5 | GEN 1:5 | ପୁଣି, ପରମେଶ୍ୱର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା। |
6 | GEN 1:6 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।” |
8 | GEN 1:8 | ଆଉ ପରମେଶ୍ୱର ସେହି ଶୂନ୍ୟର ନାମ ଆକାଶମଣ୍ଡଳ ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା। |
11 | GEN 1:11 | ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା। |
12 | GEN 1:12 | ଅର୍ଥାତ୍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ। |
13 | GEN 1:13 | ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା। |
14 | GEN 1:14 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ। |
15 | GEN 1:15 | ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା। |
16 | GEN 1:16 | ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତି, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ। |
18 | GEN 1:18 | ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ। |
19 | GEN 1:19 | ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଚତୁର୍ଥ ଦିବସ ହେଲା। |
22 | GEN 1:22 | ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।” |
23 | GEN 1:23 | ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା। |
24 | GEN 1:24 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା। |
25 | GEN 1:25 | ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ। |
26 | GEN 1:26 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।” |
28 | GEN 1:28 | ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।” |
30 | GEN 1:30 | ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା। |
31 | GEN 1:31 | ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା। |
41 | GEN 2:10 | ଉଦ୍ୟାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା । |
42 | GEN 2:11 | ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବୀଲା ଦେଶସମୂହକୁ ବେଷ୍ଟନ କରେ। |
43 | GEN 2:12 | ସେହି ଦେଶର ସୁବର୍ଣ୍ଣ ଉତ୍ତମ, ପୁଣି, ସେଠାରେ ମୁକ୍ତା ଓ ଗୋମେଦକ ମଣି ଜନ୍ମଇ। |
44 | GEN 2:13 | ଦ୍ୱିତୀୟ ନଦୀର ନାମ ଗୀହୋନ; ଏହା ସମସ୍ତ କୂଶ ଦେଶ ବେଷ୍ଟନ କରେ। |
47 | GEN 2:16 | ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରି ପାର, |
48 | GEN 2:17 | ମାତ୍ର, ସଦସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।” |
52 | GEN 2:21 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ। |
54 | GEN 2:23 | ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।” |
56 | GEN 2:25 | ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା। |
57 | GEN 3:1 | ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?” |
62 | GEN 3:6 | ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ। |
63 | GEN 3:7 | ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ। |
66 | GEN 3:10 | ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।” |
68 | GEN 3:12 | ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।” |
69 | GEN 3:13 | ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।” |
71 | GEN 3:15 | ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।” |
74 | GEN 3:18 | ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ। |
76 | GEN 3:20 | ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ। |
78 | GEN 3:22 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ, |
79 | GEN 3:23 | ଏଥିପାଇଁ ସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରି ଦେଲେ ଓ ସେ ଯେଉଁ ମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ। |
80 | GEN 3:24 | ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ। |
81 | GEN 4:1 | ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।” |
82 | GEN 4:2 | ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ। |
85 | GEN 4:5 | ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ। |
86 | GEN 4:6 | ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ ? ଆଉ କାହିଁକି ଦୁଃଖିତ ହେଉଅଛ ? |
89 | GEN 4:9 | ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?” |
93 | GEN 4:13 | କୟିନ ସଦାପ୍ରଭୁଙ୍କୁ କହିଲେ, “ମୋହର ଦଣ୍ଡ ଅସହ୍ୟ। |
94 | GEN 4:14 | ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।” |
96 | GEN 4:16 | ଏଥିଉତ୍ତାରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ସ୍ଥାନରେ ବାସ କଲେ। |
97 | GEN 4:17 | ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି, ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ। |
98 | GEN 4:18 | ସେହି ହନୋକର ପୁତ୍ର ଈରଦ ଓ ଈରଦର ପୁତ୍ର ମହୁୟାୟେଲ ଓ ମହୁୟାୟେଲର ପୁତ୍ର ମଥୁଶାୟେଲ ଓ ମଥୁଶାୟେଲର ପୁତ୍ର ଲେମକ। |
103 | GEN 4:23 | ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋ’ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି; |
105 | GEN 4:25 | ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।” |
106 | GEN 4:26 | ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ। |
112 | GEN 5:6 | ଶେଥ ଶହେ ପାଞ୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା; |
113 | GEN 5:7 | ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା। |
115 | GEN 5:9 | ଈନୋଶ ନବେ ବର୍ଷ ବୟସରେ କୟିନାନକୁ ଜାତ କଲା; |
117 | GEN 5:11 | ଈନୋଶର ବୟସ ସର୍ବସୁଦ୍ଧା ନଅଶହ ପାଞ୍ଚ ବର୍ଷ ଥିଲା; ତହୁଁ ସେ ମଲା। |
124 | GEN 5:18 | ଯେରଦ ଶହେ ବାଷଠି ବର୍ଷ ବୟସରେ ହନୋକଙ୍କୁ ଜାତ କଲା; |
125 | GEN 5:19 | ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; |
127 | GEN 5:21 | ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ; |
128 | GEN 5:22 | ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ; |
129 | GEN 5:23 | ହନୋକଙ୍କର ବୟସ ସର୍ବସୁଦ୍ଧା ତିନିଶହ ପଞ୍ଚଷଠି ବର୍ଷ ଥିଲା; |
130 | GEN 5:24 | ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ। |
134 | GEN 5:28 | ଲେମକ ଶହେ ବୟାଅଶୀ ବର୍ଷ ବୟସରେ ଏକ ପୁତ୍ର ଜାତ କରି ତାହାର ନାମ ନୋହ (ସାନ୍ତ୍ୱନା) ଦେଲେ, |
136 | GEN 5:30 | ନୋହଙ୍କର ଜନ୍ମ ଉତ୍ତାରେ ଲେମକ ପାଞ୍ଚଶହ ପଞ୍ଚାନବେ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ; |
138 | GEN 5:32 | ଆଉ ନୋହଙ୍କୁ ପାଞ୍ଚଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍କୁ ଜାତ କଲେ। |
141 | GEN 6:3 | ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।” |
144 | GEN 6:6 | ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ଅନୁତାପ କରି ମନରେ ଶୋକ କଲେ। |
145 | GEN 6:7 | ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।” |
146 | GEN 6:8 | ମାତ୍ର, ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପ୍ରାପ୍ତ ହେଲେ। |
147 | GEN 6:9 | ନୋହଙ୍କର ବଂଶାବଳୀ ଏହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ। |
148 | GEN 6:10 | ନୋହ, ଶେମ ଓ ହାମ ଓ ଯେଫତ୍, ଏହି ତିନି ପୁତ୍ରଙ୍କୁ ଜାତ କଲେ। |
150 | GEN 6:12 | ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି। |
151 | GEN 6:13 | ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା। |