1 | GEN 1:1 | ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ। |
2 | GEN 1:2 | ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ। |
3 | GEN 1:3 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା। |
4 | GEN 1:4 | ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ। |
5 | GEN 1:5 | ପୁଣି, ପରମେଶ୍ୱର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା। |
6 | GEN 1:6 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।” |
7 | GEN 1:7 | ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା। |
8 | GEN 1:8 | ଆଉ ପରମେଶ୍ୱର ସେହି ଶୂନ୍ୟର ନାମ ଆକାଶମଣ୍ଡଳ ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା। |
9 | GEN 1:9 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା। |
10 | GEN 1:10 | ପୁଣି, ପରମେଶ୍ୱର ସ୍ଥଳର ନାମ ପୃଥିବୀ ଓ ଜଳରାଶିର ନାମ ସମୁଦ୍ର ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ। |
11 | GEN 1:11 | ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା। |
12 | GEN 1:12 | ଅର୍ଥାତ୍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ। |
14 | GEN 1:14 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ। |
16 | GEN 1:16 | ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତି, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ। |
17 | GEN 1:17 | ତହୁଁ ପୃଥିବୀରେ ଦୀପ୍ତି ଦେବା ପାଇଁ ଓ ଦିବା ଓ ରାତ୍ରି ଉପରେ କର୍ତ୍ତୃତ୍ୱ କରିବା ପାଇଁ, |
18 | GEN 1:18 | ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ। |
20 | GEN 1:20 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।” |
21 | GEN 1:21 | ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ। |
22 | GEN 1:22 | ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।” |
24 | GEN 1:24 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା। |
25 | GEN 1:25 | ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ। |
26 | GEN 1:26 | ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।” |
27 | GEN 1:27 | ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ। |
28 | GEN 1:28 | ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।” |
29 | GEN 1:29 | ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ। |
31 | GEN 1:31 | ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା। |
33 | GEN 2:2 | ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ। |
34 | GEN 2:3 | ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ। |
35 | GEN 2:4 | ସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ, |
36 | GEN 2:5 | ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା। |
38 | GEN 2:7 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା। |
39 | GEN 2:8 | ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ। |
40 | GEN 2:9 | ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ। |
42 | GEN 2:11 | ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବୀଲା ଦେଶସମୂହକୁ ବେଷ୍ଟନ କରେ। |
44 | GEN 2:13 | ଦ୍ୱିତୀୟ ନଦୀର ନାମ ଗୀହୋନ; ଏହା ସମସ୍ତ କୂଶ ଦେଶ ବେଷ୍ଟନ କରେ। |
46 | GEN 2:15 | ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ। |
47 | GEN 2:16 | ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରି ପାର, |
49 | GEN 2:18 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।” |
50 | GEN 2:19 | ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା। |
52 | GEN 2:21 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ। |
53 | GEN 2:22 | ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ। |
57 | GEN 3:1 | ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?” |
59 | GEN 3:3 | କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।” |
61 | GEN 3:5 | ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।” |
62 | GEN 3:6 | ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ। |
64 | GEN 3:8 | ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ। |
65 | GEN 3:9 | ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ ?” |
69 | GEN 3:13 | ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।” |
70 | GEN 3:14 | ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ। |
72 | GEN 3:16 | ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।” |
77 | GEN 3:21 | ଆଉ ସଦାପ୍ରଭୁ ପରମେଶ୍ୱର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଆଦମ ଓ ତାଙ୍କର ଭାର୍ଯ୍ୟାଙ୍କୁ ପିନ୍ଧାଇଲେ। |
78 | GEN 3:22 | ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ, |
79 | GEN 3:23 | ଏଥିପାଇଁ ସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରି ଦେଲେ ଓ ସେ ଯେଉଁ ମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ। |
87 | GEN 4:7 | ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।” |
105 | GEN 4:25 | ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।” |
107 | GEN 5:1 | ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ; |
128 | GEN 5:22 | ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ; |
130 | GEN 5:24 | ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ। |
134 | GEN 5:28 | ଲେମକ ଶହେ ବୟାଅଶୀ ବର୍ଷ ବୟସରେ ଏକ ପୁତ୍ର ଜାତ କରି ତାହାର ନାମ ନୋହ (ସାନ୍ତ୍ୱନା) ଦେଲେ, |
135 | GEN 5:29 | ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ। |
140 | GEN 6:2 | ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ। |
142 | GEN 6:4 | ସେହି ସମୟରେ ପୃଥିବୀରେ ମହା ବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ। |
147 | GEN 6:9 | ନୋହଙ୍କର ବଂଶାବଳୀ ଏହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ। |
149 | GEN 6:11 | ସେହି ସମୟରେ ପୃଥିବୀ ପରମେଶ୍ୱରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା। |
150 | GEN 6:12 | ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି। |
151 | GEN 6:13 | ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା। |
152 | GEN 6:14 | ତୁମ୍ଭେ ଆପଣା ନିମନ୍ତେ ଦେବଦାରୁ ଜାତୀୟ ବୃକ୍ଷର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର। |
154 | GEN 6:16 | ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ। |
160 | GEN 6:22 | ତହିଁରେ ନୋହ ସେରୂପ କଲେ; ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେ ସମସ୍ତ କର୍ମ କଲେ। |
168 | GEN 7:8 | ପୁଣି, ନୋହଙ୍କ ପ୍ରତି ପରମେଶ୍ୱରଙ୍କ ଆଜ୍ଞାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡ଼ା ଯୋଡ଼ା ହୋଇ |
171 | GEN 7:11 | ନୋହଙ୍କର ବୟସର ଛଅଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା। |
176 | GEN 7:16 | ପରମେଶ୍ୱରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ୱଦ୍ୱାର ବନ୍ଦ କଲେ। |