1 | GEN 1:1 | ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ। |
2 | GEN 1:2 | ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ। |
6 | GEN 1:6 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।” |
7 | GEN 1:7 | ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା। |
8 | GEN 1:8 | ଆଉ ପରମେଶ୍ୱର ସେହି ଶୂନ୍ୟର ନାମ ଆକାଶମଣ୍ଡଳ ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା। |
9 | GEN 1:9 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା। |
11 | GEN 1:11 | ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା। |
20 | GEN 1:20 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।” |
21 | GEN 1:21 | ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ। |
22 | GEN 1:22 | ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।” |
25 | GEN 1:25 | ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ। |
26 | GEN 1:26 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।” |
27 | GEN 1:27 | ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ। |
28 | GEN 1:28 | ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।” |
29 | GEN 1:29 | ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ। |
30 | GEN 1:30 | ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା। |
32 | GEN 2:1 | ଏହିରୂପେ ଆକାଶମଣ୍ଡଳ ଓ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା। |
34 | GEN 2:3 | ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ। |
36 | GEN 2:5 | ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା। |
37 | GEN 2:6 | ପୁଣି, ପୃଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା। |
38 | GEN 2:7 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା। |
39 | GEN 2:8 | ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ। |
40 | GEN 2:9 | ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ। |
42 | GEN 2:11 | ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବୀଲା ଦେଶସମୂହକୁ ବେଷ୍ଟନ କରେ। |
44 | GEN 2:13 | ଦ୍ୱିତୀୟ ନଦୀର ନାମ ଗୀହୋନ; ଏହା ସମସ୍ତ କୂଶ ଦେଶ ବେଷ୍ଟନ କରେ। |
45 | GEN 2:14 | ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍। |
49 | GEN 2:18 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।” |
50 | GEN 2:19 | ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା। |
51 | GEN 2:20 | ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ। |
52 | GEN 2:21 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ। |
57 | GEN 3:1 | ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?” |
60 | GEN 3:4 | ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ; |
70 | GEN 3:14 | ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ। |
73 | GEN 3:17 | ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ। |
75 | GEN 3:19 | ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।” |
80 | GEN 3:24 | ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ। |
83 | GEN 4:3 | ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ। |
90 | GEN 4:10 | ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି। |
91 | GEN 4:11 | ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ; |
92 | GEN 4:12 | ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।” |
94 | GEN 4:14 | ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।” |
95 | GEN 4:15 | ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ। |
96 | GEN 4:16 | ଏଥିଉତ୍ତାରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ସ୍ଥାନରେ ବାସ କଲେ। |
105 | GEN 4:25 | ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।” |
109 | GEN 5:3 | ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ। |
127 | GEN 5:21 | ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ; |
