23314 | MAT 5:11 | ଲୋକେ ଯେବେ ତୁମ୍ଭମାନଙ୍କୁ ମୋ' ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ । |
23422 | MAT 8:8 | କିନ୍ତୁ ଶତସେନାପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମୋ' ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ । |
23556 | MAT 11:28 | ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ଥ ଲୋକ ସମସ୍ତେ, ମୋ' ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି । |
23684 | MAT 14:18 | ସେ କହିଲେ, ସେଗୁଡ଼ିକ ଏଠାକୁ ମୋ' ପାଖକୁ ଆଣ । |
23789 | MAT 17:20 | ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ 'ଏଠାରୁ ସେଠାକୁ ଘୁଞ୍ଚିଯା' ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ । |
23825 | MAT 18:29 | ତେଣୁ ତାହାର ସହଦାସ ଭୂମିଷ୍ଠ ହୋଇ ତାହାକୁ ବିନତି କରି କହିବାକୁ ଲାଗିଲା, ଆପଣ ମୋ' ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣଙ୍କୁ ପରିଶୋଧ କରିଦେବି । |
24049 | MAT 24:23 | ସେତେବେଳେ 'ଦେଖ, ଖ୍ରୀଷ୍ଟ ଏଠାରେ' କିବା 'ସେଠାରେ', କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ । |
24291 | MRK 1:7 | ସେ ଘୋଷଣା କରି କହିବାକୁ ଲାଗିଲେ, ମୋ'ଠାରୁ ଯେ ଅଧିକ ଶକ୍ତିମାନ, ସେ ମୋ' ଉତ୍ତାରେ ଆସୁଅଛନ୍ତି; ମୁଁ ଅବନତ ହୋଇ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ଯୋଗ୍ୟ ନୁହେଁ । |
24546 | MRK 7:14 | ସେ ପୁନର୍ବାର ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, ତୁମ୍ଭେମାନେ ସମସ୍ତେ ମୋ' କଥା ଶୁଣ ଓ ବୁଝ । |
24571 | MRK 8:2 | ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ' ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ । |
24626 | MRK 9:19 | ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି ? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି ? ତାହାକୁ ମୋ' ପାଖକୁ ଆଣ । |
24630 | MRK 9:23 | ସେଥିରେ ଯୀଶୁ ତାହାକୁ କହିଲେ, କ'ଣ କହିଲ ? ଯଦି କରି ପାରନ୍ତି ! ଯିଏ ବିଶ୍ୱାସ କରେ, ତା' ପକ୍ଷରେ ସମସ୍ତ ସମ୍ଭବ । |
24644 | MRK 9:37 | ଯେ କେହି ମୋ' ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେ କେହି ମୋତେ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ । |
24646 | MRK 9:39 | କିନ୍ତୁ ଯୀଶୁ କହିଲେ, ତାହାକୁ ମନା କର ନାହିଁ; କାରଣ ମୋ' ନାମରେ ମହତର କାର୍ଯ୍ୟ କରି ହଠାତ୍ ମୋହର ନିନ୍ଦା କରି ପାରିବ, ଏପରି ଲୋକ କେହି ନାହିଁ; |
24671 | MRK 10:14 | ଯୀଶୁ ତାହା ଦେଖି ବିରକ୍ତ ହୋଇ ସେମାନଙ୍କୁ କହିଲେ, ଶିଶୁମାନଙ୍କୁ ମୋ' ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ୱରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର । |
