23244 | MAT 2:6 | 'ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋ'ଠାରୁ ଆସିବେ ।'" |
23282 | MAT 4:4 | କିନ୍ତୁ ଯୀଶୁ ଉତ୍ତର ଦେଲେ, "ଲେଖା ଅଛି, 'ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ୱରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ ।'" |
23789 | MAT 17:20 | ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ 'ଏଠାରୁ ସେଠାକୁ ଘୁଞ୍ଚିଯା' ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ । |
24083 | MAT 25:6 | କିନ୍ତୁ ଅର୍ଦ୍ଧରାତ୍ରରେ 'ଏହି ଦେଖ, ବର, ତାହାଙ୍କ ସାଙ୍ଗରେ ସାକ୍ଷାତ୍ କରିବାକୁ ବାହାର', ଏପରି କୋଳାହଳ ହେଲା । |
24726 | MRK 11:17 | ପୁଣି, ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, ଏହା କ'ଣ ଲେଖା ନାହିଁ, ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି କୁହାଯିବ ? କିନ୍ତୁ ତୁମ୍ଭେମାନେ ତାହାକୁ 'ଡକାୟତମାନଙ୍କ ଗହ୍ୱର' କରିଅଛ । |
25944 | LUK 22:11 | 'ଗୁରୁ ଆପଣଙ୍କୁ ପଚାରୁଅଛନ୍ତି, ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି, ସେହି ଅତିଥିଶାଳା କାହିଁ"? |
27615 | ACT 17:23 | କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜିତ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, 'ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ ।' ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାହାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି । |
27931 | ACT 27:8 | ପୁଣି, କଷ୍ଟରେ କୂଳେ କୂଳେ ଯାଇ 'ସୁନ୍ଦର ବନ୍ଦର' ନାମକ ଗୋଟିଏ ସ୍ଥାନକୁ ଆସିଲୁ; ଲାସାୟା ସେଥିର ନିକଟବର୍ତ୍ତୀ । |
27982 | ACT 28:15 | ଭାଇମାନେ ଆମ୍ଭମାନଙ୍କ ସମ୍ବାଦ ପାଇ ସେହି ସ୍ଥାନରୁ ଆପ୍ପୀୟଙ୍କ ହାଟ 'ଓ 'ତିନି ସରେଇଘର 'ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଭେଟିବା ପାଇଁ ଆସିଲେ, ପୁଣି, ପାଉଲ ସେମାନଙ୍କୁ ଦେଖି ଈଶ୍ୱରଙ୍କ ଧନ୍ୟବାଦ କରି ସାହାସ ପାଇଲେ । |
30230 | HEB 10:30 | କାରଣ 'ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା,'ଯେ ଏହି କଥା କହିଅଛନ୍ତି, ତାହାଙ୍କୁ ଆମ୍ଭେମାନେ ଜାଣୁ; ପୁନଶ୍ଚ, 'ପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ' । |