128 | GEN 5:22 | ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ; |
131 | GEN 5:25 | ମଥୂଶେଲହ ଶହେ ଶତାଅଶୀ ବର୍ଷ ବୟସରେ ଲେମକକୁ ଜାତ କଲା; |
132 | GEN 5:26 | ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତଶହ ବୟାଅଶୀ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; |
133 | GEN 5:27 | ମଥୂଶେଲହର ବୟସ ସର୍ବସୁଦ୍ଧା ନଅଶହ ଊଣସ୍ତରି ବର୍ଷ ଥିଲା; ତହୁଁ ସେ ମଲା। |
135 | GEN 5:29 | ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ। |
139 | GEN 6:1 | ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ; |
140 | GEN 6:2 | ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ। |
142 | GEN 6:4 | ସେହି ସମୟରେ ପୃଥିବୀରେ ମହା ବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ। |
145 | GEN 6:7 | ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।” |
149 | GEN 6:11 | ସେହି ସମୟରେ ପୃଥିବୀ ପରମେଶ୍ୱରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା। |
151 | GEN 6:13 | ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା। |
156 | GEN 6:18 | ମାତ୍ର ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ତୁମ୍ଭେ ଆପଣା ପୁତ୍ରମାନଙ୍କୁ ଓ ଭାର୍ଯ୍ୟା ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ। |
160 | GEN 6:22 | ତହିଁରେ ନୋହ ସେରୂପ କଲେ; ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେ ସମସ୍ତ କର୍ମ କଲେ। |
167 | GEN 7:7 | ତହୁଁ ଜଳପ୍ଳାବନରୁ ରକ୍ଷା ପାଇବା ନିମନ୍ତେ ନୋହ ଓ ତାଙ୍କର ଭାର୍ଯ୍ୟା ଆଉ ପୁତ୍ରଗଣ ଓ ପୁତ୍ରବଧୂଗଣ ଜାହାଜରେ ପ୍ରବେଶ କଲେ। |
168 | GEN 7:8 | ପୁଣି, ନୋହଙ୍କ ପ୍ରତି ପରମେଶ୍ୱରଙ୍କ ଆଜ୍ଞାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡ଼ା ଯୋଡ଼ା ହୋଇ |
173 | GEN 7:13 | ସେହି ଦିନରେ ନୋହ, ପୁଣି, ଶେମ ଓ ହାମ ଓ ଯେଫତ୍ ନାମକ ନୋହଙ୍କର ପୁତ୍ରମାନେ, ଆଉ ସେମାନଙ୍କ ସହିତ ନୋହଙ୍କର ଭାର୍ଯ୍ୟା ଓ ତିନି ପୁତ୍ରବଧୂ ଜାହାଜରେ ପ୍ରବେଶ କଲେ। |
174 | GEN 7:14 | ପୁଣି, ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ; |
177 | GEN 7:17 | ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା। |
181 | GEN 7:21 | ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ, |
182 | GEN 7:22 | ଆଉ ଶୁଷ୍କଭୂମିସ୍ଥ ଯେତେ ପ୍ରାଣୀର ନାସିକାରେ ପ୍ରାଣବାୟୁ ଥିଲା, ସମସ୍ତେ ମଲେ। |
183 | GEN 7:23 | ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ। |
184 | GEN 7:24 | ଏହିରୂପେ ପୃଥିବୀ ଏକଶହ ପଚାଶ ଦିନ ପର୍ଯ୍ୟନ୍ତ ଜଳରେ ବୁଡ଼ି ରହିଲା। |
189 | GEN 8:5 | ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା। |
192 | GEN 8:8 | ପୁନଶ୍ଚ, ନୋହ ଭୂମିରେ ଜଳର ହ୍ରାସ ବୁଝିବା ପାଇଁ ଗୋଟିଏ କାପ୍ତା ଉଡ଼ାଇ ଦେଲେ; |
197 | GEN 8:13 | (ନୋହଙ୍କ ବୟସର) ଛଅଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ। |
198 | GEN 8:14 | ଏହିରୂପେ ଦ୍ୱିତୀୟ ମାସର ସତାଇଶ ଦିନରେ ପୃଥିବୀ ଶୁଷ୍କ ହେଲା। |
200 | GEN 8:16 | “ତୁମ୍ଭେ ଆପଣା ଭାର୍ଯ୍ୟା ଓ ପୁତ୍ରଗଣ ଓ ପୁତ୍ରବଧୂଗଣଙ୍କୁ ସଙ୍ଗେ ଘେନି ଜାହାଜରୁ ବାହାର ହୋଇ ଯାଅ। |
201 | GEN 8:17 | ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନି ଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।” |
202 | GEN 8:18 | ତହୁଁ ନୋହ ଆପଣା ଭାର୍ଯ୍ୟା, ପୁତ୍ର ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ; |
203 | GEN 8:19 | ପୁଣି, ସ୍ୱ ସ୍ୱ ଜାତି ଅନୁସାରେ ପ୍ରତ୍ୟେକ ପଶୁ, ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ପକ୍ଷୀ ପ୍ରଭୃତି ସମସ୍ତ ଭୂଚର ପ୍ରାଣୀ ଜାହାଜରୁ ବାହାରି ଆସିଲେ। |
207 | GEN 9:1 | ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର। |
208 | GEN 9:2 | ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି। |
211 | GEN 9:5 | ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା। |
212 | GEN 9:6 | ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି। |
213 | GEN 9:7 | ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ।” |
241 | GEN 10:6 | କୂଶ, ମିସର, ପୂଟ୍ ଓ କିଣାନ, ଏମାନେ ହାମର ସନ୍ତାନ। |
242 | GEN 10:7 | ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା, ଏମାନେ କୂଶର ସନ୍ତାନ। ଶିବା ଓ ଦଦାନ, ଏମାନେ ରୟମାର ସନ୍ତାନ। |