Wildebeest analysis examples for:   ory-ory   “Word,    February 11, 2023 at 19:20    Script wb_pprint_html.py   by Ulf Hermjakob

29  GEN 1:29  ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
57  GEN 3:1  ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?”
78  GEN 3:22  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,
215  GEN 9:9  “ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ,
270  GEN 11:3  ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା।
271  GEN 11:4  ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।”
273  GEN 11:6  ପୁଣି, ସଦାପ୍ରଭୁ କହିଲେ, “ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରେ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ।
310  GEN 12:11  ଏଥିଉତ୍ତାରେ ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, “ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ।
364  GEN 15:3  ପୁଣି, ଅବ୍ରାମ କହିଲେ, “ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋ’ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ।”
365  GEN 15:4  ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।”
384  GEN 16:2  ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ଦେଖ, ସଦାପ୍ରଭୁ ମୋତେ ବନ୍ଧ୍ୟା କରିଅଛନ୍ତି; ଏଣୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଏହି ଦାସୀର ସହବାସ କର; କେଜାଣି ମୁଁ ଏହା ଯୋଗୁଁ ପୁତ୍ର ପାଇ ପାରିବି।” ତେବେ ଅବ୍ରାମ ସାରୀଙ୍କର ବାକ୍ୟରେ ସମ୍ମତ ହେଲେ।
388  GEN 16:6  ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, “ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତା’ ପ୍ରତି କର।” ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା।
393  GEN 16:11  ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାୟେଲ ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ।
402  GEN 17:4  “ଦେଖ, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରୁଅଛୁ, ତୁମ୍ଭେ ଅନେକ ଗୋଷ୍ଠୀର ଆଦିପୁରୁଷ ହେବ।
434  GEN 18:9  ତହିଁ ଉତ୍ତାରୁ ସେମାନେ ତାଙ୍କୁ ପଚାରିଲେ, “ତୁମ୍ଭର ଭାର୍ଯ୍ୟା ସାରା କେଉଁଠାରେ ?” ସେ କହିଲେ, “ଦେଖନ୍ତୁ, ସେ ତମ୍ବୁରେ ଅଛନ୍ତି।”
452  GEN 18:27  ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, “ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେ ହେଁ ମୋ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି।
454  GEN 18:29  ଅବ୍ରହାମ ତାହାଙ୍କୁ ପୁନର୍ବାର କହିଲେ, “ହୋଇପାରେ, ସେଠାରେ ଚାଳିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଚାଳିଶ ଜଣ ସକାଶୁ ତାହା କରିବା ନାହିଁ।”
