Wildebeest analysis examples for:   ory-ory   ଼    February 11, 2023 at 19:20    Script wb_pprint_html.py   by Ulf Hermjakob

20  GEN 1:20  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡନ୍ତୁ।”
37  GEN 2:6  ପୁଣି, ପୃଥିବୀରୁ ଏକ କୁହୁଡି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା।
55  GEN 2:24  ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
72  GEN 3:16  ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”
78  GEN 3:22  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,
80  GEN 3:24  ଏହିରୂପେ ସେ ଆଦମଙ୍କୁ ତଡି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।
94  GEN 4:14  ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”
139  GEN 6:1  ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ;
141  GEN 6:3  ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡିଏ ବର୍ଷ ହେବ।”
143  GEN 6:5  ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।
154  GEN 6:16  ଉପରରୁ ଏକ ହାତ ଛାଡି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ।
168  GEN 7:8  ପୁଣି, ନୋହଙ୍କ ପ୍ରତି ପରମେଶ୍ୱରଙ୍କ ଆଜ୍ଞାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡଯୋଡହୋଇ
175  GEN 7:15  ଅର୍ଥାତ୍‍, ପ୍ରାଣବାୟୁ ବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡଯୋଡହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।
177  GEN 7:17  ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢବଢଜାହାଜ ଭୂମିକୁ ଛାଡି ଭାସି ଉଠିଲା।
178  GEN 7:18  ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋଇ ଅତିଶୟ ବଢବଢଜାହାଜ ଜଳ ଉପରେ ଭାସିଲା।
179  GEN 7:19  ପୃଥିବୀ ଉପରେ ଜଳ ଅତିଶୟ ବଢି ଆକାଶ ତଳସ୍ଥ ସବୁ ଉଚ୍ଚ ପର୍ବତ ମଗ୍ନ କଲା।
184  GEN 7:24  ଏହିରୂପେ ପୃଥିବୀ ଏକଶହ ପଚାଶ ଦିନ ପର୍ଯ୍ୟନ୍ତ ଜଳରେ ବୁଡି ରହିଲା।
189  GEN 8:5  ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।
190  GEN 8:6  ଏଥିଉତ୍ତାରେ ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ୱନିର୍ମିତ ଜାହାଜର ଝରକା ଫିଟାଇ ଗୋଟାଏ ଡାମରା କାଉକୁ ଉଡାଇ ଦେଲେ;
192  GEN 8:8  ପୁନଶ୍ଚ, ନୋହ ଭୂମିରେ ଜଳର ହ୍ରାସ ବୁଝିବା ପାଇଁ ଗୋଟିଏ କାପ୍ତା ଉଡାଇ ଦେଲେ;
193  GEN 8:9  ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ।
194  GEN 8:10  ଆଉ ସାତ ଦିନ ବିଳମ୍ବ କଲା ଉତ୍ତାରେ ସେ ସେହି କାପ୍ତାକୁ ପୁନର୍ବାର ଜାହାଜରୁ ଉଡାଇ ଦେଲେ;
196  GEN 8:12  ଆଉ ସାତ ଦିନ ବିଳମ୍ବ କରି ସେ ସେହି କାପ୍ତାକୁ ପୁନର୍ବାର ଉଡାଇ ଦେଲେ, ମାତ୍ର ସେ ଆଉ ଥରେ ତାଙ୍କ ନିକଟକୁ ନେଉଟି ଆସିଲା ନାହିଁ।
227  GEN 9:21  ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ବୁ ମଧ୍ୟରେ ବିବସ୍ତ୍ର ହୋଇ ପଡିଲେ।
229  GEN 9:23  ସେତେବେଳେ ଶେମ ଓ ଯେଫତ୍‍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍‍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡକୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ।
