| 75 | GEN 3:19 | ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।” |
| 152 | GEN 6:14 | ତୁମ୍ଭେ ଆପଣା ନିମନ୍ତେ ଦେବଦାରୁ ଜାତୀୟ ବୃକ୍ଷର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର। |
| 154 | GEN 6:16 | ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ। |
| 190 | GEN 8:6 | ଏଥିଉତ୍ତାରେ ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ୱନିର୍ମିତ ଜାହାଜର ଝରକା ଫିଟାଇ ଗୋଟାଏ ଡାମରା କାଉକୁ ଉଡ଼ାଇ ଦେଲେ; |
| 192 | GEN 8:8 | ପୁନଶ୍ଚ, ନୋହ ଭୂମିରେ ଜଳର ହ୍ରାସ ବୁଝିବା ପାଇଁ ଗୋଟିଏ କାପ୍ତା ଉଡ଼ାଇ ଦେଲେ; |
| 274 | GEN 11:7 | ଏଥିପାଇଁ ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେହି ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।” |
| 389 | GEN 16:7 | ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ପ୍ରାନ୍ତର ମଧ୍ୟରେ ଗୋଟିଏ ନିର୍ଝର ନିକଟରେ, ଅର୍ଥାତ୍, ଶୂରର ପଥରେ ଯେଉଁ ନିର୍ଝର ଅଛି, ତହିଁ ନିକଟରେ ତାହାକୁ ଦେଖି କହିଲେ, |
| 547 | GEN 21:33 | ଏଥିଉତ୍ତାରେ ଅବ୍ରହାମ ସେହି ବେର୍ଶେବା ନିକଟରେ ଏକ ଝାଉଁ ବୃକ୍ଷ ରୋପଣ କରି ସେହି ସ୍ଥାନରେ ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। |
| 560 | GEN 22:12 | ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।” |
| 701 | GEN 26:8 | ପୁଣି, ସେହି ସ୍ଥାନରେ ବହୁ କାଳ ବାସ କଲା ଉତ୍ତାରେ ଏକ ସମୟରେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ବାଟେ ନିରୀକ୍ଷଣ କରି ଇସ୍ହାକଙ୍କୁ ଆପଣା ଭାର୍ଯ୍ୟା ରିବିକା ସହିତ କୌତୁକ କରୁଥିବାର ଦେଖିଲେ। |
| 840 | GEN 30:9 | ଏଥିଉତ୍ତାରେ ଲେୟା ଆପଣାର ଗର୍ଭନିବୃତ୍ତି ବୁଝି ଆପଣାର ସିଳ୍ପା ନାମ୍ନୀ ଦାସୀକୁ ଘେନି ଯାକୁବ ସହିତ ବିବାହ ଦେଲା। |
| 876 | GEN 31:2 | ପୁଣି, ଲାବନ ତାହା ପ୍ରତି ପୂର୍ବ ପରି ନୁହେଁ, ଏହା ଯାକୁବ ତାହାର ମୁଖ ଦେଖି ବୁଝିଲା। |
| 904 | GEN 31:30 | ଆଉ ପିତୃଗୃହକୁ ଝୁରିବାରୁ ଯଦି ତୁମ୍ଭର ଯିବାର ଆବଶ୍ୟକ ହେଲା, ତେବେ ମୋହର ଦେବତାମାନଙ୍କୁ କାହିଁକି ଚୋରି କଲ ?” |
| 915 | GEN 31:41 | ମୁଁ କୋଡ଼ିଏ ବର୍ଷ କାଳ ତୁମ୍ଭ ଘରେ ରହିଲି; ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉଦ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ ଦାସ୍ୟକର୍ମ କଲି; ଏଥିମଧ୍ୟରେ ତୁମ୍ଭେ ଦଶଥର ମୋହର ବେତନ ପରିବର୍ତ୍ତନ କରିଅଛ। |
| 1065 | GEN 36:24 | ପୁଣି, ସିବୀୟୋନ୍ର ପୁତ୍ର ଅୟା ଓ ଅନା; ଏହି ଅନା ଆପଣା ପିତା ସିବୀୟୋନ୍ର ଗଧ ଚରାଇବା ସମୟରେ ପ୍ରାନ୍ତରରେ ଉଷ୍ଣ ଜଳର ଝର ଆବିଷ୍କାର କଲା। |