24726 | MRK 11:17 | ପୁଣି, ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, ଏହା କ'ଣ ଲେଖା ନାହିଁ, ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି କୁହାଯିବ ? କିନ୍ତୁ ତୁମ୍ଭେମାନେ ତାହାକୁ 'ଡକାୟତମାନଙ୍କ ଗହ୍ୱର' କରିଅଛ । |
24732 | MRK 11:23 | ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଏହି ପର୍ବତକୁ ତୁ ଉଠି ସମୁଦ୍ରରେ ଯାଇ ପଡ଼ ବୋଲି କହିବ, ଆଉ ଆପଣା ହୃଦୟରେ ସନ୍ଦେହ ନ କରି, ଯାହା କହୁଅଛି, ତାହା ଘଟିବ ବୋଲି ବିଶ୍ୱାସ କରିବ, ତା' ନିମନ୍ତେ ତାହା ଘଟିବ । |
24757 | MRK 12:15 | ଆମ୍ଭେମାନେ ଦେବା କି ନାହିଁ ? କିନ୍ତୁ ଯୀଶୁ ସେମାନଙ୍କର କପଟତା ଜାଣି ସେମାନଙ୍କୁ କହିଲେ, କାହିଁକି ମୋତେ ପରୀକ୍ଷା କରୁଅଛ ? ଗୋଟିଏ ମୁଦ୍ରା ମୋ' ପାଖକୁ ଆଣ, ମୁଁ ତାହା ଦେଖେ । |
24807 | MRK 13:21 | ସେତେବେଳେ 'ଦେଖ, ଖ୍ରୀଷ୍ଟ ଏଠାରେ' କିମ୍ଵା 'ଦେଖ, ସେଠାରେ', କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ । |
24841 | MRK 14:18 | ସେମାନେ ବସି ଭୋଜନ କରୁଥିବା ସମୟରେ ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ଯେ କି ମୋ' ସାଙ୍ଗରେ ଭୋଜନ କରୁଅଛି, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ । |
24843 | MRK 14:20 | ଯୀଶୁ ସେମାନଙ୍କୁ କହିଲେ, ବାରଜଣଙ୍କ ମଧ୍ୟରୁ ଜଣେ, ଯେ କି ମୋ' ସହିତ ପାତ୍ରରେ ହାତ ବୁଡ଼ାଉଅଛି । |
24987 | LUK 1:25 | ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋ' ପ୍ରତି ଏପରି କରିଅଛନ୍ତି । |
25000 | LUK 1:38 | ଏଥିରେ ମରୀୟମ କହିଲେ, ଦେଖନ୍ତୁ, ମୁଁ ପ୍ରଭୁଙ୍କ ଦାସୀ; ଆପଣଙ୍କ ବାକ୍ୟାନୁସାରେ ମୋ' ପ୍ରତି ଘଟୁ । ତାହା ପରେ ଦୂତ ତାହାଙ୍କ ନିକଟରୁ ଗଲେ । |
25005 | LUK 1:43 | ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋ' ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା ? |
25006 | LUK 1:44 | କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ୱର ମୋ' କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋ' ଗର୍ଭରେ ଉଲ୍ଲାସରେ ନାଚି ଉଠିଲା । |
25009 | LUK 1:47 | ପୁଣି, ମୋହର ଆତ୍ମା ମୋ' ତ୍ରାଣକର୍ତ୍ତା ଈଶ୍ୱରଙ୍କଠାରେ ଆନନ୍ଦିତ ହୋଇଅଛି; |
25011 | LUK 1:49 | କାରଣ ଯେ ଶକ୍ତିମାନ, ସେ ମୋ' ପ୍ରତି ମହତ କର୍ମ କରିଅଛନ୍ତି; ତାହାଙ୍କର ନାମ ପବିତ୍ର, |
25333 | LUK 8:19 | ତାହାଙ୍କ ମା' ଓ ଭାଇମାନେ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ଲୋକଗହଳି ହେତୁ ତାହାଙ୍କ ସହିତ ଦେଖା କରି ପାରୁ ନ ଥିଲେ । |
25334 | LUK 8:20 | ସେଥିରେ ତାହାଙ୍କୁ ଏହି ଖବର ଦିଆଗଲା, ଆପଣଙ୍କର ମା' ଓ ଭାଇମାନେ ଆପଣଙ୍କ ସହିତ ଦେଖା କରିବାକୁ ଇଚ୍ଛା କରି ବାହାରେ ଠିଆ ହୋଇଅଛନ୍ତି । |
25335 | LUK 8:21 | କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ଯେଉଁମାନେ ଈଶ୍ୱରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ମୋହର ମା' ଓ ଭାଇମାନେ । |