270  GEN 11:3  ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା।
271  GEN 11:4  ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।”
272  GEN 11:5  ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓ ଗଡ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ।
275  GEN 11:8  ଏହିରୂପେ ସଦାପ୍ରଭୁ ସେହି ସ୍ଥାନରୁ ସେମାନଙ୍କୁ ପୃଥିବୀର ସବୁଆଡଛିନ୍ନଭିନ୍ନ କଲେ; ଏଣୁ ସେମାନେ ନଗର ନିର୍ମାଣ କରିବାରୁ ନିବୃତ୍ତ ହେଲେ।
307  GEN 12:8  ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡି ବେଥେଲ୍‍ର ପୂର୍ବଆଡ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍‍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
309  GEN 12:10  ସେହି ସମୟରେ ସେହି ଦେଶରେ ଦୁର୍ଭିକ୍ଷ ହେବାରୁ ଅବ୍ରାମ ମିସର ଦେଶରେ ପ୍ରବାସ କରିବାକୁ ଯାତ୍ରା କଲେ; ଯେହେତୁ ଦେଶରେ ଅତିଶୟ ଦୁର୍ଭିକ୍ଷ ପଡିଥିଲା।
322  GEN 13:3  ପୁଣି, ସେ ପୂର୍ବଯାତ୍ରାନୁସାରେ ଦକ୍ଷିଣରୁ ବେଥେଲ୍‍ ଆଡକୁ ଯାଉ ଯାଉ ବେଥେଲ୍‍ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ବୁ ସ୍ଥାପିତ ହୋଇଥିଲା,
344  GEN 14:7  ପୁଣି, ସେମାନେ ସେହି ସ୍ଥାନରୁ ବାହୁଡି ଐଣ୍‍ମିସ୍‍ପଟ୍‍, ଅର୍ଥାତ୍‍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ୍‍-ସସୋନ୍‍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।
347  GEN 14:10  ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜାଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡିଲେ, ପୁଣି, ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇ ଗଲେ।
351  GEN 14:14  ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନିଶହ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡି ଦାନ୍‍ ନଗର ପର୍ଯ୍ୟନ୍ତ ଗଲେ।
352  GEN 14:15  ଏଥିଉତ୍ତାରେ ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରି କାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି, ଦମ୍ମେଶକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡାଇଲେ।
353  GEN 14:16  ଆଉ, ସବୁ ସମ୍ପତ୍ତି ଓ ଆପଣାର ଜ୍ଞାତି ଲୋଟ ଓ ତାଙ୍କର ସମ୍ପତ୍ତି, ପୁଣି, ସ୍ତ୍ରୀଗଣ ଓ ଲୋକସମୂହକୁ ବାହୁଡାଇ ଆଣିଲେ।
354  GEN 14:17  ଏହିରୂପେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣକୁ ଜୟ କରି ବାହୁଡିଲା ଉତ୍ତାରେ, ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍‍, ରାଜାର ପଦାକୁ ଗମନ କଲେ।
372  GEN 15:11  ଏଥିଉତ୍ତାରେ ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡନ୍ତେ, ଅବ୍ରାମ ସେମାନଙ୍କୁ ଅଡାଇ ଦେଲେ।
377  GEN 15:16  ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”
378  GEN 15:17  ଆଉ ଯହୁଁ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲ୍ଲୀ ଓ ପ୍ରଜ୍ଜ୍ୱଳିତ ଦିହୁଡି ସେହି ଦୁଇ ଖଣ୍ଡ ଶ୍ରେଣୀର ମଧ୍ୟ ଦେଇ ଚାଲିଗଲା।
387  GEN 16:5  ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋ’ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋଡରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛ ଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।”