| 1129 | GEN 38:9 | ମାତ୍ର ସେହି ବଂଶ ଆପଣାର ହେବ ନାହିଁ, ଏହା ବୁଝି ଓନନ୍ ଭ୍ରାତୃଭାର୍ଯ୍ୟାର ସଙ୍ଗମ କାଳେ ଭ୍ରାତୃବଂଶ ଉତ୍ପନ୍ନ କରିବା ଅନିଚ୍ଛାରେ ଭୂମିରେ ରେତଃପାତ କଲା। |
| 1185 | GEN 40:12 | ତହିଁରେ ଯୋଷେଫ ତାହାକୁ କହିଲେ, “ଏଥିର ଅର୍ଥ ଏହି; ସେହି ତିନି ଶାଖାରେ ତିନି ଦିନ ବୁଝାଏ।” |
| 1191 | GEN 40:18 | ସେତେବେଳେ ଯୋଷେଫ ଉତ୍ତର କଲେ, “ଏଥିର ଅର୍ଥ ଏହି, ସେହି ତିନି ଡାଲାରେ ତିନି ଦିନ ବୁଝାଏ।” |
| 1276 | GEN 42:23 | ମାତ୍ର ଯୋଷେଫ ଯେ ସେମାନଙ୍କ କଥାବାର୍ତ୍ତା ବୁଝିଲେ, ଏହା ସେମାନେ ଜାଣି ପାରିଲେ ନାହିଁ; କାରଣ ସେ ଦ୍ୱିଭାଷୀ ଦ୍ୱାରା ସେମାନଙ୍କ ସହିତ କଥା କହୁଥିଲେ; |
| 1286 | GEN 42:33 | ସେତେବେଳେ ଦେଶର କର୍ତ୍ତା ସେହି ବ୍ୟକ୍ତି ଆମ୍ଭମାନଙ୍କୁ କହିଲା, “ଏହା କଲେ ଆମ୍ଭେ ତୁମ୍ଭମାନଙ୍କୁ ବିଶ୍ୱାସ୍ୟ ଲୋକ ବୋଲି ବୁଝି ପାରିବା; ତୁମ୍ଭେମାନେ ଆପଣାମାନଙ୍କ ଏକ ଭାଇକୁ ଆମ୍ଭ ନିକଟରେ ରଖି ଆପଣାମାନଙ୍କ ଗୃହର ଦୁର୍ଭିକ୍ଷ ହେତୁ ଶସ୍ୟ ଘେନି ଯାଅ। |
| 1287 | GEN 42:34 | ପୁଣି, ଆପଣାମାନଙ୍କ ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତେବେ ତୁମ୍ଭେମାନେ ଯେ ସଚ୍ଚୋଟ ଲୋକ, ଚୋର ନୁହଁ, ଏହା ବୁଝିବା; ତହିଁରେ ତୁମ୍ଭମାନଙ୍କ ଭାଇଙ୍କୁ ତୁମ୍ଭମାନଙ୍କୁ ସମର୍ପଣ କରି ଦେବା, ପୁଣି, ତୁମ୍ଭେମାନେ ଏ ଦେଶରେ ବାଣିଜ୍ୟ କରି ପାରିବ।” |
| 1300 | GEN 43:9 | ମୁଁ ତାହାର ଲଗା ହେଲି, ମୋ’ ହସ୍ତରୁ ତାକୁ ବୁଝି ନେବ; ମୁଁ ଯଦି ତାକୁ ଆଣି ତୁମ୍ଭ ସମ୍ମୁଖରେ ନ ରଖେ, ତେବେ ସେହି ଦୋଷ ସର୍ବଦା ମୋ’ ଉପରେ ବର୍ତ୍ତିବ। |
| 1338 | GEN 44:13 | ସେତେବେଳେ ସେମାନେ ଆପଣା ଆପଣା ବସ୍ତ୍ର ଚିରିଲେ, ଆଉ ପ୍ରତ୍ୟେକେ ଗଧ ବୋଝାଇ କରି ନଗରକୁ ଫେରି ଗଲେ। |
| 1376 | GEN 45:17 | ପୁଣି, ଫାରୋ ଯୋଷେଫଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇମାନଙ୍କୁ କୁହ, ତୁମ୍ଭେମାନେ ଏହି କର୍ମ କର; ଆପଣା ଆପଣା ପଶୁମାନଙ୍କୁ ବୋଝାଇ କରି କିଣାନ ଦେଶକୁ ଯାଅ, |
| 1496 | GEN 49:22 | ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ, ସେ ନିର୍ଝର ନିକଟସ୍ଥ ଫଳଦାୟୀ ବୃକ୍ଷର ପଲ୍ଲବ ସ୍ୱରୂପ; ତାହାର ଶାଖା ସକଳ ପ୍ରାଚୀର ଅତିକ୍ରମ କରେ। |
| 1558 | EXO 2:3 | ତହିଁ ଉତ୍ତାରେ ଆଉ ଗୋପନ କରି ନ ପାରି ସେ ଗୋଟିଏ ନଳନିର୍ମିତ ପେଡ଼ି ଘେନି ମାଟିଆ ତେଲ ଓ ଝୁଣା ଲେପନ କରି ତହିଁ ମଧ୍ୟରେ ସେହି ବାଳକକୁ ଥୋଇ ନୀଳ ନଦୀ ତୀରସ୍ଥ ନଳବନରେ ରଖିଲେ। |
| 1732 | EXO 8:17 | ପୁଣି, ଯଦି ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେବ, ଯଦି ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭ ଦାସମାନଙ୍କ ଉପରେ ଓ ତୁମ୍ଭ ଲୋକମାନଙ୍କ ଉପରେ ଓ ତୁମ୍ଭ ଗୃହ ଭିତରେ ଏପରି ଦଂଶକାଦିର ଝିଙ୍କ ପଠାଇବା ଯେ, ତଦ୍ଦ୍ୱାରା ମିସ୍ରୀୟମାନଙ୍କ ଗୃହ ଓ ବାସଭୂମି ପରିପୂର୍ଣ୍ଣ ହେବ। |
