2372 | EXO 29:35 | ଆମ୍ଭେ ତୁମ୍ଭକୁ ଯେପରି ଆଜ୍ଞା ଦେଇଅଛୁ , ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ଉତ୍ସର୍ଗୀକୃତରେ ସାତଦିନ ଲାଗିବ। |
4149 | NUM 14:40 | ପୁଣି, ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, “ଦେଖ, ଆମ୍ଭେମାନେ ପାପ କରିଅଛୁ , ତଥାପି ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା ନିମନ୍ତେ; ଆମ୍ଭେମାନେ ଏଠାରେ ଅଛୁ।” |
7578 | 1SA 15:16 | ସେତେବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ତାହା ଛାଡ଼, ସଦାପ୍ରଭୁ ଆଜି ରାତ୍ରିରେ ମୋତେ ଯାହା କହିଅଛନ୍ତି , ତାହା ମୁଁ ତୁମ୍ଭକୁ ଜଣାଇବି। ଏଥିରେ ସେ କହିଲେ, କୁହ। |
8211 | 2SA 7:28 | ଆଉ ଏବେ, ହେ ପ୍ରଭୁ, ସଦାପ୍ରଭୁ , ତୁମ୍ଭେ ହିଁ ପରମେଶ୍ୱର ଓ ତୁମ୍ଭର ବାକ୍ୟ ସତ୍ୟ, ପୁଣି ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ; |
8915 | 1KI 6:16 | ପୁଣି, ସେ ଗୃହର ପଶ୍ଚାତ୍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ମହା ପବିତ୍ର ସ୍ଥାନ , ଅର୍ଥାତ୍, ମହାପବିତ୍ର-ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ। |
12167 | EZR 6:11 | “ଆହୁରି ମୁଁ ଆଜ୍ଞା କରୁଅଛି ଯେ , ‘ଯେକେହି ଏହି ବାକ୍ୟ ଅନ୍ୟଥା କରିବ, ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଷ୍ଠରେ ସେ ବନ୍ଧା ହୋଇ ଟଙ୍ଗାଯାଉ; ପୁଣି, ତହିଁ ଲାଗି ତାହାର ଗୃହ ଖତରାଶି କରାଯାଉ। |
20266 | JER 50:31 | ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ , କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ। |
20778 | EZK 13:1 | ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ପୁଣି ସେ ମୋତେ କହିଲେ, , |
20874 | EZK 16:43 | ତୁମ୍ଭେ ଆପଣା ଯୌବନାବସ୍ଥା ସ୍ମରଣ କରି ନାହଁ, ମାତ୍ର ଏହିସବୁ ବିଷୟରେ ଆମ୍ଭକୁ ବିରକ୍ତ କରିଅଛ” , ଏହେତୁ ଦେଖ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ହିଁ ତୁମ୍ଭ କାର୍ଯ୍ୟର ଫଳ ତୁମ୍ଭ ମସ୍ତକରେ ବର୍ତ୍ତାଇବା, ତହିଁରେ ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ କ୍ରିୟା ଉପରେ ଏପ୍ରକାର ଭ୍ରଷ୍ଟାଚରଣ କରିବ ନାହିଁ। |
22474 | AMO 3:10 | କାରଣ ସଦାପ୍ରଭୁ କହନ୍ତି , “ଯେଉଁମାନେ ଆପଣା ଆପଣା ଅଟ୍ଟାଳିକାରେ ଦୌରାତ୍ମ୍ୟ ଓ ଲୁଟିତ ଦ୍ରବ୍ୟ ସଞ୍ଚୟ କରନ୍ତି, ସେମାନେ ନ୍ୟାୟ କରିବାକୁ ଜାଣନ୍ତି ନାହିଁ।” |
23185 | MAL 2:13 | ତୁମ୍ଭେମାନେ ମଧ୍ୟ ଏହି କର୍ମ କରୁଅଛ; ତୁମ୍ଭେମାନେ ଲୋତକରେ, ରୋଦନରେ ଓ ଆର୍ତ୍ତସ୍ୱରରେ ସଦାପ୍ରଭୁଙ୍କ ଯଜ୍ଞବେଦିକୁ ଏପରି ଆଚ୍ଛନ୍ନ କରୁଅଛ , କାରଣ ସେ ଆଉ ତୁମ୍ଭର ନୈବେଦ୍ୟ ପ୍ରତି ଦୃଷ୍ଟିପାତ କରନ୍ତି ନାହିଁ, କିଅବା ତୁଷ୍ଟ ହୋଇ ତୁମ୍ଭମାନଙ୍କ ହସ୍ତରୁ ତାହା ଗ୍ରହଣ କରନ୍ତି ନାହିଁ। |