401  GEN 17:3  ତହିଁରେ ଅବ୍ରାମ ମୁହଁ ମାଡି ପଡନ୍ତେ, ପରମେଶ୍ୱର ତାଙ୍କ ସହିତ ଆଳାପ କରି କହିଲେ,
415  GEN 17:17  ସେତେବେଳେ ଅବ୍ରହାମ ମୁହଁ ମାଡି ପଡି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ ?”
418  GEN 17:20  ପୁଣି, ଇଶ୍ମାୟେଲ ବିଷୟରେ ତୁମ୍ଭର ପ୍ରାର୍ଥନା ଶୁଣିଲୁ; ଦେଖ, ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ପୁଣି, ବହୁ ପ୍ରଜାବନ୍ତ କରି; ତାହାର ବଂଶ ଅତିଶୟ ବୃଦ୍ଧି କରିବା। ତାହାଠାରୁ ଦ୍ୱାଦଶ ରାଜା ଜାତ ହେବେ ଓ ଆମ୍ଭେ ତାହାକୁ ବଡ ଗୋଷ୍ଠୀ କରିବା।
433  GEN 18:8  ସେତେବେଳେ ସେ ଦହି, ଦୁଗ୍ଧ ଓ ପକ୍ୱ ଗୋବତ୍ସ ଆଣି ସେମାନଙ୍କ ନିକଟରେ ରଖିଲେ, ପୁଣି, ସେମାନଙ୍କ ଭୋଜନ ସମୟରେ ବୃକ୍ଷ ମୂଳେ ସେମାନଙ୍କ ନିକଟରେ ଛିଡହେଲେ।
441  GEN 18:16  ଏଥିଉତ୍ତାରେ ସେହି ଲୋକମାନେ ସେଠାରୁ ଉଠି ସଦୋମ ଆଡକୁ ପ୍ରସ୍ଥାନ କରନ୍ତେ, ଅବ୍ରହାମ ବାଟ ଦେଖାଇବାକୁ ସେମାନଙ୍କ ସଙ୍ଗେ ସଙ୍ଗେ ଚାଲିଲେ।
447  GEN 18:22  ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ସେହିଠାରୁ ବାହୁଡି ସଦୋମ ଆଡକୁ ଗମନ କଲେ; ମାତ୍ର ଅବ୍ରହାମ ସେ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଛାମୁରେ ଛିଡହୋଇ ରହିଲେ।
456  GEN 18:31  ଅବ୍ରହାମ କହିଲେ, “ଦେଖନ୍ତୁ, ପ୍ରଭୁଙ୍କ ଛାମୁରେ ମୁଁ ପୁନର୍ବାର କଥା କହିବାକୁ ପ୍ରବୃତ୍ତ ହୋଇଅଛି; ହୋଇପାରେ, ସେଠାରେ କୋଡିଏ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି କୋଡିଏ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।”
461  GEN 19:3  ମାତ୍ର ଲୋଟ ଅତିଶୟ ବଳାଇବାରୁ ସେମାନେ ତାହା ସହିତ ଯାଇ ତାହାର ଘରେ ପ୍ରବେଶ କଲେ; ତହୁଁ ସେ ସେମାନଙ୍କର ପାଇଁ ତାଡିଶୂନ୍ୟ ରୁଟି ଆଦି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନ କଲେ।
462  GEN 19:4  ମାତ୍ର ସେମାନେ ଶୟନ କରିବା ପୂର୍ବେ ସେହି ନଗରର ଲୋକମାନେ, ଅର୍ଥାତ୍‍, ସଦୋମର ଯୁବାବୃଦ୍ଧାଦି ସମସ୍ତ ଲୋକ ଚାରିଆଡଆସି ତାହାର ଘର ଘେରିଲେ।
