47 | GEN 2:16 | ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରି ପାର, |
54 | GEN 2:23 | ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।” |
55 | GEN 2:24 | ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ। |
57 | GEN 3:1 | ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?” |
59 | GEN 3:3 | କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।” |
62 | GEN 3:6 | ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ। |
64 | GEN 3:8 | ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ। |
67 | GEN 3:11 | ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?” |
68 | GEN 3:12 | ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।” |
73 | GEN 3:17 | ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ। |
74 | GEN 3:18 | ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ। |
78 | GEN 3:22 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ, |
81 | GEN 4:1 | ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।” |
86 | GEN 4:6 | ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ ? ଆଉ କାହିଁକି ଦୁଃଖିତ ହେଉଅଛ ? |
87 | GEN 4:7 | ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।” |
90 | GEN 4:10 | ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି। |
91 | GEN 4:11 | ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ; |
103 | GEN 4:23 | ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋ’ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି; |
105 | GEN 4:25 | ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।” |
145 | GEN 6:7 | ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।” |
150 | GEN 6:12 | ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି। |
151 | GEN 6:13 | ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା। |
154 | GEN 6:16 | ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ। |
155 | GEN 6:17 | ପୁଣି, ଆକାଶ ତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ। |
161 | GEN 7:1 | ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ। |
166 | GEN 7:6 | ନୋହଙ୍କର ଛଅଶହ ବର୍ଷ ବୟସରେ ପୃଥିବୀ ଉପରେ ଜଳପ୍ଳାବନ ହେଲା। |
171 | GEN 7:11 | ନୋହଙ୍କର ବୟସର ଛଅଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା। |
177 | GEN 7:17 | ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା। |
193 | GEN 8:9 | ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ। |
195 | GEN 8:11 | ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତ ବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ। |
197 | GEN 8:13 | (ନୋହଙ୍କ ବୟସର) ଛଅଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ। |
205 | GEN 8:21 | ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ। |
212 | GEN 9:6 | ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି। |
216 | GEN 9:10 | ଅର୍ଥାତ୍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ। |
217 | GEN 9:11 | ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।” |
219 | GEN 9:13 | ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ। |
221 | GEN 9:15 | ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମ୍ଭର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ। |