| 1733 | EXO 8:18 | ପୁଣି, ପୃଥିବୀ ମଧ୍ୟରେ କେବଳ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ତୁମ୍ଭକୁ ଜଣାଇବା ନିମନ୍ତେ ସେହି ଦିନ ଆମ୍ଭ ଲୋକମାନଙ୍କ ନିବାସ ସ୍ଥାନ ଗୋଶନ ପ୍ରଦେଶ ଭିନ୍ନ କରିବା; ସେଠାରେ ଦଂଶକାଦିର ଝିଙ୍କ ହେବ ନାହିଁ।” |
| 1735 | EXO 8:20 | ଏଥିଉତ୍ତାରେ ସଦାପ୍ରଭୁ ସେହି ପ୍ରକାର କଲେ; ତହିଁରେ ଫାରୋଙ୍କର ଓ ତାଙ୍କ ଦାସମାନଙ୍କ ଗୃହରେ ଦଂଶକାଦିର ବୃହତ୍ ଝିଙ୍କ ଉପସ୍ଥିତ ହେଲା; ପୁଣି, ସମୁଦାୟ ମିସର ଦେଶ ଦଂଶକାଦି ସକାଶୁ ନଷ୍ଟ ହେଲା। |
| 1740 | EXO 8:25 | ଏଥିଉତ୍ତାରେ ମୋଶା କହିଲେ, “ଦେଖ, ମୁଁ ଆପଣଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରିବି, ତହିଁରେ ଆପଣଙ୍କର, ଆପଣଙ୍କ ଦାସମାନଙ୍କ ଓ ଆପଣଙ୍କ ଲୋକମାନଙ୍କ ନିକଟରୁ ଆସନ୍ତାକାଲି ସମସ୍ତ ଦଂଶକ ଝିଙ୍କ ଦୂର ହୋଇଯିବେ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲୋକମାନଙ୍କୁ ଯିବାକୁ ଦେବା ବିଷୟରେ ଫାରୋ ପୁନର୍ବାର ପ୍ରବଞ୍ଚନା କରିବେ ନାହିଁ।” |
| 1742 | EXO 8:27 | ତହିଁରେ ସଦାପ୍ରଭୁ ମୋଶାଙ୍କ ପ୍ରାର୍ଥନାନୁସାରେ ଫାରୋଙ୍କଠାରୁ, ତାଙ୍କ ଦାସଗଣ ଓ ଲୋକ ସମସ୍ତଙ୍କଠାରୁ ସମସ୍ତ ଦଂଶକାଦି ଝିଙ୍କ ଦୂର କଲେ; ଗୋଟିଏ ଅବଶିଷ୍ଟ ରହିଲା ନାହିଁ। |
| 1785 | EXO 10:7 | ଏଥିଉତ୍ତାରେ ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, “ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ ?” ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ପାଇଁ ଏମାନଙ୍କୁ ଯିବାକୁ ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ ? |
| 1948 | EXO 15:27 | ଏଥିଉତ୍ତାରେ ସେମାନେ ଏଲୀମଠାରେ ଉପସ୍ଥିତ ହେଲେ; ସେଠାରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ତହିଁରେ ସେମାନେ ସେହି ଜଳ ନିକଟରେ ଛାଉଣି ସ୍ଥାପନ କଲେ। |
| 1964 | EXO 16:16 | ଏ ବିଷୟରେ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଭୋଜନ ଶକ୍ତି ବୁଝି ତାହା ସଂଗ୍ରହ କର; ତୁମ୍ଭମାନଙ୍କ ପ୍ରତ୍ୟେକ ଜଣ ଆପଣା ଆପଣା ତମ୍ବୁସ୍ଥିତ ପ୍ରାଣୀମାନଙ୍କ ସଂଖ୍ୟାନୁସାରେ ଏକ ଏକ ଜଣ ପାଇଁ ଏକ ଏକ ଓମର ପରିମାଣରେ ତାହା ସଂଗ୍ରହ କର। |
| 2015 | EXO 18:15 | ତହିଁରେ ମୋଶା ଆପଣା ଶ୍ୱଶୁରଙ୍କୁ କହିଲେ, “ଲୋକମାନେ ପରମେଶ୍ୱରଙ୍କ ବିଚାର ବୁଝିବା ପାଇଁ ମୋ’ ପାଖକୁ ଆସନ୍ତି |
| 2249 | EXO 26:13 | ଆଉ ତମ୍ବୁ ଯବନିକାର ଅବଶିଷ୍ଟ ଯେଉଁ ଦୀର୍ଘ ଅଂଶ ଏ ପାର୍ଶ୍ୱରେ ଏକ ହସ୍ତ ଓ ସେ ପାର୍ଶ୍ୱରେ ଏକ ହସ୍ତ ଅତିରିକ୍ତ ରହିବ, ତାହା ଆବାସର ଏ ପାର୍ଶ୍ୱ ସେ ପାର୍ଶ୍ୱରେ ଆଚ୍ଛାଦନାର୍ଥେ ଝୁଲିବ। |
| 2277 | EXO 27:4 | ପୁଣି, ପିତ୍ତଳରେ ଏକ ଜାଲି ଝାଞ୍ଜିରୀ କରିବ ଓ ତହିଁ ଉପରେ ଚାରି କୋଣରେ ପିତ୍ତଳର ଚାରି କଡ଼ା ପ୍ରସ୍ତୁତ କରିବ। |