456  GEN 18:31  ଅବ୍ରହାମ କହିଲେ, “ଦେଖନ୍ତୁ, ପ୍ରଭୁଙ୍କ ଛାମୁରେ ମୁଁ ପୁନର୍ବାର କଥା କହିବାକୁ ପ୍ରବୃତ୍ତ ହୋଇଅଛି; ହୋଇପାରେ, ସେଠାରେ କୋଡ଼ିଏ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି କୋଡ଼ିଏ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।”
472  GEN 19:14  ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, “ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏ ନଗର ଉଚ୍ଛିନ୍ନ କରିବେ,” ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ।
473  GEN 19:15  ଆରଦିନ ପ୍ରଭାତ ହୁଅନ୍ତେ, ଦୂତମାନେ ଲୋଟକୁ ଚଞ୍ଚଳ କରାଇ କହିଲେ, “ଉଠ, ଆପଣାର ଭାର୍ଯ୍ୟା ଓ ଏହି ଯେଉଁ ଦୁଇ କନ୍ୟା ଏଠାରେ ଅଛନ୍ତି, ସେମାନଙ୍କୁ ଘେନିଯାଅ; ନୋହିଲେ ନଗରର ଦଣ୍ଡରେ ବିନଷ୍ଟ ହେବ।”
479  GEN 19:21  ତହୁଁ ସେ କହିଲେ, “ଭଲ, ଆମ୍ଭେ ଏ ବିଷୟରେ ତୁମ୍ଭ ପ୍ରତି ଅନୁଗ୍ରହ କରି, ସେହି ଯେଉଁ ନଗରର କଥା ତୁମ୍ଭେ କହିଲ, ତାହା ଉତ୍ପାଟନ କରିବା ନାହିଁ।
492  GEN 19:34  ଆର ଦିନ ସେହି ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, “ଦେଖ, ମୁଁ ଗତ ରାତ୍ର ପିତାଙ୍କ ସଙ୍ଗରେ ଶୟନ କଲି, ଆସ, ଆଜ ରାତ୍ର ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଉ; ତହୁଁ ତୁମ୍ଭେ ଯାଇ ପିତାଙ୍କ ବଂଶ ରକ୍ଷାର୍ଥେ ତାଙ୍କ ସଙ୍ଗେ ଶୟନ କର।”
511  GEN 20:15  ଏଥିଉତ୍ତାରେ ଅବିମେଲକ କହିଲେ, “ଦେଖ, ଆମ୍ଭର ଏହି ସମସ୍ତ ଦେଶ ତୁମ୍ଭ ସମ୍ମୁଖରେ ଅଛି, ତୁମ୍ଭର ଯେଉଁଠାରେ ଇଚ୍ଛା, ସେହିଠାରେ ବାସ କର।”
512  GEN 20:16  ପୁଣି, ସେ ସାରାକୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ଭ୍ରାତାକୁ ସହସ୍ର ଖଣ୍ଡ ରୂପା ଦେଲୁ; ଦେଖ, ତାହା ତୁମ୍ଭ ପ୍ରତି ଘଟିଥିବା ସକଳ ବିଷୟ ନିମନ୍ତେ ସମସ୍ତଙ୍କ ସାକ୍ଷାତରେ ଚକ୍ଷୁର ଆବରଣ ସ୍ୱରୂପ; ଆଉ ସମସ୍ତ ବିଷୟରେ ତୁମ୍ଭ ପ୍ରତି ନ୍ୟାୟ ବିଚାର କରାଗଲା।”
555  GEN 22:7  ଆଉ ଇସ୍‍ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, “ହେ ମୋହର ପିତଃ।” ତହିଁରେ ସେ ଉତ୍ତର କଲେ, “ପୁତ୍ର, ଦେଖ, ମୁଁ ଏଠାରେ।” ସେତେବେଳେ ସେ ପଚାରିଲା, “ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢା ଛୁଆ କାହିଁ ?”
556  GEN 22:8  ତହିଁରେ ଅବ୍ରହାମ କହିଲେ, “ପୁତ୍ର, ପରମେଶ୍ୱର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ।” ତହୁଁ ଦୁହେଁ ଏକତ୍ର ଚାଲିଗଲେ।
559  GEN 22:11  ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ !” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।”
568  GEN 22:20  ସେହି ଘଟଣା ଉତ୍ତାରେ ଅବ୍ରହାମଙ୍କୁ ଏହି ସମ୍ବାଦ ଦିଆଗଲା, “ଶୁଣ, ମିଲ୍‍କା ମଧ୍ୟ ତୁମ୍ଭ ଭ୍ରାତା ନାହୋର ନିମନ୍ତେ ସନ୍ତାନସନ୍ତତି ପ୍ରସବ କରିଅଛି।
583  GEN 23:11  “ପ୍ରଭୁ, ସେପରି ନ ହେଉ, ମୋ’ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”
587  GEN 23:15  “ପ୍ରଭୁ, ମୋ’ କଥା ଶୁଣନ୍ତୁ; ଭୂମି ଖଣ୍ଡକର ମୂଲ୍ୟ ତ ଚାରିଶହ ଶେକଲ ରୂପା, ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର ? ଏଥିପାଇଁ ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”