222 | GEN 9:16 | ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।” |
223 | GEN 9:17 | ପରମେଶ୍ୱର ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।” |
229 | GEN 9:23 | ସେତେବେଳେ ଶେମ ଓ ଯେଫତ୍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ। |
271 | GEN 11:4 | ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।” |
273 | GEN 11:6 | ପୁଣି, ସଦାପ୍ରଭୁ କହିଲେ, “ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରେ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ। |
275 | GEN 11:8 | ଏହିରୂପେ ସଦାପ୍ରଭୁ ସେହି ସ୍ଥାନରୁ ସେମାନଙ୍କୁ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ କଲେ; ଏଣୁ ସେମାନେ ନଗର ନିର୍ମାଣ କରିବାରୁ ନିବୃତ୍ତ ହେଲେ। |
276 | GEN 11:9 | ସେଥିପାଇଁ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେହି ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି, ସେହି ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ। |
307 | GEN 12:8 | ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍ର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। |
312 | GEN 12:13 | ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋ’ ପ୍ରାଣ ରକ୍ଷା ପାଇବ।” |
314 | GEN 12:15 | ପୁଣି, ଫାରୋଙ୍କର ଅଧିପତିମାନେ ତାଙ୍କୁ ଦେଖି ଫାରୋଙ୍କ ଛାମୁରେ ତାଙ୍କର ପ୍ରଶଂସା କରନ୍ତେ, ସେହି ସ୍ତ୍ରୀ ଫାରୋଙ୍କର ଗୃହକୁ ଅଣାଗଲେ। |
327 | GEN 13:8 | ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ। |
328 | GEN 13:9 | ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋ’ଠାରୁ ପୃଥକ୍ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଡାହାଣକୁ ଯାଏ; ନୋହିଲେ ତୁମ୍ଭେ ଡାହାଣକୁ ଯାଅ, ମୁଁ ବାମକୁ ଯିବି। |
332 | GEN 13:13 | ସେହି ସଦୋମର ଲୋକମାନେ ମହା ଦୁଷ୍ଟ ଓ ସଦାପ୍ରଭୁଙ୍କ ଛାମୁରେ ଅତି ପାପିଷ୍ଠ ଥିଲେ। |
333 | GEN 13:14 | ଏଥିଉତ୍ତାରେ ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର; |
334 | GEN 13:15 | କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା। |
351 | GEN 14:14 | ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନିଶହ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ୍ ନଗର ପର୍ଯ୍ୟନ୍ତ ଗଲେ। |
352 | GEN 14:15 | ଏଥିଉତ୍ତାରେ ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରି କାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି, ଦମ୍ମେଶକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ। |
359 | GEN 14:22 | ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ, |
360 | GEN 14:23 | ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ଡିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ଆମ୍ଭେ ଅବ୍ରାମକୁ ଧନବାନ କରିଅଛୁ। |
361 | GEN 14:24 | କେବଳ ମୋହର ଯୁବା ଲୋକମାନେ ଯାହା ଭୋଜନ କରିଅଛନ୍ତି, ତାହା ନେବି, ପୁଣି, ମୋହର ଯେଉଁ ସହାୟଗଣ ସଙ୍ଗରେ ଯାଇଥିଲେ, ସେମାନେ, ଅର୍ଥାତ୍, ଆନେର୍ ଓ ଇଷ୍କୋଲ ଓ ମମ୍ରି ଆପଣା ଆପଣା ପ୍ରାପ୍ତବ୍ୟ ଭାଗ ଗ୍ରହଣ କରନ୍ତୁ।” |
363 | GEN 15:2 | ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୁ ସଦାପ୍ରଭୁ, ତୁମ୍ଭେ ମୋତେ କ’ଣ ଦେବ ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋ’ ଗୃହର ଧନାଧିକାରୀ ଅଟେ।” |
370 | GEN 15:9 | ସଦାପ୍ରଭୁ କହିଲେ, “ତୁମ୍ଭେ ତିନି ବର୍ଷର ଗୋଟିଏ ଗାଭୀ ଓ ତିନି ବର୍ଷର ଗୋଟିଏ ଛାଗୀ ଓ ତିନି ବର୍ଷର ଗୋଟିଏ ମେଷ ଓ ଗୋଟିଏ ଘୁଘୁ ଓ ଗୋଟିଏ କପୋତ ଛୁଆ ଆମ୍ଭ ନିକଟକୁ ଆଣ।” |
384 | GEN 16:2 | ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ଦେଖ, ସଦାପ୍ରଭୁ ମୋତେ ବନ୍ଧ୍ୟା କରିଅଛନ୍ତି; ଏଣୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଏହି ଦାସୀର ସହବାସ କର; କେଜାଣି ମୁଁ ଏହା ଯୋଗୁଁ ପୁତ୍ର ପାଇ ପାରିବି।” ତେବେ ଅବ୍ରାମ ସାରୀଙ୍କର ବାକ୍ୟରେ ସମ୍ମତ ହେଲେ। |