| 2278 | EXO 27:5 | ଏହି ଝାଞ୍ଜିରୀ ବେଦି-ବେଢ଼ ତଳେ ନିମ୍ନ ଭାଗରେ ରଖିବ ଓ ଝାଞ୍ଜିରୀ ବେଦିର ମଧ୍ୟ ପର୍ଯ୍ୟନ୍ତ ପାଇବ। |
| 2548 | EXO 35:16 | ପୁଣି, ହୋମବେଦି, ତହିଁର ପିତ୍ତଳ ଝାଞ୍ଜିରୀ, ସାଙ୍ଗୀ, ପାତ୍ରସକଳ, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି, |
| 2638 | EXO 38:4 | ଏହି ବେଦିର ବେଢ଼ ତଳେ ନିମ୍ନରୁ ମଧ୍ୟ ପର୍ଯ୍ୟନ୍ତ ପିତ୍ତଳ ନିର୍ମିତ ଜାଲି ଝାଞ୍ଜିରୀ କଲେ। |
| 2639 | EXO 38:5 | ପୁଣି, ସାଙ୍ଗୀର ଘରା ନିମନ୍ତେ ସେହି ପିତ୍ତଳ ଝାଞ୍ଜିରୀର ଚାରି କୋଣରେ ଚାରି କଡ଼ା ଢାଳିଲେ। |
| 2664 | EXO 38:30 | ଏଣୁ ସେ ତାହା ଦ୍ୱାରା ସମାଗମ-ତମ୍ବୁ ଦ୍ୱାରର ଚୁଙ୍ଗୀ, ପିତ୍ତଳର ବେଦି, ତହିଁର ପିତ୍ତଳର ଝାଞ୍ଜିରୀ ଓ ବେଦିର ସମସ୍ତ ପାତ୍ର, |
| 2704 | EXO 39:39 | ପିତ୍ତଳର ବେଦି ଓ ତହିଁର ପିତ୍ତଳ-ଝାଞ୍ଜିରୀ, ତହିଁର ସାଙ୍ଗୀ ଓ ସକଳ ପାତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି; |
| 3020 | LEV 11:22 | ଅର୍ଥାତ୍, ଆପଣା ଆପଣା ଜାତି ଅନୁସାରେ ପଙ୍ଗପାଳ, ଆପଣା ଆପଣା ଜାତି ଅନୁସାରେ ବାଘୁଆଫଡ଼ିଙ୍ଗ, ଆପଣା ଆପଣା ଜାତି ଅନୁସାରେ ଝିଙ୍କାରୀ ଓ ଆପଣା ଆପଣା ଜାତି ଅନୁସାରେ ଝିଣ୍ଟିକା, ଏହି ସକଳ ତୁମ୍ଭମାନଙ୍କର ଖାଦ୍ୟ ହେବେ। |
| 3028 | LEV 11:30 | ଆଉ, ଏଣ୍ଡୁଅ ଓ ସ୍ଥଳ କୁମ୍ଭୀର, ଝିଟିପିଟି, ବାଲିଏଣ୍ଡୁଅ ଓ ବହୁରୂପୀ (ପୋହଳା ଏଣ୍ଡୁଅ)। |
| 3034 | LEV 11:36 | ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବ; ମାତ୍ର ଯେ ସେମାନଙ୍କର ଶବ ଛୁଇଁବ, ସେ ଅଶୁଚି ହେବ। |
| 3172 | LEV 15:3 | ପୁଣି ପ୍ରମେହ ସକାଶୁ ତାହାର ଅଶୁଚିତାର ବିଧି ଏହି; ତାହାର ଶରୀରରୁ ପ୍ରମେହ ଝରୁ ଥାଉ ଅବା ଶରୀରରେ ବନ୍ଦ ଥାଉ, ତାହା ତାହାର ଅଶୁଚିତା ଅଟେ। |
| 3188 | LEV 15:19 | ଆଉ, ଯଦି ସ୍ତ୍ରୀ ରଜସ୍ୱଳା ହୁଏ ଓ ତାହାର ଦେହରୁ ରକ୍ତ ଝରେ, ତେବେ ସେ ସାତଦିନ ଆପଣା ଅଶୁଚିତାରେ ରହିବ; ପୁଣି, ଯେକେହି ତାହାକୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। |
| 3296 | LEV 19:14 | ତୁମ୍ଭେ ବଧିରକୁ ଅଭିଶାପ ଦେବ ନାହିଁ ଓ ଅନ୍ଧ ଆଗରେ ଝୁଣ୍ଟିବାର ଦ୍ରବ୍ୟ ରଖିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ। |
| 3473 | LEV 25:3 | ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା କ୍ଷେତ୍ରରେ ବୀଜ ବୁଣିବ ଓ ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା ଦ୍ରାକ୍ଷାଲତା ଝାଡ଼ିବ ଓ ତହିଁର ଫଳ ସଂଗ୍ରହ କରିବ। |
| 3474 | LEV 25:4 | ମାତ୍ର ସପ୍ତମ ବର୍ଷରେ ଭୂମିର ମହାବିଶ୍ରାମ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ହେବ; ତୁମ୍ଭେ ଆପଣା କ୍ଷେତ୍ରରେ ବୁଣିବ ନାହିଁ, କି ଆପଣା ଦ୍ରାକ୍ଷାଲତା ଝାଡ଼ିବ ନାହିଁ। |
