8371 | 2SA 14:12 | ସେତେବେଳେ ସେହି ସ୍ତ୍ରୀ କହିଲା, “ଆପଣଙ୍କ ଦାସୀଙ୍କୁ ମୋର ପ୍ରଭୁ ମହାରାଜଙ୍କ ନିକଟରେ ଗୋଟିଏ କଥା କହିବାକୁ ଦେଉନ୍ତୁ;” ସେ କହିଲେ, “କୁହ।” |
8499 | 2SA 18:18 | ଅବଶାଲୋମ ବଞ୍ଚିଥିବା ବେଳେ ରାଜାଙ୍କର ତଳଭୂମିରେ ଏକ ସ୍ତମ୍ଭ ନିର୍ମାଣ କରି ଆପଣା ପାଇଁ ସ୍ଥାପନ କରିଥିଲା; କାରଣ ସେ କହିଥିଲା, “ମୋ’ ନାମ ସ୍ମରଣରେ ରଖିବାକୁ ମୋହର ପୁତ୍ର ନାହିଁ;” ଏହେତୁ ସେ ଆପଣା ନାମାନୁସାରେ ସେହି ସ୍ତମ୍ଭର ନାମ ରଖିଲା; ସେହି ଦିନ ଠାରୁ ଅାଜି ପର୍ଯ୍ୟନ୍ତ ଅବଶାଲୋମର ସ୍ମରଣାର୍ଥକ ସ୍ତମ୍ଭ ବୋଲି ତହିଁର ନାମ ରହିଅଛି। |
8522 | 2SA 19:9 | ତହିଁରେ ରାଜା ଉଠି ନଗର ଦ୍ୱାରରେ ବସିଲେ। ସେତେବେଳେ ସମସ୍ତ ଲୋକଙ୍କୁ କୁହାଗଲା, “ଦେଖ, ରାଜା ନଗର ଦ୍ୱାରରେ ବସିଅଛନ୍ତି;” ତହୁଁ ସମସ୍ତ ଲୋକ ରାଜାଙ୍କ ସମ୍ମୁଖକୁ ଆସିଲେ। ଏଥି ମଧ୍ୟରେ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁକୁ ପଳାଇ ଯାଇଥିଲେ। |
11572 | 2CH 18:25 | ପୁଣି ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ପୁନର୍ବାର ନଗରାଧ୍ୟକ୍ଷ ଆମୋନ୍ ଓ ରାଜପୁତ୍ର ଯୋୟାଶ୍ ନିକଟକୁ ନେଇ ଯାଅ;” |
11992 | 2CH 35:21 | ମାତ୍ର ସେ ତାଙ୍କ ନିକଟକୁ ଦୂତ ପଠାଇ କହିଲା, “ହେ ଯିହୁଦାର ରାଜନ୍, ତୁମ୍ଭ ସଙ୍ଗେ ମୋହର କ’ଣ କରିବାର ଅଛି ? ମୁଁ ଆଜି ତୁମ୍ଭ ବିରୁଦ୍ଧରେ ଆସି ନାହିଁ, ମାତ୍ର ଯେଉଁ ବଂଶ ସଙ୍ଗେ ମୋହର ଯୁଦ୍ଧ ଅଛି, ତାହା ବିରୁଦ୍ଧରେ ଆସିଅଛି; ଆଉ ପରମେଶ୍ୱର ଶୀଘ୍ର କରିବା ପାଇଁ ମୋତେ ଆଜ୍ଞା କରିଅଛନ୍ତି; ମୋହର ସହବର୍ତ୍ତୀ ପରମେଶ୍ୱର ଯେପରି ତୁମ୍ଭକୁ ବିନାଶ ନ କରନ୍ତି, ଏଥିପାଇଁ ତୁମ୍ଭେ ତାହାଙ୍କଠାରୁ ନିରସ୍ତ ହୁଅ;” |
12583 | NEH 10:31 | ଆଉ କହିଲେ, “ଆମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କୁ ଆପଣାମାନଙ୍କ କନ୍ୟାଗଣ ଦେବୁ ନାହିଁ, କିଅବା ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣ ଗ୍ରହଣ କରିବୁ ନାହିଁ;” |
12788 | EST 5:5 | ଏଥିରେ ରାଜା କହିଲେ, “ଏଷ୍ଟରଙ୍କ କଥାନୁସାରେ ଶୀଘ୍ର କର୍ମ କରିବା ପାଇଁ ହାମନ୍କୁ କୁହ;” ଏଥିଉତ୍ତାରେ ରାଜା ଓ ହାମନ୍ ଏଷ୍ଟରଙ୍କ ପ୍ରସ୍ତୁତ ଭୋଜକୁ ଆସିଲେ। |
12817 | EST 7:6 | ଏଷ୍ଟର କହିଲେ, “ଏହି ଦୁଷ୍ଟ ହାମନ୍ ଜଣେ ବିପକ୍ଷ ଓ ଶତ୍ରୁ ଅଟେ;” ତହିଁରେ ରାଜା ଓ ରାଣୀଙ୍କ ସାକ୍ଷାତରେ ହାମନ୍ ଭୀତ ହେଲେ। |
19131 | JER 5:4 | ତହିଁରେ ମୁଁ କହିଲି, “ନିଶ୍ଚୟ ଏମାନେ ଦରିଦ୍ର; ଏମାନେ ଅଜ୍ଞାନ; କାରଣ ଏମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କର ଶାସନ ଜାଣନ୍ତି ନାହିଁ;” |
19139 | JER 5:12 | ସେମାନେ ସଦାପ୍ରଭୁଙ୍କୁ ଅସ୍ୱୀକାର କରି କହିଲେ, “ଏ ତ ସେ ନୁହଁନ୍ତି; ପୁଣି, ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ନାହିଁ; କିଅବା ଆମ୍ଭେମାନେ ଖଡ୍ଗ କି ଦୁର୍ଭିକ୍ଷ ଦେଖିବା ନାହିଁ;” |
19174 | JER 6:16 | ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ;” ମାତ୍ର ସେମାନେ କହିଲେ, “ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।” |