610  GEN 24:18  ତହିଁରେ ସେ କହିଲା, “ମହାଶୟ, ପାନ କରନ୍ତୁ,” ଏହା କହି ସେ ଶୀଘ୍ର କଳସ ହାତକୁ ଓହ୍ଲାଇ ତାହାକୁ ପାନ କରିବାକୁ ଦେଲା।
691  GEN 25:32  ଏଷୌ ଉତ୍ତର କଲା, “ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ ?”
729  GEN 27:1  ଏଥିଉତ୍ତାରେ ଇସ୍‍ହାକ ବୃଦ୍ଧ ହୁଅନ୍ତେ, ଚକ୍ଷୁ ନିସ୍ତେଜ ହେବାରୁ ଆଉ ଦେଖି ପାରିଲେ ନାହିଁ; ସେତେବେଳେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଏଷୌକୁ ଡାକି କହିଲେ, “ପୁଅରେ,” ତହିଁରେ ସେ ଉତ୍ତର କଲା, “ଦେଖନ୍ତୁ, ମୁଁ ଏଠାରେ।”
730  GEN 27:2  ତହୁଁ ସେ ତାହାଙ୍କୁ କହିଲେ, “ଦେଖ, ମୁଁ ବୃଦ୍ଧ ହୋଇଅଛି, କେଉଁଦିନ ମୋହର ମୃତ୍ୟୁୁ ହେବ, ତାହା ମୁଁ ଜାଣେ ନାହିଁ।”
734  GEN 27:6  ରିବିକା ଆପଣା ପୁତ୍ର ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ସହିତ ତୁମ୍ଭ ପିତାଙ୍କର କଥୋପକଥନ ମୁଁ ଶୁଣିଲି,
739  GEN 27:11  ସେତେବେଳେ ଯାକୁବ ଆପଣା ମାତା ରିବିକାକୁ କହିଲା, “ଦେଖ, ମୋହର ଭ୍ରାତା ଏଷୌ ଲୋମଶ, ମାତ୍ର ମୁଁ ନିର୍ଲୋମ।
741  GEN 27:13  ମାତ୍ର ତାହାର ମାତା କହିଲା, “ପୁଅ, ସେହି ଅଭିଶାପ ମୋତେ ଘଟୁ, କେବଳ ତୁମ୍ଭେ ମୋ’ କଥା ମାନ ଓ ଯାଇ ଛେଳିଛୁଆ ଆଣ।”
746  GEN 27:18  ତହୁଁ ଯାକୁବ ଆପଣା ପିତା ନିକଟକୁ ଯାଇ କହିଲା, “ପିତଃ,” ସେ ଉତ୍ତର କଲେ, “ଦେଖ, ମୁଁ ଏଠାରେ ପୁତ୍ର, ତୁମ୍ଭେ କିଏ ?”
748  GEN 27:20  ତହିଁରେ ଇସ୍‍ହାକ ଆପଣା ପୁତ୍ରକୁ କହିଲେ, “ପୁତ୍ର, ତୁମ୍ଭେ ଏତେ ଶୀଘ୍ର ତାହା କିପରି ପାଇଲ ?” ସେ କହିଲା, “ଆପଣଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତାହା ଭେଟାଇ ଦେଲେ।”
749  GEN 27:21  ଇସ୍‍ହାକ ଯାକୁବଙ୍କୁ ଆହୁରି କହିଲେ, “ପୁତ୍ର, ମୋ’ ପାଖକୁ ଆସ, ତୁମ୍ଭେ ପ୍ରକୃତରେ ମୋହର ପୁତ୍ର ଏଷୌ କି ନାହିଁ, ତୁମ୍ଭକୁ ସ୍ପର୍ଶ କରି ଜାଣିବି।”
752  GEN 27:24  ଏଥିଉତ୍ତାରେ ସେ କହିଲେ, “ତୁମ୍ଭେ କି ନିତାନ୍ତ ମୋହର ପୁତ୍ର ଏଷୌ ?” ସେ କହିଲା, “ହଁ, ମୁଁ ସେହି।”
754  GEN 27:26  ଏଥିଉତ୍ତାରେ ତାହାର ପିତା ଇସ୍‍ହାକ କହିଲେ, “ପୁତ୍ର, ଏବେ ମୋ’ ନିକଟକୁ ଆସି ମୋତେ ଚୁମ୍ବନ କର।”
755  GEN 27:27  ସେତେବେଳେ ସେ ନିକଟକୁ ଯାଇ ଚୁମ୍ବନ କରନ୍ତେ, ଇସ୍‍ହାକ ତାହାର ବସ୍ତ୍ରର ଗନ୍ଧ ପାଇ ତାଙ୍କୁ ଆଶୀର୍ବାଦ କରି କହିଲେ, “ଦେଖ, ସଦାପ୍ରଭୁଙ୍କ ଆଶୀର୍ବାଦପ୍ରାପ୍ତ କ୍ଷେତ୍ରର ସୁଗନ୍ଧି ତୁଲ୍ୟ ମୋ’ ପୁତ୍ରର ସୁଗନ୍ଧି;
759  GEN 27:31  ପୁଣି, ସେ ମଧ୍ୟ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ପିତା ନିକଟକୁ ଆଣି କହିଲା, “ପିତଃ, ଆପଣ ଉଠି ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”
762  GEN 27:34  ଏଷୌ ପିତାଙ୍କର ଏହି କଥା ଶୁଣିବାମାତ୍ରେ ଅତ୍ୟନ୍ତ ବ୍ୟାକୁଳ ଚିତ୍ତରେ ମହାଚିତ୍କାର କଲା, ପୁଣି, ଆପଣା ପିତାଙ୍କୁ କହିଲା, “ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।”
765  GEN 27:37  ତହୁଁ ଇସ୍‍ହାକ ଏଷୌକୁ କହିଲେ, “ଦେଖ, ମୁଁ ତାହାକୁ ତୁମ୍ଭର କର୍ତ୍ତା କଲି, ପୁଣି, ତାହାର ଜ୍ଞାତି ସମସ୍ତଙ୍କୁ ତାହାର ଅଧୀନ କଲି, ଆଉ ଶସ୍ୟ ଓ ଦ୍ରାକ୍ଷାରସ ଦ୍ୱାରା ତାହାକୁ ସବଳ କଲି; ଏହେତୁ ପୁତ୍ର, ଏବେ ତୁମ୍ଭ ନିମନ୍ତେ ଆଉ କଅଣ କରିପାରେ ?”
