14 | GEN 1:14 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ। |
19 | GEN 1:19 | ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଚତୁର୍ଥ ଦିବସ ହେଲା। |
23 | GEN 1:23 | ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା। |
25 | GEN 1:25 | ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ। |
26 | GEN 1:26 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।” |
28 | GEN 1:28 | ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।” |
30 | GEN 1:30 | ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା। |
37 | GEN 2:6 | ପୁଣି, ପୃଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା। |
41 | GEN 2:10 | ଉଦ୍ୟାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା । |
45 | GEN 2:14 | ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍। |
47 | GEN 2:16 | ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରି ପାର, |
50 | GEN 2:19 | ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା। |
51 | GEN 2:20 | ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ। |
57 | GEN 3:1 | ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?” |
61 | GEN 3:5 | ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।” |
63 | GEN 3:7 | ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ। |
64 | GEN 3:8 | ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ। |
66 | GEN 3:10 | ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।” |
77 | GEN 3:21 | ଆଉ ସଦାପ୍ରଭୁ ପରମେଶ୍ୱର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଆଦମ ଓ ତାଙ୍କର ଭାର୍ଯ୍ୟାଙ୍କୁ ପିନ୍ଧାଇଲେ। |
80 | GEN 3:24 | ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ। |
87 | GEN 4:7 | ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।” |
89 | GEN 4:9 | ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?” |
95 | GEN 4:15 | ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ। |
104 | GEN 4:24 | ଯଦି କୟିନର ବଧର ପ୍ରତିଫଳ ସାତଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।” |
105 | GEN 4:25 | ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।” |
110 | GEN 5:4 | ଶେଥର ଜନ୍ମ ଉତ୍ତାରେ ଆଦମ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ। |
112 | GEN 5:6 | ଶେଥ ଶହେ ପାଞ୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା; |
113 | GEN 5:7 | ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା। |
116 | GEN 5:10 | ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; |
117 | GEN 5:11 | ଈନୋଶର ବୟସ ସର୍ବସୁଦ୍ଧା ନଅଶହ ପାଞ୍ଚ ବର୍ଷ ଥିଲା; ତହୁଁ ସେ ମଲା। |
119 | GEN 5:13 | ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା; |
121 | GEN 5:15 | ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦକୁ ଜାତ କଲା; |
122 | GEN 5:16 | ଯେରଦ ଜନ୍ମିଲା ଉତ୍ତାରେ ସେ ଆଠଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; |
123 | GEN 5:17 | ମହଲଲେଲର ବୟସ ସର୍ବସୁଦ୍ଧା ଆଠଶହ ପଞ୍ଚାନବେ ବର୍ଷ ଥିଲା; ତହୁଁ ସେ ମଲା। |
125 | GEN 5:19 | ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; |
127 | GEN 5:21 | ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ; |
129 | GEN 5:23 | ହନୋକଙ୍କର ବୟସ ସର୍ବସୁଦ୍ଧା ତିନିଶହ ପଞ୍ଚଷଠି ବର୍ଷ ଥିଲା; |
132 | GEN 5:26 | ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତଶହ ବୟାଅଶୀ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; |
136 | GEN 5:30 | ନୋହଙ୍କର ଜନ୍ମ ଉତ୍ତାରେ ଲେମକ ପାଞ୍ଚଶହ ପଞ୍ଚାନବେ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ; |
138 | GEN 5:32 | ଆଉ ନୋହଙ୍କୁ ପାଞ୍ଚଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍କୁ ଜାତ କଲେ। |
145 | GEN 6:7 | ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।” |
150 | GEN 6:12 | ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି। |