| 3475 | LEV 25:5 | ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ବଢ଼େ, ତାହା ତୁମ୍ଭେ କାଟିବ ନାହିଁ ଓ ତୁମ୍ଭେ ଆପଣା ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ; ତାହା ଭୂମିର ମହାବିଶ୍ରାମ ବର୍ଷ ହେବ। |
| 3481 | LEV 25:11 | ସେହି ପଚାଶତମ ବର୍ଷ ବ୍ୟାପୀ ତୁମ୍ଭମାନଙ୍କ ନିମନ୍ତେ ଯୁବ୍ଲୀ ହେବ; ତୁମ୍ଭେମାନେ ବୁଣିବ ନାହିଁ କିଅବା ଯେଉଁ ଶସ୍ୟ ଆପେ ବଢ଼େ, ତାହା କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ। |
| 3562 | LEV 26:37 | ପୁଣି କେହି ନ ଗୋଡ଼ାଇଲେ ହେଁ ଯେପରି ଖଡ୍ଗ ସମ୍ମୁଖରେ, ସେପରି ସେମାନେ ପରସ୍ପର ଉପରେ ଝୁଣ୍ଟି ପଡ଼ିବେ ଓ ଶତ୍ରୁଗଣ ସମ୍ମୁଖରେ ଠିଆ ହେବା ପାଇଁ ସେମାନଙ୍କର ବଳ ପାଇବ ନାହିଁ। |
| 4033 | NUM 11:8 | ଲୋକମାନେ ଏଣେତେଣେ ଭ୍ରମଣ କରି ତାହା ସାଉଣ୍ଟିଲେ ଓ ଚକିରେ ତାହା ପେଷିଲେ, ଅବା କୁଟଣୀରେ ତାହା ଚୂର୍ଣ୍ଣ କରି କହ୍ରାଇରେ ସିଝେଇ କରି ପିଠା ପ୍ରସ୍ତୁତ କଲେ; ଆଉ ତୈଳପକ୍ୱ ପିଠା ପରି ତହିଁର ସ୍ୱାଦ ଥିଲା। |
| 4192 | NUM 15:38 | “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ; |
| 4193 | NUM 15:39 | ତୁମ୍ଭେମାନେ ଯେପରି ସେହି ଝାଲର ଦେଖି ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ତୁମ୍ଭେମାନେ ଆପଣା ଆପଣାର ଯେଉଁ ମନ ଓ ଚକ୍ଷୁ ଅନୁସାରେ ବ୍ୟଭିଚାର କରିଥାଅ, ତଦନୁସାରେ ଯେପରି ଭ୍ରମଣ ନ କରିବ, |
| 4194 | NUM 15:40 | ଆମ୍ଭର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ, ଏଥିପାଇଁ ସେହି ଝାଲର ହେବ। |
| 4225 | NUM 16:30 | ମାତ୍ର ସଦାପ୍ରଭୁ ଯଦି କୌଣସି ନୂତନ କର୍ମ କରନ୍ତି ଓ ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ସର୍ବସ୍ୱ ଗ୍ରାସ କରେ ଓ ସେମାନେ ଜୀଅନ୍ତା ହୋଇ ପାତାଳକୁ ଧସି ଯାଆନ୍ତି; ତେବେ ସେମାନେ ଯେ ସଦାପ୍ରଭୁଙ୍କୁ ଅବଜ୍ଞା କରିଅଛନ୍ତି, ତାହା ତୁମ୍ଭେମାନେ ବୁଝିବ। |
| 4771 | NUM 33:9 | ପୁଣି, ମାରାରୁ ଯାତ୍ରା କରି ଏଲୀମରେ ଉପସ୍ଥିତ ହେଲେ; ସେହି ଏଲୀମରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ଏଣୁ ସେମାନେ ସେହି ସ୍ଥାନରେ ଛାଉଣି ସ୍ଥାପନ କଲେ। |
| 4906 | DEU 1:12 | ମୁଁ କିପରି ଏକାକୀ ତୁମ୍ଭମାନଙ୍କର ଏତେ ବୋଝ ଓ ଭାର ଓ ବିବାଦ ସହ୍ୟ କରି ପାରିବି ? |
| 5146 | DEU 8:7 | କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଏକ ଉତ୍ତମ ଦେଶକୁ ନେଇ ଯାଉଅଛନ୍ତି; ତାହା ସମସ୍ଥଳୀ ଓ ପର୍ବତରେ ପ୍ରବାହିତ ସ୍ରୋତ ଓ ନିର୍ଝର ଓ ଜଳାଶୟର ଦେଶ; |
| 5288 | DEU 13:15 | ତେବେ ତୁମ୍ଭେ ବୁଝିବ ଓ ଖୋଜିବ ଓ ଭଲ ରୂପେ ପଚାରିବ ଆଉ ଦେଖ, ଯେବେ ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ତୁମ୍ଭ ମଧ୍ୟରେ ଏରୂପ ଘୃଣ୍ୟକର୍ମ କରାଯାଇଅଛି; |