468  GEN 19:10  ମାତ୍ର ସେହି ଦୁଇ ଜଣ ହସ୍ତ ବଢାଇ ଲୋଟକୁ ଗୃହ ମଧ୍ୟରେ ଆପଣାମାନଙ୍କ ନିକଟକୁ ଟାଣି ନେଇ ଦ୍ୱାର ବନ୍ଦ କଲେ।
469  GEN 19:11  ପୁଣି, ଦ୍ୱାର ନିକଟବର୍ତ୍ତୀ ସାନ ଓ ବଡ ସମସ୍ତଙ୍କୁ ଅନ୍ଧ କରାଇଲେ; ତହିଁରେ ସେମାନେ ଦ୍ୱାର ଖୋଜୁ ଖୋଜୁ ପରିଶ୍ରାନ୍ତ ହେଲେ।
475  GEN 19:17  ଏହିରୂପେ ସେମାନଙ୍କୁ ବାହାର କରି ଆଣିଲା ଉତ୍ତାରେ ସେମାନଙ୍କ ମଧ୍ୟରୁ ଜଣେ ଲୋଟକୁ କହିଲା, “ପ୍ରାଣରକ୍ଷା ନିମନ୍ତେ ପଳାଅ; ପଛଆଡକୁ ଦୃଷ୍ଟି କର ନାହିଁ ଓ ଏହି ସମସ୍ତ ପ୍ରାନ୍ତର ମଧ୍ୟରେ ହେଁ ରୁହ ନାହିଁ; ପର୍ବତକୁ ପଳାଇ ଯାଅ; ନୋହିଲେ ବିନଷ୍ଟ ହେବ।”
484  GEN 19:26  ସେହି ସମୟରେ ଲୋଟର ଭାର୍ଯ୍ୟା ପଛଆଡକୁ ଅନାଇବାରୁ ସେ ଲବଣ ସ୍ତମ୍ଭ ହେଲା।
522  GEN 21:8  ଆଉ ବାଳକ ବଡ ହୁଅନ୍ତେ, ସେମାନେ ତାକୁ ସ୍ତନପାନ ତ୍ୟାଗ କରାଇଲେ; ପୁଣି, ଯେଉଁ ଦିନ ଇସ୍‍ହାକକୁ ସ୍ତନପାନ ତ୍ୟାଗ କରାଇଲେ, ସେହି ଦିନ ଅବ୍ରହାମ ମହାଭୋଜ ପ୍ରସ୍ତୁତ କଲେ।
529  GEN 21:15  ପୁଣି, କୁମ୍ପାର ଜଳ ଶେଷ ହୁଅନ୍ତେ, ହାଗାର ଗୋଟିଏ ବୁଦାର ମୂଳରେ ବାଳକଙ୍କୁ ଛାଡି ଦେଲା।
534  GEN 21:20  ଏଥିଉତ୍ତାରେ ପରମେଶ୍ୱର ବାଳକର ସହାୟ ହୁଅନ୍ତେ, ସେ ବଡ ହେଲା, ପୁଣି, ପ୍ରାନ୍ତରରେ ଥାଇ ଧନୁର୍ଦ୍ଧର ହେଲା।
557  GEN 22:9  ଆଉ ପରମେଶ୍ୱରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରି ତହିଁ ଉପରେ କାଠ ସଜାଡି ଆପଣା ପୁତ୍ର ଇସ୍‍ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ।
561  GEN 22:13  ସେତେବେଳେ ଅବ୍ରହାମ ଅନାଇ ଆପଣା ପଛଆଡ ବୁଦାର ଲତାରେ ବଦ୍ଧଶୃଙ୍ଗ ଗୋଟିଏ ମେଷ ଦେଖିଲେ; ତହିଁରେ ଅବ୍ରହାମ ଯାଇ ସେହି ମେଷକୁ ଆଣି ଆପଣା ପୁତ୍ର ବଦଳେ ତାକୁ ହୋମ ନିମନ୍ତେ ଉତ୍ସର୍ଗ କଲେ।
603  GEN 24:11  ଏଥିଉତ୍ତାରେ ସନ୍ଧ୍ୟା ବେଳେ, ଯେଉଁ ସମୟରେ କନ୍ୟାଗଣ ଜଳ କାଢିବାକୁ ଆସନ୍ତି, ସେହି ସମୟରେ ସେ ନଗରର ବାହାରେ କୂପ ନିକଟରେ ଓଟମାନଙ୍କୁ ଆଣ୍ଠୋଇ ବସାଇଲା।
605  GEN 24:13  ଦେଖ, ମୁଁ ଏହି କୂପ ନିକଟରେ ଛିଡହେଉଅଛି, ଆଉ ଏ ନଗରବାସୀମାନଙ୍କ କନ୍ୟାଗଣ ଜଳ ନେବା ପାଇଁ ଆସୁଅଛନ୍ତି;
