17 | ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାଁନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି । |
28012 | ROM 1:14 | ଗ୍ରୀକ୍ କି ବର୍ବର, ଶିକ୍ଷିତ କି ଅଶିକ୍ଷିତ, ସମସ୍ତଙ୍କ ନିକଟରେ ମୁଁ ଋଣୀ । |
28196 | ROM 8:12 | ଅତଏବ, ହେ ଭାଇମାନେ, ଆମ୍ଭେମାନେ ଋଣୀ, କିନ୍ତୁ ଶାରୀରିକ ଭାବାନୁସାରେ ଜୀବନ ଯାପନ କରିବାକୁ ଶରୀର ନିକଟରେ ନୁହେଁ; |
28232 | ROM 9:9 | କାରଣ ଏହା ତ ପ୍ରତିଜ୍ଞାର ବାକ୍ୟ, ଏହି ଋତୁରେ ଆମ୍ଭେ ଆସିବା, ଆଉ ସାରା ଗୋଟିଏ ପୁତ୍ର ପ୍ରାପ୍ତ ହେବ । |
28342 | ROM 13:8 | ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ମୋଶାଙ୍କ ବ୍ୟବସ୍ଥା ସଫଳ କରିଅଛି । |
28398 | ROM 15:27 | ହଁ, ସେମାନେ ଏହା ଭଲ ମଣିଅଛନ୍ତି ସତ, ହେଲେ ସେମାନେ ସେମାନଙ୍କ ନିକଟରେ ଋଣୀ ମଧ୍ୟ ଅଟନ୍ତି; କାରଣ ଯଦି ଅଣଯିହୂଦୀମାନେ ସେମାନଙ୍କ ଆତ୍ମିକ ବିଷୟର ସହଭାଗୀ ହୋଇଅଛନ୍ତି, ତେବେ ସେମାନେ ସାଂସାରିକ ବିଷୟରେ ମଧ୍ୟ ସେମାନଙ୍କର ସେବା କରିବା ନିମନ୍ତେ ଋଣୀ । |
30023 | PHM 1:18 | ଯଦି ସେ ତୁମ୍ଭ ପ୍ରତି କୌଣସି ଅନ୍ୟାୟ କରିଥାଏ ବା ତୁମ୍ଭଠାରେ ଋଣୀ ହୋଇଥାଏ, ତେବେ ତାହା ମୋ' ହିସାବରେ ଲେଖିରଖ; |
30024 | PHM 1:19 | ମୁଁ ପାଉଲ ସ୍ୱହସ୍ତରେ ଏହା ଲେଖି ଦେଉଅଛି, ମୁଁ ତାହା ପରିଶୋଧ କରିବି । ତୁମ୍ଭେ ନିଜେ ଯେ ମୋ' ନିକଟରେ ଋଣୀ, ଏ ବିଷୟରେ ମୁଁ ଆଉ କହିବାକୁ ଇଚ୍ଛା କରୁ ନାହିଁ । |