25408 | LUK 9:38 | ଆଉ ଦେଖ, ଲୋକସମୂହ ମଧ୍ୟରୁ ଜଣେ ଉଚ୍ଚସ୍ୱରରେ କହିଲା, ହେ ଗୁରୁ ମୁଁ ଆପଣଙ୍କୁ ନିବେଦନ କରୁଅଛି ମୋ' ପୁଅ ପ୍ରତି ଦୟା କରନ୍ତୁ, କାରଣ ସେ ମୋହର ଗୋଟିଏ ବୋଲି ପିଲା; |
25448 | LUK 10:16 | ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋ' କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋ' ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ । |
25480 | LUK 11:6 | କାରଣ ମୋହର ଜଣେ ପଥିକ ବନ୍ଧୁ ମୋ' ନିକଟକୁ ଆସିଅଛନ୍ତି, ତାହାଙ୍କୁ ଖାଦ୍ୟ ପରିବେଷଣ କରିବା ପାଇଁ ମୋ' ପାଖରେ କିଛି ନାହିଁ, |
25541 | LUK 12:13 | ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ କହିଲା, ହେ ଗୁରୁ, ମୋ'ର ଭାଇକୁ ମୋ' ସହିତ ପୈତୃକ ସମ୍ପତ୍ତି ଭାଗ କରିଦେବା ନିମନ୍ତେ କହନ୍ତୁ । |
25610 | LUK 13:23 | ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୁ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କ' ଣ ଅଳ୍ପ ? ସେଥିରେ ସେ ସେମାନଙ୍କୁ କହିଲେ, |
25843 | LUK 19:43 | ଯେତେବେଳେ ଈଶ୍ୱର ତୋତେ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ ତାହା ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋ' ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରିଯାଇ ଅବରୋଧ କରିବେ, |
25954 | LUK 22:21 | କିନ୍ତୁ ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ତାହାର ହସ୍ତ ମୋ' ସହିତ ମେଜ ଉପରେ ଅଛି । |
25961 | LUK 22:28 | ମାତ୍ର ତୁମ୍ଭେମାନେ ମୋହର ସମସ୍ତ ପରୀକ୍ଷାରେ ମୋ' ସହିତ ରହି ଆସିଅଛ; |
26032 | LUK 23:28 | କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲିପଡ଼ି କହିଲେ, ଗୋ ଯିରୂଶାଲମର କନ୍ୟାମାନେ, ମୋ' ନିମନ୍ତେ ରୋଦନ କର ନାହିଁ, ବରଂ ଆପଣା ଆପଣା ନିମନ୍ତେ ଓ ଆପଣା ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କର; |
26104 | LUK 24:44 | ପୁଣି, ସେ ସେମାନଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତାରେ ଧର୍ମଶାସ୍ତ୍ରରେ ମୋ' ବିଷୟରେ ଯାହା ଯାହା ଲେଖା ଅଛି, ସେହି ସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି । |
26128 | JHN 1:15 | ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋ' ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି । |
26140 | JHN 1:27 | ସେ ମୋ' ଉତ୍ତାରେ ଆସୁଅଛନ୍ତି, ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ । |
26143 | JHN 1:30 | ମୋ' ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି । |
26234 | JHN 4:9 | ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୂଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋ' ହାତରୁ ପିଇବାକୁ ମାଗୁଅଛନ୍ତି ? କାରଣ ଶମିରୋଣୀୟମାନଙ୍କ ସହିତ ଯିହୂଦୀମାନଙ୍କର ବ୍ୟବହାର ନାହିଁ । |
