2 | GEN 1:2 | ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ। |
6 | GEN 1:6 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।” |
7 | GEN 1:7 | ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା। |
9 | GEN 1:9 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା। |
10 | GEN 1:10 | ପୁଣି, ପରମେଶ୍ୱର ସ୍ଥଳର ନାମ ପୃଥିବୀ ଓ ଜଳରାଶିର ନାମ ସମୁଦ୍ର ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ। |
11 | GEN 1:11 | ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା। |
12 | GEN 1:12 | ଅର୍ଥାତ୍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ। |
14 | GEN 1:14 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ। |
15 | GEN 1:15 | ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା। |
16 | GEN 1:16 | ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତି, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ। |
18 | GEN 1:18 | ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ। |
20 | GEN 1:20 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।” |
21 | GEN 1:21 | ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ। |
22 | GEN 1:22 | ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।” |
24 | GEN 1:24 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା। |
25 | GEN 1:25 | ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ। |
26 | GEN 1:26 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।” |
28 | GEN 1:28 | ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।” |
29 | GEN 1:29 | ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ। |
30 | GEN 1:30 | ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା। |
37 | GEN 2:6 | ପୁଣି, ପୃଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା। |
38 | GEN 2:7 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା। |
40 | GEN 2:9 | ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ। |
41 | GEN 2:10 | ଉଦ୍ୟାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା । |
43 | GEN 2:12 | ସେହି ଦେଶର ସୁବର୍ଣ୍ଣ ଉତ୍ତମ, ପୁଣି, ସେଠାରେ ମୁକ୍ତା ଓ ଗୋମେଦକ ମଣି ଜନ୍ମଇ। |
46 | GEN 2:15 | ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ। |
47 | GEN 2:16 | ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରି ପାର, |
48 | GEN 2:17 | ମାତ୍ର, ସଦସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।” |
50 | GEN 2:19 | ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା। |
51 | GEN 2:20 | ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ। |
52 | GEN 2:21 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ। |
53 | GEN 2:22 | ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ। |
56 | GEN 2:25 | ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା। |
61 | GEN 3:5 | ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।” |
62 | GEN 3:6 | ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ। |
63 | GEN 3:7 | ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ। |
67 | GEN 3:11 | ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?” |
70 | GEN 3:14 | ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ। |
71 | GEN 3:15 | ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।” |
73 | GEN 3:17 | ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ। |
74 | GEN 3:18 | ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ। |
76 | GEN 3:20 | ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ। |
78 | GEN 3:22 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ, |
80 | GEN 3:24 | ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ। |
84 | GEN 4:4 | ଆଉ ହେବଲ ମଧ୍ୟ ନିଜ ପଲର ପ୍ରଥମଜାତ କେତେକ ପଶୁ ଓ ସେମାନଙ୍କ ମେଦ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲଙ୍କୁ ଓ ତାଙ୍କର ନୈବେଦ୍ୟକୁ ଗ୍ରାହ୍ୟ କଲେ। |
89 | GEN 4:9 | ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?” |
94 | GEN 4:14 | ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।” |
100 | GEN 4:20 | ଆଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ବୁନିବାସୀ ପଶୁପାଳକମାନଙ୍କର ଆଦିପୁରୁଷ ଥିଲା। |
102 | GEN 4:22 | ସିଲ୍ଲାର ଗର୍ଭରେ ତୁବଲ୍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା। |
103 | GEN 4:23 | ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋ’ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି; |
106 | GEN 4:26 | ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ। |
109 | GEN 5:3 | ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ। |
110 | GEN 5:4 | ଶେଥର ଜନ୍ମ ଉତ୍ତାରେ ଆଦମ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ। |
112 | GEN 5:6 | ଶେଥ ଶହେ ପାଞ୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା; |
113 | GEN 5:7 | ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା। |
115 | GEN 5:9 | ଈନୋଶ ନବେ ବର୍ଷ ବୟସରେ କୟିନାନକୁ ଜାତ କଲା; |
116 | GEN 5:10 | ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; |
118 | GEN 5:12 | କୟିନାନ ସତୁରି ବର୍ଷ ବୟସରେ ମହଲଲେଲକୁ ଜାତ କଲା; |
119 | GEN 5:13 | ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା; |
121 | GEN 5:15 | ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦକୁ ଜାତ କଲା; |
122 | GEN 5:16 | ଯେରଦ ଜନ୍ମିଲା ଉତ୍ତାରେ ସେ ଆଠଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; |
124 | GEN 5:18 | ଯେରଦ ଶହେ ବାଷଠି ବର୍ଷ ବୟସରେ ହନୋକଙ୍କୁ ଜାତ କଲା; |
125 | GEN 5:19 | ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; |
127 | GEN 5:21 | ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ; |
128 | GEN 5:22 | ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ; |