2 | GEN 1:2 | ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ। |
4 | GEN 1:4 | ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ। |
5 | GEN 1:5 | ପୁଣି, ପରମେଶ୍ୱର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା। |
6 | GEN 1:6 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।” |
7 | GEN 1:7 | ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା। |
8 | GEN 1:8 | ଆଉ ପରମେଶ୍ୱର ସେହି ଶୂନ୍ୟର ନାମ ଆକାଶମଣ୍ଡଳ ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା। |
9 | GEN 1:9 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା। |
13 | GEN 1:13 | ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା। |
16 | GEN 1:16 | ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତି, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ। |
18 | GEN 1:18 | ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ। |
19 | GEN 1:19 | ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଚତୁର୍ଥ ଦିବସ ହେଲା। |
23 | GEN 1:23 | ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା। |
31 | GEN 1:31 | ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା। |
38 | GEN 2:7 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା। |
40 | GEN 2:9 | ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ। |
41 | GEN 2:10 | ଉଦ୍ୟାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା । |
50 | GEN 2:19 | ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା। |
56 | GEN 2:25 | ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା। |
57 | GEN 3:1 | ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?” |
59 | GEN 3:3 | କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।” |
62 | GEN 3:6 | ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ। |
63 | GEN 3:7 | ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ। |
64 | GEN 3:8 | ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ। |
66 | GEN 3:10 | ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।” |
67 | GEN 3:11 | ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?” |
70 | GEN 3:14 | ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ। |
71 | GEN 3:15 | ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।” |
75 | GEN 3:19 | ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।” |
77 | GEN 3:21 | ଆଉ ସଦାପ୍ରଭୁ ପରମେଶ୍ୱର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଆଦମ ଓ ତାଙ୍କର ଭାର୍ଯ୍ୟାଙ୍କୁ ପିନ୍ଧାଇଲେ। |
78 | GEN 3:22 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ, |
84 | GEN 4:4 | ଆଉ ହେବଲ ମଧ୍ୟ ନିଜ ପଲର ପ୍ରଥମଜାତ କେତେକ ପଶୁ ଓ ସେମାନଙ୍କ ମେଦ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲଙ୍କୁ ଓ ତାଙ୍କର ନୈବେଦ୍ୟକୁ ଗ୍ରାହ୍ୟ କଲେ। |