766  GEN 27:38  ତହିଁରେ ଏଷୌ ପୁନର୍ବାର ଆପଣା ପିତାଙ୍କୁ କହିଲା, “ପିତଃ, ଆପଣଙ୍କର କି କେବଳ ଗୋଟିଏ ଆଶୀର୍ବାଦ ଥିଲା ? ହେ ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।” ଏହା କହି ଏଷୌ ଉଚ୍ଚସ୍ୱରରେ କାନ୍ଦିବାକୁ ଲାଗିଲା।
767  GEN 27:39  ତହୁଁ ତାହାର ପିତା ଇସ୍‍ହାକ ଉତ୍ତର ଦେଇ କହିଲେ, “ଦେଖ, ତୁମ୍ଭର ବସତି ପୃଥିବୀର ଉର୍ବରତାବିହୀନ ଓ ଉପରିସ୍ଥ ଆକାଶର କାକର-ବିହୀନ ହେବ।
770  GEN 27:42  ମାତ୍ର, ଜ୍ୟେଷ୍ଠ ପୁତ୍ର ଏଷୌର ଏରୂପ କଥା ରିବିକାର କର୍ଣ୍ଣଗୋଚର ହେଲା; ତହୁଁ ସେ ଲୋକ ପଠାଇ କନିଷ୍ଠ ପୁତ୍ର ଯାକୁବଙ୍କୁ ଡକାଇ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ତୁମ୍ଭକୁ ବଧ କରିବା ମାନସରେ ଆପଣାକୁ ପ୍ରବୋଧିତ କରୁଅଛି।
803  GEN 29:7  ସେତେବେଳେ ଯାକୁବ କହିଲା, “ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ।”
865  GEN 30:34  ତହୁଁ ଲାବନ କହିଲା, “ଭଲ, ତୁମ୍ଭ କଥାନୁସାରେ ହେଉ।”
885  GEN 31:11  ସେତେବେଳେ ପରମେଶ୍ୱରଙ୍କ ଦୂତ ସ୍ୱପ୍ନରେ ମୋତେ ଯାକୁବ ବୋଲି ଡାକନ୍ତେ, ମୁଁ କହିଲି, “ଦେଖନ୍ତୁ, ମୁଁ ଏଠାରେ।”
898  GEN 31:24  ମାତ୍ର ପରମେଶ୍ୱର ରାତ୍ରି କାଳେ ସ୍ୱପ୍ନରେ ଅରାମୀୟ ଲାବନ ନିକଟରେ ଉପସ୍ଥିତ ହୋଇ ତାହାକୁ କହିଲେ, “ସାବଧାନ, ଯାକୁବକୁ ଭଲମନ୍ଦ କିଛି କୁହ ନାହିଁ।”
949  GEN 32:21  ଆହୁରି କହିବ, “ଦେଖନ୍ତୁ, ଆପଣଙ୍କ ଦାସ ଯାକୁବ ଆମ୍ଭମାନଙ୍କ ପଛେ ଆସୁଅଛନ୍ତି; କାରଣ ସେ ମନେ କଲେ, ଆଗେ ଭେଟି ପଠାଇ ତାଙ୍କୁ ଶାନ୍ତ କରି ପଛେ ତାଙ୍କ ସଙ୍ଗରେ ସାକ୍ଷାତ କରିବା, ତହିଁରେ ସେ ଆମ୍ଭ ପ୍ରତି ଅନୁଗ୍ରହ କଲେ କରି ପାରନ୍ତି।”
971  GEN 33:10  ଯାକୁବ କହିଲା, “ନା, ବିନୟ କରୁଅଛି, ମୁଁ ଆପଣଙ୍କ ଦୃଷ୍ଟିରେ ଯଦି ଅନୁଗ୍ରହ ପାଇଲି, ତେବେ ମୋ’ ହସ୍ତରୁ ସେହି ଭେଟି ଗ୍ରହଣ କରନ୍ତୁ; କାରଣ ପରମେଶ୍ୱରଙ୍କ ମୁଖ ଦର୍ଶନ କଲା ପରି ମୁଁ ଆପଣଙ୍କ ମୁଖ ଦର୍ଶନ କରିଅଛି; ମଧ୍ୟ ଆପଣ ମୋ’ ପ୍ରତି ପ୍ରସନ୍ନ ହୋଇଅଛନ୍ତି।
973  GEN 33:12  ଏଥିଉତ୍ତାରେ ଏଷୌ କହିଲା, “ଆସ, ଆମ୍ଭେମାନେ ଯିବା, ମୁଁ ତୁମ୍ଭମାନଙ୍କ ଆଗେ ଆଗେ ଯାଉଅଛି।”
1093  GEN 37:9  ଏଥିଉତ୍ତାରେ ଯୋଷେଫ ଆଉ ଗୋଟିଏ ସ୍ୱପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, “ଦେଖ, ମୁଁ ଆଉ ଏକ ସ୍ୱପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ।”
