1 | GEN 1:1 | ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ। |
2 | GEN 1:2 | ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ। |
6 | GEN 1:6 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।” |
9 | GEN 1:9 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା। |
14 | GEN 1:14 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ। |
15 | GEN 1:15 | ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା। |
16 | GEN 1:16 | ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତି, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ। |
18 | GEN 1:18 | ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ। |
20 | GEN 1:20 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।” |
21 | GEN 1:21 | ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ। |
22 | GEN 1:22 | ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।” |
24 | GEN 1:24 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା। |
25 | GEN 1:25 | ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ। |
26 | GEN 1:26 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।” |
28 | GEN 1:28 | ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।” |
30 | GEN 1:30 | ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା। |
39 | GEN 2:8 | ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ। |
41 | GEN 2:10 | ଉଦ୍ୟାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା । |
43 | GEN 2:12 | ସେହି ଦେଶର ସୁବର୍ଣ୍ଣ ଉତ୍ତମ, ପୁଣି, ସେଠାରେ ମୁକ୍ତା ଓ ଗୋମେଦକ ମଣି ଜନ୍ମଇ। |
44 | GEN 2:13 | ଦ୍ୱିତୀୟ ନଦୀର ନାମ ଗୀହୋନ; ଏହା ସମସ୍ତ କୂଶ ଦେଶ ବେଷ୍ଟନ କରେ। |
45 | GEN 2:14 | ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍। |
50 | GEN 2:19 | ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା। |
51 | GEN 2:20 | ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ। |
52 | GEN 2:21 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ। |
55 | GEN 2:24 | ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ। |
56 | GEN 2:25 | ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା। |
57 | GEN 3:1 | ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?” |
62 | GEN 3:6 | ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ। |
63 | GEN 3:7 | ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ। |
64 | GEN 3:8 | ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ। |
66 | GEN 3:10 | ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।” |
67 | GEN 3:11 | ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?” |
68 | GEN 3:12 | ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।” |
70 | GEN 3:14 | ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ। |
71 | GEN 3:15 | ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।” |
72 | GEN 3:16 | ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।” |
73 | GEN 3:17 | ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ। |
74 | GEN 3:18 | ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ। |
75 | GEN 3:19 | ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।” |
80 | GEN 3:24 | ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ। |
81 | GEN 4:1 | ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।” |
83 | GEN 4:3 | ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ। |
84 | GEN 4:4 | ଆଉ ହେବଲ ମଧ୍ୟ ନିଜ ପଲର ପ୍ରଥମଜାତ କେତେକ ପଶୁ ଓ ସେମାନଙ୍କ ମେଦ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲଙ୍କୁ ଓ ତାଙ୍କର ନୈବେଦ୍ୟକୁ ଗ୍ରାହ୍ୟ କଲେ। |
85 | GEN 4:5 | ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ। |
91 | GEN 4:11 | ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ; |
94 | GEN 4:14 | ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।” |
95 | GEN 4:15 | ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ। |
96 | GEN 4:16 | ଏଥିଉତ୍ତାରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ସ୍ଥାନରେ ବାସ କଲେ। |
97 | GEN 4:17 | ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି, ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ। |
100 | GEN 4:20 | ଆଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ବୁନିବାସୀ ପଶୁପାଳକମାନଙ୍କର ଆଦିପୁରୁଷ ଥିଲା। |
102 | GEN 4:22 | ସିଲ୍ଲାର ଗର୍ଭରେ ତୁବଲ୍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା। |
103 | GEN 4:23 | ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋ’ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି; |
104 | GEN 4:24 | ଯଦି କୟିନର ବଧର ପ୍ରତିଫଳ ସାତଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।” |
105 | GEN 4:25 | ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।” |
106 | GEN 4:26 | ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ। |
128 | GEN 5:22 | ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ; |
130 | GEN 5:24 | ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ। |
139 | GEN 6:1 | ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ; |
140 | GEN 6:2 | ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ। |
141 | GEN 6:3 | ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।” |
142 | GEN 6:4 | ସେହି ସମୟରେ ପୃଥିବୀରେ ମହା ବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ। |