85 | GEN 4:5 | ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ। |
86 | GEN 4:6 | ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ ? ଆଉ କାହିଁକି ଦୁଃଖିତ ହେଉଅଛ ? |
87 | GEN 4:7 | ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।” |
88 | GEN 4:8 | ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ। |
94 | GEN 4:14 | ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।” |
95 | GEN 4:15 | ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ। |
103 | GEN 4:23 | ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋ’ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି; |
104 | GEN 4:24 | ଯଦି କୟିନର ବଧର ପ୍ରତିଫଳ ସାତଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।” |
105 | GEN 4:25 | ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।” |
106 | GEN 4:26 | ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ। |
111 | GEN 5:5 | ଆଦମଙ୍କର ବୟସ ସର୍ବସୁଦ୍ଧା ନଅଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ। |
114 | GEN 5:8 | ଶେଥର ବୟସ ସର୍ବସୁଦ୍ଧା ନଅଶହ ବାର ବର୍ଷ ଥିଲା; ତହୁଁ ସେ ମଲା। |
117 | GEN 5:11 | ଈନୋଶର ବୟସ ସର୍ବସୁଦ୍ଧା ନଅଶହ ପାଞ୍ଚ ବର୍ଷ ଥିଲା; ତହୁଁ ସେ ମଲା। |
120 | GEN 5:14 | ଆଉ କୟିନାନର ବୟସ ସର୍ବସୁଦ୍ଧା ନଅଶହ ଦଶ ବର୍ଷ ଥିଲା; ତହୁଁ ସେ ମଲା। |
123 | GEN 5:17 | ମହଲଲେଲର ବୟସ ସର୍ବସୁଦ୍ଧା ଆଠଶହ ପଞ୍ଚାନବେ ବର୍ଷ ଥିଲା; ତହୁଁ ସେ ମଲା। |
126 | GEN 5:20 | ଯେରଦର ବୟସ ସର୍ବସୁଦ୍ଧା ନଅଶହ ବାଷଠି ବର୍ଷ ଥିଲା; ତହୁଁ ସେ ମଲା। |
129 | GEN 5:23 | ହନୋକଙ୍କର ବୟସ ସର୍ବସୁଦ୍ଧା ତିନିଶହ ପଞ୍ଚଷଠି ବର୍ଷ ଥିଲା; |
133 | GEN 5:27 | ମଥୂଶେଲହର ବୟସ ସର୍ବସୁଦ୍ଧା ନଅଶହ ଊଣସ୍ତରି ବର୍ଷ ଥିଲା; ତହୁଁ ସେ ମଲା। |
137 | GEN 5:31 | ତାଙ୍କର ବୟସ ସର୍ବସୁଦ୍ଧା ସାତଶହ ସତସ୍ତରି ବର୍ଷ ଥିଲା; ତହୁଁ ସେ ମଲେ। |
140 | GEN 6:2 | ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ। |
141 | GEN 6:3 | ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।” |
142 | GEN 6:4 | ସେହି ସମୟରେ ପୃଥିବୀରେ ମହା ବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ। |
147 | GEN 6:9 | ନୋହଙ୍କର ବଂଶାବଳୀ ଏହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ। |
152 | GEN 6:14 | ତୁମ୍ଭେ ଆପଣା ନିମନ୍ତେ ଦେବଦାରୁ ଜାତୀୟ ବୃକ୍ଷର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର। |
156 | GEN 6:18 | ମାତ୍ର ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ତୁମ୍ଭେ ଆପଣା ପୁତ୍ରମାନଙ୍କୁ ଓ ଭାର୍ଯ୍ୟା ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ। |
161 | GEN 7:1 | ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ। |
167 | GEN 7:7 | ତହୁଁ ଜଳପ୍ଳାବନରୁ ରକ୍ଷା ପାଇବା ନିମନ୍ତେ ନୋହ ଓ ତାଙ୍କର ଭାର୍ଯ୍ୟା ଆଉ ପୁତ୍ରଗଣ ଓ ପୁତ୍ରବଧୂଗଣ ଜାହାଜରେ ପ୍ରବେଶ କଲେ। |
173 | GEN 7:13 | ସେହି ଦିନରେ ନୋହ, ପୁଣି, ଶେମ ଓ ହାମ ଓ ଯେଫତ୍ ନାମକ ନୋହଙ୍କର ପୁତ୍ରମାନେ, ଆଉ ସେମାନଙ୍କ ସହିତ ନୋହଙ୍କର ଭାର୍ଯ୍ୟା ଓ ତିନି ପୁତ୍ରବଧୂ ଜାହାଜରେ ପ୍ରବେଶ କଲେ। |
186 | GEN 8:2 | ମହାସମୁଦ୍ରର ଜଳାକାର ଓ ଆକାଶସ୍ଥ ଦ୍ୱାର ସକଳ ରୁଦ୍ଧ ହେଲା, ପୁଣି, ଆକାଶରୁ ବୃଷ୍ଟି ନିବୃତ୍ତ ହେଲା। |