| 5370 | DEU 17:4 | ତେବେ, ତାହା ତୁମ୍ଭକୁ କୁହାଗଲେ ଓ ତୁମ୍ଭେ ତାହା ଶୁଣିଲେ, ତାହା ଭଲ ରୂପେ ବୁଝିବ; ଆଉ ଦେଖ, ଯଦି ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ଇସ୍ରାଏଲ ମଧ୍ୟରେ ଏରୂପ ଘୃଣ୍ୟ କର୍ମ କରାଯାଇଅଛି; |
| 5375 | DEU 17:9 | ପୁଣି ତୁମ୍ଭେ ଲେବୀୟ ଯାଜକମାନଙ୍କ ନିକଟକୁ ଓ ସେହି ସମୟର ବିଚାରକର୍ତ୍ତାଙ୍କ ନିକଟକୁ ଯିବ; ଆଉ ତୁମ୍ଭେ ବୁଝିବ; ତହିଁରେ ସେମାନେ ତୁମ୍ଭକୁ ବିଚାରର ନିଷ୍ପତ୍ତି ଜଣାଇବେ; |
| 5484 | DEU 22:12 | ତୁମ୍ଭେ ଆପଣା ଶରୀରର ଉତ୍ତରୀୟ ବସ୍ତ୍ରର ଚାରି ଅଞ୍ଚଳରେ ଝୁମ୍ପା ବନାଇବ। |
| 5653 | DEU 28:40 | ତୁମ୍ଭର ସମସ୍ତ ସୀମାରେ ଜୀତବୃକ୍ଷ ହେବ, ମାତ୍ର ତୁମ୍ଭେ ଆପେ ତୈଳ ମର୍ଦ୍ଦନ କରିବାକୁ ପାଇବ ନାହିଁ; କାରଣ ତୁମ୍ଭ ଜୀତବୃକ୍ଷର ଫଳ ଝଡ଼ି ପଡ଼ିବ। |
| 5662 | DEU 28:49 | ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ; |
| 5685 | DEU 29:3 | ମାତ୍ର ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ବୁଝିବା ପାଇଁ ହୃଦୟ ଓ ଦେଖିବା ପାଇଁ ଚକ୍ଷୁ ଓ ଶୁଣିବା ପାଇଁ କର୍ଣ୍ଣ ଦେଇ ନାହାନ୍ତି।” |
| 5789 | DEU 32:29 | ଆହା, ସେମାନେ ଯେବେ ଜ୍ଞାନବାନ ହୁଅନ୍ତେ, ସେମାନେ ଏକଥା ବୁଝନ୍ତେ, ସେମାନେ ଯେବେ ଆପଣାମାନଙ୍କ ଶେଷାବସ୍ଥା ବିବେଚନା କରନ୍ତେ। |
| 5811 | DEU 32:51 | ଯେହେତୁ ସୀନ୍ ପ୍ରାନ୍ତରରେ କାଦେଶସ୍ଥ ମିରୀବାଃ ଝରଣା ନିକଟରେ ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲ; ପୁଣି ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଆମ୍ଭଙ୍କୁ ପବିତ୍ର ବୋଲି ମାନ୍ୟ କଲ ନାହିଁ। |
| 5840 | DEU 33:28 | “ତହିଁରେ ଇସ୍ରାଏଲ ନିର୍ଭୟରେ ବାସ କଲା, ଯାକୁବର ନିର୍ଝର ଏକାକୀ ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶରେ ବାସ କଲା ହଁ, ତାହାର ଆକାଶରୁ ମଧ୍ୟ ଶିଶିର କ୍ଷରେ। |
| 5877 | JOS 2:6 | ମାତ୍ର ସେ ସ୍ତ୍ରୀ ସେମାନଙ୍କୁ ଛାତ ଉପରକୁ ନେଇ ଛାତ ଉପରେ ସଜାଇ ରଖିଥିବା ଆପଣା ମସିନାଝାଟିରେ ଲୁଚାଇ ରଖିଥିଲା। |
| 5886 | JOS 2:15 | ଏଥିରେ ସେ ସ୍ତ୍ରୀ ସେମାନଙ୍କୁ ଝରକା ବାଟେ ଦଉଡ଼ିରେ ଓହ୍ଲାଇ ଦେଲା, କାରଣ ତାହାର ଗୃହ ନଗର- ପ୍ରାଚୀରରେ ଥିଲା ଓ ସେ ପ୍ରାଚୀର ଉପରେ ବାସ କରୁଥିଲା। |
| 5889 | JOS 2:18 | ଦେଖ, ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ଓହ୍ଲାଇ ଦେଲ, ଆମ୍ଭେମାନେ ଏ ଦେଶକୁ ଆସିଲା ବେଳେ ତୁମ୍ଭେ ସେହି ଝରକାରେ ଏହି ସିନ୍ଦୂରବର୍ଣ୍ଣ ସୂତାଡୋରି ବାନ୍ଧି ରଖିବ; ପୁଣି ତୁମ୍ଭେ ଆପଣା ପିତା ଓ ଆପଣା ମାତା ଓ ଆପଣା ଭ୍ରାତୃଗଣ ଓ ଆପଣା ପିତୃକୁଳର ସମସ୍ତଙ୍କୁ ଆପଣା ନିକଟରେ ଗୃହରେ ଏକତ୍ର କରିବ। |