609  GEN 24:17  ଏପରି ସମୟରେ ସେହି ଦାସ ଦୌଡି ଯାଇ ତାହା ସଙ୍ଗେ ଦେଖା କରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭ କଳସରୁ ମୋତେ କିଛି ଜଳ ପାନ କରିବାକୁ ଦିଅ।”
611  GEN 24:19  ପୁଣି, ତାହାକୁ ପାନ କରାଇଲା ଉତ୍ତାରେ କହିଲା, “ମଧ୍ୟ ତୁମ୍ଭର ଓଟ ସବୁ ପାଣି ପିଇ ସାରିବା ଯାଏ ମୁଁ ପାଣି କାଢିବି।”
612  GEN 24:20  ତହିଁରେ ସେ ଶୀଘ୍ର କୁଣ୍ଡରେ କଳସରୁ ପାଣି ଢାଳି ପୁନଶ୍ଚ ପାଣି କାଢିବା ପାଇଁ କୂପ ନିକଟକୁ ଧାଇଁଯାଇ ସମସ୍ତ ଓଟ ନିମନ୍ତେ ଜଳ କାଢିଲା।
619  GEN 24:27  “ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋ’ କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି; ପୁଣି, ସଦାପ୍ରଭୁ ମୋତେ ମୋ’ କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢାଇ ଆଣିଅଛନ୍ତି।”
620  GEN 24:28  ଆଉ ସେହି କନ୍ୟା ଦୌଡିଯାଇ ଆପଣା ମାତାର ଗୃହସ୍ଥିତ ଲୋକମାନଙ୍କୁ ଏହି କଥା ଜଣାଇଲା।
621  GEN 24:29  ଆଉ ରିବିକାର ଏକ ଭ୍ରାତା ଥିଲା, ତାହାର ନାମ ଲାବନ; ସେହି ଲାବନ ସେହି ମନୁଷ୍ୟ ଉଦ୍ଦେଶ୍ୟରେ କୂପ ନିକଟକୁ ଦୌଡିଗଲା।
622  GEN 24:30  ପୁଣି, ସେହି ମନୁଷ୍ୟ ମୋତେ ଏହି ଏହି କଥା କହିଲା, “ଆପଣା ଭଗିନୀ ରିବିକା ମୁଖରୁ ଏହା ଶୁଣି ଆଉ ଭଗିନୀର ନଥ ଓ ହସ୍ତରେ ବଳା ଦେଖି ସେହି ପୁରୁଷ ନିକଟକୁ ଗଲା,” ପୁଣି, ତାହାକୁ କୂପ ପାଖରେ ଓଟମାନଙ୍କ ସହିତ ଛିଡହୋଇଥିବାର ଦେଖି କହିଲା,
623  GEN 24:31  “ହେ ସଦାପ୍ରଭୁଙ୍କ ଆଶୀର୍ବାଦପାତ୍ର, ଭିତରକୁ ଆସ, ତୁମ୍ଭେ କାହିଁକି ବାହାରେ ଛିଡହେଉଅଛ ? ମୁଁ ତ ଘର ଓ ଓଟମାନଙ୍କ ପାଇଁ ସ୍ଥାନ ପ୍ରସ୍ତୁତ କରିଅଛି।”
635  GEN 24:43  ତେବେ ଦେଖ, ମୁଁ ଏବେ ଏହି ସଜଳ କୂପ ନିକଟରେ ଛିଡହୋଇଅଛି। ତହିଁରେ ଜଳ କାଢିବାକୁ ଆଗତା କୌଣସି କନ୍ୟାକୁ ଯଦି ମୁଁ କହେ, ତୁମ୍ଭ କଳସରୁ ମୋତେ କିଛି ଜଳ ପାନ କରିବାକୁ ଦିଅ;
