10094 | 2KI 19:29 | ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ: ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ, ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ। ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ, ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର। |
12318 | NEH 2:6 | ତହୁଁ ରାଜା ମୋତେ ପଚାରିଲେ, “(ମଧ୍ୟ ରାଣୀ ତାଙ୍କ ପାଖରେ ବସିଥିଲେ,) ତୁମ୍ଭ ଯାତ୍ରା କେତେ ଦିନ ଲାଗିବ ? ଓ ତୁମ୍ଭେ କେବେ ଫେରି ଆସିବ ?” ଏହିରୂପେ ମୁଁ ତାଙ୍କ ନିକଟରେ ସମୟ ନିରୂପଣ କଲା ପରେ ରାଜା ମୋତେ ପଠାଇବା ପାଇଁ ସନ୍ତୁଷ୍ଟ ହେଲେ। |
18452 | ISA 37:30 | ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି, ତୃତୀୟ ବର୍ଷ ବୀଜ ବୁଣି ଶସ୍ୟ କାଟିବ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଗ କରିବ। |
19357 | JER 13:22 | ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, ମୋ’ ପ୍ରତି ଏପରି ଦଶା କାହିଁକି ଘଟିଲା ? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି। |