1097  GEN 37:13  ଇସ୍ରାଏଲ ଯୋଷେଫକୁ କହିଲେ, “ତୁମ୍ଭର ଭ୍ରାତୃଗଣ କି ଶିଖିମରେ ପଶୁପଲ ଚରାଉ ନାହାନ୍ତି ?” ଆସ, ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଇବି; ତହିଁରେ ସେ କହିଲା, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
1105  GEN 37:21  ଏ କଥା ଶୁଣି ରୁବେନ୍‍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି କହିଲା, “ନା, ଆମ୍ଭେମାନେ ତାକୁ ପ୍ରାଣରେ ମାରି ପକାଇବା ନାହିଁ।”
1133  GEN 38:13  ସେତେବେଳେ କେହି ଜଣେ ତାମରକୁ ସମ୍ବାଦ ଦେଇ କହିଲା, “ଦେଖ, ତୁମ୍ଭ ଶ୍ୱଶୁର ଆପଣା ମେଷର ଲୋମ ଚ୍ଛେଦନ କରିବା ପାଇଁ ତିମ୍ନାକୁ ଯାଉଅଛି।”
1158  GEN 39:8  ମାତ୍ର ଯୋଷେଫ ଅସ୍ୱୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, “ଦେଖ, ଏ ଗୃହରେ ଯାହା ଅଛି ମୋ’ ପ୍ରଭୁ ତହିଁର ତତ୍ତ୍ୱ ନିଅନ୍ତି ନାହିଁ, ସେ ମୋ’ ହସ୍ତରେ ଆପଣାର ସର୍ବସ୍ୱ ସମର୍ପଣ କରିଅଛନ୍ତି।
1164  GEN 39:14  ସେତେବେଳେ ସେ ନିଜ ଗୃହର ଲୋକମାନଙ୍କୁ ଡାକି କହିଲା, “ଦେଖ, ସେ ଆମ୍ଭମାନଙ୍କ ସଙ୍ଗରେ ପରିହାସ କରିବା ନିମନ୍ତେ ଜଣେ ଏବ୍ରୀୟକୁ ଆଣିଅଛନ୍ତି; ସେ ମୋ’ ସଙ୍ଗେ ଶୟନ କରିବା ପାଇଁ ଭିତରକୁ ମୋ’ କତିକି ଆସିଥିଲା; ତହିଁରେ ମୁଁ ବଡ଼ ପାଟି କରି ଡାକ ପକାଇଲି;
1182  GEN 40:9  ତହୁଁ ପ୍ରଧାନ ପାନପାତ୍ର ବାହକ ଯୋଷେଫଙ୍କୁ ଆପଣା ସ୍ୱପ୍ନ କଥା ପ୍ରକାଶ କରି କହିଲା, “ଦେଖ, ଗୋଟିଏ ଦ୍ରାକ୍ଷାଲତା ମୋ’ ସମ୍ମୁଖରେ ଥିଲା,
1237  GEN 41:41  ଫାରୋ ଯୋଷେଫଙ୍କୁ ଆହୁରି କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ସମୁଦାୟ ମିସର ଦେଶ ଉପରେ ନିଯୁକ୍ତ କଲୁ।”
1255  GEN 42:2  ସେ ଆହୁରି କହିଲେ, “ଦେଖ, ମୁଁ ଶୁଣିଲି, ମିସର ଦେଶରେ ଶସ୍ୟ ଅଛି; ଏଣୁ ତୁମ୍ଭେମାନେ ସେଠାକୁ ଯାଇ ଆମ୍ଭମାନଙ୍କ ନିମନ୍ତେ ଶସ୍ୟ କିଣି ଆଣ; ତହିଁରେ ଆମ୍ଭେମାନେ ନ ମରି ବଞ୍ଚିବା।”
1265  GEN 42:12  ତେବେ ସେ ସେମାନଙ୍କୁ କହିଲେ, “ନା, ନା, ତୁମ୍ଭେମାନେ ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ଆସିଅଛ।”
1311  GEN 43:20  “ପ୍ରଭୁ, ଆମ୍ଭେମାନେ ପୂର୍ବେ ଶସ୍ୟ କିଣିବାକୁ ଆସିଥିଲୁ;
1335  GEN 44:10  ତହିଁରେ ସେ କହିଲା, “ଭଲ, ତୁମ୍ଭମାନଙ୍କ କଥାନୁସାରେ ହେଉ; ଯାହା ପାଖରୁ ତାହା ମିଳିବ, ସେ ଆମ୍ଭର ଦାସ ହେବ, ମାତ୍ର ଅନ୍ୟମାନେ ନିର୍ଦ୍ଦୋଷ ହେବେ।”