151 | GEN 6:13 | ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା। |
153 | GEN 6:15 | ତାହା ଏହି ପ୍ରକାରେ ନିର୍ମାଣ କରିବ; ଦୀର୍ଘରେ ତିନିଶହ ହାତ, ପ୍ରସ୍ଥରେ ପଚାଶ ହାତ, ଉଚ୍ଚରେ ତିରିଶ ହାତ ହେବ। |
159 | GEN 6:21 | ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସର୍ବପ୍ରକାର ଖାଦ୍ୟସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।” |
162 | GEN 7:2 | ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି; |
163 | GEN 7:3 | ପ୍ରତ୍ୟେକ ଖେଚର ପକ୍ଷୀଜାତିର ସାତ ସାତ ଦମ୍ପତି ଆପଣା ସଙ୍ଗରେ ନିଅ। |
164 | GEN 7:4 | ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।” |
168 | GEN 7:8 | ପୁଣି, ନୋହଙ୍କ ପ୍ରତି ପରମେଶ୍ୱରଙ୍କ ଆଜ୍ଞାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡ଼ା ଯୋଡ଼ା ହୋଇ |
172 | GEN 7:12 | ତହିଁରେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି ହେଲା। |
174 | GEN 7:14 | ପୁଣି, ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ; |
177 | GEN 7:17 | ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା। |
179 | GEN 7:19 | ପୃଥିବୀ ଉପରେ ଜଳ ଅତିଶୟ ବଢ଼ି ଆକାଶ ତଳସ୍ଥ ସବୁ ଉଚ୍ଚ ପର୍ବତ ମଗ୍ନ କଲା। |
181 | GEN 7:21 | ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ, |
183 | GEN 7:23 | ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ। |
184 | GEN 7:24 | ଏହିରୂପେ ପୃଥିବୀ ଏକଶହ ପଚାଶ ଦିନ ପର୍ଯ୍ୟନ୍ତ ଜଳରେ ବୁଡ଼ି ରହିଲା। |
187 | GEN 8:3 | ତହିଁରେ ପୃଥିବୀରୁ ଜଳ ବହିଯାଇ ଏକଶହ ପଚାଶ ଦିନର ଶେଷରେ ହ୍ରାସ ହେଲା। |
190 | GEN 8:6 | ଏଥିଉତ୍ତାରେ ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ୱନିର୍ମିତ ଜାହାଜର ଝରକା ଫିଟାଇ ଗୋଟାଏ ଡାମରା କାଉକୁ ଉଡ଼ାଇ ଦେଲେ; |
192 | GEN 8:8 | ପୁନଶ୍ଚ, ନୋହ ଭୂମିରେ ଜଳର ହ୍ରାସ ବୁଝିବା ପାଇଁ ଗୋଟିଏ କାପ୍ତା ଉଡ଼ାଇ ଦେଲେ; |
193 | GEN 8:9 | ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ। |
195 | GEN 8:11 | ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତ ବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ। |
201 | GEN 8:17 | ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନି ଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।” |
203 | GEN 8:19 | ପୁଣି, ସ୍ୱ ସ୍ୱ ଜାତି ଅନୁସାରେ ପ୍ରତ୍ୟେକ ପଶୁ, ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ପକ୍ଷୀ ପ୍ରଭୃତି ସମସ୍ତ ଭୂଚର ପ୍ରାଣୀ ଜାହାଜରୁ ବାହାରି ଆସିଲେ। |
204 | GEN 8:20 | ଏଥିଉତ୍ତାରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି, ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ। |
208 | GEN 9:2 | ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି। |
217 | GEN 9:11 | ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।” |
218 | GEN 9:12 | ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି; |
219 | GEN 9:13 | ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ। |
220 | GEN 9:14 | ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ; |
223 | GEN 9:17 | ପରମେଶ୍ୱର ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।” |
228 | GEN 9:22 | ଏପରି ସମୟରେ କିଣାନର ପିତା ହାମ ଆପଣା ପିତାଙ୍କର ଉଲଙ୍ଗତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଚାର ଦେଲା। |
229 | GEN 9:23 | ସେତେବେଳେ ଶେମ ଓ ଯେଫତ୍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ। |
230 | GEN 9:24 | ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠ ପୁତ୍ରର ଆଚରଣ ଜ୍ଞାତ ହେଲେ। |
234 | GEN 9:28 | ଜଳପ୍ଳାବନ ଉତ୍ତାରେ ନୋହ ଆଉ ତିନିଶହ ପଚାଶ ବର୍ଷ ବଞ୍ଚିଲେ। |
235 | GEN 9:29 | ପୁଣି, ନୋହଙ୍କର ବୟସ ସର୍ବସୁଦ୍ଧା ନଅଶହ ପଚାଶ ବର୍ଷ ଥିଲା; ତହୁଁ ସେ ମଲେ। |
268 | GEN 11:1 | ପୂର୍ବେ ସମୁଦାୟ ପୃଥିବୀରେ ଏକ ଭାଷା ଓ ଏକ ରୂପ ଉଚ୍ଚାରଣ ଥିଲା। |
270 | GEN 11:3 | ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା। |
271 | GEN 11:4 | ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।” |
278 | GEN 11:11 | ଅର୍ଫକ୍ଷଦ ଜନ୍ମିଲା ଉତ୍ତାରେ ଶେମ ପାଞ୍ଚଶହ ବର୍ଷ ବଞ୍ଚି ଆଉ ସନ୍ତାନସନ୍ତତି ଜାତ କଲା। |
279 | GEN 11:12 | ପୁଣି, ଅର୍ଫକ୍ଷଦ ପଞ୍ଚତିରିଶ ବର୍ଷ ବୟସରେ ଶେଲହକୁ ଜାତ କଲା। |