| 5892 | JOS 2:21 | ତହିଁରେ ସେ କହିଲା, ତୁମ୍ଭେମାନେ ଯେପରି କହିଲ, ସେପରି ହେଉ। ଏଉତ୍ତାରେ ସେ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି ସେ ସେହି ସିନ୍ଦୂରବର୍ଣ୍ଣ ଡୋରି ଝରକାରେ ବାନ୍ଧି ରଖିଲା। |
| 6213 | JOS 15:9 | ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳ ନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟଥ୍-ଯିୟାରୀମ୍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା। |
| 6223 | JOS 15:19 | ତହୁଁ ସେ କହିଲା, ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ। ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ। |
| 6310 | JOS 18:15 | ପୁଣି ଦକ୍ଷିଣ ସୀମା କିରୀୟଥ୍-ଯିୟାରୀମ୍ର ପ୍ରାନ୍ତରୁ ଗଲା ଓ ସେ ସୀମା ପଶ୍ଚିମ ଦିଗରେ ବାହାରି ନିପ୍ତୋହର ନିର୍ଝର ପର୍ଯ୍ୟନ୍ତ ଗଲା। |
| 6526 | JDG 1:15 | ତହୁଁ ସେ କହିଲା, ମୋତେ ଏକ ଆଶୀର୍ବାଦ ପ୍ରଦାନ କରନ୍ତୁ; କାରଣ ଆପଣ ଦକ୍ଷିଣଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ; ତହିଁରେ କାଲେବ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ। |
| 6653 | JDG 5:28 | ସୀଷରାର ମାତା ଝରକା ଦେଇ ଚାହିଁ ଚାହିଁ ଡାକି କହିଲା, ସେ ଜାଲି ପରଦା ଦେଇ ଡାକି କହିଲା, ତାହାର ରଥ ଆସିବାକୁ କାହିଁକି ଏତେ ବିଳମ୍ବ କରୁଛି ? ତାହାର ରଥଚକ୍ର କାହିଁକି ପଛେ ପଡ଼ୁଅଛି ? |
| 6675 | JDG 6:19 | ତହୁଁ ଗିଦିୟୋନ୍ ଭିତରକୁ ଯାଇ ଏକ ଛେଳିଛୁଆ ଓ ଏକ ଐଫା ମଇଦାର ତାଡ଼ିଶୂନ୍ୟ ପିଠା ପ୍ରସ୍ତୁତ କଲେ; ମାଂସ ଗୋଟିଏ ଡାଲାରେ ଓ ଝୋଳ ଗୋଟିଏ କହ୍ରାଇରେ ରଖି ବାହାରେ ତାହାଙ୍କ ନିକଟକୁ ଆଣି ଅଲୋନ୍ ବୃକ୍ଷ ମୂଳେ ଥୋଇଲେ। |
| 6676 | JDG 6:20 | ତହୁଁ ପରମେଶ୍ୱରଙ୍କ ଦୂତ ତାଙ୍କୁ କହିଲେ, ଏହି ମାଂସ ଓ ତାଡ଼ିଶୂନ୍ୟ ପିଠାସବୁ ନେଇ ଏହି ଶୈଳ ଉପରେ ରଖ ଓ ତହିଁ ଉପରେ ଝୋଳ ଢାଳ; ତହୁଁ ସେ ସେପରି କଲେ। |
| 6678 | JDG 6:22 | ତହିଁରେ ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ଗିଦିୟୋନ୍ ବୁଝିଲେ; ପୁଣି ଗିଦିୟୋନ୍ କହିଲେ, ହାୟ ହାୟ ! ହେ ପ୍ରଭୁ, ସଦାପ୍ରଭୁ, ମୁଁ ସମ୍ମୁଖାସମ୍ମୁଖୀ ହୋଇ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖିଲି। |
| 6685 | JDG 6:29 | ତହୁଁ ସେମାନେ ପରସ୍ପର କହିଲେ, ଏ କଥା କିଏ କରିଅଛି; ପୁଣି ସେମାନେ ପଚାରି ବୁଝି କହିଲେ, ଯୋୟାଶ୍ର ପୁତ୍ର ଗିଦିୟୋନ୍ ଏକଥା କରିଅଛି। |
| 6697 | JDG 7:1 | ଏଥିଉତ୍ତାରେ ଯିରୁବ୍ବାଲ୍, ଅର୍ଥାତ୍, ଗିଦିୟୋନ୍ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ପ୍ରଭାତରେ ଉଠି ହାରୋଦ ନିର୍ଝର ନିକଟରେ ଛାଉଣି କଲେ; ସେ ସମୟରେ ମିଦୀୟନର ଛାଉଣି ସେମାନଙ୍କ ଉତ୍ତର ଆଡ଼େ ମୋରି ପର୍ବତ ନିକଟସ୍ଥ ତଳଭୂମିରେ ଥିଲା। |