636  GEN 24:44  ପୁଣି, ସେ କନ୍ୟା ଯଦି କହେ, ତୁମ୍ଭେ ପାନ କର ଓ ତୁମ୍ଭ ଓଟମାନଙ୍କ ନିମନ୍ତେ ହେଁ ପାଣି କାଢି ଦେବି; ତେବେ ସେ ମୋ’ କର୍ତ୍ତାଙ୍କ ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଦ୍ୱାରା ନିରୂପିତା କନ୍ୟା ହେଉ।
637  GEN 24:45  ଏହି କଥା ମୁଁ ମନେ ମନେ କହୁଥଲି, ଏଥି ମଧ୍ୟରେ ରିବିକା ସ୍କନ୍ଧରେ କଳସ ଘେନି ବାହାରକୁ ଆସିଲା। ପୁଣି, ସେ କୂପ ଭିତରକୁ ଯାଇ ଜଳ କାଢନ୍ତେ ମୁଁ କହିଲି, “ବିନୟ କରୁଅଛି, ମୋତେ ଜଳ ପାନ କରାଅ।”
640  GEN 24:48  ଆଉ ମୁଁ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କଲି, ପୁଣି, ଯେ ମୋ’ କର୍ତ୍ତାଙ୍କ ପୁତ୍ର ନିମନ୍ତେ ତାଙ୍କ ଭ୍ରାତୃକନ୍ୟା ଗ୍ରହଣ କରିବାକୁ ମୋତେ ପ୍ରକୃତ ପଥରେ କଢାଇ ଆଣିଲେ, ମୋ’ କର୍ତ୍ତା ଅବ୍ରହାମଙ୍କର ସେହି ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କଲି।
653  GEN 24:61  ଏଥିଉତ୍ତାରେ ରିବିକା ଓ ତାହାର ଦାସୀମାନେ ଉଠି ଓଟ ଉପରେ ଚଢି ସେହି ମନୁଷ୍ୟର ପଛେ ପଛେ ଯାତ୍ରା କଲେ। ଏହିରୂପେ ସେହି ଦାସ ରିବିକାକୁ ଘେନି ପ୍ରସ୍ଥାନ କଲା।
657  GEN 24:65  ପୁଣି, ସେ ସେହି ଦାସକୁ ପଚାରିଲା, “ଆମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଯେ କ୍ଷେତ୍ର ମଧ୍ୟରେ ଆସୁଅଛି, ସେହି ପୁରୁଷ କିଏ ?” ତହିଁରେ ଦାସ ଉତ୍ତର କଲା, “ସେ ମୋହର ପ୍ରଭୁ,” ଏଣୁ ରିବିକା ଘୋଡଣୀ ନେଇ ଆପଣାକୁ ଆଚ୍ଛାଦନ କଲା।
686  GEN 25:27  ଏଥିଉତ୍ତାରେ ବାଳକମାନେ ବଢିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି, ଯାକୁବ ମୃଦୁମନୁଷ୍ୟ ଓ ତମ୍ବୁବାସୀ ହେଲା।
744  GEN 27:16  ପୁଣି, ଛେଳିଛୁଆର ଛାଲ ଘେନି ତାହା ହସ୍ତରେ ଓ ଗଳଦେଶର ନିର୍ଲୋମ ସ୍ଥାନରେ ଗୁଡାଇ ଦେଲା।
784  GEN 28:10  ଏଥିଉତ୍ତାରେ ଯାକୁବ ବେର୍‍ଶେବାରୁ ବାହାରି ହାରଣ ଆଡକୁ ଯାତ୍ରା କଲା।
788  GEN 28:14  ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ।
798  GEN 29:2  ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି, ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ଡିଏ ବଡ ପଥର ଘୋଡହୋଇଥାଏ।