193 | GEN 8:9 | ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ। |
195 | GEN 8:11 | ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତ ବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ। |
200 | GEN 8:16 | “ତୁମ୍ଭେ ଆପଣା ଭାର୍ଯ୍ୟା ଓ ପୁତ୍ରଗଣ ଓ ପୁତ୍ରବଧୂଗଣଙ୍କୁ ସଙ୍ଗେ ଘେନି ଜାହାଜରୁ ବାହାର ହୋଇ ଯାଅ। |
202 | GEN 8:18 | ତହୁଁ ନୋହ ଆପଣା ଭାର୍ଯ୍ୟା, ପୁତ୍ର ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ; |
204 | GEN 8:20 | ଏଥିଉତ୍ତାରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି, ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ। |
205 | GEN 8:21 | ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ। |
211 | GEN 9:5 | ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା। |
213 | GEN 9:7 | ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ।” |
219 | GEN 9:13 | ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ। |
220 | GEN 9:14 | ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ; |
222 | GEN 9:16 | ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।” |
227 | GEN 9:21 | ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ବୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ। |
229 | GEN 9:23 | ସେତେବେଳେ ଶେମ ଓ ଯେଫତ୍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ। |
232 | GEN 9:26 | ଆଉ ସେ କହିଲେ, “ଶେମର ପରମେଶ୍ୱର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ। |
233 | GEN 9:27 | ପରମେଶ୍ୱର ଯେଫତ୍କୁ ବର୍ଦ୍ଧିଷ୍ଣୁ କରନ୍ତୁ; ପୁଣି, ସେ ଶେମର ତମ୍ବୁରେ ବାସ କରୁ; ଆଉ କିଣାନ ତାହାର ଦାସ ହେଉ।” |
235 | GEN 9:29 | ପୁଣି, ନୋହଙ୍କର ବୟସ ସର୍ବସୁଦ୍ଧା ନଅଶହ ପଚାଶ ବର୍ଷ ଥିଲା; ତହୁଁ ସେ ମଲେ। |
243 | GEN 10:8 | ନିମ୍ରୋଦ୍ କୂଶର ପୁତ୍ର; ସେ ପୃଥିବୀ ମଧ୍ୟରେ ପରାକ୍ରମୀ ହେବାକୁ ଲାଗିଲା। |
244 | GEN 10:9 | ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍ ତୁଲ୍ୟ।” |
247 | GEN 10:12 | ପୁଣି, ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ୍ ନଗର ସ୍ଥାପନ କଲା; ଏହି ରେଷନ୍ ମହାନଗର। |
256 | GEN 10:21 | ଯେଫତ୍ର ଜ୍ୟେଷ୍ଠ ଭ୍ରାତା ଶେମର ମଧ୍ୟ ସନ୍ତାନସନ୍ତତି ଥିଲେ, ଅର୍ଥାତ୍, ସେ ଏବରର ସନ୍ତାନମାନଙ୍କ ଆଦିପୁରୁଷ ଥିଲା। |
265 | GEN 10:30 | ମେଷା ଅବଧି ପୂର୍ବ ଦିଗର ସଫାର ପର୍ବତ ପର୍ଯ୍ୟନ୍ତ ସେମାନଙ୍କର ବସତି ଥିଲା। |
297 | GEN 11:30 | ସେହି ସାରୀ ବନ୍ଧ୍ୟା ଥିଲେ, ତାଙ୍କର କୌଣସି ସନ୍ତାନ ନ ଥିଲା। |
298 | GEN 11:31 | ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ। |
304 | GEN 12:5 | ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ। |
311 | GEN 12:12 | ଏଥିପାଇଁ ମିସର ଦେଶୀୟ ଲୋକମାନେ ତୁମ୍ଭକୁ ଦେଖି ମୋହର ଭାର୍ଯ୍ୟା ବୋଲି ଜାଣିଲେ, ମୋତେ ବଧ କରି ତୁମ୍ଭକୁ ଜୀବିତା ରଖିବେ। |
314 | GEN 12:15 | ପୁଣି, ଫାରୋଙ୍କର ଅଧିପତିମାନେ ତାଙ୍କୁ ଦେଖି ଫାରୋଙ୍କ ଛାମୁରେ ତାଙ୍କର ପ୍ରଶଂସା କରନ୍ତେ, ସେହି ସ୍ତ୍ରୀ ଫାରୋଙ୍କର ଗୃହକୁ ଅଣାଗଲେ। |
321 | GEN 13:2 | ଅବ୍ରାମ ପଶୁ ଓ ସୁନା ରୂପାରେ ଅତିଶୟ ଧନବାନ ଥିଲେ। |