1343  GEN 44:18  ତହିଁରେ ଯିହୁଦା ନିକଟକୁ ଯାଇ କହିଲା, “ପ୍ରଭୁ, ଆପଣଙ୍କ ଏହି ଦାସକୁ ପ୍ରଭୁଙ୍କ କର୍ଣ୍ଣଗୋଚରରେ ପଦେ ନିବେଦନ କରିବାକୁ ଅନୁମତି ଦେଉନ୍ତୁ ଓ ଆପଣା ଦାସ ପ୍ରତି ଆପଣଙ୍କ କ୍ରୋଧ ପ୍ରଜ୍ଜ୍ୱଳିତ ନ ହେଉ; କାରଣ ଆପଣ ଫାରୋଙ୍କ ତୁଲ୍ୟ ଅଟନ୍ତି।”
1383  GEN 45:24  ଏହିରୂପେ ଯୋଷେଫ ଆପଣା ଭାଇମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ବାଟରେ କଳି କରିବ ନାହିଁ।”
1389  GEN 46:2  ତହିଁରେ ପରମେଶ୍ୱର ଇସ୍ରାଏଲଙ୍କୁ ରାତିରେ ଦର୍ଶନ ଦେଇ କହିଲେ, “ହେ ଯାକୁବ, ହେ ଯାକୁବ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
1444  GEN 47:23  ଏଥିଉତ୍ତାରେ ଯୋଷେଫ ପ୍ରଜାମାନଙ୍କୁ କହିଲେ, “ଦେଖ, ଆମ୍ଭେ ଫାରୋଙ୍କ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ଭୂମି ସବୁ କିଣିଲୁ; ଏବେ ଏହି ବିହନ ନେଇ ଭୂମିରେ ବୁଣ।
1453  GEN 48:1  ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ବାଦ ଦେଇ କହିଲା; “ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି,” ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇ ଗଲେ।
1454  GEN 48:2  ସେତେବେଳେ କେହି ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି,” ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ।
1470  GEN 48:18  “ପିତଃ, ଏପରି ନୁହେଁ, ଏହି ଜଣ ଜ୍ୟେଷ୍ଠ, ଏହାର ମସ୍ତକରେ ଦକ୍ଷିଣ ହସ୍ତ ଦିଅ।”
1473  GEN 48:21  ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।”
1513  GEN 50:6  ତହିଁରେ ଫାରୋ କହିଲେ, “ଯାଅ, ତୁମ୍ଭ ପିତା ତୁମ୍ଭକୁ ଯେଉଁ ଶପଥ କରାଇ ଅଛନ୍ତି, ତୁମ୍ଭେ ତଦନୁସାରେ ତାଙ୍କୁ କବର ଦିଅ।”
1525  GEN 50:18  ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ଆଗକୁ ଯାଇ ପ୍ରଣାମ କରି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଦାସ।”
1542  EXO 1:9  ସେ ଆପଣା ଲୋକମାନଙ୍କୁ କହିଲେ, “ଦେଖ, ଇସ୍ରାଏଲ ସନ୍ତାନମାନଙ୍କ ବଂଶ, ବଳରେ ଓ ସଂଖ୍ୟାରେ ଆମ୍ଭମାନଙ୍କଠାରୁ ଅଧିକ ଅଟନ୍ତି।
1593  EXO 3:13  ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି; ପୁଣି, ସେମାନେ ପଚାରିବେ, ତାହାଙ୍କର ନାମ କଅଣ ? ସେତେବେଳେ ମୁଁ କି ଉତ୍ତର ଦେବି ?”