23900 | MAT 21:5 | ସିୟୋନର କନ୍ୟାକୁ କୁହ, ଦେଖ୍ , ତୋର ରାଜା ତୋ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ । |
24098 | MAT 25:21 | ତାହାର ପ୍ରଭୁ ତାହାକୁ କହିଲେ, ବେଶ୍ , ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ । |
24100 | MAT 25:23 | ତାହାର ପ୍ରଭୁ ତାହାକୁ କହିଲେ, ବେଶ୍ , ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ । |
24440 | MRK 5:7 | ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ୱରଙ୍କ ପୁତ୍ର ଯୀଶୁ , ତୁମ୍ଭ ସାଙ୍ଗରେ ମୋର କ'ଣ ଅଛି ? ତୁମ୍ଭକୁ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ । |
24452 | MRK 5:19 | କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, ତୁମ୍ଭର ଗୃହକୁ , ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି, ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହି ସବୁ ସେମାନଙ୍କୁ ଜଣାଅ । |
24526 | MRK 6:50 | କାରଣ ସମସ୍ତେ ତାହାଙ୍କୁ ଦେଖି ଉଦ୍ବିଗ୍ନ ହୋଇଥିଲେ । ମାତ୍ର ସେ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କୁ କହିଲେ, ସାହସ ଧର, ଏ ତ ମୁଁ , ଭୟ କର ନାହିଁ । |
25415 | LUK 9:45 | କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ, ଆଉ ତାହା ସେମାନଙ୍କଠାରୁ ଗୁପ୍ତ ଥିଲା, ଯେପରି ତାହା ସେମାନେ ବୁଝିପାରିବେ ନାହିଁ , ପୁଣି, ସେମାନେ ସେହି କଥା ବିଷୟରେ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ । |
25471 | LUK 10:39 | ତାହାଙ୍କର ଜଣେ ଭଉଣୀ ଥିଲେ ତାଙ୍କ ନାମ ମରିୟମ , ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ । |
25661 | LUK 15:4 | ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ , ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତଙ୍କୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ ? |
26046 | LUK 23:42 | ପୁଣି, ସେ କହିଲା, ହେ ଯୀଶୁ , ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ । |
26473 | JHN 8:23 | ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ, ମୁଁ ଊର୍ଦ୍ଧ୍ୱସ୍ଥାନରୁ ଉତ୍ପନ; ତୁମ୍ଭେମାନେ ଜଗତରୁ ଉତ୍ପନ , ମୁଁ ଜଗତରୁ ଉତ୍ପନ ନୁହେଁ । |
27157 | ACT 5:29 | କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ , ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ୱରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ । |
27614 | ACT 17:22 | ଏଥିରେ ପାଉଲ ଆରିୟପାଗର ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ହେ ଆଥିନୀର ଲୋକମାନେ , ଆପଣମାନେ ଯେ ସମସ୍ତ ବିଷୟରେ ବଡ଼ ଦେବ ଭକ୍ତ, ଏହା ମୁଁ ଦେଖୁଅଛି । |