26246 | JHN 4:21 | ଯୀଶୁ ତାହାକୁ କହିଲେ, ଆଗୋ ନାରୀ, ମୋ' କଥା ବିଶ୍ୱାସ କର, ଯେଉଁ ସମୟରେ ତୁମ୍ଭେମାନେ ଏହି ପର୍ବତରେ କିମ୍ବା ଯିରୂଶାଲମରେ ପିତାଙ୍କର ଉପାସନା କରିବ ନାହିଁ, ଏପରି ସମୟ ଆସୁଅଛି । |
26286 | JHN 5:7 | ରୋଗୀଟି ତାହାଙ୍କୁ ଉତ୍ତର ଦେଲା, ମହାଶୟ, ଜଳ କମ୍ପିବା ସମୟରେ ମୋତେ ପୋଖରୀ ଭିତରକୁ ଘେନିଯିବା ପାଇଁ ମୋହର କେହି ନାହିଁ; ଆଉ, ମୁଁ ଯାଉ ଯାଉ ଅନ୍ୟ ଜଣେ ମୋ' ଆଗରୁ ପଶିଯାଏ । |
26311 | JHN 5:32 | ମୋ' ବିଷୟରେ ଯେ ସାକ୍ଷ୍ୟ ଦିଅନ୍ତି, ସେ ଆଉ ଜଣେ; ପୁଣି, ମୋ' ବିଷୟରେ ତାହାଙ୍କର ସାକ୍ଷ୍ୟ ଯେ ସତ୍ୟ, ତାହା ମୁଁ ଜାଣେ । |
26315 | JHN 5:36 | କିନ୍ତୁ ଯୋହନଙ୍କର ସାକ୍ଷ୍ୟ ଅପେକ୍ଷା ମୋହର ଗୁରୁତର ସାକ୍ଷ୍ୟ ଅଛି, କାରଣ ପିତା ମୋତେ ଯେ ଯେ କାର୍ଯ୍ୟ ସମାପ୍ତ କରିବାକୁ ଦେଇଅଛନ୍ତି, ଯେ ସମସ୍ତ କର୍ମ ମୁଁ କରୁଅଛି, ପିତା ମୋତେ ପ୍ରେରଣ କରିଅଛନ୍ତି ବୋଲି ସେହି ସବୁ ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି । |
26316 | JHN 5:37 | ଆଉ, ଯେଉଁ ପିତା ମୋତେ ପ୍ରେରଣ କଲେ, ସେ ମୋ' ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି । ତୁମ୍ଭେମାନେ କେବେ ହେଁ ତାହାଙ୍କର ସ୍ୱର ଶୁଣି ନାହଁ ବା ତାହାଙ୍କର ଆକାର ଦେଖି ନାହଁ, |
26318 | JHN 5:39 | ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି । |
26319 | JHN 5:40 | କିନ୍ତୁ ତୁମ୍ଭେମାନେ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୋ' ନିକଟକୁ ଆସିବାକୁ ଇଚ୍ଛା କରୁ ନାହଁ । |
26325 | JHN 5:46 | କାରଣ ତୁମ୍ଭେମାନେ ଯଦି ମୋଶାଙ୍କୁ ବିଶ୍ୱାସ କରିଥାନ୍ତ, ତେବେ ମୋତେ ବିଶ୍ୱାସ କରିଥାନ୍ତ, ଯେଣୁ ସେ ମୋ' ବିଷୟରେ ଲେଖିଅଛନ୍ତି । |
26361 | JHN 6:35 | ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୁଁ ସେହି ଜୀବନଦାୟକ ଆହାର; ଯେ ମୋ' ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋ'ଠାରେ ବିଶ୍ୱାସ କରେ, ସେ କଦାପି ତୃଷିତ ହେବ ନାହିଁ । |
26363 | JHN 6:37 | ପିତା ଯେସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋ' ନିକଟକୁ ଆସିବେ; ଆଉ, ଯେ ମୋ' ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ; |
26370 | JHN 6:44 | ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋ' ନିକଟକୁ ଆସି ପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି । |
26371 | JHN 6:45 | ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ସମସ୍ତେ ଈଶ୍ୱରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ । ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋ' ନିକଟକୁ ଆସେ । |
26382 | JHN 6:56 | ଯେ ମୋହର ମାଂସ ଭୋଜନ କରେ ଓ ମୋ' ରକ୍ତ ପାନ କରେ, ସେ ମୋ'ଠାରେ ରହେ ଓ ମୁଁ ତାହାଠାରେ ରହେ । |