1603  EXO 4:1  ଏଥିରେ ମୋଶା ଉତ୍ତର କଲେ, “ଦେଖନ୍ତୁ, ସେମାନେ ମୋତେ ବିଶ୍ୱାସ କରିବେ ନାହିଁ ଓ ମୋ’ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି ?”
1623  EXO 4:21  ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେ ସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଯିବାକୁ ଦେବେ ନାହିଁ।”
1638  EXO 5:5  ଫାରୋ ଆହୁରି କହିଲେ, “ଦେଖ, ଏବେ ଏ ଦେଶରେ ଏହି ଲୋକ ଅନେକ, ପୁଣି, ତୁମ୍ଭେମାନେ ସେମାନଙ୍କୁ ଭାର ବହିବାରୁ ନିବୃତ୍ତ କରୁଅଛ।”
1668  EXO 6:12  ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, “ଦେଖନ୍ତୁ, ଇସ୍ରାଏଲ ସନ୍ତାନଗଣ ମୋ’ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଉତ୍ତମ ବକ୍ତା ଯେ ମୁଁ ନୁହେଁ, ମୋ’ କଥା ଫାରୋ କି ପ୍ରକାରେ ଶୁଣିବେ ?”
1687  EXO 7:1  ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ଫାରୋ ନିକଟରେ ପରମେଶ୍ୱର ତୁଲ୍ୟ କରି ନିଯୁକ୍ତ କଲୁ ଓ ତୁମ୍ଭ ଭ୍ରାତା ହାରୋଣ ତୁମ୍ଭର ଭବିଷ୍ୟଦ୍‍ବକ୍ତା ହେବ।
1740  EXO 8:25  ଏଥିଉତ୍ତାରେ ମୋଶା କହିଲେ, “ଦେଖ, ମୁଁ ଆପଣଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରିବି, ତହିଁରେ ଆପଣଙ୍କର, ଆପଣଙ୍କ ଦାସମାନଙ୍କ ଓ ଆପଣଙ୍କ ଲୋକମାନଙ୍କ ନିକଟରୁ ଆସନ୍ତାକାଲି ସମସ୍ତ ଦଂଶକ ଝିଙ୍କ ଦୂର ହୋଇଯିବେ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲୋକମାନଙ୍କୁ ଯିବାକୁ ଦେବା ବିଷୟରେ ଫାରୋ ପୁନର୍ବାର ପ୍ରବଞ୍ଚନା କରିବେ ନାହିଁ।”
1786  EXO 10:8  ତେବେ ମୋଶା ଓ ହାରୋଣ ପୁନର୍ବାର ଫାରୋଙ୍କ ନିକଟକୁ ଅଣା ଯାଆନ୍ତେ, ସେ ସେମାନଙ୍କୁ କହିଲେ, “ଯାଅ, ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କର; ମାତ୍ର କିଏ କିଏ ଯିବ ?”
1788  EXO 10:10  ତେବେ ଫାରୋ ସେମାନଙ୍କୁ କହିଲେ, “ହେଉ, ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହୁଅନ୍ତୁ, ଆମ୍ଭେ ତ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକମାନଙ୍କୁ ଯିବାକୁ ଦେବୁ; ସାବଧାନ, ଅମଙ୍ଗଳ ତୁମ୍ଭମାନଙ୍କ ସମ୍ମୁଖରେ ଅଛି।
1915  EXO 14:25  ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସ୍ରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସ୍ରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।”
1951  EXO 16:3  ପୁଣି, ଇସ୍ରାଏଲ ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥା’ନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।”