| 6747 | JDG 8:26 | ତହିଁରେ ଚନ୍ଦ୍ରହାର ଓ ଝୁମୁକା ଓ ମିଦୀୟନୀୟ ରାଜାମାନଙ୍କ ପରିଧେୟ ବାଇଗଣିଆ ରଙ୍ଗ ବସ୍ତ୍ର ଓ ସେମାନଙ୍କ ଓଟର ଗଳାହାର ଛଡ଼ା ତାଙ୍କର ବାଞ୍ଛିତ ସୁବର୍ଣ୍ଣ ନଥର ପରିମାଣ ଏକ ସହସ୍ର ସାତ ଶହ ଶେକଲ ସୁବର୍ଣ୍ଣ ହେଲା। |
| 6927 | JDG 14:16 | ତହିଁରେ ଶାମ୍ଶୋନ୍ର ଭାର୍ଯ୍ୟା ତାହାକୁ ଧରି କାନ୍ଦି କହିଲା, ତୁମ୍ଭେ କେବଳ ମୋତେ ଘୃଣା କରୁଅଛ, କିଛି ପ୍ରେମ କରୁ ନାହଁ; ତୁମ୍ଭେ ମୋ’ ଲୋକଙ୍କ ସନ୍ତାନମାନଙ୍କୁ ଗୋଟିଏ ପ୍ରହେଳିକା କହିଅଛ, ମାତ୍ର ତାହା ମୋତେ ବୁଝାଇ ଦେଇ ନାହଁ। ତହିଁରେ ସେ ତାହାକୁ କହିଲା, ଦେଖ, ମୁଁ ଆପଣା ପିତା କି ମାତାକୁ ବୁଝାଇ ଦେଇ ନାହିଁ, ଆଉ କି ତୁମ୍ଭକୁ ବୁଝାଇ ଦେବି ? |
| 6928 | JDG 14:17 | ପୁଣି ସେ ଭୋଜିର ସପ୍ତମ ଦିନ ପର୍ଯ୍ୟନ୍ତ ତାହାକୁ ଧରି କାନ୍ଦିଲା; ତହିଁରେ ସେ ତାହାକୁ ନିତାନ୍ତ ଅନୁରୋଧ କରିବାରୁ ଶାମ୍ଶୋନ୍ ସପ୍ତମ ଦିନରେ ତାହା ତାହାକୁ ବୁଝାଇ ଦେଲା; ତହୁଁ ସେ ଆପଣା ଲୋକଙ୍କ ସନ୍ତାନମାନଙ୍କୁ ସେହି ପ୍ରହେଳିକା ବୁଝାଇଦେଲା। |
| 6971 | JDG 16:20 | ତହୁଁ ସେ କହିଲା, ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ। ତହିଁରେ ସେ ନିଦ୍ରାରୁ ଜାଗ୍ରତ ହୋଇ କହିଲା, ମୁଁ ଅନ୍ୟାନ୍ୟ ସମୟ ପରି ବାହାରକୁ ଯାଇ ଆପଣାକୁ ଝାଡ଼ିବି। ମାତ୍ର ସଦାପ୍ରଭୁ ଯେ ତାହାକୁ ତ୍ୟାଗ କରିଥିଲେ, ଏହା ସେ ଜାଣିଲା ନାହିଁ। |
| 7176 | RUT 3:2 | ତୁମ୍ଭେ ଯେଉଁ ବୋୟଜର ଦାସୀଗଣ ସଙ୍ଗରେ ଥିଲ, ସେ କି ଆମ୍ଭମାନଙ୍କ ଜ୍ଞାତି ନୁହେଁ ? ଦେଖ, ସେ ଆଜି ରାତ୍ରି ନିଜ ଖଳାରେ ଯବ ଝାଡ଼ିବାକୁ ଉଦ୍ୟତ ଅଛି। |
| 7246 | 1SA 2:4 | ବୀରମାନଙ୍କର ଧନୁ ଭଙ୍ଗାଯାଇଅଛି ଓ ଝୁଣ୍ଟି ପଡ଼ିବା ଲୋକମାନଙ୍କର କଟି ବଳରେ ବନ୍ଧାଯାଇଅଛି। |
| 7286 | 1SA 3:8 | ଏଉତ୍ତାରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ। ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା ? ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି, ଏହା ଏଲି ବୁଝିଲେ। |
| 7289 | 1SA 3:11 | ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଦେଖ, ଆମ୍ଭେ ଇସ୍ରାଏଲ ମଧ୍ୟରେ ଏକ କର୍ମ କରିବା, ଯେ ପ୍ରତ୍ୟେକ ଲୋକ ତାହା ଶୁଣିବ, ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ। |
| 7536 | 1SA 14:26 | ଆଉ ଲୋକମାନେ ବନରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ମହୁର ଝରଣା; ମାତ୍ର କେହି ଆପଣା ମୁହଁକୁ ହାତ ନେଲା ନାହିଁ; କାରଣ ଲୋକମାନେ ସେହି ଶପଥକୁ ଭୟ କଲେ। |
| 7660 | 1SA 17:40 | ପୁଣି, ସେ ଆପଣା ଯଷ୍ଟି ହାତରେ ଘେନି ନଦୀରୁ ପାଞ୍ଚୋଟି ଚିକ୍କଣ ପଥର ବାଛିଲେ ଓ ଆପଣା ପାଖରେ ମେଷପାଳକର ଯେଉଁ ଝୁଲି ଥିଲା, ସେହି ଝୁଲିରେ ତାହା ରଖିଲେ; ଆଉ ସେ ହାତରେ ଆପଣା ଛାଟିଣୀ ଧରି ସେହି ପଲେଷ୍ଟୀୟ ନିକଟକୁ ଗଲେ। |