26383 | JHN 6:57 | ଜୀବନ୍ତ ପିତା ଯେପରି ମୋତେ ପ୍ରେରଣ କଲେ ଓ ମୁଁ ପିତାଙ୍କ ହେତୁରୁ ଜୀବିତ ଥାଏ, ସେହିପରି ଯେ ମୋତେ ଭୋଜନ କରେ, ସେ ମଧ୍ୟ ମୋ' ହେତୁ ଜୀବିତ ରହିବ । |
26391 | JHN 6:65 | ଆଉ ସେ କହିଲେ, ଏହି ହେତୁ ମୁଁ ତୁମ୍ଭମାନଙ୍କୁ କହିଅଛି, ପିତାଙ୍କଠାରୁ ଅନୁଗ୍ରହ ଦତ୍ତ ନ ହେଲେ କେହି ମୋ' ନିକଟକୁ ଆସି ପାରେ ନାହିଁ । |
26413 | JHN 7:16 | ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋହର ଶିକ୍ଷା ମୋ' ନିଜର ନୁହେଁ, କିନ୍ତୁ ମୋ' ପ୍ରେରଣକର୍ତ୍ତାଙ୍କର । |
26420 | JHN 7:23 | ମୋଶାଙ୍କର ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ନ ହେବା ନିମନ୍ତେ ଯଦି ବିଶ୍ରାମବାରରେ ମନୁଷ୍ୟ ସୁନ୍ନତ ପ୍ରାପ୍ତ ହୁଏ, ତାହାହେଲେ ମୁଁ ବିଶ୍ରାମବାରରେ ଜଣେ ମନୁଷ୍ୟକୁ ସର୍ବାଙ୍ଗ ସୁସ୍ଥ କରିବାରୁ ତୁମ୍ଭେମାନେ କାହିଁକି ମୋ' ଉପରେ କ୍ରୋଧ କରୁଅଛ? |
26434 | JHN 7:37 | ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋ' ନିକଟକୁ ଆସି ପାନ କରୁ । |
26466 | JHN 8:16 | କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋ' ସାଙ୍ଗରେ ଅଛନ୍ତି । |
26468 | JHN 8:18 | ମୁଁ ନିଜେ ନିଜର ସାକ୍ଷୀ, ପୁଣି, ମୋହର ପ୍ରେରଣକର୍ତ୍ତା ପିତା ମୋ' ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି । |
26479 | JHN 8:29 | ମୋହର ପ୍ରେରଣକର୍ତ୍ତା ମୋ' ସାଙ୍ଗରେ ଅଛନ୍ତି; ସେ ମୋତେ ଏକାକୀ କରି ନାହାନ୍ତି, କାରଣ ମୁଁ ସର୍ବଦା ତାହାଙ୍କର ସନ୍ତୋଷଜନକ କାର୍ଯ୍ୟ କରେ । |
26526 | JHN 9:17 | ତେଣୁ ସେମାନେ ଆହୁରି ଥରେ ସେହି ଅନ୍ଧ ଲୋକଟିକୁ ପଚାରିଲେ, ସେ ଯେ ତୋର ଆଖି ଫିଟାଇଲା, ଏଥିରେ ତୁ ତା' ବିଷୟରେ କ'ଣ କହୁଛୁ ? ସେ କହିଲା, ସେ ଜଣେ ଭାବବାଦୀ । |
26558 | JHN 10:8 | ଯେତେ ଜଣ ମୋ' ପୂର୍ବରେ ଆସିଅଛନ୍ତି, ସେମାନେ ସମସ୍ତେ ଚୋର ଓ ଡକାଇତ, କିନ୍ତୁ ମେଷସବୁ ସେମାନଙ୍କ କଥା ଶୁଣିଲେ ନାହିଁ । |
26559 | JHN 10:9 | ମୁଁ ଦ୍ୱାର, ଯଦି କେହି ମୋ' ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ । |
26565 | JHN 10:15 | ସେହିପରି ମୁଁ ମୋ' ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋ' ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋର ପ୍ରାଣ ଦିଏ । |
26575 | JHN 10:25 | ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହିଅଛି, କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ; ମୋହର ପିତାଙ୍କ ନାମରେ ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେହି ସବୁ ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି; |
26577 | JHN 10:27 | ମୋ' ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି, |
26578 | JHN 10:28 | ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋ' ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ । |
26624 | JHN 11:32 | ସେଥିରେ ଯୀଶୁ ଯେଉଁ ସ୍ଥାନରେ ଥିଲେ, ମରିୟମ ସେହି ସ୍ଥାନରେ ଉପସ୍ଥିତ ହୋଇ ତାହାଙ୍କୁ ଦେଖି ତାହାଙ୍କର ଚରଣ ତଳେ ପଡ଼ି କହିଲେ, ପ୍ରଭୁ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋ' ଭାଇ ମରି ନ ଥା'ନ୍ତା । |
26630 | JHN 11:38 | ସେଥିରେ ଯୀଶୁ ପୁନର୍ବାର ଅନ୍ତରରେ ବିରକ୍ତ ହୋଇ ସମାଧି ନିକଟକୁ ଆସିଲେ; ତାହା ଗୋଟିଏ ଗୁହା, ପୁଣି, ତା' ମୁହଁରେ ଗୋଟାଏ ପଥର ଥିଲା । |
26679 | JHN 12:30 | ଯୀଶୁ ଉତ୍ତର ଦେଲେ, ମୋ' ନିମନ୍ତେ ଏହି ବାଣୀ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କ ନିମନ୍ତେ ହୋଇଅଛି । |
26707 | JHN 13:8 | ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋର ପାଦ ଧୋଇଦେବେ ନାହିଁ । ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋ' ସହିତ ତୁମ୍ଭର କୌଣସି ଅଂଶ ନାହିଁ । |
26737 | JHN 13:38 | ଯୀଶୁ ଉତ୍ତର ଦେଲେ, ତୁମ୍ଭେ କ'ଣ ମୋ' ନିମନ୍ତେ ନିଜ ପ୍ରାଣ ଦେବ ? ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, କୁକୁଡ଼ା ନ ଡାକୁଣୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ । |
26743 | JHN 14:6 | ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋ' ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ । |
26747 | JHN 14:10 | ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋ'ଠାରେ ଅଛନ୍ତି, ଏକଥା କ'ଣ ବିଶ୍ୱାସ କରୁ ନାହଁ ? ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହେ, ସେହି ସବୁ ମୋ' ନିଜରୁ କହେ ନାହିଁ, କିନ୍ତୁ ପିତା ମୋ'ଠାରେ ଥାଇ ଆପଣା କର୍ମ କରୁଅଛନ୍ତି । |
26750 | JHN 14:13 | ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥି ନିମନ୍ତେ ତୁମ୍ଭେମାନେ ମୋ' ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି । |
26751 | JHN 14:14 | ଯଦି ତୁମ୍ଭେମାନେ ମୋ' ନାମରେ କୌଣସି ବିଷୟ ମୋତେ ମାଗିବ, ମୁଁ ତାହା କରିବି । |
26763 | JHN 14:26 | କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋ' ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହି ସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ । |
26773 | JHN 15:5 | ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋ'ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋ' ବିନା ତୁମ୍ଭେମାନେ କିଛି କରି ପାର ନାହିଁ । |
26784 | JHN 15:16 | ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥି ନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି । ସେଥିରେ ତୁମ୍ଭେମାନେ ମୋ' ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ; |
26794 | JHN 15:26 | ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋ' ବିଷୟରେ ସାକ୍ଷ୍ୟ ଦେବେ; |