1952  EXO 16:4  ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଆକାଶରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା; ପୁଣି, ଲୋକମାନେ ବାହାରକୁ ଯାଇ ପ୍ରତିଦିନ ଦିନର ନିରୂପିତ ପରିମାଣାନୁସାରେ ଖାଦ୍ୟ ସଂଗ୍ରହ କରିବେ; ତହିଁରେ ସେମାନେ ଆମ୍ଭର ବ୍ୟବସ୍ଥାନୁସାରେ ଚାଲିବେ କି ନାହିଁ, ଆମ୍ଭେ ସେମାନଙ୍କର ଏହି ପରୀକ୍ଷା ନେବା।
2036  EXO 19:9  ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ସହିତ କଥା କହିବା ସମୟରେ ଲୋକମାନେ ଯେପରି ତାହା ଶୁଣି ପାରିବେ, ମଧ୍ୟ ତୁମ୍ଭଠାରେ ସର୍ବଦା ବିଶ୍ୱାସ କରିବେ, ଏଥିପାଇଁ ଆମ୍ଭେ ନିବିଡ଼ ମେଘରେ ତୁମ୍ଭ ନିକଟକୁ ଆସୁଅଛୁ।” ଏଥିଉତ୍ତାରେ ମୋଶା ଲୋକମାନଙ୍କ କଥା ସଦାପ୍ରଭୁଙ୍କୁ ଜଣାଇଲେ।
2051  EXO 19:24  ତେବେ ସଦାପ୍ରଭୁ ତାଙ୍କୁ କହିଲେ, “ଯାଅ, ଓହ୍ଲାଅ; ପୁଣି, ତୁମ୍ଭେ ହାରୋଣଙ୍କୁ ସଙ୍ଗରେ ନେଇ ଆରୋହଣ କରିବ; ମାତ୍ର ଯାଜକଗଣ ଓ ଲୋକମାନଙ୍କ ଉପରେ ସଦାପ୍ରଭୁ ଯେପରି ଆକ୍ରମଣ ନ କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ଛାମୁକୁ ଆସିବା ପାଇଁ ସୀମା ଅତିକ୍ରମ ନ କରନ୍ତୁ।”
2179  EXO 24:1  ଏଥିଉତ୍ତାରେ ସେ ମୋଶାଙ୍କୁ କହିଲେ, “ତୁମ୍ଭେ, ହାରୋଣ, ନାଦବ, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର।
2186  EXO 24:8  ତହୁଁ ମୋଶା ସେହି ରକ୍ତ ଘେନି ଲୋକମାନଙ୍କ ଉପରେ ସେଚନ କରି କହିଲେ, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଏହି ସମସ୍ତ ବାକ୍ୟ ସମ୍ବନ୍ଧୀୟ ଯେଉଁ ନିୟମ କରିଅଛନ୍ତି, ସେହି ନିୟମର ରକ୍ତ ଏହି।”
2423  EXO 31:2  “ଦେଖ, ଆମ୍ଭେ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଆହ୍ୱାନ କରିଅଛୁ
2440  EXO 32:1  ଏଥିଉତ୍ତାରେ ମୋଶାଙ୍କର ପର୍ବତରୁ ଓହ୍ଲାଇବାର ବିଳମ୍ବ ଦେଖି ଲୋକମାନେ ହାରୋଣଙ୍କ ନିକଟରେ ଏକତ୍ର ହୋଇ ତାଙ୍କୁ କହିଲେ, “ଉଠ, ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର, ଯେହେତୁ ଯେଉଁ ବ୍ୟକ୍ତି ମିସର ଦେଶରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ, ସେହି ମୋଶାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।”
2470  EXO 32:31  ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରି ଯାଇ କହିଲେ, “ହାୟ, ହାୟ, ଏହି ଲୋକମାନେ ମହାପାପ କରି ଆପଣାମାନଙ୍କ ନିମନ୍ତେ ସ୍ୱର୍ଣ୍ଣ ଦେବତା ନିର୍ମାଣ କରିଅଛନ୍ତି।
2486  EXO 33:12  ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଦେଖ, ତୁମ୍ଭେ ଏହି ଲୋକମାନଙ୍କୁ ଘେନିଯିବା ନିମନ୍ତେ ମୋତେ କହୁଅଛ; ମାତ୍ର ତୁମ୍ଭେ ମୋ’ ସଙ୍ଗରେ କାହାକୁ ପଠାଇବ, ଏହା ତୁମ୍ଭେ ମୋତେ ଜଣାଇ ନାହଁ। ତଥାପି ତୁମ୍ଭେ କହିଅଛ, ଆମ୍ଭେ ନାମ ଦ୍ୱାରା ତୁମ୍ଭକୁ ଜାଣୁ ଓ ତୁମ୍ଭେ ଆମ୍ଭ ଦୃଷ୍ଟିରେ ଅନୁଗ୍ରହ ପାତ୍ର ହୋଇଅଛ।”
2495  EXO 33:21  ସଦାପ୍ରଭୁ କହିଲେ, “ଦେଖ, ଆମ୍ଭ ନିକଟରେ ଏକ ସ୍ଥାନ ଅଛି, ତୁମ୍ଭେ ସେହି ଶୈଳ ଉପରେ ଠିଆ ହେବ;