808  GEN 29:12  ପୁଣି, ଆପେ ଯେ ତାହାର ପିତାଙ୍କର କୁଟୁମ୍ବ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡିଯାଇ ଆପଣା ପିତାକୁ ସମାଚାର ଦେଲା।
809  GEN 29:13  ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡିଗଲା, ପୁଣି, ତାହାକୁ ଆଲିଙ୍ଗନ ଓ ଚୁମ୍ବନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା।
847  GEN 30:16  ଏଥିଉତ୍ତାରେ ସନ୍ଧ୍ୟା ବେଳେ କ୍ଷେତ୍ରରୁ ଯାକୁବର ଆଗମନ ସମୟରେ ଲେୟା ତାହା ସହିତ ସାକ୍ଷାତ କରିବା ନିମିତ୍ତ ବାହାରକୁ ଯାଇ କହିଲା, “ତୁମ୍ଭକୁ ମୋ’ କତିକି ଆସିବାକୁ ହେବ; କାରଣ ମୁଁ ଆପଣା ପୁତ୍ରର ଦୂଦାଫଳ ଦେଇ ତୁମ୍ଭକୁ ଭଡନେଲି।” ଏଣୁ ସେ ସେହି ରାତ୍ରି ତାହା ସହିତ କ୍ଷେପଣ କଲା।
862  GEN 30:31  ତହିଁରେ ଲାବନ କହିଲା, “ମୁଁ ତୁମ୍ଭକୁ କଅଣ ଦେବି ?” ଯାକୁବ କହିଲା, “ତୁମ୍ଭକୁ କିଛି ଦେବାକୁ ପଡିବ ନାହିଁ; ଯଦି ତୁମ୍ଭେ ମୋ’ ପାଇଁ ଗୋଟିଏ କର୍ମ କରିବ, ତେବେ ମୁଁ ତୁମ୍ଭର ପଶୁମାନଙ୍କୁ ପୁନର୍ବାର ଚରାଇ ପ୍ରତିପାଳନ କରିବି।
868  GEN 30:37  ଆଉ ଯାକୁବ ଲିବ୍‍ନୀ ଓ ଲୂସ୍‍ ଓ ଅର୍ମୋନ୍‍ ବୃକ୍ଷର ନୂତନ ଶାଖା କାଟି ତହିଁରୁ ବଳ୍‍କଳ କାଢି କାଷ୍ଠର ଶୁକ୍ଳରେଖା ବାହାର କଲା।
895  GEN 31:21  ଏହି ପ୍ରକାରେ ସେ ଆପଣା ସର୍ବସ୍ୱ ଘେନି ପଳାୟନ କଲା, ପୁଣି, ଉଠି (ଫରାତ୍‍) ନଦୀ ପାର ହୋଇ ଗିଲୀୟଦ ପର୍ବତ ଆଡଦୃଷ୍ଟି କରି ଚାଲିଲା।
897  GEN 31:23  ତହିଁରେ ସେ ଆପଣା କୁଟୁମ୍ବମାନଙ୍କୁ ସଙ୍ଗେ ଘେନି ତାହାର ପଛେ ପଛେ ସାତ ଦିନର ବାଟ ଦୌଡି ଯାଇ ଗିଲୀୟଦ ପର୍ବତ ନିକଟରେ ତାହାର ସଙ୍ଗ ଧରିଲା।
905  GEN 31:31  ତହିଁରେ ଯାକୁବ ଲାବନକୁ ଉତ୍ତର କଲା, “ମୋହର ଭୟ ହେଲା; କାରଣ କେଜାଣି ତୁମ୍ଭେ ମୋ’ଠାରୁ ଆପଣା କନ୍ୟାଗଣଙ୍କୁ ବଳପୂର୍ବକ ଛଡାଇ ନେବ, ଏପରି ବିଚାର କଲି।
907  GEN 31:33  ତହୁଁ ଲାବନ ଯାକୁବର ତମ୍ବୁଗୃହ ଓ ଲେୟାର ତମ୍ବୁଗୃହ ଓ ଦୁଇ ଦାସୀର ତମ୍ବୁଗୃହକୁ ଯାଇ ଅନ୍ୱେଷଣ କଲା; ମାତ୍ର ପାଇଲା ନାହିଁ। ଏଣୁ ସେ ଲେୟାର ତମ୍ବୁଗୃହ ଛାଡି ରାହେଲର ତମ୍ବୁଗୃହରେ ପ୍ରବେଶ କଲା।