26795 | JHN 15:27 | ଆଉ, ତୁମ୍ଭେମାନେ ମଧ୍ୟ ସାକ୍ଷୀ, କାରଣ ତୁମ୍ଭେମାନେ ଆରମ୍ଭରୁ ମୋ' ସହିତ ରହିଅଛ । |
26809 | JHN 16:14 | ସେ ମୋତେ ଗୌରବାନ୍ୱିତ କରିବେ, କାରଣ ସେ ମୋ' ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ । |
26818 | JHN 16:23 | ସେ ଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ । ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋ' ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ । |
26819 | JHN 16:24 | ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋ' ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ । |
26821 | JHN 16:26 | ସେ ଦିନ ତୁମ୍ଭେମାନେ ମୋ' ନାମରେ ମାଗିବ; ଆଉ, ମୁଁ ଯେ ତୁମ୍ଭମାନଙ୍କ ସପକ୍ଷରେ ପିତାଙ୍କୁ ନିବେଦନ କରିବି, ଏହା ମୁଁ ତୁମ୍ଭମାନଙ୍କୁ କହୁ ନାହିଁ; |
26827 | JHN 16:32 | ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋ' ସାଙ୍ଗରେ ଅଛନ୍ତି । |
26888 | JHN 18:34 | ଯୀଶୁ ଉତ୍ତର ଦେଲେ, ଆପଣ କ'ଣ ନିଜରୁ ଏହା କହୁଅଛନ୍ତି, ନା ଅନ୍ୟମାନେ ମୋ' ସମ୍ବନ୍ଧରେ ଆପଣଙ୍କୁ ଏହା କହିଅଛନ୍ତି ? |
26905 | JHN 19:11 | ଯୀଶୁ ଉତ୍ତର ଦେଲେ, ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋ' ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର । |
27075 | ACT 3:10 | ଆଉ ଯେଉଁ ଜଣକ ମନ୍ଦିରର ସୁନ୍ଦର-ଦ୍ୱାର ନିକଟରେ ବସି ଭିକ୍ଷା ମାଗୁଥିଲା,ଏ ସେହି ଲୋକ ବୋଲି ସେମାନେ ଚିହ୍ନିଲେ, ପୁଣି, ତା' ପ୍ରତି ଯାହା ଘଟିଥିଲା, ତାହା ଦେଖି ସେମାନେ ଅତିଶୟ ବିସ୍ମୟାପନ୍ନ ଓ ଆଚମ୍ବିତ ହେଲେ । |
27785 | ACT 22:13 | ମୋ' ନିକଟକୁ ଆସି ପାଖରେ ଠିଆ ହୋଇ ମୋତେ କହିଲେ, ଭାଇ ଶାଉଲ, ଦୃଷ୍ଟିପ୍ରାପ୍ତ ହୁଅ । ସେହି ମୁହୁର୍ତ୍ତରେ ମୁଁ ତାହାଙ୍କ ପ୍ରତି ଦୃଷ୍ଟିପାତ କଲି । |
27891 | ACT 25:27 | କାରଣ ବନ୍ଦୀକି ପଠାଇବା ସମୟରେ ତା' ବିରୁଦ୍ଧରେ ଅଭିଯୋଗ ଗୁଡ଼ିକ ନିର୍ଦ୍ଦେଶ ନ କରିବା ମୋତେ ଅସଙ୍ଗତ ବୋଧ ହେଉଅଛି । |
27904 | ACT 26:13 | ହେ ରାଜନ, ମଧ୍ୟାହ୍ନ କାଳରେ ପଥ ମଧ୍ୟରେ ଆକାଶରୁ ସୂର୍ଯ୍ୟଠାରୁ ଅଧିକ ତେଜୋମୟ ଆଲୋକ ମୋହର ଓ ମୋ' ସହଯାତ୍ରୀମାନଙ୍କ ଚତୁର୍ଦିଗରେ ପ୍ରକାଶମାନ ହେବାର ଦେଖିଲି । |
27931 | ACT 27:8 | ପୁଣି, କଷ୍ଟରେ କୂଳେ କୂଳେ ଯାଇ 'ସୁନ୍ଦର ବନ୍ଦର' ନାମକ ଗୋଟିଏ ସ୍ଥାନକୁ ଆସିଲୁ; ଲାସାୟା ସେଥିର ନିକଟବର୍ତ୍ତୀ । |
28169 | ROM 7:10 | ସେଥିରେ ଜୀବନଦାୟକ ଯେଉଁ ଆଜ୍ଞା, ତାହା ମୋ' ପକ୍ଷରେ ମୃତ୍ୟୁଦାୟକ ବୋଲି ଜଣାଗଲା । |
28172 | ROM 7:13 | ତେବେ, ଯାହା ଉତ୍ତମ, ତାହା କି ମୋ' ପକ୍ଷରେ ମୃତ୍ୟୁଦାୟକ ହେଲା ? ତାହା କେବେ ହେଁ ନ ହେଉ । କିନ୍ତୁ ପାପ ମୃତ୍ୟୁଦାୟକ ହେଲା, ଯେପରି ଯାହା ଉତ୍ତମ, ତାହା ଦେଇ ମୋ' ପ୍ରତି ମୃତ୍ୟୁ ସାଧନ କରିବା ଦ୍ୱାରା ପାପ, ପାପ ବୋଲି ପ୍ରକାଶ ପାଏ, ପୁଣି, ଯେପରି ଆଜ୍ଞା ଦ୍ୱାରା ପାପ ଅତିଶୟ ପାପମୟ ହୁଏ । |