386 | GEN 16:4 | ଏଥିଉତ୍ତାରେ ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି, ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛ ଜ୍ଞାନ କରିବାକୁ ଲାଗିଲା। |
387 | GEN 16:5 | ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋ’ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛ ଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।” |
388 | GEN 16:6 | ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, “ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତା’ ପ୍ରତି କର।” ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା। |
389 | GEN 16:7 | ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ପ୍ରାନ୍ତର ମଧ୍ୟରେ ଗୋଟିଏ ନିର୍ଝର ନିକଟରେ, ଅର୍ଥାତ୍, ଶୂରର ପଥରେ ଯେଉଁ ନିର୍ଝର ଅଛି, ତହିଁ ନିକଟରେ ତାହାକୁ ଦେଖି କହିଲେ, |
390 | GEN 16:8 | “ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ ? ପୁଣି, କେଉଁଠାକୁ ଯିବ ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।” |
393 | GEN 16:11 | ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାୟେଲ ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ। |
395 | GEN 16:13 | ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, ମଦ୍ଦର୍ଶକ ପରମେଶ୍ୱର, (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି !” |
396 | GEN 16:14 | ଏଣୁ ସେହି କୂପର ନାମ ବେର-ଲହୟ-ରୋୟୀ ରଖାଗଲା। ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି। |
398 | GEN 16:16 | ଅବ୍ରାମଙ୍କର ଛୟାଅଶୀ ବର୍ଷ ବୟସରେ ହାଗାର ଅବ୍ରାମଙ୍କ ନିମନ୍ତେ ଇଶ୍ମାୟେଲକୁ ପ୍ରସବ କଲା। |
399 | GEN 17:1 | ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ। |
402 | GEN 17:4 | “ଦେଖ, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରୁଅଛୁ, ତୁମ୍ଭେ ଅନେକ ଗୋଷ୍ଠୀର ଆଦିପୁରୁଷ ହେବ। |
406 | GEN 17:8 | ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।” |
409 | GEN 17:11 | ତୁମ୍ଭେମାନେ ଆପଣା ଆପଣାର ଲିଙ୍ଗାଗ୍ର ଚର୍ମ ଛେଦନ କରିବ; ଆଉ ତାହା ତୁମ୍ଭମାନଙ୍କ ସହିତ ଆମ୍ଭ ନିୟମର ଚିହ୍ନ ହେବ। |
412 | GEN 17:14 | ମାତ୍ର ଯାହାର ଲିଙ୍ଗାଗ୍ର ଚର୍ମର ଛେଦନ ହେବ ନାହିଁ, ଏପରି ଯେ ଅସୁନ୍ନତ ପୁରୁଷ, ସେ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ଆମ୍ଭର ନିୟମ ଲଙ୍ଘନ କଲା।” |
416 | GEN 17:18 | ତହିଁରେ ଅବ୍ରହାମ ପରମେଶ୍ୱରଙ୍କୁ କହିଲେ, “ଇଶ୍ମାୟେଲ ତୁମ୍ଭ ଛାମୁରେ ବଞ୍ଚି ଥାଉ।” |
421 | GEN 17:23 | ଏଥିଉତ୍ତାରେ ଅବ୍ରହାମ ଆପଣା ପୁତ୍ର ଇଶ୍ମାୟେଲକୁ ଓ ଆପଣା ଗୃହଜାତ ଓ ମୂଲ୍ୟକ୍ରୀତ ସମସ୍ତ ଲୋକଙ୍କୁ, ଅର୍ଥାତ୍ ଅବ୍ରହାମଙ୍କର ଗୃହସ୍ଥିତ ପ୍ରତ୍ୟେକ ପୁରୁଷକୁ ଘେନି ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେହି ଦିନ ସମସ୍ତଙ୍କ ଲିଙ୍ଗାଗ୍ର ଚର୍ମ ଛେଦନ କଲେ। |
422 | GEN 17:24 | ଅବ୍ରହାମଙ୍କର ଅନେଶ୍ୱତ ବର୍ଷ ବୟସରେ ତାଙ୍କର ଲିଙ୍ଗାଗ୍ର ଚର୍ମ ଛେଦନ ହେଲା। |
423 | GEN 17:25 | ପୁଣି, ତାଙ୍କର ପୁତ୍ର ଇଶ୍ମାୟେଲର ତେର ବର୍ଷ ବୟସରେ ଲିଙ୍ଗାଗ୍ର ଚର୍ମ ଛେଦନ ହେଲା। |
428 | GEN 18:3 | “ହେ ପ୍ରଭୁ, ନିବେଦନ କରୁଅଛି, ମହାଶୟଗଣ, ଯଦି ତୁମ୍ଭେମାନେ ମୋ ଉପରେ ସନ୍ତୁଷ୍ଟ ଅଛନ୍ତି, ତେବେ ଏହି ଦାସର ସ୍ଥାନରେ (ଏଠାରେ) କିଛି ସମୟ ରୁହନ୍ତୁ। |
429 | GEN 18:4 | ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ |
430 | GEN 18:5 | ଯେହେତୁ ଆପଣମାନେ ଆପଣଙ୍କ ଦାସଙ୍କ ନିକଟକୁ ଆସିଅଛନ୍ତି, ଏଥିପାଇଁ ମୋତେ କିଛି ଖାଦ୍ୟଦ୍ରବ୍ୟ ଆଣିବାକୁ ଦିଅନ୍ତୁ, ପୁଣି ଭୋଜନ କଲାପରେ ଆପଣମାନେ ଗମନ କରିବେ।” ସେତେବେଳେ ସେମାନେ କହିଲେ, “ଯାହା କହୁଅଛ, ତାହା କର।” |