19410 | JER 16:5 | କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଶୋକ ଗୃହରେ ପ୍ରବେଶ କର ନାହିଁ, କିଅବା ସେମାନଙ୍କ ପାଇଁ ବିଳାପ ଅଥବା କ୍ରନ୍ଦନ କରିବା ପାଇଁ ଯାଅ ନାହିଁ;” କାରଣ ସଦାପ୍ରଭୁ କହନ୍ତି “ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଶାନ୍ତି ଓ ସ୍ନେହପୂର୍ଣ୍ଣ କରୁଣା ଓ ଦୟା ହରଣ କରିଅଛୁ। |
19544 | JER 22:21 | ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ; ମାତ୍ର ତୁମ୍ଭେ କହିଲ, “ମୁଁ ଶୁଣିବି ନାହିଁ;” ଆମ୍ଭ ବାକ୍ୟରେ ଅବଧାନ ନ କରିବାର ବାଲ୍ୟକାଳରୁ ତୁମ୍ଭର ଏପରି ବ୍ୟବହାର ହୋଇଅଛି। |
19565 | JER 23:12 | ଏଣୁକରି ସେମାନଙ୍କର ପଥ ଅନ୍ଧକାରାବୃତ ଖସଡ଼ା ସ୍ଥାନ ହେବ; ସେମାନେ ତାଡ଼ିତ ହୋଇ ତହିଁରେ ପଡ଼ିବେ;” କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କୁ ପ୍ରତିଫଳ ଦେବାର ବର୍ଷ ଆଣିବା। |
19585 | JER 23:32 | ସଦାପ୍ରଭୁ କହନ୍ତି, “ଦେଖ,ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ;” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ। |
19713 | JER 29:9 | କାରଣ ସେମାନେ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି;” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ।” |
19722 | JER 29:18 | ପୁଣି, ଆମ୍ଭେ ଯେ ଯେ ଗୋଷ୍ଠୀ ମଧ୍ୟକୁ ସେମାନଙ୍କୁ ତଡ଼ି ଦେଇଅଛୁ, ସେସମସ୍ତଙ୍କ ମଧ୍ୟରେ ସେମାନଙ୍କୁ ଅଭିଶାପର, ବିସ୍ମୟର, ଶୀସ୍ ଶବ୍ଦର ଓ ନିନ୍ଦାର ପାତ୍ର ହେବା ନିମନ୍ତେ ଆମ୍ଭେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ନେଇ ସେମାନଙ୍କ ପଛେ ପଛେ ଗୋଡ଼ାଇବା ଓ ପୃଥିବୀର ସମସ୍ତ ରାଜ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷେପ କରିବା;” |
19723 | JER 29:19 | କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ପ୍ରଭାତରେ ଉଠି ଆମ୍ଭର ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ସେମାନଙ୍କ ନିକଟକୁ ପଠାଇ ଯାହା କହିଲୁ, ସେମାନେ ଆମ୍ଭର ସେହି ବାକ୍ୟରେ ମନୋଯୋଗ କରି ନାହାନ୍ତି;” ମାତ୍ର ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆମ୍ଭର ବାକ୍ୟ ଶୁଣିବାକୁ ସମ୍ମତ ହେଲ ନାହିଁ।” |
19794 | JER 31:34 | ପୁଣି, ‘ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ’ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ;” କାରଣ ସଦାପ୍ରଭୁ କହନ୍ତି, “ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।” |
19942 | JER 36:31 | ପୁଣି, ଆମ୍ଭେ ତାହାକୁ ଓ ତାହାର ବଂଶକୁ ଓ ତାହାର ଦାସଗଣକୁ ସେମାନଙ୍କର ଅଧର୍ମ ସକାଶୁ ଶାସ୍ତି ଦେବା; ଆଉ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ଉପରେ, ଯିରୂଶାଲମ ନିବାସୀମାନଙ୍କ ଉପରେ ଓ ଯିହୁଦାର ଲୋକମାନଙ୍କ ଉପରେ ବର୍ତ୍ତାଇବା;” ମାତ୍ର ସେମାନେ ଶୁଣିଲେ ନାହିଁ। |
19957 | JER 37:14 | ସେତେବେଳେ ଯିରିମୀୟ କହିଲେ, “ଏ ମିଥ୍ୟା କଥା; ମୁଁ କଲ୍ଦୀୟମାନଙ୍କ ପକ୍ଷକୁ ଯାଉ ନାହିଁ;” ତଥାପି ଯିରୀୟ ଯିରିମୀୟଙ୍କ କଥା ନ ଶୁଣି ତାଙ୍କୁ ଧରି ଅଧିପତିମାନଙ୍କ ନିକଟକୁ ନେଇଗଲା। |
20193 | JER 48:44 | ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ;” କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା।” |