24049 | MAT 24:23 | ସେତେବେଳେ 'ଦେଖ, ଖ୍ରୀଷ୍ଟ ଏଠାରେ' କିବା 'ସେଠାରେ', କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ । |
24052 | MAT 24:26 | ଅତଏବ, 'ଦେଖ, ସେ ପ୍ରାନ୍ତରରେ ଅଛନ୍ତି', ଲୋକେ ଯଦି ତୁମ୍ଭମାନଙ୍କୁ ଏହି କଥା କହିବେ, ତେବେ ବାହାରିଯାଅ ନାହିଁ; 'ଦେଖ, ସେ ଗୁପ୍ତ କୋଠରୀରେ ଅଛନ୍ତି', ଯଦି ଏହା କହିବେ, ତେବେ ତାହା ବିଶ୍ୱାସ କର ନାହିଁ । |
24807 | MRK 13:21 | ସେତେବେଳେ 'ଦେଖ, ଖ୍ରୀଷ୍ଟ ଏଠାରେ' କିମ୍ଵା 'ଦେଖ, ସେଠାରେ', କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ । |
24929 | MRK 15:34 | ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, 'ଏଲୋହୀ, ଏଲୋହୀ, ଲାମା ଶବକ୍ଥାନୀ ?' ଅର୍ଥାତ୍ ହେ ମୋହର ଈଶ୍ୱର, ହେ ମୋହର ଈଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ ? |
28818 | 1CO 15:32 | ଯଦି ଲୋକାଚାର ଅନୁସାରେ ମୁଁ ଏଫିସରେ ବନ୍ୟ ପଶୁମାନଙ୍କ ସହିତ ଯୁଦ୍ଧ କରିଅଛି, ତେବେ ସେଥିରେ ମୋହର ଲାଭ କ'ଣ ? ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ 'ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା' । |