27692 | ACT 19:38 | ଏଣୁ ଯଦି କାହାରି ବିରୁଦ୍ଧରେ ଦୀମିତ୍ରୀୟର ଓ ତାହାର ସଙ୍ଗୀ ଶିଳ୍ପକରମାନଙ୍କର କୌଣସି କଥା ଥାଏ , ତାହାହେଲେ ବିଚାରାଳୟ ଉନ୍ମୁକ୍ତ ଅଛି ଓ ଶାସନକର୍ତ୍ତାମାନେ ଅଛନ୍ତି; ସେମାନେ ପରସ୍ପର ବିରୁଦ୍ଧରେ ଅଭିଯୋଗ କରନ୍ତୁ । |
28443 | 1CO 1:12 | ମୋ' କଥାର ଭାବ ଏହି, ତୁମ୍ଭମାନଙ୍କ ମଧ୍ୟରୁ କେହି କେହିି କହନ୍ତି, ମୁଁ ପାଉଲଙ୍କର, କେହି କେହି କହନ୍ତି, ମୁଁ ଆପଲ୍ଲଙ୍କର, କେହି କେହି କହନ୍ତି, ମୁଁ କୈଫାଙ୍କର , ଆଉ କେହି କେହି କହନ୍ତି, ମୁଁ ଖ୍ରୀଷ୍ଟଙ୍କର । |
29084 | 2CO 11:27 | ଭଣ୍ଡ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ , ଅନେକ ଥର ଉପବାସରେ, ଶୀତ ଓ ଉଲଙ୍ଗତାରେ । |
29308 | EPH 2:12 | ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ଇସ୍ରାଏଲର ପ୍ରଜାସତ୍ୱରହିତ , ଭରସାହୀନ ଓ ଈଶ୍ୱର ବିହୀନ ହୋଇଥିଲ, ଏହା ସ୍ମରଣ କର । |
29369 | EPH 4:30 | ଆଉ ଈଶ୍ୱରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ , ତାହାଙ୍କୁ ଦୁଃଖ ଦିଅ ନାହିଁ । |
29393 | EPH 5:22 | ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବସୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବସୀଭୂତ ହୁଅ , |
29398 | EPH 5:27 | ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ , ଆଉ ସେହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି । |
29421 | EPH 6:17 | ପୁଣି, ପରିତ୍ରାଣ ରୂପ ଶିରସ୍ତ୍ରାଣ ପରିଧାବ କର ଓ ଆତ୍ମାଙ୍କ ଖଡ୍ଗ , ଅର୍ଥାତ୍ ଈଶ୍ୱରଙ୍କ ବାକ୍ୟ ଧାରଣ କର; |
29846 | 1TI 5:16 | ଯଦି କୌଣସି ବିଶ୍ୱାସିନୀ ମହିଳାଙ୍କ ଘରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ଦୂର କରନ୍ତୁ , ଆଉ ମଣ୍ଡଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ଡଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ଦୂର କରି ପାରେ । |
29862 | 1TI 6:7 | କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ , ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ; |
29980 | TIT 2:5 | ଏବଂ ସେମାନେ ପତିବ୍ରତା, ସୁଗୃହିଣୀ, ସୁଶୀଳା, ଓ ଆପଣା ଆପଣା ସ୍ୱାମୀମାନଙ୍କର ବଶୀଭୂତା ହୁଅନ୍ତୁ , ଯେପରି ଈଶ୍ୱରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ | |
30099 | HEB 5:2 | ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ , କାରଣ ସେ ନିଜେ ମଧ୍ୟ ଦୁର୍ବଳତା ବିଶିଷ୍ଟ; |
30494 | 1PE 3:3 | ପୁଣି, କେଶବେଶ , ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ, |
30964 | REV 12:5 | ଯେ ସମସ୍ତ ଜାତିଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଏପରି ପୁତ୍ରସନ୍ତାନଙ୍କୁ ସେହି ସ୍ତ୍ରୀଲୋକ ପ୍ରସବ କଲେ , ଆଉ ତାହାଙ୍କ ସନ୍ତାନ ଈଶ୍ୱର ଓ ତାହାଙ୍କ ସିହାଂସନ ନିକଟକୁ ଉଠାଇ ନିଆଗଲେ । |